Print Page Options
Previous Prev Day Next DayNext

Read the Gospels in 40 Days

Read through the four Gospels--Matthew, Mark, Luke, and John--in 40 days.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 4-6

ଯୀଶୁଙ୍କୁ ପରୀକ୍ଷା(A)

ତା’ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା। ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”

ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି,

‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ,
    କିନ୍ତୁ ତା’ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’” (B)

ତା’ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା। ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି:

‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ।
    ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ।
ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”(C)

ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’” [a]

ତା’ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା. ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।”

10 ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି:

‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ।
    ତାହାଙ୍କର ହିଁ ସେବା କର!(D)

11 ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା’ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

ଗାଲିଲୀରେ ଯୀଶୁ କାର୍ଯ୍ୟ ଆରମ୍ଭ କଲେ(E)

12 ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ। 13 ଯୀଶୁ କିନ୍ତୁ ନାଜରିତରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳରେ କଫର୍ନାହୂମ ସହରରେ ବାସ କଲେ, କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳରେ ଅବସ୍ଥିତ। 14 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପ୍ରଭୁ ପରମେଶ୍ୱର ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଯୀଶୁ ଏଭଳି କରିଥିଲେ।

15 “ସବୂଲୂନ ଓ ନପ୍ତାଲି ପ୍ରଦେଶ,
    ସମୁଦ୍ର ରାସ୍ତାର ନିକଟସ୍ଥ ଯର୍ଦ୍ଦନ ନଦୀର ପରପାରିସ୍ଥ
    ଗାଲିଲୀର ଏକ ଅଣଯିହୂଦୀ ପ୍ରଦେଶ।
16 ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ,
    ସେମାନେ ଏକ ମହାନ ଜ୍ୟୋତି ଦେଖିଲେ।
କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ,
    ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”(F)

17 ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।”

ଯୀଶୁ କେତେକ ଶିଷ୍ୟଙ୍କୁ ବାଛିଲେ(G)

18 ଯୀଶୁ ଗାଲିଲୀ ହ୍ରଦ ପାଖଦେଇ ଯାଉଥିଲେ, ସେ (ପିତର ନାମରେ ଖ୍ୟାତ) ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦେଖିଲେ। ସେମାନେ ହ୍ରଦରେ ଜାଲ ପକାଉଥିଲେ। ସେମାନେ, ବ୍ୟବସାୟରେ କେଉଟ ଥିଲେ। 19 ଯୀଶୁ ସେମାନଙ୍କୁ କହିଲେ, “ଆସ, ମୋତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।” 20 ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡ଼ିଦେଇ ଯୀଶୁଙ୍କୁ ଅନୁସରଣ କଲେ।

21 ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ। 22 ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍ଗାକୁ ଛାଡ଼ି ଦେଇ ଯୀଶୁଙ୍କୁ ଅନୁସରଣ କଲେ।

ଯୀଶୁ ଲୋକମାନଙ୍କୁ ଉପଦେଶ ଦେଲେ ଓ ରୋଗସୁସ୍ଥ କଲେ(H)

23 ଯୀଶୁ ଯିହୂଦୀ ସମାଜଗୃହମାନଙ୍କରେ ସ୍ୱର୍ଗରାଜ୍ୟରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡ଼ା ଦୂର କରି ସମଗ୍ର ଗାଲିଲୀ ରାଜ୍ୟରେ ଭ୍ରମଣ କଲେ। 24 ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 25 ତେଣୁ ଗାଲିଲୀ, ଦେକାପଲି, ଯିରୁଶାଲମ, ଯିହୂଦା ଓ ଯର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।

ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି(I)

ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,

“ଆତ୍ମାରେ ଦିନହୀନ ଲୋକମାନେ ଧନ୍ୟ,
    କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ;
    କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ;
    କାରଣ ଏ ପୃଥିବୀ ସେହିମାନଙ୍କର ହେବ।
ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ,
    କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ;
    କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ;
    କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ,
    କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।
10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ;
    କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।

11 “ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ। 12 ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।

ତୁମ୍ଭେମାନେ ଲୁଣ ଓ ଆଲୋକ ପରି(J)

13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।

14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।

ଯୀଶୁ ଓ ପୁରାତନ ନିୟମର ଲେଖାସମୁହ

17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।

19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ [b]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।

ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି

21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। [c] ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ [d] ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।

23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, 24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା’ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।

25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। 26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।

