M’Cheyne Bible Reading Plan
ପରମେଶ୍ୱର ନାଦବ ଓ ଅବୀହୂଙ୍କୁ ବିନାଶ କରନ୍ତି
10 ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି [a] ଉତ୍ସର୍ଗ କଲେ। 2 ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।
3 ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଯେଉଁମାନେ ମୋ’ ନିକଟକୁ ଆସନ୍ତି, ସେମାନେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖରେ ମୁଁ ଗୌରବାନ୍ୱିତ ହେବି।’” ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ୟୁ କଥା ନ କହି ନୀରବ ରହିଲେ।
4 ଏହା ପରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, “ତୁମ୍ଭେମାନେ ପବିତ୍ର ସ୍ଥାନର ସମ୍ମୁଖକୁ ଯାଅ ଓ ତୁମ୍ଭମାନଙ୍କର ସମ୍ପର୍କୀୟ ଭାଇମାନଙ୍କର ଶବକୁ ଛାଉଣିର ବାହାରକୁ ନେଇଯାଅ।”
5 ତେଣୁ ମୀଖାୟେଲ ଓ ଇଲୀଷାଫନ ମୋଶାଙ୍କ ଆଜ୍ଞା ପାଳନ କଲେ। ସେମାନେ ନାଦବ ଓ ଅବୀହୂର ଶବକୁ ଜାମା ସହିତ ଛାଉଣିର ବାହାରକୁ ନେଇଗଲେ।
6 ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ। 7 ଆଉ ତୁମ୍ଭେ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତେଣୁ ହାରୋଣ, ଇଲିୟାସର ଓ ଈଥାମର ମୋଶାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।
8 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, 9 “ତୁମ୍ଭେ କିମ୍ବା ତୁମ୍ଭର ପୁତ୍ରଗଣ ଯେତେବେଳେ ସମାଗମ-ତମ୍ବୁରେ ପ୍ରବେଶ କରିବ ତୁମ୍ଭେମାନେ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବ ନାହିଁ। ଯଦି ତୁମ୍ଭେମାନେ ତାହା କର ତେବେ ତୁମ୍ଭେମାନେ ମରିବ। ଏହି ବ୍ୟବସ୍ଥା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ପାଳିତ ହେବ। 10 ତାହାଦ୍ୱାରା ତୁମ୍ଭେମାନେ ପବିତ୍ର ଓ ଅପବିତ୍ର, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ସ୍ପଷ୍ଟ ଭାବରେ ଜାଣି ପାରିବ। 11 ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାମାନ ଦେଇଥିଲେ, ମୋଶା ସେ ସମସ୍ତ ବ୍ୟବସ୍ଥା ଇସ୍ରାଏଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସେହିସବୁ ବ୍ୟବସ୍ଥା ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ।”
12 ଏହା ପରେ ମୋଶା ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ଯଜ୍ଞବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ତାହା ମହାପବିତ୍ର। 13 ମୋର ନିର୍ଦ୍ଦେଶ ଅନୁସାରେ ତୁମ୍ଭେମାନେ ସେହି ଶସ୍ୟ ନୈବେଦ୍ୟ ଏକ ପବିତ୍ର ସ୍ଥାନରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦେଲି।
14 “ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ୟାଗଣ ଝୁଲାଯାଇଥିବା ବକ୍ଷ ଓ ଚଟୁଆ ନେଇ ଏକ ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟ ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ୟ ଅଂଶ। 15 ଯାହା ସେମାନେ ଦୋଳନୀୟ ନୈବେଦ୍ୟ ସହିତ ଉତ୍ତୋଳନୀୟ ଚଟୁଆ ଓ ଟଙ୍ଗାଯାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।”
16 ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ତାହା ଦଗ୍ଧ ହୋଇ ସାରିଥିଲା। ଏଣୁ ସେ ହାରୋଣଙ୍କ ଅବଶିଷ୍ଟ ଦୁଇ ପୁତ୍ର ଇଲିୟାସର ଓ ଈଥାମରଙ୍କ ଉପରେ ରାଗି କହିଲେ, 17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦେଇଛନ୍ତି। 18 ଦେଖ ପବିତ୍ର ସ୍ଥାନ ଭିତରକୁ ଉତ୍ସର୍ଗ ପଶୁର ରକ୍ତ ଅଣାଗଲା ନାହିଁ। ତେଣୁ ତୁମ୍ଭେମାନେ ତାହା ମୋ’ ଆଦେଶାନୁସାରେ ପବିତ୍ର ସ୍ଥାନରେ ଭୋଜନ କରିବା ଉଚିତ୍।”
19 ମାତ୍ର ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହୋମବଳି ଉତ୍ସର୍ଗ କଲେ। ତଥାପି ମୋ’ ପ୍ରତି ଏହା ଘଟିଲା। ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି ତେବେ ତାହା କ’ଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?”
