Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 20

ଦଶ ଆଜ୍ଞା

20 ଏହା ପରେ ପରମେଶ୍ୱର କହିଲେ,

“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।

“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।

“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା’ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି। କିନ୍ତୁ ମୁଁ ସେହି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମୋର ନିୟମ ପାଳନ କରନ୍ତି ଓ ମୋତେ ପ୍ରେମ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର। ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ। 10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ। 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟିକୁ ଏକ ସ୍ୱତନ୍ତ୍ର ଦିନ କଲେ।

12 “ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

13 “ତୁମ୍ଭେ ନରହତ୍ୟା କରିବ ନାହିଁ।

14 “ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।

15 “ତୁମ୍ଭେ ଗ୍ଭେରି କରିବ ନାହିଁ।

16 “ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।

17 “ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା’ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”

ଲୋକମାନେ ପରମେଶ୍ୱରଙ୍କୁ ଭୟ କଲେ

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। 19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”

20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେମନ୍ତ ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।”

21 ଲୋକମାନେ ସେତେବେଳେ ସେହି ପବିତ୍ର ପର୍ବତଠାରୁ ଦୂରରେ ରହିଲେ, ଯେତେବେଳେ ମୋଶା ସେହି ପର୍ବତ ଉପରକୁ, ଘନ ମେଘ ମଧ୍ୟକୁ ପରମେଶ୍ୱରଙ୍କୁ ସାକ୍ଷାତ କରିବା ପାଇଁ ଗଲେ। 22 ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲର ଲୋକମାନଙ୍କୁ ଏହି କଥା କୁହ, “ଆମ୍ଭେ ସ୍ୱର୍ଗରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭେମାନେ ଦେଖିଅଛ। 23 ତେଣୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ ଅନ୍ୟ ଦେବତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରୌପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତି ନିର୍ମାଣ କରିବ ନାହିଁ।

24 “ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ। 25 ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହେବ। ଏହା ଆଉ ଗ୍ରହଣ ଯୋଗ୍ୟ ହେବ ନାହିଁ। 26 ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।”

ଲୂକ ଲିଖିତ ସୁସମାଗ୍ଭର 23

ଯୀଶୁଙ୍କୁ ରାଜ୍ୟପାଳ ପୀଲାତଙ୍କ ପ୍ରଶ୍ନ(A)

23 ସମସ୍ତେ ଉଠି ଠିଆ ହେଲେ। ସେମାନେ ଯୀଶୁଙ୍କୁ ପୀଲାତଙ୍କ ପାଖକୁ ନେଇଗଲେ। ସେମାନେ ଯୀଶୁଙ୍କୁ ଦୋଷ ଦେବାକୁ ଲାଗିଲେ। ସେମାନେ ପୀଲାତଙ୍କୁ କହିଲେ, “ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭେମାନେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦେବା ଉଚିତ୍ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।”

ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”

ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।”

ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,”

ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”

ପୀଲାତ ଯୀଶୁଙ୍କୁ ହେରୋଦଙ୍କ ପାଖକୁ ପଠାଇଲେ

ପୀଲାତ ଏହା ଶୁଣି ପଗ୍ଭରିଲେ, ଏହି ଲୋକ କ’ଣ ଗାଲିଲୀର? ପୀଲାତ ଜାଣିଲେ ଯେ, ଯୀଶୁ ହେରୋଦଙ୍କ ଅଧିକାର କ୍ଷେତ୍ରର ଲୋକ। ହେରୋଦ ସେହି ସମୟରେ ଯିରୁଶାଲମରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇଦେଲେ।

ହେରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସୀ ହୋଇଗଲେ। ହେରୋଦ ଯୀଶୁଙ୍କ ବିଷୟରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। ହେରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗରେ ଯୀଶୁ କିଛି ଆଶ୍ଚର୍ଯ୍ୟକର୍ମ ପ୍ରଦର୍ଶନ କରିବେ। ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। 10 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ। 11 ତା’ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା’ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ। 12 ଅତୀତରେ ପିଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।

ଯୀଶୁଙ୍କର ମୃତ୍ୟୁ ନିଶ୍ଚିତ(B)

