Read the Gospels in 40 Days
ଯୀଶୁ ପ୍ରେରିତ [a] ମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର ପାଇଁ ପଠାଇଲେ(A)
10 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ। 2 ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି:
ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ),
ତାହାଙ୍କ ଭାଇ ଆନ୍ଦ୍ରିୟ,
ଜେବଦୀଙ୍କ ପୁଅ ଯାକୁବ
ଓ ତାହାଙ୍କ ଭାଇ ଯୋହନ।
3 ଫିଲିପ୍ପ ଓ
ବାର୍ଥଲମି,
ଥୋମା ଓ
କରଆଦାୟକାରୀ ମାଥିଉ,
ଆଲଫିଙ୍କ ପୁତ୍ର ଯାକୁବ ଓ
ଥଦ୍ଦୀୟ,
4 ଉଦ୍ଯୋଗୀ ଶିମୋନ ଓ
ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।
5 ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ। 6 ବରଂ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯିବ। ସେମାନେ ହଜିଯାଇଥିବା ମେଷ ଭଳି। 7 ତୁମ୍ଭେମାନେ ପ୍ରଗ୍ଭର କର, ‘ସ୍ୱର୍ଗରାଜ୍ୟ ନିକଟ ହୋଇ ଗଲାଣି।’ 8 ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର। 9 ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗରେ ସୁନା, ରୂପା କିମ୍ବା ତମ୍ବା ନିଅ ନାହିଁ। 10 ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।
11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ। 12 କୌଣସି ଘରେ ପ୍ରବେଶ କଲାବେଳେ ସେହି ପରିବାରରେ ଲୋକଙ୍କୁ ‘ତୁମ୍ଭ ପ୍ରତି ଶାନ୍ତି ହେଉ’ ବୋଲି କହି ଆଶୀର୍ବାଦ କର। ଯଦି ସେ ପରିବାରର ଲୋକେ ଯୋଗ୍ୟ, ତେବେ ସେ ପରିବାର ପ୍ରତି ତୁମ୍ଭର ଶାନ୍ତି ରହିବ। 13 ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ। 14 ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ। 15 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା [b] ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।
ନିଜ ଶିଷ୍ୟମାନଙ୍କୁ ଯୀଶୁଙ୍କ ଚେତାବନୀ(B)
16 “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ। 17 କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ। 18 ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ। 19 ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ। 20 ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।
21 “ଭାଇ ତା’ ନିଜ ଭାଇକୁ ବାପାମା ନିଜ ପିଲାପିଲିଙ୍କୁ ମରଣ ମୁଖକୁ ଠେଲିଦେବେ। ପିଲାମାନେ ନିଜ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ତାହାଙ୍କୁ ମାରି ପକାଇବେ। 22 ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ। 23 ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।
24 “ଶିଷ୍ୟ ନିଜ ଗୁରୁଠାରୁ ବଡ଼ ନୁହେଁ, କି କୌଣସି ସେବକ ତା’ ମାଲିକଠାରୁ ବଡ଼ ନୁହେଁ 25 ଜଣେ ଶିଷ୍ୟ ତା’ ଗୁରୁ ଭଳି ହେବାରେ ଓ ଜଣେ ସେବକ ତା’ ମାଲିକ ଭଳି ହେବାରେ ସନ୍ତୋଷ ଲାଭ କରିବା ଦରକାର। ଘରର ମୁଖ୍ୟଙ୍କୁ ଯଦି ‘ବାଆଲ୍ଜିବୂଲ୍’ [c] କହି ଡକାଯାଏ ତେବେ ଘରର ଅନ୍ୟ ସଦସ୍ୟମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମରେ ଡକାଯିବ।
ପରମେଶ୍ୱରଙ୍କୁ ଭୟ କର, ମାତ୍ର ମନୁଷ୍ୟକୁ ନୁହେଁ(C)
