Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 29

ଯାଜକମାନଙ୍କର ନିଯୁକ୍ତି ପର୍ବ

29 “ବର୍ତ୍ତମାନ ମୁଁ ତୁମ୍ଭକୁ କହିବି, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିଯୁକ୍ତି କରିବା ପାଇଁ ହେବ। ଏକ ନିଖୁଣ ବାଛୁରି ଓ ଦୁଇଟି ନିଖୁଣ ଅଣ୍ଡିରା ମେଷ ନିଅ। ଏହା ପରେ ତାଡ଼ିଶୂନ୍ୟ ରୋଟୀ ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳୀ, ଏବଂ ତୈଳଯୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡ଼ିଶୂନ୍ୟ ଅଟାରୁ ପ୍ରସ୍ତୁତ କରିବ। ଏହି ପିଠା ଓ ରୋଟୀତକ ଡାଲାରେ ରଖ। ଏହା ପରେ ସେହି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମେଷ ସମାଗମ-ତମ୍ବୁ ନିକଟକୁ ଆଣ।

“ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ-ତମ୍ବୁ ସ୍ଥାନର ଦ୍ୱାର ଦେଶକୁ ଆଣ। ସେମାନଙ୍କୁ ଗାଧୋଇ ଦିଅ। ହାରୋଣକୁ ସେହି ସ୍ୱତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଳ ସୂତ୍ରରେ ବୁଣା ଯାଇଥିବା ଗ୍ଭେଗା ଏବଂ ଏଫୋଦର ଗ୍ଭେଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟିବନ୍ଧନ ତାହାର କଟିରେ ବାନ୍ଧ। ତାହାର ମସ୍ତକରେ ପାଗ ବାନ୍ଧି ତା’ ଉପରେ ଏକ ପବିତ୍ର ମୁକୁଟ ଦେବ। ଏହା ପରେ ଅଭିଷେକାର୍ଥକ ତୈଳ ନେଇ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷେକ କରିବ।

“ଏହା ପରେ ହାରୋଣର ପୁତ୍ରମାନଙ୍କୁ ସେହି ସ୍ଥାନକୁ ଆଣ। ସେମାନଙ୍କୁ ଧଳା ଜାମା ପରିଧାନ କରାଇବ। ହାରୋଣର ଓ ତା’ର ପୁତ୍ରମାନଙ୍କର କଟିରେ କଟିବନ୍ଧନ ବାନ୍ଧିଦିଅ ଓ ସେମାନଙ୍କ ମସ୍ତକରେ ପଗଡ଼ି ବାନ୍ଧ। ତହିଁରେ ସେମାନେ ବିଶେଷ ବ୍ୟବସ୍ଥା ଅନୁସାରେ ସର୍ବଦା ଯାଜକ ହେବେ।

10 “ତା’ପରେ ସେହି ବାଛୁରିକୁ ସମାଗମ-ତମ୍ବୁ ନିକଟକୁ ଆଣ। ହାରୋଣ ଏବଂ ତା’ର ପୁତ୍ରମାନେ ସେହି ଗୋବତ୍ସ ମସ୍ତକରେ ହାତ ରଖିବେ। 11 ଏହା ପରେ ସେହି ବାଛୁରିକୁ ସେହିଠାରେ ଅର୍ଥାତ୍ ସେହି ପ୍ରବେଶ ଦ୍ୱାର ନିକଟରେ ହତ୍ୟା କର। ଏହା ସଦାପ୍ରଭୁଙ୍କ ସମ୍ମୁଖରେ ହେବ। 12 ଏହା ପରେ ସେହି ବାଛୁରିର କିଛି ରକ୍ତ ଯଜ୍ଞବେଦି ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳିରେ ରକ୍ତ ନେଇ ଯଜ୍ଞବେଦିର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳ। 13 ତା’ପରେ ତା’ର ଭିତରର ମେଦ, କଲିଜାର ମେଦ ଅଂଶ, ଯକୃତ ଏବଂ ଗ୍ଭରିପଟେ ଥିବା ମେଦକୁ ଯଜ୍ଞବେଦିରେ ଦ‌ଗ୍‌ଧ କର। 14 ଏହା ପରେ ବାଛୁରିର ମାଂସ, ଚର୍ମ ଏବଂ ତା’ର ଗୋବର ନେଇ ଛାଉଣି ବାହାରେ ଦ‌ଗ୍‌ଧ କର। ଏହା ଯାଜକମାନଙ୍କ ପାଇଁ ନୈବେଦ୍ୟ ହେବ।

15 “ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସେମାନେ ତାଙ୍କର ହସ୍ତ ଏକ ଅଣ୍ଡିରା ମେଷର ମସ୍ତକ ଉପରେ ରଖିବେ। 16 ସେହି ଅଣ୍ଡିରା ମେଷକୁ ହତ୍ୟା କର ଓ ତା’ର ରକ୍ତ ସଂଗ୍ରହ କର। ସେହି ରକ୍ତକୁ ଯଜ୍ଞବେଦିର ଗ୍ଭରିକାନ୍ଥରେ ଛିଞ୍ଚି ଦିଅ। 17 ଏହା ପରେ ଅଣ୍ଡିରା ମେଷକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ଼ ଧୌତ କରି ତାହା ସବୁ ସେହି ଖଣ୍ଡ ସକଳ ଓ ତା’ର ମସ୍ତକ ସହିତ ରଖ। 18 ଏହା ପରେ ଗୋଟା ମେଷକୁ ଯଜ୍ଞବେଦି ଉପରେ ଦ‌ଗ୍‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହୋମବଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

