M’Cheyne Bible Reading Plan
ଅଜ୍ଞାତ ପାପ ପାଇଁ ନୈବେଦ୍ୟ
4 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କେହି ଅଜଣାତରେ ଗୋଟିଏ ପାପ କରେ ଏବଂ ତାହା କରେ, ଯାହା ସଦାପ୍ରଭୁଙ୍କ ଆଜ୍ଞାରେ ମନା କରାଯାଇଅଛି।
3 “ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। 4 ପୁଣି ସେ ଅଭିଷିକ୍ତ ଯାଜକ ଆପଣା ବଳିକୁ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ତା’ର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ବଧ କରିବ। 5 ଆଉ ସେହି ଅଭିଷିକ୍ତ ଯାଜକ ସେହି ବଳିର ରକ୍ତରୁ କିଛି ସମାଗମ-ତମ୍ବୁ ମଧ୍ୟକୁ ଆଣିବ। 6 ତା’ପରେ ସେ ଯାଜକ ସେହି ରକ୍ତରେ ନିଜର ଆଙ୍ଗୁଠି ବୁଡ଼ାଇ ସଦାପ୍ରଭୁଙ୍କ ଛାମୁରେ ମହାପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତଥର ଛିଞ୍ଚିବ। 7 ଯାଜକ ସଦାପ୍ରଭୁଙ୍କ ଆଗରେ କିଛି ରକ୍ତ ନେଇ ସମାଗମ-ତମ୍ବୁର ସୁଗନ୍ଧି ଧୂପବେଦିର ପାର୍ଶ୍ୱରେ ରଖିବା ଉଚିତ୍ ହେବ। ତା’ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ଯଜ୍ଞବେଦି ମୂଳରେ ଢାଳିବ। 8 ସେ ପାପ ପାଇଁ ଉତ୍ସର୍ଗୀକୃତ ଷଣ୍ଢର ସମସ୍ତ ମେଦ, ଯାହାକି ଅନ୍ତ ବୁଜୁଳାର ଉପରିସ୍ଥ ଏବଂ ପାର୍ଶ୍ୱବର୍ତ୍ତୀ ମେଦ ହେବା ଉଚିତ୍। 9 ସେ ଦୁଇଟି ଗୁରୁଦା, ମେଦର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ଗୁରୁଦାର ଏବଂ ଯକୃତର ମେଦ ଏବଂ ନିମ୍ନଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରିନେବା ଉଚିତ୍। 10 ସମାଗମ ନୈବେଦ୍ୟର ଗୋରୁ ହୋଇଥିଲେ ଯେପରି ଉତ୍ସର୍ଗ କରାଯାଏ ସେ ସେହିପରି କରିବ। ପୁଣି ଯାଜକ ହୋମବଳିର ବେଦି ଉପରେ ତାହା ଦଗ୍ଧ କରିବ। 11-12 ସେହି ଚର୍ମ, ମେଦ, ମସ୍ତକ, ପଦ, ଅନ୍ତ, ଗୋବର ଓ ଷଣ୍ଢର ସମସ୍ତ ଅଂଶ ଛାଉଣି ବାହାରକୁ ନିଆଯିବା ଉଚିତ୍ ଓ ଧର୍ମକାର୍ଯ୍ୟର ପଦ୍ଧତି ପାଇଁ ଏ ସ୍ଥାନକୁ କାଠ ରଖି ଅଗ୍ନି ଦ୍ୱାରା ଦଗ୍ଧ କରିବ।
13 “ପୁଣି ଇସ୍ରାଏଲର ସମସ୍ତ ଜାତି ଯଦି ଅଗୋଚରରେ ପାପ କରନ୍ତି ଓ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ତାହା ଯେବେ ସେମାନେ କରନ୍ତି ତେବେ ସେମାନେ ଦୋଷୀ ହେବେ। 14 ଯଦି ସେମାନେ ସେମାନଙ୍କ କୃତ ପାପ ଜାଣିବେ, ତେବେ ସେମାନେ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ ଓ ସମାଗମ-ତମ୍ବୁ ନିକଟକୁ ତାକୁ ଆଣିବେ। 15 ତା’ପରେ ମଣ୍ଡଳୀର ପ୍ରାଚୀନବର୍ଗ ସେହି ଗୋବତ୍ସର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବେ। 16 ତତ୍ପରେ ଅଭିଷିକ୍ତ ଯାଜକ ସେହି ଗୋବତ୍ସର କିଛି ରକ୍ତ ଧରି ସମାଗମ-ତମ୍ବୁ ମଧ୍ୟକୁ ଆଣିବ। 17 ପୁଣି ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ବୁଡ଼ାଇ ସଦାପ୍ରଭୁଙ୍କ ସମ୍ମୁଖରେ ବିଚ୍ଛେଦ ବସ୍ତ୍ର ଆଗରେ ସାତଥର ଛିଞ୍ଚିବ। 18 ଆଉ ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦି ଶୃଙ୍ଗ ଉପରେ ଦେବ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ-ତମ୍ବୁର ଦ୍ୱାର ସମୀପକୁ ହୋମବେଦି ମୂଳରେ ଢାଳିବ। 19 ତା’ପରେ ଯାଜକ ବଳିର ସମସ୍ତ ମେଦ ନେଇ ଯଜ୍ଞବେଦି ଉପରେ ଦଗ୍ଧ କରିବା ଉଚିତ୍। 20 ପୁଣି ସେହି ପାପାର୍ଥକ ନୈବେଦ୍ୟର ଗୋବତ୍ସକୁ ଯେପରି କଲ, ଏହାକୁ ସେହିପରି କରିବ। ଏହିପରି ଯାଜକ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ। ତା’ହେଲେ ଇସ୍ରାଏଲ ଲୋକ କ୍ଷମାପ୍ରାପ୍ତ ହେବେ। 21 ତା’ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ।
