M’Cheyne Bible Reading Plan
ଇସ୍ରାଏଲୀୟମାନେ ସେମାନଙ୍କ ଦେଶକୁ ଫେରିବେ
30 “ମୁଁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହା ସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ଯ୍ୟପାଇଁ ଆଶୀର୍ବାଦ ଓ ମନ୍ଦକାର୍ଯ୍ୟ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭଙ୍କୁ ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ପଠାଇବେ। ସେଠାରେ ତୁମ୍ଭେମାନେ ସ୍ମରଣ କରିବ। 2 ସେହି ସମୟରେ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ। ଏବଂ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣ ସଦାପ୍ରଭୁଙ୍କର ବାକ୍ୟ ସମସ୍ତ ମନ ପ୍ରାଣ ଦେଇ ମାନିବ, ଯାହା ମୁଁ ଆଜି ତୁମ୍ଭକୁ ଆଜ୍ଞା ଦେଇଛି। 3 ତେବେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ପ୍ରତି ଦୟାବାନ ହେବେ। ସଦାପ୍ରଭୁ ପୁନ୍ନରାୟ ମୁକ୍ତ କରିବେ। ସେ ତୁମ୍ଭମାନଙ୍କୁ ସେଠାରୁ ଫେରାଇ ଆଣିବେ, 4 ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହୁତ ଦୂରକୁ ପଠାଇଥିଲେ ମଧ୍ୟ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫେରାଇ ଆଣିବେ। 5 ସଦାପ୍ରଭୁ ତୁମ୍ଭମାନଙ୍କୁ ଆପଣା ପୂର୍ବପୁରୁଷମାନଙ୍କ ଦେଶକୁ ଫେରାଇ ଆଣି ସେହି ଦେଶସବୁ ତୁମ୍ଭମାନଙ୍କୁ ଦେବେ। ସଦାପ୍ରଭୁ ତୁମ୍ଭର ମଙ୍ଗଳ କରି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭମାନଙ୍କର ଏତେ ଲୋକ ବୃଦ୍ଧି ହେବେ ଯେ, କେବେବି ଏତେ ନ ଥିଲା। 6 ତୁମ୍ଭେମାନେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦୟ ସହିତ ପରମେଶ୍ୱରଙ୍କୁ ପ୍ରେମ କରିବ। ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।
7 “ତେବେ ଏହି ସମସ୍ତ ଶାପ ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ଏପରି ଘଟିବ। କାରଣ ସେମାନେ ତୁମ୍ଭମାନଙ୍କୁ କ୍ଳେଶ ଦିଅନ୍ତି ଓ ଘୃଣା କରନ୍ତି। 8 ଏବଂ ତୁମ୍ଭେମାନେ ପୁନ୍ନରାୟ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁଁ ଆଜି ତୁମ୍ଭମାନଙ୍କୁ କହୁଅଛି। 9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହୁ ସନ୍ତାନ ଦେଇ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସେମାନଙ୍କ ବହୁସଂଖ୍ୟକ ବାଛୁରି ହେବ। ସେ ତୁମ୍ଭର କ୍ଷେତ୍ରକୁ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ୟ ପ୍ରଦାନ କରିବ। ସଦାପ୍ରଭୁ ପୁଣି ଥରେ ତୁମ୍ଭଠାରେ ଆନନ୍ଦିତ ହେବେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠାରେ ଆନନ୍ଦିତ ଥିଲେ। 10 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ପୁସ୍ତକର ସମସ୍ତ ନିୟମ ବିଧି ମାନି ଚଳିବାକୁ ପଡ଼ିବ। ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନିକଟକୁ ଯେବେ ଫେରି ଆସ।
