Read the Gospels in 40 Days
ଯୀଶୁଙ୍କ ବଂଶାବଳୀ(A)
1 ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।
2 ଅବ୍ରହାମ ଇସ୍ହାକଙ୍କ ବାପା।
ଇସ୍ହାକ ଯାକୁବଙ୍କ ବାପା।
ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।
3 ଯିହୂଦା, ଫେରସ ଓ ସେରହଙ୍କ ବାପା।
(ତାମର, ସେମାନଙ୍କ ମା)
ଫେରସ ହିଷ୍ରୋଣଙ୍କ ବାପା।
ହିଷ୍ରୋଣ ଅରାମଙ୍କ ବାପା।
4 ଅରାମ ଅମ୍ମୀନାଦାବ ବାପା।
ଅମ୍ମୀନାଦାବ ନହଶୋନଙ୍କ ବାପା।
ନହଶୋନ ସଲମୋନଙ୍କ ବାପା।
5 ସଲମୋନ ବୋୟାଜଙ୍କ ବାପା। (ବୋୟାଜଙ୍କ ମାଙ୍କ ନାମ ରାହାବ)
ବୋୟାଜ ଓବେଦଙ୍କ ବାପା। (ରୂତ ଓବେଦଙ୍କ ମା)
ଓବେଦ ଯିଶୟଙ୍କ ବାପା।
6 ଯିଶୟ ରାଜା ଦାଉଦଙ୍କ ବାପା।
ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)
7 ଶଲୋମନ ରିହବିୟାମଙ୍କ ବାପା।
ରିହବିୟାମ ଅବିୟଙ୍କ ବାପା।
ଅବିୟ ଆସାଙ୍କ ବାପା।
8 ଆସା ଯିହୋଶାଫଟଙ୍କ ବାପା।
ଯିହୋଶାଫଟ ଯୋରାମଙ୍କ ବାପା।
ଯୋରାମ ଉଜିୟଙ୍କ ବାପା।
9 ଉଜିୟ ଯୋଥମଙ୍କ ବାପା।
ଯୋଥମ୍ ଆହାସଙ୍କ ବାପା।
ଆହାସ ହିଜକିୟଙ୍କ ବାପା।
10 ହିଜକିୟ ମନଃଶିଙ୍କ ବାପା।
ମନଃଶି ଅମୋନଙ୍କ ବାପା।
ଅମୋନ ଯୋଶିୟଙ୍କ ବାପା।
11 ଯୋଶିୟ, ଯିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇସ୍ରାଏଲ ଲୋକଙ୍କୁ କ୍ରୀତଦାସ କରି ବାବିଲୋନ ନିଆଯାଉଥିବା ସମୟର କଥା।)
12 ସେମାନଙ୍କୁ ବାବିଲୋନକୁ ନିଆଯିବା ପରେ:
ଯିକନିୟ ଶଲ୍ଟୀୟେଲଙ୍କ ବାପା।
ଶଲ୍ଟୀୟେଲ ଜିରୁବାବିଲଙ୍କ ଜେଜେ ବାପା।
13 ଜିରୁବାବିଲ ଅବୀହୂଦଙ୍କ ବାପା।
ଅବୀହୂଦ ଏଲିୟାକୀମଙ୍କ ବାପା।
ଏଲିୟାକୀମ ଅଜ୍ଜୂରଙ୍କ ବାପା।
14 ଅଜ୍ଜୂର ସାଦୋକଙ୍କ ବାପା।
ସାଦୋକ ଯାଖୀନଙ୍କ ବାପା।
ଯାଖୀନ ଏଲୀହୂଦଙ୍କ ବାପା।
15 ଏଲୀହୂଦ ଇଲିୟାଜରଙ୍କ ବାପା।
ଇଲିୟାଜର ମଥାନଙ୍କ ବାପା।
ମଥାନ ଯାକୁବଙ୍କ ବାପା।
16 ଯାକୁବ ଯୋଷେଫଙ୍କ ବାପା।
ଯୋଷେଫ ମରିୟମଙ୍କ ସ୍ୱାମୀ।
ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ।
ଯୀଶୁଙ୍କୁ ଖ୍ରୀଷ୍ଟ [a] କୁହାଯାଏ।
17 ଏହିଭଳି ଭାବରେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ହେଲେ ମୋଟ ଚଉଦ ପୁରୁଷ। ଦାଉଦଙ୍କଠାରୁ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପର୍ଯ୍ୟନ୍ତ ଚଉଦ ପୁରୁଷ ଓ କ୍ରୀତଦାସ ରୂପେ ବାବିଲୋନରେ ପହଞ୍ଚିବା ପରଠାରୁ ଖ୍ରୀଷ୍ଟଙ୍କ ଜନ୍ମ ପର୍ଯ୍ୟନ୍ତ ହେଲେ ଚଉଦ ପୁରୁଷ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ(B)
18 ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି। 19 କିନ୍ତୁ ତାହଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।
20 କିନ୍ତୁ ଯୋଷେଫ ଯେତେବେଳେ ଏ କଥା ଭାବୁଥିଲେ, ସେତେବେଳେ ସ୍ୱପ୍ନରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କର ନାହିଁ। କାରଣ ତାହାଙ୍କ ଗର୍ଭରେ ଥିବା ଶିଶୁଟି ପବିତ୍ରଆତ୍ମାଙ୍କର।
21 ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦେବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସେମାନଙ୍କ ପାପରୁ ରକ୍ଷା କରିବେ।”
22 ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପ୍ରଭୁ ଯାହା କହିଥିଲେ, ତାହା ସଫଳ କରିବା ନିମନ୍ତେ ଏହା ଘଟିଲା। 23 “ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” [b] (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)
24 ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ। 25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ।
ଯୀଶୁଙ୍କୁ ଦେଖିବା ପାଇଁ ପଣ୍ଡିତମାନଙ୍କ ଆଗମନ
2 ହେରୋଦଙ୍କ [c] ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେଥ୍ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ। 2 ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”
3 ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ଉଦ୍ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ। 4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ? 5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେଥ୍ଲେହିମ ନଗରରେ। ଭବିଷ୍ୟଦ୍ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି:
6 ‘ହେ ଯିହୂଦା ପ୍ରଦେଶର ବେଥ୍ଲେହିମ!
ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ।
ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ,
ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’” (C)
7 ତା’ପରେ ହେରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସେମାନେ କେତେବେଳେ ପ୍ରଥମେ ସେହି ତାରା ଦେଖିଥିଲେ, ତାହାର ସଠିକ୍ ସମୟ ହେରୋଦ ପଣ୍ଡିତମାନଙ୍କଠାରୁ ବୁଝିନେଲେ। 8 ହେରୋଦ ସେମାନଙ୍କୁ ବେଥ୍ଲେହିମ ପଠାଇଲେ ଓ କହିଲେ, “ତୁମ୍ଭେମାନେ ବେଥ୍ଲେହିମ ଯାଇ ଶିଶୁଟି ବିଷୟରେ ଯତ୍ନ ଭାବରେ ଖୋଜ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତେବେ ମୋତେ ଜଣାଅ। ତା’ପରେ ମୁଁ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବି।”
9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସେମାନେ ଆଗରୁ ପୂର୍ବ ଦେଶରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସେହି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠାରେ ପିଲାଟି ଥିଲା, ସେହି ସ୍ଥାନ ଉପରେ ସ୍ଥିର ହୋଇ ରହିଗଲା। 10 ତାରା ଦେଖି ପଣ୍ଡିତମାନେ ବହୁତ ଖୁସୀ ହେଲେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ହେଲେ।
11 ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା’ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ [d] ଓ ଗନ୍ଧରସ [e] ଉପହାର ଦେଲେ। 12 କିନ୍ତୁ ପରମେଶ୍ୱର ସେମାନଙ୍କୁ ହେରୋଦଙ୍କ ପାଖକୁ ଫେରି ନ ଯିବାକୁ ସ୍ୱପ୍ନରେ ସାବଧାନ କରାଇ ଦେଲେ। ତେଣୁ ସେମାନେ ଅନ୍ୟ ଏକ ପଥ ଦେଇ ନିଜ ଦେଶକୁ ଫେରିଗଲେ।
ଯୀଶୁଙ୍କ ବାପା-ମାଆ ତାହାଙ୍କୁ ମିଶରକୁ ନେଲେ
13 ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”
14 ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ। 15 ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।” [f]
ହେରୋଦ ବେଥ୍ଲେହିମର ଶିଶୁ ପୁତ୍ରମାନଙ୍କୁ ହତ୍ୟା କଲେ
16 ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେଥ୍ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା’ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ। 17 ଏହିଭଳି ଭାବରେ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ପ୍ରଭୁଙ୍କ ବାକ୍ୟ ସଫଳ ହେଲା:
18 “ରାମାରେ ଏକ ଦୁଃଖଭରା ସ୍ୱର ଶୁଣାଗଲା।
ତାହା ରୋଦନ ଓ ଅତିଶୟ ବିଳାପର ସ୍ୱର ଥିଲା।
ରାହେଲ ତା’ ପିଲାମାନଙ୍କ ପାଇଁ କାନ୍ଦୁଥିଲା।
କେହିହେଲେ ତାକୁ ସାନ୍ତ୍ୱନା ଦେଇ ପାରିବେନି।
କାରଣ ତା’ର ପିଲାମାନେ ମରିଯାଇଥିଲେ।”(D)
ଯୋଷେଫ ଓ ମରିୟମ ମିଶରରୁ ଫେରିଲେ
19 ହେରୋଦଙ୍କ ମୃତ୍ୟୁ ପରେ ମିଶରରେ ଯୋଷେଫଙ୍କୁ ସ୍ୱପ୍ନରେ ପ୍ରଭୁ ପରମେଶ୍ୱରଙ୍କର ଜଣେ ଦୂତ ଦେଖା ଦେଲେ। 20 ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।”
21 ତେଣୁ ଯୋଷେଫ ପ୍ରସ୍ତୁତ ହେଲେ, ସେ ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଫେରିଗଲେ। 22 କିନ୍ତୁ ଯୋଷେଫ ଶୁଣିଲେ ଯେ, ହେରୋଦଙ୍କ ମୃତ୍ୟୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ଯିହୂଦାରେ ରାଜା ହୋଇଛନ୍ତି। ତେଣୁ ସେ ସେଠାକୁ ଯିବାକୁ ଭୟ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ସ୍ୱପ୍ନରେ ଆଦେଶ ପାଇ ଯୋଷେଫ ଗାଲିଲୀ ପ୍ରଦେଶକୁ ଗଲେ। 23 ସେ ସେଠାରେ ପହଞ୍ଚି ନାଜରିତ ନାମକ ନଗରରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ୟାତ ହେବେବୋଲି ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିଲେ। ସେହି ବାକ୍ୟ ଅନୁସାରେ ଏହା ଘଟିଲା।
