Print Page Options
Previous Prev Day Next DayNext

Read the Gospels in 40 Days

Read through the four Gospels--Matthew, Mark, Luke, and John--in 40 days.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 17-18

ପାପ କର ନାହିଁ ଏବଂ କ୍ଷମା ଦେବା ପାଇଁ ପ୍ରସ୍ତୁତ ହୁଅ(A)

17 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ୱାରା ଏଭଳି ଘଟଣାମାନ ଘଟିବ, ସେହି ଲୋକ ପାଇଁ ଏହା ବହୁତ ଖରାପ ହେବ। ଯେଉଁ ଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ୟରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହେବ। ବେକରେ ପଥର ବାନ୍ଧି ସମୁଦ୍ରରେ ବୁଡ଼ି ମରିବା ତା ପକ୍ଷରେ ଭଲ ହେବ। ତେଣୁ ସାବଧାନ ରୁହ।

“ଯଦି ତୁମ୍ଭର ଭାଇ ପାପ କରେ, ତେବେ ତାକୁ କୁହ ଯେ ଭୁଲ୍ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରେ ନାହିଁ, ତେବେ ତାକୁ କ୍ଷମା ଦିଅ। ଯଦି ତୁମ୍ଭର ଭାଇ ଦିନ ଭିତରେ ତୁମ୍ଭ ପ୍ରତି ସାତଥର ଅନ୍ୟାୟ କରେ ଓ ପ୍ରତିଥର ଆସି କହେ ଯେ, ସେ ଏଥିପାଇଁ ଦୁଃଖିତ, ତେବେ ତାକୁ କ୍ଷମା କରି ଦିଅ।”

ତୁମ୍ଭର ବିଶ୍ୱାସ କେତେ ଦୃଢ଼

ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, “ଆମ୍ଭକୁ ଅଧିକ ବିଶ୍ୱାସ ପ୍ରଦାନ କର।”

ପ୍ରଭୁ କହିଲେ, “ଯଦି ତୁମ୍ଭମାନଙ୍କର ବିଶ୍ୱାସ ଗୋଟିଏ ସୋରିଷଦାନା ପରିମାଣର ହୋଇଥାଏ, ତେବେ ତୁମ୍ଭେମାନେ ଏହି ତୁତ ଗଛକୁ କହି ପାରିବ, ନିଜକୁ ଉପାଡ଼ି ନେଇ ସମୁଦ୍ରରେ ରୋପଣ କର, ତେବେ ଗଛଟି ତୁମ୍ଭମାନଙ୍କ କଥା ମାନିବ।

ଉତ୍ତମ ସେବକ ହୁଅ

“ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଗ୍ଭକରଟିଏ ଅଛି। ସେହି ଗ୍ଭକର ତୁମ୍ଭ ବିଲରେ କାମ କରିଆସେ। ସେ ତୁମ୍ଭ ବିଲରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନେଇ ଆସେ। ସେ କାମରୁ ଫେରିବା ପରେ ତୁମ୍ଭେ ତାକୁ କ’ଣ କହିବ? ତୁମ୍ଭେ କ’ଣ କହିବ ଯେ, ‘ଭିତରକୁ ଆସ ଓ ଖାଇବାକୁ ବସ?’ ନା, ତୁମ୍ଭେ ତୁମ୍ଭର ଗ୍ଭକରକୁ କହିବ, ‘ମୋ’ ପାଇଁ କିଛି ଖାଇବାକୁ ପ୍ରସ୍ତୁତ କର। ମୋ’ ଖିଆପିଆ ସରିଲେ ତୁମ୍ଭେମାନେ ଖାଇବ ଓ ପିଇବ।’ ଗ୍ଭକର ବିଶେଷ ଧନ୍ୟବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କେବଳ ତାହା ହିଁ କରେ। 10 ତୁମ୍ଭମାନଙ୍କ କ୍ଷେତ୍ରରେ ସେହି ଏକା କଥା ହେବ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦେବା ପରେ ତୁମ୍ଭମାନଙ୍କର କହିବା ଉଚିତ୍ ଯେ, ‘ଆମ୍ଭେମାନେ କୌଣସି ବିଶେଷ ଧନ୍ୟବାଦ ପାଇବାକୁ ଯୋଗ୍ୟ ନୋହୁଁ। କାରଣ ଆମ୍ଭେ ଅଯୋଗ୍ୟ ଗ୍ଭକର ଓ ଆମ୍ଭର ଯାହା କରିବା ଉଚିତ୍, ଆମ୍ଭେ କେବଳ ତାହା ହିଁ କରିଛୁ।’”

