Read the Gospels in 40 Days
ଯୀଶୁଙ୍କୁ ରାଜ୍ୟପାଳ ପୀଲାତଙ୍କ ପ୍ରଶ୍ନ(A)
23 ସମସ୍ତେ ଉଠି ଠିଆ ହେଲେ। ସେମାନେ ଯୀଶୁଙ୍କୁ ପୀଲାତଙ୍କ ପାଖକୁ ନେଇଗଲେ। 2 ସେମାନେ ଯୀଶୁଙ୍କୁ ଦୋଷ ଦେବାକୁ ଲାଗିଲେ। ସେମାନେ ପୀଲାତଙ୍କୁ କହିଲେ, “ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭେମାନେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦେବା ଉଚିତ୍ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।”
3 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।”
4 ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,”
5 ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”
ପୀଲାତ ଯୀଶୁଙ୍କୁ ହେରୋଦଙ୍କ ପାଖକୁ ପଠାଇଲେ
6 ପୀଲାତ ଏହା ଶୁଣି ପଗ୍ଭରିଲେ, ଏହି ଲୋକ କ’ଣ ଗାଲିଲୀର? 7 ପୀଲାତ ଜାଣିଲେ ଯେ, ଯୀଶୁ ହେରୋଦଙ୍କ ଅଧିକାର କ୍ଷେତ୍ରର ଲୋକ। ହେରୋଦ ସେହି ସମୟରେ ଯିରୁଶାଲମରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇଦେଲେ।
8 ହେରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସୀ ହୋଇଗଲେ। ହେରୋଦ ଯୀଶୁଙ୍କ ବିଷୟରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। ହେରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗରେ ଯୀଶୁ କିଛି ଆଶ୍ଚର୍ଯ୍ୟକର୍ମ ପ୍ରଦର୍ଶନ କରିବେ। 9 ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। 10 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ। 11 ତା’ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା’ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ। 12 ଅତୀତରେ ପିଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।
ଯୀଶୁଙ୍କର ମୃତ୍ୟୁ ନିଶ୍ଚିତ(B)
13 ପୀଲାତ, ପ୍ରଧାନଯାଜକ ଓ ଯିହୂଦୀନେତାଙ୍କ ସହିତ ସବୁ ଲୋକଙ୍କୁ ଏକାଠି ଡାକିଲେ। 14 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯୀଶୁଙ୍କୁ ମୋ’ ପାଖକୁ ଆଣିଛ। ତୁମ୍ଭେମାନେ କହୁଛ ଯେ ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତିରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କଠାରେ ମୁଁ କୌଣସି ଭୁଲ୍ ଦେଖି ପାରିଲି ନାହିଁ। ତୁମ୍ଭେମାନେ ଯାହା କହୁଛ, ଯୀଶୁ ସେଥିରେ ଦୋଷୀ ନୁହନ୍ତି। 15 ତାଛଡ଼ା ହେରୋଦ ମଧ୍ୟ ତାହାଙ୍କଠାରେ କୌଣସି ଭୁଲ୍ ଦେଖି ନାହାନ୍ତି। ହେରୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦେଇଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ୍ କାମ କରି ନାହାନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହେବ ନାହିଁ। 16 ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବାପରେ ମୁଁ ତାହାଙ୍କୁ ମୁକ୍ତ କରି ଗ୍ଭଲିଯିବାକୁ ଅନୁମତି ଦେବି।” 17 [a]