ଜୀବନ ନା ମୃତ୍ୟୁ
11 “ଆଜି ମୁଁ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦେଲି ତାହା ତୁମ୍ଭମାନଙ୍କ ପାଇଁ ଅତି କଠୋର ନୁହେଁ, କିଅବା ଦୂରବର୍ତ୍ତୀ ନୁହେଁ। 12 ଏହା ସ୍ୱର୍ଗରେ ନାହିଁ, ସେଥିପାଇଁ ତୁମ୍ଭେମାନେ କହିବ ଯେ, ‘ଆମ୍ଭମାନଙ୍କ ପାଇଁ କିଏ ସ୍ୱର୍ଗକୁ ଯିବ ତାହା ଆଣିବା ପାଇଁ ଯେଉଁଥିରେ ଆମ୍ଭେ ପାଳନ କରି ପାରିବୁ।’ 13 ଏହି ନିର୍ଦ୍ଦେଶ ସମୁଦ୍ରର ଆର ପାରିରେ ନାହିଁ ଯେ, ତେଣୁ ତୁମ୍ଭେ କହିବ, ‘କିଏ ସମୁଦ୍ର ପାର ହୋଇ ଆମ୍ଭମାନଙ୍କ ପାଇଁ ତାହା ଆଣି ଶୁଣାଇବେ ଓ ଆମ୍ଭେ ଶୁଣିବୁ।’ 14 ନାଁ, ଏହି ବାଣୀ ତୁମ୍ଭମାନଙ୍କର ଖୁବ୍ ନିକଟରେ ଅଛି। ଏହା ତୁମ୍ଭମାନଙ୍କର ପାଟିରେ ଅଛି। ତୁମ୍ଭମାନଙ୍କର ହୃଦୟରେ ଅଛି। ତେଣୁ ତୁମ୍ଭେମାନେ ଏହା କରି ପାରିବ।
15 “ଆଜି ଆମ୍ଭେ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ ଏବଂ ଭଲ ଓ ମନ୍ଦ ମଧ୍ୟରୁ ଗୋଟିକୁ ବାଛିବାକୁ ଦେଇଅଛୁ। 16 ମୁଁ ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଉଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ତାଙ୍କୁ ଅନୁସରଣ କରି ତାଙ୍କର ବାକ୍ୟମାନ, ନିୟମ ବିଧି ପାଳନ କର। ତେବେ ତୁମ୍ଭେମାନେ ବଞ୍ଚିବ ଏବଂ ତୁମ୍ଭର ଜାତି ବଢ଼ିବ। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଥିବା ଦେଶରେ ତୁମ୍ଭକୁ ଆଶୀର୍ବାଦ କରିବେ, ଯେଉଁଠାକୁ ତୁମ୍ଭେମାନେ ଅଧିକାର କରିବା ପାଇଁ ଯାଉଛ। 17 ଯଦି ତୁମ୍ଭମାନଙ୍କର ହୃଦୟ ତାଙ୍କଠାରୁ ବିମୁଖ ହୁଏ ଓ ତାଙ୍କ କଥା ଶୁଣିବ ନାହିଁ, ମାତ୍ର ବିପଥଗାମୀ ହୋଇ ଅନ୍ୟ ଦେବତାଗଣର ସେବା ଓ ପୂଜା କର। 18 ତେବେ ତୁମ୍ଭେମାନେ ଧ୍ୱଂସ ହେବ। ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମୁଖ ହେବ। ଯର୍ଦ୍ଦନର ସେପାରିସ୍ଥ ଭୂମିରେ ଯେଉଁଠାକୁ ତୁମ୍ଭେମାନେ ଯିବା ପାଇଁ ପ୍ରସ୍ତୁତ ସେଠାରେ ତୁମ୍ଭେମାନେ ବେଶିଦିନ ବଞ୍ଚିପାରିବ ନାହିଁ।
19 “ଆଜି ମୁଁ ସ୍ୱର୍ଗ ଓ ପୃଥିବୀକୁ ଡାକୁଛି, ସାକ୍ଷୀରୂପେ ଜୀବନ ଓ ମୃତ୍ୟୁ, ଆଶୀର୍ବାଦ ଓ ଅଭିଶାପ, ଏହା ଭିତରୁ ମୁଁ ତୁମ୍ଭକୁ ପସନ୍ଦ କରିବାକୁ ଦେଇଛି। ତେଣୁ ତୁମ୍ଭେମାନେ ଜୀବନକୁ ବାଛ। ତେବେ ତୁମ୍ଭେ ଓ ତୁମ୍ଭର ପିଲାମାନେ ବଞ୍ଚି ପାରିବେ। 20 ତୁମ୍ଭେମାନେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡ଼ିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ ଜୀବନ ଦେବେ ସେହି ଦେଶରେ, ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଏବଂ ଯାକୁବଙ୍କୁ କହିଥିଲେ।”
ଇୟୂଦ୍
73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
ତେବେ ମୁଁ ଲଜ୍ଜିତ ହେବି ନାହିଁ।
କଫ୍
