Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଦ୍ୱିତୀୟ ବିବରଣ 23

କେଉଁ ଲୋକମାନେ ଉପାସନା କରି ପାରିବେ

23 “ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ। ଯଦି କୌଣସି ଲୋକର ପିତାମାତାଙ୍କର ବିବାହ ନିୟମାନୁଯାୟୀ ହୋଇ ନ ଥାଏ, ତେବେ ସେହିଲୋକ ଏବଂ ତାଙ୍କର ବଂଶଧରମାନେ ଦଶ ପୁରୁଷ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବେ ନାହିଁ।

“ଅମ୍ମୋନୀୟ କି ମୋୟାବୀୟ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ଯ୍ୟନ୍ତ ମଧ୍ୟ ସଦାପ୍ରଭୁଙ୍କ ଧାର୍ମିକ ସମାଜରେ ପ୍ରବେଶ କରି ପାରିବ ନାହିଁ। କାରଣ ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ସେହି ସମୟରେ ସେମାନେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ। ପୁଣି ସେମାନେ ତୁମ୍ଭମାନଙ୍କୁ ଶାପଦେବା ନିମନ୍ତେ ମେସୋପଟାମିଆର ପଥୋର ସହର ନିବାସୀ ବିଲିୟମକୁ ପାରଶ୍ରମିକ ଦେଲେ। ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲିୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ଲେଉଟାଇ ଆଶୀର୍ବାଦ କଲେ। ତୁମ୍ଭେ ଯାବଜ୍ଜୀବନ ଅନନ୍ତକାଳ ପର୍ଯ୍ୟନ୍ତ ଅମ୍ମୋନୀୟ ଓ ମୋୟାବୀୟ ସନ୍ତାନମାନଙ୍କ ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।

ଇସ୍ରାଏଲୀୟମାନେ କେଉଁମାନଙ୍କୁ ଗ୍ରହଣ କରିବେ

“ତୁମ୍ଭେମାନେ ଇଦୋମୀୟ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ। କାରଣ ସେମାନେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭେମାନେ ମିଶରୀୟମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ କାରଣ ତୁମ୍ଭେମାନେ ସେମାନଙ୍କ ଦେଶରେ ବିଦେଶୀପରି ବାସ କରୁଥିଲ। ସେମାନଙ୍କ ତୃତୀୟ ପୁରୁଷ ପରେ, ସେମାନେ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରି ପାରିବେ।

ସୈନ୍ୟମାନଙ୍କର ଛାଉଣିକୁ ପରିଷ୍କାର ରଖିବ

“ଯେତେବେଳେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବ। ତୁମ୍ଭମାନଙ୍କୁ ଯାହା ଅପବିତ୍ର କରିବ ତାହାଠାରୁ ଦୂରେଇ ରହିବ। 10 ତୁମ୍ଭମାନଙ୍କ ମଧ୍ୟରେ ଯେବେ କୌଣସି ବ୍ୟକ୍ତି ରାତ୍ରି ଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ। ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ। 11 ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟାସ୍ତ ହେବାପରେ ସେ ଛାଉଣି ମଧ୍ୟକୁ ପ୍ରବେଶ କରିବ।

12 “ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକସ୍ଥାନ କରିବ। 13 ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ କୋଦାଳ ରଖିବ। ତୁମ୍ଭେ ଏକ ଗର୍ତ୍ତ ଖୋଳିବା ଉଚିତ୍ ଓ ଅନ୍ତନାଡ଼ିରୁ ଯାହା ବାହାରେ ତାକୁ ପୋତି ପକାଇବା ଉଚିତ୍ । 14 ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ହସ୍ତରେ ତୁମ୍ଭର ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି। ଏଥିପାଇଁ ସେ ଯେପରି ତୁମ୍ଭମାନଙ୍କ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି। ଏଥିପାଇଁ ତୁମ୍ଭର ଛାଉଣି ସର୍ବଦା ପବିତ୍ର ହେବା ଉଚିତ୍।

ଅନ୍ୟାନ୍ୟ ନିୟମଗୁଡ଼ିକ

15 “ଯଦି ଜଣେ ଦାସ ତା’ର ମୁନିବ ନିକଟରୁ ତୁମ୍ଭ ନିକଟକୁ ପଳାଇ ଆସିବ, ତେବେ ତୁମ୍ଭେ ତାକୁ ତା’ର ମୁନିବଙ୍କ ହସ୍ତରେ ସମର୍ପଣ କରିବ ନାହିଁ। 16 ସେ ତୁମ୍ଭର କୌଣସି ଏକ ନଗର ଦ୍ୱାର ମଧ୍ୟରେ ଆପଣା ଇଚ୍ଛାମତେ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବା ଉଚିତ୍, ତୁମ୍ଭେମାନେ ତାକୁ ଶୋଷଣ କିଅବା ଠକିବା ଉଚିତ୍ ନୁହେଁ।