20 ଯେତେବେଳେ ମୋଶା ଏହା ଶୁଣିଲେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।
11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
3 ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?
4 ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।
12 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର,
କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି।
ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
2 ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି।
ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
3 ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ।
ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
4 ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ।
ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ।
ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”
5 କିନ୍ତୁ ସଦାପ୍ରଭୁ କହନ୍ତି,
“ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି।
ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି।
କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”
6 ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ।
ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।
7 ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ।
ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
8 ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି।
ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।
ଶଲୋମନଙ୍କ ହିତୋପଦେଶ
25 ଏଗୁଡ଼ିକ ହେଉଛି ଶଲୋମନଙ୍କ ରଚିତ ହିତୋପଦେଶ। ଏହି ହିତୋପଦେଶ ଗୁଡ଼ିକ ଯିହୁଦାର ରାଜା ହିଷ୍କୀୟର ଲୋକମାନେ ଲେଖି ଥିଲେ।
2 ବିଷୟ ଗୋପନ କରିବା ପରମେଶ୍ୱରଙ୍କ ଗୌରବ। ଏହି ବିଷୟ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।
3 ଆକାଶର ଉଚ୍ଚତା ପୃଥିବୀର ଗଭୀରତା ପରି ରାଜାଙ୍କର ମନରେ କ’ଣ ଅଛି, ଆମ୍ଭେ ତାହା ବୁଝିପାରିବା ନାହିଁ।
4 ରୂପାର ଖାଦ କାଢ଼ି ପକାଅ, ତେବେ ସୁନାରି ଏକ ପାତ୍ର ତିଆରି କରି ପାରିବ।
5 ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତାହାହେଲେ ତାଙ୍କର ସିଂହାସନ ଧାର୍ମିକତାରେ ସ୍ଥାପିତ ହେବ।
6 ରାଜାର ଛାମୁରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ। 7 ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି। ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି କହିବା ଭଲ।
8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ। ଯଦି କେହି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତେବେ ତୁମ୍ଭେ ଲଜ୍ଜିତ ହେବ।
9 ଯଦି ପ୍ରତିବାସୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀୟତାକୁ ପ୍ରକଟ କର ନାହିଁ। 10 ଯଦି ତୁମ୍ଭେ କୌଣସି ଲୋକର ଗୋପନୀୟତାକୁ ପ୍ରକାଶ କର, ତେବେ ତୁମ୍ଭେ ଦୁର୍ନାମ ଅର୍ଜ୍ଜନ କରିବ। ତୁମ୍ଭର ଏହି ଦୁର୍ନାମ କେବେ ଦୂର ହେବ ନାହିଁ।
11 ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସେହି ରୂପାର ରଗ୍ଭଇ ରଖିବା ପରି।
12 ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ୟାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ୟାନ୍ୟ ଅଳଙ୍କାରଠାରୁ ମୂଲ୍ୟବାନ ଅଟେ।
13 ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି ଅଟେ, ଦାନ ଦେବା ପାଇଁ ପ୍ରତିଜ୍ଞା କରିବା ଏବଂ ନ ଦେବା ହେଉଛି ଠିକ୍ ସେହିପରି।
15 ଧୈର୍ଯ୍ୟ କଥାବାର୍ତ୍ତା ମାଧ୍ୟମରେ ଜଣେ ଶାସକ ଶାନ୍ତି ଦେବ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।
16 ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ୟକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତେବେ ତୁମ୍ଭେ ଅସୁସ୍ଥ ହେବ। 17 ଠିକ୍ ସେହିପରି, ତୁମ୍ଭର ପ୍ରତିବାସୀ ଗୃହକୁ ଅଧିକ ଯାଅ ନାହିଁ। ଯଦି ତୁମ୍ଭେ ଏପରି କର ତେବେ ସେ ତୁମ୍ଭକୁ ଘୃଣା କରିବ।
18 ଜଣେ ଯିଏ ତା’ର ପଡ଼ୋଶୀ ବିପକ୍ଷରେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ଼୍ଗ ଓ ତୀକ୍ଷ୍ଣ ବାଣ ସ୍ୱରୂପ ଭୟଙ୍କର ଅଟେ। 19 ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ପ୍ରତ୍ୟୟ, ଭଗ୍ନଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।