26 “ତେଣୁ ସେହି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡ଼ିବ। 27 ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।
28 “ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ। 29 ଗୋଟିଏ ପଇସା ମୂଲ୍ୟରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତିରେ ସେଥିରୁ ଗୋଟିଏ ହେଲେ ମଧ୍ୟ ତଳେ ପଡ଼ିବ ନାହିଁ। 30 ତୁମ୍ଭ ମୁଣ୍ଡରେ କେତୋଟି ବାଳ ଅଛି, ସେ କଥା ମଧ୍ୟ ପରମେଶ୍ୱର ଜାଣନ୍ତି। 31 ତେଣୁ ଭୟଭୀତ ହୁଅ ନାହିଁ। ତୁମ୍ଭେ ଅନେକ ଘରଚଟିଆଙ୍କ ଅପେକ୍ଷା ଅଧିକ ମୂଲ୍ୟବାନ୍।
ଯୀଶୁଙ୍କଠାରେ ବିଶ୍ୱାସ(D)
32 “ଯଦି କେହି ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋତେ ବିଶ୍ୱାସ କରେ ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ମୋର ନିଜ ଲୋକ। 33 କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।
ଯୀଶୁଙ୍କ ଅନୁସରଣ ତୁମ୍ଭ ପାଇଁ ବିପଦ ଆଣିପାରେ(E)
34 “ତୁମ୍ଭେ ଭାବ ନାହିଁ ଯେ ମୁଁ ପୃଥିବୀରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖଡ଼୍ଗ ଆଣିବା ପାଇଁ ଆସିଛି। 35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି:
‘ପୁଅ ତା’ ବାପା ବିରୁଦ୍ଧରେ,
ଝିଅ ତା’ ମା ବିରୁଦ୍ଧରେ
ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।
36 ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’ (F)
37 “ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। 38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ। 39 ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।
ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ(G)
40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ। 41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ। 42 “ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା’ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା’ର ପୁରସ୍କାର ପାଇବ।”
ଯୀଶୁ ଓ ବାପ୍ତିଜକ ଯୋହନ(H)
11 ଯୀଶୁ ତାହାଙ୍କର ବାରଜଣ ଯାକ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ସାରିବା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଗ୍ଭର କରିବା ନିମନ୍ତେ ଗଲେ।
2 ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। 3 ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?”
4 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। 5 ଅନ୍ଧ ତା’ର ଦୃଷ୍ଟିଶକ୍ତି ଫେରି ପାଆନ୍ତି । ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି। 6 ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”
7 ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ? [d] 8 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ। 9 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟଦ୍ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। 10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି:
‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି।
ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’ (I)
11 “ମୁଁ ତୁମ୍ଭକୁ ସତ୍ୟ କହୁଛି, ବାପ୍ତିସ୍ମ ଦେଉଥିବା ଯୋହନଙ୍କଠାରୁ ମହାନ୍ ବ୍ୟକ୍ତି ଆଉ କେହିହେଲେ ଜନ୍ମ ହୋଇ ନାହାନ୍ତି। କିନ୍ତୁ ସ୍ୱର୍ଗରାଜ୍ୟରେ ଯେ ସବୁଠାରୁ ଛୋଟ, ସେ ଯୋହନଙ୍କଠାରୁ ମଧ୍ୟ ଶ୍ରେଷ୍ଠ। 12 ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟର ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରୟୋଗ କରି ଅଧିକାର କରି ନେବା ପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି। 13 ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ୟଦ୍ବକ୍ତା ଓ ମୋଶାଙ୍କ ନିୟମ ଭବିଷ୍ୟଦ୍ବାଣୀ କହିଥିଲେ। 14 ଯଦି ତୁମ୍ଭେ ସେମାନଙ୍କ ଭବିଷ୍ୟଦ୍ବାଣୀ ବିଶ୍ୱାସ କରିବାକୁ ଇଚ୍ଛା କରୁଛ ତେବେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସେମାନେ ଭବିଷ୍ୟଦ୍ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ। 15 ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।
16 “ଏହି ଲୋକମାନଙ୍କ ବିଷୟରେ ମୁଁ କ’ଣ କହିବି। ସେମାନେ କେଉଁ ପ୍ରକାରର? ସେମାନେ ବଜାରରେ ବସିଥିବା ପିଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:
17 ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ।
କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଶୋକ ଗୀତ ଗାଇଲୁ,
କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।’
18 ବର୍ତ୍ତମାନର ଲୋକମାନେ ସେହିପରି। ଯୋହନ ଆସିଲେ, କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉ ନ ଥିଲେ କି ପିଉ ନ ଥିଲେ। ଲୋକେ କହିଲେ, ‘ତାହାଙ୍କ ଦେହରେ ଭୂତ ପଶି ଯାଇଛି।’ 19 ତା’ପରେ ମନୁଷ୍ୟପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ‘ଦେଖ, ଏ ଲୋକ ପେଟୁଆ ଓ ମଦୁଆ। ସେ ପାପୀ ଓ କରଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।’ କିନ୍ତୁ କାର୍ଯ୍ୟ ଦ୍ୱାରା ଜ୍ଞାନ ସତ୍ୟ ବୋଲି ପ୍ରମାଣିତ ହୋଇଥାଏ।”
ଅବିଶ୍ୱାସୀ ଲୋକଙ୍କୁ ଯୀଶୁଙ୍କ ଚେତାବନୀ(J)
20 ସେତେବେଳେ ଯୀଶୁ ଯେଉଁ ନଗରମାନଙ୍କରେ ଅଧିକାଂଶ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରିଥିଲେ, ସେହି ନଗରଗୁଡ଼ିକୁ ତିରସ୍କାର କଲେ। କାରଣ ସେଠାକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନ ଥିଲେ, କି ପାପ କରିବା ଛାଡ଼ି ନ ଥିଲେ, 21 ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେଥ୍ସାଇଦା! [e] ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନ [f]ରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ। 22 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ବିଗ୍ଭର ଦିନରେ ସୋର ଓ ସୀଦୋନର ଅପେକ୍ଷା ତୁମ୍ଭ ଦଶା ଅଧିକ ଖରାପ ହେବ।
23 “ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମ [g]ରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା। 24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।”
