Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 31

ବତ୍ସଲେଲ ଓ ଅହଲୀୟାବ

31 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଯିହୁଦା ପରିବାରବର୍ଗର ଜଣେ ବ୍ୟକ୍ତିକୁ ବାଛି ଅଛୁ ଯିଏକି ଆମ୍ଭ ପାଇଁ ଏକ ବିଶେଷ କାର୍ଯ୍ୟ କରିବ। ସେ ହେଉଛି ହୂରର ପୌତ୍ର, ଉରିର ପୁତ୍ର ବତ୍ସଲେଲ। ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ। ବତ୍ସଲେଲ ଜଣେ ଉଚ୍ଚକୋଟୀର କର୍ମକାର ଏବଂ ସେ ସୁନା, ରୂପା ଓ ପିତ୍ତଳର କାରୁକାର୍ଯ୍ୟମାନ ଉତ୍ତମ ଭାବରେ କରିପାରୁ ଥିଲେ। ବତ୍ସଲେଲ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ୟ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲେଲ ସର୍ବପ୍ରକାର କାର୍ଯ୍ୟରେ ନିପୁଣ ଥିଲେ। ଅହଲୀୟାବକୁ ସାହାଯ୍ୟ କରିବା ପାଇଁ ଆମ୍ଭେ ତାକୁ ବାଛିଅଛୁ। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନରେ ଭରପୁର କଲୁ। ଆମ୍ଭେ ସେମାନଙ୍କର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛୁ ଏବଂ ସେମାନେ ଆମ୍ଭ ପାଇଁ କାର୍ଯ୍ୟ କରିବେ।

ସମାଗମ-ତମ୍ବୁ, ନିୟମ-ସିନ୍ଦୁକ,

ସିନ୍ଦୁକର ଆଚ୍ଛାଦକ,

ତା’ର ପାପାଛଦନ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ,

ମେଜ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ,

ଶୁଦ୍ଧ ସୁବର୍ଣ୍ଣ ଦୀପ ଓ ତା’ର ସମସ୍ତ

ଧୂପ ଜାଳିବା ପାଇଁ ବେଦି,

ହୋମବଳି ବେଦି ଓ ତହିଁର ସମସ୍ତ ପାତ୍ର,

ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,

10 ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି,

ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ।

11 ପବିତ୍ର ସ୍ଥାନ ନିମନ୍ତେ ଅଭିଷେକାର୍ଥକ ତୈଳ ଓ ଧୂପ

ଏହି କର୍ମୀମାନେ କାର୍ଯ୍ୟମାନ ମୋର ଆଜ୍ଞା ଅନୁଯାୟୀ କରିବେ।”

ବିଶ୍ରାମ ଦିନ

12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 13 “ଏହି କଥା ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭେମାନେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ହେବ।

14 “‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କେହି ଏହାକୁ ଅପବିତ୍ର କରେ ତେବେ ସେ ମୃତ୍ୟୁବରଣ କରିବା ଉଚିତ୍। ଯଦି କେହି ସେଦିନ କାର୍ଯ୍ୟ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହେବା ଉଚିତ୍। 15 ଏକ ସପ୍ତାହରେ ଛଅ ଦିନ କାର୍ଯ୍ୟ କରାଯିବ ଏବଂ ସପ୍ତମ ଦିନରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନରେ ଯେକେହି କାର୍ଯ୍ୟ କରେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ। 16 ଇସ୍ରାଏଲର ସନ୍ତାନଗଣ ମାନ୍ୟ କରିବା ପାଇଁ ପାଳନ କରିବେ। ଏହି ନିୟମ ଅନନ୍ତକାଳ ପାଇଁ ସ୍ଥାୟୀ ରହିବ। ଏହା ପୁରୁଷାନୁକ୍ରମେ ପାଳନ କରାଯିବ। ଏହା ଆମ୍ଭ ଓ ତୁମ୍ଭ ମଧ୍ୟରେ ଏକ ଚୁକ୍ତି। 17 ମୋର ଓ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ଏହା ଏକ ଅନନ୍ତକାଳୀନ ଚିହ୍ନ ହେବା ଉଚିତ୍। କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ତିଆରି କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।”’

18 ତେଣୁ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସହିତ କଥାବାର୍ତ୍ତା ନିୟମ ସ୍ୱରୂପେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇଟି ପ୍ରସ୍ତର ପଟା ଫଳକ ତାଙ୍କୁ ଦେଲେ।