17 “ଇସ୍ରାଏଲର ସ୍ତ୍ରୀଲୋକ ବା ପୁରୁଷ କେହି ମନ୍ଦିରର ବେଶ୍ୟାରୂପେ ସେବା କରିବା ଉଚିତ୍ ନୁହେଁ। 18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ଅଟନ୍ତି।

19 “ତୁମ୍ଭେ ଯେତେବେଳେ ଅନ୍ୟ ଇସ୍ରାଏଲକୁ ଋଣ ଦିଅ, ତା’ର ସୁଧ ମାଗ ନାହିଁ। ତାକୁ ସୁନା, ରୂପା, ଖାଦ୍ୟଦ୍ରବ୍ୟ କିଅବା ଅନ୍ୟ କିଛି ସୁଧ ନିଅ ନାହିଁ। ଯାହା ଜଣେ ବ୍ୟକ୍ତି ଦେଇ ପାରିବ। 20 ତୁମ୍ଭେମାନେ ବିଦେଶୀମାନଙ୍କଠାରୁ ସୁଧ ଗ୍ରହଣ କରି ପାରିବ। କିନ୍ତୁ ତୁମ୍ଭେମାନେ କୌଣସି ଇସ୍ରାଏଲ ଲୋକଠାରୁ ସୁଧ ନେବା ଉଚିତ୍ ନୁହଁ। ତେଣୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭେ ଯାହା କରୁଛ ପ୍ରତ୍ୟେକର ଆଶୀର୍ବାଦ କରିବେ, ଯାହା ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତୁମ୍ଭେ ଏହି ନିୟମ ଅନୁସରଣ କର, ତେବେ ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ଆଶୀର୍ବାଦର ପାତ୍ର ହେବ। ସଦାପ୍ରଭୁ ତୁମ୍ଭକୁ ସବୁ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବୀଦ କରିବେ।

21 “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନସିକ କଲେ ତାହା ଦେବାକୁ ବିଳମ୍ବ କରିବ ନାହିଁ। କାରଣ ତାହା ତୁମ୍ଭର ପାପ ହେବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ। 22 କିନ୍ତୁ ଯଦି ତୁମ୍ଭେ ମାନସିକ ନ କର ତେବେ ତହିଁରେ ତୁମ୍ଭର ପାପ ହେବ ନାହିଁ। 23 ଯାହା ତୁମ୍ଭ ଓଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ। ତୁମ୍ଭେ ନିଜ ମୁଖରେ ପ୍ରତିଜ୍ଞା କର ଯେପରି ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନସିକ କରିଅଛ, ସେହି ଅନୁସାରେ କରିବ।

24 “ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ର‌କୁ ଗଲେ ସ୍ୱେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ। ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ଅବଶିଷ୍ଟ ରଖିବ ନାହିଁ। 25 ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ, ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ଶସ୍ୟ କାଟି ଆଣି ପାରିବ ନାହିଁ।

ଗୀତସଂହିତା 112-113

112 ସଦାପ୍ରଭୁଙ୍କର ପ୍ରଶଂସା କର।

ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
    ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
ତା’ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
    ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
ସେହି ଲୋକର ପରିବାର ଧନଶାଳୀ ହେବେ
    ଏବଂ ତା’ର ଧର୍ମ ଚିରକାଳସ୍ଥାୟୀ ହେବ।
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
    ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
    କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ସେହି ଲୋକ କଦାପି ବିଚଳିତ ହେବ ନାହିଁ।
    ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
    ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
ସେହି ଲୋକ ସୁସ୍ଥିର ଥାଏ।
    ସେ କେବେ ଭୟ କରେ ନାହିଁ।
    ସେ ତା’ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
    ତା’ର ଧର୍ମ ଏକ। ଚିରକାଳସ୍ଥାୟୀ।
    ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
    ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
    ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।

113 ସଦାପ୍ରଭୁଙ୍କର ପ୍ରଶଂସା କର!

ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
    ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ଅଦ୍ୟାବଧି ଚିରକାଳ
    ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
    ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
    ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
    ଦେଖିବାକୁ ତଳକୁ ଗ୍ଭହିଁଲେ।
ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
    ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
    କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର!

