M’Cheyne Bible Reading Plan
ମୋଶା ଲୋକମାନଙ୍କୁ ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ କହିଲେ
4 “ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। 2 ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ବାକ୍ୟରେ ଆଉ କିଛି ମିଶାଅ ନାହିଁ। କିଅବା ତା’ଠାରୁ କିଛି ଊଣାକରି ପାଳନ କର ନାହିଁ। ସମ୍ପୂର୍ଣ୍ଣ ଭାବେ ସେହି ବାକ୍ୟମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ମାନ।
3 “ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମ ବାଲପିୟୋରରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ହତ୍ୟା କରିଛନ୍ତି। 4 କିନ୍ତୁ ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲେ, ତୁମ୍ଭମାନଙ୍କର ସେହି ଲୋକମାନେ ଏବେ ବଞ୍ଚିଛନ୍ତି।
5 “ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ। 6 ତେଣୁ ଏହି ବ୍ୟବସ୍ଥାସବୁ ପାଳନ କର ଏବଂ ସେଗୁଡ଼ିକ ଅଭ୍ୟାସ କର କାରଣ ବହୁତ ଦେଶମାନଙ୍କ ମଧ୍ୟରେ ଏହା ତୁମ୍ଭର ଜ୍ଞାନ ଓ ବୁଝାମଣା ହେବ। ଏହି ବ୍ୟବସ୍ଥା ଶୁଣିଲାପରେ ସେମାନେ କହିବେ ଯେ, ‘ଇସ୍ରାଏଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବୁଝାମଣା ଶକ୍ତି ଅଛି।’
7 “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ସ୍ମରଣରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀୟମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ। 8 ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ। 9 କିନ୍ତୁ ସାବଧାନ ହୁଅ। ନିଶ୍ଚିତ ରୂପେ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଦେଖିଥିବା କାର୍ଯ୍ୟଗୁଡ଼ିକ କଦାପି ଭୁଲିବ ନାହିଁ। ତୁମ୍ଭେମାନେ ତୁମ୍ଭର ସନ୍ତାନମାନଙ୍କୁ ଓ ତୁମ୍ଭର ନାତୀନାତୁଣୀମାନଙ୍କୁ ସେଗୁଡ଼ିକ ଶିକ୍ଷା ଦିଅ। 10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭକୁ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।’ 11 ତେଣୁ ସେମାନେ ମୋର ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଛିଡ଼ା ହେଲେ। ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧକାରରେ ବ୍ୟାପ୍ତ ହୋଇଥିଲା ଓ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜଳିଲା। 12 ଏହା ପରେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କୁ କଥା କହିଲେ। ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ। ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ। 13 ତା’ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ। 14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
15 “ସେହି ଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସେହି ଅଗ୍ନିଶିଖାରୁ କଥା କହିବା ସମୟରେ (ହୋରେବରେ) ତୁମ୍ଭେମାନେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ। 16 ତେଣୁ ସାବଧାନ ହୁଅ, ନଚେତ୍ ତୁମ୍ଭେମାନେ ଧ୍ୱଂସ ହେବ। ଯଦି ତୁମ୍ଭେମାନେ କୌଣସି ପ୍ରତିମା କରି ପୂଜା କର, ଏପରି କୌଣସି ମୂର୍ତ୍ତି କର ନାହିଁ, ଯାହା କୌଣସି ଜୀବିତ ପୁରୁଷ ବା ସ୍ତ୍ରୀ ପରି ହୋଇଥିବ। 17 ଏପରି କୌଣସି ପ୍ରତିମା ପଶୁ ପରି ବା ପକ୍ଷୀ ପରି କର ନାହିଁ। 18 ଏପରି କୌଣସି ପ୍ରାଣୀର ପ୍ରତିମା ତିଆରି କର ନାହିଁ ଯାହା ଭୂମିରେ ଗୁରୁଣ୍ଡି ଗୁରୁଣ୍ଡି ଯାଏ ବା ସମୁଦ୍ରର ମାଛ ତୁଲ୍ୟ ହୋଇଥାଏ। 19 ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି। 20 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ।