ବାପ୍ତିଜକ ଯୋହନଙ୍କ କାର୍ଯ୍ୟ(E)
3 ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ 2 “ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ଶୀଘ୍ର ଆସୁଅଛି।” 3 ସେହି ଯୋହନଙ୍କ ବିଷୟରେ ଭବିଷ୍ୟଦ୍ବକ୍ତା ଯିଶାଇୟ କହୁଥିଲେ,
“ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର:
‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର,
ତାହାଙ୍କ ରାଜପଥ ସଳଖ କର।’”(F)
4 ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା। 5 ସେ ସମୟରେ ଯିରୁଶାଲମ, ସମଗ୍ର ଯିହୂଦା ରାଜ୍ୟ ଓ ଯର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳରେ ଥିବା ଲୋକ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ। 6 ସେମାନେ ନିଜ ନିଜ ପାପ ସ୍ୱୀକାର କଲେ। ଯୋହନ ଯର୍ଦ୍ଦନ ନଦୀରେ ସେମାନଙ୍କୁ ବାପ୍ତିସ୍ମ ଦେଲେ।
7 ଅନେକ ଫାରୂଶୀ ଓ ସାଦ୍ଦୂକୀମାନେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସେମାନଙ୍କୁ ଦେଖି ଯୋହନ କହିଲେ, “ହେ କାଳସର୍ପଗଣ! ତୁମ୍ଭେ ପ୍ରଭୁଙ୍କ ଆଗାମୀ କ୍ରୋଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚେତାବନୀ ଦେଲେ? 8 ତୁମ୍ଭକୁ ନିଜର କାର୍ଯ୍ୟ ଦ୍ୱାରା ପ୍ରକାଶ କରିବାକୁ ହେବ ଯେ, ତୁମ୍ଭେ ବାସ୍ତବରେ ମନ ପରିର୍ତ୍ତନ କରିଅଛ। 9 ତୁମ୍ଭେମାନେ ନିଜକୁ ଅବ୍ରହାମଙ୍କ ସନ୍ତାନ ବୋଲି କହିଦେଲେ ଯେ ଯଥେଷ୍ଟ ହୋଇଗଲା, ସେ କଥା କେବେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରି ପାରିବେ। 10 ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।
11 “ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ’ପରେ ଯେ ଆସୁଛନ୍ତି, ସେ ମୋ’ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। 12 ତାହାଙ୍କ ହାତରେ କୁଲା ଅଛି। ସେଥିରେ ସେ ଶସ୍ୟ ସବୁରୁ ଅଗାଡ଼ି ତକ ଅଲଗା କରିଦେବେ। ସେ ତାହାଙ୍କ ଖଳାରୁ ପରିଷ୍କାର ହୋଇଥିବା ଶସ୍ୟତକ ଏକାଠି କରିନେଇ ଅମାର ଭିତରେ ରଖି ଦେବେ ଓ ଅଗାଡ଼ି, କାଠି-କୁଟାତକ ନିଆଁରେ ପକେଇ ଦେବେ। ସେ ନିଆଁ କେବେ ହେଲେ ଲିଭିବ ନାହିଁ।”
ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ(G)
13 ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ। 14 କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠାରେ ନେବା ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, “ମୋର ତୁମ୍ଭଠାରୁ ବାପ୍ତିସ୍ମ ନେବା ଦରକାର। ତୁମ୍ଭେ ମୋ’ ପାଖକୁ କାହିଁକି ଆସିଛ?”
15 ଉତ୍ତରରେ ଯୀଶୁ ତାହାଙ୍କୁ କହିଲେ, “ବର୍ତ୍ତମାନ ପାଇଁ ଏହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ୍, ଯାହା ଉତ୍ତମ ଅଟେ।” ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦେବା ପାଇଁ ରାଜି ହେଲେ।
16 ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ। 17 ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।”
2010 by World Bible Translation Center