Print Page Options
Previous Prev Day Next DayNext

Daily Reading for Personal Growth, 40 Days with God

40 daily Scripture readings that illustrate the character of God and the nature of faith.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଯାକୁବଙ୍କ ପତ୍ର 4:6-12

କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।” [a]

ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା’ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର। ଦୁଃଖୀ ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ୟକୁ କ୍ରନ୍ଦନରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲ୍ଲତାକୁ ଦୁଃଖରେ ବଦଳାଅ। 10 ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

ତୁମ୍ଭେ ବିଗ୍ଭରପତି ନୁହଁ

11 ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା’ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା’ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ। 12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center