20 ଦୁଃଖପୂର୍ଣ୍ଣ ଲୋକ ନିକଟରେ ଖୁସୀ ଗୀତ ଗାଇବା ଶୀତକାଳରେ ବସ୍ତ୍ର କାଢ଼ିନେବା ଓ ସୋଢ଼ା ଉପରେ ଅମ୍ଳରସ ମିଶାଇବା ପରି ଅଟେ।
21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯେବେ ତୃଷିତ ହୁଏ, ତାହାକୁ ଜଳପାନ କରାଅ। 22 ତହିଁରେ ତୁମ୍ଭେ ତାହହାର ମସ୍ତକରେ ଜ୍ୱଳନ୍ତ ଅଙ୍ଗାର ରାଶି କରି ଥୋଇବ। ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେହିପରି ଖଚୁଆର ଜିହ୍ୱା କ୍ରୋଧ ଦୃଷ୍ଟିର ଉତ୍ପାଦକ।
24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେପରି, ଦୂର ଦେଶରୁ ଆସିଥିବା ସୁସମାଗ୍ଭର ସେହିପରି ଅଟେ।
26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେପରି ଅଟେ, ଦୁଷ୍ଟ ଆଗରେ ବିଚଳିତ ଧାର୍ମିକ ଠିକ୍ ସେହିପରି ଅଟେ।
27 ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସେହିପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।
28 ଜଣେ ଯିଏ ନିଜକୁ ଆୟତ୍ତ କରିବାକୁ ଅସମର୍ଥ, ସେ ବିନା ପ୍ରାଚୀରର ନଗର ତୁଲ୍ୟ ଅଟେ।
ପରମେଶ୍ୱରଙ୍କୁ ପ୍ରସନ୍ନ କରୁଥିବା ଜୀବନ
4 ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ। 2 ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ’ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ମାଧ୍ୟମରେ ଆମ୍ଭେ ତୁମ୍ଭମାନଙ୍କୁ ସେହି କଥାଗୁଡ଼ିକ କହିଛୁ। ପରମେଶ୍ୱର ଇଚ୍ଛା କରନ୍ତି ଯେ, ତୁମ୍ଭେମାନେ ପବିତ୍ର ହୁଅ। 3 ସେ ଗ୍ଭହାନ୍ତି ଯେ, ତୁମ୍ଭେମାନେ ଯୌନଗତ ପାପଗୁଡ଼ିକରୁ ଦୂରରେ ରୁହ। 4 “ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେମାନେ ପ୍ରତ୍ୟେକ ନିଜ ଶରୀରକୁ ସଂଯମ କରିବାକୁ ଶିଖ। ତୁମ୍ଭେମାନେ ନିଜ ଶରୀରକୁ ଏପରି ବ୍ୟବହାର କର ଯେ, ତାହା ପବିତ୍ର ହେବ ଓ ପରମେଶ୍ୱରଙ୍କୁ ଗୌରବ ଦେବ। ତୁମ୍ଭମାନଙ୍କ ଶରୀରକୁ କାମାସକ୍ତର ବଶବର୍ତ୍ତୀ ହେବାକୁ ଦିଅ ନାହିଁ। [a] 5 ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ନିଜ ଶରୀରର ଏପରି ବ୍ୟବହାର କରନ୍ତି। 6 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧରେ କୌଣସି ମନ୍ଦକାର୍ଯ୍ୟ କର ନାହିଁ ଓ ଏହି ବିଷୟରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସେମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ଆମ୍ଭେ ଏ ବିଷୟରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ। 7 ପରମେଶ୍ୱର ଆମ୍ଭକୁ ପବିତ୍ର ହେବା ପାଇଁ ଆହ୍ୱାନ କରିଛନ୍ତି। ଆମ୍ଭେ ପାପରେ ଜୀବନଯାପନ କରିବା ପାଇଁ ସେ ଗ୍ଭହାନ୍ତି ନାହିଁ। 8 ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି।
9 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି। 10 ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭେମାନେ ପ୍ରକୃତରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସେମାନଙ୍କୁ ଅଧିକରୁ ଅଧିକ ଭଲ ପାଇବାକୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।
11 ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ। 12 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।
ପ୍ରଭୁଙ୍କର ଆଗମନ
13 ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟରେ ତୁମ୍ଭେମାନେ ଅଜ୍ଞାତ ରୁହ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭେମାନେ ଦୁଃଖୀ ହୁଅ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। 14 ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହେତୁ ଯୀଶୁଙ୍କ ସହିତ ମୃତ ବ୍ୟକ୍ତିମାନଙ୍କୁ ପରମେଶ୍ୱର ଏକାଠି ଆଣିବେ।
15 ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସେମାନେ ସେ ପର୍ଯ୍ୟନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ୟ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସେମାନେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ୟକୁ ଯିବେ। 16 ସ୍ୱର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ହେବ। ମୁଖ୍ୟ ସ୍ୱର୍ଗଦୂତଙ୍କ ସ୍ୱର ଓ ପରମେଶ୍ୱରଙ୍କ ତୂରୀନାଦ ମାଧ୍ୟମରେ ଏହି ଆଦେଶ ଦିଆ ହେବ। ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଛନ୍ତି, ସେମାନେ ପ୍ରଥମରେ ପୁନରୁତ୍ଥିତ ହେବେ। 17 ତା’ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହେବା। ଆମ୍ଭକୁ ମେଘମାଳା ଭିତରକୁ ନିଆଯିବ ଓ ସେଠାରେ ବାୟୁମଣ୍ଡଳରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ। 18 ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ୱନା ଦିଅ।
2010 by World Bible Translation Center