Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 18

ତିନି ପରିଦର୍ଶକ

18 ଏହା ପରେ, ପୁନର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଅଲୋନବୃକ୍ଷ ନିକଟରେ ଦେଖାଦେଲେ। ମଧ୍ୟାହ୍ନ ସମୟରେ ଅବ୍ରହାମ ତାଙ୍କର ତମ୍ବୁର ଦ୍ୱାର ଦେଶରେ ବସିଥିଲେ। ଅବ୍ରହାମ ଦେଖିଲେ ତିନି ଜଣ ଲୋକ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ। ଅବ୍ରହାମ ଏହା ଦେଖିବାପରେ ସେମାନଙ୍କ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ। ଅବ୍ରହାମ କହିଲେ, “ମହାଶୟଗଣ, ଯଦି ତୁମ୍ଭେମାନେ ମୋ’ ଉପରେ ସନ୍ତୁଷ୍ଟ, ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ। ମୁଁ କିଛି ଜଳରେ ଆପଣମାନଙ୍କୁ ପଦଧୌତ କରିବି ଓ ଆପଣମାନେ ଏହି ବୃକ୍ଷମୂଳରେ ଟିକେ ବିଶ୍ରାମ କରନ୍ତୁ। ମୁଁ ଆପଣମାନଙ୍କୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦେବି। ତା'ପରେ ଆପଣମାନେ ଯାତ୍ରା କରିବେ।”

ସେହି ତିନି ଜଣ କହିଲେ, “ତାହା ଉତ୍ତମ, ଯାହା କହିଲ ତାହା କର।”

ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।” ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର। ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟୀ, ଦୁ‌ଗ୍‌ଧ କିଛି ଛେନା ଆଣି ସେହି ତିନି ଲୋକଙ୍କ ସମ୍ମୁଖରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହୋଇ ଖାଇବାକୁ ନିବେଦନ କଲେ। ସେମାନେ ସେହି ବୃକ୍ଷମୂଳେ ତାହା ଭୋଜନ କଲେ।

ଏହା ପରେ ସେହି ଲୋକମାନେ ପଗ୍ଭରିଲେ, “ତୁମ୍ଭର ସ୍ତ୍ରୀ ସାରା କେଉଁଠାରେ?”

ଅବ୍ରହାମ ଉତ୍ତର ଦେଲେ, “ସେ ଏହି ତମ୍ବୁରେ ଅଛି।”

10 ତହୁଁ ସେ କହିଲେ, “ବସନ୍ତ ସମୟରେ ଆମ୍ଭେ ପୁନରାୟ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।”

ସାରା ତମ୍ବୁରେ ରହି ଏହିକଥା ଶୁଣୁଥିଲେ। 11 ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା। 12 ତେଣୁ ସାରା ଶୁଣିଥିବା କଥାକୁ ବିଶ୍ୱାସ କରି ପାରିଲେ ନାହିଁ। ସେ ନିଜକୁ ନିଜେ ହସିଲେ ଏବଂ କହିଲେ, “ମୁଁ ଏବଂ ମୋର ସ୍ୱାମୀ ବାର୍ଦ୍ଧକ୍ୟରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହୋଇଯାଇଛୁ।”

13 ଏହା ପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହୋଇଯାଇଛି। 14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।”

15 କିନ୍ତୁ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନ ଥିଲି!” ସେହିପରି ଭୟରେ କହିଥିଲି।

କିନ୍ତୁ ସଦାପ୍ରଭୁ କହିଲେ, “ମୁଁ ଜାଣେ ଏହା ସତ୍ୟ ନୁହେଁ। ତୁମ୍ଭେ ହସିଥିଲ!”

16 ଏହା ପରେ ସେହି ତିନି ଜଣ ଯିବା ପାଇଁ ଉଠିଲେ, ସେମାନେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସେମାନେ ସେହି ବାଟେ ଯିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟେଇ ଦେଲେ।

ଅବ୍ରହାମଙ୍କ ମୂଲଚୂଲ

17 ସଦାପ୍ରଭୁ ନିଜକୁ ନିଜେ କହିଲେ, “ମୁଁ ଯାହା କରିବାକୁ ଉଦ୍ୟତ ଅଟେ, ତାହା କ’ଣ ଅବ୍ରହାମଙ୍କୁ କହିବି? 18 ଅବ୍ରହାମଠାରୁ ଏକ ମହାନ ଓ ବଳଶାଳୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ। 19 ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦେବେ, ଯେଉଁପରି ଭାବରେ ମୁଁ ସେମାନଙ୍କୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ୟାୟ ଓ ଯଥାର୍ଥ ତାହା କରିବାକୁ ଗ୍ଭହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ପ୍ରତିଜ୍ଞା କଲି ତାହା ମୁଁ କରିବି।”