19 “ହାରୋଣକୁ ଏବଂ ତାଙ୍କର ପୁତ୍ରମାନଙ୍କୁ ଅନ୍ୟ ଅଣ୍ଡିରା ମେଷ ମୁଣ୍ଡ ଉପରେ ହାତ ରଖିବାକୁ କୁହ। 20 ସେହି ଅଣ୍ଡିରା ମେଷକୁ ହତ୍ୟା କର ଏବଂ ତା’ର କିଛି ରକ୍ତ ସଂଗ୍ରହ କର। ସେହି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତରେ ଓ ତା’ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଲଗାଅ। ସେମାନଙ୍କର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ଯଜ୍ଞବେଦିର ଗ୍ଭହିଆଡ଼େ ରକ୍ତ ଛିଞ୍ଚ। 21 ଏହା ପରେ ଯଜ୍ଞବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।

22 “ଆହୁରି ତୁମ୍ଭେ ସେହି ଉତ୍ସର୍ଗୀତ ମେଷର ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନିଅ। ଯେହେତୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମେଷ। 23 ଏହା ପରେ ତାଡ଼ିଶୂନ୍ୟ ରୋଟୀ ଡାଲା ନେଇ ସେହି ଡାଲାକୁ ସଦାପ୍ରଭୁଙ୍କ ସମ୍ମୁଖରେ ଥୋଇବ। ସେହି ଡାଲାରୁ ଏକ ରୋଟୀ, ତୈଳମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେବ। 24 ଏହିସବୁ ନେଇ ହାରୋଣ ଏବଂ ତା’ର ପୁତ୍ରମାନଙ୍କ ହାତରେ ଦେବ। ତାଙ୍କୁ କୁହ ସେମାନେ ଏହିସବୁ ସଦାପ୍ରଭୁଙ୍କ ସମ୍ମୁଖରେ ହାତରେ ଧରିବେ ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶିଷ୍ଟ ନୈବେଦ୍ୟ ହେବ। 25 ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନୈବେଦ୍ୟ ନେଇ ଯଜ୍ଞବେଦିର ହୋମବଳି ଉପରେ ଦ‌ଗ୍‌ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

26 “ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମେଷର ଛାତି ନିଅ ଏବଂ ଏହାକୁ ବିଶେଷ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ସମ୍ମୁଖରେ ଧର। ଏହା ତୁମ୍ଭର ଅଂଶ ହେବ। 27 ଉତ୍ସର୍ଗୀକୃତ ମେଷର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ। 28 ଇସ୍ରାଏଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦେବେ। ଯେତେବେଳେ ଇସ୍ରାଏଲର ଲୋକମାନେ ସେହିସବୁ ନୈବେଦ୍ୟ ଦେବେ ସେହି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସେମାନେ ଯାଜକକୁ ଯେତେବେଳେ ଏହିସବୁ ଅଂଶ ଦେବେ, ଏହା ଯାଜକମାନଙ୍କ ଦ୍ୱାରା ଗ୍ରହଣ କରାଯିବ।

29 “ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ୱତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ୟୁ ପରେ ଏହି ପୋଷାକ ତାଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ଦ୍ୱାରା ବ୍ୟବହାର ହେବ। ସେ ଏହାକୁ ପିନ୍ଧିବେ ଯେତେବେଳେ ସେ ଅଭିଷିକ୍ତ ଓ ଯାଜକ ପଦରେ ସମ୍ପ୍ରଦାୟଭୁକ୍ତ ହେବେ। 30 ହାରୋଣଙ୍କ ମୃତ୍ୟୁ ପରେ ତାଙ୍କର ପୁତ୍ର ମହାଯାଜକ ହେବେ। ତାଙ୍କର ପୁତ୍ର ଏହି ବିଶେଷ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତେବେଳେ ସେମାନେ ସମାଗମ-ତମ୍ବୁକୁ ଆସିବେ, ସେହି ପବିତ୍ର ସ୍ଥାନରେ ସେବା କରିବେ।

31 “ଏହା ପରେ ସେହି ପଦନିଯୋଗାର୍ଥକ ଅଣ୍ଡିରା ମେଷର ମାଂସ ନେଇ ଗୋଟିଏ ପବିତ୍ର ସ୍ଥାନରେ ରୋଷେଇ କର। 32 ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ-ତମ୍ବୁ ଦ୍ୱାର ଦେଶରେ ଏହାକୁ ଖାଇବେ। ଡାଲାରେ ଥିବା ରୋଟୀକୁ ମଧ୍ୟ ସେମାନେ ଖାଇବେ। 33 ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ୱାରା ପ୍ରାୟଶ୍ଚିତ ହେଲା, ତାହା ସେମାନେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ କାରଣ ତାହା ସବୁ ପବିତ୍ର ବସ୍ତୁ। 34 “ଯଦି ପଦନିଯୋଗାର୍ଥକ ମାଂସର କିଛି ଅଂଶ କିମ୍ବା ରୋଟୀ ସକାଳ ପର୍ଯ୍ୟନ୍ତ ରହିଯାଏ, ତେବେ ତାକୁ ଅଗ୍ନିରେ ଦ‌ଗ୍‌ଧ କର। ତୁମ୍ଭେମାନେ କେହି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ।

