M’Cheyne Bible Reading Plan
ଯାଜକମାନଙ୍କ ପାଇଁ ବିଧି
21 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ୟୁବ୍ୟକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। 2 କେବଳ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ୟା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହେବ। 3 ପୁଣି ନିଜର ଅବିବାହିତା ଭଗିନୀର ମୃତ୍ୟୁ ହେଲେ ସେ ତା’ ପାଇଁ ଅଶୁଚି ହେବ। 4 ମାତ୍ର ସେ ଯାଜକ ନିଜର କ୍ରୀତଦାସର ମୃତ୍ୟୁରେ ନିଜକୁ ଅଶୁଚି କରିବ ନାହିଁ।
5 “ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। 6 ସେମାନେ ନିଶ୍ଚୟ ସେମାନଙ୍କର ପରମେଶ୍ୱରଙ୍କ ପାଇଁ ପବିତ୍ର ହେବେ। ସେମାନେ ସେମାନଙ୍କର ପରମେଶ୍ୱରଙ୍କ ନାମକୁ ଅପବିତ୍ର କରିବା ଉଚିତ୍ ନୁହେଁ। କାରଣ ସେମାନେ ସଦାପ୍ରଭୁଙ୍କୁ ଉପହାର ଦିଅନ୍ତି। ଅର୍ଥାତ୍ ପରମେଶ୍ୱରଙ୍କ ଖାଦ୍ୟ ସେମାନେ ଦିଅନ୍ତି। ତେଣୁ ସେମାନେ ନିଶ୍ଚୟ ପବିତ୍ର ହେବା ଉଚିତ୍।
7 “ଜଣେ ଯାଜକ ତା’ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ। 8 ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବେଚନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର।
9 “ଆଉ କୌଣସି ଯାଜକର କନ୍ୟା ବ୍ୟଭିଗ୍ଭରିଣୀ ହେଲେ ସେ ନିଜକୁ ଅପବିତ୍ର କରେ ଓ ନିଜ ପିତାକୁ ମଧ୍ୟ ଅପବିତ୍ର କରେ। ତେଣୁ ସେ ଅଗ୍ନିରେ ଦଗ୍ଧ ହେବ।
10 “ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି, ଆଉ ଯିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀରେ ନିଯୁକ୍ତ ହୋଇଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ। 11 ସେ ଗୃହ ଭିତରେ ଶବକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। ସେ ନିଜର ପିତାମାତାଙ୍କ ଶବ ନିକଟକୁ ମଧ୍ୟ ଯିବ ନାହିଁ। 12 ଆଉ ଜଣେ ମହାଯାଜକ ପରମେଶ୍ୱରଙ୍କ ପବିତ୍ର ସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳ ତାହା ମସ୍ତକରେ ଢଳାଯାଇ ତାଙ୍କୁ ମହାଯାଜକ ପଦରେ ଅଭିଷିକ୍ତ କରାଯାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।
13 “ମହାଯାଜକ କେବଳ ଜଣେ ଅନୁଢ଼ାକୁ ବା କୁମାରୀକୁ ବିବାହ କରିବ। 14 ସେ ବିଧବା, ପରିତ୍ୟକ୍ତା, କଳଙ୍କିନୀ କିମ୍ବା ବେଶ୍ୟାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ୟରୁ କେବଳ ଏକ କୁଆଁରୀ କନ୍ୟାକୁ ବିବାହ କରିବା ଉଚିତ୍। 15 ଆଉ ସେ ନିଜ ଲୋକମାନଙ୍କ ମଧ୍ୟରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 17 “ତୁମ୍ଭେ ହାରୋଣଙ୍କୁ କୁହ, ତୁମ୍ଭର ବଂଶଧରମାନଙ୍କ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ପରମେଶ୍ୱରଙ୍କର ବିଶିଷ୍ଟ ରୋଟୀ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ। 18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ। ବିଶେଷ କରି ଅନ୍ଧଲୋକ, କି ଛୋଟା, କି ବିକୃତ ନାସିକା, କି ଅଧିକାଙ୍ଗ। 19 କି ଭଗ୍ନପଦ, କି ଭଗ୍ନହସ୍ତ, 20 କି କୁଜା, କି ବାମନ, କି ଖୁଣ ଥିବା ଚକ୍ଷୁ, କି ଯାଦୁରୋଗୀ, କି କାଛୁରୋଗୀ, କି ଭଗ୍ନକୋଷ।
21 “ହାରୋଣ ଯାଜକର ବଂଶଧର ମଧ୍ୟରେ ଏପରି ଖୁଣ ବିଶିଷ୍ଟ ଲୋକ ଥିଲେ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ବେଦି ନିକଟକୁ ଯାଇପାରିବ ନାହିଁ। ଆଉ ତା’ର ଖୁଣ ଥିବାରୁ ସେ ଯଜ୍ଞବେଦି ନିକଟକୁ ଶସ୍ୟ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ଆସିବା ଉଚିତ୍ ନୁହେଁ। 22 ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ। 23 ମାତ୍ର ବିଚ୍ଛେଦବସ୍ତ୍ରର ଭିତରକୁ ଯିବ ନାହିଁ କିମ୍ବା ଯଜ୍ଞବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ର ସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
