Read the Gospels in 40 Days
ଯୀଶୁ ବିବାହ ବିଚ୍ଛେଦ ବିଷୟରେ ଶିକ୍ଷା ଦେଲେ(A)
19 ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ। 2 ଅନେକ ଲୋକ ତାହାଙ୍କୁ ଅନୁସରଣ କଲେ। ସେଠାରେ ଯୀଶୁ ରୋଗୀ ଲୋକମାନଙ୍କୁ ସୁସ୍ଥ କଲେ।
3 କେତେକ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଜଣେ ପୁରୁଷ କୌଣସି କାରଣରୁ ତା’ର ସ୍ତ୍ରୀକୁ ଛାଡ଼ି ଦେବା ନ୍ୟାୟସଙ୍ଗତ କି?”
4 ଯୀଶୁ କହିଲେ, “ତୁମ୍ଭେ ନିଶ୍ଚୟ ଶାସ୍ତ୍ରରେ ପଢ଼ିଛ ଯେ, ‘ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?’ [a] 5 ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’ [b] 6 ତେଣୁ ସ୍ୱାମୀ ସ୍ତ୍ରୀ ଦୁଇଜଣ ହୋଇ ରହନ୍ତି ନାହିଁ ମାତ୍ର ସେମାନେ ଏକ ହୋଇ ଯାଆନ୍ତି। ପରମେଶ୍ୱର ସେମାନଙ୍କୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସେମାନଙ୍କୁ ଅଲଗା ନ କରୁ।”
7 ଫାରୂଶୀମାନେ ପଗ୍ଭରିଲେ, “ତେବେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦେଇ ପାରିବ ବୋଲି ମୋଶା କାହିଁକି ଆଦେଶ ଦେଇଛନ୍ତି?”
8 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଉପଦେଶ ଗ୍ରହଣ କରିବାକୁ ମନା କରିଥିବାରୁ ମୋଶା ତୁମ୍ଭମାନଙ୍କୁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେବାକୁ ଅନୁମତି ଦେଇଛନ୍ତି। କିନ୍ତୁ ପ୍ରଥମରୁ ଛାଡ଼ପତ୍ର ଦେବା ପାଇଁ ଅନୁମତି ଦିଆଯାଇ ନ ଥିଲା। 9 ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟଜଣେ ସ୍ତ୍ରୀଲୋକକୁ ବିବାହ କରେ, ତେବେ ସେ ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହୁଏ। ଯଦି ପ୍ରଥମ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ଯୌନ-ସମ୍ପର୍କ ରହିଥାଏ, ସେହି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପୁଣି ଥରେ ବିବାହ କରି ପାରିବ।”
10 ଶିଷ୍ୟମାନେ ଯୀଶୁଙ୍କୁ କହିଲେ, “ଯଦି ଜଣେ ପୁରୁଷ କେବଳ ଗୋଟିଏ ମାତ୍ର କାରଣ ପାଇଁ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ପାରିବ, ତେବେ ବିବାହ ନ କରିବା ବରଂ ଭଲ।”
11 ଯୀଶୁ ଉତ୍ତର ଦେଲେ, “ବିବାହ ସମ୍ବନ୍ଧରେ ଏହି ଉପଦେଶ ପ୍ରତ୍ୟେକ ଲୋକ ଗ୍ରହଣ କରି ପାରିବେ ନାହିଁ। ଯେଉଁମାନଙ୍କୁ ପରମେଶ୍ୱର ଏହି କ୍ଷମତା ଦେଇଛନ୍ତି, କେବଳ ସେହିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ। 12 କେତେକ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତା’ର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତେକ ଲୋକ ନପୁଂସକ ହୋଇ ଜନ୍ମ ହୋଇଥା’ନ୍ତି। କେତେକ ଲୋକ ଅନ୍ୟମାନଙ୍କ ଦ୍ୱାରା ପରବର୍ତ୍ତୀ ସମୟରେ ନପୁଂସକ ହୋଇଯାଇଥା’ନ୍ତି। ଆଉ କେତେକ ଲୋକ ସ୍ୱର୍ଗରାଜ୍ୟ ପାଇଁ ବିବାହ କରି ନ ଥା’ନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରି ପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚିତ୍।” [c]
