Print Page Options
Previous Prev Day Next DayNext

Read the Gospels in 40 Days

Read through the four Gospels--Matthew, Mark, Luke, and John--in 40 days.
Duration: 40 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 11-12

ଲାଜାରଙ୍କ ମୃତ୍ୟୁ

11 ଲାଜାର ନାମରେ ଜଣେ ବ୍ୟକ୍ତି ଅସୁସ୍ଥ ଥିଲେ। ସେ ବେଥନୀୟା ନଗରରେ ରହୁଥିଲେ। ସେଠାରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ୟ କରୁଥିଲେ। ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ। ତେଣୁ ମରିୟମ ଓ ମାର୍ଥା ଯୀଶୁଙ୍କୁ ଜଣାଇବା ପାଇଁ ଗୋଟିଏ ଲୋକ ପଠାଇଲେ। ସେମାନେ କହି ପଠାଇଲେ, “ପ୍ରଭୁ, ତୁମ୍ଭର ପ୍ରିୟ ବନ୍ଧୁ ଲାଜାର ପୀଡ଼ିତ ଅଛନ୍ତି।”

ଯୀଶୁ ଏହି କଥା ଶୁଣି କହିଲେ, “ତାହାର ପୀଡ଼ା ମୃତ୍ୟୁଜନକ ନୁହେଁ। କିନ୍ତୁ ତା’ର ଅସୁସ୍ଥତା ପରମେଶ୍ୱରଙ୍କର ଗୌରବ ନିମନ୍ତେ। ପରମେଶ୍ୱରଙ୍କର ପୁତ୍ର ଏହା ଦ୍ୱାରା ଗୌରବାନ୍ୱିତ ହେବେ।” ଯୀଶୁ ମାର୍ଥା, ତା’ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ। ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସେଠାରେ ଆହୁରି ଦୁଇ ଦିନ ରହିଗଲେ। ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆମ୍ଭେ ଯିହୂଦା ପ୍ରଦେଶକୁ ଫେରିଯିବା।”

ଶିଷ୍ୟମାନେ କହିଲେ, “ଗୁରୁ, ଯିହୂଦାରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥରରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହୋଇଥିଲା। ଆପଣ ପୁଣି ସେଠାକୁ ଫେରିଯିବାକୁ ଗ୍ଭହାନ୍ତି?”

ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ। 10 କିନ୍ତୁ ରାତିରେ ଜଣେ ଲୋକ ଝୁଣ୍ଟେ, କାରଣ ରାତିବେଳେ ତାକୁ ଦେଖିବାରେ ସାହାଯ୍ୟ କରିବା ପାଇଁ ଆଲୋକ ନ ଥାଏ।”

11 ଯୀଶୁ ଏ କଥା କହିବା ସାରିବା ପରେ, କହିଲେ, “ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶୋଇଛନ୍ତି। ମୁଁ ତାହାଙ୍କୁ ଉଠେଇବା ପାଇଁ ସେଠାକୁ ଯାଉଛି।”

12 ଶିଷ୍ୟମାନେ ଉତ୍ତର ଦେଲେ, “କିନ୍ତୁ ପ୍ରଭୁ, ଯଦି ସେ ଶୋଇଛନ୍ତି, ତେବେ ସେ ସୁସ୍ଥ ହୋଇଯିବେ।” 13 ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ୟମାନେ ବୁଝିଲେ ଯେ ସେ ସାଧାରଣ ଶୋଇବା ବିଷୟରେ କହୁଛନ୍ତି।

14 ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, “ଲାଜାର ମରିଯାଇଛନ୍ତି, 15 ମୁଁ ଖୁସୀ ଯେ ମୁଁ ସେଠାରେ ନ ଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭେମାନେ ମୋ’ଠାରେ ବିଶ୍ୱାସ କରିବ। ଗ୍ଭଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ଯିବା।”

