Print Page Options
Previous Prev Day Next DayNext

Read the Gospels in 40 Days

Read through the four Gospels--Matthew, Mark, Luke, and John--in 40 days.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 13-14

ହୃଦୟ ପରିବର୍ତ୍ତନ କର

13 ସେତେବେଳେ ଯୀଶୁଙ୍କ ପାଖରେ କେତେକ ଲୋକ ଥିଲେ। ଗାଲିଲୀର କେତେକ ଲୋକଙ୍କର ଯାହା ଘଟିଥିଲା, ସେହି ବିଷୟରେ ସେମାନେ ଯୀଶୁଙ୍କୁ କହିଲେ। ସେମାନେ ଉପାସନା କରୁଥିବା ସମୟରେ ପୀଲାତ [a] ସେହି ଲୋକମାନଙ୍କୁ ହତ୍ୟା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସେମାନଙ୍କ ରକ୍ତକୁ ମିଶାଇଥିଲେ। ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ ଯେ ଏହି ଲୋକମାନେ ଗାଲିଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସେମାନଙ୍କୁ ଏ ଦଶା ଭୋଗିବାକୁ ପଡ଼ିଲା? ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ। ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡ଼ିଲା, ତୁମ୍ଭେମାନେ କ’ଣ ଭାବୁଛ ଯେ ସେମାନେ ଯିରୁଶାଲମରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ? ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”

ଅଦରକାରୀ ଗଛ

ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ। ତେଣୁ ସେ ବଗିଗ୍ଭ ଦାୟିତ୍ୱରେ ଥିବା ଗ୍ଭକରକୁ କହିଲା, “ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରିଗଛରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉ ନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥାରେ ସେ ଗଛଟା ମାଟି ଖରାପ କରିବ?’ କିନ୍ତୁ ଗ୍ଭକରଟି କହିଲା, ‘ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡ଼ିଦିଅ। ମୁଁ ଏହାର ଗ୍ଭରିପଟେ ଗାତ ଖୋଳି ଖତସାର ଦେବି। କାଳେ ଆସନ୍ତା ବର୍ଷ ଗଛରେ ଫଳ ଆସି ପାରେ। ଯଦି ଆସନ୍ତା ବର୍ଷ ଗଛରେ ଫଳ ନ ଆସିବ, ତେବେ ତୁମ୍ଭେ ଏହାକୁ କାଟି ଦେଇପାର।’”

ଯୀଶୁ ବିଶ୍ରାମବାରରେ ଜଣେ ସ୍ତ୍ରୀ ଲୋକକୁ ସୁସ୍ଥ କଲେ

10 ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ। 11 ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା। 12 ଯୀଶୁ ତାକୁ ଡାକି ପାଖରେ ଦେଖି କହିଲେ, “ହେ ନାରୀ ତୁମ୍ଭର ପୀଡ଼ିତା ଅବସ୍ଥା ବର୍ତ୍ତମାନ ଗ୍ଭଲିଯାଇଛି।” 13 ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା’ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହେବାକୁ ସକ୍ଷମ ହେଲା। ସେ ପରମେଶ୍ୱରଙ୍କ ସ୍ତୁତି କଲା।

14 ଯୀଶୁ ବିଶ୍ରାମବାରରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରି ଦେବାରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, “ସପ୍ତାହରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭେମାନେ ସୁସ୍ଥ ହେବା ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାରରେ କେବେ ହେଲେ ସୁସ୍ଥ ହେବା ପାଇଁ ଆସ ନାହିଁ।”

15 ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ। 16 ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦେଲି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ [b] ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାରରେ ସେଥିରୁ ସେ ମୁକ୍ତ ହେବା କ’ଣ ଉଚିତ୍ ନୁହେଁ?” 17 ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।

ପରମେଶ୍ୱରଙ୍କ ରାଜ୍ୟ କି ଭଳି(A)

18 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି? 19 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।”

20 ଯୀଶୁ ପୁଣି କହିଲେ, “ମୁଁ ପରମେଶ୍ୱରଙ୍କ ରାଜ୍ୟ କାହା ସହିତ ତୁଳନା କରି ପାରିବି? 21 ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ଼ ପାତ୍ରରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।”

ଅଣଓସାରିଆ ଦ୍ୱାର(B)

22 ଯୀଶୁ ପ୍ରତ୍ୟେକ ନଗର ଓ ଗ୍ରାମରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ଯିରୁଶାଲମ ଆଡ଼କୁ ଯାଉଥିଲେ। 23 ଜଣେ କେହି ଯୀଶୁଙ୍କୁ କହିଲା, “ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ’ଣ ଅଳ୍ପ ଲୋକ?”