13 ପୀଲାତ, ପ୍ରଧାନଯାଜକ ଓ ଯିହୂଦୀନେତାଙ୍କ ସହିତ ସବୁ ଲୋକଙ୍କୁ ଏକାଠି ଡାକିଲେ। 14 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯୀଶୁଙ୍କୁ ମୋ’ ପାଖକୁ ଆଣିଛ। ତୁମ୍ଭେମାନେ କହୁଛ ଯେ ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତିରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କଠାରେ ମୁଁ କୌଣସି ଭୁଲ୍ ଦେଖି ପାରିଲି ନାହିଁ। ତୁମ୍ଭେମାନେ ଯାହା କହୁଛ, ଯୀଶୁ ସେଥିରେ ଦୋଷୀ ନୁହନ୍ତି। 15 ତାଛଡ଼ା ହେରୋଦ ମଧ୍ୟ ତାହାଙ୍କଠାରେ କୌଣସି ଭୁଲ୍ ଦେଖି ନାହାନ୍ତି। ହେରୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦେଇଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ୍ କାମ କରି ନାହାନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହେବ ନାହିଁ। 16 ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବାପରେ ମୁଁ ତାହାଙ୍କୁ ମୁକ୍ତ କରି ଗ୍ଭଲିଯିବାକୁ ଅନୁମତି ଦେବି।” 17 [a]

18 କିନ୍ତୁ ସବୁଲୋକେ ପାଟିକରି ଉଠିଲେ, “ତାହାକୁ ମାରିଦିଅ। ବାର‌ବ୍‌ବାକୁ ମୁକ୍ତ କରିଦିଅ।” 19 ବାର‌ବ୍‌ବା ନଗରରେ ଦଙ୍ଗା ଆରମ୍ଭ କରିଥିବା ଯୋଗୁଁ ଓ କେତେକ ଲୋକଙ୍କୁ ହତ୍ୟା କରିଥିବା ଯୋଗୁଁ କାରାଗାରରେ ବନ୍ଦୀ ହୋଇ ରହିଥିଲା।

20 ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦେବାକୁ ଗ୍ଭହୁଁଥିଲେ। ତେଣୁ ପୁଣି ଥରେ ପୀଲାତ ସେମାନଙ୍କୁ କହିଲେ ଯେ ସେ ଯୀଶୁଙ୍କୁ ଛାଡ଼ି ଦେବେ। 21 କିନ୍ତୁ ଲୋକମାନେ ଚିତ୍କାର କରି କହିଲେ, “ତାହାଙ୍କୁ ମାରିଦିଅ। ତାହାଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ।”

22 ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”

23 କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ, 24 ପୀଲାତ ଲୋକଙ୍କ ଇଚ୍ଛା ଅନୁଯାୟୀ ନିର୍ଣ୍ଣୟ ନେଲେ। 25 ଲୋକମାନେ ବାର‌ବ୍‌ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାର‌ବ୍‌ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାର‌ବ୍‌ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ।

ଯୀଶୁ କ୍ରୁଶରେ ହତ ହେଲେ(C)

26 ସୈନ୍ୟମାନେ ଯୀଶୁଙ୍କୁ ମାରିଦେବା ପାଇଁ ନେଇଗଲେ। ଠିକ୍ ସେହି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫେରି ନଗର ଭିତରକୁ ଆସୁଥିଲା। ତା’ର ନାମ ଥିଲା ଶିମୋନ। ଶିମୋନ କୁରୀଣ ନଗରର ଲୋକ ଥିଲା। ସୈନ୍ୟମାନେ ଯୀଶୁଙ୍କ କ୍ରୁଶ ବହନ କରି ଯୀଶୁଙ୍କ ପଛରେ ଯିବାକୁ ଶିମୋନକୁ ବାଧ୍ୟ କଲେ।