20 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଅନେକ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରାର ଲୋକମାନଙ୍କ ବିରୁଦ୍ଧରେ, ସେମାନେ ବହୁତ ପାପ କରିଛନ୍ତି। 21 ତେଣୁ ମୁଁ ସେଠାକୁ ଯିବି ଏବଂ ଦେଖିବି, ଯଦି ସେମାନେ ସେପରି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଗ୍ଭହେଁ।”

22 ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ। 23 ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?” 24 ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ? ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? 25 ନିଶ୍ଚୟ ଆପଣ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବେ ନାହିଁ। ଯଦି ଏହା ହୁଏ, ତେବେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କ’ଣ ସାରା ପୃଥିବୀର ବିଗ୍ଭରକର୍ତ୍ତା ଯାହା ନ୍ୟାୟ, ତାହା କରିବେ ନାହିଁ?”

26 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଯଦି ପଗ୍ଭଶ୍ ଜଣ ଭଲ ବ୍ୟକ୍ତି ସଦୋମରେ ଦେଖିବି, ମୁଁ ସେହି ସହରକୁ ଧ୍ୱଂସ କରିବି ନାହିଁ।”

27 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ଆପଣଙ୍କ ତୁଳନାରେ ମୁଁ କେବଳ ଧୂଳି ଓ ପାଉଁଶ। କିନ୍ତୁ ମୋତେ କ୍ଷମା କରନ୍ତୁ ମୁଁ ଏତେ ସାହସୀ ହୋଇ ଆଉ ଏକ ପ୍ରଶ୍ନ ପଗ୍ଭରୁଅଛି। 28 ହୋଇପାରେ ସେହି ପଗ୍ଭଶ୍ ଜଣଙ୍କ ମଧ୍ୟରୁ ପାଞ୍ଚ ଜଣ ଊଣା ହୋଇପାରନ୍ତି, ଆପଣ କ’ଣ ଏହି ପାଞ୍ଚ ଜଣଙ୍କ କାରଣରୁ ସେହି ସହରକୁ ଧ୍ୱଂସ କରିବେ କି?”

ସଦାପ୍ରଭୁ କହିଲେ, “ଯଦି ମୁଁ ସେଠାରେ ପଇଁଗ୍ଭଳିଶ ଜଣ ଧାର୍ମିକ ଲୋକ ଦେଖେ ତେବେ ସେ ନଗରକୁ ଧ୍ୱଂସ କରିବି ନାହିଁ।”

29 ଅବ୍ରହାମ ପୁଣି କହିଲେ, “ଆପଣ ଯଦି ସେଠାରେ ଗ୍ଭଳିଶ୍ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ନଗରଟିକୁ ଧ୍ୱଂସ କରିବେ?”

ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ସେଠାରେ ଗ୍ଭଳିଶ୍ ଜଣ ଧାର୍ମିକ ଲୋକ ଦେଖେ ଦେବେ ମୁଁ ସେହି ନଗରକୁ ଧ୍ୱଂସ କରିବି ନାହିଁ।”

30 ଏହା ପରେ ଅବ୍ରହାମ କହିଲେ, “ହେ ସଦାପ୍ରଭୁ, ମୋ’ ପ୍ରତି କ୍ରୋଧ କରନ୍ତୁ ନାହିଁ। ଆପଣଙ୍କୁ ଏହି କଥା ପଗ୍ଭରିବାକୁ ଦିଅନ୍ତୁ। ଯଦି ତିରିଶ୍ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ସେହି ନଗର ଧ୍ୱଂସ କରିବେ?”

ସଦାପ୍ରଭୁ ଉତ୍ତର ଦେଲେ, “ଯଦି ମୁଁ ତିରିଶ୍ ଜଣ ଧାର୍ମିକ ଲୋକ ପାଏ, ତେବେ ମୁଁ ସେହି ନଗର ଧ୍ୱଂସ କରିବି ନାହିଁ।”

31 ଏହା ପରେ ଅବ୍ରହାମ କହିଲେ, “ମୁଁ ଆପଣଙ୍କୁ କଷ୍ଟ ଦେଇ ପୁନର୍ବାର ପଗ୍ଭରିବି କି? ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ କ’ଣ ଆପଣ ନଗରକୁ ଧ୍ୱଂସ କରିବେ?”

