Read the Gospels in 40 Days
ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ
5 ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ। 2 ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। 3 ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ। 4 [a] ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। 5 ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା। 6 ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ସୁସ୍ଥ ହେବାକୁ ଗ୍ଭହଁ?”
7 ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”
8 ତା’ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” 9 ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା।
ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। 10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”
11 କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”
12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”
13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।
14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”
15 ତା’ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।
16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। 17 କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”
18 ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା’ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”
ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି
19 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ପୁତ୍ର ଏକାକୀ କିଛି କରି ପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହା ହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ୟ ସେହିସବୁ କରନ୍ତି। 20 ପିତା ପୁତ୍ରକୁ ପ୍ରେମ କରନ୍ତି। ପିତା ନିଜେ କରିଥିବା ପ୍ରତ୍ୟେକ କାର୍ଯ୍ୟ ପୁତ୍ରକୁ ଦେଖାନ୍ତି। ଏହି ରୋଗୀଟି ସୁସ୍ଥ ହୋଇଗଲା। ଆଉ ତୁମ୍ଭେମାନେ ଯେପରି ଆଶ୍ଚର୍ଯ୍ୟାନ୍ୱିତ ହୁଅ, ଏ ନିମନ୍ତେ ପିତା ପୁତ୍ରଙ୍କୁ ଏହାଠାରୁ ଆହୁରି ମହତ୍ କର୍ମ ଦେଖାଇବେ। 21 ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।
22 “ପିତା କାହାର ବିଗ୍ଭର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଗ୍ଭର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି। 23 ଈଶ୍ୱର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସେହିପରି ପୁତ୍ରଙ୍କୁ ମଧ୍ୟ ସମ୍ମାନ ଦେବେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତେବେ ସେ ପିତାଙ୍କୁ ମଧ୍ୟ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି।
