M’Cheyne Bible Reading Plan
ଋଣ ଛାଡ଼ର ବିଶେଷ ବର୍ଷ
15 “ପ୍ରତି ସାତ ବର୍ଷର ଶେଷରେ, ତୁମ୍ଭେମାନେ ସମସ୍ତ ଋଣ ଛାଡ଼ କରିଦେବ। 2 ଏହାର ବ୍ୟବସ୍ଥା ଏହିପରି ହେବ ଯେକେହି ଆପଣା ପ୍ରତିବାସୀକୁ କରଜ ଦେଇଛି ତାହା ସେ ଛାଡ଼ କରିଦେବ। ସେ ତା’ର ପଡ଼ୋଶୀଙ୍କୁ ଋଣ ପରିଶୋଧ ନିମନ୍ତେ ପଗ୍ଭରିବା ଉଚିତ୍ ନୁହଁ। କାରଣ ସଦାପ୍ରଭୁ ବ୍ୟବସ୍ଥା ଅନୁଯାୟୀ ସେ ଏହାକୁ ଋଣ ଛାଡ଼ର ବର୍ଷ ଘୋଷଣା କରିଛନ୍ତି। 3 ତୁମ୍ଭେମାନେ ବିଦେଶୀମାନଙ୍କଠାରୁ ଏହି ଋଣ ପରିଶୋଧ କରି ପାରିବ କିନ୍ତୁ ଆପଣା ଭାଇ ଇସ୍ରାଏଲୀୟବାସୀଙ୍କୁ ତାହା ଛାଡ଼ କରିଦେବ। 4 ତଥାପି ତୁମ୍ଭ ଦେଶରେ କେହି ଗରିବ ହେବେ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଛନ୍ତି। ଏବଂ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ତରଭରା ଆଶୀର୍ବାଦ କରିଛନ୍ତି। 5 କିନ୍ତୁ ଏପରି ହେବ ଯଦି ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ଓ ବିଧିମାନ ପାଳନ କରି ଚଳିବ। ତୁମ୍ଭେମାନେ ସାବଧାନତା ସହକାରେ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା ବିଧି କହୁଅଛି ତାହା ପାଳନ କରିବ। 6 ତେବେ ତାଙ୍କର ପ୍ରତିଜ୍ଞା ଅନୁସାରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। ଏବଂ ତୁମ୍ଭେମାନେ ଅନେକ ରାଷ୍ଟ୍ରମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ। ତୁମ୍ଭେମାନେ ଅନ୍ୟରାଷ୍ଟ୍ରମାନଙ୍କୁ ଶାସନ କରିବ ମାତ୍ର ତୁମ୍ଭ ଉପରେ କେହି ଶାସନ କରି ପାରିବେ ନାହିଁ।
7 “ଯେତେବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ବାସ କରିବ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭେମାନେ ସ୍ୱାର୍ଥପର ହେବ ନାହିଁ। ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରିବାକୁ ମନା କରିବ ନାହିଁ। 8 ତୁମ୍ଭେ ସେମାନଙ୍କ ପ୍ରତି କୃପା ଦୃଷ୍ଟି ରଖିବ, ତାହାର ପ୍ରୟୋଜନ ଅନୁସାରେ ତୁମ୍ଭେ ତାଙ୍କୁ ଯଥେଷ୍ଟ ରୂପେ ଋଣ ଦେବ।
9 “ଏପରି କାହାକୁ ଋଣ ଦେବାକୁ ମନା କର ନାହିଁ, ଯେହେତୁ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହୋଇଗଲାଣି ବୋଲି। ତୁମ୍ଭମାନଙ୍କ ମଧ୍ୟରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନୁହଁ। ସାବଧାନ ହୁଅ, ଗୋଟିଏ ନିଃଶ୍ୱ ଲୋକ ପ୍ରତି କୃପଣ ହୁଅ ନାହିଁ! କାରଣ ଯଦି ସେହି ବ୍ୟକ୍ତି ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକେ, ତେବେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବେଚନା କରାଯିବ।
10 “ତୁମ୍ଭେମାନେ ନିଶ୍ଚିତ ଭାବରେ ହୃଦୟର ସହିତ ତାଙ୍କୁ ଦେବା ଉଚିତ୍। ତାଙ୍କୁ ଦେବା ବେଳେ ତୁମ୍ଭେ କୁଣ୍ଠିତ ହେବା ଉଚିତ୍ ନୁହେଁ। କାରଣ ସେହି କର୍ମ ହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ବିଷୟରେ ଧ୍ୟାନ ଦିଅ, ସଦାପ୍ରଭୁ ସେଥିରେ ତୁମ୍ଭକୁ ଆଶୀର୍ବାଦ କରିବେ। 11 ଦେଶରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହୁଛୁ, ତୁମ୍ଭେମାନେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚୟ ସାହାଯ୍ୟ କରିବ। ତାଙ୍କର ଆବଶ୍ୟକତା ଅନୁସାରେ ସେମାନଙ୍କୁ ସାହାଯ୍ୟ କର।
କ୍ରିତଦାସମାନଙ୍କୁ ମୁକ୍ତ କରିଦେବା