ଯୋହନ ଲିଖିତ ସୁସମାଗ୍ଭର 10

ମେଷପାଳକ ଓ ତା’ର ମେଷ

10 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି। କିନ୍ତୁ ଯେଉଁ ଲୋକ ମେଷମାନଙ୍କର ଯତ୍ନ ନିଏ, ସେ ଫାଟକ ଭିତର ଦେଇ ଯାଏ। ସେ ହିଁ ମେଷପାଳକ। ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା’ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ। ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା’ର ସ୍ୱର ଜାଣନ୍ତି। କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”

ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।

ଯୀଶୁ ଉତ୍ତମ ମେଷପାଳକ

ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ। ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ। ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା’ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।

11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା’ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା’ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।

14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। 17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ। 18 ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”

19 ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧ୍ୟରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା। 20 ସେମାନଙ୍କ ମଧ୍ୟରୁ ଅନେକ ଯିହୂଦୀ କହିଲେ, “ଜଣେ ଭୂତ ତା’ ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦେଇଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।”

21 କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, “ନିଜ ଭିତରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କହେ ନାହିଁ। ଗୋଟିଏ ଭୂତ କ’ଣ କେବେ ଅନ୍ଧ ଲୋକର ଆଖି ଭଲ କରି ଦେଇ ପାରିବ? ନା!”

ଯୀଶୁଙ୍କ ବିରୁଦ୍ଧରେ ଯିହୂଦୀମାନେ

22 ସେତେବେଳେ ଶୀତଋତୁ। ଯିରୁଶାଲମରେ ‘ମନ୍ଦିର ପ୍ରତିଷ୍ଠା’ ପର୍ବ ପଡ଼ିଲା। 23 ଯୀଶୁ ମନ୍ଦିରରେ ଶଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ। 24 ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”

25 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ। ମୁଁ ମୋର ପରମପିତାଙ୍କ ନାମରେ ଅନେକ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛି। ସେହି ଆଶ୍ଚର୍ଯ୍ୟକାର୍ଯ୍ୟ ସବୁ ଦର୍ଶାଏ ଯେ, ମୁଁ କିଏ। 26 କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେ ମୋର ମେଷ ନୁହଁ। 27 ମୋ’ ସ୍ୱର ମୋ’ ମେଷମାନେ ଶୁଣନ୍ତି। ମୁଁ ସେମାନଙ୍କୁ ଜାଣେ ଓ ସେମାନେ ମୋତେ ଅନୁସରଣ କରନ୍ତି। 28 ମୁଁ ନିଜ ମେଷମାନଙ୍କୁ ଅନନ୍ତ ଜୀବନ ଦିଏ। ସେମାନେ କଦାପି ମରିବେ ନାହିଁ। ସେମାନଙ୍କୁ ମୋ’ ହାତରୁ କେହି ଛଡ଼େଇ ନେଇ ପାରିବେ ନାହିଁ। 29 ମୋ’ ପରମପିତା ମୋତେ ମୋର ମେଷମାନଙ୍କୁ ଦେଇଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମୋ’ ପରମପିତାଙ୍କ ହାତରୁ କୌଣସି ଲୋକ ମୋ’ ମେଷ ଗ୍ଭେରି କରି ପାରିବ ନାହିଁ। 30 ପରମପିତା ଓ ମୁଁ ଏକ।”

31 ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ। 32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”

33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”

34 ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’ [a] 35 ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ। 36 ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।’ 37 ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ। 38 କିନ୍ତୁ ଯଦି ମୋର ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତେବେ ତୁମ୍ଭେ ମୋ’ କାର୍ଯ୍ୟଗୁଡ଼ିକରେ ବିଶ୍ୱାସ ରଖିବା ଉଚିତ୍। ତୁମ୍ଭେ ମୋ’ଠାରେ ବିଶ୍ୱାସ ନ କଲେ ମଧ୍ୟ ମୋ’ କାର୍ଯ୍ୟରେ ବିଶ୍ୱାସ କରିବା ଉଚିତ୍। ତେବେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମୋ’ଠାରେ ଅଛନ୍ତି ଓ ମୁଁ ତାହାଙ୍କଠାରେ ଅଛି।”

39 ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ସେ ସେମାନଙ୍କ ହାତରୁ ଖସିଗଲେ।