ଯୀଶୁ ଯୌନଗତ ପାପ ସମ୍ବନ୍ଧରେ ଶିକ୍ଷା ଦିଅନ୍ତି

27 “ତୁମ୍ଭେମାନେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, ‘ବ୍ୟଭିଗ୍ଭର କର ନାହିଁ।’ [e] 28 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି। 29 ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ। 30 ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।

ଯୀଶୁ ଛାଡ଼ପତ୍ର ସମ୍ବନ୍ଧରେ ଶିକ୍ଷା ଦିଅନ୍ତି(K)

31 “ଏ କଥା ମଧ୍ୟ କୁହାଯାଇଛି ଯେ, ‘ଯେଉଁ ଲୋକ ତା’ର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତା’ ପତ୍ନୀକୁ ଛାଡ଼ପତ୍ର ପାଇଁ ଲିଖିତ ରୂପରେ ଗୋଟିଏ ସୂଚନା ଦେବ।’ [f] 32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।

ପ୍ରତିଜ୍ଞା ସମ୍ବନ୍ଧରେ ଯୀଶୁଙ୍କର ଶିକ୍ଷା

33 “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’ [g] 34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ। 35 ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ। 36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା’ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ। 37 ଯଦି ତୁମ୍ଭେ ଠିକ୍ ମନେ କରୁଛ ତେବେ ‘ହଁ’ କୁହ ଏବଂ ତୁମ୍ଭେ ଯଦି ଭୁଲ୍ ବୋଲି ମନେ କରୁଛ ତେବେ ‘ନାଁ’ କୁହ। ‘ହଁ’ ବା ‘ନାଁ’ ଠାରୁ ଅଧିକା ବିଷୟ ପାପାତ୍ମାଠାରୁ ଆସିଥାଏ।

ଯୀଶୁ କହନ୍ତି: ପ୍ରତିଶୋଧ ମନଭାବ ରଖ ନାହିଁ(L)

38 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି, ‘ଆଖି ବଦଳରେ ଆଖି ଓ ଦାନ୍ତ ବଦଳରେ ଦାନ୍ତ।’ [h] 39 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, କୌଣସି ମନ୍ଦ ଲୋକର ବିରୁଦ୍ଧରେ ଠିଆ ହୁଅ ନାହିଁ। ବରଂ ଯଦି କେହି ତୁମ୍ଭର ଡାହାଣ ଗାଲରେ ଗ୍ଭପୁଡ଼ାଟିଏ ମାରେ, ତେବେ ତୁମ୍ଭେ ତା ଆଡ଼କୁ ଆର ଗାଲଟି ମଧ୍ୟ ଦେଖେଇ ଦିଅ। 40 ଯଦି କେହି ତୁମ୍ଭ ବିରୁଦ୍ଧରେ ବିଗ୍ଭରାଳୟରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନେବାକୁ ଇଚ୍ଛା କରେ, ତେବେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ୟଦେଇ ଦିଅ। 41 ଯଦି କେହି ତୁମ୍ଭକୁ ତା’ ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ୟ କରେ ତେବେ ତୁମ୍ଭେ ତା’ ସହିତ ଦୁଇ କୋଶ ଗ୍ଭଲି ଯାଅ। 42 ଯଦି କେହି ତୁମ୍ଭକୁ କିଛି ମାଗେ, ତେବେ ତାହା ତାହାକୁ ଦିଅ। କେହି ଯଦି ତୁମ୍ଭଠାରୁ ଧାର ନେବାକୁ ଇଚ୍ଛାକରେ, ତେବେ ତାହାକୁ ମନା କର ନାହିଁ।

ସମସ୍ତଙ୍କୁ ପ୍ରେମ କର(M)

43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’ [i] 44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। 45 ତା’ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି। 46 ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀ [j]ମାନେ ମଧ୍ୟ ଏହା କରନ୍ତି। 47 ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି? 48 ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।

ଦାନ ବିଷୟରେ ଯୀଶୁଙ୍କ ଉପଦେଶ

“ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।

“ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା’ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି। ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତେବେଳେ ତୁମ୍ଭର ଡାହାଣ ହାତ କ’ଣ କରୁଛି, ସେ ବିଷୟରେ ବାମ ହାତକୁ ମଧ୍ୟ ଜାଣିବାକୁ ସୁଯୋଗ ଦିଅ ନାହିଁ। ତୁମ୍ଭେ କ’ଣ କରୁଛ, ତାହା ଯେପରି କେହି ନ ଜାଣନ୍ତୁ। ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।

