Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଦ୍ୱିତୀୟ ବିବରଣ 21

ଯଦି କୌଣସି ବ୍ୟକ୍ତି ମୃତ ଅବସ୍ଥାରେ ମିଳେ

21 “ଧରାଯାଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କ ଅଧିକାରାର୍ଥେ ସେହି ଦେଶରେ ଯେଉଁ କ୍ଷେତ ଦେଇଛନ୍ତି, ସେହି ଭୂମିର କ୍ଷେତ୍ର ମଧ୍ୟରେ ଯେବେ କୌଣସିଠାରେ ଏକ ମୃତ ଶରୀର ମିଳେ, ତାକୁ ହତ୍ୟା କରିଥିବା ଲୋକ ଯଦି ଜଣା ନ ପଡ଼େ। ତେବେ ପ୍ରାଚୀନବର୍ଗ ଓ ବିଗ୍ଭରକର୍ତ୍ତାମାନେ ଯିବେ ଏବଂ ଶବର ଚତୁର୍ପାର୍ଶ୍ୱରେ ଥିବା ପ୍ରତ୍ୟେକ ନଗରକୁ ମାପିବେ। ସେହି ମୃତ ଲୋକଠାରୁ ଯେଉଁ ନଗର ନିକଟବର୍ତ୍ତୀ ହେବ, ତା’ର ପ୍ରାଚୀନବର୍ଗ ଗୋଠରୁ ଏପରି ବାଛୁରି ନେବେ ଯାହା କେବେ କାମ କରି ନାହିଁ କିଅବା ଯୁଆଳି ଟାଣି ନାହିଁ। ସେହି ନଗରର ପ୍ରାଚୀନବର୍ଗମାନେ ସେହି ବାଛୁରିକୁ ଏକ ଜଳ ଉପତ୍ୟକାକୁ ନେବେ ଯେଉଁଠାରେ ଜଳପ୍ଳାବିତ ହେଉଥିବ ଓ ସେହି ସ୍ଥାନ କେବେ ଗ୍ଭଷ କରାଯାଇ ନ ଥିବ କିଅବା କୌଣସି ବୃକ୍ଷ ସେଠାରେ ଲଗାଯାଇ ନ ଥିବ। ଏହା ପରେ ସେହି ଉପତ୍ୟକାରେ ଉକ୍ତ ବାଛୁରିଟିର ବେକକୁ ଭାଙ୍ଗି ଦେବେ। ଏହା ପରେ ଲେବୀ ବଂଶଧର ଯାଜକମାନେ ତାହା ନିକଟକୁ ଆସିବେ କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି। ଏଣୁ ସେମାନଙ୍କ ବାକ୍ୟ ଅନୁସାରେ ପ୍ରତ୍ୟେକ ବିରୋଧରେ ଓ ଆଘାତରେ ବିଗ୍ଭର ହେବ। ଏହା ପରେ ମୃତ ଲୋକର ବନ୍ଧୁବାନ୍ଧବ ଓ ସେହି ନଗରର ସମସ୍ତ ପ୍ରଚୀନବର୍ଗ, ଉପତ୍ୟକାରେ ସେହି ବାଛୁରି ଉପରେ ନିଜ ନିଜ ହସ୍ତ ପ୍ରକ୍ଷାଳନ କରିବେ। ଏବଂ ସେମାନେ ଉତ୍ତର ଦେଇ କହିବେ, ‘ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ। କିଅବା ଏହାକୁ କିଏ ହତ୍ୟା କରିଛି ଆମ୍ଭେ ଏହା ଦେଖି ନାହୁଁ। ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲର ଲୋକମାନଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର। ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ ଦୋଷ ରହିବାକୁ ଦିଅ ନାହିଁ।’ ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ ଦୋଷ କ୍ଷମା ହେବ। ତୁମ୍ଭମାନଙ୍କ ମଧ୍ୟରୁ ନିରୀହମାନଙ୍କର ହତ୍ୟା ଜନିତ ପାପ ମୋଚନର ଏହା ହିଁ ପଥ। କାରଣ ତୁମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କାର୍ଯ୍ୟ କରିବା ଉଚିତ୍।

