M’Cheyne Bible Reading Plan
ସ୍ୱତନ୍ତ୍ର ବିଶ୍ରାମ ଦିନ
23 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁସବୁ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେସମସ୍ତ ପର୍ବ ଏହି।
ବିଶ୍ରାମ ଦିନ
3 “ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
ନିସ୍ତାରପର୍ବ
4 “ଏଗୁଡ଼ିକ ସଦାପ୍ରଭୁଙ୍କ ନିରୂପିତ ପର୍ବ। ତୁମ୍ଭେମାନେ ସେହି ନିରୂପିତ ଦିନରେ ପବିତ୍ର ସଭା ଘୋଷଣା କରିବ। 5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନରେ ସନ୍ଧ୍ୟାବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ହେବ।
ତାଡ଼ିଶୂନ୍ୟ ରୋଟୀର ପର୍ବ
6 “ପୁଣି ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ। ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। 7 ପର୍ବର ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ସେଦିନ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। 8 ମାତ୍ର ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନରେ ବିଶେଷ ସଭା ହେବ। ତୁମ୍ଭେମାନେ ସେଦିନ କୌଣସି ବ୍ୟବସାୟ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।”
ପ୍ରଥମ ଶସ୍ୟଅମଳର ପର୍ବ
9 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 10 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବୁ ତୁମ୍ଭେମାନେ ସେ ଦେଶରେ ପ୍ରବେଶ କରିବ। ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ପ୍ରଥମ କଟା ଶସ୍ୟରୁ ଏକ ବିଡ଼ା ଯାଜକ ନିକଟକୁ ଆଣିବ। 11 ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଟେକିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।
12 “ପୁଣି ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିଖୁଣ ମେଷବତ୍ସ ଗୋଟିଏ ଉତ୍ସର୍ଗ କରିବ। 13 ପୁଣି ଐଫାର ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ସେହି ଦିନ ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ହେବ, ଆଉ ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ତହିଁର ପେୟନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବ। 14 ତୁମ୍ଭେମାନେ ଯେଉଁ ପର୍ଯ୍ୟନ୍ତ ନୂତନ ଶସ୍ୟର ନୈବେଦ୍ୟ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନ ଆଣିଛ ସେପର୍ଯ୍ୟନ୍ତ ତୁମ୍ଭେମାନେ ରୋଟୀ, କି ଭଜା ଶସ୍ୟ, କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ହେବ।
ପେଣ୍ଟିକଷ୍ଟ ପର୍ବ
15 “ଅନନ୍ତର ସେହି ବିଶ୍ରାମବାର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପେ ବିଡ଼ା ଆଣିଲ ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ। 16 ଏହିରୂପେ ତୁମ୍ଭେ ବିଶ୍ରାମ ଦିନ ପରେ ସପ୍ତମ ଦିନଠାରୁ, ପଗ୍ଭଶ୍ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। 17 ତୁମ୍ଭେମାନେ ନିଜ ନିଜ ଘରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଉପହାର ହେବ।
18 “ପୁଣି ତୁମ୍ଭେମାନେ ସେହି ରୋଟୀ ସହିତ ଏକବର୍ଷୀୟ ସାତୋଟି ନିଖୁଣ ମେଷବତ୍ସ, ଗୋଟିଏ ବୃଷଭ ଓ ଦୁଇଟି ମେଷ ବଳିଦାନ କରିବା ଉଚିତ୍। ତାହା ସଦାପ୍ରଭୁଙ୍କୁ ହୋମବଳି ହେବ। ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ସହିତ ଏହା ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ହେବ। 19 ତା’ପରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀୟ ମେଷବତ୍ସ ଉତ୍ସର୍ଗ କରିବ।