କୃତଜ୍ଞ ହୁଅ

11 ଯୀଶୁ ଯିରୁଶାଲମ ଯାତ୍ରା କରୁଥିଲେ। ସେ ଗାଲିଲୀରୁ ଶମିରୋଣକୁ ଗଲେ। 12 ସେ ଗୋଟିଏ ଛୋଟ ନଗରକୁ ଆସିଲେ। ସେଠାରେ ତାହାଙ୍କୁ ଦଶ ଜଣ ଲୋକ ଭେଟିଲେ। ସେହି ସମସ୍ତଙ୍କର କୁଷ୍ଠରୋଗ ହୋଇଥିବାରୁ ସେମାନେ କେହି ଯୀଶୁଙ୍କର ଅତି ପାଖକୁ ଆସି ପାରିଲେ ନାହିଁ। 13 କିନ୍ତୁ ସେମାନେ ଯୀଶୁଙ୍କୁ ପାଟି କରି ଡାକିଲେ, “ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାଯ୍ୟ କର।”

14 ଯୀଶୁ ଲୋକମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ଦେହକୁ ଯାଜକମାନଙ୍କୁ ଦେଖାଅ।”

ସେହି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲାବେଳେ ସୁସ୍ଥ ହୋଇଗଲେ। 15 ଜଣେ ଲୋକ ନିଜକୁ ସୁସ୍ଥ ହୋଇ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫେରି ଆସିଲା। ସେ ବଡ଼ ପାଟିକରି ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା 16 ସେ ଯୀଶୁଙ୍କ ପାଦତଳେ ନଇଁପଡ଼ି ପ୍ରମାଣ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନ ଥିଲା, 17 ଯୀଶୁ ଉତ୍ତର ଦେଲେ, “ଦଶ ଜଣ ଲୋକ ସୁସ୍ଥ ହେଲେ, ତେବେ ଅନ୍ୟ ନଅ ଜଣ କାହାନ୍ତି? 18 ସୁସ୍ଥ ହୋଇ ସାରିବା ପରେ ପୁଣି ଫେରି ଆସି ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଇବା ପାଇଁ କ’ଣ ଏହି ଶମିରୋଣୀୟ ଜଣକ କେବଳ ଥିଲା?” 19 ତା’ପରେ ଯୀଶୁ ତାହାକୁ କହିଲେ, “ଠିଆ ହୁଅ। ତୁମ୍ଭେ ଏବେ ଯାଅ। ତୁମ୍ଭର ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଭଲ ହୋଇଗଲ।”

ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିଜ ଭିତରେ ଅଛି(B)

20 କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?”

ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ। 21 ଲୋକମାନେ କହିବେ ନାହିଁ ଯେ, ‘ହେଇ ଦେଖ, ପରମେଶ୍ୱରଙ୍କ ରାଜ୍ୟ ଏଠାରେ ଅଛି କିମ୍ବା ସେଠାରେ ଅଛି। ନା, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିଜ ଭିତରେ ଅଛି।’”

