Print Page Options
Previous Prev Day Next DayNext

Read the Gospels in 40 Days

Read through the four Gospels--Matthew, Mark, Luke, and John--in 40 days.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 17-18

ମୋଶା ଓ ଏଲିୟଙ୍କ ସହିତ ଯୀଶୁ(A)

17 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ ସେମାନେ ସମସ୍ତେ ଥିଲେ। ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା। ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା [a] ଥିଲେ।

ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”

ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”

ଯୀଶୁଙ୍କ ଶିଷ୍ୟମାନେ ଏ କଥା ଶୁଣି ଅଧିକ ଭୟଭୀତ ହୋଇ ପଡ଼ିଲେ। ସେମାନେ ଭୂଇଁ ଉପରେ ପଡ଼ିଗଲେ। ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।” ଶିଷ୍ୟମାନେ ଉପରକୁ ଗ୍ଭହିଁଲେ, ସେମାନେ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

ଯୀଶୁ ଓ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଦେଶ ଦେଲେ, “ପର୍ବତ ଉପରେ ତୁମ୍ଭେମାନେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନର୍ଜୀବିତ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ତା’ପରେ ତୁମ୍ଭେ ଯାହାସବୁ ଦେଖିଛ, ତାହା ଲୋକଙ୍କ ଆଗରେ କହିପାର।”

10 ଯୀଶୁଙ୍କୁ ଶିଷ୍ୟମାନେ ପଗ୍ଭରିଲେ, “ତେବେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?”

11 ଯୀଶୁ ଉତ୍ତର ଦେଲେ, “ସେମାନେ ଠି‌କ୍‌ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରତ୍ୟେକ ବସ୍ତୁକୁ ଠି‌କ୍‌ କ୍ରମରେ ରଖିବେ। 12 କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ, ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସେହି ପ୍ରକାର ବ୍ୟବହାର କଲେ। ସେହିଭଳି ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କଠାରୁ ସେହି ପ୍ରକାର ଯାତନା ଭୋଗ କରିବେ।” 13 ତା’ପରେ ତାହାଙ୍କର ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେ ପ୍ରକୃତରେ ଏଲିୟ।

ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କରିଦେଲେ(B)

14 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲୋକମାନଙ୍କ ପାଖକୁ ଫେରି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗରେ ଆଣ୍ଠୁ ମାଡ଼ି ପଡ଼ିଗଲା। 15 ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି। 16 ମୁଁ ତାକୁ ତୁମ୍ଭ ଶିଷ୍ୟମାନଙ୍କ ପାଖକୁ ଆଣିଥିଲି, କିନ୍ତୁ ସେମାନେ ତାକୁ ସୁସ୍ଥ କରି ପାରିଲେ ନାହିଁ।”

17 ଯୀଶୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ ନାହିଁ। ତୁମ୍ଭେମାନେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତେଦିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ଯ୍ୟନ୍ତ ମୋର ଧୈର୍ଯ୍ୟ ରହିବ? ସେ ପିଲାଟିକୁ ମୋ’ ପାଖକୁ ଆଣ।” 18 ତା’ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା।

19 ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”

20 ଯୀଶୁ କହିଲେ, “ତାହା କେବଳ ତୁମ୍ଭର ଅଳ୍ପ ବିଶ୍ୱାସର ଯୋଗୁଁ ହେଲା। ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭର ଯଦି ଗୋଟିଏ ସୋରିଷ ଦାନା ପରିମାଣର ମଧ୍ୟ ବିଶ୍ୱାସ ଅଛି, ତେବେ ତୁମ୍ଭେ ଏହି ପର୍ବତକୁ କହିପାରିବ, ‘ଏ ଜାଗାରୁ ସେ ଜାଗାକୁ ଗ୍ଭଲିଯାଅ,’ ଏବଂ ପର୍ବତ ଗ୍ଭଲିଯିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହୋଇ ରହିବ ନାହିଁ।’’ 21 (ଏହିଭଳି ଭୂତମାନେ କେବଳ ଉପବାସ ଓ ପ୍ରାର୍ଥନା ଦ୍ୱାରା ବାହାରି ଯାଇ ଥା’ନ୍ତି।) [b]

ନିଜ ମୃତ୍ୟୁ ବିଷୟରେ ଯୀଶୁ କହନ୍ତି(C)

22 ତା’ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ। 23 ସେମାନେ ତାହାଙ୍କୁ ମାରିଦେବେ, କିନ୍ତୁ ସେ ମୃତ୍ୟୁରୁ ତୃତୀୟ ଦିନ ବଞ୍ଚି ଉଠିବେ।” ଯୀଶୁଙ୍କୁ ମାରି ଦିଆଯିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ୟମାନେ ବହୁତ ମନଦୁଃଖ କଲେ।

କର ଦେବା ବିଷୟରେ ଯୀଶୁଙ୍କ ଉପଦେଶ

24 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ର‌କ୍‌ମା’ କର [c] ଦିଅନ୍ତି କି?”