27 ବହୁ ସଂଖ୍ୟାରେ ଲୋକେ ଯୀଶୁଙ୍କ ପଛେ ପଛେ ଗଲେ। କେତେକ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସେମାନେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ। 28 କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ। 29 ଏବେ ସମୟ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାନ୍ତି, ସେମାନେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ୟା, ସେମାନେ ଧନ୍ୟ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦେଇ ନାହାନ୍ତି ଏବଂ ତାହାଙ୍କର ଯତ୍ନ ନେଇ ନାହାନ୍ତି, ସେମାନେ ଧନ୍ୟ।’ 30 ତା’ପରେ ଲୋକମାନେ ପର୍ବତକୁ କହିବେ, ଆମ୍ଭ ଉପରେ ଖସିପଡ଼୍, ଲୋକେ ପାହାଡ଼କୁ କହିବେ, ‘ଆମ୍ଭକୁ ଘୋଡ଼େଇ ଦିଅ।’ [b] 31 ବର୍ତ୍ତମାନ ସମୟରେ ଯେତେବେଳେ ଜୀବନ ଭଲରେ କଟୁଛି, ସେତେବେଳେ ଲୋକେ ଯଦି ଏଭଳି ବ୍ୟବହାର କରିବେ, ତେବେ ଯେତେବେଳେ ଖରାପ ସମୟ ଆସିବ, ସେତେବେଳେ ଅବସ୍ଥା କ’ଣ ହେବ?” [c]

32 ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା। 33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।

34 ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” [d]

ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ। 35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?”

36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ। 37 ସୈନ୍ୟମାନେ କହିଲେ, “ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତେବେ ନିଜକୁ ରକ୍ଷା କର।” 38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ ଏ ଯିହୂଦୀମାନଙ୍କର ରାଜା।”

39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”

40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ। 41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।” 42 ତା’ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”

43 ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ [e] ପ୍ରବେଶ କରିବ।”

ଯୀଶୁଙ୍କ ପ୍ରାଣତ୍ୟାଗ(D)

44 ସେତେବେଳେ ପ୍ରାୟ ଦିନ ଦ୍ୱିପ୍ରହର ହୋଇଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇଗଲା। 45 ସୂର୍ଯ୍ୟ ଦେଖାଯାଉ ନ ଥିଲା। ମନ୍ଦିରର ପରଦା ଦୁଇଖଣ୍ଡ ହୋଇ ଚିରିଗଲା। 46 ଯୀଶୁ ପାଟିକରି କହିଲେ, “ହେ ପରମପିତା, ମୁଁ ମୋର ଆତ୍ମା ତୁମ୍ଭକୁ ଦେଉଛି।” ଏହା କହିବା ପରେ ଯୀଶୁ ପ୍ରାଣ ତ୍ୟାଗ କଲେ।

47 ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”

48 ଅନେକ ଲୋକ ଏହି ଘଟଣା ଦେଖିବାକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସେମାନେ ଅତ୍ୟନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶେଷରେ ସେମାନେ ଫେରିଗଲେ। 49 ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସେଠାରେ ଉପସ୍ଥିତ ଥିଲେ। ତା’ଛଡ଼ା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନେକ ସ୍ତ୍ରୀ ଲୋକ ସେଠାରେ ଥିଲେ। ସେମାନେ କ୍ରୁଶଠାରୁ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।

ହାରାମାଥୀୟାର ଯୋଷେଫ(E)

50-51 ଯିହୂଦୀମାନଙ୍କର ହାରାମାଥୀୟା ନଗରର ଜଣେ ଲୋକ ସେଠାରେ ଥିଲେ। ତାହାଙ୍କ ନାମ ଯୋଷେଫ। ସେ ଯିହୂଦୀ ମହାସଭାର ଜଣେ ସଦସ୍ୟ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ୱରଙ୍କ ରାଜ୍ୟକୁ ଅପେକ୍ଷା କରୁଥିଲେ। ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ୟା କରିବାକୁ ସ୍ଥିର କଲାବେଳେ ସେ ସେଥିରେ ରାଜି ହୋଇ ନ ଥିଲେ। 52 ଯୋଷେଫ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ଯୋଷେଫ ସେଥିପାଇଁ ଅନୁମତି ଦେଲେ। 53 ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ। 54 ଏହା ପ୍ରସ୍ତୁତି ଦିବସର ଶେଷ ସମୟ ଥିଲା। ବିଶ୍ରାମ ଦିବସ ପାଖେଇ ଆସୁଥିଲା।

