Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯିହୋଶୂୟଙ୍କର ପୁସ୍ତକ 5:1-6:5

ଇସ୍ରାଏଲର ଲୋକମାନେ ନଦୀ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଯର୍ଦ୍ଦନ ନଦୀକୁ ଶୁଷ୍କ ରଖିଲେ। ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜାମାନେ ଓ ଭୂମଧ୍ୟ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାମାନେ ଏହା ଶୁଣିଲେ, ସେତେବେଳେ ସେମାନଙ୍କର ହୃଦୟ ତରଳି ଗଲା ଓ ଇସ୍ରାଏଲୀୟମାନଙ୍କୁ ସମ୍ମୁଖୀନ ହେବା ସକାଶେ ସେମାନେ ସେମାନଙ୍କର ସାହସ ହରାଇଲେ।

ଇସ୍ରାଏଲୀୟମାନେ ସୁନ୍ନତ ହେଲେ

ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ତିଆରି କରି ଆଉ ଥରେ ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।”

ତେଣୁ ଯିହୋଶୂୟ ଛୁରୀମାନ ତିଆରି କରି ଗିବିୟୋତ ହ‌ର୍‌ଲୋତ୍ [a] ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣଙ୍କର ସୁନ୍ନତ କରାଇଲେ।

4-7 ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି, ମିଶରରୁ ବାହାରି ଆସିବା ପରେ ଇସ୍ରାଏଲର ସମସ୍ତ ଲୋକ ଯାତ୍ରା କରୁଥିବା ବେଳେ ମରୁଭୂମିରେ ମୃତ୍ୟୁବରଣ କଲେ। ସେମାନେ ସମସ୍ତେ ଯୋଦ୍ଧା ଥିଲେ ଓ ସୁନ୍ନତ ହୋଇଥିଲେ। କିନ୍ତୁ ମିଶର ଛାଡ଼ିବା ପରେ ମରୁଭୂମିରେ ଜନ୍ମ ହୋଇଥିବା ଇସ୍ରାଏଲୀୟମାନେ ସୁନ୍ନତ ହୋଇ ନ ଥିଲେ। ଯେହେତୁ ଲୋକମାନେ ସଦାପ୍ରଭୁଙ୍କ କଥା ମାନିଲେ ନାହିଁ। ତେଣୁ ସେମାନଙ୍କୁ ପ୍ରତିଜ୍ଞା କରାଯାଇଥିବା ଦେଶ ସେମାନେ ଦେଖି ପାରିଲେ ନାହିଁ ଏବଂ ଦୀର୍ଘ ଗ୍ଭଳିଶ୍ ବର୍ଷ ଯାଏ ସମସ୍ତ ଯୋଦ୍ଧା ମୃତ୍ୟୁବରଣ କରିବା ପର୍ଯ୍ୟନ୍ତ ମରୁଭୂମିରେ ଘୁରି ବୁଲିଲେ। ସଦାପ୍ରଭୁ ସେମାନଙ୍କୁ “ଉର୍ବର ଓ ଦୁ‌ଗ୍‌ଧମଧୁପ୍ରବାହୀତ ଦେଶ” ନ ଦେଖାଇବା ପାଇଁ ପ୍ରତିଜ୍ଞା କଲେ, ଯାହା ସେ ସେମାନଙ୍କର ପୂର୍ବପୁରୁଷଗଣଙ୍କଠାରେ ଆମ୍ଭକୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ତେଣୁ ସେମାନଙ୍କର ପୁତ୍ରଗଣ ସେମାନଙ୍କର ମୃତ୍ୟୁପରେ ସେମାନଙ୍କର ଜାଗାଗୁଡ଼ିକ ନେଇଗଲେ। ସେମାନେ ବାଟରେ ସୁନ୍ନତ ହୋଇ ନ ଥିଲେ, ତେଣୁ ସେମାନେ ରାସ୍ତାରେ ଯିହୋଶୂୟଙ୍କ ଦ୍ୱାରା ସୁନ୍ନତ ହେଲେ।