16 ତା’ପରେ ଥୋମା ଯାହାଙ୍କୁ ଦିଦୁମ [a] କୁହାଯାଉଥିଲା ସେ ଅନ୍ୟ ଶିଷ୍ୟଙ୍କୁ କହିଲେ, “ଗ୍ଭଲ ଆମ୍ଭେମାନେ ମଧ୍ୟ ଯିବା ଓ ଯୀଶୁଙ୍କ ସହିତ ଯିହୂଦାରେ ମରିବା।”

ବେଥନୀୟାରେ ଯୀଶୁ

17 ଯୀଶୁ ବେଥନୀୟାରେ ପହଞ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ୟୁ ହୋଇ କବରସ୍ଥ ହେବାର ଗ୍ଭରି ଦିନ ହୋଇଗଲାଣି। 18 ବେଥନୀୟା ଯିରୁଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର। 19 ଅନେକ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସେମାନେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କର ଭାଇ ଲାଜାର ସକାଶେ ସାନ୍ତ୍ୱନା ଦେବା ପାଇଁ ଆସିଥିଲେ।

20 ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ୱାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘରେ ରହିଲେ। 21 ମାର୍ଥା ଯୀଶୁଙ୍କୁ କହିଲେ, “ପ୍ରଭୁ, ଯଦି ଆପଣ ଏଠାରେ ଥାଆନ୍ତେ, ତେବେ ମୋର ଭାଇ ମରି ନ ଥା’ନ୍ତା। 22 କିନ୍ତୁ ଏବେ ମଧ୍ୟ ମୁଁ ଜାଣେ ଯେ ଆପଣ ଯାହାକିଛି ମାଗିବେ, ପରମେଶ୍ୱର ତାହା ଦେବେ।”

23 ଯୀଶୁ କହିଲେ, “ତୁମ୍ଭର ଭାଇ ପୁଣି ଥରେ ବଞ୍ଚି ଉଠିବ।”

24 ମାର୍ଥା ଉତ୍ତର ଦେଲେ, “ମୁଁ ଜାଣେ, ପୁନରୁ‌ତ୍‌ଥାନ ଦିନରେ ଯେତେବେଳେ ସମସ୍ତେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ ସେ ମଧ୍ୟ ମୃତ୍ୟୁରୁ ବଞ୍ଚି ଉଠିବ।”

25 ଯୀଶୁ ତାକୁ କହିଲେ, “ମୁଁ ସେହି ପୁନରୁ‌ତ୍‌ଥାନ ଓ ଜୀବନ, ମୋ’ଠାରେ ବିଶ୍ୱାସ କରୁଥିବା ଲୋକ ମୃତ୍ୟୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ। 26 ମୋ’ଠାରେ ରହୁଥିବା ଓ ବିଶ୍ୱାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ’ଣ ଏହା ବିଶ୍ୱାସ କର?”

27 ମାର୍ଥା ଉତ୍ତର ଦେଲେ, “ହଁ, ପ୍ରଭୁ, ମୁଁ ଆପଣଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ। ଆପଣ ପରମେଶ୍ୱରଙ୍କର ପୁତ୍ର। ଯାହାଙ୍କର ଏହି ଜଗତକୁ ଆସିବାର ଥିଲା, ଆପଣ ସେହି ବ୍ୟକ୍ତି ଅଟନ୍ତି।”

ଯୀଶୁ କାନ୍ଦିଲେ

28 ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, “ଏଠାରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖୋଜୁଛନ୍ତି।” 29 ମରିୟମ ଏ କଥା ଶୁଣି ଯୀଶୁଙ୍କ ପାଖକୁ ସଙ୍ଗେ ସଙ୍ଗେ ଆସିଲେ। 30 ଯୀଶୁ ସେହି ସମୟ ପର୍ଯ୍ୟନ୍ତ ଗ୍ରାମକୁ ଆସି ନ ଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଦେଖିଥିଲେ, ସେ ପର୍ଯ୍ୟନ୍ତ ସେ ସେହିଠାରେ ଥିଲେ। 31 ଯିହୂଦୀମାନେ ମରିୟମଙ୍କ ସହିତ ଘରେ ଥିଲେ। ସେମାନେ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ। ସେମାନେ ମରିୟମଙ୍କୁ ହଠାତ୍ ଠିଆ ହୋଇ ତରବରରେ ବାହାରକୁ ଯିବା ଦେଖିଲେ। ସେମାନେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସେମାନେ ତାହାଙ୍କ ପଛେ ପଛେ ଗଲେ। 32 ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡ଼ିଗଲେ। ମରିୟମ କହିଲେ, “ପ୍ରଭୁ, ଆପଣ ଯଦି ଏଠାରେ ଥାଆନ୍ତେ ତେବେ ମୋ’ ଭାଇ ମରି ନ ଥା’ନ୍ତା।”