ସଦାପ୍ରଭୁ ଉତ୍ତର ଦେଲେ, “ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥା’ନ୍ତି, ତେବେ ମୁଁ ନଗରକୁ ଧ୍ୱଂସ କରିବି ନାହିଁ।”

32 ଏହା ପରେ ଅବ୍ରହାମ କହିଲେ, “ସଦାପ୍ରଭୁ ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୋତେ ଶେଷ ଥର ପାଇଁ ଅନୁମତି ମିଳୁ। ଯଦି ଆପଣ ସେଠାରେ ଦଶ ଜଣ ଉତ୍ତମ ଲୋକ ଦେଖନ୍ତି ତେବେ କ’ଣ ଆପଣ ଏପରି କରିବେ?”

ସଦାପ୍ରଭୁ କହିଲେ, “ଯଦି ଦଶ ଜଣ ଉତ୍ତମ ଲୋକ ଥା’ନ୍ତି ତେବେ ସେହି ସହରକୁ ବିନଷ୍ଟ କରିବି ନାହିଁ।”

33 ସଦାପ୍ରଭୁ ଅବ୍ରହାମଙ୍କ ସହିତ କଥା ଶେଷ କଲାପରେ, ସଦାପ୍ରଭୁ ସେଠାରୁ ବିଦାୟ ନେଲେ ଓ ଏହା ପରେ ଅବ୍ରହାମ ତାଙ୍କ ତମ୍ବୁକୁ ଫେରିଲେ।

ମାଥିଉ ଲିଖିତ ସୁସମାଗ୍ଭର 17

ମୋଶା ଓ ଏଲିୟଙ୍କ ସହିତ ଯୀଶୁ

(ମାର୍କ 9:2-13; ଲୂକ 9:28-36)

17 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ ସେମାନେ ସମସ୍ତେ ଥିଲେ। ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା। ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା[a] ଥିଲେ।

ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”

ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”

ଯୀଶୁଙ୍କ ଶିଷ୍ୟମାନେ ଏ କଥା ଶୁଣି ଅଧିକ ଭୟଭୀତ ହୋଇ ପଡ଼ିଲେ। ସେମାନେ ଭୂଇଁ ଉପରେ ପଡ଼ିଗଲେ। ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।” ଶିଷ୍ୟମାନେ ଉପରକୁ ଗ୍ଭହିଁଲେ, ସେମାନେ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

ଯୀଶୁ ଓ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଦେଶ ଦେଲେ, “ପର୍ବତ ଉପରେ ତୁମ୍ଭେମାନେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନର୍ଜୀବିତ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହାସବୁ ଦେଖିଛ, ତାହା ଲୋକଙ୍କ ଆଗରେ କହିପାର।”

10 ଯୀଶୁଙ୍କୁ ଶିଷ୍ୟମାନେ ପଗ୍ଭରିଲେ, “ତେବେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?”

11 ଯୀଶୁ ଉତ୍ତର ଦେଲେ, “ସେମାନେ ଠି‌କ୍‌ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରତ୍ୟେକ ବସ୍ତୁକୁ ଠି‌କ୍‌ କ୍ରମରେ ରଖିବେ। 12 କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ, ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସେହି ପ୍ରକାର ବ୍ୟବହାର କଲେ। ସେହିଭଳି ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କଠାରୁ ସେହି ପ୍ରକାର ଯାତନା ଭୋଗ କରିବେ।” 13 ତା'ପରେ ତାହାଙ୍କର ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେ ପ୍ରକୃତରେ ଏଲିୟ।

ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କରିଦେଲେ

(ମାର୍କ 9:14-29; ଲୂକ 9:37-43କ)

14 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲୋକମାନଙ୍କ ପାଖକୁ ଫେରି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗରେ ଆଣ୍ଠୁ ମାଡ଼ି ପଡ଼ିଗଲା। 15 ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି। 16 ମୁଁ ତାକୁ ତୁମ୍ଭ ଶିଷ୍ୟମାନଙ୍କ ପାଖକୁ ଆଣିଥିଲି, କିନ୍ତୁ ସେମାନେ ତାକୁ ସୁସ୍ଥ କରି ପାରିଲେ ନାହିଁ।”

17 ଯୀଶୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ ନାହିଁ। ତୁମ୍ଭେମାନେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତେଦିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ଯ୍ୟନ୍ତ ମୋର ଧୈର୍ଯ୍ୟ ରହିବ? ସେ ପିଲାଟିକୁ ମୋ’ ପାଖକୁ ଆଣ।” 18 ତା'ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା’ ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା।

19 ତା'ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”