18 କିନ୍ତୁ ସବୁଲୋକେ ପାଟିକରି ଉଠିଲେ, “ତାହାକୁ ମାରିଦିଅ। ବାରବ୍ବାକୁ ମୁକ୍ତ କରିଦିଅ।” 19 ବାରବ୍ବା ନଗରରେ ଦଙ୍ଗା ଆରମ୍ଭ କରିଥିବା ଯୋଗୁଁ ଓ କେତେକ ଲୋକଙ୍କୁ ହତ୍ୟା କରିଥିବା ଯୋଗୁଁ କାରାଗାରରେ ବନ୍ଦୀ ହୋଇ ରହିଥିଲା।
20 ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦେବାକୁ ଗ୍ଭହୁଁଥିଲେ। ତେଣୁ ପୁଣି ଥରେ ପୀଲାତ ସେମାନଙ୍କୁ କହିଲେ ଯେ ସେ ଯୀଶୁଙ୍କୁ ଛାଡ଼ି ଦେବେ। 21 କିନ୍ତୁ ଲୋକମାନେ ଚିତ୍କାର କରି କହିଲେ, “ତାହାଙ୍କୁ ମାରିଦିଅ। ତାହାଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ।”
22 ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”
23 କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ, 24 ପୀଲାତ ଲୋକଙ୍କ ଇଚ୍ଛା ଅନୁଯାୟୀ ନିର୍ଣ୍ଣୟ ନେଲେ। 25 ଲୋକମାନେ ବାରବ୍ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାରବ୍ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ।
ଯୀଶୁ କ୍ରୁଶରେ ହତ ହେଲେ(C)
26 ସୈନ୍ୟମାନେ ଯୀଶୁଙ୍କୁ ମାରିଦେବା ପାଇଁ ନେଇଗଲେ। ଠିକ୍ ସେହି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫେରି ନଗର ଭିତରକୁ ଆସୁଥିଲା। ତା’ର ନାମ ଥିଲା ଶିମୋନ। ଶିମୋନ କୁରୀଣ ନଗରର ଲୋକ ଥିଲା। ସୈନ୍ୟମାନେ ଯୀଶୁଙ୍କ କ୍ରୁଶ ବହନ କରି ଯୀଶୁଙ୍କ ପଛରେ ଯିବାକୁ ଶିମୋନକୁ ବାଧ୍ୟ କଲେ।
27 ବହୁ ସଂଖ୍ୟାରେ ଲୋକେ ଯୀଶୁଙ୍କ ପଛେ ପଛେ ଗଲେ। କେତେକ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସେମାନେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ। 28 କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ। 29 ଏବେ ସମୟ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାନ୍ତି, ସେମାନେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ୟା, ସେମାନେ ଧନ୍ୟ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦେଇ ନାହାନ୍ତି ଏବଂ ତାହାଙ୍କର ଯତ୍ନ ନେଇ ନାହାନ୍ତି, ସେମାନେ ଧନ୍ୟ।’ 30 ତା’ପରେ ଲୋକମାନେ ପର୍ବତକୁ କହିବେ, ଆମ୍ଭ ଉପରେ ଖସିପଡ଼୍, ଲୋକେ ପାହାଡ଼କୁ କହିବେ, ‘ଆମ୍ଭକୁ ଘୋଡ଼େଇ ଦିଅ।’ [b] 31 ବର୍ତ୍ତମାନ ସମୟରେ ଯେତେବେଳେ ଜୀବନ ଭଲରେ କଟୁଛି, ସେତେବେଳେ ଲୋକେ ଯଦି ଏଭଳି ବ୍ୟବହାର କରିବେ, ତେବେ ଯେତେବେଳେ ଖରାପ ସମୟ ଆସିବ, ସେତେବେଳେ ଅବସ୍ଥା କ’ଣ ହେବ?” [c]
32 ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା। 33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।
34 ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” [d]
ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ। 35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?”