81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।
ଲାମଦ୍
89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
ତୁମ୍ଭର ବ୍ୟବସ୍ଥା ଛଡ଼ା।
ଇସ୍ରାଏଲ ପରମେଶ୍ୱରଙ୍କ ଅନୁସରଣ କରେ ନାହିଁ
57 ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି,
ମାତ୍ର ସେ ବିଷୟରେ କେହି ମନୋଯୋଗ କରୁ ନାହାନ୍ତି।
ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି
ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି।
ଏହା ମଧ୍ୟ କେହି ବିବେଚନା କରୁ ନାହାନ୍ତି।
2 ମାତ୍ର ସେମାନେ ଶାନ୍ତିରେ ପ୍ରବେଶ କରିବେ
ଓ ଯେଉଁମାନେ ଧର୍ମ ନିଷ୍ଠାରେ ଗ୍ଭଲନ୍ତି, ସେମାନେ ନିଜର ଶଯ୍ୟାରେ ଶାନ୍ତିରେ ବିଶ୍ରାମ କରିବେ।
3 “ହେ ଯାଦୁକାର ଓ ବ୍ୟଭିଗ୍ଭରିଣୀ
ଓ ବ୍ୟଭିଗ୍ଭରିଣୀର ସନ୍ତାନଗଣ ନିକଟକୁ ଆସ।
4 ତୁମ୍ଭେମାନେ କାହାକୁ ଉପହାସ କରୁଅଛ?
ତୁମ୍ଭେମାନେ କାହା ଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ?
ତୁମ୍ଭେମାନେ କ’ଣ ଅଧର୍ମାଗ୍ଭରୀର ସନ୍ତାନ ଓ ଅନାଗ୍ଭର ବଂଶ ନୁହଁ?
5 ଅଲୋନବୃକ୍ଷ ତଳେ ତୁମ୍ଭର କ’ଣ ଶାରୀରିକ ସମ୍ବନ୍ଧ କରି ନାହଁ?
ପ୍ରତ୍ୟେକ ହରିତ୍ ବୃକ୍ଷ ତଳେ ତୁମ୍ଭେ କ’ଣ ନିଜକୁ ଉପଭୋଗ କରୁ ନାହଁ?
ତୁମ୍ଭେମାନେ ଉପତ୍ୟକାଗୁଡ଼ିକର ଶୈଳଗୁଡ଼ିକର ପର୍ବତ ତଳେ
ସନ୍ତାନଗଣକୁ କ’ଣ ବଳିଦାନ କରୁ ନାହଁ?
6 ଉପତ୍ୟକାର ଚିକ୍କଣ ପଥରଗୁଡ଼ିକ ମଧ୍ୟରେ ତୁମ୍ଭର ଅଂଶ, ସେଗୁଡ଼ିକରେ ତୁମ୍ଭର ଅଧିକାର;
ପୁଣି ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟନୈବେଦ୍ୟ ଢାଳିଅଛ
ଓ ନୈବେଦ୍ୟ ଉତ୍ସର୍ଗ କରିଅଛ।
ଏସବୁରେ ଆମ୍ଭେ କ’ଣ ଶାନ୍ତ ହେବା?
7 ତୁମ୍ଭେ ଉଚ୍ଚ ଓ ଉନ୍ନତ ପର୍ବତ ଉପରେ
ନିଜର ଶଯ୍ୟା ପାତିଅଛ
ଓ ସେସ୍ଥାନକୁ ମଧ୍ୟ ବଳିଦାନ
କରିବାକୁ ଯାଇଅଛ।
8 ପୁଣି କବାଟ ଓ ଚୌକାଠର ପଛରେ
ତୁମ୍ଭେ ତୁମ୍ଭର ସ୍ମୃତିସ୍ତମ୍ଭ ସ୍ଥାପନ କରିଅଛ;
କାରଣ ତୁମ୍ଭେ ଆମ୍ଭକୁ ଛାଡ଼ି
ଅନ୍ୟପ୍ରତି ନିଜକୁ ଅନାବୃତ କରି ଉପରକୁ ଯାଇଅଛ।
ତୁମ୍ଭେ ନିଜର ଶଯ୍ୟା ବଢ଼ାଇ
ସେମାନଙ୍କ ସହିତ ଚୁକ୍ତି କରିଅଛି।
ତୁମ୍ଭେ ଯେଉଁଠାରେ ଶଯ୍ୟା ଦେଖିଲ
ତାହା ଭଲ ପାଇଅଛ।
9 ତୁମ୍ଭେ ତୈଳ ନେଇ ରାଜା ନିକଟକୁ ଯାଇଅଛ
ଓ ନିଜର ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ।
ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ
ଓ ନିଜକୁ ପାତାଳ ପର୍ଯ୍ୟନ୍ତ ମୃତ୍ୟୁର ସ୍ଥାନ ହତଗର୍ବ କରିଅଛ।
10 ତୁମ୍ଭେ ଦୀର୍ଘପଥ ଯାତ୍ରା ଯୋଗୁଁ ଯଦିଓ କ୍ଳାନ୍ତ ହୋଇଥିଲ,
ତଥାପି ତୁମ୍ଭେ ଭରସା ନାହିଁ ବୋଲି କହି ନ ଥିଲ।
ତୁମ୍ଭେ ନୂତନ ବଳ ପାଇ ସତେଜ ହେଲ,
ତେଣୁ ତୁମ୍ଭେ କ୍ଳାନ୍ତ ଅନୁଭବ କଲ ନାହିଁ।
11 ତାହାର ସକାଶୁ ଏପରି କ୍ଳେଶ ଓ ଭୀତା ଯେ,
ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ଭୁଲି ଯାଇଅଛ?