22 ତା’ପରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଦିନ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କ ଦିନ ଗୁଡ଼ିକ ମାନଙ୍କ ଭିତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। 23 ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ। 24 “ମନୁଷ୍ୟପୁତ୍ରଙ୍କର ଫେରି ଆସିବା ସମୟ ତୁମ୍ଭେମାନେ ଜାଣି ପାରିବ। ଯେଉଁ ଦିନ ସେ ଫେରି ଆସିବେ, ସେ ଆକାଶରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ଯ୍ୟନ୍ତ ଉଜ୍ଜ୍ୱଳ ବିଜୁଳି ଝଲକିଲା ଭଳି ଦେଖାଯିବେ। 25 କିନ୍ତୁ ମନୁଷ୍ୟପୁତ୍ର ପ୍ରଥମେ ଅନେକ ଯନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ୱାରା ହତ ହେବେ।

26 “ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ୟପୁତ୍ର ଫେରି ଆସିବା ସମୟରେ ସେହି ଏକା କଥା ଘଟିବ। 27 ନୋହଙ୍କ ସମୟରେ, ଏପରିକି ନୋହ ଜାହାଜରେ ବସିବା ସମୟ ପର୍ଯ୍ୟନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା’ପରେ ବନ୍ୟା ମାଡ଼ି ଆସିଲା ଓ ସେ ସମସ୍ତଙ୍କୁ ମାରି ଦେଲା।

28 “ପରମେଶ୍ୱର ଲୋଟଙ୍କ ସମୟରେ ସଦୋମ ନଗର ଧ୍ୱଂସ କଲାବେଳେ ଯାହା ଘଟିଥିଲା, ଏବେ ମଧ୍ୟ ସେହି କଥା ଘଟିବ। ସେହି ଲୋକମାନେ ସେତେବେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ। 29 ଲୋଟ ନଗର ଛାଡ଼ି ଗ୍ଭଲିଯିବା ସମୟ ପର୍ଯ୍ୟନ୍ତ ମଧ୍ୟ ଲୋକମାନେ ଏସବୁ କାମ କରୁଥିଲେ। ତା’ପରେ ସେଠାରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦେଲା। 30 ଯେତେବେଳେ ମନୁଷ୍ୟପୁତ୍ର ଫେରି ଆସିବେ, ସେତେବେଳେ ଠିକ୍ ସେହିଭଳି ଘଟଣା ଘଟିବ।

31 “ସେ ଦିନ ଯଦି କୌଣସି ଲୋକ ତା’ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହେବ ନାହିଁ। ଯଦି କୌଣସି ଲୋକ ବିଲରେ ଥିବ, ତେବେ ସେ ଘରକୁ ଫେରି ପାରିବ ନାହିଁ। 32 ଲୋଟଙ୍କ ସ୍ତ୍ରୀଙ୍କର କ’ଣ ହୋଇଥିଲା, ମନେ ପକାଅ।

33 “ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହରେଇ ବସିବ। କିନ୍ତୁ ଯେଉଁ ଲୋକ ତା’ ଜୀବନ ପରିତ୍ୟାଗ କରିବ, ସେ ତାହା ରକ୍ଷା କରିବ। 34 ମୁଁ ଫେରି ଆସିବା ସମୟରେ ଗୋଟିଏ କୋଠରିରେ ହୁଏତ ସେହି ରାତିରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନିଆ ହେବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ। 35 ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକିରେ ଶସ୍ୟ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନେଇ ନିଆଯିବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।” 36 [a]

37 ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ଘଟଣା କେଉଁଠାରେ ଘଟିବ ପ୍ରଭୁ?”