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 50

ଇସ୍ରାଏଲ ସେମାନଙ୍କ ପାପପାଇଁ ଦଣ୍ଡିତ ହେଲା

50 ସଦାପ୍ରଭୁ ଏହିକଥା କୁହନ୍ତି,
“ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ।
    ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ
ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?
    ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ
ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା
    ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ?
    ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ?
ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ?
    କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ?
ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ
    ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ।
ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ
    ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ
    ଓ ଚଟବସ୍ତ୍ରରେ ସେହିସବୁର ଆଚ୍ଛାଦନ କରୁ।”

ପରମେଶ୍ୱରଙ୍କ ସେବକ ପ୍ରକୃତ ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ

ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି। ମୋର ପ୍ରଭୁ ସଦାପ୍ରଭୁ ମୋର କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଗ୍ଭରୀ ହୋଇ ନାହିଁ କିମ୍ବା ପଛକୁ ଫେରି ନାହିଁ। ମୁଁ ପ୍ରହାରକ ଦେବା ପାଇଁ ମୋର ପିଠି ଦେଖାଇ ଦେବି, ମୋର ଦାଢ଼ି ଉପାଡ଼ିବା ପାଇଁ ମୋର ଗାଲ ଦେଖାଇ ଦେବି, ପୁଣି ଅପମାନିତ ହେବାକୁ ଛେପ ପକାଇବାକୁ ମୋର ମୁହଁ ଲୁଗ୍ଭଇବି ନାହିଁ। ମୋର ପ୍ରଭୁ ସଦାପ୍ରଭୁ ମୋତେ ସାହାଯ୍ୟ କରିବେ; ତେଣୁ ସେମାନଙ୍କର ଅପମାନ ମୋତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମୋର ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହେବି ନାହିଁ।

ଯେ ମୋତେ ଧର୍ମାଗ୍ଭରୀ କରନ୍ତି ସେ ମୋ’ ନିକଟବର୍ତ୍ତୀ। ତେଣୁ ମୋତେ କିଏ ବିରୋଧ କରିବ? ଆସ ଆମ୍ଭେମାନେ ଏକତ୍ର ଛିଡ଼ା ହେବା, କିଏ ମୋର ବିପକ୍ଷରେ ଯିବ ସେ ମୋ’ ନିକଟକୁ ଆସୁ। ଦେଖ, ସଦାପ୍ରଭୁ, ମୋର ପ୍ରଭୁ ମୋତେ ସାହାଯ୍ୟ କରିବେ। ତେଣୁ କିଏ ମୋତେ ଦୋଷୀ କରିବ? ସେମାନେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହେବେ ଓ କୀଟ ସେଗୁଡ଼ିକୁ ଗ୍ରାସ କରିବ।

10 ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।

11 “ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20

ଏକ ହଜାର ବର୍ଷ

20 ତା’ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା। ସ୍ୱର୍ଗଦୂତ ସେହି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସେହି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ଯ୍ୟନ୍ତ ଶିକୁଳିରେ ବାନ୍ଧି ଦେଲେ। ସେ ତାହାକୁ ଗଭୀରତମ ଗହ୍ୱରରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରିଦେଲେ। ଦୂତ ସେହି ଗହ୍ୱରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହେବାପର୍ଯ୍ୟନ୍ତ ଲୋକମାନଙ୍କୁ ଭ୍ରାନ୍ତ କରି ପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାଯିବ।

ତା’ପରେ ମୁଁ କେତୋଟି ସିଂହାସନ ଓ ତା’ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ। (ଅବଶିଷ୍ଟ ମୃତ ଲୋକମାନେ ଏକହଜାର ବର୍ଷ ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ବଞ୍ଚି ଉଠିଲେ ନାହିଁ।)

ଏହା ହିଁ ପ୍ରଥମ ପୁନରୁ‌ତ୍‌‌ଥାନ। ଏହି ପ୍ରଥମ ପୁନରୁ‌ତ୍‌‌ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।

ଶୟତାନର ପରାଜୟ

ଏକ ହଜାର ବର୍ଷ ଶେଷ ହେବାପରେ ଶୟତାନକୁ ତା’ର ଗଭୀରତମ ଗହ୍ୱରର ବନ୍ଦୀଶାଳାରୁ ମୁକ୍ତି ମିଳିବ। ସେ ପୃଥିବୀର ଗ୍ଭରି କୋଣକୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସେହି ସମୁଦ୍ରର ବାଲି ପରି ଅସଂଖ୍ୟ ଗୋଗ୍ ଓ ମାଗୋ‌ଗ୍‌ଙ୍କୁ ଏକତ୍ର କରି ଯୁଦ୍ଧ କରିବାକୁ ବାହାରିବ।

ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା’ର ସେନାବାହିନୀକୁ ବିନାଶ କରିଦେଲା। 10 ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟ‌‌ଦ୍‌‌‌‌ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।

ପୃଥିବୀର ଲୋକଙ୍କର ବିଗ୍ଭର

11 ତା’ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ। 12 ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।

13 ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା’ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା। 14 ତା’ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ। 15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center