35 “ତୁମ୍ଭେମାନେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦେଇଥିବା ଆଜ୍ଞାନୁସାରେ ନିଶ୍ଚୟ କରିବ। ତାଙ୍କର ପଦନିଯୋଗ ପାଇଁ ନିଶ୍ଚିତ ଭାବରେ ସାତ ଦିନ ପାଇଁ ଲାଗିବ। 36 ପ୍ରସ୍ତୁତ କରିବା ପାଇଁ ଏବଂ ଯଜ୍ଞବେଦିକୁ ପବିତ୍ର କରିବା ପାଇଁ ତୁମ୍ଭେମାନେ ସାତ ଦିନ ପାଇଁ ପ୍ରତ୍ୟେକ ଦିନ ଏକ ବାଛୁରି ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ। 37 ସାତ ଦିନ ଯାଏ ଯଜ୍ଞବେଦିକୁ ପ୍ରସ୍ତୁତ କର। ଏହିପରି ଯଜ୍ଞବେଦିଟି ଅତି ପବିତ୍ର ହେବ। ଯାହାକିଛି ଯଜ୍ଞବେଦିକୁ ସ୍ପର୍ଶ କରେ ନିଶ୍ଚୟ ସେସବୁ ପବିତ୍ର ହେବ।

38 “ପ୍ରତ୍ୟେକ ଦିନ ସେହି ଯଜ୍ଞବେଦି ଉପରେ ତୁମ୍ଭେ ନୈବେଦ୍ୟ ଉତ୍ସର୍ଗ କରିବ। ଏହି ବଳି ପାଇଁ ମେଷଶାବକ ଏକ ବର୍ଷୀୟ ହେବ ଏବଂ ପ୍ରତ୍ୟେକ ଦିନ ଏହା ଦୁଇଟି ବଳି ହେବ। 39 ପ୍ରଥମ ମେଷଶାବକ ପ୍ରଭାତରେ ଓ ଅନ୍ୟଟି ସନ୍ଧ୍ୟା ସମୟରେ ଉତ୍ସର୍ଗ କରିବ। 40 ଯେତେବେଳେ ତୁମ୍ଭେ ପ୍ରଥମ ମେଷଶାବକ ସହିତ ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟନୈବେଦ୍ୟ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର। 41 ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।

42 “ଏହା ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ ହୋମବଳି ହେବ। ସେହି ସ୍ଥାନରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି। 43 ସେହି ସ୍ଥାନରେ ମୁଁ ଇସ୍ରାଏଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମୋର ମହିମାରେ ତମ୍ବୁଟି ପବିତ୍ର ହେବ।

44 “ମୁଁ ସମାଗମ-ତମ୍ବୁ ଓ ଯଜ୍ଞବେଦି ପବିତ୍ର କରିବି ଏବଂ ହାରୋଣ ଓ ତା’ର ପୁତ୍ରଗଣକୁ ଯାଜକ ରୂପେ ମୋର ସେବା କରିବା ପାଇଁ ଉତ୍ସର୍ଗ କରିବି। 45 ମୁଁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରିବି ଏବଂ ସେମାନଙ୍କର ପରମେଶ୍ୱର ହେବି। 46 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ତାହା ସେମାନେ ଜାଣିବେ। ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।

ଯୋହନ ଲିଖିତ ସୁସମାଗ୍ଭର 8

ଯୀଶୁ ଜୀତପର୍ବତକୁ ଗଲେ। ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫେରି ଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।

ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସେଠାକୁ ଆଣିଲେ। ସେହି ସ୍ତ୍ରୀଲକଟି ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗରେ ଠିଆ ହେବା ପାଇଁ ବାଧ୍ୟ କଲେ। ସେମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଏହି ସ୍ତ୍ରୀଲୋକଟି ଜଣେ ପୁରୁଷ ସହିତ ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଛି। ସେ ପୁରୁଷ ତା’ର ସ୍ୱାମୀ ନୁହେଁ। ମୋଶାଙ୍କର ବ୍ୟବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ଯ୍ୟ କରୁଥିବା ପ୍ରତ୍ୟେକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡ଼ି ମାରି ଦେବା ଉଚିତ୍। କିନ୍ତୁ ଆମ୍ଭେ କ’ଣ କରିବା ଉଚିତ୍ ବୋଲି ଆପଣ କହୁଛନ୍ତି?”

ଯିହୂଦୀୟମାନେ ଯୀଶୁଙ୍କୁ ହଇରାଣ କରିବା ପାଇଁ ଏଭଳି ପ୍ରଶ୍ନ ପଗ୍ଭରୁଥିଲେ। ସେମାନେ ଯୀଶୁଙ୍କର ଭୁଲ୍ ଧରିବାକୁ ଗ୍ଭହୁଁଥିଲେ। ତାହାହେଲେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣିପାରିବେ। କିନ୍ତୁ ଯୀଶୁ ଆଣ୍ଠେଇ ଅଙ୍ଗୁଳି ସାହାଯ୍ୟରେ ଭୂମି ଉପରେ କିଛି ଲେଖିବାରେ ଲାଗିଲେ। ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଗ୍ଭରିବାରେ ଲାଗିଲେ। ତେଣୁ ଯୀଶୁ ଠିଆ ହୋଇ କହିଲେ, “ଏଠାରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ଯିଏ କେବେ ପାପ କରି ନାହିଁ? ସେହିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।” ତା’ପରେ ଯୀଶୁ ପୁଣି ଆଣ୍ଠେଇ ଭୂଇଁରେ ଲେଖିବାକୁ ଲାଗିଲେ।