24 ଏହିପରି ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।
ଦାଉଦଙ୍କର ସଙ୍ଗୀତ।
26 ହେ ସଦାପ୍ରଭୁ, ମୋର ବିଗ୍ଭର କର।
ପ୍ରମାଣ କର ଯେ, ମୁଁ ଶୁଦ୍ଧ ଜୀବନଯାପନ କରିଛି।
ମୁଁ କେବେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କର, ପ୍ରମାଣ ନିଅ ଓ
ମୋର ହୃଦୟ ଓ ମନକୁ ପରିଷ୍କାର କର।
3 ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି।
ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
4 ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ।
କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
5 ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ।
ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।
6 ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ ସ୍ୱର ଶୁଣାଇବି।
ମୁଁ ତୁମ୍ଭର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଯାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
7 ହେ ସଦାପ୍ରଭୁ, ମୁଁ ମୋର ନିର୍ଦ୍ଦୋଷତା ପ୍ରମାଣ ପାଇଁ ମୋର ହାତ ପ୍ରକ୍ଷାଳନ କରେ,
ତେଣୁ ତୁମ୍ଭର ଯଜ୍ଞବେଦି ନିକଟକୁ ଆସିପାରେ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ
ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
9 ହେ ସଦାପ୍ରଭୁ, ମୋତେ ସେହି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ।
ମୋତେ ସେହି ହତ୍ୟାକାରୀମାନଙ୍କ ସହିତ ମାର ନାହିଁ।
10 ସେହି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି।
ସେମାନେ ଲାଞ୍ଚ ନେଇ ଖରାପ କାର୍ଯ୍ୟ କରିଥାଇ ପାରନ୍ତି।
11 କିନ୍ତୁ ମୁଁ ନିର୍ଦ୍ଦୋଷ ଅଟେ।
ତେଣୁ ହେ ପରମେଶ୍ୱର ମୋ’ ପ୍ରତି ସଦୟ ହୋଇ ମୋତେ ଉଦ୍ଧାର କର।
12 ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି।
ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।
ଦାଉଦଙ୍କର ଗୀତ।
27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
2 ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
3 ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”
5 ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
6 ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।
7 ହେ ସଦାପ୍ରଭୁ, ମୋର ଡାକ ଶୁଣ।
ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
9 ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
ମୋତେ ସାହାଯ୍ୟ କର।
ମୋତେ ଦୂର କର ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
ବଳଶାଳୀ ଓ ସାହସିକ ହୁଅ
ଏବଂ ସଦାପ୍ରଭୁଙ୍କର ଅନୁସରଣ କର।
ମରିଯିବାଟା କ’ଣ ଭଲ?
4 ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ। 2 ମୁଁ ନିଷ୍ପତ୍ତି ନେଲି, ଯେ ଜୀବିତ ଲୋକମାନଙ୍କ ଅପେକ୍ଷା ମୃତ ଲୋକମାନେ ଅଧିକ ଭାଗ୍ୟବାନ୍। 3 ଏବଂ ଯିଏ ଆଜି ପର୍ଯ୍ୟନ୍ତ ଜନ୍ମ ହୋଇ ନାହିଁ, ସେ ଅନ୍ୟତର ସେମାନଙ୍କଠାରୁ ଭଲରେ ଅଛି, ଯେହେତୁ ସେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।
କାହିଁକି କାର୍ଯ୍ୟ କଠିନ ଅଟେ?