36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ। 37 ସୈନ୍ୟମାନେ କହିଲେ, “ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତେବେ ନିଜକୁ ରକ୍ଷା କର।” 38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ ଏ ଯିହୂଦୀମାନଙ୍କର ରାଜା।”
39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”
40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ। 41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।” 42 ତା’ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”
43 ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ [e] ପ୍ରବେଶ କରିବ।”
ଯୀଶୁଙ୍କ ପ୍ରାଣତ୍ୟାଗ(D)
44 ସେତେବେଳେ ପ୍ରାୟ ଦିନ ଦ୍ୱିପ୍ରହର ହୋଇଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇଗଲା। 45 ସୂର୍ଯ୍ୟ ଦେଖାଯାଉ ନ ଥିଲା। ମନ୍ଦିରର ପରଦା ଦୁଇଖଣ୍ଡ ହୋଇ ଚିରିଗଲା। 46 ଯୀଶୁ ପାଟିକରି କହିଲେ, “ହେ ପରମପିତା, ମୁଁ ମୋର ଆତ୍ମା ତୁମ୍ଭକୁ ଦେଉଛି।” ଏହା କହିବା ପରେ ଯୀଶୁ ପ୍ରାଣ ତ୍ୟାଗ କଲେ।
47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”
48 ଅନେକ ଲୋକ ଏହି ଘଟଣା ଦେଖିବାକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସେମାନେ ଅତ୍ୟନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶେଷରେ ସେମାନେ ଫେରିଗଲେ। 49 ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସେଠାରେ ଉପସ୍ଥିତ ଥିଲେ। ତା’ଛଡ଼ା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନେକ ସ୍ତ୍ରୀ ଲୋକ ସେଠାରେ ଥିଲେ। ସେମାନେ କ୍ରୁଶଠାରୁ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।
ହାରାମାଥୀୟାର ଯୋଷେଫ(E)
50-51 ଯିହୂଦୀମାନଙ୍କର ହାରାମାଥୀୟା ନଗରର ଜଣେ ଲୋକ ସେଠାରେ ଥିଲେ। ତାହାଙ୍କ ନାମ ଯୋଷେଫ। ସେ ଯିହୂଦୀ ମହାସଭାର ଜଣେ ସଦସ୍ୟ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ୱରଙ୍କ ରାଜ୍ୟକୁ ଅପେକ୍ଷା କରୁଥିଲେ। ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ୟା କରିବାକୁ ସ୍ଥିର କଲାବେଳେ ସେ ସେଥିରେ ରାଜି ହୋଇ ନ ଥିଲେ। 52 ଯୋଷେଫ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ଯୋଷେଫ ସେଥିପାଇଁ ଅନୁମତି ଦେଲେ। 53 ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ। 54 ଏହା ପ୍ରସ୍ତୁତି ଦିବସର ଶେଷ ସମୟ ଥିଲା। ବିଶ୍ରାମ ଦିବସ ପାଖେଇ ଆସୁଥିଲା।
55 ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। । ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ। 56 ତା’ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ।
ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।
ଯୀଶୁ ମୃତ୍ୟୁରୁ ପୁନରୁତ୍ଥାନ ଖବର(F)
24 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ। 2 ସମାଧି ବନ୍ଦ କରିବା ପାଇଁ ତା’ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି। 3 ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। 4 ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ୟ କିଛି ବୁଝି ପାରିଲେ ନାହିଁ। ଏହି ଘଟଣାରେ ସେମାନେ ବିସ୍ମିତ ହୋଇଯାଇଥିବା ସମୟରେ ଉଜ୍ଜ୍ୱଳ ପୋଷାକ ପିନ୍ଧି ଦୁଇଜଣ ସ୍ୱର୍ଗଦୂତ ସେମାନଙ୍କ ପାଖରେ ଠିଆ ହେଲେ। 5 ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ। 6 ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି? 7 ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।” 8 ତା’ପରେ ଯୀଶୁ ଯାହା କହିଥିଲେ, ସେ କଥା ସ୍ତ୍ରୀଲୋକମାନେ ମନେ ପକାଇଲେ।
9 ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ। 10 ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ। 11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା। 12 କିନ୍ତୁ ପିତର ଉଠି ପଡ଼ିଲେ। ଏ କଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡ଼ିଗଲେ। ସେ ଭିତରକୁ ଗ୍ଭହିଁଲେ। କିନ୍ତୁ ସେ କେବଳ ଯୀଶୁଙ୍କ ଉପରେ ଘୋଡ଼ାଇ ଦିଆଯାଇଥିବା ଲୁଗାପଟି ସେଠାରେ ଦେଖିଲେ। ଯୀଶୁଙ୍କ ଶରୀର ସେଠାରେ ନ ଥିଲା। ଯାହା ଘଟି ଯାଇଥିଲା, ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଏକାକୀ ରହିବା ପାଇଁ ଗ୍ଭଲିଗଲେ।
ଇମ୍ମାୟୁ ଗ୍ରାମକୁ ଯିବା ବାଟରେ(G)
13 ସେହି ଦିନ ଯୀଶୁଙ୍କର ଦୁଇଜଣ ଶିଷ୍ୟ ଇମ୍ମାୟୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ଯିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର। 14 ଯାହାସବୁ ଘଟିଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା ହେଉଥିଲେ। 15 ସେ ସବୁ ବିଷୟ ସେମାନେ ଆଲୋଚନା କଲାବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଗ୍ଭଲିବାକୁ ଲାଗିଲେ। 16 କିନ୍ତୁ ସେ ଦୁଇଜଣଙ୍କୁ ସେତେବେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା। 17 ତା’ପରେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହା ବିଷୟରେ କଥାବାର୍ତ୍ତା କରୁଛ?