25 ପିତର ଉତ୍ତର ଦେଲେ, “ହଁ, ସେ ଦିଅନ୍ତି।”

ପିତର ଘର ଭିତରକୁ ଗଲେ, ସେଠାରେ ଯୀଶୁ ଥିଲେ। ପିତର କିଛି କହିବା ପୂର୍ବରୁ ଯୀଶୁ କହିଲେ, “ପୃଥିବୀର ରାଜାମାନେ ଲୋକମାନଙ୍କଠାରୁ ଅନେକ ପ୍ରକାର କରଆଦାୟ କରିଥା’ନ୍ତି। କିନ୍ତୁ କେଉଁମାନେ ସେହି କର ଦିଅନ୍ତି? ଏମାନେ କ’ଣ ରାଜାଙ୍କ ନିଜ ସନ୍ତାନସନ୍ତତି ନା ଅନ୍ୟମାନଙ୍କର ସନ୍ତାନସନ୍ତତି? ତୁମ୍ଭେ କ’ଣ ଭାବୁଛ?”

26 ପିତର ଉତ୍ତର ଦେଲେ, “ରାଜାମାନେ ଅନ୍ୟମାନଙ୍କର ସନ୍ତାନସନ୍ତତିଙ୍କଠାରୁ କରଆଦାୟ କରନ୍ତି।”

ଯୀଶୁ ତାହାଙ୍କୁ କହିଲେ, “ତା’ର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦେବାକୁ ପଡ଼େ ନାହିଁ। 27 କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା’ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।”

ସବୁଠାରୁ ଶ୍ରେଷ୍ଠ କିଏ(D)

18 ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?”

ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ। ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ। ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।

“ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।

ପାପର କାରଣ ବିଷୟରେ ସତର୍କ କଲେ(E)

“କିନ୍ତୁ ମୋ’ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ। ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।

“ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

ଯୀଶୁ ହଜିଥିବା ମେଣ୍ଢାର ଦୃଷ୍ଟାନ୍ତ କହିଲେ(F)

10 “ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି। 11 ଯେଉଁମାନେ ହଜିଯାଇଛନ୍ତି ମନୁଷ୍ୟପୁତ୍ର ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆସିଛନ୍ତି। [d]

12 “ଯଦି କୌଣସି ଲୋକର ଶହେଟି ମେଣ୍ଢା ଥା’ନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତେବେ ସେହି ଲୋକଟି ତା’ର ବାକି ଅନେଶ୍ୱତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦେଇ ହଜିଯାଇଥିବା ମେଣ୍ଢାକୁ ଖୋଜିବାକୁ ଯିବ ନାହିଁ କି? ତୁମ୍ଭେ କ’ଣ ଭାବ? 13 ମୁଁ ତୁମ୍ଭକୁ ସତ୍ୟ କହୁଛି। ଯଦି ସେ ମେଣ୍ଢାଟି ଖୋଜି ପାଇଯାଏ ତେବେ ନ ହଜିଥିବା ଅନେଶ୍ୱତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସୀ ହେବ। 14 ଠି‌କ୍‌ ସେହିଭଳି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଏହିଭଳି ଛୋଟ ପିଲାମାନଙ୍କ ମଧ୍ୟରୁ କେହି ଜଣେ ହେଲେ ହଜିଯାଉ ବୋଲି ଗ୍ଭହାନ୍ତି ନାହିଁ।

ଯେତେବେଳେ ଜଣେ ଲୋକ ତୁମ୍ଭକୁ ଆଘାତ କରେ(G)