21 “ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ ହେଲେ। ପୁଣି ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ଯେପରି ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ। 22 ଏଣୁ ମୁଁ ଏହି ଦେଶରେ ମରିବି। ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ। ମାତ୍ର ତୁମ୍ଭେମାନେ ଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ। 23 ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ। 24 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଈର୍ଷାପରାୟଣ [a] ପରମେଶ୍ୱର ଏବଂ ସେ ଅଗ୍ନି ସ୍ୱରୂପ ଧ୍ୱଂସ କରନ୍ତି, ଯେଉଁମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି।
25 “ତୁମ୍ଭେମାନେ ସେ ଦେଶରେ ବହୁତ ଦିନ ବସବାସ କରିବ। ସେଠାରେ ତୁମ୍ଭମାନଙ୍କର ପୁତ୍ର ଓ ନାତିମାନେ ମଧ୍ୟ ବାସ କରିବେ। ତୁମ୍ଭେମାନେ ସେଠାରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକୁ କ୍ଷୁର୍ଣ୍ଣ କରିବ। ଯେତେବେଳେ ତୁମ୍ଭେମାନେ ଏପରି କରିବ, ପରମେଶ୍ୱର ତୁମ୍ଭମାନଙ୍କ ଉପରେ କ୍ରୋଧ କରିବେ। 26 ତେଣୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ୱର୍ଗ ଓ ପୃଥିବୀକୁ ସାକ୍ଷୀରଖି କହୁଅଛି, ତୁମ୍ଭେମାନେ ଯଦି ଏପରି କର, ତେବେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶକୁ ଯାଉଛ, ସେହି ଦେଶରୁ ଶୀଘ୍ର ସେଠାରୁ ନିଃଶେଷରୂପେ ବିନଷ୍ଟ ହେବ। ତୁମ୍ଭେମାନେ ସେଠାରେ ଦୀର୍ଘଜୀବୀ ହେବ ନାହିଁ। 27 ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ, ତୁମ୍ଭେମାନେ ଅଳ୍ପ ସଂଖ୍ୟକ ହୋଇ ଅବଶିଷ୍ଟ ରହିବ। 28 ସେଠାରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଠମୟ ଓ ପ୍ରସ୍ତରମୟ ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ। 29 କିନ୍ତୁ ସେହି ସ୍ଥାନରେ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଅନ୍ୱେଷଣ କରିବ। ତେବେ ତୁମ୍ଭେମାନେ ଯଦି ହୃଦୟତାର ସହକାରେ ତାଙ୍କୁ ଅନ୍ୱେଷଣ କର ତେବେ ତୁମ୍ଭେ ତାଙ୍କୁ ପାଇପାରିବ। 30 ଯେତେବେଳେ ତୁମ୍ଭେମାନେ ବିପଦରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରିବ ଓ ତାଙ୍କର ସମସ୍ତ ଅନୁଶାସନ ମାନିବ। 31 ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଦୟାଳୁ ପରମେଶ୍ୱର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ୟାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଛନ୍ତି ତାହା ଭୂଲି ଯିବେ ନାହିଁ।
ପରମେଶ୍ୱରଙ୍କର ମହାନ କର୍ମକୁ ସ୍ମରଣ କର
32 “ଏହା ପୂର୍ବରୁ ଏପରି ମହାନ କାର୍ଯ୍ୟ କେବେ ଦେଖିଛ କି? କଦାପି ନୁହେଁ କାରଣ ଅତୀତକୁ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରୁ ଦେଖ। ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନଠାରୁ ପୃଥିବୀର ଗ୍ଭରିଆଡ଼େ ଏପରି ମହାନ କାର୍ଯ୍ୟ କେହି କରିଛି। ଏପରି ମହାକାର୍ଯ୍ୟ ଘଟିବାର ଆଉ କେହି ଶୁଣିଛ କି? ନାଁ! 33 ତୁମ୍ଭେ ଯେପରି ଶୁଣିଅଛ, ସେପରି ଅନ୍ୟ କୌଣସି ଦେଶୀୟ ଲୋକ ପରମେଶ୍ୱରଙ୍କର କଥା ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ? 