20 ଯୀଶୁ କହିଲେ, “ତାହା କେବଳ ତୁମ୍ଭର ଅଳ୍ପ ବିଶ୍ୱାସର ଯୋଗୁଁ ହେଲା। ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭର ଯଦି ଗୋଟିଏ ସୋରିଷ ଦାନା ପରିମାଣର ମଧ୍ୟ ବିଶ୍ୱାସ ଅଛି, ତେବେ ତୁମ୍ଭେ ଏହି ପର୍ବତକୁ କହିପାରିବ, ‘ଏ ଜାଗାରୁ ସେ ଜାଗାକୁ ଗ୍ଭଲିଯାଅ,’ ଏବଂ ପର୍ବତ ଗ୍ଭଲିଯିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହୋଇ ରହିବ ନାହିଁ।’’ 21 (ଏହିଭଳି ଭୂତମାନେ କେବଳ ଉପବାସ ଓ ପ୍ରାର୍ଥନା ଦ୍ୱାରା ବାହାରି ଯାଇ ଥା’ନ୍ତି।)[b]

ନିଜ ମୃତ୍ୟୁ ବିଷୟରେ ଯୀଶୁ କହନ୍ତି

(ମାର୍କ 9:30-32; ଲୂକ 9:43ଖ-45)

22 ତା'ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ। 23 ସେମାନେ ତାହାଙ୍କୁ ମାରିଦେବେ, କିନ୍ତୁ ସେ ମୃତ୍ୟୁରୁ ତୃତୀୟ ଦିନ ବଞ୍ଚି ଉଠିବେ।” ଯୀଶୁଙ୍କୁ ମାରି ଦିଆଯିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ୟମାନେ ବହୁତ ମନଦୁଃଖ କଲେ।

କର ଦେବା ବିଷୟରେ ଯୀଶୁଙ୍କ ଉପଦେଶ

24 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ର‌କ୍‌ମା’ କର[c] ଦିଅନ୍ତି କି?”

25 ପିତର ଉତ୍ତର ଦେଲେ, “ହଁ, ସେ ଦିଅନ୍ତି।”

ପିତର ଘର ଭିତରକୁ ଗଲେ, ସେଠାରେ ଯୀଶୁ ଥିଲେ। ପିତର କିଛି କହିବା ପୂର୍ବରୁ ଯୀଶୁ କହିଲେ, “ପୃଥିବୀର ରାଜାମାନେ ଲୋକମାନଙ୍କଠାରୁ ଅନେକ ପ୍ରକାର କରଆଦାୟ କରିଥା’ନ୍ତି। କିନ୍ତୁ କେଉଁମାନେ ସେହି କର ଦିଅନ୍ତି? ଏମାନେ କ’ଣ ରାଜାଙ୍କ ନିଜ ସନ୍ତାନସନ୍ତତି ନା ଅନ୍ୟମାନଙ୍କର ସନ୍ତାନସନ୍ତତି? ତୁମ୍ଭେ କ’ଣ ଭାବୁଛ?”

26 ପିତର ଉତ୍ତର ଦେଲେ, “ରାଜାମାନେ ଅନ୍ୟମାନଙ୍କର ସନ୍ତାନସନ୍ତତିଙ୍କଠାରୁ କରଆଦାୟ କରନ୍ତି।”

ଯୀଶୁ ତାହାଙ୍କୁ କହିଲେ, “ତା'ର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦେବାକୁ ପଡ଼େ ନାହିଁ। 27 କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା'ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।”

ନିହିମିୟାଙ୍କର ପୁସ୍ତକ 7

ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି। ଏହା ପରେ ମୁଁ ମୋର ଭାଇ ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନିୟକୁ ଯିରୁଶାଲମ ଉପରେ ନିଯୁକ୍ତ କଲି କାରଣ ହନାନିୟ ବିଶ୍ୱସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। ଆଉ ମୁଁ ହନାନିକୁ ଓ ହନାନିୟକୁ କହିଲି, “ଦିନରେ ସୂର୍ଯ୍ୟ ପ୍ରଚଣ୍ତ ନ ହେବା ପର୍ଯ୍ୟନ୍ତ ଯେପରି ଫାଟକ ନ ଖୋଲା ଯାଏ, ଆଉ ଲୋକମାନେ ପ୍ରହରୀ କର୍ମରେ ଠିଆ ହେବା ବେଳେ ସୂର୍ଯ୍ୟାସ୍ତ ସମୟରେ ଦ୍ୱାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭେମାନେ ଯିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର। କେତେକ ପ୍ରହରୀ ସେମାନଙ୍କ ଶିବିରରେ ଛିଡ଼ା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହର ସମ୍ମୁଖରେ ରହନ୍ତୁ।”

ଫେରିଥିବା ବନ୍ଦୀମାନଙ୍କର ତାଲିକା

ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧ୍ୟରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା। ଏହା ପରେ ବଂଶାବଳି କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଯାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସେମାନଙ୍କର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲେଖା ଯାଇଥିବାର ଦେଖିଲି।