ଯୀଶୁ ତାହାଙ୍କର ଲୋକମାନଙ୍କୁ ଶାନ୍ତି ପ୍ରଦାନ କରନ୍ତି(K)
25 ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି। 26 ହଁ ପରମପିତା, ତୁମ୍ଭେ ପ୍ରକୃତରେ ଯାହା ଗ୍ଭହୁଁଥିଲ, ତାହା ଘଟିଲା।
27 “ମୋର ପରମପିତା ମୋତେ ସବୁକିଛ ଦେଇଛନ୍ତି। ପରମପିତାଙ୍କ ଛଡ଼ା ପୁତ୍ରଙ୍କୁ ଅନ୍ୟକେହି ଜାଣି ନାହାନ୍ତି। ପୁତ୍ରଙ୍କ ଛଡ଼ା କେହି ପରମପିତାଙ୍କୁ ପ୍ରକୃତରେ ଜାଣି ନାହାନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନୋନୀତ କରିବେ, ସେହିମାନେ କେବଳ ପରମପିତାଙ୍କ ନିକଟରେ ପ୍ରକାଶିତ ହେବେ।
28 “ହେ କ୍ଳାନ୍ତ-ଶ୍ରାନ୍ତ ଓ ଚିନ୍ତାରେ ଭାରଗ୍ରସ୍ତ ଥିବା ଲୋକମାନେ! ମୋ’ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦେବି। 29 ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ’ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ। 30 ଯେଉଁ କାର୍ଯ୍ୟ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।”
ଯୀଶୁ ବିଶ୍ରାମ ଦିନର ପ୍ରଭୁ(L)
12 ପ୍ରାୟ ସେହି ସମୟରେ ଯୀଶୁ ବିଶ୍ରାମ ଦିବସ [h]ରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ। ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଥିଲେ, ତାହାଙ୍କର ଶିଷ୍ୟମାନଙ୍କୁ ଭୋକ ଲାଗିଲା। ସେମାନେ କେତେକ ଗହମ କେଣ୍ଡା ଛିଣ୍ଡେଇ ଖାଇବାକୁ ଲାଗିଲେ। 2 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କୁ କହିଲେ, “ଦେଖ, ତୁମ୍ଭର ଶିଷ୍ୟମାନେ ବିଶ୍ରାମ ଦିବସରେ ଏଭଳି ଯାହା କରୁଛନ୍ତି, ତାହା ମୋଶାଙ୍କ ବ୍ୟବସ୍ଥାର ବିରୋଧୀ।”
3 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସାଙ୍ଗରେ ଥିବା ଲୋକେ, ଭୋକ ଲାଗିବା ବେଳେ କ’ଣ କରିଥିଲେ, ସେ ବିଷୟରେ ତୁମ୍ଭେ କ’ଣ ପଢ଼ି ନାହଁ? 4 ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ। 5 ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାରେ କ’ଣ ପଢ଼ି ନାହଁ ଯେ ବିଶ୍ରାମ ଦିବସରେ ଯାଜକମାନେ ପ୍ରଭୁଙ୍କ ମନ୍ଦିରରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣାରେ ତାହାଙ୍କର କେହି କିଛି ଦୋଷ ଧରନ୍ତି ନାହିଁ। 6 କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠାରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍। 7 ଶାସ୍ତ୍ରକହେ, ‘ମୁଁ ଲୋକମାନଙ୍କ ମଧ୍ୟରେ ଦୟା ଗ୍ଭହେଁ, କିନ୍ତୁ ପଶୁବଳି ଗ୍ଭହେଁ ନାହିଁ।’ [i] ତୁମ୍ଭେ ପ୍ରକୃତରେ ଏହାର ଅର୍ଥ ବୁଝି ନାହଁ। ଯଦି ବୁଝି ଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତ ନାହିଁ।
8 “ମନୁଷ୍ୟପୁତ୍ର [j] ବିଶ୍ରାମ ଦିବସର ପ୍ରଭୁ ଅଟନ୍ତି।”
ଯୀଶୁ ଗୋଟିଏ ଲୋକର ଅଚଳ ହାତଟି ସୁସ୍ଥ କଲେ(M)
9 ଯୀଶୁ ସେଠାରୁ ଯାଇ ସେମାନଙ୍କର ପ୍ରାର୍ଥନାଗୃହରେ ପ୍ରବେଶ କଲେ। 10 ସେଠାରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସେଠାରେ ଥିବା କେତେକ ଯିହୂଦୀ ଯୀଶୁଙ୍କ ଉପରେ ଦୋଷାରୋପ କରିବା ପାଇଁ ସୁଯୋଗ ଖୋଜୁଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ମୋଶାଙ୍କ ନିୟମ ଅନୁସାରେ ବିଶ୍ରାମ ଦିବସରେ କାହାରିକୁ ଭଲ କରିଦେବା କ’ଣ ବିଧିସଙ୍ଗତ?”