33 ଯୀଶୁ ମରିୟମକୁ କାନ୍ଦିବାର ଦେଖିଲେ। ସେ ଯିହୂଦୀମାନଙ୍କୁ ତାହାଙ୍କ ସହିତ ଆସିବାର ଦେଖିଲେ। ସେମାନେ ମଧ୍ୟ କାନ୍ଦୁଥିଲେ। ଯୀଶୁ ବହୁତ ଦୁଃଖ ଅନୁଭବ କଲେ ଓ ଅନ୍ତରରେ ଅତ୍ୟଧିକ ବ୍ୟଥା ଅନୁଭବ କଲେ। 34 ଯୀଶୁ କହିଲେ, “ତୁମ୍ଭେ ଲାଜାରଙ୍କୁ କେଉଁଠାରେ ରଖିଛ?”

ସେମାନେ କହିଲେ, “ପ୍ରଭୁ ଆସି ଦେଖନ୍ତୁ।”

35 ଯୀଶୁ କାନ୍ଦିଲେ।

36 ଯିହୂଦୀମାନେ କହିଲେ, “ଦେଖ, ଯୀଶୁ ଲାଜାରଙ୍କୁ କେତେ ସ୍ନେହ କରୁଥିଲେ।”

37 କିନ୍ତୁ କେତେକ ଯିହୂଦୀ କହିଲେ, “ଯୀଶୁ ଅନ୍ଧ ଲୋକଟିର ଆଖି ଭଲ କରିଦେଇଥିଲେ। ତେବେ ସେ ଲାଜାରଙ୍କୁ ମରଣ ମୁଖରୁ ବଞ୍ଚେଇ ରଖିବା ପାଇଁ କାହିଁକି କିଛି କରି ପାରିଲେ ନାହିଁ।”

ଯୀଶୁ ମୃତ ଲାଜାରଙ୍କୁ ଜୀବନ ଦେଲେ

38 ଯୀଶୁ ପୁଣି ବହୁତ ବ୍ୟତିବ୍ୟସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁରେ ଗୋଟିଏ ବଡ଼ ପଥର ଘୋଡ଼େଇ ଦିଆଯାଇଥିଲା। 39 ଯୀଶୁ କହିଲେ, “ଏ ପଥରକୁ ଘୁଞ୍ଚାଇ ଦିଅ।”

ମାର୍ଥା କହିଲେ, “ପ୍ରଭୁ ସେ ମରିବାର ଗ୍ଭରି ଦିନ ହୋଇଗଲାଣି। ତେଣୁ ବଡ଼ ଦୁର୍ଗନ୍ଧ ହେଉଥିବ।” ମାର୍ଥା ମୃତ ଲୋକର ଭଉଣୀ ଥିଲେ।

40 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ୱାସ କରିବ ତେବେ ପରମେଶ୍ୱରଙ୍କର ଗୌରବ ଦେଖି ପାରିବ।”