ଯିହୋଶୂୟ ସେମାନଙ୍କର ସୁନ୍ନତ ଶେଷ କଲେ। ଲୋକମାନେ ସତେଜ ହେବା ପର୍ଯ୍ୟନ୍ତ ସେମାନଙ୍କର ସ୍ଥାନରେ ରହିଲେ।

କିଣାନରେ ପ୍ରଥମ ନିସ୍ତାରପର୍ବ

ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେମାନେ ମିଶରର ଦାସ ଥିଲ, ଏବଂ ଏହା ତୁମ୍ଭକୁ ଲଜ୍ଜା ଦେଉଥିଲା। କିନ୍ତୁ ଆଜି ମୁଁ ଲଜ୍ଜାକୁ ନିବାରଣ କରିଅଛି।” ତେଣୁ ଯିହୋଶୂୟ ସେ ସ୍ଥାନର ନାମ ଦେଲେ, ଗି‌ଲ୍‌ଗଲ୍, ଏବଂ ସେହି ଗି‌ଲ୍‌ଗଲ୍ ନାମ ଆଜି ମଧ୍ୟ ପ୍ରଚଳିତ ଅଛି।

10 ଇସ୍ରାଏଲ ଲୋକମାନେ ନିସ୍ତାରପର୍ବ ପାଳନ କଲେ, ଯେତେବେଳେ ସେମାନେ ଯିରୀହୋ ସମତଳ ଅଞ୍ଚଳ ନିକଟରେ ଛାଉଣି ସ୍ଥାପନ କଲେ। ତାହା ଥିଲା ସେହି ମାସ ଚଉଦ ତାରିଖ ସନ୍ଧ୍ୟା। 11 ଆଉ ନିସ୍ତାରପର୍ବର ପୂର୍ବଦିନ ସେମାନେ ଦେଶର ଶସ୍ୟ ତାଡ଼ିଶୂନ୍ୟ ରୋଟୀ ଓ ଭଜା ଶସ୍ୟ ଖାଇଲେ। 12 ତା’ ପରଦିନ ସକାଳେ, ସ୍ୱର୍ଗର ଖାଦ୍ୟ ମାନ୍ନା ଆକାଶରୁ ପଡ଼ିବା ବନ୍ଦ ହେଲା, ସେମାନେ ସେହି ଦେଶର ଶସ୍ୟ ଭୋଜନ କଲାରୁ ଏପରି ହେଲା। ତେଣୁ ଇସ୍ରାଏଲର ଲୋକମାନେ ଆଉ ମାନ୍ନା ଖାଦ୍ୟ ପାଇଲେ ନାହିଁ। ସେହି ସମୟଠାରୁ ସେମାନେ କିଣାନର ଶସ୍ୟ ଖାଇଲେ।

The Commander of the Lord’s Army

13 ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା’ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା’ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”

14 ଅସ୍ତ୍ର ଧରିଥିବା ଲୋକଟି ଉତ୍ତର ଦେଲା, “ମୁଁ ତୁମ୍ଭର ଶତ୍ରୁ ନୁହେଁ, ମୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଅଟେ। ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସିଲି।”

ଏହା ପରେ ଯିହୋଶୂୟ ସମ୍ମାନ ଜଣାଇ ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। ସେ କହିଲେ, “ମୋର ପ୍ରଭୁ ତାଙ୍କର ଦାସ ମୋ’ ପାଇଁ କିଛି ବାର୍ତ୍ତା ପଠାଇଛନ୍ତି କି?”