24 “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି। 25 ମୁଁ ତୁମ୍ଭକୁ ସତ୍ୟ କହୁଛି, ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି । ପାପ ଦ୍ୱାରା ମୃତ ଲୋକମାନେ ଈଶ୍ୱରଙ୍କ ପୁତ୍ରଙ୍କର ସ୍ୱର ଶୁଣିବେ। ପୁତ୍ରଙ୍କର ସ୍ୱର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ। 26 ସ୍ୱୟଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନ ଦାନ କରିବା ପାଇଁ ଅନୁମତି ଦେଇଛନ୍ତି। 27 ଲୋକଙ୍କର ବିଗ୍ଭର କରିବା ପାଇଁ ସେ ପୁତ୍ରଙ୍କୁ କ୍ଷମତା ଦେଇଛନ୍ତି। କାରଣ ସେ ମନୁଷ୍ୟପୁତ୍ର [b] ଅଟନ୍ତି।
28 “ତୁମ୍ଭେ ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତେବେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ୱର ଶୁଣିବେ। 29 ସେମାନେ ସେମାନଙ୍କର ସମାଧିରୁ ବାହାରିବେ। ଜୀବନରେ ସତ୍ କାର୍ଯ୍ୟ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ଯ୍ୟ କରିଥିବା ଲୋକମାନେ ଦୋଷୀ ଭାବରେ ବିଗ୍ଭରିତ ହେବା ପାଇଁ ଉଠିବେ।
30 “ମୁଁ ଏକୁଟିଆ କିଛି କରି ପାରିବି ନାହିଁ। ମୁଁ କେବଳ ପରମେଶ୍ୱରଙ୍କ କହିବା ଅନୁସାରେ ବିଗ୍ଭର କରେ। ତେଣୁ ମୋର ବିଗ୍ଭର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ଯିଏ ମୋତେ ପଠାଇଛନ୍ତି।
ଯୀଶୁଙ୍କର ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ପ୍ରବୃତ୍ତ
31 “ମୁଁ ଯଦି ଲୋକମାନଙ୍କୁ ମୋ’ ନିଜ ବିଷୟରେ କୁହେ, ଓ ସେମାନଙ୍କୁ ମୋର ସାକ୍ଷ୍ୟ ଦିଏ, ସେମାନେ ମୋର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ। 32 କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।
33 “ତୁମ୍ଭେ ଯୋହନଙ୍କ ପାଖକୁ ଲୋକ ପଠାଇଛ। ସେ ତୁମ୍ଭମାନଙ୍କୁ ସତ୍ୟ ସମ୍ବନ୍ଧରେ କହିଛନ୍ତି। 34 ମୋ’ ବିଷୟରେ ସାକ୍ଷୀ ଦେବା ପାଇଁ କୌଣସି ବ୍ୟକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହିସବୁ କହୁଛି ଯେପରି ତୁମ୍ଭେମାନେ ତାହାଦ୍ୱାରା ଉଦ୍ଧାର ପାଇ ପାରିବ। 35 ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।
36 “କିନ୍ତୁ ମୋ’ ପାଖରେ ମୋ’ ସମ୍ବନ୍ଧରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ମୁଁ ଯାହାସବୁ କରୁଛି, ତାହା ସବୁ ମୋର ପ୍ରମାଣ। ପରମପିତା ମୋତେ ଏସବୁ କରିବା ପାଇଁ ଦେଇଥିଲେ। ଏହିସବୁ କାର୍ଯ୍ୟରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମୋତେ ପଠାଇଛନ୍ତି। 37 ପରମପିତା ମୋତେ ପଠାଇଛନ୍ତି ଓ ନିଜେ ମୋ’ ବିଷୟରେ ପ୍ରମାଣ ଦେଇଛନ୍ତି। କିନ୍ତୁ ତୁମ୍ଭେ କେବେ ତାହାଙ୍କର ସ୍ୱର ଶୁଣି ନାହଁ। ତାହାଙ୍କର କିପରି ରୂପ, ତାହା ମଧ୍ୟ ତୁମ୍ଭେ ଦେଖି ନାହଁ। 38 ପରମପିତାଙ୍କର ଉପଦେଶ ତୁମ୍ଭଠାରେ ବାସ କରି ନାହିଁ। ଏହାର କାରଣ, ସେ ପଠାଇଥିବା ବ୍ୟକ୍ତିଠାରେ ତୁମ୍ଭେମାନେ ବିଶ୍ୱାସ ରଖି ନାହଁ। 39 “ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହେ। 40 କିନ୍ତୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସୁ ନାହଁ।