34 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। 35 ଏହିସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେମାନେ ଜାଣି ପାରିବ, ଯେ ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାଙ୍କ ଭିନ୍ନ ଆଉ କେହି ନାହିଁ। 36 ସଦାପ୍ରଭୁ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା କଥା ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହାଅଗ୍ନି ଦେଖାଇଲେ। ତୁମ୍ଭେମାନେ ଅଗ୍ନି ମଧ୍ୟରୁ ତାଙ୍କ ବାକ୍ୟ ଶୁଣି ପାରିଲ।
37 “ସେମାନଙ୍କ ପରେ ସେମାନଙ୍କ ଭବିଷ୍ୟଦ୍ ବଂଶଧର ତୁମ୍ଭକୁ ହିଁ ମନୋନୀତ କଲେ। କାରଣ ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କଲେ ଏବଂ ତୁମ୍ଭମାନଙ୍କୁ ତାଙ୍କର ମହାନ ଶକ୍ତି ବଳରେ ମିଶରରୁ ବାହାର କରି ଆଣିଲେ। 38 ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।
39 “ଏଥିପାଇଁ ତୁମ୍ଭେମାନେ ଆଜି ଏହା ଚିନ୍ତା ଓ ହୃଦୟଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସ୍ୱର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କେହି ନୁହେଁ। 40 ସେଥିପାଇଁ ତୁମ୍ଭେମାନେ ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁଁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଙ୍ଗଳ ହେବ, ଏବଂ ତୁମ୍ଭେମାନେ ସେହି ଭୂମିରେ ଦୀର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦେଇଛନ୍ତି।”
ମୋଶା ସୁରକ୍ଷା ସହରଗୁଡ଼ିକୁ ବାଛିଲେ
41 ଏହା ପରେ ମୋଶା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ତିନୋଟି ନଗର ସଂରକ୍ଷଣ କଲେ। 42 ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତ ସାରରେ ହତ୍ୟା କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ। 43 ଯଥା ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥ ପ୍ରାନ୍ତରରେ ବେତ୍ସର, ଗାଦୀୟମାନଙ୍କ ନିମନ୍ତେ ରାମୋତ୍ ଆଉ ମନଃଶୀୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।
ମୋଶାଙ୍କ ବ୍ୟବସ୍ଥାର ପରିଚୟ
44 ଏହା ପରେ ମୋଶା ଇସ୍ରାଏଲୀୟ ସନ୍ତାନଗଣର ସମ୍ମୁଖରେ ଏହି ପରମେଶ୍ୱରଙ୍କ ବ୍ୟବସ୍ଥା କଲେ। 45 ଏହିସବୁ ପ୍ରମାଣିତ ବାକ୍ୟ, ନିୟମ, ବ୍ୟବସ୍ଥା ଯାହାକି ମୋଶା ଇସ୍ରାଏଲର ଲୋକମାନଙ୍କୁ ଦେଲେ, ଯେତେବେଳେ ମିଶରରୁ ବାହାରି ଆସିଲେ। 46 ସିୟୋନ ଦେଶରେ ଇମୋରୀୟମାନଙ୍କର ରାଜା ଯିଏକି ଯର୍ଦ୍ଦନ ନଦୀର ବିପରିତ ପାର୍ଶ୍ୱରେ ଥିବା ବୈତ୍ପିୟୋର ସମ୍ମୁଖରେ ହିଷ୍ବୋନ୍ ଉପତ୍ୟକାରେ ଶାସନ କରୁଥିଲେ। କାରଣ ମିଶରରୁ ବାହାରି ଆସିବା ବେଳେ ମୋଶା ଓ ଇସ୍ରାଏଲର ଲୋକମାନେ ତାଙ୍କୁ ପରାସ୍ତ କଲେ। 47 ଏବଂ ସେମାନେ ତା’ର ଭୂମିକୁ ବାଶନର ରାଜା ଓଗ୍ର ଭୂମିକୁ ଅଧିକାର କଲେ। ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଇମୋରୀୟମାନଙ୍କର ଦୁଇ ରାଜା ଥିଲେ। 48 ଏହି ଦେଶ ଅରୋୟେରଠାରୁ ଅର୍ଣ୍ଣୋନ ଉପତ୍ୟକା ଧାରେ ଧାରେ ସିୟୋନ ପର୍ଯ୍ୟନ୍ତ ଅର୍ଥାତ ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ଥିଲା। 49 ଏବଂ ଅସେଦୋଦ୍ ପିସ୍ଗାର ଅଧଃସ୍ଥିତ ପଦା ଭୂମିରେ ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
ଦାଉଦଙ୍କର ପ୍ରାର୍ଥନା।
86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
2 ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
3 ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