ଯୀଶୁ ପିଲାମାନଙ୍କୁ ସ୍ୱାଗତ କଲେ(B)
13 ତା’ପରେ ଲୋକମାନେ କେତେକ ପିଲାଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ, ଯେପରି ଯୀଶୁ ସେମାନଙ୍କ ଉପରେ ଆପଣା ହାତ ରଖି ପାରିବେ ଓ ସେମାନଙ୍କ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ଧମକ ଦେଇ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ। 14 ଯୀଶୁ କହିଲେ, “ପିଲାମାନଙ୍କୁ ମୋ’ ପାଖକୁ ଆସିବାକୁ ଦିଅ। ସେମାନଙ୍କୁ ଅଟକାଅ ନାହିଁ, କାରଣ ଯେଉଁମାନେ ଠିକ୍ ଏହି ପିଲାମାନଙ୍କ ଭଳି ଅଟନ୍ତି ସ୍ୱର୍ଗରାଜ୍ୟ ସେହିମାନଙ୍କର।” 15 ତା’ପରେ ଯୀଶୁ ତାହାଙ୍କର ହାତ ସେହି ପିଲାମାନଙ୍କ ଉପରେ ରଖିଲେ ଏବଂ ସେଠାରୁ ଗ୍ଭଲିଗଲେ।
ଜଣେ ଧନୀଲୋକ ଯୀଶୁଙ୍କୁ ଅନୁସରଣ କରିବା ପାଇଁ ମନାକଲା(C)
16 ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?”
17 ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।”
18 ଲୋକ ଜଣକ ପଗ୍ଭରିଲା, “କେଉଁ ଆଦେଶ?”
ଯୀଶୁ ଉତ୍ତର ଦେଲେ, “‘ତୁମ୍ଭେ କାହାରିକୁ ହତ୍ୟା କରିବ ନାହିଁ, ବ୍ୟଭିଗ୍ଭର କର ନାହିଁ, ଗ୍ଭେରି କର ନାହିଁ, ଅନ୍ୟ ଲୋକଙ୍କ ବିଷୟରେ ମିଛ କୁହ ନାହିଁ।’ 19 ନିଜ ପିତାମାତାଙ୍କୁ ସମ୍ମାନ ଦେବ [d] ଓ ‘ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସେହିପରି ଭଲ ପାଇବ।’ [e]’’
20 ଯୁବକଟି କହିଲା, “ମୁଁ ଏ ସବୁକଥା ମାନିଛି। ଏବେ ମୋ’ ପାଖରେ ଆଉ କ’ଣ ଅଭାବ ରହିଛି?”
21 ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା’ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା’ପରେ ଆସ ଓ ମୋର ଅନୁସରଣ କର।”
22 ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।
23 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଧନୀଲୋକ ନିମନ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅତ୍ୟନ୍ତ କଷ୍ଟକର ବିଷୟ। 24 ହଁ, ମୁଁ ତୁମ୍ଭକୁ କହୁଛି ଯେ, ଜଣେ ଧନୀ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଓଟ ଛୁଞ୍ଚିକଣା ଭିତରେ ଗଳିଯିବା ବରଂ ସହଜ।’’
25 ଶିଷ୍ୟମାନେ ଏ କଥା ଶୁଣି ବଡ଼ ଆଶ୍ଚର୍ଯ୍ୟ ହେଲେ। ସେମାନେ ପଗ୍ଭରିଲେ, “ତେବେ କିଏ ପରିତ୍ରାଣ ପାଇ ପାରିବ?”
26 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ଲୋକମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ସବୁକିଛି ସମ୍ଭବ।”
27 ତା’ପରେ ପିତର କହିଲେ, “ଆମ୍ଭର ଯାହାକିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦେଇଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା’ହେଲେ ଆମ୍ଭେ କ’ଣ ପାଇବୁ?”
