M’Cheyne Bible Reading Plan
ପ୍ରାଣୀମାନଙ୍କୁ ବଧ କରିବା ଓ ଭକ୍ଷ୍ୟଣ କରିବାର ବିଧି
17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ସଦାପ୍ରଭୁଙ୍କ ଆଜ୍ଞା ବିଷୟରେ କୁହ। 3 ଯଦି କେହି ଗାଈ କି ମେଷ କି ଛାଗ ଛାଉଣି ମଧ୍ୟରେ ବା ଛାଉଣି ବାହାରେ ବଧ କରେ, 4 ସେହି ଲୋକ ସେହି ପ୍ରାଣୀକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ ଓ ସେହି ପ୍ରାଣୀର ଏକ ଅଂଶ ଉପହାର ସ୍ୱରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ସେ ଯଦି ତାହା ନ କରେ ତେବେ ରକ୍ତପାତର ଅପରାଧରେ ଅପରାଧୀ ହେବ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ। 5 ଏଣୁ ଇସ୍ରାଏଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ। 6 ତା’ପରେ ସେ ଯାଜକ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ସେହି ମେଦ ଦଗ୍ଧ କରିବ। 7 ତହିଁରେ ସେମାନେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ୟଭିଗ୍ଭର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
8 “ତୁମ୍ଭେ ସବୁ ଲୋକଙ୍କୁ କହିବ, ଇସ୍ରାଏଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯେବେ ହୋମବଳି କି ବଳିଦାନ କରେ, 9 ତେବେ ସେ ସେହି ବଳିଦାନ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନ କରିବ ତେବେ ସେ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।
10 “ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା। 11 କାରଣ ରକ୍ତରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ଆମ୍ଭେ ତାହା ଯଜ୍ଞବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ମୂଲ୍ୟରେ ରକ୍ତ ହିଁ ପ୍ରାୟଶ୍ଚିତ କରେ। 12 ତେଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ୟରୁ କେହି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
13 “ଆଉ କୌଣସି ଇସ୍ରାଏଲୀୟ ହେଉ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ହେଉ, ଯଦି ମୃଗୟା କରି କୌଣସି ପଶୁ ବା ପକ୍ଷୀକୁ ଖାଦ୍ୟ ପାଇଁ ବଧ କରେ, ତେବେ ସେ ତାହାର ରକ୍ତ ଭୁମିରେ ଢାଳି ଧୂଳିରେ ଢାଙ୍କିବ। 14 କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତରେ ହିଁ ଥାଏ। ଏଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭେମାନେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତା’ର ପ୍ରାଣ। ଯେକେହି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।
15 “ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂ ମୃତ ପଶୁ ଭୋଜନ କରେ, ତେବେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହେବ। 16 ଯଦି ସେ ତା’ର ବସ୍ତ୍ର ନ ଧୂଏ କିମ୍ବା ସ୍ନାନ ନ କରେ, ତେବେ ସେ ପାପର ଅପରାଧ ବହନ କରିବ।”
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଦାଉଦଙ୍କର ଏକ ଗୀତ।
21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
8 ହେ ପରମେଶ୍ୱର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।
13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।
ରାଜା ଲମୂୟେଲଙ୍କର ଜ୍ଞାନପୂର୍ଣ୍ଣ ବାକ୍ୟ
31 ଏହା ହେଉଛି ରାଜା ଲମୂୟେଲଙ୍କର ଉପଦେଶ ପୂର୍ଣ୍ଣ ବାକ୍ୟ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।