ଯୁଦ୍ଧରେ ବନ୍ଦୀ ହୋଇଥିବା ନାରୀ

10 “ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗଲେ ଯଦି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେମାନେ ସେମାନଙ୍କୁ ବନ୍ଦୀକରି ଘେନିଯାଅ। 11 ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ ଯେବେ ତାହାକୁ ବିବାହ କରିବାକୁ ଇଚ୍ଛା କର, 12 ତେବେ ତୁମ୍ଭେ ତାହାକୁ ଆପଣା ଗୃହକୁ ଆଣିବ ପୁଣି ସେ ଆପଣା ମସ୍ତକ ମଣ୍ତନ କରି ନଖ କାଟିବ। 13 ଆଉ ତା’ପରେ ସେ ବନ୍ଦୀଥିବା ଅବସ୍ଥାରେ ପିନ୍ଧିଥିବା ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ବାସ କରିବ ଓ ନିଜର ପିତା ଓ ମାତାଙ୍କ ପାଇଁ ଏକ ମାସ ବିଳାପ କରିବ। ଏହା ପରେ ତୁମ୍ଭେ ତା’ ସହିତ ମିଳାମିଶା ସହବାସ କରିବ ଓ ତା’ର ସ୍ୱାମୀ ହେବ ଏବଂ ସେ ତୁମ୍ଭର ସ୍ତ୍ରୀ ହେବ। 14 ଯେବେ ତାହା ଉପରେ ତୁମ୍ଭେ ସନ୍ତୁଷ୍ଟ ନୁହଁ, ତେବେ ତୁମ୍ଭେ ତାକୁ ଛାଡ଼ପତ୍ର ଦେବ ଏବଂ ତା’ର ଇଚ୍ଛା ଅନୁସାରେ ତାକୁ ଯିବାକୁ ଦେବ। ମାତ୍ର ଟଙ୍କା ବିନିମୟରେ ତାକୁ କାହାକୁ ବିକିବ ନାହିଁ। ତୁମ୍ଭେ ତା’ ପ୍ରତି ଦାସୀ ପରି ବ୍ୟବହାର କରିବ ନାହିଁ। କାରଣ ତୁମ୍ଭେ ତାହା ସହିତ ସହବାସ କରିଛ।

ଜ୍ୟେଷ୍ଠ ସନ୍ତାନ

15 “ଯଦି କୌଣସି ଲୋକର ଦୁଇଟି ସ୍ତ୍ରୀ ଥାଏ, ସେ ଜଣକୁ ଅନ୍ୟ ଜଣ ଅପେକ୍ଷା ଅଧିକ ଭଲ ପାଉଥାଏ, ଏବଂ ଯଦି ସେହି ଦୁଇଜଣ ଯାକ ତୁମ୍ଭର ପୁତ୍ର ସନ୍ତାନ ପ୍ରସବ କରନ୍ତି। ଯଦି ପ୍ରଥମ ପୁତ୍ରକୁ ତୁମ୍ଭେ ଭଲ ପାଉ ନ ଥିବା ସ୍ତ୍ରୀ ଜନ୍ମ ଦେଇଥାଏ। 16 ଯେତେବେଳେ ସେହି ଲୋକ ତା’ର ସମ୍ପତ୍ତି ବାଣ୍ଟିବ ତା’ର ପିଲାମାନଙ୍କ ମଧ୍ୟରେ ଜ୍ୟେଷ୍ଠତାର ଅଧିକାର ସେ ପ୍ରିୟର ପୁତ୍ରକୁ ଦେଇ ପାରିବ ନାହିଁ। 17 ମାତ୍ର ସେ ଅପ୍ରିୟର ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବଶ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ। କାରଣ ସେ ତା’ର ଶକ୍ତିର ପ୍ରଥମଜାତ ସନ୍ତାନ ଓ ଜ୍ୟେଷ୍ଠ ଅଧିକାର ତା’ର ଅଟେ।

ଯେଉଁ ସନ୍ତାନମାନେ ମାନିବାକୁ ବାରଣ କରନ୍ତି

18 “ଯେବେ କାହାର ପୁତ୍ର ଅବାଧ୍ୟ ଓ ପିତାମାତାଙ୍କ କଥା ପାଳନ ନ କରେ, ପିତାମାତାଙ୍କ ପ୍ରତି ଅବଜ୍ଞା ପ୍ରଦର୍ଶନ କରେ। ସେମାନଙ୍କ ତାଗି‌ଦ୍‌ସତ୍ତ୍ୱେ ସେ ତାହା ପ୍ରତି କର୍ଣ୍ଣପାତ ମଧ୍ୟ କରେ ନାହିଁ। 19 ତେବେ ତାହାର ପିତାମାତା ତାହାକୁ ଧରି ନଗରସ୍ଥ ଫାଟକ ନିକଟରେ ଥିବା ପ୍ରାଚୀନବର୍ଗଙ୍କ ନିକଟକୁ ନେବା ଉଚିତ୍। 20 ସେମାନେ ନଗରର ପ୍ରାଚୀନବର୍ଗମାନଙ୍କୁ କହନ୍ତୁ, ‘ଆମ୍ଭ ପୁତ୍ର ଅବାଧ୍ୟ ଓ ଆଦେଶ ପାଳନ ପାଇଁ ଅବଜ୍ଞା କରୁଛି। ସେ ଅତ୍ୟଧିକ ଖାଦ୍ୟ ଓ ପ୍ରଚୁର ଦ୍ରାକ୍ଷାରସ ପାନ କରୁଛି।’ 21 ତା’ପରେ ନଗରର ବ୍ୟକ୍ତିମାନେ ତାକୁ ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରୁ ମନ୍ଦ ଦୂର କରିବା ଉଚିତ୍। ଇସ୍ରାଏଲର ଲୋକମାନେ ଏହା ଶୁଣି ଭୟଭୀତ ହେବେ।