ଯୀଶୁ ଉତ୍ତର ଦେଲେ, “ଶାଗୁଣାମାନେ ଉଡ଼ିବା ଦ୍ୱାରା ଲୋକମାନେ ଜାଣି ପାରନ୍ତି କୌଣସି ଏକ ଶବ ପଡ଼ିଛି।”

ପରମେଶ୍ୱର ତାଙ୍କ ଲୋକଙ୍କୁ ଉତ୍ତର ଦେବେ

18 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ, “ଥରେ ଗୋଟିଏ ନଗରରେ ଜଣେ ବିଗ୍ଭରପତି ଥିଲା। ପରମେଶ୍ୱରଙ୍କୁ ତାହାଙ୍କର ଡର ନ ଥିଲା କି ଲୋକମାନେ ତାହାଙ୍କ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି କରୁ ନ ଥିଲେ। ସେହି ନଗରରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା’ର ସ୍ୱାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଗ୍ଭରପତିଙ୍କୁ କହୁଥିଲା, ‘ଗୋଟିଏ ଲୋକ ମୋ’ ପ୍ରତି ଅନ୍ୟାୟ କରୁଛି। ତୁମ୍ଭେ ମୋତେ ମୋ’ ନ୍ୟାୟ ଅଧିକାର ଦିଅ।’ କିନ୍ତୁ ବିଗ୍ଭରପତି ସ୍ତ୍ରୀଲୋକଟିକୁ ସାହାଯ୍ୟ କରିବାକୁ ଇଚ୍ଛା କରି ନ ଥିଲେ। କେତେ ସମୟ ପରେ ବିଗ୍ଭରପତି ଜଣକ ମନେ ମନେ ଭାବିଲେ, ‘ମୁଁ ପରମେଶ୍ୱରଙ୍କୁ ଡରୁ ନାହିଁ କି ଲୋକମାନେ ମୋ’ ବିଷୟରେ କ’ଣ ଭାବୁଛନ୍ତି, ସେଥିପ୍ରତି ଖାତିରି ବି କରୁ ନାହିଁ। କିନ୍ତୁ ଏହି ସ୍ତ୍ରୀଲୋକଟି ମୋତେ ସବୁବେଳେ ବ୍ୟସ୍ତ କରି ପକାଉଛି। ମୁଁ ତାକୁ ନ୍ୟାୟ ଅଧିକାର ଦେଇଦେଲେ ସେ ମୋ’ ପିଛା ଛାଡ଼ିଦେବ। ନଚେତ ସେ ମୋତେ ହଇକାଣ କରୁଥିବ।’”

ପ୍ରଭୁ! କହିଲେ, “ଶୁଣ, ସେହି ଦୁଷ୍ଟ ବିଗ୍ଭରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି। ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ। ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ୱର ତାହାଙ୍କ ଲୋକଙ୍କୁ ସାହାଯ୍ୟ କରିବେ। କିନ୍ତୁ ମନୁଷ୍ୟପୁତ୍ର ପୁଣି ଥରେ ଫେରି ଆସିବା ପରେ ସେ ଏ ପୃଥିବୀରେ ତାହାଙ୍କର ବିଶ୍ୱାସୀମାନଙ୍କୁ ପାଇ ପାରିବେ କି?”

ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ରହିବା ଉଚିତ୍

କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ: 10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ। 11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି। 12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’

13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।” 14 ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା’ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”

ପରମେଶ୍ୱରଙ୍କ ରାଜ୍ୟରେ କେଉଁମାନେ ପ୍ରବେଶ କରିବେ(C)

15 କେତେକ ଲୋକ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସେହି ପିଲାମାନଙ୍କୁ କେବଳ ଛୁଇଁବେ। ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଲୋକମାନଙ୍କୁ ଏହା ନ କରିବାକୁ କହିଲେ। 16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ। 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”

ଜଣେ ଧନୀଲୋକ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ(D)

18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଗ୍ଭରିଲେ, “ହେ ଉତ୍ତମ ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବା ଉଚିତ୍?”

19 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ। 20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ…’ [b]

21 କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”

22 ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା’ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।” 23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ।

24 ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ। 25 ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।”

କେଉଁମାନେ ପରିତ୍ରାଣ ପାଇ ପାରିବେ

26 ଲୋକମାନେ ଏ କଥା ଶୁଣିବା ପରେ କହିଲେ, “ତେବେ କେଉଁମାନେ ପରିତ୍ରାଣ ପାଇ ପାରିବେ?”