22 “ଯଦି ଜଣେ ଶାସକ ଭୁଲ୍ ବଶତ ପାପ କରେ ଓ ସଦାପ୍ରଭୁଙ୍କର ଆଜ୍ଞାକୁ ବିରୁଦ୍ଧ କଲାପରି କୌଣସି କାର୍ଯ୍ୟ କରେ, ତେବେ ସେ ମଧ୍ୟ ଦୋଷୀ ବୋଲି ବିବେଚିତ ହେବ। 23 ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତେବେ ସେ ଏକ ନିଖୁଣ ପୁଂ ଛାଗ ଉତ୍ସର୍ଗ କରିବ। 24 ସେହି ଶାସକ ଛାଗ ମସ୍ତକରେ ହାତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ, ତାହା ହେବ ପାପାର୍ଥକ ନୈବେଦ୍ୟ। 25 ତା’ପରେ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। 26 ତା’ପରେ ସେହି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମେଦ ନେବ ଏବଂ ଯଜ୍ଞବେଦି ଉପରେ ଦଗ୍ଧ କରିବ, ଯେଉଁ ଉପାୟରେ ସେ ମଙ୍ଗଳାର୍ଥକ ନୈବେଦ୍ୟରୁ ମେଦ ସହିତ କରିଥିଲା। ଏହି ପ୍ରକାରେ ଯାଜକ ସେ ଶାସକର ପାପ ପାଇଁ ପ୍ରାୟଶ୍ଚିତ କରିବ ଓ ତା’ଦ୍ୱାରା ସେ ଶାସକ ପ୍ରଭୁଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।
27 “ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କେହି ଜଣେ ତାହା କରେ ଓ ଭ୍ରାନ୍ତିରେ ପାପ କରେ ତେବେ ସେ ଦୋଷୀ ହୁଏ। 28 ଯଦି ସେହି ଲୋକ ତା’ର ପାପ ବିଷୟରେ ଜ୍ଞାତ ହୁଏ, ତେବେ ସେ ତା’ର କୃତ ପାପ ନିମନ୍ତେ ଏକ ନିଖୁଣ ଛାଗୀ ଉତ୍ସର୍ଗ କରିବ। 29 ପୁଣି ସେ ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ। 30 ତା’ପରେ ସେ ଯାଜକ ଅଙ୍ଗୁଳିରେ ତା’ର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତା’ର ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ। 31 ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।
32 “ଯଦି ସେ ପାପାର୍ଥକ ନୈବେଦ୍ୟ ନିମନ୍ତେ ମେଷଶାବକ ଆଣେ ତେବେ ନିଶ୍ଚିତ ଏକ ନିଖୁଣ ମେଷଶାବକ ଆଣିବ। 33 ପୁଣି ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ। 34 ତା’ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ। 35 ସେ ଉତ୍ସର୍ଗ କରାଯାଇଥିବା ପଶୁଠାରୁ ସମସ୍ତ ମେଦ କାଢ଼ି ନେବ। ଯେପରି ସେ ସହଭାଗିତାର ନୈବେଦ୍ୟକୁ କରିଥିଲା ଏବଂ ସଦାପ୍ରଭୁଙ୍କୁ ଉପହାର ଦେବାକୁ ଯାଜକ ଏହାକୁ ଯଜ୍ଞବେଦିରେ ଦଗ୍ଧ କରିବ। ଏହି ପ୍ରକାରେ ଯାଜକ ନିଜ ପାପ ପାଇଁ ତା’ର ତରଫରୁ ପ୍ରାୟଶ୍ଚିତ କରିବ ଏବଂ ତାକୁ କ୍ଷମା ଦିଆଯିବ।
ପ୍ରଥମ ପୁସ୍ତକ
(ଗୀତସଂହିତା 1-41)
1 ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
2 ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
3 ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।
4 ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
6 କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।
2 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
3 ସେହି ନେତାମାନେ କୁହନ୍ତି,
“ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
ଓ ତୁମ୍ଭେ ମୋର ପୁତ୍ର ହେଲ।
8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
ଧ୍ୱଂସ କରିଦେଇ ପାରିବ।”
10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