4 ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା’ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।
5 କିଛି ଲୋକ କହନ୍ତି, “ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତେବେ ତୁମେ ଉପବାସରେ ମୃତ୍ୟୁ ଭୋଗ କରିବ।” 6 ସଂଘର୍ଷ କରି ଦୁଇ ହାତ ପୂର୍ଣ୍ଣକର। ପବନକୁ ଧରିବାକୁ ଚେଷ୍ଟା କରିବାଠାରୁ ମନର ଶାନ୍ତି, ସୁଖ ପାଇଁ ଗୋଟିଏ ହାତ ମୁଠି ଭଲ।
7 ଏହା ପରେ ମୁଁ ପୁନ୍ନରାୟ ସୂର୍ଯ୍ୟ ତଳେ ଅସାର ଦେଖିଲି। 8 ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା’ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା’ର ଚକ୍ଷୁ କିଅବା ତା’ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।
ବନ୍ଧୁ ଓ ପରିବାର ଶକ୍ତି ଯୋଗାନ୍ତି
9 ଏକ ଜଣରୁ ଦୁଇଜଣ ଭଲ। କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10 ଯଦି ଜଣେ ବ୍ୟକ୍ତି ପଡ଼ିଯାଏ, ତେବେ ତା’ର ସାଙ୍ଗ ତାକୁ ଉଠାଇବାକୁ ସାହାଯ୍ୟ କରିବ। ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ, ତାକୁ ଉଠାଇବା ପାଇଁ ଅନ୍ୟ କେହି ସେଠାରେ ନ ଥାଏ।
11 ଆହୁରି ଦୁଇଜଣ ଏକତ୍ର ଶୟନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହୋଇ ପାରିବ।
12 ଯେକେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
ଲୋକ, ରାଜନୀତି ଏବଂ ଖ୍ୟାତି
13 ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଗ୍ଭହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ଯୁବା ଲୋକ ଭଲ। 14 କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା। ଆହୁରି ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା। 15 ମୁଁ ଦେଖି ପାରୁଛି ଯେ, ପୃଥିବୀରେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ଯାତାୟାତ କରୁଛନ୍ତି, ସେମାନେ ପରବର୍ତ୍ତୀ ଯୁବକକୁ ଅନୁସରଣ କଲେ, ଯିଏ କି ତା’ର ସାଙ୍ଗ, ତାଙ୍କର ସ୍ଥାନ ନେବେ। 16 ଅସଂଖ୍ୟ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପରେ ଆସିବେ ସେମାନେ ସେହି ପ୍ରଥମ ଜ୍ଞାନୀ ଯୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ୟ ଅସାର ଓ ପବନର ପଶ୍ଚାତ୍ଗମନ କଲା ପରି।
କ୍ରୀତଦାସମାନଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ
6 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ। 2 କେତେକ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ୱାସୀ ଅଟନ୍ତି। ଅତଏବ ସେହି ଦାସମାନେ ସେହି ମାଲିକମାନଙ୍କୁ ଭାଇ ବୋଲି ଭାବି ସେମାନଙ୍କୁ କମ୍ ସମ୍ମାନ ଦେଖାଇବା ଉଚିତ୍ ନୁହେଁ। ଏପରିକି ସେହି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲରେସେବା କରିବା ଉଚିତ୍। କାରଣ ସେହିପରି କରିବା ଦ୍ୱାରା ସେମାନେ ଭଲ ପାଉଥିବା ବିଶ୍ୱାସୀ ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି।
ଭଣ୍ଡ ଶିକ୍ଷା ଓ ପ୍ରକୃତ ଧନ
3 ତୁମ୍ଭେ ଲୋକମାନଙ୍କୁ ଏହି ବିଷୟ ଗୁଡ଼ିକ କରିବା ପାଇଁ ଶିକ୍ଷା ଦେବା ଓ କହିବା ଉଚିତ୍। କେତେ ଲୋକ ଭଣ୍ଡ ଶିକ୍ଷା ଦେବେ। ସେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ୟ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ୱରଙ୍କ ସେବା କରିବାର ସତ୍ମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସେମାନେ ଗ୍ରହଣ କରନ୍ତି ନାହିଁ; 4 ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ। 5 ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ୟମରେ ସୀମାହୀନ ଯୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ୟ ତାହା ଆମନ୍ତ୍ରିତ କରେ। ସେହି ଲୋକମାନେ ସତ୍ୟକୁ ହରାଇ ବସିଛନ୍ତି। ସେମାନେ ଭାବନ୍ତି ଯେ ପରମେଶ୍ୱରଙ୍କ ସେବା କରିବା ହେଉଛି ଧନୀ ହେବାର ଏକ ଉପାୟ।
6 ଯଦି ଜଣେ ଲୋକ ତା’ ପାଖରେ ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହେ, ତା’ହେଲେ ପ୍ରକୃତରେ ପରମେଶ୍ୱରଙ୍କ ସେବା ଦ୍ୱାରା ସେହି ଲୋକ ବହୁତ ଧନୀ ହୋଇଯାଏ। 7 ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ। 8 ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା। 9 ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ। 10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।
କେତୋଟି ମନେ ରଖିବା କଥା
11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। 12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। 13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। 14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। 15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। 16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।
17 ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି। 18 ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ। 19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା’ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।
20 ତୀମଥି, ପରମେଶ୍ୱର ତୁମ୍ଭ ଉପରେ ଅନେକ ବିଷୟର ଭାର ଦେଇଛନ୍ତି। ସେଗୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ୱରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ସତ୍ୟ ବିରୁଦ୍ଧରେ ଯୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ଏହାକୁ ସେମାନେ ମିଛରେ “ଜ୍ଞାନ” ବୋଲି କହିଥା’ନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ। 21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି।
ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।
2010 by World Bible Translation Center