4 ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
5 ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
7 ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
8 ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
9 ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।
କୋରହ ସନ୍ତାନଗଣର ଏକ ଗୀତ।
87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
2 ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
“ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
“ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।
7 ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
“ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”
ଅଧିପତିଗଣ ଉତ୍ତମ ଓ ନ୍ୟାୟପରାୟଣ ହେବା ଉଚିତ୍
32 ଦେଖ, ଜଣେ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିଗଣ ନ୍ୟାୟରେ ଶାସନ କରିବେ। 2 ଯଦି ଏହା ଘଟିବ, ତେବେ ସେହି ମାନବ ବତାସରୁ ଆଶ୍ରୟସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରୟ, ଶୁଷ୍କ ଭୂମିରେ ଜଳସ୍ରୋତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାୟା ପ୍ରଦାୟକ ଶୈଳ ସଦୃଶ ହେବ। 3 ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ। 4 ଦ୍ୱନ୍ଦରେ ପଡ଼ିଥିବା ବ୍ୟକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ। 5 ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହେବେ ନାହିଁ।
6 କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦୟରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ଯ୍ୟ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦେବ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ। 7 ଆଉ ମଧ୍ୟ ଖଳ ଲୋକର ଉପାୟ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ୟା ଅଭିଯୋଗ ସାହାଯ୍ୟରେ ଧ୍ୱଂସ କରିବାକୁ ଶପଥ ନିଏ, ଯଦିବା ସେତେବେଳେ ସେହି ଦରିଦ୍ର ଲୋକ ଯାହା କହେ, ତାହା ସଠିକ୍।
8 ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସେହି ଉତ୍ତମ ଆଚରଣରେ ସେ ସ୍ଥିର ରହେ।
କଠୋର ସମୟ ଆସୁଛି
9 ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ। ହେ ବିଶ୍ୱସ୍ତା ନାରୀଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର। 10 ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ବର୍ଷକ ପରେ ଉଦ୍ବିଗ୍ନା ହେବ। କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
11 ହେ ଶାନ୍ତିପ୍ରିୟ ନାରୀଗଣ, ତୁମ୍ଭେମାନେ କମ୍ପିତା ହେବ। ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ଉଦ୍ବିଗ୍ନା ହେବ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶରେ ଚଟ ବାନ୍ଧ। 12 ସେହି ମନୋରମ ଫଳ କ୍ଷେତ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଦୁଃଖରେ ଛାତିକୁ ମାରି ହେବେ। ରୋଦନ କର କାରଣ ତୁମ୍ଭର କ୍ଷେତ ଶୂନ୍ୟ ଓ ଦ୍ରାକ୍ଷାଲତା ଫଳହୀନ। 13 ମୋର ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷରେ ପୂର୍ଣ୍ଣ ହେବା ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।