41 ତେଣୁ ସେମାନେ ପଥର ବାହାର କଲେ। ତା’ପରେ ଯୀଶୁ ଊର୍ଦ୍ଧ୍ୱକୁ ଗ୍ଭହିଁ କହିଲେ, “ହେ ପରମପିତା, ତୁମ୍ଭକୁ ଧନ୍ୟବାଦ ଦେଉଅଛି, କାରଣ ତୁମ୍ଭେ ମୋ’ କଥା ଶୁଣିଛ। 42 ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମୋ’ କଥା ଶୁଣ। ମାତ୍ର ତୁମ୍ଭେ ମୋତେ ପଠାଇଛ ବୋଲି ଏଠାରେ ଠିଆ ହୋଇଥିବା ଲୋକମାନେ ଯେପରି ବିଶ୍ୱାସ କରିବେ, ସେଥିପାଇଁ ମୁଁ ଏହା କହିଲି।” 43 ଏହା ପରେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।” 44 ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ଼ରେ ଖଣ୍ଡ ଖଣ୍ଡ କନା ଗୁଡ଼େଇ ହୋଇଥିଲା। ତାହାଙ୍କ ମୁହଁରେ ଗୋଟିଏ ରୁମାଲ ବନ୍ଧା ହୋଇଥିଲା।

ଯୀଶୁ ଲୋକମାନଙ୍କୁ କହିଲେ, “କନାଗୁଡ଼ିକ କାଢ଼ି ନିଅ ଓ ତାହାଙ୍କୁ ଯିବାକୁ ଦିଅ।”

ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା(A)

45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ। 46 କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ। 47 ତା’ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ’ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି। 48 ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା’ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”

49 ସେମାନଙ୍କ ମଧ୍ୟରୁ କୟାଫା ନାମକ ଜଣେ ବ୍ୟକ୍ତି ଥିଲେ। ସେ ସେହି ବର୍ଷପାଇଁ ମହାଯାଜକ ଥିଲେ। କୟାଫା କହିଲେ, “ତୁମ୍ଭେ ସବୁକିଛି ଜାଣି ନାହଁ। 50 ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”

51 ‌କୟାଫା ନିଜେ ସେହି କଥା ଭାବି ପାରି ନ ଥିଲେ। ଯେ ସେ ବାସ୍ତବରେ ଭବିଷ୍ୟ‌‌‌ଦ୍‌‌‌ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦେବେ। 52 ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦେବେ। କିନ୍ତୁ ସେ ପରମେଶ୍ୱରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ୟ ଜୀବନ ଦେବେ, ଯେଉଁମାନେ ଜଗତର ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇ ରହିଛନ୍ତି। ସେମାନଙ୍କୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ୟୁ ଭୋଗ କରିବେ।

53 ସେହି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। 54 ତେଣୁ ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଖୋଲାଖୋଲି ଭାବରେ ଯାତ୍ରା କରିବା ବନ୍ଦ କରିଦେଲେ। ସେ ଯିରୁଶାଲମ ଛାଡ଼ି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଗ୍ଭଲିଗଲେ। ସେହି ସହରର ନାମ ଏଫ୍ରୟିମ । ସେ ସେଠାରେ ନିଜ ଶିଷ୍ୟମାନଙ୍କ ସହିତ ରହିଲେ।

55 ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖେଇ ଆସିଲା। ଅନେକ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ଯିରୁଶାଲମରେ ଆସି ପହଞ୍ଚିଲେ, ସେମାନେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ୟରେ ବିଶେଷ କର୍ମ କରିବାକୁ ଗଲେ। 56 ସେମାନେ ଯୀଶୁଙ୍କୁ ଖୋଜିଲେ। ସେମାନେ ମନ୍ଦିର ପରିସରରେ ପରସ୍ପରକୁ ପଗ୍ଭରିଲେ, “ସେ କ’ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ’ଣ ଭାବୁଛ?” 57 କିନ୍ତୁ ମହାଯାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧରେ ଗୋଟିଏ ବିଶେଷ ଆଦେଶ ଦେଇଥିଲେ। ସେମାନେ ଘୋଷଣା କରିଥିଲେ ଯେ, ଯୀଶୁ କେଉଁଠାରେ ଅଛନ୍ତି ଏହା ଜାଣିଥିବା ବ୍ୟକ୍ତି ସଙ୍ଗେ ସଙ୍ଗେ ସେମାନଙ୍କୁ ଜଣାଇବ। ତେବେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରି ପାରିବେ।