ଯେଉଁମାନେ ବନ୍ଦୀରୂପେ ଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକ ଯିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫେରି ଆସିଲେ। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିହୁଦୀୟମାନଙ୍କୁ କରାୟତ କରିଥିଲେ। ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମିୟା, ଅସରିୟ, ରୟମା, ନହମାନି, ମର୍ଦ୍ଦଖୟ, ବି‌‌‌ଲ୍‌‌ଶନ୍, ମମ୍ପର, ବି‌ଗ୍‌ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶିୟ ପୁରୁଷମାନଙ୍କ ସଂଖ୍ୟା ଏହିପରି ଥିଲା।

ପରିୟୋଶର ବଂଶଧର2,172 ଜଣ।
ଶଫଟିୟର ବଂଶଧର372 ଜଣ।
10 ଆରହର ବଂଶଧର652 ଜଣ।
11 ଯେଶୂୟ ଓ ଯୋୟାବର ପରିବାର ମଧ୍ୟରୁ ପହ‌ତ୍‌ମୋୟାବର ବଂଶଧର2,818 ଜଣ।
12 ଏଲମର ବଂଶଧର1,254 ଜଣ।
13 ସତ୍ତୂର ବଂଶଧର845 ଜଣ।
14 ସ‌କ୍‌କୟର ବଂଶଧର760 ଜଣ।
15 ବିନ୍ନୁୟିର ବଂଶଧର648 ଜଣ।
16 ବେବୟର ବଂଶଧର628 ଜଣ।
17 ଅ‌‌‌‌ସ୍‌‌‌‌ଗଦର ବଂଶର2,322 ଜଣ।
18 ଅଦୋନୀକାମର ବଂଶଧର667 ଜଣ।
19 ବି‌ଗ୍‌ବୟର ବଂଶଧର2,067 ଜଣ।
20 ଆଦୀନର ବଂଶଧର655 ଜଣ।
21 ହିଜକିୟର ଆଟରର ବଂଶଧରରୁ98 ଜଣ।
22 ହଶୂମର ବଂଶଧର328 ଜଣ।
23 ବେ‌ତ୍‌ସୟର ବଂଶଧର324 ଜଣ।
24 ହାରୀଫର ବଂଶଧର112 ଜଣ।
25 ଗିଦିୟୋନିର ବଂଶଧର95 ଜଣ।
26 ବୈ‌ଥ୍‌ଲେହମ ଓ ନଟୋଫା ସହରରୁ188 ଜଣ।
27 ଅନାଥୋତର ଲୋକ128 ଜଣ।
28 ବେଥ୍-ଅ‌‌‌‌ସ୍‌‌‌‌ମାବତ ସହରରୁ42 ଜଣ।
29 କିରିୟତ୍-ଯିୟାରୀମ, କଫୀରା ଓ ବେରୋତ ସହରରୁ743 ଜଣ।
30 ରାମା ଓ ଗେବା ସହରରୁ621 ଜଣ।
31 ମି‌କ୍‌ମସ ସହରରୁ122 ଜଣ।
32 ବୈଥେଲ୍ ଓ ଅୟ ସହରରୁ123 ଜଣ।
33 ଅନ୍ୟ ନବୋ ସହରରୁ52 ଜଣ।
34 ଅନ୍ୟ ଏଲମ ସହରରୁ1,254 ଜଣ।
35 ହାରୀମ ସହରରୁ320 ଜଣ।
36 ଯିରୀହୋ ସହରରୁ345 ଜଣ।
37 ଲୋଦ୍, ହାଦୀଦ୍ ଓ ଓନୋ ସହରରୁ721 ଜଣ।
38 ସନାୟ ସହରରୁ3,930 ଜଣ।

39 ଯାଜକଗଣ:

ଯେଉଁମାନେ ଯିଦୟିୟର ଭବିଷ୍ୟଦ୍ ବଂଶଧର ଓ ଯେଶୂୟ ପରିବାରର ସଭ୍ୟ973 ଜଣ।
40 ଇମ୍ମେରର ବଂଶଧର1,052 ଜଣ।
41 ପ‌ଶ୍‌ହୂରର ବଂଶଧର1,247 ଜଣ।
42 ହାରିମର ବଂଶଧର1,017 ଜଣ।

43 କ‌‌‌‌‌ଦ୍‌‌‌‌‌ମୀୟେଲଙ୍କ ଦ୍ୱାରା ହେଦବାର ମାଧ୍ୟମରେ

ଯେଶୂୟ ପରିବାରବର୍ଗରୁ ଆସିଥିବା ଲେବୀୟମାନଙ୍କର ସଂଖ୍ୟା74 ଜଣ।

44 ଗାୟକଗଣ:

ଆସଫର ବଂଶଧର148 ଜଣ।

45 ଏହିମାନେ ହେଲେ ଦ୍ୱାରପାଳଗଣ:

ଶଲ୍ଲୁମର ବଂଶଧରମାନେ, ଆଟର, ଟ‌‌‌‌ଲ୍‌‌‌‌‌‌‌ମୋନ, ଅ‌କ୍‌କୂବ, ହଟୀଟା ଓ ଶୋବୟ138 ଜଣ।

46 ମନ୍ଦିରର ଦାସମାନେ ହେଲେ:

ସହୀର ବଂଶଧରମାନେ, ହସୂଫା, ଟବ୍ବାୟୋତର ବଂଶଧର।

47 କେରୋସର, ସୀୟର, ପାଦୋନ।

48 ଲବାନା, ହଗାବ, ଶ‌‌‌‌ଲ୍‌‌‌‌‌‌‌ମୟ,

49 ହାନନ, ଗିଦ୍ଦେଲ, ଗହର,

50 ରାୟା, ର‍ତ୍‍ସୀନ୍, ନକୋଦ,

51 ଗସମ, ଉଷ, ପାସେହ,

52 ବେଷୟ, ମିୟନୀମ, ନଫୁଷୀମ,

53 ବ‌କ୍‌ବୁକ, ହକୂଫା, ହର୍ବୂର,

54 ବ‌‌‌‌ସ୍‌‌‌‌ଲୂତ, ମହୀଦା, ହର୍ଶା,

55 ବର୍କୋସ, ସୀଷରା, ତେମହ,

56 ନ‌ତ୍‌ସୀହ, ହଟୀଫା।

57 ଶଲୋମନର ଦାସମାନଙ୍କର ବଂଶଧରମାନେ ହେଲେ:

ସୋଟୟ, ସୋଫେରତ, ପରିଦା,

58 ଯାଳା, ଦର୍କଣ, ଗିଦ୍ଦେଲ,

59 ଶଫଟିୟ, ହଟୀଲା, ପୋଖେରତ୍-ହ‌ତ୍‌ସବାୟିମ ଓ ଆମୋନ,

60 ମନ୍ଦିରର ସମୁଦାୟ ଦାସ ଓ ଶଲୋମନଙ୍କ ଦାସମାନଙ୍କର ବଂଶଧର392 ଜଣ।

61 ତେଲମେଲହ, ତେ‌‌‌‌ଲ୍‌‌‌‌‌‌‌ହର୍ଶା, କଋବ୍, ଅଦ୍ଦନ ଓ ଇ‌‌‌‌‌‌ମ୍‌‌‌‌‌‌ମୋର, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସେମାନେ ଇସ୍ରାଏଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସେହି ଲୋକମାନେ ହେଲେ ଏହିମାନେ।

62 ଦଲାୟ, ଟୋବିୟ ଓ ନକୋଦ ବଂଶଧର642 ଜଣ।

63 ଯାଜକମାନଙ୍କ ପରିବାର ମଧ୍ୟରୁ

ହବାୟ, ହକୋସ ଓ ବର୍ସିଲ୍ଲୟର ବଂଶଧର। ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ସେ ଖ୍ୟାତ ହେଲା।

64 ସେମାନେ ସେମାନଙ୍କର ପରିବାରର ଇତିହାସ ଖୋଜିଲେ, ସେମାନଙ୍କର ମଧ୍ୟରେ ଯେଉଁମାନଙ୍କର ପୂର୍ବପୁରୁଷ ପଞ୍ଜିକୃତ ହୋଇଥିଲେ, ମାତ୍ର ସେମାନେ ପାଇଲେ ନାହିଁ। ତେଣୁ ସେମାନେ ଯାଜକତ୍ୱରୁ ଅଯୋଗ୍ୟ ଘୋଷିତ ହେଲେ। 65 ଶାସନକର୍ତ୍ତା ସେମାନଙ୍କୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।

66 ଆଉ ସମସ୍ତ ସମାବେଶରେ 42,360 ଜଣ ଥିଲେ। 67 ଏହା ଛଡ଼ା ସେମାନଙ୍କ ଦାସଦାସୀ 7,337 ଜଣ ଥିଲେ। ସେମାନଙ୍କର 245 ଜଣ ଗାୟକ ଗାୟୀକା ଥିଲେ। 68 ସେମାନଙ୍କର 736 ଅଶ୍ୱ, 245 ଖଚର, 69 435 ଓଟ, 6,720 ଗଧ ଥିଲେ।