ଯେଉଁମାନେ ଯୀଶୁଙ୍କର ଏ କଥା ଶୁଣୁଥିଲେ ସେମାନେ ସେଠାରୁ ଜଣ ଜଣ ହୋଇ ଗ୍ଭଲି ଗଲେ। ଆଗେ ବୟସ୍କ ଲୋକେ ଓ ତା’ପରେ ଅନ୍ୟମାନେ ଗ୍ଭଲିଗଲେ। କେବଳ ଯୀଶୁ ଓ ସେହି ସ୍ତ୍ରୀଲୋକଟି ସେଠାରେ ରହିଗଲେ। 10 ଯୀଶୁ ମୁଣ୍ଡ ଟେକି ତାହାକୁ ପଗ୍ଭରିଲେ, “ସେମାନେ କୁଆଡ଼େ ଗଲେ? କ’ଣ କେହି ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।”

11 ସେ ସ୍ତ୍ରୀଲୋକଟି ଉତ୍ତର ଦେଲା, “ନା, ପ୍ରଭୁ ସେମାନଙ୍କ ମଧ୍ୟରୁ କେହି ମୋତେ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।”

ତା’ପରେ ଯୀଶୁ କହିଲେ, “ତେଣୁ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କରୁ ନାହିଁ। ତୁମ୍ଭେ ବର୍ତ୍ତମାନ ଯାଇପାର, କିନ୍ତୁ କେବେ ଆଉ ପାପ କରିବ ନାହିଁ।

ଯୀଶୁ ହେଉଛନ୍ତି ଜଗତର ଆଲୋକ

12 ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”

13 କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, “ତୁମ୍ଭେ ଯେତେବେଳେ ତୁମ୍ଭ ନିଜ ସାକ୍ଷ୍ୟ ଦେଉଛ, ସେତେବେଳେ ତୁମ୍ଭେ କେବଳ ଏସବୁ କଥା ସତ୍ୟ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରି ପାରିବୁ ନାହିଁ।”

14 ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ମୋ’ ବିଷୟରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ୱାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡ଼େ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି। 15 ପୃଥିବୀର ଲୋକମାନଙ୍କୁ ବିଗ୍ଭର କଲା ଭଳି ତୁମ୍ଭେ ମୋର ବିଗ୍ଭର କରୁଛ। ମୁଁ କାହାର ବିଗ୍ଭର କରୁ ନାହିଁ। 16 କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି। 17 ତୁମ୍ଭର ବିଧି ବ୍ୟବସ୍ଥା କୁହେ ଯେ, କୌଣସି ଘଟଣା ସମ୍ବନ୍ଧରେ ଯଦି ଦୁଇଜଣ ସାକ୍ଷୀ ସମାନ କଥା କହନ୍ତି, ତେବେ ତୁମ୍ଭେ ନିଶ୍ଚୟ ସେମାନଙ୍କ କଥା ଗ୍ରହଣ କରିବ। 18 ମୁଁ ମୋ’ ନିଜ ସମ୍ବନ୍ଧରେ ଜଣେ ସାକ୍ଷୀ ଓ ମୋତେ ପଠାଇଥିବା ପରମପିତା ମୋର ଆଉ ଜଣେ ସାକ୍ଷୀ।”

19 ଲୋକମାନେ ପଗ୍ଭରିଲେ, “ତୁମ୍ଭର ପିତା କାହାନ୍ତି?”

ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଜାଣି ନାହଁ ଓ ମୋ’ ପରମପିତାଙ୍କୁ ମଧ୍ୟ ଜାଣି ନାହିଁ। କିନ୍ତୁ ତୁମ୍ଭେ ଯଦି ମୋତେ ଜାଣିଥା’ନ୍ତ, ତେବେ ମୋ’ ପରମପିତାଙ୍କୁ ମଧ୍ୟ ଜାଣିଥା’ନ୍ତ।” 20 ଯୀଶୁ ଏସବୁ କଥା ମନ୍ଦିର ପରିସରରେ ଉପଦେଶ ଦେଲାବେଳେ କହିଲେ। ଦାନ ପାତ୍ରରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହୋଇଥିଲେ। କିନ୍ତୁ କେହି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ୍ ସମୟ ସେପର୍ଯ୍ୟନ୍ତ ଆସି ନ ଥିଲା।

ଯିହୂଦୀମାନେ ଯୀଶୁଙ୍କ ବିଷୟରେ ବୁଝି ପାରିଲେ ନାହିଁ

21 ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଛାଡ଼ି ଗ୍ଭଲିଯିବି। ତୁମ୍ଭେ ମୋତେ ଖୋଜିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।”

22 ତେଣୁ ଯିହୂଦୀମାନେ ପରସ୍ପରକୁ ପଗ୍ଭରିଲେ, “ଯୀଶୁ କ’ଣ ଆତ୍ମହତ୍ୟା କରିବେ? ସେଥିପାଇଁ କ’ଣ ସେ କହିଲେ ଯେ, ‘ମୁଁ ଯେଉଁଠାକୁ ଯାଉଛି ତୁମ୍ଭେମାନେ ସେଠାକୁ ଆସି ପାରିବ ନାହିଁ?’”