15 ସଦାପ୍ରଭୁଙ୍କର ସୈନ୍ୟଦଳର ସେନାପତି ଉତ୍ତର ଦେଲେ, “ତୁମ୍ଭ ପାଦରୁ ପାଦୂକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଛିଡ଼ା ହୋଇଅଛ, ସେ ସ୍ଥାନ ପବିତ୍ର।” ତେଣୁ ଯିହୋଶୂୟ ସେହିପରି କଲେ।

ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।

ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି। ପ୍ରତ୍ୟେକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭେମାନେ ଛଅ ଦିନ ଧରି କରିବା ଉଚିତ୍। ସାତୋଟି ମେଷ ତୂରୀ ସହିତ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ସମ୍ମୁଖକୁ ଯିବେ। ଆଉ ସପ୍ତମ ଦିନରେ ତୁମ୍ଭେମାନେ ସାତଥର ନଗର ପ୍ରଦକ୍ଷିଣ କରିବା ଉଚିତ୍ ଓ ଯାଜକମାନେ ମେଷର ତୂରୀ ବଜାଇବା ଉଚିତ୍। ସମସ୍ତ ଯାଜକମାନେ ମେଷ ତୂରୀରେ ଦୀର୍ଘ ଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ ସେତେବେଳେ ସମସ୍ତ ଲୋକ ମହାଜୟ ଧ୍ୱନିରେ ଜୟଧ୍ୱନି କରିବେ ଏବଂ ପ୍ରାଚୀର ପଡ଼ିଯିବ ଓ ସମସ୍ତ ଲୋକମାନେ ସିଧା ନଗରକୁ ଯିବାକୁ ସକ୍ଷମ ହେବେ।”

ଗୀତସଂହିତା 132-134

ଆରୋହଣ ଗୀତ।

132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
    ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
“ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
    ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
ମୁଁ ଶୟନ କରିବି ନାହିଁ।
    ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
ମୁଁ ମୋର ଗୃହକୁ ଯିବି ନାହିଁ
    ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”

ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
    ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
    ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
    ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
    ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
    ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
    “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
    ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”

13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
    ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
    ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
    ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
    ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
    ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
    କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

133 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା
    ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ
    ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ।
    ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।

ଆରୋହଣ ଗୀତ।

134 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି,
    ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ
    ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
ସ୍ୱର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା,
    ସିୟୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 65

ସମସ୍ତ ଲୋକ ପରମେଶ୍ୱରଙ୍କ ବିଷୟରେ ଶିକ୍ଷା କରିବେ

65 ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ।

“ଯେଉଁମାନେ ନିଜ ନିଜ ଚିନ୍ତାନୁସାରେ କୁପଥରେ ଗମନ କରନ୍ତି, ସେହି ବିଦ୍ରୋହାଗ୍ଭରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ। ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଆମ୍ଭ ସମ୍ମୁଖରେ ଗୁଡ଼ିଏ ଇଟା ଉପରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି। ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁମ୍ଫା ମଧ୍ୟରେ ରାତ୍ରି ଯାପନ କରନ୍ତି। ସେମାନେ ଶୂକର ମାଂସ ଭକ୍ଷ୍ୟଣ କରନ୍ତି ଓ ସେମାନଙ୍କ ପାତ୍ରରେ ଦୂଷିତ ମାଂସ ଝୋଳ ଥାଏ। “ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।”

ଇସ୍ରାଏଲ ନିଶ୍ଚୟ ଦଣ୍ଡିତ ହେବ

“ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି, ଆମ୍ଭେ ନୀରବ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା।” ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।”

ସଦାପ୍ରଭୁ ଏହିକଥା କୁହନ୍ତି, “ଯେତେବେଳେ ଦ୍ରାକ୍ଷାଫଳରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥିରେ ଆଶୀର୍ବାଦ ଅଛି, ସେହିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି ସ୍ଥାପନ କରିବେ। 10 ଆଉ ଯେଉଁମାନେ ଆମ୍ଭକୁ ଅନ୍ୱେଷଣ କରନ୍ତି ସେମାନଙ୍କ ପାଇଁ ଶାରୋଣ ଏକ ମେଷମାନଙ୍କର ଗ୍ଭରଣଭୂମି ଓ ଆଖୋର ଉପତ୍ୟକା ଗୋପଲର ଶୟନସ୍ଥଳ ହେବ।