70 ପରିବାରର ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1,000 ସ୍ୱର୍ଣ୍ଣମୁଦ୍ରା, ପଗ୍ଭଶ୍ କୁଣ୍ତ, 530 ଯାଜକୀୟ ବସ୍ତ୍ର ଦେଲା। 71 ଆଉ ପରିବାରର କେତେକ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ୱର୍ଣ୍ଣମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ। 72 ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ୱର୍ଣ୍ଣମୁଦ୍ରା ଓ 2,000 ରୂପାମୁଦ୍ରା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।

73 ଏହା ପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ ଓ ମନ୍ଦିରର ସେବକମାନେ ଓ ସମଗ୍ର ଇସ୍ରାଏଲୀୟ ନିଜ ନିଜ ନଗରରେ ବାସ କଲେ। ଏଣୁ ସପ୍ତମ ମାସରେ ସମସ୍ତ ଇସ୍ରାଏଲୀୟମାନେ ନିଜ ନିଜ ନଗରରେ ଥିଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 17

ପାଉଲ ଓ ଶୀଲାଙ୍କର ଥେସଲନିକୀରେ ପ୍ରବେଶ

17 ପାଉଲ ଓ ଶୀଲା ଆଂଫିପଲି ଓ ଆପଲ୍ଲୋନିଆ ନଗର ଦେଇ ଥେସଲନୀକୀ ନଗରରେ ପହଞ୍ଚିଲେ। ସେଠାରେ ଯିହୂଦୀୟମାନଙ୍କର ଗୋଟିଏ ସମାଜଗୃହ ଥିଲା। ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ। ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।” ସେମାନଙ୍କ ମଧ୍ୟରୁ କେତେକ ଲୋକ ପରିବର୍ତ୍ତିତ ହେଲେ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ୟ ପରମେଶ୍ୱରଙ୍କୁ ପୂଜା କରୁଥିବା ଅନେକ ଗ୍ରୀକ୍ ଲୋକ ଓ ଅନେକ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ୟ ସେମାନଙ୍କ ସହିତ ଯୋଗଦେଲେ।

କିନ୍ତୁ ଅବିଶ୍ୱାସୀ ଯିହୂଦୀୟମାନେ ଈର୍ଷାପରାୟଣ ହୋଇ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ୟରୁ ଗୋଟିଏ ଦଳ ଏକାଠି କଲେ ଓ ନଗରରେ ଗଣ୍ଡଗୋଳ ସୃଷ୍ଟିକଲେ। ସେମାନେ ନଗରରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେଷ୍ଟା କଲେ। ସେମାନେ ତାହାଙ୍କୁ ନ ପାଇ ଯାସୋନ ଓ କେତେକ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସେମାନେ ପାଟି କରି କହିଲେ, “ଏହି ଲୋକମାନେ ସାରା ଜଗତରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସେମାନେ ବର୍ତ୍ତମାନ ଏଠାକୁ ମଧ୍ୟ ଆସିଲେଣି। ଯାସୋନ ସେହିମାନଙ୍କୁ ଆଣି ନିଜ ଘରେ ରଖିଛି। ଯୀଶୁ ନାମରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସେମାନେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚରଣ କରୁଛନ୍ତି।”

ଜନସମୂହ ଓ ନଗରର ଶାସନକର୍ତ୍ତାମାନେ ସେମାନଙ୍କ କଥା ଶୁଣି ବିଚଳିତ ହୋଇ ପଡ଼ିଲେ। ପରେ ସେମାନେ ଯାସୋନ ଓ ଅନ୍ୟମାନଙ୍କଠାରୁ ଜାମିନ ନେଇ ଛାଡ଼ି ଦେଲେ।

ପାଉଲ ଓ ଶୀଲାଙ୍କର ବେରେୟାରେ ପ୍ରବେଶ

10 ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ। 11 ସେଠାରେ ଲୋକମାନେ ଥେସଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସେମାନେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସେମାନଙ୍କର କଥା ସତ୍ୟ ନା ମିଥ୍ୟା, ଏହି କଥା ଜାଣିବା ପାଇଁ ସେମାନେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ। 12 ଅତଏବ, ଅନେକ ଯିହୂଦୀୟ ଲୋକ ବିଶ୍ୱାସ କଲେ। ଅନେକ ସମ୍ରାନ୍ତ ଗ୍ରୀକ ସ୍ତ୍ରୀ ଓ ପୁରୁଷମାନେ ମଧ୍ୟ ବିଶ୍ୱାସ କଲେ।