ତାହାଙ୍କ ବନ୍ଧୁମାନଙ୍କ ସହ ବେଥନୀୟାରେ ଯୀଶୁ(B)

12 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)। ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ। ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା’ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।

ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। (ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ, “ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,” କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା­-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।

ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି। ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।”

ଲାଜାରଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର

ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ, 10 ତେଣୁ ମୁଖ୍ୟ ଯାଜକମାନେ ଲାଜାରଙ୍କୁ ହତ୍ୟା କରିବା ପାଇଁ ମଧ୍ୟ ଯୋଜନା କଲେ। 11 ଅନେକ ଯିହୂଦୀ ଲାଜାରଙ୍କ ହେତୁ ସେମାନଙ୍କର ନେତାମାନଙ୍କୁ ଛାଡ଼ି ଯୀଶୁଙ୍କୁ ବିଶ୍ୱାସ କରୁଥିଲେ। ସେଥି ପାଇଁ ଯିହୂଦୀ ନେତାମାନେ ଲାଜାରଙ୍କୁ ମଧ୍ୟ ମାରିବା ପାଇଁ ଚେଷ୍ଟା କଲେ।

ଯିରୁଶାଲମରେ ଯୀଶୁଙ୍କ ପ୍ରବେଶ(C)

12 ତହିଁ ଆରଦିନ ଲୋକମାନେ ଯିରୁଶାଲମରେ ଶୁଣିଲେ ଯେ, ଯୀଶୁ ସେଠାକୁ ଆସୁଛନ୍ତି। ଏହି ଲୋକମାନେ ଅନେକ ସଂଖ୍ୟାରେ ନିସ୍ତାରପର୍ବ ପାଇଁ ଆସିଥିଲେ। 13 ସେମାନେ ଖଜୁରୀ ବାହୂଙ୍ଗା ଧରି ଯୀଶୁଙ୍କୁ ଦେଖା କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜୋ‌ର୍‌ରେ କହିଲେ,

“ତାହାଙ୍କୁ ପ୍ରଶଂସା କର,
    ସ୍ୱାଗତ କର, ଯିଏ ପ୍ରଭୁଙ୍କ ନାମରେ ଆସନ୍ତି।
    ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କର। (D)

ପରମେଶ୍ୱର ଇସ୍ରାଏଲର ରାଜାଙ୍କୁ ଆଶୀର୍ବାଦ କରନ୍ତି।”

14 ଯୀଶୁ ଗୋଟିଏ ଗଧ ପାଇଲେ ଓ ତା’ ଉପରେ ଚଢ଼ିଲେ। ଏହା ଶାସ୍ତ୍ରର ବାଣୀ ପରି ସଫଳ ହେଲା। ଏଥିରେ ଲେଖାଥିଲା,

15 “ହେ ସିୟୋନ ନଗର, ଭୟ କର ନାହିଁ।
    ଦେଖ, ତୁମ୍ଭର ରାଜା ଆସୁଛନ୍ତି।
    ସେ ଗୋଟିଏ ଗଧଛୁଆ ଉପରେ ବସି ଆସୁଛନ୍ତି।”(E)

16 ଯୀଶୁଙ୍କର ଶିଷ୍ୟମାନେ ସେତେବେଳେ ଏହି ଘଟଣାର ଅର୍ଥ ବୁଝିପାରି ନ ଥିଲେ। କିନ୍ତୁ ଯୀଶୁ ଯେତେବେଳେ ମହିମାନ୍ୱିତ ହେଲେ ସେତେବେଳେ ସେମାନେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟରେ ଲେଖାଯାଇଥିଲା। ତା’ପରେ ଶିଷ୍ୟମାନେ ମନେ ପକାଇଲେ ଯେ ସେମାନେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।