2 ତୁମ୍ଭେ ହେଉଛ ମୋର ପୁତ୍ର, ମୁଁ ଯାହାକୁ ଭଲପାଏ, ତୁମ୍ଭେ ହେଉଛ ସେହି ପୁତ୍ର ଯାହାକୁ ପାଇବା ପାଇଁ ମୁଁ ପ୍ରାର୍ଥନା କରିଥିଲି। 3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣାର ବଳ ଦିଅ ନାହିଁ। ସେମାନେ ରାଜାମାନଙ୍କୁ ଧ୍ୱଂସ କଲେ। 4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ। 5 ଯଦି ସେମାନେ ପାନ କରନ୍ତି, ସେମାନେ ସବୁ ନିୟମ ଭୁଲି ଯାଆନ୍ତି ଏବଂ ଗରିବ ଲୋକମାନଙ୍କ ବିପକ୍ଷରେ ନ୍ୟାୟ କରନ୍ତି। 6 ମୃତକଳ୍ପ ଲୋକକୁ ଦ୍ରାକ୍ଷାରସ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ। 7 ସେ ଲୋକ ପାନକରି ଆପଣା ଦରିଦ୍ରତା ପାଶୋରନ୍ତୁ ଏବଂ ଆପଣା କ୍ଳେଶ ଭୁଲି ଯାଆନ୍ତୁ।
8 ତୁମ୍ଭର ପାଟି ଫିଟାଅ ଓ ସେମାନଙ୍କ ପାଇଁ କୁହ, ଯେଉଁମାନେ ସେମାନଙ୍କ ପାଇଁ କହିପାରିବେ ନାହିଁ, କଷ୍ଟରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ। 9 ମୁଖ ଫିଟାଇ ଯଥାର୍ଥ ବିଗ୍ଭର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଗ୍ଭର କର।
ଉପଯୁକ୍ତ ସ୍ତ୍ରୀ
10 ଏହା ଅତ୍ୟନ୍ତ କଷ୍ଟ “ଏକ ଗୁଣବତୀ ସ୍ତ୍ରୀ ପାଇବା”
ତା’ର ମୂଲ୍ୟ ମୁକ୍ତାଠାରୁ ଅଧିକ ମୂଲ୍ୟବାନ ଅଟେ।
11 ତା’ର ସ୍ୱାମୀର ହୃଦୟ ତାଠାରେ ନିର୍ଭର କରେ।
ସେ କଦାପି ଦରିଦ୍ର ହେବ ନାହିଁ।
12 ସେ ଜୀବନସାରା ସ୍ୱାମୀର ମଙ୍ଗଳ କରେ।
ସେ ତାଙ୍କୁ କେବେ ଅସୁବିଧାରେ ପକାଏ ନାହିଁ।
13 ସେ ମେଷଲୋମ ମସିନା ଖୋଜି
ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14 ସେ ବାଣିଜ୍ୟ ଜାହାଜ ପରି,
ଦୂରରୁ ଆପଣା ଆହାର ଆଣେ।
15 ସେ ରାତ୍ରି ଥାଉଥାଉ ଉଠେ,
ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ।
ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17 ସେ ଜଣେ ବଳବାନ୍ କାର୍ଯ୍ୟକାରୀ ସ୍ତ୍ରୀ
ସେ ସବୁ ସମୟ କଠିନ ପରିଶ୍ରମ କରେ।
18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ।
ପୁଣି ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19 ସେ ନୋଟିକି ହାତ ବଢ଼ାଏ,
ପୁଣି ତା’ର ହସ୍ତ ତାହା ପାଇଁ ବସ୍ତ୍ର ବୁଣେ।
20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ
ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଏ।
21 ସେ କେବେହେଲେ ନିଜର ପରିବାର ବିଷୟରେ ଶୀତ ଋତୁରେ ଦୁଃଖିନୀ ହୁଏ ନାହିଁ।
ଯେତେବେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି।
22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ।
ସେ ଶୁଭ୍ର କ୍ଷୌମବସ୍ତ୍ର ପିନ୍ଧେ।
23 ଲୋକମାନେ ତା’ର ସ୍ୱାମୀକୁ ସମ୍ମାନ କରନ୍ତି।
ସେ ଦେଶର ଜଣେ ମୁଖିଆ ଅଟେ।
24 ସେ ଜଣେ ଉତ୍ତମ ବ୍ୟବସାୟୀ ସ୍ତ୍ରୀ ଅଟେ।
ସେ ଲୁଗା ଓ ବେଲ୍ଟ ପ୍ରସ୍ତୁତ କରେ ଓ ତାକୁ ବ୍ୟବସାୟୀମାନଙ୍କୁ ବିକେ।
25 ସେ ପ୍ରଶଂସାରେ ଯୋଗ୍ୟା, ଲୋକମାନେ ତାଙ୍କୁ ସମ୍ମାନ କରନ୍ତି।
ସେ ନୀର୍ଭିକ ଭାବେ ତା’ର ଭବିଷ୍ୟତ ଦେଖି ପାରେ।
26 ସେ ଜ୍ଞାନପୂର୍ଣ୍ଣ କଥା କହେ।
ସେ ଲୋକମାନଙ୍କୁ ଦୟା ଓ କରୁଣା ଶିକ୍ଷା ଦିଏ।
27 ସେ କେବେ ଅଳସୁଆ ହୁଏ ନାହିଁ।
ସେ ତା’ର ଗୃହର ପ୍ରତ୍ୟେକ ଦ୍ରବ୍ୟର ଯତ୍ନ ନିଏ।
28 ତା’ର ସନ୍ତାନମାନେ ତାକୁ ଧନ୍ୟ ବୋଲି କହନ୍ତି।
ତା’ର ସ୍ୱାମୀ ତା’ର ପ୍ରଶଂସା କରେ।
29 “ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି।
କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।”
30 ଲାବଣ୍ୟ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ଯ୍ୟ ଅସାର,
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31 ସେ ପାଇବାର ଉପଯୁକ୍ତ ପୁରସ୍କାର ତାକୁ ଦିଅ।
ତାକୁ ତା’ ନିଜର କର୍ମ କରିବାକୁ ଛାଡ଼ିଦିଅ।
ସେ ଯାହା କରିଯାଇଛି ଲୋକମାନଙ୍କ ନଗର ଦ୍ୱାରରେ ତାହାର ପ୍ରଶଂସା ଆଣିଦିଏ।
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ
2 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ। 2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା। 3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରେ।
4 ପରମେଶ୍ୱର ଗ୍ଭହାନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ୟକୁ ଜାଣନ୍ତୁ। 5 କେବଳ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ମଣିଷ ପାଇଁ ପରମେଶ୍ୱରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ୟସ୍ଥ ଅଛନ୍ତି। ସେହି ମଧ୍ୟସ୍ଥ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ। 6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି। 7 ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଗ୍ଭର କହିବା ପାଇଁ ମୁଁ ମନୋନୀତ ହୋଇଥିଲି। ମୁଁ ପ୍ରେରିତ ରୂପେ ମଧ୍ୟ ସେଥିପାଇଁ ମନୋନୀତ ହୋଇଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ୟ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହେବା ପାଇଁ ମନୋନୀତ ହୋଇଥିଲି। ବିଶ୍ୱାସ କରିବା ଓ ସତ୍ୟକୁ ଜାଣିବା ପାଇଁ ମୁଁ ସେମାନଙ୍କୁ ଶିକ୍ଷା ଦିଏ।
ପୁରୁଷ ଏବଂ ସ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ
8 ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।
9 ମୁଁ ଏହା ମଧ୍ୟ ଗ୍ଭହେଁ ଯେ ସ୍ତ୍ରୀଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସେମାନଙ୍କ ପାଇଁ ଉପଯୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦେଖାଇବା ଲାଗି ବେଣୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ୟବହାର କରନ୍ତୁ ନାହିଁ। 10 ଭଲ କାମ କରିବା ଦ୍ୱାରା ନିଜକୁ ସୁନ୍ଦର ଭାବେ ସୁଶୋଭିତ କରନ୍ତୁ। ପରମେଶ୍ୱରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହିରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ୟକ।
11 ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ୟ ହେଉ। 12 ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦେବା ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କର୍ତ୍ତୃତ୍ୱ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀଲୋକ ନୀରବ ହୋଇ ରହିବା ଦରକାର। 13 କାରଣ ଆଦମ ପ୍ରଥମରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ। 14 ଆହୁରି ଶୟତାନ ପ୍ରଥମେ ଆଦମକୁ ପ୍ରତାରଣା କରି ନ ଥିଲା। ହବା ପ୍ରତାରିତ ହୋଇଥିଲା। ଏବଂ ସେ ଜଣେ ପାପିନୀ ହୋଇଥିଲା। 15 କିନ୍ତୁ ସ୍ତ୍ରୀମାନେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ। ସେମାନେ ନିରନ୍ତର ବିଶ୍ୱାସ, ପ୍ରେମ, ପବିତ୍ରତା ଓ ଆତ୍ମସଂଯମ ସହିତ ଜୀବନଯାପନ କଲେ, ମୁକ୍ତି ପାଇବେ।
2010 by World Bible Translation Center