20 “ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମେଷବତ୍ସ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଦୋଳାଇବ। ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। 21 ଠିକ୍ ସେହି ଦିନ ତୁମ୍ଭେମାନେ ଏକ ପବିତ୍ର ସଭା ପାଇଁ ଘୋଷଣା କରିବ। ସେହି ଦିନ କୌଣସି ବ୍ୟବସାୟ କର୍ମ କରିବ ନାହିଁ। ଏହା ତୁମ୍ଭମାନଙ୍କ ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
22 “ଆଉ ତୁମ୍ଭେମାନେ ଶସ୍ୟ କାଟିଲାବେଳେ, କ୍ଷେତ୍ରରୁ ସମସ୍ତ ଶସ୍ୟ ନିଃଶେଷ କରି କାଟିବ ନାହିଁ। ଆଉ ତଳେ ପଡ଼ିଥିବା ଶସ୍ୟକୁ ସାଉଁଟିବ ନାହିଁ। ତୁମ୍ଭେମାନେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡ଼ିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
ତୂରୀଧ୍ୱନିର ପର୍ବ
23 ପୁଣି ସଦାପ୍ରଭୁ ମୋଶାଙ୍କୁ କହିଲେ, 24 “ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। 25 ତୁମ୍ଭେମାନେ ସେହି ଦିନ କୌଣସି ବ୍ୟବସାୟିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବ।”
ପ୍ରାୟଶ୍ଚିତ୍ତର ଦିନ
26 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 27 “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପାପରୁ ପ୍ରାୟଶ୍ଚିତ୍ତର ଦିନ ହେବ। ସେଦିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍। 28 ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ। କାରଣ ଏହା ପ୍ରାୟଶ୍ଚିତ୍ତର ଦିନ। ସେଦିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ତୁମ୍ଭମାନଙ୍କର ପ୍ରାୟଶ୍ଚିତ୍ତ କରିବ।
29 “ଯେବେ କୌଣସି ଲୋକ ସେହିଦନି ଉପବାସ କରିବାକୁ ବିରତ ହୁଏ, ତେବେ ସେ ତା’ର ଲୋକମାନଙ୍କଠାରୁ ପୃଥକ ରହିବ। 30 ଯଦି କୌଣସି ପ୍ରାଣୀ ସେହି ଦିନ କୌଣସି କର୍ମ କରେ ତେବେ ଆମ୍ଭେ ତାହା ଲୋକମାନଙ୍କ ମଧ୍ୟରେ ତାକୁ ବିନାଶ କରିବୁ। 31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ ସେଦିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ଅଟେ। 32 ସେହି ଦିନ ତୁମ୍ଭମାନଙ୍କର ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ। ତୁମ୍ଭେମାନେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।”
ପତ୍ରକୁଟୀର ପର୍ବ
33 ପୁଣି ସଦାପ୍ରଭୁ ମୋଶାଙ୍କୁ କହିଲେ, 34 “ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ପାଳିତ ହେବ। 35 ପ୍ରଥମ ଦିନରେ ପବିତ୍ର ସଭା ହେବ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବ ନାହିଁ। 36 ସାତ ଦିନ ଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍ ଓ ତୁମ୍ଭେମାନେ ସଦାପ୍ରଭୁଙ୍କ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବା ଉଚିତ୍ ନୁହେଁ।
37 “ଏହିସବୁ ସଦାପ୍ରଭୁଙ୍କର ପାଇଁ ସ୍ୱତନ୍ତ୍ର ପର୍ବ, ଯାହା ତୁମ୍ଭେ ପବିତ୍ର ସଭାପରି ପ୍ରକାଶ କରିଥାଅ, ସେଥିରେ ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କୁ ନୈବେଦ୍ୟ, ହୋମବଳି, ଶସ୍ୟ ନୈବେଦ୍ୟ, ବଳିଦାନ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ତୁମ୍ଭେମାନେ ପବିତ୍ର ସଭାରେ ଘୋଷଣା କରିବା ଉଚିତ୍ 38 ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ରାମ ଦିନ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଦାନ ଛଡ଼ା ତୁମ୍ଭମାନଙ୍କର ସକଳ ମାନତ ଛଡ଼ା ଓ ତୁମ୍ଭମାନଙ୍କ ସ୍ୱେଚ୍ଛାଦତ୍ତ ସକଳ ନୈବେଦ୍ୟ ଛଡ଼ା ଏହିସବୁ ପର୍ବ ପାଳନ କରିବ।