14 ମୋର ଲୋକମାନେ ରାଜନଗରୀ ପରିତ୍ୟାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ୟ ହେବ। ଗିରି ଓ ପ୍ରହରୀ ଦୁର୍ଗ ଚିରିକାଳ ଗୁହାମୟ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ।
15 ଆତ୍ମା ଊର୍ଦ୍ଧ୍ୱରୁ ଆସିବା ପର୍ଯ୍ୟନ୍ତ ଏହିସବୁ ଗ୍ଭଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହୋଇଛି, ତା’ପରେ ମରୁଭୂମି ଠିକ୍ ବିଗ୍ଭରରେ ପାଇବେ ଏବଂ ଫଳ ବଗିଗ୍ଭ ଜଙ୍ଗଲରେ ପରିଣତ ହେବ। 16 ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଗ୍ଭର ବାସ କରିବ ଓ ଉର୍ବର କ୍ଷେତରେ ଧାର୍ମିକତା ବସତି ସ୍ଥାପନ କରିବ। 17 ପୁଣି ସେହି ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହେବ। 18 ମୋର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ନିରାପଦ ତମ୍ବୁରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
19 ମାତ୍ର ଏହି କାର୍ଯ୍ୟ ଘଟିବା ପୂର୍ବରୁ ଅରଣ୍ୟ ସମ୍ପୂର୍ଣ୍ଣ ନିପାତିତ ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବ। 20 ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଜଳ ସ୍ଥାନରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହାରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭେମାନେ ଧନ୍ୟ।
ଏଫିସ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
2 “ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯିଏ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଛନ୍ତି ଓ ସାତୋଟି ସୁନାର ଦୀପରୂଖା ମଧ୍ୟରେ ଗ୍ଭଲନ୍ତି, ସେ ତୁମ୍ଭକୁ ଏହି କଥାମାନ କହୁଛନ୍ତି।
2 “ମୁଁ ତୁମ୍ଭର କାର୍ଯ୍ୟ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ଧୈର୍ଯ୍ୟଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ୟ ମୁଁ ଜାଣେ। ଯେଉଁମାନେ ପ୍ରକୃତରେ ପ୍ରେରିତ ନ ହେଲେ ହେଁ ନିଜକୁ ପ୍ରେରିତ ବୋଲି କହନ୍ତି; ସେମାନଙ୍କୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସେମାନେ ଯେ ମିଥ୍ୟାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ। 3 ମୁଁ ଜାଣେ ତୁମ୍ଭର ବହୁତ ଧୈର୍ଯ୍ୟ ଅଛି କାରଣ ତୁମ୍ଭେ ମୋ’ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବାରେ ତୁମ୍ଭେ କ୍ଳାନ୍ତ ହୋଇ ପଡ଼ି ନାହଁ।
4 “କିନ୍ତୁ ତୁମ୍ଭ ବିରୁଦ୍ଧରେ ମୋର ଏହି କଥା ଅଛି: ତୁମ୍ଭର ଆରମ୍ଭରେ ଯେଉଁ ପ୍ରେମ ଥିଲା, ତୁମ୍ଭେ ସେହି ପ୍ରେମ ହରାଇଛ। 5 ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହୋଇଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ଯ୍ୟଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତେବେ ମୁଁ ଆସି ତୁମ୍ଭର ଦୀପରୂଖାକୁ ତା’ର ସ୍ଥାନରୁ ଅଲଗା କରିଦେବି। 6 ତୁମ୍ଭେ କେତେକ ଉତ୍ତମ କାର୍ଯ୍ୟ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ଯ୍ୟ କଳାପକୁ ଘୃଣା କର। ମୁଁ ମଧ୍ୟ ସେମାନଙ୍କର କାର୍ଯ୍ୟକୁ ଘୃଣା କରେ।
7 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।”
ସ୍ମୁର୍ଣ୍ଣା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,
9 “ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ। 10 ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
11 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”
ପର୍ଗମ ମଣ୍ଡଳୀକୁ ଯୀଶୁଙ୍କର ପତ୍ର