41 “ମୁଁ ଲୋକମାନଙ୍କଠାରୁ ପ୍ରଶଂସା ଗ୍ଭହୁଁ ନାହିଁ। 42 କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟରେ ପରମେଶ୍ୱରଙ୍କ ପ୍ରେମ ନାହିଁ। 43 ମୁଁ ମୋର ପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କହେ। କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତେବେଳେ ଅନ୍ୟ କିଏ ଆସି କେବଳ ତା’ ନିଜ ବିଷୟରେ କହିବ ସେତେବେଳେ ତୁମ୍ଭେ ତାକୁ ଗ୍ରହଣ କରିବ। 44 ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ। 45 ଭାବ ନାହିଁ ଯେ, ମୁଁ ପରମପିତାଙ୍କ ଆଗରେ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରିବି। ମୋଶା ହେଉଛନ୍ତି ଜଣେ, ଯିଏ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରନ୍ତି। ତୁମ୍ଭେ ମୋଶାଙ୍କଠାରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ। 46 ଯଦି ପ୍ରକୃତରେ ତୁମ୍ଭେମାନେ ମୋଶାଙ୍କୁ ବିଶ୍ୱାସ କରିଛ, ତେବେ ତୁମ୍ଭେ ମୋତେ ମଧ୍ୟ ବିଶ୍ୱାସ କରିବ। କାରଣ ମୋଶା ମୋ’ ବିଷୟରେ ଲେଖିଥିଲେ। 47 କିନ୍ତୁ ତୁମ୍ଭେ ମୋଶାଙ୍କର ଲେଖିବା କଥା ବିଶ୍ୱାସ କରୁ ନାହଁ। ତେଣୁ ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କରି ପାରିବ ନାହିଁ।”
ଯୀଶୁ 5000ରୁ ଅଧିକ ଲୋକଙ୍କୁ ଖୁଆଇଲେ(A)
6 ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହୋଇ ଆରପାରିକି ଗଲେ। 2 ତାହାଙ୍କ ପଛେ ପଛେ ବହୁତ ଲୋକ ଗଲେ। ସେମାନେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକାରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସେମାନେ ଦେଖିଥିଲେ। 3 ଯୀଶୁ ପାହାଡ଼ ଉପରକୁ ଚଢ଼ିଗଲେ। ସେଠାରେ ତାହାଙ୍କର ଶିଷ୍ୟମାନଙ୍କ ଗହଣରେ ବସିଲେ। 4 ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଯାଇଥିଲା।
5 ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, “ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?” 6 ସେ ଏ କଥା ଫିଲିପ୍ପଙ୍କୁ ପରୀକ୍ଷା କରିବା ପାଇଁ ପଗ୍ଭରିଲେ, କାରଣ ସେ ତାହାଙ୍କ ନିଜ ଯୋଜନା ବିଷୟରେ ଜାଣିଥିଲେ।
7 ଫିଲିପ୍ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”
8 ସେଠାରେ ଆଉଜଣେ ଶିଷ୍ୟ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମୋନ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ, 9 “ଏଠାରେ ଜଣେ ବାଳକ ଅଛି। ତା’ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ଛୋଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ଯଥେଷ୍ଟ ହେବ ନାହିଁ।”
10 ଯୀଶୁ କହିଲେ, “ସମସ୍ତଙ୍କୁ ବସିବାକୁ କୁହ।” ସେଠାରେ ପ୍ରଚୁର ଘାସ ଥିଲା। ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ। 11 ଯୀଶୁ ରୋଟୀ ନେଇ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ୟ ସେହିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।
12 ସବୁ ଲୋକମାନେ ଯଥେଷ୍ଟ ପରିମାଣରେ ଖାଇଲେ। ସେମାନେ ଖାଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।” 13 ତେଣୁ ଶିଷ୍ୟମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କେବଳ ମାତ୍ର ପାଞ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ୟମାନେ ବଳକା ଖାଦ୍ୟକୁ ବାରଟି ଟୋକାଇରେ ଭର୍ତ୍ତି କଲେ।
14 ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖି କହିଲେ, “ସେ ନିଶ୍ଚୟ ଜଣେ ଭବିଷ୍ୟଦ୍ବକ୍ତା, ଯିଏ କି ଏହି ଜଗତକୁ ଆସିଛନ୍ତି।”