ଅପରାଧୀମାନଙ୍କୁ ହତ୍ୟାକରି ଗଛରେ ଟଙ୍ଗାଇ ଦିଆଯାଏ

22 “ଯଦି କୌଣସି ବ୍ୟକ୍ତି କୌଣସି ଦୋଷ କରେ ଯାହାକି ମୃତ୍ୟୁଦଣ୍ତ ଯୋଗ୍ୟ ହୁଏ, ତାକୁ ହତ୍ୟା କରାଯିବା ଉଚିତ୍” ଏବଂ ତା’ର ଶରୀରକୁ ଗୋଟିଏ ଗଛରେ ଝୁଲାଇ ଦେବା ଉଚିତ୍। 23 କିନ୍ତୁ ତା’ର ମୃତ ଶରୀରକୁ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନୁହଁ। ତା’ର ମୃତ ଶରୀରକୁ ସେହି ଏକା ଦିନରେ କବର ଦିଆଯିବା ଉଚିତ୍। କାରଣ, କେହି ବ୍ୟକ୍ତି ଗଛରେ ଝୁଲା ହୋଇ ରହିଲେ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଗ୍ରସ୍ତ ହୁଏ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଭୂମି ଦେଇଛନ୍ତି ତୁମ୍ଭେ ତାହାକୁ ଅଶୁଚି କର ନାହିଁ।

ଗୀତସଂହିତା 108-109

ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।

108 ହେ ପରମେଶ୍ୱର,
    ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
    ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
    ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
ସଦାପ୍ରଭୁ ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
    ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
    ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
    ମୋ’ ପ୍ରାର୍ଥନାର ଉତ୍ତର ଦିଅ।
    ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।

ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
    “ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
    ମୁଁ ଶିଖି‌ମ୍‌କୁ ସେମାନଙ୍କୁ ଦେବି।
    ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
    ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
    ଇଦୋମ୍ ମୋର ପାଦୁକା ବହିବ।
ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
    ଏବଂ ଜୟଧ୍ୱନି କରିବି।”

10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11     କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
    ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
    ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
    ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

109 ପରମେଶ୍ୱର, ଯାହାଙ୍କୁ ମୁଁ ପ୍ରଶଂସା କରେ,
    ନୀରବ ରୁହ ନାହିଁ।
ଦୁଷ୍ଟ ଲୋକମାନେ ମୋ’ ବିରୁଦ୍ଧରେ ମିଛ କହନ୍ତି।
    ସେମାନେ ଯେଉଁ କଥା କୁହନ୍ତି ତାହା ସତ୍ୟ ନୁହେଁ।
ଲୋକମାନେ ମୋ’ ପ୍ରତି ଘୃଣାକାରୀ କଥା କହନ୍ତି।
    ବିନା କାରଣରେ ମୋ’ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।
ମୁଁ ସେମାନଙ୍କୁ ପ୍ରେମ କଲି।
    କିନ୍ତୁ ସେମାନେ ମୋତେ ଦୋଷୀ କଲେ।
    କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଗ୍ଭଲିଛି।
ମୁଁ ସେହି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ଯ୍ୟ କଲି।
    ସେମାନେ ମୋ’ ପ୍ରତି ଅମଙ୍ଗଳ କାର୍ଯ୍ୟ କଲେ।
ମୁଁ ସେମାନଙ୍କୁ ପ୍ରେମ କଲି
    କିନ୍ତୁ ସେମାନେ ମୋତେ ଘୃଣା କଲେ।