15 “ତୁମ୍ଭର କେହି ଭାଇ ଯଦି ତୁମ୍ଭ ବିରୁଦ୍ଧରେ ଭୁଲ୍ କାମ କରେ, ତେବେ ସେ ଏକାକୀ ଥିବା ବେଳେ ତା’ ନିକଟକୁ ଯାଇ ତା’ର ଭୁଲ୍ ବିଷୟରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତେବେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହୋଇ ରହିବାକୁ ସାହାଯ୍ୟ କର। 16 ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତେବେ ଜଣେ ବା ଦୁଇଜଣ ଲୋକଙ୍କୁ ନେଇ ପୁଣି ଥରେ ତା’ ପାଖକୁ ଯାଅ। ତେବେ ଯାହାକିଛି କୁହାଯାଇଛି, ଦୁଇ ବା ତିନି ଜଣ ସାକ୍ଷୀଙ୍କ ଦ୍ୱାରା ତାହା ସମର୍ଥିତ ହେବ। 17 ଯଦି ସେ ଲୋକ ସେମାନଙ୍କ କଥା ମଧ୍ୟ ଶୁଣିବାକୁ ମନା କରିଦିଏ, ତେବେ ମଣ୍ଡଳୀକୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନ ଶୁଣେ, ତେବେ ପରମେଶ୍ୱରଙ୍କୁ ବିଶ୍ୱାସ କରୁ ନ ଥିବା ଲୋକ କିମ୍ବା ଜଣେ କରଆଦାୟକାରୀକୁ ଯେଭଳି ବ୍ୟବହାର କରାଯାଏ, ତାହାକୁ ସେହିଭଳି ବ୍ୟବହାର କର।

18 “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ତୁମ୍ଭେ ଏ ସଂସାରରେ ଯାହାସବୁ ବନ୍ଦ କରିବ ତାହା ପରମେଶ୍ୱରଙ୍କ ଦ୍ୱାରା ବନ୍ଦ ହେବ। ତୁମ୍ଭେ ଏ ସଂସାରରେ ଯେତେବେଳେ କ୍ଷମା ଦେବା ପାଇଁ ପ୍ରତିଶ୍ରୁତି ଦେବ, ସେହି କ୍ଷମା ମଧ୍ୟ ପରମେଶ୍ୱରଙ୍କ କ୍ଷମା ହେବ। 19 ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତରେ ଯଦି ତୁମ୍ଭ ଭିତରୁ କେହି ଦୁଇଜଣ ଏକମତ ହୋଇ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କୁ କିଛି ମାଗିବେ, ତେବେ ସେ ତାହା ତୁମ୍ଭ ପାଇଁ ପୂରଣ କରିଦେବେ। 20 ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।”

ପାପ କ୍ଷମାର ଦୃଷ୍ଟାନ୍ତ

21 ତା’ପରେ ପିତର ଯୀଶୁଙ୍କ ପାଖକୁ ଯାଇ ପଗ୍ଭରିଲେ, “ପ୍ରଭୁ, ମୋ’ ଭାଇ ଯଦି ମୋ’ ନିକଟରେ ବାରମ୍ବାର ଅପରାଧ କରେ, ତେବେ ମୁଁ ତାକୁ କେତେଥର ପର୍ଯ୍ୟନ୍ତ କ୍ଷମା ଦେବି? ମୁଁ କ’ଣ ତାକୁ ସାତଥର ପର୍ଯ୍ୟନ୍ତ କ୍ଷମା ଦେବି?”

22 ଯୀଶୁ କହିଲେ, “ମୁଁ କହୁଛି, ତୁମ୍ଭେ ତାକୁ ନିଶ୍ଚିତ ରୂପରେ ସାତଥରଠାରୁ ଅଧିକ ଥର କ୍ଷମା କରିବା ଉଚିତ୍। ଏପରିକି ଯଦି ସେ ସାତଗୁଣ ସତୁରି [e] ଥର ପର୍ଯ୍ୟନ୍ତ ମଧ୍ୟ ତୁମ୍ଭ ପ୍ରତି ଅପରାଧ କରେ, ତେବେ ମଧ୍ୟ ତୁମ୍ଭେ କ୍ଷମାଦେବା ଜାରି ରଖ।

23 “ନିଜ ଗ୍ଭକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ୱର୍ଗରାଜ୍ୟର ତୁଳନା କରା ଯାଇପାରେ। 24 ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରିଦେଲେ। ତାହାଙ୍କର ଜଣେ ଗ୍ଭକର ଉପରେ ଦଶ ହଜାର ରୌପ୍ୟମୁଦ୍ରା ବାକି ଥିଲା। 25 ରାଜାଙ୍କୁ ଋଣ ପରିଶୋଧ କରିବା ପାଇଁ ଗ୍ଭକର ପାଖରେ କିଛି ହେଲେ ନ ଥିଲା। ରାଜା ଆଦେଶ ଦେଲେ ଯେ, ଗ୍ଭକରର ସବୁ ଜିନିଷ ଏପରିକି ତା’ର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦେଇ ଋଣ ପରିଶୋଧ କରାଯିବ।

