Read the Gospels in 40 Days
ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼(A)
15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, 2 “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”
3 ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? 4 ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, [a] କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’ [b] 5 କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା’ଫଳରେ ଜଣେ ଲୋକ ତା’ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ 6 ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। 7 ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠିକ୍ ଭାବରେ ଏହି ଭବିଷ୍ୟଦ୍ବାଣୀ କହିଥିଲେ।
8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
କିନ୍ତୁ ସେମାନଙ୍କ ମନକଥା ମୋ’ଠାରୁ ବହୁତ ଦୂରରେ ରହିଥାଏ।
9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’” (B)
10 ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ। 11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା’ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”
12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”
13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। 14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”
15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’
16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି? 17 ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ। 18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା’ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। 19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। 20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”
ଜଣେ ଅଣଯିହୂଦୀ ସ୍ତ୍ରୀକୁ ଯୀଶୁଙ୍କ ସହାୟତା(C)
21 ଯୀଶୁ ସେ ସ୍ଥାନଛାଡ଼ି ସୋର ଓ ସୀଦୋନ ଅଞ୍ଚଳକୁ ଗ୍ଭଲିଗଲେ। 22 ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”
23 ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, “ସେ ଆମ୍ଭ ପଛେ ପଛେ ପାଟି କରି ଆସୁଛି। ତାକୁ ଗ୍ଭଲି ଯିବାକୁ କହି ଦିଅନ୍ତୁ।”
24 ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।”
25 ତା’ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।”
26 ଯୀଶୁ କହିଲେ, “ପିଲାମାନଙ୍କ ଖାଦ୍ୟନେଇ କୁକୁରଗୁଡ଼ିକୁ ଦେଇଦେବା ଠିକ୍ କାମ ହେବ ନାହିଁ।”
27 ସେହି ସ୍ତ୍ରୀ କହିଲା, “ହଁ ପ୍ରଭୁ, ଏହା ଠିକ୍ କଥା। କିନ୍ତୁ ସେମାନଙ୍କ ମାଲିକମାନଙ୍କର ଖାଇବା ଟେବୁଲ ଉପରୁ ଖସି ପଡ଼ୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡ଼ିକ ଖାଇଥା’ନ୍ତି।”
28 ତା’ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ’ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ
29 ତା’ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।
30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।
ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ(D)
32 ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”
33 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନରେ କେଉଁଠାରୁ ପାଇବା? ଆମ୍ଭେ ନଗରଠାରୁ ବହୁତ ଦୂରରେ ଅଛୁ।”
34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”
ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।”
35 ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ: 36 ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା’ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ। 37 ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା’ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ। 38 ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ। 39 ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।
ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା(E)
16 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।
2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। 3 ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ। 4 ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ [c] ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା’ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।
ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ(F)
5 ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ। 6 ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”
7 ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”
8 ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। 9 ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ। 10 ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି? 11 ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”
12 ତା’ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ(G)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର [d] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ [e] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ [f] ବା ଭବିଷ୍ୟଦ୍ବକ୍ତା [g]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର [h] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି [i] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ(H)
21 ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।
22 ତା’ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”
23 ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”
24 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା’ପରେ ସେ ମୋର ଅନୁସରଣ କରିବା ଉଚିତ୍। 25 ଯେଉଁ ଲୋକ ତା’ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହୁଁଥିବ, ସେ ଏହାକୁ ହରେଇ ବସିବ। ମୋ’ ପାଇଁ ଜୀବନ ଦେଉଥିବା ପ୍ରତ୍ୟେକ ଲୋକ ଏହାକୁ ରକ୍ଷା କରିବ। 26 ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ। 27 ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା’ର କର୍ମ ଅନୁସାରେ ଫଳ ଦେବେ। 28 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”
2010 by World Bible Translation Center