55 ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। । ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ। 56 ତା’ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ।

ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।

ଆୟୁବ ପୁସ୍ତକ 38

ପରମେଶ୍ୱର ଆୟୁବଙ୍କୁ କହିଲେ

38 ତା’ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଉତ୍ତର ଦେଇ କହିଲେ,

“କିଏ ଏହି ଅଜ୍ଞାନୀ ବ୍ୟକ୍ତି ଯିଏ କି
    ଏଭଳି ନିର୍ବୋଧ କଥା କହୁଛି?
ଆୟୁବ, ଜଣେ ମଣିଷ ପରି ଛିଡ଼ା ହୋଇଯାଅ,
    ଯାହା ଫଳରେ ମୁଁ ତୁମ୍ଭକୁ ପ୍ରଶ୍ନ ପଗ୍ଭରି ପାରିବି ଏବଂ ତୁମ୍ଭେ ମୋତେ ଉତ୍ତର ଦେଇ ପାରିବ।

“ଆୟୁବ, ତୁମ୍ଭେ କେଉଁଠାରେ ଥିଲ, ଯେତେବେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି?
    ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମୋତେ ଉତ୍ତର ଦିଅ।
ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହେବ?
    ଏକ ମାପିବା ରେଖା ଦ୍ୱାରା କିଏ ଏହି ପୃଥିବୀକୁ ମାପଚୁପ କରିଥିଲା?
ପୃଥିବୀ କାହା ଉପରେ ସ୍ଥିର ରହିଛି?
    କିଏ ଏହି ସ୍ଥାନରେ ପ୍ରଥମ ପଥର ରଖିଲା?
ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ
    ଏବଂ ଏହା ଯେତେବେଳେ ହେଲା ସ୍ୱର୍ଗଦୂତଗଣ ଆନନ୍ଦରେ ଚିତ୍କାର କଲେ।

“ଆୟୁବ, କିଏ ସମୁଦ୍ରକୁ ବନ୍ଦ କରିବା ପାଇଁ ଫାଟକ ବନ୍ଦ କଲା,
    ଯେତେବେଳେ ଏହା ଗଭୀର ଭାବରେ ପୃଥିବୀରେ ପ୍ରବାହିତ ହେଲା?
ସେତେବେଳେ ମୁଁ ତାକୁ ମେଘଦ୍ୱାରା ଆବୃତ କଲି
    ଓ ଏହାକୁ ନିବିଡ଼ ଅନ୍ଧକାର ମଧ୍ୟରେ ଗୁଡ଼ାଇ ରଖିଲି।
10 ମୁଁ ସମୁଦ୍ର ପାଇଁ ସୀମା ନିରୂପିତ କଲି
    ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦେଲି।
11 ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା’ଠାରୁ ଅଧିକା ନୁହେଁ।
    ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’

12 “ଆୟୁବ, ତୁମ୍ଭେ କେବେ ତୁମ୍ଭର ଜୀବନକାଳ ମଧ୍ୟରେ
    ସକାଳକୁ ଆଜ୍ଞା କରିଛ ଆରମ୍ଭ ହେବା ପାଇଁ କି ଦିନ ଆରମ୍ଭ ହେବା ପାଇଁ?
13 ଆୟୁବ ତୁମ୍ଭେ କେବେ ସକାଳର ସୂର୍ଯ୍ୟ କିରଣକୁ ପୃଥିବୀକୁ ଆଚ୍ଛାଦିତ କରିବାକୁ କହିଛ?
    ଏବଂ ଦୁଷ୍ଟ ଲୋକମାନଙ୍କୁ ହଲାଇ ଲୁଚିବା ଜାଗାରୁ ଖୋଜି ବାହାର କରିଛ?
14 ସେମାନଙ୍କ ଆଲୋକ ଦ୍ୱାରା ପୃଥିବୀ
    ଏକ ମାଟିଗୁଳା ପରି ପରିବର୍ତ୍ତିତ ହେଲା।
ଯେତେବେଳେ ଏହା ଏକ ମୋହର ଦ୍ୱାରା ମୋହରାଙ୍କିତ ହେଲା।
    ଏହାର ଆକାର କୋଟର ଭାଙ୍ଗ ଭଳି ଛିଡ଼ା ହୁଏ।
15 ଦୁଷ୍ଟ ଲୋକମାନେ ଦିନର ଆଲୁଅକୁ ଭଲ ପାଆନ୍ତି ନାହିଁ।
    କାରଣ ଏହାର ପ୍ରଖର କିରଣ ସେମାନଙ୍କୁ ମନ୍ଦ କରିବାକୁ ମନା କରେ।