23 କିନ୍ତୁ ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଊର୍ଦ୍ଧ୍ୱରୁ ଆସିଛି। ତୁମ୍ଭେମାନେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ। 24 ମୁଁ ତୁମ୍ଭକୁ କହିଥିଲି ଯେ ତୁମ୍ଭେ ତୁମ୍ଭ ପାପଗୁଡ଼ିକ ପାଇଁ ମରିବ। ମୁଁ ଯେ ସେହି ବ୍ୟକ୍ତି ତୁମ୍ଭେ ଏହା ବିଶ୍ୱାସ ନ କଲେ ତୁମ୍ଭ ନିଜ ପାପଗୁଡ଼ିକ ପାଇଁ ତୁମ୍ଭେ ମରିବ।”

25 ଯିହୂଦୀମାନେ ପଗ୍ଭରିଲେ, “ତୁମ୍ଭେ କିଏ, ଆମ୍ଭମାନଙ୍କୁ କୁହ।”

ଯୀଶୁ ଉତ୍ତର ଦେଲେ, “ମୁଁ ନିଜ ବିଷୟରେ ପ୍ରଥମରୁ ଯାହା କହିଆସିଛି, ମୁଁ ସେହି। 26 ମୋର ତୁମ୍ଭ ବିଷୟରେ ଅନେକ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଗ୍ଭର କରିପାରେ, କିନ୍ତୁ ମୋର ପ୍ରେରଣକର୍ତ୍ତା ମୋତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ୟ କହନ୍ତି।”

27 ଯୀଶୁ କାହା ବିଷୟରେ କହୁଥିଲେ, ଏ କଥା ଲୋକମାନେ ବୁଝି ନ ଥିଲେ। ଯୀଶୁ ପରମପିତାଙ୍କ ବିଷୟରେ କହୁଥିଲେ। 28 ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଊର୍ଦ୍ଧ୍ୱକୁ(ବଧକରିବାକୁ) ଉଠାଇବ। ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ତାହା ତୁମ୍ଭେ ବୁଝି ପାରିବ। ମୁଁ ନିଜେ ଯାହା କରୁଛି, ଏସବୁ ମୋ’ ନିଜ ଅଧିକାରରୁ କରୁ ନାହିଁ, ପରମପିତା ମୋତେ ଯାହା ଶିକ୍ଷା ଦେଇଛନ୍ତି ସେହି କଥା ଯେ କେବଳ ମୁଁ କହୁଛି, ଏହା ତୁମ୍ଭେ ପରେ ଜାଣି ପାରିବ। 29 ମୋତେ ଯିଏ (ପରମେଶ୍ୱର) ପଠାଇଛନ୍ତି, ସେ ମୋ’ ସହିତ ଅଛନ୍ତି। ତାହାଙ୍କ ସନ୍ତୋଷଜନକ କାର୍ଯ୍ୟ ମୁଁ ସର୍ବଦା କରେ। ତେଣୁ ସେ ମୋତେ ଏକୁଟିଆ କରି ଛାଡ଼ି ନାହାନ୍ତି।” 30 ଯୀଶୁ ଏ କଥା କହିଲା ବେଳେ ତାହାଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

ପାପରୁ ମୁକ୍ତି ପାଇବା ବିଷୟରେ ଯୀଶୁ କହିଲେ

31 ଯୀଶୁ ତାହାଙ୍କୁ ବିଶ୍ୱାସ କରୁଥିବା ଯିହୂଦୀମାନଙ୍କୁ କହିଲେ, “ଯଦି ତୁମ୍ଭେ ମୋର ଶିକ୍ଷା ସବୁବେଳେ ମାନି ଚଳିବ, ତେବେ ତୁମ୍ଭେ ମୋର ପ୍ରକୃତ ଶିଷ୍ୟ ହେବ। 32 ତୁମ୍ଭେ ସତ୍ୟକୁ ଜାଣିବ ଓ ସେହି ସତ୍ୟ ତୁମ୍ଭକୁ ମୁକ୍ତ କରିବ।”

33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ ଅବ୍ରହାମଙ୍କ ବଂଶଧର। ଆମ୍ଭେ କେବେ ହେଲେ କ୍ରୀତଦାସ ହୋଇ ନାହୁଁ। ତେଣୁ ତୁମ୍ଭେ କାହିଁକି କହୁଛ ଯେ ଆମ୍ଭେ ମୁକ୍ତ ହେବୁ?”

34 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ପାପ କରୁଥିବା ଲୋକ ହେଉଛି ଜଣେ କ୍ରୀତଦାସ। ପାପ ତା’ର ପ୍ରଭୁ। 35 ଜଣେ କ୍ରୀତଦାସ ଗୋଟିଏ ପରିବାରରେ ସର୍ବଦା ରହେ ନାହିଁ। କିନ୍ତୁ ଜଣେ ପୁତ୍ର ଗୋଟିଏ ପରିବାରଭୁକ୍ତ ହୋଇ ସବୁବେଳେ ରୁହେ। 36 ତେଣୁ ଯଦି ସେହି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତେବେ ତୁମ୍ଭେ ପ୍ରକୃତରେ ମୁକ୍ତି ପାଇବ। 37 ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମୋତେ ହତ୍ୟା କରିବାକୁ ଗ୍ଭହଁ, ଯେହେତୁ ତୁମ୍ଭେ ମୋର ଉପଦେଶ ଗ୍ରହଣ କରିବା ପାଇଁ ଗ୍ଭହଁ ନାହିଁ। 38 ମୋତେ ପରମପିତା ଯାହା ଦେଖାଇଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭେମାନେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।”