13 ଥେସଲନୀକୀୟ ଯିହୂଦୀୟମାନେ ବେରୟା ନଗରରେ ପାଉଲ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରୁଛନ୍ତି ବୋଲି ଜାଣି ପାରିଲେ। ତେଣୁ ସେମାନେ ସେଠାକୁ ଆସି ଆନ୍ଦୋଳନ କରି ଲୋକ ସମୂହକୁ ମତେଇଲେ। 14 ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇଦେଲେ, କିନ୍ତୁ ଶୀଲା ଓ ତୀମଥି ସେଠାରେ ରହିଲେ। 15 ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ନେଇ ଯାଇଥିଲେ ସେମାନେ ତାହାଙ୍କୁ ଆଥୀନୀ ନଗର ପର୍ଯ୍ୟନ୍ତ ପହଞ୍ଚାଇ ଦେଲେ। ପାଉଲ ସେମାନଙ୍କ ଦ୍ୱାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସେମାନେ ଫେରିଗଲେ।

ଆଥୀନୀ ନଗରରେ ପାଉଲ

16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ। 17 ତେଣୁ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ। 18 ତେଣୁ କେତେକ ଏପିକୂରୀୟ ଓ ସ୍ତୋୟିକ ଦାର୍ଶନିକମାନେ ତାହାଙ୍କ ସହିତ ଯୁକ୍ତିତର୍କ କଲେ।

ସେମାନଙ୍କ ଭିତରୁ କେତେକ କହିଲେ, “ଏ ଲୋକଟି କ’ଣ କହୁଛି ତାହା ସେ ଜାଣେ ନାହିଁ?” ପାଉଲ ସେମାନଙ୍କୁ ଯୀଶୁଙ୍କ ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ସୁସମାଗ୍ଭର ସମ୍ବନ୍ଧରେ କହୁଥିଲେ। ଅନ୍ୟମାନେ କହିଲେ, “ଦେଖ, ଏ ଲୋକଟି କୌଣସି ବିଦେଶୀ ଦେବାଦେବୀଙ୍କ ବିଷୟରେ କହୁଛି। ସେମାନେ ଏପରି କହିଲେ, କାରଣ ପାଉଲ ଯୀଶୁ ଓ ତାହାଙ୍କର ମୃତ୍ୟୁରୁ ପୁନର୍ଜୀବିତ ହୋଇ ଉଠିବା କଥା ପ୍ରଗ୍ଭର କରୁଥିଲେ।”

19 ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି? 20 ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍‌ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।” 21 ଆଥୀନୀୟ ବାସିନ୍ଦାମାନେ ଓ ସେଠାରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ଯ୍ୟ ନ କରି କେବଳ ନୂତନ ବିଷୟମାନ ଶୁଣିବାରେ ଓ କଥା କହିବାରେ ସମୟ କାଟୁଥିଲେ।

22 ପାଉଲ ଆରୟପାଗ ସଭାର ସାମନାରେ ଠିଆ ହୋଇ କହିଲେ, “ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭେମାନେ ସବୁ ବିଷୟରେ ଅତି ଧାର୍ମିକ। 23 ମୁଁ ନଗରର ଗ୍ଭରିପାଖରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବେଦୀ ଦେଖିଲି ଯାହା ଉପରେ ଲେଖାଥିଲା, ‘ଏକ ଈଶ୍ୱର ଯାହାଙ୍କୁ ଆମ୍ଭେ ଜାଣି ନାହୁଁ।’ ତେଣୁ ତୁମ୍ଭେମାନେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗରେ ପ୍ରଗ୍ଭର କରୁଛି।

24 “ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ। 25 ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ। 26 ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,

27 “ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି। 28 ‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ, ‘ଆମ୍ଭେମାନେ ତାହାଙ୍କର ସନ୍ତାନ।’

29 “ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ। 30 ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି। 31 ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”

32 ଯେତେବେଳେ ସେମାନେ ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହୋଇଥିବା ବିଷୟରେ ଶୁଣିଲେ, ସେମାନଙ୍କ ଭିତରୁ କେତେଜଣ ତାହାଙ୍କୁ ଉପହାସ କଲେ। ଆଉ କେତେକ କହିଲେ, “ଆମ୍ଭେ ପରେ ଏ ବିଷୟରେ ତୁମ୍ଭଠାରୁ ଶୁଣିବୁ।” 33 ତେଣୁ ପାଉଲ ସେମାନଙ୍କୁ ଛାଡ଼ି ଗ୍ଭଲିଗଲେ। 34 କେତେକ ଲୋକ ପାଉଲଙ୍କ ସହିତ ଯୋଗଦାନ କଲେ ଓ ବିଶ୍ୱାସ କଲେ। ସେମାନଙ୍କ ଭିତରେ ଆରୟପାଗୀୟ ସଭାର ସଦସ୍ୟ ଦିୟସୂସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀଲୋକ ଓ ଅନ୍ୟମାନେ ମଧ୍ୟ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center