16 “ଆୟୁବ ତୁମ୍ଭେ ସମୁଦ୍ରର ଗଭୀର ସ୍ଥାନକୁ କେବେ ଯାଇଛ କି,
    ଯେଉଁଠାରୁ ସମୁଦ୍ରର ଆରମ୍ଭ?
    ତୁମ୍ଭେ କେବେ ସମୁଦ୍ରର ନିମ୍ନ ଦେଶରେ ଗ୍ଭଲିଛ କି?
17 ଆୟୁବ ତୁମ୍ଭେ କେବେ ମୃତ୍ୟୁ ଦେଶର ଦ୍ୱାରକୁ ଦେଖିଛ କି?
    ତୁମ୍ଭେ କେବେ ସେହି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନେଇଯାଏ।
18 ଆୟୁବ ତୁମ୍ଭେ ବୁଝିପାରୁଛ କି ପୃଥିବୀ କେତେ ବଡ଼ ଅଟେ?
    ଯଦି ତୁମ୍ଭେ ଜାଣ ଉତ୍ତର ଦିଅ।

19 “ଆୟୁବ, ଆଲୋକ କେଉଁଠାରୁ ଆସେ?
    ଅନ୍ଧକାର କେଉଁଠାରୁ ଆସେ।
20 ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା’ର ପୂର୍ବ ସ୍ଥାନକୁ ଫେରାଇ ଦେଇ ପାରିବ କି?
    ତୁମ୍ଭେ ସେ ସ୍ଥାନକୁ କିପରି ଯାଇପାରିବ ଜାଣିଛ କି?
21 ନିଶ୍ଚୟ ତୁମ୍ଭେ ଏ କଥା ସବୁ ଜାଣିଛ।
    ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ୟ ଅଟ।
    ତୁମ୍ଭେ ବଞ୍ଚିଥିଲ ମୁଁ ଯେତେବେଳେ ଏହିସବୁ ଗଢ଼ିଥିଲି, ନୁହେଁ କି?

22 “ଆୟୁବ, ତୁମ୍ଭେ କେବେ ମୋର ଭଣ୍ଡାର ଘରକୁ ଯାଇଛ କି,
    ଯେଉଁଠାରେ କି ମୁଁ ବରଫ ଏବଂ କୁଆପଥର ରଖିଛି?
23 ମୁଁ ବରଫ ଓ କୁଆପଥର ଖଣ୍ଡଗୁଡ଼ିକୁ,
    କଷ୍ଟ ସମୟ ପାଇଁ ଯୁଦ୍ଧ ଓ ସଂଗ୍ରାମ ସମୟ ପାଇଁ ସଞ୍ଚୟ କରିଛି।
24 ତୁମ୍ଭେ ସେହି ସ୍ଥାନକୁ ଯାଇଛ କି ଯେଉଁଠାରୁ ସୂର୍ଯ୍ୟ ଉଦୟ ହୁଏ
    ଏବଂ ଯେଉଁଠାରୁ ପୂର୍ବବାୟୁ ସାରା ପୃଥିବୀରେ [a] ଗ୍ଭରିଆଡ଼େ ବିଚ୍ଛୁରିତ ହୋଇଯାଏ?
25 ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶରେ ଖାଲ ଖୋଳି ରଖିଛି?
    କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି?
26 କିଏ ବର୍ଷା ତିଆରି କରନ୍ତି ଏପରି ଜାଗାରେ
    ଯେଉଁଠାରେ କେହି ମନୁଷ୍ୟ ରହନ୍ତି ନାହିଁ?
27 ସେହି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ।
    ଘାସ ଉଠିବାକୁ ଆରମ୍ଭ କରେ।
28 ବର୍ଷାର କ’ଣ ପିତା ଅଛି?
    କିଏ କାକର ବୁନ୍ଦା ତିଆରି କରେ?
29 ବରଫର କ’ଣ ମାତା ଅଛି?
    କିଏ କୁଆପଥରର ଜନ୍ମଦାତା ଅଟେ?
30 ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ।
    ଏପରିକି ସମୁଦ୍ର ଜଳ ମଧ୍ୟ ଜମାଟ ବାନ୍ଧି ଯାଏ।