27 ଯୀଶୁ କହିଲେ, “ଯେଉଁ କାମ ମନୁଷ୍ୟ ପକ୍ଷରେ ସମ୍ଭବ ନୁହେଁ, ତାହା ପରମେଶ୍ୱର କରି ପାରିବେ।”

28 ପିତର କହିଲେ, “ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ୱ ଛାଡ଼ିଦେଇ ଆପଣଙ୍କ ଅନୁସରଣ କରିଛୁ।”

29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା’ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ, 30 ସେ ଛାଡ଼ିଥିବା ବସ୍ତୁ ଅପେକ୍ଷା ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧ୍ୟରେ ତ ଅନେକ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ୟ ସେ ପରମେଶ୍ୱରଙ୍କ ସହିତ ଚିରକାଳ ବାସ କରିବ।

ଯୀଶୁ ମୃତ୍ୟୁରୁ ପୁଣି ଜୀବିତ ହେବେ(E)

31 ତା’ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ୟଙ୍କୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ପରମେଶ୍ୱର ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମନୁଷ୍ୟପୁତ୍ରଙ୍କ ବିଷୟରେ ଯାହାସବୁ ଲେଖିବାକୁ କହିଥିଲେ, ସେ ସବୁ ଘଟିବ। 32 ତାହାଙ୍କ ଲୋକମାନେ ତାହାଙ୍କୁ ବିଧର୍ମୀମାନଙ୍କ ହାତରେ ଦେଇଦେବେ। ତାହାଙ୍କୁ ଉପହାସ କରାଯିବ। ଲୋକେ ତାହାଙ୍କୁ ଅପମାନ ଦେବେ ଓ ତାହାଙ୍କୁ ଉପରକୁ ଛେପ ପକାଇବେ। 33 ସେମାନେ ତାହାଙ୍କୁ ଗ୍ଭବୁକରେ ପିଟିବେ ଓ ଶେଷରେ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିବସରେ ସେ ପୁଣି ଜୀବିତ ହୋଇ ଉଠିବେ।” 34 ପ୍ରେରିତମାନେ ଏ କଥା ବୁଝିବାକୁ ଚେଷ୍ଟା କଲେ। ମାତ୍ର ସେମାନେ ବୁଝି ପାରିଲେ ନାହିଁ। ଏ କଥାର ଅର୍ଥ ସେମାନଙ୍କ ପାଖରେ ଗୁପ୍ତ ରହିଲା।

ଯୀଶୁ ଗୋଟିଏ ଅନ୍ଧକୁ ସୁସ୍ଥ କଲେ(F)

35 ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା। 36 ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”

37 ଲୋକମାନେ କହିଲେ, “ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଛନ୍ତି।”

38 ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।”

39 ଆଗରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସେମାନେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜୋ‌ର୍‌ରେ ପାଟିକରି କହିଲା, “ହେ ଦାଉଦଙ୍କ ପୁତ୍ର, ଦୟାକରି ମୋତେ ସାହାଯ୍ୟ କରନ୍ତୁ।”

40 ଯୀଶୁ ସେଠାରେ ଅଟକି ଗଲେ, ସେ ଆଜ୍ଞା ଦେଲେ, “ତାହାକୁ ମୋ’ ପାଖକୁ ଆଣ।” ସେ ପାଖକୁ ଆସିବା ପରେ ଯୀଶୁ ତାକୁ ପଗ୍ଭରିଲେ, 41 “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”

ସେହି ଅନ୍ଧଟି କହିଲା, “ପ୍ରଭୁ, ମୁଁ ପୁଣି ଥରେ ଦେଖି ପାରିବାକୁ ଗ୍ଭହୁଁଛି।”

42 ଯୀଶୁ ତାହାକୁ କହିଲେ, “ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ୱାସ ହିଁ ତୁମ୍ଭକୁ ଉଦ୍ଧାର କଲା।”

43 ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center