12 “ତୁମ୍ଭେମାନେ ତୁମ୍ଭମାନଙ୍କର ସେବା କରିବା ପାଇଁ ଯେଉଁ ଏବ୍ରୀୟ ଲୋକ ବା ମହିଳାମାନଙ୍କୁ କ୍ରିତଦାସ ଭାବେ କିଣିଥିବ। ତୁମ୍ଭେମାନେ ସେମାନଙ୍କୁ ଛଅ ବର୍ଷ ରଖିପାରିବ। କିନ୍ତୁ ସପ୍ତମ ବର୍ଷ ତୁମ୍ଭେ ସେମାନଙ୍କୁ ନିଶ୍ଚୟ ମୁକ୍ତ କରିବ। 13 କିନ୍ତୁ ତୁମ୍ଭେମାନେ ଯେତେବେଳେ ତୁମ୍ଭର କ୍ରିତଦାସମାନଙ୍କୁ ମୁକ୍ତ କରିବ, ସେତେବେଳେ ସେମାନଙ୍କୁ ମୁକ୍ତ ହସ୍ତରେ ଯିବାକୁ ଦେବ ନାହିଁ। 14 ତୁମ୍ଭେମାନେ ସେମାନଙ୍କୁ ତୁମ୍ଭମାନଙ୍କର ପଶୁ ମଧ୍ୟରୁ କିଛି, କିଛି ଶସ୍ୟ ଏବଂ କିଛି ଦ୍ରାକ୍ଷାରସ ସେମାନଙ୍କୁ ଦେବା ଉଚିତ୍। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରିଥିବା ଦ୍ରବ୍ୟରୁ କିଛି ନିଶ୍ଚିତ ଭାବରେ ସେମାନଙ୍କୁ ଦେବା ଉଚିତ୍। 15 ମନେରଖ, ଯେ ତୁମ୍ଭେମାନେ ମିଶର ଦେଶରେ ସମ୍ପୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ମୁକ୍ତ କଲେ। ଏଥିପାଇଁ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
16 “କିନ୍ତୁ ଏପରି ହୋଇପାରେ କୌଣସି ଦାସ ତୁମ୍ଭକୁ ଏପରି କହିପାରେ, ‘ମୁଁ ତୁମ୍ଭକୁ ଛାଡ଼ିଯିବି ନାହିଁ।’ ସେପରି କହିପାରେ କାରଣ ସେ ତୁମ୍ଭ ନିକଟରେ ସୁଖରେ ଥାଇପାରେ। ସେ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରୁଥାଏ। 17 ତେବେ ତୁମ୍ଭେ ଏକ ବିନ୍ଧଣୀ ନିଅ ଓ କବାଟ ଉପରେ ତାହାର କର୍ଣ୍ଣକୁ ଫୋଡ଼। ତହିଁରେ ସେ ସବୁଦିନ ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ଠିକ୍ ଏହିପରି କରିବା ଉଚିତ୍।
18 “ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ। କାରଣ ସେ ଛଅ ବର୍ଷ ଭିତରେ ଏକ ବେତନଜୀବିର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
ପ୍ରଥମଜାତ ସନ୍ତାନଙ୍କ ପାଇଁ ନିୟମ
19 “ତୁମ୍ଭେମାନେ ଆପଣା ଗୋରୁ ପଲରୁ ଓ ମେଷ ପଲରୁ ଜନ୍ମ ହୋଇଥିବା ପ୍ରଥମ ଅଣ୍ତିରା ଛୁଆକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ଗୋରୁପଲର ପ୍ରଥମଜାତକ ଦ୍ୱାରା କିଛି କର୍ମ କରିବ ନାହିଁ। ମେଷପଲର ପ୍ରଥମଜାତ ସନ୍ତାନମାନଙ୍କର ଲୋମ ଛେଦନ କରିବ ନାହିଁ। 20 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତୁମ୍ଭର ପରିବାର ସହିତ ପ୍ରତି ବର୍ଷ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପସ୍ଥିତିରେ ତାହା ଭୋଜନ କରିବ।
21 “ଯଦି ସେହି ପଶୁଠାରେ କୌଣସି ଖୁଣ ଥାଏ, ଯଥା ସେ ଯଦି ଛୋଟା, କଣା କିମ୍ବା କୌଣସି ମନ୍ଦ ଖୁଣ ଯୁକ୍ତ ଥାଏ ତେବେ ତୁମ୍ଭେ ତାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରି ପାରିବ ନାହିଁ। 22 କିନ୍ତୁ ନିଜ ଫାଟକ ଭିତରେ ତୁମ୍ଭେମାନେ ତାକୁ ଭୋଜନ କରି ପାରିବ। ଶୁଚି ଓ ଅଶୁଚି ଲୋକ ସମସ୍ତେ ଭୋଜନ କରି ପାରନ୍ତି। କୃଷ୍ଣସାର ଓ ହରିଣ ମାଂସ ଭୋଜନ କରିବାର ନିୟମ ଯାହା ଏହି ମାଂସ ଭୋଜନ କରିବାର ନିୟମ ଠିକ୍ ତାହା। 23 ତୁମ୍ଭେମାନେ କେବଳ ତା’ର ରକ୍ତ ଭୋଜନ କରି ପାରିବ ନାହିଁ। ତୁମ୍ଭେମାନେ ଜଳପରି ତାହାକୁ ଭୂମିରେ ଢାଳି ଦେବ।
ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
ମୋ’ ପ୍ରତି କର୍ଣ୍ଣପାତ କର।
ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
4 ମୋର ଶକ୍ତିସବୁ ଶେଷ ହୋଇଯାଇଛି।
ମୁଁ ଯେପରି ଶୁଖିଲା ତୃଣପରି।
ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
5 ମୋର ଦୁଃଖ ସକାଶୁ ବର୍ତ୍ତମାନ
ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