31 “ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି?
    ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି?
32 ତୁମ୍ଭେ କ’ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ?
    ତୁମ୍ଭେ କ’ଣ ଭାଲୁକୁ ତା’ର ଛୁଆମାନଙ୍କ ସହିତ କଢ଼େଇ ନେବ?
33 ତୁମ୍ଭେ ଆକାଶ ମଣ୍ଡଳର ନିୟମସବୁ ଜାଣ କି?
    ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି?

34 “ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦେଇ ପାରିବ,
    ସେମାନେ ବର୍ଷାରେ ତୁମ୍ଭକୁ ଘୋଡ଼ାଇ ପାରିବେ?
35 ତୁମ୍ଭେ ବିଜୁଳି କି ଡାକି ପାରିବ କି?
    ସେ ତୁମ୍ଭ ନିକଟକୁ ଆସି କହିବ କି?
‘ଆମ୍ଭେ ଏଠାରେ ଅଛୁ;
    ମହାଶୟ, ଆପଣ କ’ଣ ଗ୍ଭହାନ୍ତି।’
    ଏହା କ’ଣ ତୁମ୍ଭେ ଯେଉଁଠାକୁ ଯିବ ତୁମ୍ଭ ସାଥୀରେ ଯାଇପାରିବ କି?

36 “ଆୟୁବ କିଏ ମଣିଷକୁ ବୁଦ୍ଧିମାନ କରେ?
    କିଏ ତାଙ୍କ ଭିତରେ ଜ୍ଞାନ ଭର୍ତ୍ତୀ କରେ?
37 ଏପରି କିଏ ବୁଦ୍ଧିମାନ ଅଛି, ଯିଏ ମେଘକୁ ଗଣିପାରେ
    ଏବଂ କିଏ ତାଙ୍କୁ ବ‌କ୍‌ସିସ୍ ଦେଇ ତାଙ୍କ ବୃଷ୍ଟି ଢାଳି ଦେବ?
38 ତେଣୁ ଧୂଳି ରାସ୍ତା କାଦୁଅରେ ପରିଣତ ହୁଏ
    ଏବଂ ମାଟିମୁଣ୍ଡା ଲାଗିଯାଆନ୍ତି।

39 “ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି?
    ତୁମ୍ଭେ ସେମାନଙ୍କ ଭୋକିଲା ଶାବକକୁ ଖାଦ୍ୟ ଦିଅ କି?
40 ସେହି ସିଂହମାନେ ତାଙ୍କ ଗୁମ୍ଫା ଭିତରେ।
    ସେମାନେ ଘାସ ଭିତରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହୋଇଥା’ନ୍ତି।
41 କିଏ ଡାମରା କାଉକୁ ଖାଦ୍ୟ ଯୋଗାଇ ଦିଏ?
    ଯେତେବେଳେ ତା’ର ଶାବକମାନେ ପରମେଶ୍ୱରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲାବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ?

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8

ସହଖ୍ରୀଷ୍ଟିୟାନମାନଙ୍କୁ ସାହାଯ୍ୟ କର

ଭାଇ ଓ ଭଉଣୀମାନେ! ପରମେଶ୍ୱର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସେହି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ। ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ। ମୁଁ କହିପାରେ ଯେ, ସେମାନେ ଯେତେ ଦେଇ ପାରିବା କଥା ତାହ ଦେଇଛନ୍ତି। ଏତିକି ନୁହେଁ, ସେମାନେ ସ୍ୱେଚ୍ଛାରେ ନିଜ ସାମର୍ଥ୍ୟ ଅପେକ୍ଷା ଅଧିକ ଦେଇଛନ୍ତି। କେହି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ। କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ। ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।

ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ। ତୁମ୍ଭେମାନେ ବିଶ୍ୱାସ, ବାକ୍ୟ ପ୍ରଗ୍ଭର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭେମାନେ ଶିଖିଥିବା ପ୍ରେମ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦେବା ସେବାରେ ତୁମ୍ଭେମାନେ ଧନୀ ହୁଅ।

ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ। ତୁମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭେମାନେ ଜାଣ ଯେ, ଖ୍ରୀଷ୍ଟ ଈଶ୍ୱରଙ୍କଠାରେ ଧନୀ ହୋଇଥିଲେ ମଧ୍ୟ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହେବା ଦ୍ୱାରା ତୁମ୍ଭେମାନେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁ ଖ୍ରୀଷ୍ଟ ଏପରି କଲେ।

10 ଏହି ବିଷୟରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ରେଷ୍ଠ। ଗତ ବର୍ଷ ତୁମ୍ଭେମାନେ ପ୍ରଥମେ ଦାନ ଦେବା ପାଇଁ ଇଚ୍ଛା କରିଥିଲ ଓ ପ୍ରକୃତରେ ପ୍ରଥମେ ଦାନ ମଧ୍ୟ ଦେଇଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭେମାନେ ଆରମ୍ଭ କରିଥିଲ ତାହାକୁ ଶେଷ କର। 11 ତା’ହେଲେ ଯାଇ ତୁମ୍ଭମାନଙ୍କର “କରିବା” ତୁମ୍ଭମାନଙ୍କର “ଇଚ୍ଛା କରିବା” ସହିତ ସମାନ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ତହିଁରୁ ଦାନ କର। 12 ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା’ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ। 13 ଅନ୍ୟମାନେ ଆରାମରେ ରହୁଥିବା ବେଳେ ତୁମ୍ଭେମାନେ ଦୁର୍ଦ୍ଦଶାରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ; ବରଂ ଆମ୍ଭେ ସବୁ ବିଷୟରେ ସମାନତା ଇଚ୍ଛା କରୁ। 14 ବର୍ତ୍ତମାନ ତୁମ୍ଭମାନଙ୍କ ପାଖରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ୟକ ପୂରଣ ହେବ। ତା’ପରେ ଯେତେବେଳେ ସେମାନଙ୍କର ବୁଦ୍ଧି ହେବ, ସେମାନେ ତୁମ୍ଭମାନଙ୍କର ଆବଶ୍ୟକତାରେ ସାହାଯ୍ୟ କରିବେ। 15 ଶାସ୍ତ୍ରରେ ମଧ୍ୟ ଲେଖାଅଛି:

“ଯିଏ ଅଧିକ ସଂଗ୍ରହ କଲା ତାହା ପାଖରେ ଅଧିକ ରହିଲା ନାହିଁ,
    ଓ ଯିଏ ଅଳ୍ପ ସଂଗ୍ରହ କଲା ତାହା ପାଖରେ ଅତି ଅଳ୍ପ ରହିଲା ନାହିଁ।” (A)

ତୀତସ ଓ ତାଙ୍କର ସଙ୍ଗୀମାନେ

16 ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି। 17 ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି। 18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ। 19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।

20 ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା’ ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟରେ ଆମ୍ଭେ ସାବଧାନ ଅଛୁ। 21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହାସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ୍ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।

22 ସେମାନଙ୍କ ସହିତ ସର୍ବଦା ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଆଉ ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନେକ ଘଟଣାରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନରେ ଅସୀମ ବିଶ୍ୱାସ ଥିବାରୁ, ସେ ଅଧିକ ସାହାଯ୍ୟ କରିବା ପାଇଁ ଉତ୍ସାହିତ ଅଛନ୍ତି।

23 ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ। 24 ତୁମ୍ଭମାନଙ୍କ ଭିତରେ ଯେ ପ୍ରକୃତରେ ପ୍ରେମ ଅଛି ଏହା ଦେଖାଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସେମାନଙ୍କୁ ପ୍ରମାଣ କରି ଦେଖାଅ। ତା’ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center