11 “ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛ ଓ ଆମ୍ଭର ପବିତ୍ର ପର୍ବତକୁ ପାଶୋରି ଅଛ। ଭଣ୍ଡ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀ ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂରଣ କରୁଅଛ। 12 ତୁମ୍ଭମାନଙ୍କୁ ଆମ୍ଭେ ‌‌ଖ‌ଡ଼୍‌ଗରେ ଚ୍ଛେଦନ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟସ୍ଥାନରେ ନଇଁ ପଡ଼ିବ। କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ସେହି କାର୍ଯ୍ୟ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସେହି କାର୍ଯ୍ୟକୁ ମନୋନୀତ କଲ।”

13 ସେହି ସକାଶେ ମୋର ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି,
“ଆମ୍ଭର ଦାସମାନେ ଭୋଜନ କରିବେ,
    ମାତ୍ର ତୁମ୍ଭେ ମନ୍ଦାଗ୍ଭରୀମାନେ କ୍ଷୁଧାର୍ତ୍ତ ରହିବ।
ଆମ୍ଭର ଦାସମାନେ ପାନ କରିବେ,
    ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ରହିବ।
ଆମ୍ଭର ଦାସମାନେ ଆନନ୍ଦ କଲାବେଳେ
    ତୁମ୍ଭେମାନେ ଲଜ୍ଜିତ ହେବ।
14 ଆମ୍ଭର ଦାସମାନେ ଆନନ୍ଦରେ ଗାନ କରିବେ
    କାରଣ ସେମାନଙ୍କ ହୃଦୟ ସୁଖରେ ପରିପୂର୍ଣ୍ଣ।
ମାତ୍ର ତୁମ୍ଭେ ମନ୍ଦାଗ୍ଭରୀଗଣ ହୃଦୟର ଦୁଃଖ ନିମିତ୍ତ ବିଳାପ କରିବ।
    ଆଉ ମଧ୍ୟ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।
15 ପୁନଶ୍ଚ ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖିଯିବ।”
    ତେଣୁ ମୋର ପ୍ରଭୁ ସଦାପ୍ରଭୁ ତୁମ୍ଭକୁ ବଧ କରିବେ।
    ସେ ନିଜର ଦାସମାନଙ୍କୁ ଅନ୍ୟ ନାମରେ ନାମିତ କରିବେ।
16 “ଯେଉଁ ଲୋକ ପୃଥିବୀରେ ଆଶୀର୍ବାଦର ପାତ୍ର ହୁଏ,
    ସେ ପରମେଶ୍ୱରଙ୍କ ଦ୍ୱାରା ଆଶୀର୍ବାଦିତ ହେବ
ଓ ଯେଉଁ ଲୋକ ପୃଥିବୀରେ ଶପଥ କରିବ
    ସେ ପରମେଶ୍ୱରଙ୍କ ନାମରେ ଶପଥ କରିବ।
କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହୋଇଅଛି
    ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।”

ନୂତନ ସମୟ ଆସୁଅଛି

17 “କାରଣ ଦେଖ, ଆମ୍ଭେ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ।
ତେଣୁ ପୂର୍ବକାଳର ବିଷୟସବୁ ବିସ୍ମୃତ ହେବ
    ଓ ସେଗୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
18 ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ,
    ତୁମ୍ଭେମାନେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର।
କାରଣ ଆମ୍ଭେ ଯିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ
    ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।

19 “ପୁଣି ଆମ୍ଭେ ଯିରୁଶାଲମରେ ଆନନ୍ଦ କରିବା
    ଓ ଆମ୍ଭ ଲୋକମାନଙ୍କଠାରେ ଉଲ୍ଲାସ କରିବା।
ସେଠାରେ ଆଉ ବିଳାପର ଧ୍ୱନି
    ଓ କ୍ରନ୍ଦନର ସ୍ୱର ଶୁଣାଯିବ ନାହିଁ।
20 କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ।
    ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ
ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ,
    ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ।