17 ଯୀଶୁ ଯେତେବେଳେ ଲାଜାରଙ୍କୁ ମରଣ ପରେ ଉଠେଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତେବେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସେହି ଲୋକମାନେ ଯୀଶୁଙ୍କ କାର୍ଯ୍ୟ ବିଷୟରେ ଅନ୍ୟ ଲୋକମାନଙ୍କୁ କହୁଥିଲେ। 18 ଯେତେବେଳେ ସେମାନେ ଶୁଣିଲେ ଯେ ଏହି ଆଶ୍ଚର୍ଯ୍ୟ କାର୍ଯ୍ୟ ଯୀଶୁଙ୍କ ଦ୍ୱାରା ହୋଇଛି, ଅନେକ ଲୋକ ତାହାଙ୍କୁ ଭେଟିବା ପାଇଁ ଗଲେ। 19 ତେଣୁ ଫାରୂଶୀମାନେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଆମ୍ଭର ଯୋଜନା କାମ କରୁ ନାହିଁ। ସାରା ଜଗତ ତାହାଙ୍କର ଅନୁସରଣ କରିଲେଣି।”

ଜୀବନ ଓ ମୃତ୍ୟୁ ବିଷୟରେ ଯୀଶୁଙ୍କ କଥା

20 ନିସ୍ତାରପର୍ବରେ ଉପାସନା କରିବା ପାଇଁ ଯିରୁଶାଲମ ଯାଇଥିବା ଲୋକମାନଙ୍କ ମଧ୍ୟରୁ କେତେକ ଗ୍ରୀକ୍ ଲୋକଥିଲେ। 21 ସେହି ଗ୍ରୀକ୍ ଲୋକମାନେ ଫିଲି‌ପ୍‌ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।” 22 ଫିଲି‌ପ୍‌ପ ଆନ୍ଦ୍ରିୟଙ୍କୁ ଯାଇ ଏ କଥା ଜଣାଇଲେ। ତା’ପରେ ଆନ୍ଦ୍ରିୟ ଓ ଫିଲି‌ପ୍‌ପ ଯୀଶୁଙ୍କୁ ଯାଇ କହିଲେ।

23 ଯୀଶୁ ସେମାନଙ୍କୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି। 24 ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା’ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ। 25 ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ। 26 ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।

ଯୀଶୁ ନିଜ ମୃତ୍ୟୁ ବିଷୟରେ କହିଲେ

27 “ବର୍ତ୍ତମାନ ମୁଁ ବହୁତ ‌‌‌‌ଉ‌‌‌‌‌‌‌ଦ୍‌‌ବିଗ୍ନ ଅଛି। ମୁଁ କ’ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ’ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି। 28 ହେ ପରମପିତା, ଆପଣା ନାମକୁ ଗୌରବାନ୍ୱିତ କର।”

ସେତେବେଳେ ସ୍ୱର୍ଗରୁ ଏହି ବାଣୀ ଶୁଭିଲା, “ମୁଁ ସେହି ନାମକୁ ଗୌରବାନ୍ୱିତ କରିଛି। ମୁଁ ତାହା ଆଉ ଥରେ କରିବି।”

29 ସେଠାରେ ଠିଆ ହୋଇଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସେମାନେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।

କିନ୍ତୁ ଅନ୍ୟମାନେ କହିଲେ, “ଯୀଶୁଙ୍କୁ ଜଣେ ସ୍ୱର୍ଗଦୂତ କଥା କହିଲେ।”

30 ଯୀଶୁ ଲୋକମାନଙ୍କୁ କହିଲେ, “ସେହି ବାଣୀ ତୁମ୍ଭ ପାଇଁ ଥିଲା, ମୋ’ ପାଇଁ ନୁହେଁ। 31 ବର୍ତ୍ତମାନ ଜଗତର ବିଗ୍ଭରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡ଼ିତ ହେବାର ଏହା ହେଉଛି ସମୟ। 32 ମୁଁ ଜଗତରୁ ଊର୍ଦ୍ଧ୍ୱକୁ ‌‌ଉ‌‌ତ୍‌‌ଥିତ‌ ହେବି। ଯେତେବେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମୋ’ ନିକଟକୁ ନେଇ ଯିବି।” 33 ଯୀଶୁ କେଉଁ ପ୍ରକାରର ମୃତ୍ୟୁବରଣ କରିବେ, ତାହା ଦେଖାଇବା ପାଇଁ ସେ ଏହା କହିଲେ।