12 “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ:
“ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାରଯୁକ୍ତ ଖଡ଼୍ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।
13 “ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ’ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।
14 “ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା। 15 ସେହିପରି ତୁମ୍ଭ ଦଳର କେତେକ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି। 16 ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତେବେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମୋର ମୁଖରୁ ବାହାରୁଥିବା ଖଡ଼୍ଗରେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।
17 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
“ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା [a] ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”
ଥୁୟତୀରା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
18 “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:
19 “ମୁଁ ତୁମ୍ଭ କାର୍ଯ୍ୟ ବିଷୟରେ ଜାଣେ, ମୁଁ ତୁମ୍ଭର ପ୍ରେମ, ବିଶ୍ୱାସ, ସେବା, ଓ ଧୈର୍ଯ୍ୟ ବିଷୟରେ ମଧ୍ୟ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭରେ କରିଥିବା କାର୍ଯ୍ୟ ଅପେକ୍ଷା ଅଧିକ କାର୍ଯ୍ୟ କରୁଛ। 20 କିନ୍ତୁ ମୋର ତୁମ୍ଭ ବିରୁଦ୍ଧରେ ଏହି କଥା ଅଛି: ତୁମ୍ଭେ ସେହି ଯିଜେବଲ ନାମ ଧାରିଣୀ ମହିଳାକୁ ତା’ର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ୟଦ୍ବକ୍ତ୍ରୀ ବୋଲି କହେ। ସେ ତା’ର ଶିକ୍ଷା ଦ୍ୱାରା ମୋର ଲୋକମାନଙ୍କୁ ଭୁଲାଉଅଛି। ସେ ମୋର ଦାସମାନଙ୍କୁ ବ୍ୟଭିଗ୍ଭର ପାପ କରିବାକୁ ଓ ପ୍ରତିମାକୁ ଦିଆ ଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି। 21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।
22 “ତେଣୁ ମୁଁ ତାକୁ ଯନ୍ତ୍ରଣାପୂର୍ଣ୍ଣ ଶଯ୍ୟାରେ ପକାଇ ଦେବି। ତା’ସହିତ ଯେଉଁମାନେ ବ୍ୟଭିଗ୍ଭର ପାପକର୍ମ କରିବେ, ସେମାନେ ମଧ୍ୟ କଷ୍ଟ ଭୋଗିବେ। ସେମାନେ ଯଦି ତା’ର ମନ୍ଦକାର୍ଯ୍ୟରୁ ନିଜକୁ ଫେରାଇ ନ ଆଣିବେ, ତେବେ ମୁଁ ସେମାନଙ୍କୁ ଦଣ୍ଡ ଦେବି। 23 ମୁଁ ତା’ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।
24 “କିନ୍ତୁ ଥୁୟତୀରାର ଯେଉଁ ଅବଶିଷ୍ଟ ଲୋକେ ତା’ର ଶିକ୍ଷା ଅନୁସରଣ କରି ନାହାନ୍ତି ଓ ସେମାନଙ୍କର କହିବା ଶୟତାନର ନିଗୁଢ଼ତତ୍ତ୍ୱ ଗ୍ରହଣ କରି ନାହାନ୍ତି, “ମୁଁ ସେମାନଙ୍କୁ ଏହା କହୁଛି: ମୁଁ ତୁମ୍ଭମାନଙ୍କ ଉପରେ କୌଣସି ଅନ୍ୟ ଭାର ଲଦିବି ନାହିଁ। 25 ମୁଁ ଆସିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟରେ ଯାହା ଅଛି, ତାହା ଦୃଢ଼ ଭାବେ ଧରି ରଖିଥାଅ।
26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି। 27 “ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବ। ସେ ସେମାନଙ୍କୁ ମାଟିପାତ୍ର ଭଳି ଭାଙ୍ଗି ଖଣ୍ଡ-ଖଣ୍ଡ କରିଦେବ।” (A)
28 ମୁଁ ମୋର ପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସେହି ଲୋକଙ୍କୁ ପ୍ରଭାତୀତାରା ମଧ୍ୟ ଦେବି। 29 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
2010 by World Bible Translation Center