Historical
ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।
108 ହେ ପରମେଶ୍ୱର,
ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
2 ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
3 ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
4 ସଦାପ୍ରଭୁ, ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
5 ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
6 ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
ମୋ’ ପ୍ରାର୍ଥନାର ଉତ୍ତର ଦିଅ।
ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।
7 ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
“ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
ମୁଁ ଶିଖିମ୍କୁ ସେମାନଙ୍କୁ ଦେବି।
ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
8 ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
ଇଦୋମ୍ ମୋର ପାଦୁକା ବହିବ।
9 ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
ଏବଂ ଜୟଧ୍ୱନି କରିବି।”
10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11 କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
109 ପରମେଶ୍ୱର, ଯାହାଙ୍କୁ ମୁଁ ପ୍ରଶଂସା କରେ,
ନୀରବ ରୁହ ନାହିଁ।
2 ଦୁଷ୍ଟ ଲୋକମାନେ ମୋ’ ବିରୁଦ୍ଧରେ ମିଛ କହନ୍ତି।
ସେମାନେ ଯେଉଁ କଥା କୁହନ୍ତି ତାହା ସତ୍ୟ ନୁହେଁ।
3 ଲୋକମାନେ ମୋ’ ପ୍ରତି ଘୃଣାକାରୀ କଥା କହନ୍ତି।
ବିନା କାରଣରେ ମୋ’ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।
4 ମୁଁ ସେମାନଙ୍କୁ ପ୍ରେମ କଲି।
କିନ୍ତୁ ସେମାନେ ମୋତେ ଦୋଷୀ କଲେ।
କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଗ୍ଭଲିଛି।
5 ମୁଁ ସେହି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ଯ୍ୟ କଲି।
ସେମାନେ ମୋ’ ପ୍ରତି ଅମଙ୍ଗଳ କାର୍ଯ୍ୟ କଲେ।
ମୁଁ ସେମାନଙ୍କୁ ପ୍ରେମ କଲି
କିନ୍ତୁ ସେମାନେ ମୋତେ ଘୃଣା କଲେ।
6 ସେମାନେ କହିଲେ, “ତାଙ୍କୁ ନ୍ୟାୟ ଦେବା ପାଇଁ କେହି ଜଣେ ଦୁଷ୍ଟ ଲୋକକୁ ନିଯୁକ୍ତି କର।
କାହାକୁ ଜଣେ ବାହାର କର ଯିଏକି ଭୁଲ୍ ବୋଲି କହୁ।
7 ଯେତେବେଳେ ସେ ନ୍ୟାୟ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ
ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାଯିବ।
8 ତାଙ୍କର ଜୀବନ କାଳ ଛୋଟ ହେଉ।
ଅନ୍ୟକେହି ଜଣେ ତାଙ୍କର କାମ ନିଅନ୍ତୁ।
9 ତାଙ୍କର ପିଲାମାନେ ଅନାଥ ହୁଅନ୍ତୁ ଏବଂ ତାଙ୍କର ସ୍ତ୍ରୀମାନେ ବିଧବା ହୁଅନ୍ତୁ।
10 ତାଙ୍କର ଘର ଉଜୁଡ଼ି ଯାଉ।
ସେମାନେ ସବୁ ଭିକାରୀ ହୁଅନ୍ତୁ।
11 ସେ ଋଣ ଦେଇଥିବା ଲୋକ ତାଙ୍କର ସର୍ବଶ୍ୱ ନେଇଯାଉ।
ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12 ମୁଁ ଆଶା କରେ ସେମାନଙ୍କୁ କେହି ଦୟା ନ କରନ୍ତୁ।
ତାଙ୍କର ପିଲାମାନଙ୍କୁ କେହି ଦୟା ନ ଦେଖାନ୍ତୁ।
13 ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ।
ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।
14 ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ
ଓ ତାହାର ମାତାର ପାପ ପୋଛି ନ ହେଉ।
15 ସଦାପ୍ରଭୁ ସେମାନଙ୍କ ପାପକୁ ଚିରଦିନ ମନେ ପକାନ୍ତୁ,
କିନ୍ତୁ ପୃଥିବୀରେ ଲୋକମାନେ ସେହି ପରିବାର ବିଷୟରେ ସମ୍ପୂର୍ଣ୍ଣ ଭାବରେ ଭୁଲିଯାଆନ୍ତୁ।
16 କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ।
ସେ ଅତ୍ୟାଗ୍ଭର କରୁଥିଲେ ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ,
ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
17 ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ।
ସେହି ମନ୍ଦ, ସେମାନଙ୍କ ପାଇଁ ଘଟୁ।
ସେ ଅନ୍ୟର ମଙ୍ଗଳ କରିଲେ ନାହିଁ।
ତାଙ୍କଠାରୁ ମଙ୍ଗଳ ଦୂରେଇଯାଉ।
18 ଅଭିଶାପ ତା'ର ବସ୍ତ୍ର ହେଉ।
ଅଭିଶାପ ସେ ପିଉଥିବା ପାଣି ହେଉ।
ଅଭିଶାପ ତା'ର ଶରୀରର ତୈଳ ହେଉ।
19 ଅଭିଶାପ ଦୁଷ୍ଟବ୍ୟକ୍ତିର ବସ୍ତ୍ର ପରି ହେଉ
ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।”
20 ଏହା ମୋର ଶତ୍ରୁଗଣ ମୋ’ ବିଷୟରେ କହନ୍ତି,
ମୁଁ ଆଶାକରେ ମୋ’ ବିରୁଦ୍ଧରେ ଯିଏ ଦୁଷ୍ଟକଥା କୁହେ ସଦାପ୍ରଭୁ ଏହିସବୁ ବିଷୟ ସେହି ଲୋକମାନଙ୍କ ପ୍ରତି କରନ୍ତୁ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ।
ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ।
କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22 ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ୟକ୍ତି ଅଟେ।
ମୁଁ ବାସ୍ତବରେ ଦୁଃଖିତ, ମୋର ହୃଦୟ ଭାଙ୍ଗିପଡ଼ିଛି।
23 ମୁଁ ଅନୁଭବ କରୁଛି, ଯେପରି ମୋର ଜୀବନ ଶେଷ ହୋଇ ଆସୁଛି।
ଯେପରି ଦିନ ବିରାଟ ଛାଇପରି ସରିସରି ଆସୁଛି।
ମୁଁ ଛାରପୋକ ନ୍ୟାୟ ଗ୍ଭଳିତ ହେଉଅଛି।
24 ମୋର ଆଣ୍ଠୁ ଦୁର୍ବଳ ହୋଇଛି।
କାରଣ ମୁଁ ଭୋକିଲା ଅଟେ।
ମୁଁ ମୋର ଓଜନ ହରାଉଛି ଓ ପତଳା ହୋଇ ଯାଉଛି।
25 ମନ୍ଦ ଲୋକମାନେ ମୋତେ ଅପମାନିତ କରୁଛନ୍ତି।
ସେମାନେ ମୋତେ ଦେଖି ମୁଣ୍ଡ ହଲାଉଛନ୍ତି।
26 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ସାହାଯ୍ୟ କର।
ତୁମ୍ଭର ପ୍ରକୃତ କରୁଣା ପ୍ରେମ ମୋତେ ଦେଖାଅ ଓ ମୋତେ ରକ୍ଷା କର।
27 ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ।
ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।
28 ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି।
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ।
ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ।
ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।
29 ମୋର ଶତ୍ରୁମାନଙ୍କୁ ଲଜ୍ଜିତ କରାଅ।
ସେମାନେ ଉତ୍ତରୀୟ ବସ୍ତ୍ରତୁଲ୍ୟ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
30 ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ୟବାଦ ଦେବି,
ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
31 କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି,
ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।
110 ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ,
“ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ।
ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”
2 ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ,
ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।
3 ତୁମ୍ଭ ପରାକ୍ରମର ଦିନରେ,
ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ,
ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ।
ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ।
ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ
କାକର ଟୋପା ପରି ବେଢ଼ି ରହିବେ।
4 ସଦାପ୍ରଭୁ ପ୍ରତିଜ୍ଞା କଲେ,
ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ।
“ଯାଜକ ମଲ୍କୀଷେଦକଙ୍କ ପରି
ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”
5 ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
6 ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ।
ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ।
ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।
7 ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ
ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।
111 ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା'ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
114 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ,
ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।
2 ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ।
ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।
3 ସୂଫସାଗର ତାହା ଦେଖି ଘୁଞ୍ଚି ଗଲା।
ଯର୍ଦ୍ଦନ ନଦୀ ଉଜାଣି ବହିଲା।
4 ପର୍ବତଗଣ ମେଷପରି ଡେଇଁଲେ।
ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।
5 ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ?
ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?
6 ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ?
ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?
7 ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ
ସମ୍ମୁଖରେ କମ୍ପିତ ହୁଅ।
8 ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ
ଓ ପରମେଶ୍ୱର ଚକ୍ମକି ପଥରରୁ ନିର୍ଝର ବୁହାଇଲେ।
2010 by World Bible Translation Center