21 “ସେହି ସ୍ଥାନରେ ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ
    ଓ ସେମାନେ ଦ୍ରାକ୍ଷାକ୍ଷେତ ପ୍ରସ୍ତୁତ କରି ତାହାର ଫଳ ଭୋଗ କରିବେ।
22 ସେମାନେ ନିର୍ମାଣ କରିଥିବା ଗୃହରେ
    ଅନ୍ୟ ଲୋକ ବାସ କରି ପାରିବେ ନାହିଁ
ଓ ସେମାନଙ୍କରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ।
    କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁତୁଲ୍ୟ ହେବ
ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ଯ୍ୟନ୍ତ
    ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।
23 ସେମାନେ ଅନିୟମିତ ପରିଶ୍ରମ କରିବେ ନାହିଁ।
    ସେମାନେ ବିନାଶ ପାଇଁ ଦୈବ ନିଯୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ।
ସେମାନେ ଓ ସେମାନଙ୍କର ସନ୍ତାନଗଣ
    ଆଶୀର୍ବାଦ ପାତ୍ରର ପରିବାରରୁ ହେବେ।
24 ପୁଣି ସେମାନେ ଡାକିବା ପୂର୍ବରୁ ଆମ୍ଭେ ଉତ୍ତର ଦେବା
    ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
25 ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ,
    ସିଂହ ଗୋରୁପଲ ପରି ନଡ଼ା ଖାଇବ।
    ପୁଣି ଧୂଳି ସର୍ପର ଖାଦ୍ୟ ହେବ।
ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।”
    ସଦାପ୍ରଭୁ ଏହା କୁହନ୍ତି।

ମାଥିଉ ଲିଖିତ ସୁସମାଗ୍ଭର 13

ଯୀଶୁଙ୍କ ବୀଜ ବୁଣିବାର ଦୃଷ୍ଟାନ୍ତ(A)

13 ସେହି ଦିନ ଯୀଶୁ ସେହି ଘରୁ ବାହାରି ଗ୍ଭଲିଗଲେ ଓ ହ୍ରଦ କୂଳରେ ଯାଇ ବସିଲେ। ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସେଠାରେ ଯାଇ ବସିଲେ। ସବୁ ଲୋକ କୂଳରେ ରହିଲେ। ତା’ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ,

“ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା। ସେ ବୁଣିବା ବେଳେ କିଛି ବୀଜ ରାସ୍ତା କଡ଼ରେ ପଡ଼ିଗଲା। ଚଢ଼େଇମାନେ ଆସି ସେ ସବୁତକ ଖାଇ ଦେଲେ। ଆଉ କିଛି ବୀଜ ପଥୁରିଆ ଜାଗାରେ ପଡ଼ିଗଲା, ସେଠାରେ ଯଥେଷ୍ଟ ମାଟି ନ ଥିଲା, ମାଟି ଗଭୀରିଆ ନ ଥିବାରୁ ବୀଜରୁ ଖୁବ୍ ଶୀଘ୍ର ଗଜା ବାହାରି ପଡ଼ିଲା। କିନ୍ତୁ ଯେତେବେଳେ ସୂର୍ଯ୍ୟ ଉପରକୁ ଉଠିଲା, ସେତେବେଳେ ଗଛ ଝାଉଁଳି ପଡ଼ିଲା। ତା’ର ଚେର ଗଭୀରକୁ ଯାଇ ପାରି ନ ଥିବାରୁ ଗଛଟି ଶୁଖି ମରିଗଲା। ଆଉ କିଛି ବୀଜ କଣ୍ଟା ବୁଦାରେ ପଡ଼ିଗଲା। କଣ୍ଟାବୁଦା ବଢ଼ି ଯିବାରୁ ଗ୍ଭରା ଗଛକୁ ଗ୍ଭପି ଦେଲା। ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା। ତୁମ୍ଭର ଯଦି କାନ ଅଛି, ତେବେ ଶୁଣ।”

ଦୃଷ୍ଟାନ୍ତ ମାଧ୍ୟମରେ ଯୀଶୁଙ୍କର ଶିକ୍ଷା(B)

10 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଗ୍ଭରିଲେ, “ତୁମ୍ଭେ ସେମାନଙ୍କୁ ଦୃଷ୍ଟାନ୍ତ ମାଧ୍ୟମରେ କାହିଁକି ଶିକ୍ଷା ଦେଉଛ?”