ସେମାନେ କହିଲେ, “ତାଙ୍କୁ ନ୍ୟାୟ ଦେବା ପାଇଁ କେହି ଜଣେ ଦୁଷ୍ଟ ଲୋକକୁ ନିଯୁକ୍ତି କର।
    କାହାକୁ ଜଣେ ବାହାର କର ଯିଏକି ଭୁଲ୍ ବୋଲି କହୁ।
ଯେତେବେଳେ ସେ ନ୍ୟାୟ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ
    ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାଯିବ।
ତାଙ୍କର ଜୀବନ କାଳ ଛୋଟ ହେଉ।
    ଅନ୍ୟକେହି ଜଣେ ତାଙ୍କର କାମ ନିଅନ୍ତୁ।
ତାଙ୍କର ପିଲାମାନେ ଅନାଥ ହୁଅନ୍ତୁ ଏବଂ ତାଙ୍କର ସ୍ତ୍ରୀମାନେ ବିଧବା ହୁଅନ୍ତୁ।
10 ତାଙ୍କର ଘର ଉଜୁଡ଼ି ଯାଉ।
    ସେମାନେ ସବୁ ଭିକାରୀ ହୁଅନ୍ତୁ।
11 ସେ ଋଣ ଦେଇଥିବା ଲୋକ ତାଙ୍କର ସର୍ବଶ୍ୱ ନେଇଯାଉ।
    ଏବଂ ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12 ମୁଁ ଆଶା କରେ ସେମାନଙ୍କୁ କେହି ଦୟା ନ କରନ୍ତୁ।
    ତାଙ୍କର ପିଲାମାନଙ୍କୁ କେହି ଦୟା ନ ଦେଖାନ୍ତୁ।
13 ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ।
    ଗୋଟିଏ ପିଢ଼ି ଭିତରେ ତା’ର ନାମକୁ ଲୁପ୍ତ କରିଦିଅନ୍ତୁ।
14 ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ
    ଓ ତାହାର ମାତାର ପାପ ପୋଛି ନ ହେଉ।
15 ସଦାପ୍ରଭୁ ସେମାନଙ୍କ ପାପକୁ ଚିରଦିନ ମନେ ପକାନ୍ତୁ,
    କିନ୍ତୁ ପୃଥିବୀରେ ଲୋକମାନେ ସେହି ପରିବାର ବିଷୟରେ ସମ୍ପୂର୍ଣ୍ଣ ଭାବରେ ଭୁଲିଯାଆନ୍ତୁ।
16 କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ।
    ସେ ଅତ୍ୟାଗ୍ଭର କରୁଥିଲେ ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ,
    ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
17 ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ।
    ସେହି ମନ୍ଦ, ସେମାନଙ୍କ ପାଇଁ ଘଟୁ।
ସେ ଅନ୍ୟର ମଙ୍ଗଳ କରିଲେ ନାହିଁ।
    ତାଙ୍କଠାରୁ ମଙ୍ଗଳ ଦୂରେଇଯାଉ।
18 ଅଭିଶାପ ତା’ର ବସ୍ତ୍ର ହେଉ।
    ଅଭିଶାପ ସେ ପିଉଥିବା ପାଣି ହେଉ।
    ଅଭିଶାପ ତା’ର ଶରୀରର ତୈଳ ହେଉ।
19 ଅଭିଶାପ ଦୁଷ୍ଟବ୍ୟକ୍ତି ବସ୍ତ୍ର ପରି ହେଉ
    ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।‌”

20 ଏହା ମୋର ଶତ୍ରୁଗଣ ମୋ’ ବିଷୟରେ କହନ୍ତି,
    ମୁଁ ଆଶାକରେ ମୋ’ ବିରୁଦ୍ଧରେ ଯିଏ ଦୁଷ୍ଟକଥା କୁହେ ସଦାପ୍ରଭୁ ଏହିସବୁ ବିଷୟ ସେହି ଲୋକମାନଙ୍କ ପ୍ରତି କରନ୍ତୁ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ।
    ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ।
    କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
22 ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ୟକ୍ତି ଅଟେ।
    ମୁଁ ବାସ୍ତବରେ ଦୁଃଖିତ, ମୋର ହୃଦୟ ଭାଙ୍ଗିପଡ଼ିଛି।
23 ମୁଁ ଅନୁଭବ କରୁଛି, ଯେପରି ମୋର ଜୀବନ ଶେଷ ହୋଇ ଆସୁଛି।
    ଯେପରି ଦିନ ବିରାଟ ଛାଇପରି ସରିସରି ଆସୁଛି।
    ମୁଁ ଛାରପୋକ ନ୍ୟାୟ ଗ୍ଭଳିତ ହେଉଅଛି।
24 ମୋର ଆଣ୍ଠୁ ଦୁର୍ବଳ ହୋଇଛି।
    କାରଣ ମୁଁ ଭୋକିଲା ଅଟେ।
    ମୁଁ ମୋର ଓଜନ ହରାଉଛି ଓ ପତଳା ହୋଇ ଯାଉଛି।
25 ମନ୍ଦ ଲୋକମାନେ ମୋତେ ଅପମାନିତ କରୁଛନ୍ତି।
    ସେମାନେ ମୋତେ ଦେଖି ମୁଣ୍ଡ ହଲାଉଛନ୍ତି।
26 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ସାହାଯ୍ୟ କର।
    ତୁମ୍ଭର ପ୍ରକୃତ କରୁଣା ପ୍ରେମ ମୋତେ ଦେଖାଅ ଓ ମୋତେ ରକ୍ଷା କର।
27 ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ।
    ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।
28 ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି।
    କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ।
ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ।
    ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।
29 ମୋର ଶତ୍ରୁମାନଙ୍କୁ ଲଜ୍ଜିତ କରାଅ।
    ସେମାନେ ଉତ୍ତରୀୟ ବସ୍ତ୍ରତୁଲ୍ୟ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।
30 ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ୟବାଦ ଦେବି,
    ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
31 କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି,
    ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 48