19 ଗରିବ ହେଲେ ମଧ୍ୟ ସେ ସାଧୁତା; ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।
2 ଜ୍ଞାନହୀନ ଜୀଜ୍ଞାଷୁ ହେବାର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।
3 ମନୁଷ୍ୟର ଅଜ୍ଞାନତା ନିଜର ଜୀବନକୁ ଧ୍ୱଂସ କରେ। କିନ୍ତୁ ତା’ପରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।
4 ଧନ ବହୁମିତ୍ର ଲାଭ କରେ, ମାତ୍ର ଦରିଦ୍ରତା ବନ୍ଧୁ ନାଶ କରେ।
5 ଯେଉଁ ଲୋକ ଅନ୍ୟ ବିରୁଦ୍ଧରେ ମିଥ୍ୟା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।
6 ଅନେକ ଲୋକ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରତ୍ୟେକ ଲୋକ ସେହି ଲୋକର ବନ୍ଧୁ ହୁଅନ୍ତି ଯିଏ ଉପହାର ଦିଏ।
7 ଦରିଦ୍ର ଲୋକଙ୍କୁ ତା’ର ପରିବାର ମଧ୍ୟ ଭଲ ପାଏ ନାହିଁ। ତା’ର ମିତ୍ରମାନେ ତା’ଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସେମାନଙ୍କର ସାହାଯ୍ୟ ପାଇଁ ଭିକ୍ଷା କରେ, କିନ୍ତୁ ସେମାନେ ତା’ର ନିକଟକୁ ଯାଆନ୍ତି ନାହିଁ।
8 ଯଦି ଜଣେ ଲୋକ ତା’ ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହେବ। ଯେ ବିବେଚନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ।
9 ମିଥ୍ୟା ସାକ୍ଷୀ ଦଣ୍ଡିତ ହେବ। ମିଥ୍ୟାବାଦୀ ଧ୍ୱଂସ ପାଇବ।
10 ମୂର୍ଖ ଲୋକ କେବେହେଲେ ଧନୀ ହୋଇ ପାରିବ ନାହିଁ। ଯେପରି ଅଧିପତି ଉପରେ ଦାସର କର୍ତ୍ତୃତ୍ୱ।
11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ଯ୍ୟ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।
12 ରାଜାର କ୍ରୋଧ ସିଂହର ଗର୍ଜନ ସଦୃଶ। କିନ୍ତୁ ତା’ର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
13 ମୂର୍ଖ ପୁତ୍ର ତା’ର ପିତାର ଦୁଃଖର କାରଣ ହେବ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।
14 ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15 ଆଳସ୍ୟ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।
16 ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18 ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା’ର ବିନାଶର କାରଣ ହେବ।
19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ। ଯେହେତୁ ତୁମ୍ଭେ ତାକୁ ଥରେ ଉଦ୍ଧାର କଲେ ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21 ମନୁଷ୍ୟର ମନରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହେବ।
22 ଜଣେ ଲୋକ ତାଙ୍କର ବିଶ୍ୱାସ ଜରିଆରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ। ଯିଏ ଯାହାକୁ ବିଶ୍ୱାସ କରାଯାଇପାରେ ନାହିଁ।
23 ସଦାପ୍ରଭୁ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ଶାନ୍ତିରେ ବାସ କରି ପାରିବ। ବିପଦ ତା’ର ନିକଟରେ ଯାଇ ପାରିବ ନାହିଁ।
24 ଅଳସୁଆ ଆପଣା ଥାଳିରେ ହାତ ବୁଡ଼ାଇଲେ ଆଉଥରେ ତା’ର ମୁହଁକୁ ନେବାକୁ ଇଚ୍ଛା କରେ ନାହିଁ।
25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ୟକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।
26 ଯେଉଁ ପୁତ୍ର ଆପଣା ପିତାର ଧନ ଗ୍ଭେରି କରେ ଏବଂ ଆପଣା ମାତାକୁ ତଡ଼ି ଦିଏ, ସେ ଗୋଟିଏ ଲଜ୍ଜାକର ଓ ଅପମାନ ଜନକ ପୁତ୍ର ଅଟେ।