15 ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।
ଯୀଶୁ ପାଣିରେ ଗ୍ଭଲିଲେ(B)
16 ତାହାଙ୍କ ଶିଷ୍ୟମାନେ ସେହି ସନ୍ଧ୍ୟାରେ ଗାଲିଲୀ ହ୍ରଦକୁ ଗଲେ। 17 ଅନ୍ଧାର ହୋଇଯାଇଥିଲା, ତଥାପି ଯୀଶୁ ସେମାନଙ୍କ ପାଖକୁ ଫେରିଲେ ନାହିଁ। ତେଣୁ ସେମାନେ ଡଙ୍ଗାରେ ବସି ହ୍ରଦର ଆରପାରିରେ ଥିବା କଫର୍ନାହୂମ ଆଡ଼େ ଗଲେ। 18 ଖୁବ୍ ଜୋର୍ରେ ପବନ ବହୁଥିଲା। ହ୍ରଦରେ ବଡ଼ ବଡ଼ ଢେଉ ଉଠିଲା। 19 ସେମାନେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କିଲୋମିଟର ପର୍ଯ୍ୟନ୍ତ ଗଲେ। ତା’ପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଗ୍ଭଲୁଥିଲେ। ସେ ଡଙ୍ଗା ଆଡ଼କୁ ଆସୁଥିଲେ। ଶିଷ୍ୟମାନେ ଡରିଗଲେ। 20 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ। ଏହିତ ମୁଁ ନିଜେ।” 21 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସୀ ହେଲେ। ତା’ପରେ ଡଙ୍ଗାଟି ଲକ୍ଷ୍ୟସ୍ଥଳରେ ଆସି ପହଞ୍ଚିଲା।
ଲୋକମାନେ ଯୀଶୁଙ୍କୁ ଖୋଜିଲେ
22 ତହିଁ ଆର ଦିନ ହ୍ରଦର ଆର ପଟେ କେତେକ ଲୋକ ରହିଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ଡଙ୍ଗାରେ ଯାଇ ନାହାନ୍ତି, ଏହି ବିଷୟ ସେହି ଲୋକମାନେ ଜାଣି ନ ଥିଲେ। ସେମାନେ ଜାଣିଥିଲେ ଯେ, ଶିଷ୍ୟମାନେ ଯୀଶୁଙ୍କୁ ଏକାକୀ ଛାଡ଼ି ଦେଇ ଡଙ୍ଗାରେ ଗ୍ଭଲିଗଲେ। ସେମାନେ ଜାଣିଥିଲେ ଯେ, ସେଠାରେ କେବଳ ସେହି ଗୋଟିଏ ମାତ୍ର ଡଙ୍ଗା ଥିଲା। 23 କିନ୍ତୁ ସେତେବେଳେ ତିବିରିଆରୁ କେତେକ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନରେ ପୂର୍ବଦିନ ଖାଇଥିଲେ ସେଠାରେ ଡଙ୍ଗା ଗୁଡ଼ିକ ଆସି ରହିଲା। ସେହି ସ୍ଥାନରେ ପ୍ରଭୁ ଯୀଶୁ ଧନ୍ୟବାଦ ଦେବା ପରେ ସେମାନେ ରୋଟୀ ଖାଇଥିଲେ। 24 ଲୋକମାନେ ସେଠାରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ନ ଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗା ଗୁଡ଼ିକରେ ଯାତ୍ରା କରି ଯୀଶୁଙ୍କୁ ଖୋଜିବା ପାଇଁ କଫର୍ନାହୂମକୁ ଗଲେ।
ଯୀଶୁ, ଜୀବନ ସ୍ୱରୂପ ଖାଦ୍ୟ
25 ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଆପଣ ଏଠାକୁ କେତେବେଳେ ଆସିଲେ?”
26 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ କାହଁକି ଖୋଜୁଛ? ମୁଁ କରିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ମୋର ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମୋତେ ଖୋଜୁଛ କି? ତା’ ନୁହେଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହୋଇଥିବାରୁ ତୁମ୍ଭେମାନେ ମୋତେ ଖୋଜୁଛ। 27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହୋଇଯାଏ। ତେଣୁ ତୁମ୍ଭେ ସେହିଭଳି ଖାଦ୍ୟ ପାଇବା ପାଇଁ କାର୍ଯ୍ୟ କର ନାହିଁ, ବରଂ ତୁମ୍ଭେମାନେ ଏଭଳି କାର୍ଯ୍ୟ କର ଯାହା ଭଲ ହୋଇ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦେବ। ମନୁଷ୍ୟପୁତ୍ର ସେହିପରି ଖାଦ୍ୟ ତୁମ୍ଭକୁ ଦେବେ। ପରମେଶ୍ୱର ଦେଖାଇଛନ୍ତି ଯେ, ସେ ମନୁଷ୍ୟପୁତ୍ରଙ୍କ ସହିତ ଅଛନ୍ତି।”
28 ଲୋକମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ କ’ଣ କ’ଣ କରିବା ଉଚିତ୍ ବୋଲି ପରମେଶ୍ୱର ଗ୍ଭହାନ୍ତି?”