ପରମେଶ୍ୱର ଜଗତକୁ ଶାସନ କରନ୍ତି

48 ସଦାପ୍ରଭୁ କୁହନ୍ତି, “ହେ ଯାକୁବର ପରିବାର,
    ଯିହୁଦାର କଟିରୁ ଜନ୍ମ,
    ଇସ୍ରାଏଲ ପରି ଖ୍ୟାତ, ଦୟାକରି ମୋ’ କଥା ଶୁଣ।
ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ
    ଓ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରୁଅଛ।
    କିନ୍ତୁ ତୁମ୍ଭେମାନେ ଏହି କାର୍ଯ୍ୟ ସତ୍ୟ ଓ ଧାର୍ମିକତାରେ କରୁ ନାହିଁ।

“କାରଣ ସେମାନେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି
    ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର କରନ୍ତି;
ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

“ପୂର୍ବକାଳରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ।
    ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ।
    ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ତାହା ସବୁ ଘଟିଲା।
କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ୟ;
    ମୋର ବାକ୍ୟ ତୁମ୍ଭେ ବିଶ୍ୱାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ
    ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ;
    ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ।
ତାହା ନ ହେଲେ ତୁମ୍ଭେ କହିଥା’ନ୍ତ,
    ‘ଆମ୍ଭର ଦେବତା ଏହା କରିଅଛନ୍ତି,’ ପୁଣି କହିଥା’ନ୍ତ
    ‘ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।’”

ଇସ୍ରାଏଲକୁ ପବିତ୍ର କରିବାକୁ ପରମେଶ୍ୱର ଦଣ୍ଡ ଦିଅନ୍ତି

“ତୁମ୍ଭେମାନେ ଶୁଣିଅଛ, ଏବଂ ବର୍ତ୍ତମାନ ତୁମ୍ଭେ ଦେଖ!
    ତୁମ୍ଭେମାନେ କ’ଣ ତାହା ପ୍ରକାଶ କରିବ ନାହିଁ?
ବର୍ତ୍ତମାନ ତୁମ୍ଭକୁ ଆମ୍ଭେ ବଡ଼ ଗୁରୁତ୍ୱର କିଛି ତୁମ୍ଭକୁ ଦେଖାଇଦେବୁ,
    ଯାହାକି ତୁମ୍ଭର ଅଜ୍ଞାତ ଅଟେ।
ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା।
    ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ।
    ‘ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥା’ନ୍ତ।’
ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ;
    ତୁମ୍ଭେ ଜାଣିଲ ନାହିଁ;
    ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥିଲା;
କାରଣ ତୁମ୍ଭେ ଅତି ବିଶ୍ୱାସଘାତ କରିଥିଲ;
    ଜନ୍ମରୁ ତୁମ୍ଭେ ଅଧର୍ମାଗ୍ଭରୀ ବୋଲି ଖ୍ୟାତ ହୋଇଥିଲ; ଆମ୍ଭେ ଜାଣିଲୁ।

“ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ
    କ୍ରୋଧ ସମ୍ବରଣ କରିବା।
ଏଥିପାଇଁ ତୁମ୍ଭକୁ ଉଚ୍ଛିନ୍ନ କରିବା ନାହିଁ।
    ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ।

10 “ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିବୁ।
    ମାତ୍ର ଲୋକମାନେ ଯେପରି ରୂପାକୁ ଅଗ୍ନିରେ ପକାଇ ପରିଷ୍କାର କରନ୍ତି ସେପରି ନୁହେଁ।
    ଆମ୍ଭେ ତୁମ୍ଭକୁ ଦୁଃଖରୂପକ ଉହ୍ମେଇରେ ପକାଇ ପରିଷ୍କାର କରିବୁ।
11 ଆମ୍ଭେ କେବଳ ନିଜ ପାଇଁ, ନିଜ ସକାଶେ ଏହା କରିବା।
    କାରଣ ଆମ୍ଭର ନାମକୁ ଅପବିତ୍ର କାହିଁକି କରିବା?
    ପୁଣି ଆମ୍ଭେ ନିଜର ମହିମା ଅନ୍ୟକୁ ଦେବା ନାହିଁ।

12 “ହେ ଯାକୁବ, ଆମ୍ଭ ଆହୂତ ଇସ୍ରାଏଲ,
    ତୁମ୍ଭେମାନେ ଆମ୍ଭ କଥାକୁ ଶ୍ରବଣ କର।
    ଆମ୍ଭେ ହେଉଛୁ ଆଦ୍ୟ ଓ ଅନ୍ତ।
13 ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି
    ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି।
ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ
    ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।

14 “ତୁମ୍ଭେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭ କଥା ଶ୍ରବଣ କର;
    ସେମାନଙ୍କ ମଧ୍ୟରେ କିଏ ଏହିସବୁ କଥା କରିଅଛନ୍ତି?”
ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି।
    ସେ ବାବିଲ ଉପରେ ତାଙ୍କର ଉଦ୍ଦେଶ୍ୟ ସଫଳ କରିବେ ଓ କ‌‌ଲ୍‌‌ଦୀୟମାନଙ୍କ ଉପରେ ତାଙ୍କର ବାହୁ ରହିବ।