ତୁମ୍ଭେ ସେଥିରେ ନିଜର ମନୋଯୋଗ କରୁ ନାହଁ।
ଆମ୍ଭେ କ’ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ?
ତୁମ୍ଭେ କ’ଣ ଆମ୍ଭକୁ ଭୟ କରୁ ନାହଁ?
12 ଆମ୍ଭେ ତୁମ୍ଭର ‘ଧାର୍ମିକତା’ ପ୍ରକାଶ କରିବା।
ପୁଣି ତୁମ୍ଭର ‘ସକଳ କର୍ମ’ ତୁମ୍ଭର ଉପକାରରେ ଆସିବ ନାହିଁ।
13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ,
ସେମାନେ ତୁମ୍ଭେ କାନ୍ଦିଲା ବେଳେ ତୁମ୍ଭକୁ ଉଦ୍ଧାର କରନ୍ତୁ।
ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ।
ଗୋଟିଏ ନିଃଶ୍ୱାସ ସେ ସମସ୍ତଙ୍କୁ ନେଇଯିବ।
କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ,
ସେ ଦେଶ ଅଧିକାର କରିବ
ଓ ଆମ୍ଭ ପବିତ୍ର ପର୍ବତରେ ଅଧିକାରୀ ହେବ।”
ସଦାପ୍ରଭୁ ତାଙ୍କ ସନ୍ତାନମାନଙ୍କୁ ରକ୍ଷା କରିବେ
14 ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର।
ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।”
15 କାରଣ ଯେ ଅନନ୍ତକାଳ ନିବାସୀ,
ଯାହାଙ୍କର ନାମ ପରମେଶ୍ୱର,
ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି;
“ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ।
ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ
ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ
ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
16 ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ
କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ।
ଯଦି କରିବା ତାହାହେଲେ ମାନବର ଆତ୍ମା
ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ
କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ,
ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ;
ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।
18 ଆମ୍ଭେ ତାହାର ଗତି ଦେଖିଅଛୁ ଓ ଆମ୍ଭେ ତାକୁ ସଠିକ୍ ରୂପେ ଗଢ଼ିବା, ମୁଁ ତାକୁ ସତ୍ୟର ପଥ ଦେଖାଇବି
ଏବଂ ତାହାର ଶୋକାକୁଳ ଲୋକମାନଙ୍କୁ ପୁନର୍ବାର ସାନ୍ତ୍ୱନା ଦେବି।
19 ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ।
ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ
ଓ ନିକଟବର୍ତ୍ତୀ ଲୋକ ପ୍ରତି ‘ଶାନ୍ତି’ ହେଉ
ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”
20 ମାତ୍ର ଦୁଷ୍ଟମାନେ ତରଙ୍ଗାୟିତ ସମୁଦ୍ର ତୁଲ୍ୟ,
କାରଣ ତାହା ସ୍ଥିର ହୋଇପାରେ ନାହିଁ
ଓ ତାହାର ଜଳରେ ପଙ୍କ
ଓ କାଦୁଅ ଉଠେ।
21 ଆମ୍ଭର ପରମେଶ୍ୱର କୁହନ୍ତି;
“ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।’
ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି(A)
5 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2 ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,
3 “ଆତ୍ମାରେ ଦିନହୀନ ଲୋକମାନେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
4 ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ;
କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
5 ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ;
କାରଣ ଏ ପୃଥିବୀ ସେହିମାନଙ୍କର ହେବ।
6 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ,
କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
7 ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ;
କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
8 ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ;
କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ,
କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।
10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ;
କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