ପ୍ରାର୍ଥନା ବିଷୟରେ ଯୀଶୁଙ୍କ ଶିକ୍ଷା(N)

“ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା’ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି। କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।

“ତୁମ୍ଭେ ପ୍ରାର୍ଥନା କଲାବେଳେ ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନଙ୍କ ଭଳି ନିରର୍ଥକ କଥା ବାରମ୍ବାର କୁହ ନାହିଁ। ସେମାନେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ୱର ଶୁଣିବେ। ଏଣୁ ତୁମ୍ଭେ ସେମାନଙ୍କ ଭଳି ହୁଅ ନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି। ଏଣୁ ଏହିଭଳି ପ୍ରାର୍ଥନା କର:

‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା,
    ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
10 ତୁମ୍ଭର ରାଜ୍ୟ ଆସୁ।
    ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।
11 ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।
12 ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ,
    ସେହିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।
13 ଆମ୍ଭକୁ ପରୀକ୍ଷାରେ ପକାଅ ନାହିଁ।
    ମାତ୍ର ମନ୍ଦଠାରୁ ରକ୍ଷା କର।’ [k]

14 ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ। 15 କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ।

ଯୀଶୁ ଉପବାସ ବିଷୟରେ ଉପଦେଶ ଦେଲେ

16 “ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି। 17 ତେଣୁ ତୁମ୍ଭେ ଉପବାସ କଲାବେଳେ ମୁଣ୍ଡରେ ତେଲ ଲଗାଇ ବାଳ ସଜାଡ଼ ଓ ମୁହଁ ଧୁଅ। 18 ତା’ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ, ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁ ନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନରେ କରାଯାଇଥିବା କାମଗୁଡ଼ିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।

ପରମେଶ୍ୱର ସେବା ଧନ ଅପେକ୍ଷା ମହାନ୍(O)

19 “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। 20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

22 “ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ। 23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!

24 “ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।

ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦିଅ(P)

25 “ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟରେ ଚିନ୍ତା କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ୱପୂର୍ଣ୍ଣ। 26 ଆକାଶର ପକ୍ଷୀମାନଙ୍କୁ ଦେଖ ସେମାନେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ, ଅମାରରେ ଖାଦ୍ୟଶସ୍ୟ ବି ଜମେଇ ରଖନ୍ତି ନାହିଁ, ତଥାପି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ସେମାନଙ୍କୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣିଛ ଯେ, ତୁମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ଅଟ। 27 ତୁମ୍ଭ ଭିତରେ ଏପରି କେହି ନାହିଁ, ଯେକି ଚିନ୍ତାଗ୍ରସ୍ତ ହୋଇ ନିଜ ଜୀବନକାଳ ସହିତ ଘଡ଼ିଏ ହେଲେ ସମୟ ଯୋଗ କରି ପାରିବ।

28 “ତୁମ୍ଭେ ପୋଷାକ ବିଷୟରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଦେଖ! ଦେଖ, ସେମାନେ କିପରି ଫୁଟୁଛନ୍ତି। ସେମାନେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ। 29 କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ। 30 ପଡ଼ିଆର ସେହି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲିରେ ପକେଇ ଦିଆଯିବ। ତଥାପି ଯଦି ପରମେଶ୍ୱର ତାକୁ ଏଭଳି ସୁନ୍ଦର ବେଶ ଦେଇଛନ୍ତି, ତେବେ ସେ କ’ଣ ତୁମ୍ଭକୁ ପିନ୍ଧିବା ପାଇଁ ଅଧିକ ଦେବେ ନାହିଁ? ତେବେ ତୁମ୍ଭେମାନେ କାହିଁକି ଏତେ ଅଳ୍ପ ବିଶ୍ୱାସ ରଖୁଛ?

31 “ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା? 32 ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର। 33 ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା’ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ। 34 ଆସନ୍ତାକାଲି ପାଇଁ ଚିନ୍ତା କର ନାହିଁ, କାରଣ ପ୍ରତ୍ୟେକ ଦିନର କୌଣସି ନା କୌଣସି ସମସ୍ୟା ଥାଏ। କାଲିର ଚିନ୍ତା କାଲି ପାଇଁ ଯଥେଷ୍ଟ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center