29 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱର ଗ୍ଭହାନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠାରେ ତୁମ୍ଭେମାନେ ବିଶ୍ୱାସ କର।”
30 ତେଣୁ ଲୋକମାନେ ପଗ୍ଭରିଲେ, “ତୁମ୍ଭକୁ ଯେ ପରମେଶ୍ୱର ପଠାଇଛନ୍ତି, ଏ କଥା ତୁମ୍ଭେ କେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦ୍ୱାରା ପ୍ରମାଣ କରି ଦେଖାଇବ? ତୁମ୍ଭେ ଯଦି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଆମ୍ଭକୁ କରି ଦେଖାଇବ, ତେବେ ଆମ୍ଭେ ତୁମ୍ଭକୁ ବିଶ୍ୱାସ କରିବୁ। ତୁମ୍ଭେ କ’ଣ କରିବ? 31 ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା [c] ଖାଇଥିଲେ, ତାହା ପରମେଶ୍ୱର ସେମାନଙ୍କୁ ଦେଇଥିଲେ। ଧର୍ମଶାସ୍ତ୍ରରେ ଲେଖା ଅଛି: ‘ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଖାଇବାକୁ ଦେଇଥିଲେ।” [d]
32 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ସ୍ୱର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦେଇଥିବା ଲୋକ ମୋଶା ନୁହନ୍ତି। ମୋର ପରମପିତା ତୁମ୍ଭମାନଙ୍କୁ ସ୍ୱର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି। 33 ପରମେଶ୍ୱରଙ୍କର ଖାଦ୍ୟ କ’ଣ? ପରମେଶ୍ୱରଙ୍କର ଖାଦ୍ୟ ହେଉଛି ଜଣେ ବ୍ୟକ୍ତି ଯିଏ ଜଗତକୁ ଜୀବନ ଦେବା ପାଇଁ ସ୍ୱର୍ଗରୁ ଓହ୍ଲାଇଛନ୍ତି।”
34 ଲୋକମାନେ କହିଲେ, “ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।”
35 ତା’ପରେ ଯୀଶୁ କହିଲେ, “ମୁଁ ସେହି ଜୀବନଦାୟକ ଖାଦ୍ୟ। ମୋ’ ନିକଟକୁ ଯେ କେହି ଆସେ ସେ କଦାପି ଭୋକିଲା ରହିବ ନାହିଁ। ମୋତେ ଯିଏ ବିଶ୍ୱାସ କରେ, ସେ କେବେ ତୃଷିତ ହେବ ନାହିଁ। 36 ମାତ୍ର ମୁଁ ତୁମ୍ଭକୁ ପୂର୍ବରୁ କହିଛି ଯେ, ତୁମ୍ଭେ ମୋତେ ଦେଖିଅଛ, କିନ୍ତୁ ତୁମ୍ଭେ ତଥାପି ବିଶ୍ୱାସ କରୁ ନାହଁ। 37 ମୋର ପରମପିତା ମୋତେ ମୋ’ ଲୋକମାନଙ୍କୁ ଦେଇଛନ୍ତି। ସେମାନେ ପ୍ରତ୍ୟେକ ମୋ’ ପାଖକୁ ଆସିବେ। ମୁଁ ସର୍ବଦା ମୋ’ ପାଖକୁ ଆସୁଥିବା ପ୍ରତ୍ୟେକଙ୍କୁ ଗ୍ରହଣ କରିବି। 38 ମୁଁ ପରମେଶ୍ୱରଙ୍କର ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସ୍ୱର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ଆସି ନାହିଁ। 39 ପରମେଶ୍ୱର ଯେଉଁମାନଙ୍କୁ ମୋତେ ଦେଇଛନ୍ତି, ମୁଁ ସେମାନଙ୍କ ମଧ୍ୟରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସେମାନଙ୍କୁ ଶେଷ ଦିନରେ ନିଶ୍ଚୟ ଉତ୍ଥାପନ କରିବି। ଯିଏ ମୋତେ ପଠାଇଛନ୍ତି ସେ ଗ୍ଭହାନ୍ତି ମୁଁ ସେହି କାର୍ଯ୍ୟ କରେ। 40 ପ୍ରତ୍ୟେକ ଲୋକ ଯିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶେଷ ଦିନରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।”
41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ। 42 ଯିହୂଦୀମାନେ କହିଲେ, “ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତାମାତାଙ୍କୁ ଜାଣିଛୁ। ଯୀଶୁ କେବଳ ଯୋଷେଫଙ୍କର ପୁତ୍ର। ‘ସେ କିପରି ସ୍ୱର୍ଗରୁ ଓହ୍ଲାଇଛି ବୋଲି କହୁଛି?’”
43 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର। 44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ। 45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ [e] ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା’ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।
47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ। 48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”
52 ତା’ପରେ ଯିହୂଦୀମାନେ ପରସ୍ପର ଭିତରେ ଯୁକ୍ତିତର୍କ କରିବାକୁ ଲାଗିଲେ। ସେମାନେ କହିଲେ, “ଏ ଲୋକ କିପରି ଆମ୍ଭମାନଙ୍କୁ ତା’ର ଶରୀର ଖାଇବା ପାଇଁ ଦେଇ ପାରିବ?”