ଦୁଇଜଣ ଯାକ ଅଟକି ଗଲେ। ସେମାନଙ୍କର ମୁହଁ ଅତ୍ୟନ୍ତ ଦୁଃଖିତ ଦେଖା ଯାଉଥିଲା। 18 ତାହାଙ୍କ ଭିତରୁ କ୍ଲେୟପା ନାମକ ଲୋକଟି ଉତ୍ତର ଦେଲା, “ତୁମ୍ଭେ ଯିରୁଶାଲମଠାରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତେଦିନ ଭିତରେ ଘଟି ଯାଇଥିବା ଘଟଣାଗୁଡ଼ିକ ବିଷୟରେ କିଛି ଜାଣ ନାହଁ।”
19 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?”
ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ। 20 କିନ୍ତୁ ଆମ୍ଭର ପ୍ରଧାନଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ପାଇଁ ଅର୍ପଣ କରିଦେଲେ ଏବଂ ତାହାଙ୍କୁ କ୍ରୁଶରେ ବଧ କଲେ। 21 ସେ ହିଁ ଯିଏ ଇସ୍ରାଏଲକୁ ମୁକ୍ତ କରିବେ ବୋଲି ଆମ୍ଭେମାନେ ଆଶା ରଖିଥିଲୁ। କିନ୍ତୁ ସେତିକିବେଳେ ଏସବୁ ଘଟଣା ଘଟିଗଲା।
“ଏସବୁ ଛଡ଼ା ବର୍ତ୍ତମାନ ଯୀଶୁଙ୍କୁ ହତ୍ୟା କରା ଯିବାର ତିନି ଦିନି ବିତି ଗଲାଣି। 22 କିନ୍ତୁ ଆଜି ଆମ୍ଭ ଦଳର କେତେ ଜଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ଯ୍ୟ ଜନକ କଥା କହିଲେ। ଯେଉଁ କବରରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ସେମାନେ ଆଜି ଅତି ଭୋର୍ରୁ ଯାଇଥିଲେ। 23 କିନ୍ତୁ ସେମାନେ ସେଠାରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସେମାନେ ସେଠାରେ ସ୍ୱର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ୟ ଆମ୍ଭକୁ ଫେରି ଆସି କହିଲେ। ସ୍ୱର୍ଗଦୂତମାନେ ସେମାନଙ୍କୁ ଯୀଶୁ ଜୀବିତ ଥିବା କଥା କହିଥିଲେ। 24 ତା’ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ୟ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ୟ ଖାଲି ଥିଲା, ସେମାନେ ଭିତରକୁ ଗ୍ଭହିଁଲେ, କିନ୍ତୁ ସେମାନେ ଯୀଶୁଙ୍କୁ ସେଠାରେ ପାଇଲେ ନାହିଁ।”
25 ତା’ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟଦ୍ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର। 26 ଭବିଷ୍ୟଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।” 27 ତା’ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟଦ୍ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।
28 ଯେଉଁ ଗାଁକୁ ସେମାନଙ୍କର ଯିବାକୁ ଥିଲା, ସେମାନେ ସେ ଗାଁକୁ ପାଖରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କ ସହିତ ଏଭଳି ବ୍ୟବହାର କଲେ, ପ୍ରକୃତରେ ଯେପରି ତାହାଙ୍କର ଆଗକୁ ଯିବାକୁ ଦରକାର ଅଛି। 29 କିନ୍ତୁ ସେମାନେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭ ସାଙ୍ଗରେ ରହିଯାଅ। ସନ୍ଧ୍ୟାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ।” ତେଣୁ ଯୀଶୁ ସେମାନଙ୍କ ସହିତ ରହିବା ପାଇଁ ଘର ଭିତରକୁ ଗଲେ।
30 ଯୀଶୁ ସେମାନଙ୍କ ସହିତ ଖାଇବା ପାଇଁ ବସି ପଡ଼ିଲେ। ସେ ହାତରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ୟବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସେମାନଙ୍କୁ ଦେଲେ। 31 ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ। 32 ତା’ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”