39 ଯିହୂଦୀମାନେ କହିଲେ, “ଅବ୍ରହାମ ଆମ୍ଭମାନଙ୍କର ପିତା।”

ଯୀଶୁ କହିଲେ, “ଯଦି ତୁମ୍ଭେ ପ୍ରକୃତରେ ଅବ୍ରହାମଙ୍କ ସନ୍ତାନ, ତେବେ ତୁମ୍ଭେମାନେ ଅବ୍ରହାମ କରିଥିବା କାର୍ଯ୍ୟମାନ କରିବ। 40 ମୁଁ ତୁମ୍ଭକୁ ପରମେଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ କଥା କହୁଛି। କିନ୍ତୁ ତୁମ୍ଭେମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରହାମ କିନ୍ତୁ ସେହିପରି କିଛି କରି ନ ଥିଲେ। 41 ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।”

କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।”

42 ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି। 43 ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ। 44 ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା’ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା’ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।

45 “ମୁଁ ସତ୍ୟ କହେ। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। 46 ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ଏ କଥା ପ୍ରମାଣ କରି ପାରିବ ଯେ, ମୁଁ ପାପ ପାଇଁ ଦୋଷୀ? ଯଦି ମୁଁ ସତ୍ୟ କହେ, ତେବେ ମୋତେ କାହିଁକି ବିଶ୍ୱାସ କରୁ ନାହଁ? 47 ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”

ଯୀଶୁ ନିଜ ବିଷୟରେ ଓ ଅବ୍ରହାମଙ୍କ ବିଷୟରେ କହିଲେ

48 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେମାନେ କହୁଛୁ, ତୁମ୍ଭେ ଜଣେ ଶମିରୋଣୀୟ। ତୁମ୍ଭ ଭିତରେ ଗୋଟିଏ ଭୂତ ରହିଛି ଓ ସେ ତୁମ୍ଭକୁ ପାଗଳ କରି ଦେଇଛି। ଆମ୍ଭର ଏହି କଥା କ’ଣ ଠିକ୍ ନୁହେଁ କି?”

49 ଯୀଶୁ ଉତ୍ତର ଦେଲେ, “ମୋ’ ଭିତରେ ଭୂତ ନାହିଁ। ମୁଁ ମୋ’ ପରମପିତାଙ୍କୁ ସମ୍ମାନ ଦିଏ। କିନ୍ତୁ ତୁମ୍ଭେ ମୋତେ ସମ୍ମାନ ଦେଉ ନାହଁ। 50 ମୁଁ ନିଜେ ସମ୍ମାନ ପାଇବା ପାଇଁ ଚେଷ୍ଟା କରୁ ନାହିଁ। ମାତ୍ର ଜଣେ ଅଛନ୍ତି, ଯିଏ ମୋ’ ନିମନ୍ତେ ସମ୍ମାନ ଇଚ୍ଛା କରନ୍ତି। ସେ ହେଉଛନ୍ତି ବିଗ୍ଭରକର୍ତ୍ତା। 51 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କେହି ମୋ’ ଉପଦେଶ ମାନେ, ତେବେ ସେ ଲୋକ କେବେ ମରିବ ନାହିଁ।”

52 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରହାମ ମରିଥିଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, ‘ମୋ’ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।’ 53 ତୁମ୍ଭେ କ’ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?”

54 ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ନିଜକୁ ସମ୍ମାନ ଦିଅନ୍ତି, ତେବେ ସେ ସମ୍ମାନର କିଛି ମୂଲ୍ୟ ନାହିଁ। ମୋତେ ଯିଏ ସମ୍ମାନ ଦିଅନ୍ତି, ସେ ମୋର ପରିମପିତା। ଏବଂ ତୁମ୍ଭେମାନେ କହୁଛ, ସେ ତୁମ୍ଭର ପରମେଶ୍ୱର। 55 କିନ୍ତୁ ତୁମ୍ଭେ ତାହାଙ୍କୁ ପ୍ରକୃତରେ ଜାଣି ନାହଁ। ମୁଁ ତାହାଙ୍କୁ ଜାଣେ। ଯଦି ମୁଁ କହେ ଯେ, ମୁଁ ତାହାଙ୍କୁ ଜାଣେ ନାହିଁ, ତେବେ ମୁଁ ତୁମ୍ଭମାନଙ୍କ ଭଳି ମିଥ୍ୟାବାଦୀ ହେବି। କିନ୍ତୁ ମୁଁ ତାହାଙ୍କୁ ଅବଶ୍ୟ ଜାଣେ, ସେ ଯାହା କହନ୍ତି ମୁଁ ସେଗୁଡ଼ିକ ପାଳନ କରେ। 56 ମୋର ଆଗମନ ଦେଖି ପାରିବେ ବୋଲି ଆଶାକରି ତୁମ୍ଭ ପିତା ଅବ୍ରହାମ ବହୁତ ଖୁସୀ ହୋଇଥିଲେ। ସେ ସେହି ଦିନଟି ଦେଖିଲେ ଓ ଖୁସୀ ହେଲେ।”

57 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “କ’ଣ ତୁମ୍ଭେ ଅବ୍ରହାମଙ୍କୁ କଦାପି ଦେଖି ନାହଁ! ତୁମ୍ଭର ବୟସ ତ ପଗ୍ଭଶ ବର୍ଷ ବି ନୁହେଁ।”