28 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ୟପୁତ୍ର ତାହାଙ୍କର ମହାନ ସିଂହାସନ ପାଖରେ ବସିବେ ଓ ତୁମ୍ଭେମାନେ ମଧ୍ୟ ଯେଉଁମାନେ ମୋତେ ଅନୁସରଣ କରୁଛ, ସିଂହାସନ ପାଖରେ ବସିବ। ତୁମ୍ଭେମାନେ ବାରଟି ସିଂହାସନ ଉପରେ ବସିବ ଏବଂ ଇସ୍ରାଏଲର [f] ବାରଟି ବଂଶର ଲୋକମାନଙ୍କର ବିଗ୍ଭର କରିବ। 29 ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ। 30 କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନରେ ଅଛନ୍ତି, ଭବିଷ୍ୟତରେ ସେମାନଙ୍କ ଭିତରୁ ବହୁତ ଲୋକ ଶେଷ ସ୍ଥାନରେ ରହିଯିବେ। ଏବଂ ଏବେ ଶେଷ ସ୍ଥାନରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ୟତରେ ପ୍ରଥମସ୍ଥାନ ଲାଭ କରିବେ।
ଯୀଶୁ ଶ୍ରମିକମାନଙ୍କର କାହାଣୀ କହିଲେ
20 “ସ୍ୱର୍ଗରାଜ୍ୟ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତେକ ଦ୍ରାକ୍ଷା ବଗିଗ୍ଭ ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷାବଗିଗ୍ଭରେ କାମ କରିବା ପାଇଁ ଅନ୍ୟ କେତେକ ଶ୍ରମିକ ଆଣିବାକୁ ବାହାରିଗଲେ। 2 ସେ ଶ୍ରମିକମାନଙ୍କୁ ସେଦିନ କାମ କରିବା ବାବଦରେ ଗୋଟିଏ ଗୋଟିଏ ରୌପ୍ୟ ମୁଦ୍ରା ଦେବା ପାଇଁ ରାଜି ହେଲେ। ତା’ପରେ ସେ ଶ୍ରମିକମାନଙ୍କୁ ବଗିଗ୍ଭକୁ କାମ କରିବାକୁ ପଠାଇଦେଲେ।
3 “ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସେଠାରେ କେତେକ ଶ୍ରମିକଙ୍କୁ ଠିଆ ହୋଇଥିବାର ଦେଖିଲେ। ସେମାନଙ୍କ ପାଖରେ କିଛି କାମ ନ ଥିଲା। 4 ତେଣୁ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ଯଦି ଯାଇ ମୋ’ ଦ୍ରାକ୍ଷାବଗିଗ୍ଭରେ କାମ କରିବ, ତେବେ ତୁମ୍ଭର ଯାହା ଉଚିତ୍ ପ୍ରାପ୍ୟ ହେବ, ମୁଁ ତୁମ୍ଭକୁ ତାହା ଦେବି।’ 5 ତେଣୁ ସେମାନେ ମଧ୍ୟ ଦ୍ରାକ୍ଷାବଗିଗ୍ଭକୁ କାମ କରିବାକୁ ଗଲେ।
“ପୁଣି ପ୍ରାୟ ବାରଟା ବେଳେ ଓ ଆଉଥରେ ପ୍ରାୟ ତିନିଟା ବେଳେ ସେ ଘରୁ ଯାଇ ପୂର୍ବଭଳି ଆଉ କେତେକ ଶ୍ରମିକଙ୍କୁ ଆଣିଲେ। 6 ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାରରେ ଦେଖିଲେ ଯେ କେତେକ ଲୋକ ଠିଆ ହୋଇଛନ୍ତି। ସେ ସେମାନଙ୍କୁ ପଗ୍ଭରିଲେ, ‘ତୁମ୍ଭେମାନେ ଦିନସାରା କିଛି କାମ ନ କରି ଏଠାରେ ଏମିତି କାହିଁକି ଠିଆ ହୋଇଛ?’