27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ୟୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଗ୍ଭରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟରେ ପରିପୂର୍ଣ୍ଣ।
29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।
2 ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି। 2 ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ। 3 ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହୋଇଛି।
4 ମୋର ଏପରି କହିବା ଉଦ୍ଦେଶ୍ୟ ଯେ ତୁମ୍ଭମାନଙ୍କୁ ଯେପରି କେହି ଭଲ ବୋଲି ଜଣା ପଡ଼ୁଥିବା ଅସତ୍ୟ ଶିକ୍ଷା ଦ୍ୱାରା ବିଭ୍ରାନ୍ତ କରି ନ ଦେଉ। 5 ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।
ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଥାଅ:
6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହୋଇ ତାହାଙ୍କୁ ଅନୁସରଣ କରିଗ୍ଭଲ। 7 ତୁମ୍ଭେ କେବଳ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆସେ। ତୁମ୍ଭକୁ ସତ୍ୟର ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ୱରଙ୍କୁ ସବୁବେଳେ ଧନ୍ୟବାଦ ଦେଉଥାଅ।
8 ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା। 9 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ପାର୍ଥିବ ଶରୀର ଧାରଣ କରି ବାସ କଲେ। 10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
11 ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଏକ ଭିନ୍ନ ପ୍ରକାରର ସୁନ୍ନତ ହୋଇଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି। 12 ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। 14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ। 15 ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।
ମନୁଷ୍ୟନିର୍ମିତ ନିୟମଗୁଡ଼ିକୁ ମାନ ନାହିଁ
16 ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ) [a] ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ। 17 ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ। 18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି। 19 ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।
20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ: 21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।” 22 ଏହି ଜାଗତିକ ନିୟମଗୁଡ଼ିକ ସେହିସବୁ ବିଷୟରେ ଅଟେ, ଯାହାକି ବ୍ୟବହାର ହେବା ପରେ ନଷ୍ଟ ହୋଇଯାଆନ୍ତି। ସେହି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ୟମାନଙ୍କଠାରୁ, ପରମେଶ୍ୱରଙ୍କଠାରୁ ନୁହେଁ। 23 ଏହି ବ୍ୟବସ୍ଥାଗୁଡ଼ିକ ଜ୍ଞାନପୂର୍ଣ୍ଣ ଜଣା ପଡ଼ୁଥିଲେ ମଧ୍ୟ ମନୁଷ୍ୟ ଦ୍ୱାରା ଗଠନ କରାଯାଇଥିବା ଧର୍ମର ଗୋଟିଏ ଗୋଟିଏ ଅଂଶ, ଯାହାଦ୍ୱାରା ଲୋକେ ନମ୍ର ବୋଲି ଛଳନା କରନ୍ତି ଓ ନିଜର ଶରୀରକୁ ତାଡ଼ନା କରନ୍ତି। କିନ୍ତୁ ଏହି ନିୟମଗୁଡ଼ିକ ସେମାନଙ୍କୁ ସେମାନଙ୍କର ପାପ ସ୍ୱଭାବ ଓ ମନ୍ଦ କାର୍ଯ୍ୟରୁ ଦୂରରେ ରହିବା ପାଇଁ ସାହାଯ୍ୟ କରେ ନାହିଁ।
2010 by World Bible Translation Center