39 “ସପ୍ତମ ମାସର ପଞ୍ଚଦଶ ଦିନ ଯେତେବେଳେ ତୁମ୍ଭେମାନେ ଭୂମିରୁ ଶସ୍ୟ ସଂଗ୍ରହ କରି ସାରିବ ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ। ପ୍ରଥମ ଦିନ ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ ଓ ଅଷ୍ଟମ ଦିନ ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ। 40 ଆଉ ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘେନି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସମ୍ମୁଖରେ ସାତ ଦିନ ଯାଏ ଆନନ୍ଦ କରିବ। 41 ପୁଣି ତୁମ୍ଭେମାନେ ପ୍ରତି ବର୍ଷ ସାତ ଦିନ ଧରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ। ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା, ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ। 42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ରହିବ। ଇସ୍ରାଏଲ ବଂଶଧର ସମସ୍ତେ ପତ୍ରକୁଟୀରରେ ବାସ କରିବେ। 43 ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କ ପତ୍ରକୁଟୀରରେ ବାସ କରାଇଥିଲୁ ଏହା ତୁମ୍ଭମାନଙ୍କ ଭବିଷ୍ୟଦ୍ ବଂଶଧର ଜାଣି ପାରିବେ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
44 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ସମ୍ମାନାର୍ଥେ ସ୍ଥାପିତ ସମସ୍ତ ପର୍ବ ବିଷୟରେ କହିଲେ।
ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।
30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
2 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
3 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।
4 ହେ ପରମେଶ୍ୱରଙ୍କ ଅନୁଗାମୀମାନେ ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
5 ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।
6 ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
7 ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
8 ତେଣୁ ହେ ପରମେଶ୍ୱର,
ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
9 ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
ହେ ସଦାପ୍ରଭୁ ମୋର ସହାୟ ହୁଅ।”
11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।
ସମ୍ପଦ କେବେ ସୁଖ ଆଣିପାରିବ ନାହିଁ
6 ମୁଁ ସୂର୍ଯ୍ୟ ତଳେ ଏକ ଦୁଃଖର ବିଷୟ ଦେଖିଅଛି ଏବଂ ଏହା ଲୋକମାନଙ୍କ ଉପରେ କଠିନ ଗ୍ଭପ ପକାଏ। 2 ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା’ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ।
3 ଜଣେ ଲୋକ ଏକ ଦୀର୍ଘ ଜୀବନଯାପନ କରେ ଏବଂ ସେ ଶହେ ସନ୍ତାନ ଜନ୍ମ ଦେଇପାରେ। କିନ୍ତୁ ଯଦି ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ୟୁ ପରେ ତାକୁ କେହି ସ୍ମରଣ ନ କରେ, ତାହାହେଲେ ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ସେହି ଶିଶୁଟି ଉତ୍ତମ ଅଟେ। 4 ସେହିପରି ଶିଶୁଟି ଘନ କୁହୁଡ଼ିରେ ଆଚ୍ଛାଦନ ହୋଇ ଆସେ ଏବଂ ଅନ୍ଧାରରେ ଏଇ ପୃଥିବୀରୁ ଗ୍ଭଲିଯାଏ, ଏବଂ ସେହି ଅନ୍ଧାର ଏହାର ନାମକୁ ମଧ୍ୟ ଲୁଗ୍ଭଇ ଦିଏ। 5 ସେ ସୂର୍ଯ୍ୟ ଦେଖି ନାହିଁ କି ସେ ବିଷୟରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ। 6 ପୁଣି ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି 200 ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାଆନ୍ତି?