34 ଲୋକମାନେ କହିଲେ, “ଆମ୍ଭ ବ୍ୟବସ୍ଥା କୁହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତେବେ ତୁମ୍ଭେ କାହିଁକି କହୁଛ ଯେ ‘ମନୁଷ୍ୟପୁତ୍ର ନିଶ୍ଚୟ ଊର୍ଦ୍ଧ୍ୱକୁ ଯିବେ?’ ଏହି ମନୁଷ୍ୟପୁତ୍ର କିଏ?”

35 ଯୀଶୁ କହିଲେ, “ତୁମ୍ଭମାନଙ୍କ ପାଖରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖରେ ଥିବା ପର୍ଯ୍ୟନ୍ତ ଗ୍ଭଲ। ତେବେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାରରେ ଗ୍ଭଲୁଥିବା ବ୍ୟକ୍ତି କେଉଁଆଡ଼େ ଯାଉଛି ଜାଣି ପାରେ ନାହିଁ। 36 ତେଣୁ ତୁମ୍ଭ ପାଖରେ ଆଲୋକ ଥିବା ପର୍ଯ୍ୟନ୍ତ ତା’ଠାରେ ତୁମ୍ଭେ ବିଶ୍ୱାସ ରଖ। ତେବେ ତୁମ୍ଭେମାନେ ଆଲୋକର ସନ୍ତାନ ହେବ।” ଯୀଶୁ ଏ କଥା କରିବା ପରେ ସେମାନଙ୍କର ପାଖରୁ ଗ୍ଭଲି ଗଲେ। ସେ ଏପରି ସ୍ଥାନରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।

ଯୀଶୁଙ୍କୁ ବିଶ୍ୱାସ କରିବା ପାଇଁ ଯିହୂଦୀମାନେ ଅସ୍ୱୀକାର କଲେ

37 ଯୀଶୁ ବହୁତ ଗୁଡ଼ିଏ ଆଶ୍ଚର୍ଯ୍ୟ କାର୍ଯ୍ୟ କଲେ। ଲୋକମାନେ ଏ ସବୁ ଦେଖିବା ସତ୍ତ୍ୱେ ତାହାଙ୍କୁ ବିଶ୍ୱାସ କଲେ ନାହିଁ। 38 ଅତଏବ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟ ଯାହା କହିଥିଲେ ତାହା ସତ୍ୟ ହେଲା, ସେ କହିଥିଲେ,

“ହେ ପ୍ରଭୁ, ଆମ୍ଭେ କହିଥିବା କଥାରେ କିଏ ବିଶ୍ୱାସ କରିଛି?
    କିଏ ପ୍ରଭୁଙ୍କର ଶକ୍ତି ଦେଖିଛି?”(F)

39 ସେମାନେ ବିଶ୍ୱାସ କରି ପାରି ନ ଥିଲେ, କାରଣ ଯିଶାଇୟ ଆହୁରି ମଧ୍ୟ କହିଥିଲେ:

40 “ପରମେଶ୍ୱର ଲୋକମାନଙ୍କୁ ଅନ୍ଧ କରିଛନ୍ତି।
    ସେ ସେମାନଙ୍କର ହୃଦୟ କଠିନ କରି ଦେଇଛନ୍ତି।
ସେମାନେ ଯେପରି ଆଖିରେ ଦେଖି ପାରିବେ ନାହିଁ
    ଓ ବୁଦ୍ଧିରେ ବୁଝିପାରିବେ ନାହିଁ ସେଥି ନିମନ୍ତେ ପରମେଶ୍ୱର ଏହା କରିଅଛନ୍ତି।
    ତା’ପରେ ମୁଁ ସେମାନଙ୍କୁ ସୁସ୍ଥ କରିବି।” (G)