40 ତା’ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ। 41 ତାହାଙ୍କ ପାଖକୁ ଅନେକ ଲୋକ ଆସିଲେ। ଲୋକମାନେ କହିଲେ, “ଯୋହନ ଯଦ୍ୟପି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ନ ଥିଲେ, କିନ୍ତୁ ସେ ଏହି ଲୋକ ବିଷୟରେ ଯାହା କହିଥିଲେ, ତାହା ସବୁ ସତ୍ୟ।” 42 ସେଠାରେ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

ହିତୋପଦେଶ 7

ଜ୍ଞାନ ତୁମ୍ଭକୁ ଯୌନବିକାରରୁ ରକ୍ଷା କରିବ

ହେ ମୋର ପୁତ୍ର, ମୋର ବାକ୍ୟକୁ ମନେରଖ, ମୋର ଆଦେଶକୁ ଭୁଲ ନାହିଁ। ମୋର ଆଜ୍ଞାସବୁ ପାଳନ କରି ବଞ୍ଚ। ମୋର ଶିକ୍ଷାକୁ ଜୀବନର ଶ୍ରେଷ୍ଠ ଜିନିଷ ଭାବେ ଗ୍ରହଣ କର। ତାହାକୁ ଅଙ୍ଗୁଳିରେ ବାନ୍ଧି ରଖ, ନିଜ ହୃଦୟରେ ଲେଖି ରଖ। ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବେଚନାକୁ ତୁମ୍ଭର ପରିବାରର ସଦସ୍ୟରୂପେ ଗ୍ରହଣ କର। ତେବେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ୟଭିଗ୍ଭରିଣୀ ସ୍ତ୍ରୀଙ୍କଠାରୁ ମଧ୍ୟ ରକ୍ଷା କରିବ।

ଦିନେ ମୁଁ ମୋର ଝରକା ଜାଲିପରଦା ଦେଇ ଗ୍ଭହୁଁଥିଲି। ମୁଁ ଅଜ୍ଞାନ ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବକ ଦେଖିଲି। ସେ ବ୍ୟଭିଗ୍ଭରିଣୀ ଗୃହ ନିକଟସ୍ଥ ଗଳି ଦେଇ, ଯିବା ବେଳେ ତା’ର ଗୃହକୁ ଥିବା ପଥରେ ଗ୍ଭଲିଲା। ଏହା ଥିଲା ସୂର୍ଯ୍ୟାସ୍ତ ହେବା ସମୟର। ସନ୍ଧ୍ୟା ଆରମ୍ଭ ହେଉଥିଲା। 10 ସେହି ସ୍ତ୍ରୀ ତା’ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ୟାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦୟରେ ଚତୁରୀ ଥିଲା। 11 ସେ ବଡ଼ ତୁଣ୍ଡେଇ ଓ ଅବାଧ୍ୟା ଥିଲା। ତା’ର ପାଦ ଆଦୌ ଗୃହରେ ରହୁ ନ ଥିଲା। 12 ସେ କେତେବେଳେ ରାସ୍ତାର ଉପରେ ଥାଏ, କେତେବେଳେ ଛକରେ ଥାଏ। ସେ ପ୍ରତ୍ୟେକ କୋଣରେ ଛଳନାର ସହିତ ଅପେକ୍ଷା କରେ। 13 ସେହି ସ୍ତ୍ରୀ ଜଣକ ସେହି ଯୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖରେ କହିଲା, 14 ମଙ୍ଗଳାର୍ଥକ ବଳି ଅଛି। “ଆଜି ମୁଁ ମୋର ପ୍ରତିଜ୍ଞା ପୂର୍ଣ୍ଣ କରିଅଛି। 15 ଏଣୁ ମୁଁ ତୁମ୍ଭ ସହିତ ସାକ୍ଷାତ କରିବାକୁ ଆସିଲି। ତୁମ୍ଭକୁ ଦେଖି ଆସୁଥିଲି ଓ ବର୍ତ୍ତମାନ ମୁଁ ତୁମ୍ଭକୁ ପାଇଲି। 16 ମୁଁ ସୃଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି। 17 ଗନ୍ଧରସ ଓ ଅଗୁରୁ ଚିନିରେ, ମୋହର ଶଯ୍ୟା ସୁବାସିତ କରିଅଛି। 18 ଆସ ଆମ୍ଭେମାନେ ପ୍ରଭାତଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେବା। 19 ମୋର ସ୍ୱାମୀ ଘରେ ନାହାନ୍ତି, ସେ ଦୂର ଯାତ୍ରା କରିଛନ୍ତି। 20 ସେ ତୋଡ଼ାଏ ଟଙ୍କା ସାଙ୍ଗରେ ନେଇ ଯାଇଛନ୍ତି। ସେ ପୂର୍ଣ୍ଣିମା ଦିନରେ ଫେରିବେ।”