26 “ଗ୍ଭକରଟି ରାଜାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ିଲା। ସେ ପ୍ରାର୍ଥନା କଲା, ‘ଆପଣ ମୋ’ ପାଇଁ ଧୈର୍ଯ୍ୟବାନ ହୁଅନ୍ତୁ। ମୁଁ ଆପଣଙ୍କର ସମସ୍ତ ଋଣ ପରିଶୋଧ କରିଦେବି।’ 27 ମାଲିକ ଏହା ଶୁଣି ଗ୍ଭକରଟି ପାଇଁ ଦୁଃଖ ପ୍ରକାଶ କଲେ, ତେଣୁ ସେ ଗ୍ଭକରର ଋଣ ଛାଡ଼ କରିଦେଇ ତାକୁ ଛାଡ଼ି ଦେଲେ।

28 “ଗ୍ଭକର ବାହାରୁଥିବା ସମୟରେ ରାସ୍ତାରେ ସେ ତା’ର ଜଣେ ସଙ୍ଗୀ ଗ୍ଭକରକୁ ଦେଖିଲା। ସେ ଜଣକ ତା’ଠାରୁ ଶହେ ମୁଦ୍ରା ଋଣ କରିଥିଲା। ପ୍ରଥମ ଗ୍ଭକର ଦ୍ୱିତୀୟ ଗ୍ଭକରର ତଣ୍ଟି ଚିପି ଧରି କହିଲା, ‘ମୋ’ଠାରୁ ଯେଉଁ ଋଣ ନେଇଛୁ, ତାହାକୁ ଶୁଝିଦେ।’

29 “ତା’ପରେ ଦ୍ୱିତୀୟ ଗ୍ଭକର ତା’ ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, ‘ମୋ’ ପାଇଁ ଧୈର୍ଯ୍ୟ ଧର। ମୁଁ ଯାହା ନେଇଛି ସବୁତକ ଶୁଝିଦେବି।’

30 “କିନ୍ତୁ ପ୍ରଥମ ଗ୍ଭକର ଧୈର୍ଯ୍ୟ ଧରିବାକୁ ମନାକଲା। କେବଳ ଏତିକି ନୁହେଁ, ସେ ବିଗ୍ଭରପତିଙ୍କ ନିକଟକୁ ଯାଇ ଦ୍ୱିତୀୟ ଗ୍ଭକର ବିରୁଦ୍ଧରେ ଅଭିଯୋଗ ମଧ୍ୟ କଲା। ଦ୍ୱିତୀୟ ଗ୍ଭକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାକୁ କାରାଗାରରେ ରହିବାକୁ ପଡ଼ିଲା। 31 ଅନ୍ୟ ଗ୍ଭକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲେ। ତେଣୁ ଯାହାସବୁ ଘଟିଥିଲା, ସେ ସବୁ ସେମାନେ ସେମାନଙ୍କ ମାଲିକଙ୍କ ଆଗରେ ଯାଇ କହିଲେ।

32 “ତା’ପରେ ମାଲିକ ପ୍ରଥମ ଗ୍ଭକରକୁ ଡାକି କହିଲେ, ‘ରେ ଦୁଷ୍ଟ ଗ୍ଭକର! ତୁ ମୋ’ଠାରୁ ବହୁତ ଅଧିକ ଧନ ଋଣ କରିଥିଲୁ, କିନ୍ତୁ ତୁ ମୋତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦେଲି। 33 ମୁଁ ତୋତେ ଯେଉଁଭଳି ଦୟା ଦେଖାଇଥିଲି, ତୁ କ’ଣ ତୋର ସଙ୍ଗୀ ଗ୍ଭକରକୁ ସେହିଭଳି ଦୟା ଦେଖାଇ ନ ଥା’ନ୍ତୁ?’ 34 ତା’ର ମାଲିକ ଖୁବ୍ ରାଗିଗଲେ, ଦଣ୍ଡ ଦେବା ପାଇଁ ସେ ଗ୍ଭକରକୁ କାରାଗାରରେ ରଖିଲେ। ସମସ୍ତ ଋଣ ପରିଶୋଧ କରା ନ ଯିବା ପର୍ଯ୍ୟନ୍ତ ଗ୍ଭକରଟିକୁ କାରାଗାରରେ ରହିବାକୁ ହେଲା।

35 “ମୋର ସ୍ୱର୍ଗୀୟ ପରମପିତା ତୁମ୍ଭକୁ ଯେଭଳି ବ୍ୟବହାର ଦେଖାଇବେ, ଏହି ରାଜା ଗ୍ଭକରକୁ ଠି‌କ୍‌ ସେହିଭଳି ବ୍ୟବହାର ଦେଖାଇଲେ। ଅତଏବ ତୁମ୍ଭେମାନେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦେବ। ନଚେତ ମୋର ସ୍ୱର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦେବେ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center