58 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।” 59 ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉଠେଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଗ୍ଭଲିଗଲେ।

ହିତୋପଦେଶ 5

ବ୍ୟଭିଗ୍ଭର ନିବାରଣର ଜ୍ଞାନ

ହେ ମୋର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ। ମୋର ବୁଦ୍ଧି ପାଇଁ କାନ ଡେର। ତେବେ ତୁମ୍ଭେ ଚତୁର ହେବ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ। ପର ସ୍ତ୍ରୀ ସୁନ୍ଦର ହୋଇପାରେ, ତା’ର ମୁଖରୁ ମଧୁର ବାକ୍ୟ ଶୁଣାଯାଏ। କିନ୍ତୁ ଶେଷରେ ସେ ତିକ୍ତତା ଓ ଯନ୍ତ୍ରଣା ଆଣିବ। ଯନ୍ତ୍ରଣା ଯାହା ବିଷତୁଲ୍ୟ ଓ ତୀ‌କ୍ଷ୍‌ଣ ଖଣ୍ଡାତୁଲ୍ୟ ଆଘାତ କରେ। ସେ ହେଉଛି ମୃତ୍ୟୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନେଇଯିବ। ତା’ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।

ବର୍ତ୍ତମାନ ପୁତ୍ରମାନେ, ମୋର ବାକ୍ୟ ଶ୍ରବଣ କର। ମୋର ବାକ୍ୟ ପାଶୋର ନାହିଁ। ସେହି ସ୍ତ୍ରୀଠାରୁ ତୁମ୍ଭେ ଦୂରେଇ ରୁହ। ଏପରିକି ତା’ର ଗୃହର ଦ୍ୱାର ନିକଟକୁ ମଧ୍ୟ ଯାଅ ନାହିଁ। ଯଦି ତୁମ୍ଭେ ତାହା କର, ତେବେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦୟଲୋକମାନେ ସବୁକିଛି ନେଇଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ଯ୍ୟ କରି ସଂଗ୍ରହ କରିଥିବ। 10 ଅପରିଚିତ ଲୋକମାନେ ତୁମ୍ଭ ବଳରେ ବଳୀୟାନ ହେବେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ। 11 ଜୀବନର ଶେଷ ଭାଗରେ ତୁମ୍ଭର ମାଂସ ଓ ଶରୀର କ୍ଷୟ ପାଇବ। ତୁମ୍ଭେ ସେତେବେଳେ ବିଳାପ କରିବ। 12-13 ସେତେବେଳେ ତୁମ୍ଭେ କହିବ, “କାହିଁକି ମୁଁ ମୋର ପିତାଙ୍କ କଥା ଶୁଣିଲି ନାହିଁ। ମୁଁ କାହିଁକି ମୋର ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହେବାକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି। 14 ଶୀଘ୍ର ମୁଁ ସବୁପ୍ରକାର ଅସୁବିଧା, ଅପମାନ, ଯନ୍ତ୍ରଣା ଜନସମାବେଶ ଆଗରେ ପଡ଼ିଲି।”

15 ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ। 16 ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିଯିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ। 17 ତୁମ୍ଭର ଝରଣା ତୁମ୍ଭର ହେଉ, ଏବଂ ଅନ୍ୟମାନଙ୍କ ସହ ଭାଗ କର ନାହିଁ। 18 ତୁମ୍ଭର ନିର୍ଝର ଆଶୀର୍ବାଦରେ ପ୍ରାପ୍ତ ହେଉ। ତୁମ୍ଭେ ସେହି ସ୍ତ୍ରୀକୁ ଉପଭୋଗ କର ଯାହାକୁ ଯୌବନକାଳରେ ବିବାହ କରିଥିଲ। 19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟି ପରି ତା’ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା’ର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ। 20 ହେ ମୋ’ ପୁତ୍ର ପରକୀୟା ସ୍ତ୍ରୀଠାରେ ପାଗଳ ହୁଅ ନାହିଁ। ବ୍ୟଭିଗ୍ଭରିଣୀର ଘନିଷ୍ଟତାକୁ ଆଲିଙ୍ଗନ କର ନାହିଁ।

21 ସଦାପ୍ରଭୁ ମନୁଷ୍ୟର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରତ୍ୟେକ ପଥକୁ ସମାନ କରନ୍ତି। 22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା’ର ନିଜ ପାପ ରୂପକ ଦୌଡ଼ିରେ ବନ୍ଧା ହେବ। 23 ସେ ତା’ର ନିର୍ବୋଧତା ଦ୍ୱାରା ବିପଥଗାମୀ ହେବ। ସେ ଶୃଙ୍ଖଳାର ଅଭାବ ଯୋଗୁଁ ମୃତ୍ୟୁବରଣ କରିବ।

ଗାଲାତୀୟଙ୍କ ପ୍ରତି ପତ୍ର 4

ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ। କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା’ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ। ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।

ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆ‌ବ୍‌‌‌‌ବା, ପ୍ରିୟ ପିତା” ବୋଲି ଡାକନ୍ତି। ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।

ଗାଲାତୀୟ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ

ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର? 10 ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ। 11 ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି।