6 ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
ମୁଁ ଶୋଇପାରେ ନାହିଁ।
8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
ମୋତେ ସେମାନେ ପରିହାସ କରନ୍ତି।
9 ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।
11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
ସେହି ଯଥାର୍ଥ ସମୟ ଆସିଅଛି।
ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
18 ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି,
ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ।
19 ସଦାପ୍ରଭୁ ତାଙ୍କର ପବିତ୍ର ସ୍ଥାନ ଉପରୁ ତଳକୁ ଗ୍ଭହିଁବେ।
ସଦାପ୍ରଭୁ ସ୍ୱର୍ଗରୁ ପୃଥିବୀକୁ ଗ୍ଭହିଁବେ।
20 ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ।
ମୃତ୍ୟୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
21 ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ।
ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ।
22 ସମସ୍ତ ଜାତି ଏକତ୍ରିତ ହେବେ
ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।
23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି,
ସେ ମୋର ଆୟୁ ଊଣା କରିଛନ୍ତି।
24 ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ।
ତୁମ୍ଭେ ଚିରଦିନ ଆମର।
25 ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ।
ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
26 ପୃଥିବୀ ଓ ଆକାଶ ଦିନେ ଶେଷ ହେବ,
କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ।
ତାହା ସବୁ ବସ୍ତ୍ରପରି
ସେସବୁ ବଦଳାଇ ଦେବ।
27 କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ।
ତୁମ୍ଭେ ଚିରକାଳ ରହିବ।
28 ଆମ୍ଭେମାନେ ତୁମ୍ଭର ଦାସ ଅଟୁ
ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ।
ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”
ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦାସ
42 “ମୋର ଦାସକୁ ଦେଖ।
ମୁଁ ତାକୁ ମନୋନୀତ କରିଅଛି।
ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ।
ମୁଁ ତାହା ଉପରେ
ନିଜର ଆତ୍ମାକୁ ସ୍ଥାପନ କରିଅଛି।
ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।
2 ସେ ରାଜପଥରେ ଉଚ୍ଚସ୍ୱରରେ କହିବ ନାହିଁ
କି ସେ ଚିତ୍କାର କରିବ ନାହିଁ।
3 ଏପରିକି ସେ ଗୋଟିଏ ଛେଗ୍ଭନଳ ଭାଙ୍ଗିବେ ନାହିଁ,
ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ।
ସେ ନ୍ୟାୟ ବିଗ୍ଭର କରିବେ ଓ ସତ୍ୟ ଉଦ୍ଘାଟନ କରିବେ।
4 ସେ ପୃଥିବୀରେ ନ୍ୟାୟ ବିଗ୍ଭର ପ୍ରତିଷ୍ଠା ନ କରିବା ପର୍ଯ୍ୟନ୍ତ
ନିସ୍ତେଜ କିମ୍ବା ହୀନବଳ ହେବେ ନାହିଁ।
ଆଉ ଦ୍ୱୀପନିବାସୀ ତାଙ୍କର ପ୍ରଗ୍ଭରରେ ବିଶ୍ୱାସ ରଖିବେ।’
ସଦାପ୍ରଭୁ ଜଗତର ସୃଷ୍ଟିକର୍ତ୍ତା ଓ ଶାସନକର୍ତ୍ତା
5 ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।
6 “ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି।
ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି।
ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି,
ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
7 ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ,
କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ
ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।
8 “ମୁଁ ସଦାପ୍ରଭୁ
ଓ ତାହା ହିଁ ମୋର ନାମ।
ମୋର ପ୍ରଶଂସା ଓ ମହିମା
ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।
9 ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା।
ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ।
ଭବିଷ୍ୟତରେ କ’ଣ କ’ଣ ଘଟିବ,
ତାହା ତୁମ୍ଭକୁ ଜଣାଉ।”
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସା ଗୀତ
10 ହେ ଦ୍ୱୀପଗଣ ଓ ତନ୍ନିବାସୀଗଣ,
ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ
ଏବଂ ପୃଥିବୀସ୍ଥ ଦୂରଦେଶୀୟ ଲୋକମାନେ,
ତୁମ୍ଭେମାନେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର।
ଏକ ନୂତନ ସଙ୍ଗୀତ ତାଙ୍କ ବିଷୟରେ ଗାନ କର।
11 ପ୍ରାନ୍ତର ଓ ତା’ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠାରେ କେଦାର ବାସ କରେ,
ସଦାପ୍ରଭୁଙ୍କର ପ୍ରଶଂସା ଗାନ କର।
ଶେଲା ନିବାସୀମାନେ ଆନନ୍ଦରେ ଓ ଶାନ୍ତିରେ ବାସ କରନ୍ତି,
ସେମାନେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ୱରରେ ଗାନ କରନ୍ତୁ।
12 ସେମାନେ ସଦାପ୍ରଭୁଙ୍କୁ ମହିମା ଦିଅନ୍ତୁ
ଓ ଦ୍ୱୀପ ସମୂହ ମଧ୍ୟରେ ତାଙ୍କର ପ୍ରଶଂସା ପ୍ରଗ୍ଭର କରନ୍ତୁ।
13 ସଦାପ୍ରଭୁ ମହାନ ବୀର ରୂପେ ବିଜେ କରିବେ,
ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତେଜିତ କରିବେ
ଓ ସେ ଘୋର ଗର୍ଜନ କରିବେ।
ନିଜର ଶତ୍ରୁମାନଙ୍କର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।
ପରମେଶ୍ୱର ଅତ୍ୟନ୍ତ ଧୈର୍ଯ୍ୟଶୀଳ
14 “ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି।
ମୁଁ ତଥାପି ନୀରବ ଅଛି।
ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ।
ଆମ୍ଭେ ଦୀର୍ଘ ନିଃଶ୍ୱାସ ଏବଂ ଆକାଂକ୍ଷା ହେବୁ।
15 ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ୱଂସ କରିବୁ
ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ।
ନଦନଦୀକୁ ଦ୍ୱୀପରେ ପରିଣତ କରିବୁ
ଓ ଜଳାଶୟକୁ ଶୁଷ୍କ କରିବୁ।
16 ତା’ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ
ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ,
ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ।
ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର
ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ।
ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।
17 କିନ୍ତୁ କେତେକ ଲୋକ ମୋର ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ।
ଯେଉଁମାନେ ଖୋଦିତ ପ୍ରତିମାଗଣକୁ
କିମ୍ବା ମୃତ୍ତିକାରେ ନିର୍ମିତ ଦେବତାମାନଙ୍କୁ ବିଶ୍ୱାସ କରନ୍ତି,
କେବେ ସେମାନେ ହତାଶ ହୋଇ ଲଜ୍ଜିତ ହେବେ।
ଇସ୍ରାଏଲ ପରମେଶ୍ୱରଙ୍କୁ ଶୁଣିବାକୁ ପ୍ରତ୍ୟାଖ୍ୟାନ କଲା
18 “ହେ ବଧିରମାନେ ଶୁଣ!
ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଦୃଷ୍ଟି ଦିଅ।”
19 ଏ ଜଗତରେ ମୋର ଦାସଠାରୁ ଅନ୍ଧ କିଏ?
ପୁଣି ମୋ’ ପ୍ରେରିତ ଦୂତଠାରୁ ବଧିର କିଏ?
ସଦାପ୍ରଭୁଙ୍କଠାରେ ମିଳିତ ହୋଇଥିବା
ଦାସ ସବୁଠାରୁ ଅଧିକ ଅନ୍ଧ।
20 ମୋର ଦାସ ଯଦିଓ ସବୁ ଦେଖୁଅଛି,
ତଥାପି ସେ ମନୋଯୋଗ କରୁ ନାହିଁ।
ତା’ର କର୍ଣ୍ଣ ମୁକ୍ତ ଅଛି,
ମାତ୍ର ସେ ଶୁଣୁ ନାହିଁ।”
21 ସଦାପ୍ରଭୁ ନିଜର ଶିକ୍ଷା ବ୍ୟବସ୍ଥାକୁ ମହତ୍
ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।
22 ଏହି ଲୋକମାନଙ୍କୁ ଦେଖ।
ସେମାନେ ଅପହୃତ ଓ ଲୁଣ୍ଠିତ।
ସେମାନେ ଗର୍ଭରେ ପାଶବଦ୍ଧ
ଓ କାରାଗାରରେ ଲୁଗ୍ଭ ଯାଇଛନ୍ତି।
ସେମାନଙ୍କର ଧନ ଲୁଣ୍ଠିତ ହୋଇଛି।
ସେମାନଙ୍କୁ ଉଦ୍ଧାର କରିବାକୁ କେହି ନାହାନ୍ତି।
ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟକୁ
“ଫେରାଇ ଦେବା” ପାଇଁ କହିବାକୁ ମଧ୍ୟ କେହି ନାହିଁ।
23 ଏହି କଥାକୁ ଶ୍ରବଣ କରିବାକୁ ଓ ଶ୍ରବଣ କରି ଭବିଷ୍ୟତ ନିମନ୍ତେ ମନୋଯୋଗ କରିବାକୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କେହି ଅଛି କି? 24 ଯାକୁବକୁ ଲୁଣ୍ଠିତ ହେବା ପାଇଁ ଇସ୍ରାଏଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତରେ ସମର୍ପଣ କଲେ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇସ୍ରାଏଲର ଲୋକମାନେ ମଧ୍ୟ ତାଙ୍କ ବାକ୍ୟ ଶୁଣି ନାହାନ୍ତି। 25 ତେଣୁ ସଦାପ୍ରଭୁ ତାଙ୍କର କ୍ରୋଧ ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ସେମାନଙ୍କ ଉପରେ ଢାଳି ଦେଲେ। ଫଳରେ ତା’ର ଚତୁର୍ଦ୍ଦିଗରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନିରେ ଦଗ୍ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋଯୋଗ କଲା ନାହିଁ।
ନାରୀ ଓ ମହାସର୍ପ
12 ତା’ପରେ ସ୍ୱର୍ଗରେ ଏକ ବିଚିତ୍ର ଚିହ୍ନ ଦେଖାଗଲା। ମୁଁ ଜଣେ ନାରୀଙ୍କୁ ସୂର୍ଯ୍ୟଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା। 2 ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।
3 ସ୍ୱର୍ଗରେ ଅନ୍ୟ ଏକ ଚିହ୍ନ ଦେଖାଗଲା। ସେଠାରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା’ର ସାତୋଟି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡରେ ସାତୋଟି ମୁକୁଟ ଥିଲା। ତା’ର ଦଶଟି ଶିଙ୍ଗ ମଧ୍ୟ ଥିଲା। 4 ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ୟରୁ ଏକତୃତୀୟାଂଶ ତାରାକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ସେହି ସାପ, ପ୍ରସବ କରିବାକୁ ଯାଇଥିବା ସେହି ନାରୀଙ୍କ ସାମନାରେ ଠିଆ ହୋଇ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହେବା ମାତ୍ରେ ତାହାକୁ ଖାଇବା ଉଦ୍ଦେଶ୍ୟରେ ସେ ପ୍ରସ୍ତୁତ ହୋଇଗଲା।