33 ତା’ପରେ ସେମାନେ ଉଠି ପଡ଼ିଲେ ଓ ଯିରୁଶାଲମକୁ ଫେରିଗଲେ। ଯିରୁଶାଲମରେ ସେମାନେ ଯୀଶୁଙ୍କ ଶିଷ୍ୟଗଣ ଓ ଏଗାର ଜଣ ପ୍ରେରିତଙ୍କୁ ଏକତ୍ରିତ ହୋଇଥିବାର ଦେଖିଲେ। 34 ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ କହୁଥିଲେ, “ପ୍ରକୃତରେ, ପ୍ରଭୁ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଶିମୋନଙ୍କୁ ଦେଖା ଦେଇଛନ୍ତି।”
35 ତା’ପରେ ଏହି ଦୁଇଜଣ ଲୋକ ରାସ୍ତାରେ ଯାହାସବୁ ଘଟିଥିଲା, ସେ ସମସ୍ତ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ସେମାନେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସେମାନେ କିପରି ଯୀଶୁଙ୍କୁ ଚିହ୍ନି ପାରିଲେ।
ଯୀଶୁ ନିଜ ଶିଷ୍ୟମାନଙ୍କୁ ଦେଖା ଦେଲେ(H)
36 ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।”
37 ଏଥିରେ ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଡରିଗଲେ। ସେମାନେ ଭାବିଲେ ଯେ, ସେମାନେ ଗୋଟିଏ ଭୂତ ଦେଖୁଛନ୍ତି। 38 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ? 39 ମୋ’ ହାତକୁ ଗ୍ଭହଁ। ମୋ’ ଗୋଡ଼କୁ ଗ୍ଭହଁ। ଏହା ମୁଁ! ମୋତେ ଛୁଅଁ, ତୁମ୍ଭେମାନେ ଦେଖ ଯେ ମୋର ଏହା ଜୀବନ୍ତ ଶରୀର। ତୁମ୍ଭେମାନେ ମୋତେ ଯେପରି ଦେଖୁଛ, ଗୋଟିଏ ଭୂତର ସେ ଭଳି ଶରୀର ହୋଇ ପାରିବ ନାହିଁ।
40 ଯୀଶୁ ସେମାନଙ୍କୁ ଏହି କଥା କହି ସାରିବା ପରେ ସେ ସେମାନଙ୍କୁ ତାହାଙ୍କ ହାତ ଓ ଗୋଡ଼ର ଆଘାତ ସବୁ ଦେଖାଇଲେ। 41 ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?” 42 ସେମାନେ ଯୀଶୁଙ୍କୁ ଖଣ୍ଡେ ରନ୍ଧା ମାଛ ଦେଲେ। 43 ଶିଷ୍ୟମାନେ ଦେଖୁଥିବା ବେଳେ ଯୀଶୁ ମାଛ ନେଇ ଖାଇଲେ।
44 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।”
45 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ। 46 ଯୀଶୁ ସେମାନଙ୍କୁ କହିଲେ, “ଖ୍ରୀଷ୍ଟଙ୍କୁ ମାରି ଦିଆଯିବା ଓ ମୃତ୍ୟୁରୁ ତିନି ଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲେଖା ଅଛି। 47-48 ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା’ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ। 49 ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”
ଯୀଶୁ ସ୍ୱର୍ଗକୁ ଫେରିଗଲେ(I)
50 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ। 51 ଯୀଶୁ ସେମାନଙ୍କୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ୟମାନଙ୍କ ପାଖରୁ ଅଲଗା ହୋଇଗଲେ ଓ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। 52 ଶିଷ୍ୟମାନେ ସେଠାରେ ତାହାଙ୍କୁ ଆରାଧନା କଲେ। ତା’ପରେ ସେମାନେ ଯିରୁଶାଲମକୁ ଫେରିଗଲେ। ସେମାନେ ବହୁତ ଖୁସୀ ଥିଲେ। 53 ସେମାନେ ସବୁ ସମୟରେ ମନ୍ଦିରରେ ରହି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ।
2010 by World Bible Translation Center