24 ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ। 25 ଯଦି ଜଣେ ଲୋକ ତା’ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’ 26 ତା’ପରେ ତୁମ୍ଭେମାନେ କହିବ, ‘ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭେମାନେ ଆମ୍ଭ ନଗର ଗଳିମାନଙ୍କରେ ଉପଦେଶ ଦେଇଛ।’ 27 ତା’ପରେ ତୁମ୍ଭମାନଙ୍କୁ କହିବେ, ‘ମୁଁ ତୁମ୍ଭମାନଙ୍କୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ? ତୁମ୍ଭେମାନେ ମନ୍ଦ କାମ କରୁଥିବା ଲୋକ। ମୋ’ ପାଖରୁ ଦୂର ହୁଅ।’

28 “ତୁମ୍ଭେମାନେ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟରେ ଦେଖି ପାରିବ। କିନ୍ତୁ ତୁମ୍ଭେମାନେ ବାହାରେ ରହିଯିବ। ସେତିକିବେଳେ ତୁମ୍ଭେମାନେ କ୍ରୋଧ ଓ ଭୟରେ କାନ୍ଦିବ। 29 ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ଖାଇବାକୁ ବସିବେ। 30 କେତେକ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ଯ୍ୟଦା ସବୁଠାରୁ ନିମ୍ନରେ ଅଛି, ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶେଷରେ ଥିବା କେତେକ ଲୋକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଶେଷରେ ରହିବେ।”

ଯିରୁଶାଲମରେ ଯୀଶୁଙ୍କର ମୃତ୍ୟୁ ହେବ(C)

31 ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ। 33 କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା’ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଯିରୁଶାଲମରେ ମରନ୍ତି।

34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା’ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। 35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’ [c], ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”

ବିଶ୍ରାମବାରରେ ଲୋକଙ୍କୁ ସୁସ୍ଥ କରିଦେବା କ’ଣ ଠିକ୍

14 ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ। ଜଣେ ‘ଜଳୋଦର’ [d] ରୋଗୀକୁ ଯୀଶୁଙ୍କ ସାମନାକୁ ଅଣାଗଲା। ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଗ୍ଭରିଲେ, “ବିଶ୍ରାମବାରରେ ଭଲ କରିଦେବା ଠିକ୍ ନା ଭୁଲ୍?” ସେମାନେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରିଦେଲେ। ତା’ପରେ ସେହି ଲୋକଟି ଗ୍ଭଲିଗଲା। ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, “ଯଦି ବିଶ୍ରାମବାରରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତରେ ଖସିପଡ଼େ, ତେବେ ତୁମ୍ଭେମାନେ କ’ଣ ତାକୁ ସଙ୍ଗେ ସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?” ଯୀଶୁ ଯାହା ପଗ୍ଭରିଲେ ସେମାନେ କିଛି ଉତ୍ତର ଦେଇ ପାରିଲେ ନାହିଁ।

ନିଜକୁ ମହାନ୍ ବୋଲି ଭାବ ନାହିଁ।

ଯୀଶୁ ଲକ୍ଷ୍ୟ କଲେ ଯେ, କେତେକ ଅତିଥି ବସିବା ପାଇଁ ଭଲ ଆସନଟିଏ ଖୋଜୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ: “ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ। ତୁମ୍ଭେ ଯଦି ସବୁଠାରୁ ମୁଖ୍ୟ ଆସନରେ ବସିଥିବ, ତେବେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, ‘ଏହି ଲୋକଙ୍କୁ ତୁମ୍ଭ ଆସନଟି ଦେଇଦିଅ।’ ତା’ପରେ ତୁମ୍ଭେ ସେଠାରୁ ଉଠି ପଛରେ ଥିବା ଶେଷ ଆସନଟିକୁ ଯିବ। ସେତେବେଳେ ତୁମ୍ଭକୁ ବଡ଼ ଅପମାନ ଲାଗିବ।

10 “ତେଣୁ ଯେତେବେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନରେ ବସ। ସେତେବେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, ‘ବନ୍ଧୁ, ତୁମ୍ଭେ ଏଠାରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନରେ ବସ।’ ସେତେବେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ। 11 ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”

ତୁମ୍ଭେ ପୁରସ୍କାର ପାଇବ

12 ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, “ତୁମ୍ଭେ କାହାରିକୁ ଦିନରେ ବା ରାତିରେ ଖାଇବାକୁ ନିମନ୍ତ୍ରଣ କଲାବେଳେ କେବଳ ତୁମ୍ଭର ଭାଇ, ବନ୍ଧୁ, କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡାକ ନାହିଁ। କାରଣ ଅନ୍ୟ ବେଳେ ସେମାନେ ମଧ୍ୟ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତେବେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇଯିବ। 13 ବରଂ ଭୋଜି ଦେବା ସମୟରେ ଗରିବ, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ଡାକ। 14 ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।”

ଗୋଟିଏ ବଡ଼ ରାତ୍ରୀ ଭୋଜି ବିଷୟରେ ଦୃଷ୍ଟାନ୍ତ(D)

15 ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”