7 “ସେମାନେ କହିଲେ, ‘ଆମ୍ଭକୁ କେହି ମଜୁରୀ ଦେଇ କାମ କରିବାକୁ ଡାକି ନାହାନ୍ତି।’
“ଜମିଦାର ଜଣକ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଯାଇ ମୋର ଦ୍ରାକ୍ଷାବଗିଗ୍ଭରେ କାମ କର।’
8 “ସନ୍ଧ୍ୟା ହେବାରୁ ଦ୍ରାକ୍ଷାବଗିଗ୍ଭର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡାକି କହିଲେ, ‘ଶ୍ରମିକମାନଙ୍କୁ ଡାକ। ମୁଁ ଯେଉଁମାନଙ୍କୁ ଶେଷରେ କାମରେ ଲଗାଇଲି ସେହି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦେବା ଆରମ୍ଭ କର। ସର୍ବ ଶେଷରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।’
9 “ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସେମାନେ ମଜୁରୀ ନେବାକୁ ଆସିଲେ। ପ୍ରତ୍ୟେକ ଶ୍ରମିକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ। 10 ଯେତେବେଳେ ଆଗ ଆସିଥିବା ଶ୍ରମିକମାନେ ଆସିଲେ, ସେମାନେ ଭାବିଥିଲେ ଯେ ସେମାନଙ୍କୁ କିଛି ଅଧିକ ମିଳିବ। କିନ୍ତୁ ସେମାନେ ମଧ୍ୟ ପ୍ରତ୍ୟେକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ। 11 ସେମାନେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇସାରି ଜମିଦାରଙ୍କ ଆଗରେ ଯାଇ ଏ ବିଷୟରେ ଅଭିଯୋଗ କଲେ। 12 ସେମାନେ କହିଲେ, ‘ଶେଷରେ ଆସିଥିବା ଶ୍ରମିକମାନେ ମାତ୍ର ଗୋଟିଏ ଘଣ୍ଟା କାମ କରିଛନ୍ତି। ଆମ୍ଭେ ଖରାରେ ଦିନସାରା କଠିନ ପରିଶ୍ରମ କରିଛୁ। କିନ୍ତୁ ଆପଣ ସେମାନଙ୍କୁ ଯେତିକି ମଜୁରୀ ଦେଲେ, ଆମ୍ଭକୁ ମଧ୍ୟ ସେତିକି ମଜୁରୀ ଦେଲେ!’
13 “ଜମିଦାର ସେହି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, ‘ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ୟାୟ କରି ନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରୌପ୍ୟମୁଦ୍ରା ନେଇ କାମ କରିବ ବୋଲି ମୋ’ ସାଙ୍ଗରେ ରାଜି ହୋଇ ନ ଥିଲ କି? 14 ଯାହା ତୁମ୍ଭର ପ୍ରାପ୍ୟ ତାହା ନେଇ ଘରକୁ ଯାଅ। ମୁଁ ତୁମ୍ଭମାନଙ୍କୁ ଯେତିକି ଦେଇଛି, ଶେଷରେ ଆସିଥିବା ଶ୍ରମିକକୁ ସେତିକି ଲେଖାଏଁ ଦେବାକୁ ଗ୍ଭହୁଁଛି। 15 ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’
16 “ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶେଷରେ ଅଛନ୍ତି, ଭବିଷ୍ୟତରେ ସେମାନେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁ ଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନ ପାଇବେ।”
ଯୀଶୁ ତାଙ୍କ ନିଜ ମୃତ୍ୟୁ ବିଷୟରେ କହିଲେ(D)
17 ଯୀଶୁ ଯିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ୟ ତାହାଙ୍କ ସହିତ ଥିଲେ। ସେମାନେ ଗ୍ଭଲିକରି ଯାଉଥିବା ସମୟରେ ଯୀଶୁ ସେହି ବାରଜଣ ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡାକିନେଇ କହିଲେ, 18 “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ। 19 ସେମାନେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତରେ ଦେଇଦେବେ, ସେହି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ାରେ ପିଟିବେ ଏବଂ ଗୋଟିଏ କ୍ରୁଶରେ ଚଢ଼ାଇ ତାହାଙ୍କୁ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।”
ଏକ ମାତାଙ୍କର ବିଶେଷ ଅନୁରୋଧ(E)
20 ତା’ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।
21 ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?”
ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”
22 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?”
ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”
23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”
24 ଅନ୍ୟ ଦଶ ଜଣ ଶିଷ୍ୟ ଏ କଥା ଶୁଣି ସେହି ଦୁଇଭାଇଙ୍କ ଉପରେ ରାଗିଗଲେ। 25 ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। 26 କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ। 27 ଯଦି ତୁମ୍ଭ ଭିତରୁ କେହି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତେବେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସେବା କରିବାକୁ ହେବ। 28 ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”
ଯୀଶୁ ଦୁଇଜଣ ଅନ୍ଧଙ୍କୁ ସୁସ୍ଥ କଲେ(F)
29 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ। 30 ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”
31 ଲୋକେ ସେମାନଙ୍କୁ ଧମକ ଦେଇ ଚୁପ୍ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।”
32 ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
33 ସେମାନେ ତାହାଙ୍କୁ କହିଲେ, “ହେ ପ୍ରଭୁ, ଆମ୍ଭେ ଯେପରି ଦେଖି ପାରିବୁ, ତାହା ଗ୍ଭହୁଁଛୁ।”
34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା’ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।
2010 by World Bible Translation Center