15 “ଆମ୍ଭେ ନିଜେ ତାଙ୍କୁ କହିଅଛୁ, ନିଜେ ତାଙ୍କୁ ଆହ୍ୱାନ କରିଅଛୁ,
    ନିଜେ ତାଙ୍କୁ ଆଣିଅଛୁ;
    ସେ ନିଜ ପଥରେ କୃତକାର୍ଯ୍ୟ ହେବ।
16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ।
    ଆଦ୍ୟରୁ ଆମ୍ଭେ ଗୋପନରେ କିଛି କହି ନାହୁଁ।
    ବହୁ କାଳରୁ ଆମ୍ଭେ ସେଠାରେ ଅଛୁ।”

ପୁଣି “ଏବେ ମୋର ପ୍ରଭୁ ସଦାପ୍ରଭୁ ମୋତେ ଓ ତାଙ୍କର ଆତ୍ମାକୁ ପ୍ରେରଣ କରିଛନ୍ତି।

17 ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି,

“ଆମ୍ଭେ ସଦାପ୍ରଭୁ, ତୁମ୍ଭର ପରମେଶ୍ୱର,
    ତୁମ୍ଭର ମଙ୍ଗଳ ପାଇଁ ତୁମ୍ଭକୁ ଶିକ୍ଷା ଦେଉ
    ଓ ତୁମ୍ଭକୁ ଉଚିତ୍ ମାର୍ଗରେ ଗମନ କରିବାକୁ ନିର୍ଦ୍ଦେଶ ଦେଉ।
18 ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥା’ନ୍ତ,
    ତେବେ ତୁମ୍ଭର ଶାନ୍ତି ନଦୀତୁଲ୍ୟ
    ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ତୁମ୍ଭ ନିକଟକୁ ଆସିଥା’ନ୍ତା।
19 ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥା’ନ୍ତ
    ତେବେ ତୁମ୍ଭର ବଂଶ ବାଲୁକା ତୁଲ୍ୟ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ୟ ହୋଇଥା’ନ୍ତେ।
ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ
    କିମ୍ବା ବିନଷ୍ଟ ହୋଇ ନ ଥା’ନ୍ତା।”

20 ହେ ମୋର ସନ୍ତାନଗଣ, ତୁମ୍ଭେମାନେ ବାବିଲରୁ ବାହାରି ଯାଅ,
    କ‌‌ଲ୍‌‌ଦୀୟମାନଙ୍କ ମଧ୍ୟରୁ ପଳାୟନ କର;
ତୁମ୍ଭେମାନେ ଆନନ୍ଦ ଧ୍ୱନି କରି ଜଣାଅ,
    ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ବିଖ୍ୟାତ କର;
ତୁମ୍ଭେମାନେ କୁହ,
    “ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
21 ସଦାପ୍ରଭୁ ଯଦିଓ ମରୁଭୂମିରୁ ସେମାନଙ୍କୁ ନେଲେ, ସେମାନେ ତୃଷାର୍ତ୍ତ ହେଲେ ନାହିଁ।
    ସେ ସେମାନଙ୍କ ପାଇଁ ଶୈଳରୁ ଜଳସ୍ରୋତ ବୁହାଇଲେ;
ଆଉ ମଧ୍ୟ ସେ ଶୈଳକୁ ବିଦୀର୍ଣ୍ଣ କଲେ
    ଓ ତହିଁରୁ ଜଳ ନିର୍ଗତ ହେଲା।

22 ମାତ୍ର ସଦାପ୍ରଭୁ କୁହନ୍ତି,
    “ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18

ବାବିଲର ଧ୍ୱଂସ

18 ତା’ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା। ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ:

“ତା’ର ପତନ ହେଲା।
    ମହାନଗରୀ ବାବିଲର ପତନ ହୋଇଗଲା।
ତାହା ଭୂତମାନଙ୍କର ବାସସ୍ଥଳୀ ହେଲା।
    ତାହା ପ୍ରତ୍ୟେକ ଭୂତାତ୍ମା,
ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ
    ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।
ପୃଥିବୀର ସବୁ ଲୋକମାନେ
    ତା’ର ବ୍ୟଭିଗ୍ଭର ପାପର ଓ ପରମେଶ୍ୱରଙ୍କର କ୍ରୋଧର ସୁରାପାନ କରିଛନ୍ତି।
ପୃଥିବୀର ରାଜାମାନେ ତା’ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟ କରିଛନ୍ତି।
    ସଂସାରର ବ୍ୟବସାୟୀମାନେ ତାହାର ଧନରେ ଧନବାନ୍ ହୋଇଛନ୍ତି।”