5 ସେହି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡରେ ଶାସନ କରିବେ। ତା’ର ଶିଶୁଙ୍କୁ ପରମେଶ୍ୱରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା। 6 ସେହି ସ୍ତ୍ରୀଲୋକଟି, ପରମେଶ୍ୱର ତା’ ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଗ୍ଭଲିଗଲା। ସେଠାରେ ତା’ର ଯତ୍ନ 1260 ଦିନ ପର୍ଯ୍ୟନ୍ତ ନିଆଯିବ।
7 ଏହିପରି ସମୟରେ ସ୍ୱର୍ଗରେ ଯୁଦ୍ଧ ହେଲା। ମୀଖାୟେଲ ଓ ତାହାଙ୍କର ଦୂତଗଣ ସେହି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସାପ ତା’ର ଦୂତମାନଙ୍କ ସହତ ପ୍ରତିଯୁଦ୍ଧ କଲା। 8 କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। 9 ବିଶାଳ ସାପକୁ ସ୍ୱର୍ଗରୁ ପୃଥିବୀରେ ନିକ୍ଷେପ କରାଗଲା। (ସେହି ବିଶାଳ ସାପ ହେଉଛି ସେହି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାଯାଏ। ସେ ପୃଥିବୀ ବାସୀଙ୍କୁ ଭୁଲ୍ ରାସ୍ତାରେ ନିଏ। ସାପକୁ ତା’ର ଦୂତମାନଙ୍କ ସହିତ ସଦଳବଳରେ ପୃଥିବୀରେ ନିକ୍ଷେପ କରାଗଲା।
10 ତା’ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା। 11 ଆମ୍ଭ ଭାଇମାନେ ମେଷଶାବକଙ୍କ ରକ୍ତ ଦ୍ୱାରା ଓ ସେମାନଙ୍କର ପ୍ରଗ୍ଭର ଦ୍ୱାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସେମାନେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିଥିଲେ। 12 ତେଣୁ ହେ ସ୍ୱର୍ଗ ଓ ସ୍ୱର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ୟନ୍ତ ଖରାପ ସମୟ, ଯେହେତୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କ୍ରୋଧରେ ପୂର୍ଣ୍ଣ ହୋଇ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି।’’
13 ବିଶାଳ ସାପ ନିଜକୁ ପୃଥିବୀରେ ନିକ୍ଷେପ ହେବାର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପଛେ ପଛେ ଦୌଡ଼ିଲା। 14 କିନ୍ତୁ ସେହି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା’ ପାଇଁ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସେଠାରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ତାହାଙ୍କର ଯତ୍ନ ନିଆଯିବ। 15 ତା’ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସେହି ନାରୀର ପଛପଟରୁ ଜଳ ଛାଡ଼ିଲା ଯଦ୍ଦ୍ୱାରା ସେ ଜଳ ସ୍ରୋତ ଦ୍ୱାରା ତାହାକୁ ଭସାଇ ନେଇ ପାରିବ। 16 କିନ୍ତୁ ପୃଥିବୀ ସେହି ସ୍ତ୍ରୀକୁ ସାହାଯ୍ୟ କଲା। ପୃଥିବୀ ତା’ର ମୁଖ ଖୋଲିଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦେଲା। 17 ତେଣୁ ସାପ ସେହି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା’ର ଅନ୍ୟ ପିଲାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ୱରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ସେହିମାନେ ତାହାଙ୍କର ସନ୍ତାନ।
18 ସେହି ବିଶାଳ ସାପ ଯାଇ ସମୁଦ୍ର କୂଳରେ ଠିଆ ହେଲା।
2010 by World Bible Translation Center