7 ମନୁଷ୍ୟ ତା’ର ନିଜ ପେଟ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥିରେ ସନ୍ତୁଷ୍ଟ ହୁଏ ନାହିଁ କାହିଁକି? 8 ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ? 9 ଏହା ନିତାନ୍ତ ଖୁସୀର କଥା ଯେ ତୁମ୍ଭର ଯାହା ଅଛି ଅଧିକ ଆଶା କରିବା ଅପେକ୍ଷା ସେଥିରେ ସନ୍ତୁଷ୍ଟ ହେବା ଭଲ। ଏହା ମଧ୍ୟ ଅସାର ଅଟେ। ଏହା ବାୟୁକୁ ଧରିବା ତୁଲ୍ୟ ହେବ।
10 ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହୋଇଅଛି। ଏବଂ ଯେଉଁ ପଥରେ ମନୁଷ୍ୟ ସମାଜ ଗ୍ଭଲେ ତାହା ପରମେଶ୍ୱର ଜାଣନ୍ତି। ଆଉ ଯିଏ ସେମାନଙ୍କଠାରୁ ଶକ୍ତିଶାଳୀ ତାଙ୍କ ସହିତ ଯୁକ୍ତି କରି ସେମାନେ କେବେ ଜିତି ପାରିବେ ନାହିଁ। 11 ସେମାନେ ଯେତେ ଅଧିକ ଯୁକ୍ତି କରିବେ, ତାହା ସେତେ ଅନାବଶ୍ୟକ ଅଟେ। ଏହା ତାଙ୍କର କ’ଣ ଲାଭ ହେବ?
12 କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ?
ଯୀଶୁ ଖ୍ରୀଷ୍ଟଙ୍କର ଏକ ବିଶ୍ୱସ୍ତ ସୈନିକ
2 ତୀମଥି, ତୁମ୍ଭେ ମୋର ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭକୁ ମିଳିଥିବା ଅନୁଗ୍ରହରେ ଶକ୍ତିଶାଳୀ ହୁଅ। 2 ମୁଁ ଶିକ୍ଷା ଦେଇଥିବା କଥାସବୁ ତୁମ୍ଭେ ଶୁଣିଛ। ଅନେକ ଅନ୍ୟ ଲୋକ ମଧ୍ୟ ସେହି କଥା ଶୁଣିଛନ୍ତି। ତୁମ୍ଭେ ସେହି ବିଷୟ ଗୁଡ଼ିକ ଶିକ୍ଷାଦେବା ଉଚିତ୍। ଯେଉଁ କେତେକଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ, ସେମାନଙ୍କୁ ସେହି ଉପଦେଶଗୁଡ଼ିକ ଦିଅ। ତା’ହେଲେ ସେମାନେ ଅନ୍ୟଲୋକମାନଙ୍କୁ ସେହି ଉପଦେଶଗୁଡ଼ିକ ଦେଇ ପାରିବେ। 3 ଆମ୍ଭ ସମସ୍ତଙ୍କ କଷ୍ଟରେ ଭାଗୀ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ଜଣେ ଅନୁଗତ ଓ ପ୍ରକୃତ ସୈନିକ ଭାବରେ ସେହି କଷ୍ଟଗୁଡ଼ିକ ସହିଯାଅ। 4 ଜଣେ ସୈନିକ ତା’ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ। 5 ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର। 6 ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍। 7 ମୁଁ ଯେଉଁ କଥା କହୁଛି, ତାହା ବିଷୟରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦେବେ।
8 ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ [a]ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ। 9 ଏହି ସୁସମାଗ୍ଭର ମୁଁ ଲୋକଙ୍କୁ ଶୁଣାଏ। ସେହି ସୁସମାଗ୍ଭର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳିରେ ବନ୍ଧା ମଧ୍ୟ ହୋଇଛି। 10 ଅତଏବ ମୁଁ ଧୈର୍ଯ୍ୟପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ୱର ଯେତେ ଲୋକଙ୍କୁ ବାଛିଛନ୍ତି, ସେମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନେବାର କାରଣ ଯେ, ସେହି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ପରିତ୍ରାଣ ପାଇ ପାରିବେ। ସେହି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆସେ।
11 ଏହି ଶିକ୍ଷା ସତ୍ୟ ଅଟେ:
ଯଦି ଆମ୍ଭେ ତାହାଙ୍କ ସହିତ ମରୁ,
ତା’ହେଲେ ଆମ୍ଭେ ତାହାଙ୍କ ସହିତ ବଞ୍ଚିବା।
12 ଯଦି ଆମ୍ଭେ ଯାତନା ସହିବା,
ତା’ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା।
ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା,
ତା’ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
13 ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ,
ତଥାପି ସେ ବିଶ୍ୱସ୍ତ ହୋଇ ରହିବେ।
କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ।
ଜଣେ ଅନୁମୋଦିତ କାର୍ଯ୍ୟକାରୀ
14 ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ। 15 ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସତ୍ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।
16 ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ। 17 ଶରୀର ଭିତରେ ରୋଗ ବ୍ୟାପିଲା ଭଳି ସେମାନଙ୍କର ମନ୍ଦ ଶିକ୍ଷା ବ୍ୟାପି ଯିବ। ହୁମନାୟ ଓ ଫିଲୀତ ହେଉଛନ୍ତି ସେହିଭଳି ଲୋକ। 18 ସେମାନେ ସତ୍ଶିକ୍ଷା ତ୍ୟାଗ କରିଛନ୍ତି। ସେମାନେ କୁହନ୍ତି ଯେ ମୃତ୍ୟୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସେହି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ୱାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ୱରଙ୍କ ଦୃଢ଼ ମୂଳଦୁଆ ସେହିଭଳି ରହିଛି।
19 ସେହି ବାକ୍ୟଗୁଡ଼ିକ ସେହି ମୂଳଦୁଆ ଉପରେ ଲେଖା ହୋଇଛି: “ଯେଉଁମାନେ ପ୍ରଭୁଙ୍କର ଲୋକ, ସେମାନଙ୍କୁ ପ୍ରଭୁ ଜାଣନ୍ତି।” ନିୟମ ଲିଖିତ ଶବ୍ଦଗୁଡ଼ିକ ମଧ୍ୟ ମୂଳଦୁଆ ଉପରେ ଲେଖାଯାଇଛି: “ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ୱାସ କରେ, ସେ ମନ୍ଦ କାମ ନ କରୁ।”
20 ଗୋଟିଏ ବଡ଼ ଘରେ ସୁନା ଓ ରୂପାର ଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ୟ ଥାଏ। କେତେକ ଜିନିଷ ବିଶେଷ ଉଦ୍ଦେଶ୍ୟ ପାଇଁ ବ୍ୟବହାର ହୁଏ। କେତେକ ଜିନିଷ ନୀଚ କାର୍ଯ୍ୟ ପାଇଁ ବ୍ୟବହାର ହୁଏ। 21 ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା’ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
22 ଯୁବକମାନେ ଯେଉଁସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସେଗୁଡ଼ିକରୁ ଦୂରରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ୱାସ, ପ୍ରେମ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ୱାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସେମାନଙ୍କ ସହିତ ମିଶି ଉକ୍ତ ଆଚରଣ କର। 23 ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂରରେ ରୁହ। ତୁମ୍ଭେ ଜାଣ ଯେ ସେହି ଯୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ। 24 ପ୍ରଭୁଙ୍କର ସେବକ ଯୁକ୍ତି କରିବା ଉଚିତ୍ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହେବା ଉଚିତ୍। ସେ ଜଣେ ଭଲ ଶିକ୍ଷକ ହେବା ଉଚିତ୍। ସେ ସହନଶୀଳ ହେଉ। 25 ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ। 26 ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା’ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ।
2010 by World Bible Translation Center