41 ଯିଶାଇୟ ଏ କଥା କହିଥେଲେ, କାରଣ ସେ ପ୍ରଭୁଙ୍କର ଗୌରବ ଦେଖିଥିଲେ। ତେଣୁ ସେ ତାହାଙ୍କ (ଯୀଶୁଙ୍କ) ବିଷୟରେ ଏହା କହିଲେ।

42 କିନ୍ତୁ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ। ଏପରିକି, ଅନେକ ଯିହୂଦୀ ନେତାମାନେ ମଧ୍ୟ ତାହାଙ୍କଠାରେ ବିଶ୍ୱାସ କଲେ। କିନ୍ତୁ ସେମାନେ ଫାରୂଶୀମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ତାହାଙ୍କ ବିଶ୍ୱାସ ସମ୍ବନ୍ଧରେ ଖୋଲାଖୋଲି ଭାବେ କହିଲେ ନାହିଁ। ସେମାନେ ଡରିଲେ, କାଳେ ଫାରୂଶୀମାନେ ସେମାନଙ୍କୁ ସମାଜଗୃହରୁ ବାହାର କରିଦେବେ। 43 ସେ ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଅପେକ୍ଷା ଲୋକଙ୍କର ପ୍ରଶଂସା ପାଇବାକୁ ଭଲ ପାଉଥିଲେ।

ଯୀଶୁଙ୍କ ଶିକ୍ଷା ଲୋକଙ୍କର ବିଗ୍ଭର କରିବ

44 ତା’ପରେ ଯୀଶୁ ଚିତ୍କାର କରି କହିଲେ, “ମୋ’ଠାରେ ଯେଉଁ ଲୋକ ବିଶ୍ୱାସ ରଖେ, ସେ ପ୍ରକୃତରେ ମୋ’ଠାରେ ନୁହେଁ ମାତ୍ର ଯେ ମୋତେ ପଠାଇଛନ୍ତି, ତାହାଙ୍କଠାରେ ବିଶ୍ୱାସ ରଖେ। 45 ମୋତେ ଯେଉଁ ଲୋକ ଦେଖେ, ସେ ପ୍ରକୃତରେ ମୋର ପ୍ରେରଣ କର୍ତ୍ତାଙ୍କୁ ଦେଖେ। 46 ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମୋର ଆସିବାର କାରଣ, ମୋ’ଠାରେ ବିଶ୍ୱାସ ରଖିଥିବା ପ୍ରତ୍ୟେକ ଲୋକ କେବେ ଅନ୍ଧକାରରେ ରହିବ ନାହିଁ।

47 “ମୁଁ ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ୟରେ ଆସିଛି। ଯେଉଁମାନେ ମୋ’ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ୟ କରନ୍ତି ମୁଁ ସେହି ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। 48 ଜଣେ ବିଗ୍ଭରକ ଅଛନ୍ତି. ଯିଏ ବିଗ୍ଭର କରିବେ କି, କେଉଁ ଲୋକ ମୋତେ ବିଶ୍ୱାସ କରୁ ନାହିଁ ଓ ମୋ’ କଥା ଗ୍ରହଣ କରୁ ନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦେଇଛି, ତାହା ଦ୍ୱାରା ସେହି ଲୋକ ଶେଷ ଦିନରେ ବିଗ୍ଭର ହେବ। 49 ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦେଇଛି ତାହା ମୋର ନୁହେଁ। ମୋର ପ୍ରେରଣକର୍ତ୍ତା ପରମପିତା ମୋତେ କ’ଣ କହିବାକୁ ଓ କ’ଣ ଉପଦେଶ ଦେବାକୁ ପଡ଼ିବ ତାହା କହିଛନ୍ତି। 50 ମୁଁ, ଜାଣେ, ମୋ’ ପରମପିତା ଯାହା ଆଦେଶ ଦିଅନ୍ତି, ସେହିଠାରୁ ଅନନ୍ତ ଜୀବନ ଆସେ। ତେଣୁ ମୁଁ ଯାହା କହିଛି, ତାହା କହିବା ପାଇଁ ମୋତେ ପରମପିତା କହିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center