ତା’ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି

“ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ,
    ତୁମ୍ଭେମାନେ ବାହାରି ଆସିଲେ, ତା’ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।
ସ୍ୱର୍ଗ ଯେତେ ଉଚ୍ଚ, ତହାର ପାପକାର୍ଯ୍ୟ ସେତିକି ଉଚ୍ଚ ହେଲାଣି।
    ପରମେଶ୍ୱର ତା’ର ଭୁଲ୍ କାମଗୁଡ଼ିକ ଭୁଲି ନାହାନ୍ତି।
    ସେ ତା’ର କୁକର୍ମ ସବୁ ମନେ ପକାଇଲାଣି।
ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ।
    ତା’ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ।
ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି,
    ତା’ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।
ସେ ଯେପରି ନିଜେ ଭୋଗବିଳାସ ଓ ଆମୋଦ ପ୍ରମୋଦରେ ଜୀବନ ବିତାଇଛି,
    ସେହିପରି ତାହାକୁ ଅଧିକ ପରିମାଣରେ ଯନ୍ତ୍ରଣା ଓ ବ୍ୟଥା ଭୋଗିବାକୁ ଦିଆଯିବ।
ସେ ନିଜେ ଗର୍ବରେ କହେ, ‘ମୁଁ ରାଣୀ ପରି ସିଂହାସନରେ ବସିଛି।
    ମୁଁ ବିଧବା ନୁହେଁ,
    ମୁଁ କେବେ ଶୋକ କରିବି ନାହିଁ।’
ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ:
    ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା।
ସେ ଅଗ୍ନିରେ ଜଳିଯିବ,
    କାରଣ ପ୍ରଭୁ ପରମେଶ୍ୱର ତା’ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।

“ଜଗତର ଯେଉଁ ରାଜାମାନେ ତା’ ସହିତ ବ୍ୟଭିଗ୍ଭର ପାପ କାର୍ଯ୍ୟରେ ଲିପ୍ତ ଥିଲେ ଓ ତା’ଧନରେ ଭାଗୀଦାର ଥିଲେ, ସେମାନେ ଯେତେବେଳେ ତାହାର ଦହନର ଧୂଆଁ ଦେଖିବେ, ସେମାନେ ତା’ର ମୃତ୍ୟୁ କାରଣରୁ କାନ୍ଦିବେ ଓ ଦୁଃଖିତ ହେବେ। 10 ସେହି ରାଜାମାନେ ଯେତେବେଳେ ତାହାର ଯନ୍ତ୍ରଣା ଦେଖିବେ, ସେତେବେଳେ ସେମାନେ ଭୟ କରିବେ ଏବଂ ତା’ଠାରୁ ବହୁତ ଦୂରରେ ରହିବେ। ସେମାନେ କହିବେ:

“ହେ ମହାନଗରୀ, ହେ ଶକ୍ତିଶାଳୀ ନଗରୀ ବାବିଲ!
    ଏହା ଭୟାନକ! ଏହା ଭୟାନକ!
ଘଣ୍ଟାକ ମଧ୍ୟରେ ତୁମ୍ଭ ପାଇଁ ଦଣ୍ଡ ଆସିଲା।”

11 “ଏହି ଜଗତର ବ୍ୟବସାୟୀମାନେ ତା’ ପାଇଁ ବିଳାପ ଓ ଦୁଃଖ କରିବେ। ସେମାନେ ଦୁଃଖ ଅନୁଭବ କରିବେ, କାରଣ ସେମାନଙ୍କର ବାଣିଜ୍ୟଦ୍ରବ୍ୟ ଏହା ପରେ କେହି କିଣିବେ ନାହିଁ। 12 ସେମାନେ ସୁନା, ରୂପା, ମୂଲ୍ୟବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର; ରେଶମୀ ଓ ଲାଲ ବସ୍ତ୍ର; ପ୍ରତ୍ୟେକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠ ଜିନିଷ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ୟବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥରରେ ନିର୍ମିତ ଶିଳ୍ପଦ୍ରବ୍ୟ; 13 ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ୟ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମେଷ, ଘୋଡ଼ା, ରଥ, ଏବଂ ମନୁଷ୍ୟମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ୟବସାୟୀମାନେ କାନ୍ଦିବେ ଓ କହିବେ:

14 ‘ହେ ବାବିଲ! ତୁମ୍ଭେ ଯେଉଁ ଉତ୍ତମ ଜିନିଷ ଗ୍ଭହୁଁଥିଲ,
ସେସବୁ ତୁମ୍ଭଠାରୁ ଗ୍ଭଲିଯାଇଛି।
ତୁମ୍ଭର ସବୁ ସୌଖିନ ଓ ମନୋହରୀ ଦ୍ରବ୍ୟମାନ ତୁମ୍ଭଠାରୁ ଉଭେଇ ଯାଇଛି।
    ତୁମ୍ଭେ ସେସବୁ ଆଉ କେବେ ପାଇବ ନାହିଁ।’

15 “ବ୍ୟବସାୟୀମାନେ ତା’ର ଦୁଃଖ ଯନ୍ତ୍ରଣା ଦେଖି ଭୟ କରିବେ ଓ ତା’ଠାରୁ ବହୁ ଦୂରରେ ଠିଆ ହେବେ। ସେହି ଲୋକମାନେ ତାହାକୁ ସେହି ମୂଲ୍ୟବାନ୍ ଜିନିଷ ବିକ୍ରିକରି ଧନୀ ହୋଇଥିଲେ। ତେଣୁ ସେମାନେ କାନ୍ଦିବେ ଓ ଦୁଃଖ କରିବେ। 16 ସେମାନେ କହିବେ:

‘ହେ ମହାନଗରୀ! ଭୟାନକ! ତୁମ୍ଭ ପାଇଁ ଏହା କେତେ ଭୟାନକ:
    ଯେଉଁ ମହାନଗରୀ ସୂକ୍ଷ୍ମ ରେଶମ, ବାଇଗଣି ଓ ଘନଲାଲ ବର୍ଣ୍ଣର ବସ୍ତ୍ର ପିନ୍ଧିଥିଲା,
    ସୁନା, ମଣି ଓ ମୁକ୍ତାରେ ଝଟକୁଥିଲା,
17 ଘଣ୍ଟାକ ମଧ୍ୟରେ ଏହି ସମସ୍ତ ବିଶାଳ ସମ୍ପତ୍ତି ନଷ୍ଟ କରି ଦିଆଗଲା।’

“ସମସ୍ତ ସମୁଦ୍ର କପ୍ତାନ, ସମୁଦ୍ର ଯାତ୍ରୀ, ନାବିକ, ନୌବାଣିଜ୍ୟ କରୁଥିବା ସମସ୍ତ ଲୋକ ବାବିଲଠାରୁ ଦୂରରେ ଠିଆ ହେଲେ। 18 ସେମାନେ ତା’ର ଜଳୁଥିବାର ଧୂଆଁ ଦେଖିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ଏହି ମହାନଗରୀ ପରି ଅନ୍ୟ କୌଣସି ନଗରୀ ନାହିଁ।” 19 ସେମାନେ ନିଜ ନିଜ ମସ୍ତକ ଉପରେ ଧୂଳି ଫିଙ୍ଗିଲେ। ସେମାନେ କାନ୍ଦିଲେ ଓ ବହୁତ ଦୁଃଖିତ ହେଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ:

‘ହେ ମହାନଗରୀ! ଭୟାନକ! ତୁମ୍ଭ ପାଇଁ ଏହା କେତେ ଭୟାନକ!
    ଏହି ମହାନଗରୀର ଧନରେ ସମୁଦ୍ରରେ ବାଣିଜ୍ୟ, ବ୍ୟବସାୟ କରୁଥିବା ଲୋକମାନେ ଧନୀ ହୋଇଥିଲେ।
    କିନ୍ତୁ ଘଣ୍ଟାକ ମଧ୍ୟରେ ସେ ଧ୍ୱଂସ ହୋଇଗଲା।
20 ହେ ସ୍ୱର୍ଗ! ହେ ପରମେଶ୍ୱରଙ୍କର ପବିତ୍ର ଲୋକମାନେ,
    ଭବିଷ୍ୟ‌‌ଦ୍‌‌‌‌ବକ୍ତାଗଣ ଏବଂ ପ୍ରେରିତଗଣ!
    ମହାନଗରୀର ଧ୍ୱଂସରେ ଆନନ୍ଦ ଉଲ୍ଲାସ କର।
ସେ ତୁମ୍ଭକୁ ଯେଉଁ କଷ୍ଟ ଦେଇଛି, ସେଥିପାଇଁ ପରମେଶ୍ୱର ତାହାକୁ ଦଣ୍ଡ ଦେଇଛନ୍ତି।’”

21 ତା’ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସେହି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ:

“ଏହିପରି ଭାବରେ ମହାନଗରୀ ବାବିଲକୁ ତଳକୁ ନିକ୍ଷେପ କରାଯିବ।
    ତାହାକୁ ଆଉ କେବେ କେହି ଦେଖି ପାରିବେ ନାହିଁ।
22 ତୋ’ଠାରେ କେହିହେଲେ ଆଉ ଲୋକମାନଙ୍କର ବୀଣାର ସଙ୍ଗୀତ ଓ ବଂଶୀ, ତୂରୀ ଭଳି
    ଅନ୍ୟ ବାଦ୍ୟଯନ୍ତ୍ର ଶୁଣିବେ ନାହିଁ।
ତୋ’ଠାରେ କୌଣସି ଶିଳ୍ପର କାରିଗରମାନେ
    ଆଉ ଦେଖାଯିବେ ନାହିଁ।
ତୋ’ଠାରେ ଚକିପେଷାର ଶବ୍ଦ
    ଆଉ କେବେ ହେଲେ ଶୁଣାଯିବ ନାହିଁ।
23 ତୋ’ ପାଖରେ ଦୀପର ଆଲୋକ
    ଆଉ ଜଳିବ ନାହିଁ।
ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି
    ଆଉ କେବେ ହେଲେ ଶୁଣାଯିବ ନାହିଁ।
ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ।
    ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।
24 ସେ (ବାବିଲ) ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର
    ଏବଂ ପୃଥିବୀରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ରକ୍ତ ପାଇଁ ଦାୟୀ ଅଟେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center