53 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଶ୍ଚୟ ମନୁଷ୍ୟପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନ କରିବ, ତେବେ ତୁମ୍ଭ ଭିତରେ ପ୍ରକୃତ ଜୀବନ ନାହିଁ। 54 ଯେଉଁ ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋ’ ରକ୍ତ ପିଏ, ସେ ଅନନ୍ତ ଜୀବନ ପାଏ। ମୁଁ ସେହି ଲୋକକୁ ଶେଷ ଦିନରେ ମୃତ୍ୟୁରୁ ଉଠେଇବି। 55 ମୋର ମାଂସ ପ୍ରକୃତ ଆହାର। ମୋର ରକ୍ତ ପ୍ରକୃତ ପାନୀୟ। 56 ଯଦି କୌଣସି ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋର ରକ୍ତ ପିଏ, ତେବେ ସେହି ବ୍ୟକ୍ତି ମୋ’ ଭିତରେ ରହେ ଓ ମୁଁ ତା’ ଭିତରେ ରୁହେ।
57 “ପରମପିତା ମୋତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହେତୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମୋତେ ଭୋଜନ କରେ, ସେ ମୋ’ ହେତୁ ଜୀବିତ ରହିବ। 58 ମୁଁ ସେହି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସେମାନେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସେମାନେ ମୃତ୍ୟୁବରଣ କଲେ। ମୁଁ ସ୍ୱର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।”
59 ଯୀଶୁ କଫର୍ନାହୂମର ସମାଜଗୃହରେ ଏହିସବୁ କଥା ଉପଦେଶ ଦେଉଥିଲେ।
ଯୀଶୁଙ୍କୁ ଅନୁଗମନ କରୁଥିବା ଅନେକ ଲୋକ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ
60 ଯୀଶୁଙ୍କର ଶିଷ୍ୟମାନେ ଏହିସବୁ କଥା ଶୁଣିଲେ। ସେମାନଙ୍କ ଭିତରୁ ଅନେକ କହିଲେ, “ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରି ପାରିବ?”
61 ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ୟମାନେ ଏ ବିଷୟରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, “ଏ ଉପଦେଶ କ’ଣ ତୁମ୍ଭକୁ ଅସୁବିଧାରେ ପକାଉଛି? 62 ତେବେ ମନୁଷ୍ୟପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେହି ସ୍ଥାନକୁ ଫେରିଯିବେ, ଏହା ମଧ୍ୟ କ’ଣ ତୁମ୍ଭକୁ ବ୍ୟତିବ୍ୟସ୍ତ କରୁଛି? 63 ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ। 64 କିନ୍ତୁ ତୁମ୍ଭ ଭିତରୁ କେତେକ ବିଶ୍ୱାସ କରୁ ନାହଁ। ଯୀଶୁ ବିଶ୍ୱାସ ନ କରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ଯିଏ ବିଶ୍ୱାସଘାତକତା କରିବ ସେହି ଲୋକକୁ ମଧ୍ୟ ସେ ଜାଣିଥିଲେ। 65 ଯୀଶୁ କହିଲେ, “ସେଥିପାଇଁ ମୁଁ କହିଥିଲି, ‘ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତେବେ ସେ ଲୋକ ମୋ’ ନିକଟକୁ ଆସିପାରିବ ନାହିଁ।’”
66 ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନେକ ଶିଷ୍ୟ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେମାନେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
67 ଯୀଶୁ ବାରଜଣ ପ୍ରେରିତଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମଧ୍ୟ କ’ଣ ମୋତେ ଛାଡ଼ିଯିବା ପାଇଁ ଗ୍ଭହଁ କି?”
68 ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ଆମ୍ଭେ କାହା ପାଖକୁ ଯିବୁ? ତୁମ୍ଭ ପାଖରେ ଅନନ୍ତ ଜୀବନ ଅଛି। 69 ଆମ୍ଭେ ତୁମ୍ଭଠାରେ ବିଶ୍ୱାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ୱରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ୟକ୍ତି।”
70 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।” 71 ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା।
2010 by World Bible Translation Center