12 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭେମାନେ ବର୍ତ୍ତମାନ ମୋ’ ପରି ହୁଅ। 13 ତୁମ୍ଭେମାନେ ମୋ’ ପାଇଁ ଖୁ‌ବ୍‌‌‌‌ଭଲ ଥିଲ। ତୁମ୍ଭେମାନେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେହେତୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିଥିଲି। 14 ମୋର ଅସୁସ୍ଥତା ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ଥିଲା। କିନ୍ତୁ ତୁମ୍ଭେମାନେ ମୋତେ ଘୃଣା କରି ନ ଥିଲ। ତୁମ୍ଭେମାନେ ମୋତେ ଛାଡ଼ିଯିବାକୁ କହି ନ ଥିଲ। ପରମେଶ୍ୱରଙ୍କଠାରୁ ସ୍ୱର୍ଗଦୂତ ଆସିବା ଭଳି ମୋତେ ତୁମ୍ଭେମାନେ ସ୍ୱାଗତ ଜଣାଇ ଥିଲ। ତୁମ୍ଭେମାନେ ସ୍ୱୟଂ ଖ୍ରୀଷ୍ଟ ଯୀଶୁ ଭଳି ମୋତେ ଗ୍ରହଣ କରିଥିଲ। 15 ତୁମ୍ଭେମାନେ ସେତେବେଳେ ଅତ୍ୟଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା? ମୋର ମନେ ପଡ଼େ, ତୁମ୍ଭେମାନେ ତୁମ୍ଭମାନଙ୍କର ସାଧ୍ୟମତେ ମୋତେ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲ। ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜର ଆଖି ମଧ୍ୟ ତାଡ଼ି ମୋତେ ପ୍ରଦାନ କରି ଦେଇଥାଆନ୍ତ। 16 କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି?

17 ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦେଖାଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ୟରେ ନୁହେଁ। କାରଣ, ତାହାଦ୍ୱାରା ସେମାନେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂରେଇ ନେବାକୁ ଇଚ୍ଛା କରନ୍ତି ଓ ସେମାନଙ୍କ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି। 18 କିନ୍ତୁ ଉଦ୍ଦେଶ୍ୟ ଯଦି ଭଲ ହୋଇଥାଏ, ତେବେ କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ବେଳେ ନୁହେଁ, ମାତ୍ର ସବୁବେଳେ ସେଥିରେ ଉଦ୍‌‌ଯୋଗୀ ହେବା ଉଚିତ୍। 19 ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି। 20 ମୋର ଇଚ୍ଛା ହେଉଛି ମୁଁ ବର୍ତ୍ତମାନ ସେଠାରେ ତୁମ୍ଭମାନଙ୍କ ପାଖରେ ଥା’ନ୍ତି କି, ଯଦ୍ଦ୍ୱାରା ମୁଁ ତୁମ୍ଭମାନଙ୍କ ସହିତ ଭିନ୍ନ ପ୍ରକାରେ କଥା ହୋଇପାରନ୍ତି। କାରଣ ତୁମ୍ଭମାନଙ୍କ ବିଷୟରେ କ’ଣ କରାଯିବ, ମୁଁ କିଛି ଜାଣିପାରୁ ନାହିଁ।

ସାରା ଓ ହାଗାରର ଉଦାହରଣ

21 ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ? 22 ଶାସ୍ତ୍ର କୁହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ୱାଧୀନା ସ୍ତ୍ରୀ। 23 ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।

24 ଏହି ସତ୍ୟ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠାରେ ହୋଇଥିଲା। ଏହି ଚୁକ୍ତି ଉଦ୍ଦେଶ୍ୟରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସେମାନେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂଯୁକ୍ତ। 25 ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି। 26 କିନ୍ତୁ ସ୍ୱର୍ଗସ୍ଥ ଯିରୁଶାଲମ ସ୍ୱାଧୀନ ଅଟେ। ସେ ଆମ୍ଭର ମାତା। 27 ଶାସ୍ତ୍ର କୁହେ:

“ହେ ବନ୍ଧ୍ୟା! ଆନନ୍ଦିତ ହୁଅ, ତୁମ୍ଭେ କାହାରିକୁ ଜନ୍ମ ଦେଇ ନାହଁ;
    ଖୁବ୍ ଜୋର୍‌‌ରେ ହର୍ଷନାଦ କର,
ତୁମ୍ଭେ ପ୍ରସବବେଦନା
    କେବେ ହେଲେ ଅନୁଭବ କରି ନାହଁ।
ଯେଉଁ ସ୍ତ୍ରୀ ପରିତ୍ୟକ୍ତା,
    ତା’ର ଅଗଣିତ ସନ୍ତାନ ସଧବା (ପତିଥିବା) ସ୍ତ୍ରୀଠାରୁ ବେଶୀ ହେବେ।” (A)

28-29 ଏବଂ ଅବ୍ରହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ଇସ୍‌ହାକ୍ ଆତ୍ମାଙ୍କ ଶକ୍ତି ଦ୍ୱାରା ଜାତ ହେଲା। ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମଧ୍ୟ ଇସ୍‌ହାକ ଭଳି ପ୍ରତିଶୃତିର ସନ୍ତାନ ଅଟ। ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ଇସ୍‌ହାକ ସହିତ ମନ୍ଦ ବ୍ୟବହାର କଲା। ଆଜି ମଧ୍ୟ ସେହିଭଳି ଅବସ୍ଥା। 30 କିନ୍ତୁ ଶାସ୍ତ୍ର କ’ଣ କୁହେ? “ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ୱାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହେବ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।” [a] 31 ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ୱାଧୀନ ସ୍ତ୍ରୀର ସନ୍ତାନ ଅଟୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center