16 ଯୀଶୁ ସେହି ଲୋକକୁ କହିଲେ, “ଥରେ ଜଣେ ଲୋକ ଗୋଟିଏ ବଡ଼ ରାତ୍ରିଭୋଜିର ବ୍ୟବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ। 17 ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’ 18 କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’ 19 ଆଉ ଜଣେ କହିଲା, ‘ମୁଁ ଏବେ ପାଞ୍ଚ ହଳ ବଳଦ କିଣିଛି। 20 ମୁଁ ତାହାଙ୍କୁ ପରଖିବାକୁ ଯିବାକୁ ବାହାରିଲିଣି। ଦୟାକରି ମୋତେ କ୍ଷମା କର।’ ତୃତୀୟ ଲୋକଟି କହିଲା, ‘ମୋର ତ ଏବେ ବାହାଘର ହୋଇଛି। ମୁଁ ଯାଇ ପାରିବି ନାହିଁ।’

21 “ତେଣୁ ଗ୍ଭକରଟି ଫେରି ଆସିଲା। ଯାହାସବୁ ଘଟିଥିଲା, ସେ ତା’ ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, “ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡ଼ିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ ଛୋଟାମାନଙ୍କୁ ଏଠାକୁ ନେଇଆସ।’

22 “ପରେ ଗ୍ଭକରଟି ତାହାଙ୍କୁ କହିଲା, “ମାଲିକ ତୁମ୍ଭେ ଯାହା କହିଲ, ମୁଁ ତ କଲି। ତଥାପି ଆଉ ଅଧିକ ଲୋକଙ୍କ ପାଇଁ ଜାଗା ବଳିଛି।’ 23 ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’ 24 ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ମଧ୍ୟ ମୋ’ ସହିତ ଆଉ କେବେ ହେଁ ଭୋଜି ଖାଇବେ ନାହିଁ।’”

ପ୍ରଥମେ ତୁମ୍ଭେ ଯୋଜନା କର(E)

25 ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ, 26 “ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ। 27 ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।

28 “ତୁମ୍ଭେମାନେ ଯଦି ଗୋଟିଏ କୋଠାଘର ତିଆରି କରିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ପ୍ରଥମେ ବସି ସ୍ଥିର କରିବ ଯେ, ଏଥିପାଇଁ କେତେ ଖର୍ଚ୍ଚ ହେବ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ୍ ଯେ, କାମଟି ସମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖରେ ଯଥେଷ୍ଟ ଅର୍ଥ ଅଛି କି ନାହିଁ। 29 ତା’ ନ ହେଲେ ତୁମ୍ଭେମାନେ ମୂଳଦୁଆ ପକେଇ ଦେଇ କାମ ଆରମ୍ଭ କରି ପାର, କିନ୍ତୁ ଶେଷ କରି ପାରିବ ନାହିଁ, ତେବେ ଏହାକୁ ଦେଖିଥିବା ଲୋକେ ତୁମ୍ଭମାନଙ୍କୁ ଉପହାସ କରିବେ। 30 ସେମାନେ କହିବେ, ‘ଏ ଲୋକଟା କୋଠା ଆରମ୍ଭ କରିଦେଲା, କିନ୍ତୁ ଶେଷ କରି ପାରିଲା ନାହିଁ।’

31 “ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ଆଗ ବସି ଯୋଜନା କରନ୍ତି। ଯଦି ସେହି ରାଜାଙ୍କର କେବଳ ଦଶ ହଜାର ସୈନ୍ୟ ଥା’ନ୍ତି, ତେବେ ସେ କୋଡ଼ିଏ ହଜାର ସୈନ୍ୟ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ। 32 ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ ନାହିଁ, ତେବେ ବିରୋଧୀ ରାଜା ବହୁତ ଦୂରରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦେବେ।

33 “ସେହିଭଳି ତୁମ୍ଭେମାନେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭେମାନେ ମୋତେ ଅନୁସରଣ କରିବାକୁ ଗ୍ଭହିଁଲେ ତୁମ୍ଭମାନଙ୍କର ପ୍ରତ୍ୟେକ ବିଷୟ ତ୍ୟାଗ କରିବ। ତୁମ୍ଭେମାନେ ଯଦି ତାହା କରି ନ ପାରିବ, ତେବେ ମୋର ଶିଷ୍ୟ ହୋଇ ପାରିବ ନାହିଁ।

ତୁମ୍ଭର ପ୍ରଭାବ ହରାଅ ନାହିଁ(F)

34 “ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତା’ର ଲୁଣିଆ ସ୍ୱାଦ ହରାଇବ ସେ, ତେବେ ତା’ର କୌଣସି ମୂଲ୍ୟ ନାହିଁ। ତୁମ୍ଭେମାନେ ପୁଣି ଥରେ ତା’ର ଲୁଣିଆ ସ୍ୱାଦ ଫେରାଇ ଦେଇ ପାରିବ ନାହିଁ। 35 ଏହାକୁ ତୁମ୍ଭେମାନେ ଏପରିକି ମାଟି ପାଇଁ ବା ଖତସାର ପାଇଁ ମଧ୍ୟ ବ୍ୟବହାର କରି ପାରିବ ନାହିଁ। ଲୋକେ ତାକୁ ଫୋପାଡ଼ି ଦିଅନ୍ତି।”

“ଯାହାର ଶୁଣିବାର ଅଛି, ସେ ଶୁଣୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center