11 “ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ। 12 ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।
ତୁମ୍ଭେମାନେ ଲୁଣ ଓ ଆଲୋକ ପରି(B)
13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ
17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ [a]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି
21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। [b] ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ [c] ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, 24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା’ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।
25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। 26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।
ଯୀଶୁ ଯୌନଗତ ପାପ ସମ୍ବନ୍ଧରେ ଶିକ୍ଷା ଦିଅନ୍ତି
27 “ତୁମ୍ଭେମାନେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, ‘ବ୍ୟଭିଗ୍ଭର କର ନାହିଁ।’ [d] 28 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି। 29 ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ। 30 ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।
ଯୀଶୁ ଛାଡ଼ପତ୍ର ସମ୍ବନ୍ଧରେ ଶିକ୍ଷା ଦିଅନ୍ତି(C)
31 “ଏ କଥା ମଧ୍ୟ କୁହାଯାଇଛି ଯେ, ‘ଯେଉଁ ଲୋକ ତା’ର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତା’ ପତ୍ନୀକୁ ଛାଡ଼ପତ୍ର ପାଇଁ ଲିଖିତ ରୂପରେ ଗୋଟିଏ ସୂଚନା ଦେବ।’ [e] 32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।
ପ୍ରତିଜ୍ଞା ସମ୍ବନ୍ଧରେ ଯୀଶୁଙ୍କର ଶିକ୍ଷା
33 “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’ [f] 34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ। 35 ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ। 36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା’ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ। 37 ଯଦି ତୁମ୍ଭେ ଠିକ୍ ମନେ କରୁଛ ତେବେ ‘ହଁ’ କୁହ ଏବଂ ତୁମ୍ଭେ ଯଦି ଭୁଲ୍ ବୋଲି ମନେ କରୁଛ ତେବେ ‘ନାଁ’ କୁହ। ‘ହଁ’ ବା ‘ନାଁ’ ଠାରୁ ଅଧିକା ବିଷୟ ପାପାତ୍ମାଠାରୁ ଆସିଥାଏ।
ଯୀଶୁ କହନ୍ତି: ପ୍ରତିଶୋଧ ମନଭାବ ରଖ ନାହିଁ(D)
38 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି, ‘ଆଖି ବଦଳରେ ଆଖି ଓ ଦାନ୍ତ ବଦଳରେ ଦାନ୍ତ।’ [g] 39 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, କୌଣସି ମନ୍ଦ ଲୋକର ବିରୁଦ୍ଧରେ ଠିଆ ହୁଅ ନାହିଁ। ବରଂ ଯଦି କେହି ତୁମ୍ଭର ଡାହାଣ ଗାଲରେ ଗ୍ଭପୁଡ଼ାଟିଏ ମାରେ, ତେବେ ତୁମ୍ଭେ ତା ଆଡ଼କୁ ଆର ଗାଲଟି ମଧ୍ୟ ଦେଖେଇ ଦିଅ। 40 ଯଦି କେହି ତୁମ୍ଭ ବିରୁଦ୍ଧରେ ବିଗ୍ଭରାଳୟରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନେବାକୁ ଇଚ୍ଛା କରେ, ତେବେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ୟଦେଇ ଦିଅ। 41 ଯଦି କେହି ତୁମ୍ଭକୁ ତା’ ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ୟ କରେ ତେବେ ତୁମ୍ଭେ ତା’ ସହିତ ଦୁଇ କୋଶ ଗ୍ଭଲି ଯାଅ। 42 ଯଦି କେହି ତୁମ୍ଭକୁ କିଛି ମାଗେ, ତେବେ ତାହା ତାହାକୁ ଦିଅ। କେହି ଯଦି ତୁମ୍ଭଠାରୁ ଧାର ନେବାକୁ ଇଚ୍ଛାକରେ, ତେବେ ତାହାକୁ ମନା କର ନାହିଁ।
ସମସ୍ତଙ୍କୁ ପ୍ରେମ କର(E)
43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’ [h] 44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। 45 ତା’ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି। 46 ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀ [i]ମାନେ ମଧ୍ୟ ଏହା କରନ୍ତି। 47 ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି? 48 ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
2010 by World Bible Translation Center