21 ସେହି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା’ର ଗ୍ଭଟୁ ବାକ୍ୟରେ ତାକୁ ଟାଣି ନେଲା। 22 ସେ ତା’ର ପଥ ଅନୁସରଣ କଲା, ଯେପରି ଗୋରୁ କଂସେଇଖାନାକୁ ଯାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଗ୍ଭଲି ଯାଉଥିଲା। 23 ଯେମିତି ପକ୍ଷୀଟିଏ ଶିକାରୀ ତୀର ଦ୍ୱାରା, ତା’ର ଛାତିକୁ ଲକ୍ଷ୍ୟଭେଦ କରୁଛି, ତାହା ଜାଣିପାରି ନ ଥାଏ।। ଠିକ୍ ସେହିପରି ସେ ଯୁବପୁରୁଷ ବିପଦରେ ଅଛି ବୋଲି ଜାଣି ନ ପାରି ସେ ସ୍ତ୍ରୀର ଜାଲ ଭିତରକୁ ଯାଉଅଛି।

24 ଏଣୁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ମୋ’ କଥାରେ ମନୋନିବେଶ କର। 25 ତୁମ୍ଭର ହୃଦୟ ସେହି ବେଶ୍ୟାମାନଙ୍କର ପଛରେ ନ ରହୁ। ତୁମ୍ଭେ ତା’ର ପଥରେ ବିପଥଗାମୀ ହୁଅ ନାହିଁ। 26 ସେ ଅନେକଙ୍କୁ କ୍ଷତବିକ୍ଷତ କରିଅଛି। ସେ ମଧ୍ୟ ଅନେକଙ୍କୁ ହତ୍ୟା କରିଅଛି। 27 ତା’ର ଗୃହ ସିଧାସଳଖ କବରକୁ ଯିବା ପାଇଁ ବାଟ। ଯାହା ମୃତ୍ୟୁର ଆଳୟକୁ ଯାଏ।

ଗାଲାତୀୟଙ୍କ ପ୍ରତି ପତ୍ର 6

ଏକଆରେକର ସାହାଯ୍ୟ କର

ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ। ନିଜର କର୍ତ୍ତବ୍ୟ କରିବା ସହ ପରସ୍ପରକୁ ସାହାଯ୍ୟ କର। ଏଭଳି କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତରେ ପାଳନ କରି ପାରିବ। ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ। ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା’ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ। ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।

ଉତ୍ତମ କାର୍ଯ୍ୟ କରିବା ବନ୍ଦ ନ କର

ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।

ଜୀବନ ହେଉଛି ଜମି ଗ୍ଭଷ କରିବା ସହିତ ସମାନ

ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ। ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ। ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା’ର ଫଳ ମିଳିବ। 10 ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।

ପାଉଲଙ୍କ ପତ୍ରର ସମାପ୍ତି

11 ଦେଖ! ମୁଁ ନିଜ ହାତରେ ଓ କେତେ ବଡ଼ବଡ଼ ଅକ୍ଷରରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି। 12 କେତେକ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରୁଛନ୍ତି। ଯିହୂଦୀମାନେ ଯେପରି ସେମାନଙ୍କୁ ଗ୍ରହଣ କରି ପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସେମାନଙ୍କୁ ନିର୍ଯ୍ୟାତନା ସହିବାକୁ ହେବ, ସେଥିପାଇଁ ସେମାନେ ଭୟ କରୁଛନ୍ତି। 13 ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସେମାନେ ନିଜେ ବ୍ୟବସ୍ଥା ପାଳନ କରୁ ନାହାନ୍ତି। କିନ୍ତୁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ୟ କରି, ସେମାନେ ଗର୍ବ କରି ପାରିବେ।

14 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ। 15 ଜଣେ ମନୁଷ୍ୟ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥିରେ କିଛି ଗୁରୁତ୍ୱ ନାହିଁ। କେବଳ ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ନୂତନ ମନୁଷ୍ୟ ହେବା ଗୁରୁତ୍ୱପୂର୍ଣ୍ଣ। 16 ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।

17 ଅତଏବ ମୋତେ ଅଧିକ କଷ୍ଟ ଦିଅ ନାହିଁ। ମୋ’ ଶରୀରରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁ ଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।

18 ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center