11 ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ? 12 ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ତେଣୁ ମୋଶାଙ୍କ ବ୍ୟବସ୍ଥା ବିଶ୍ରାମ ଦିବସରେ ଭଲ କାମ କରିବାକୁ ଅନୁମତି ଦେଇଥାଏ।”
13 ତା’ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା’ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା’ର ଅନ୍ୟ ହାତ ଭଳି ହୋଇଗଲା। 14 କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।
ପରମେଶ୍ୱରଙ୍କ ମନୋନୀତ ସେବକ: ଯୀଶୁ
15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ। 16 କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ। 17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ, ସେଗୁଡ଼ିକ ପୂର୍ଣ୍ଣ ହେବା ପାଇଁ ଯୀଶୁ ଏହା କଲେ। ଯିଶାଇୟ କହିଥିଲେ,
18 “ଏ ମୋର ସେବକ।
ମୁଁ ତାହାଙ୍କୁ ବାଛିଛି।
ମୁଁ ତାହାଙ୍କୁ ଭଲ ପାଏ।
ମୁଁ ତାହାଙ୍କ ଉପରେ ଖୁସୀ।
ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି।
ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।
19 ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ।
ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ।
20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ
କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ।
ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।
21 ସେଥିରେ ସବୁ ଲୋକେ ତାହାଙ୍କ ଉପରେ ଭରସା ରଖିବେ।”(N)
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ନିହିତ ଅଛି(O)
22 ତା’ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା। 23 ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”
24 ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ୍ [k]ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”
25 ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି। 26 ଯଦି ଶୟତାନ ତା’ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା’ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା’ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ। 27 ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ। 28 ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି। 29 ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା’ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା’ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ। 30 ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।
31 ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି। 32 ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।
କର୍ମ ହିଁ ବ୍ୟକ୍ତିର ପରିଚୟ ଦିଏ(P)
33 “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ। 34 ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ। 35 ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା’ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ। 36 କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। 37 ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”
ଯୀଶୁଙ୍କୁ ପ୍ରମାଣ ଦେବା ପାଇଁ ଯିହୂଦୀମାନଙ୍କର ଆହ୍ୱାନ(Q)
38 ତା’ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”
39 ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟଦ୍ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ। 40 ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ। 41 ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।
42 “ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।
ବର୍ତ୍ତମାନର ଲୋକମାନଙ୍କଠାରେ ମନ୍ଦଗୁଣ ଭରି ରହିଛି(R)
43 “ଯେତେବେଳେ ଗୋଟିଏ ଭୂତ କୌଣସି ଲୋକଦେହରୁ ବାହାରି ଗ୍ଭଲି ଆସେ, ସେତେବେଳେ ସେ ପଥଭ୍ରଷ୍ଟ ହୋଇ ବିଶ୍ରାମ ନେବା ପାଇଁ ଶୁଖିଲା ଜାଗାଟିଏ ଖୋଜି ବୁଲେ, କିନ୍ତୁ ସେଭଳି ଜାଗାଟିଏ ତାକୁ ମିଳେ ନାହିଁ। 44 ସେତେବେଳେ ସେ କୁହେ, ‘ମୁଁ ମୋର ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସେଠାକୁ ଫେରିଯିବି।’ ସେ ପୁଣି ଫେରି ଆସେ, ସେ ଦେଖେ ସେପର୍ଯ୍ୟନ୍ତ ମଧ୍ୟ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠିକ୍ଠାକ୍ ଅଛି। ତା’ପରେ ସେ ଯାଏ ଓ ତା’ଠାରୁ ଅଧିକ ଖରାପ ଆଉ ସାତୋଟା ଭୂତଙ୍କୁ ଡାକିଆଣେ। 45 ତା’ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”
ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କର ପରିବାର(S)
46 ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ। 47 ଜଣେ କେହି ଯୀଶୁଙ୍କୁ କହିଲେ, “ତୁମ୍ଭର ମା ଏବଂ ଭାଇମାନେ ବାହାରେ ଅପେକ୍ଷା କରିଛନ୍ତି। ସେମାନେ ତୁମ୍ଭ ସହିତ କଥାବାର୍ତ୍ତା ହେବାକୁ ଗ୍ଭହୁଁଛନ୍ତି।”
48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା କିଏ? ମୋର ଭାଇମାନେ କିଏ?” 49 ତା’ପରେ ସେ ତାହାଙ୍କର ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼େଇ କହିଲେ, “ଏମାନେ ମୋର ମା ଓ ଭାଇ। 50 ଯିଏ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମୋର ଭାଇ, ଭଉଣୀ ଓ ମା।”
2010 by World Bible Translation Center