11 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ। 12 ଯାହା ପାଖରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆଯିବ ଏବଂ ସେ ଆବଶ୍ୟକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖରେ ବିଶେଷ ବୁଝିବା-ଶକ୍ତି ନାହିଁ, ସେ ତା’ପାଖରେ ଥିବା ସେହି ଟିକେ ବୁଝିବାଶକ୍ତି ମଧ୍ୟ ହରେଇ ବସିବ। 13 ସେଇଥିପାଇଁ ମୁଁ ସେମାନଙ୍କୁ କାହାଣୀ ମାଧ୍ୟମରେ ଉପଦେଶ ଦେଉଛି। କାରଣ ସେମାନେ ଚେଷ୍ଟା କଲେ ମଧ୍ୟ ପ୍ରକୃତରେ କିଛି ବୁଝିପାରନ୍ତି ନାହିଁ। 14 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ ସେମାନଙ୍କ ବିଷୟରେ ଯାହା କହିଥିଲେ, ତାହା ସତ୍ୟ ବୋଲି ସେହିମାନେ ପ୍ରମାଣିତ କରି ଦେଉଛନ୍ତି। ଯିଶାଇୟ କହିଥିଲେ,

‘ତୁମ୍ଭେମାନେ ଶୁଣୁଥିବ,
    କିନ୍ତୁ ବୁଝି ପାରିବ ନାହିଁ।
ତୁମ୍ଭେମାନେ ଦେଖୁଥିବ
    କିନ୍ତୁ କିଛି ଜାଣି ପାରିବ ନାହିଁ।
15 କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି।
    ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ
    ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି।
ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ।
    କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ,
କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ।
    ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’ (C)

16 କିନ୍ତୁ ତୁମ୍ଭେ ଧନ୍ୟ, କାରଣ ତୁମ୍ଭେ ଯାହା ଆଖିରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନରେ ଶୁଣୁଛ, ତାହା ବୁଝୁଛ। 17 ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସେମାନେ ତାହା ଦେଖି ପାରି ନ ଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ସେମାନେ ଗ୍ଭହିଁଥିଲେ, କିନ୍ତୁ ସେମାନେ ତାହା ଶୁଣି ପାରି ନ ଥିଲେ।

ବୀଜ ବୁଣା ଦୃଷ୍ଟାନ୍ତର ବ୍ୟାଖ୍ୟା(D)

18 “ତେବେ କୃଷକ ସମ୍ବନ୍ଧୀୟ ଦୃଷ୍ଟାନ୍ତର ଅର୍ଥ ଶୁଣ।

19 “ରାସ୍ତାରେ ପଡ଼ି ଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକପରି ସେ ସ୍ୱର୍ଗରାଜ୍ୟର ସୁସମାଗ୍ଭର ଶୁଣେ, ଓ ତାହା ବୁଝି ପାରେ ନାହିଁ। ଶୟତାନ ଆସେ ଓ ତା ହୃଦୟରେ ଯାହାକିଛି ବୁଣା ହୋଇଥାଏ, ସେତେକ ନେଇ ଗ୍ଭଲିଯାଏ।

20 “ପଥୁରିଆ ଜାଗାରେ ବୁଣାଯାଇଥିବା ବୀଜର ଅର୍ଥ କ’ଣ? ବୀଜଟି ଠିକ୍ ସେହି ଲୋକପରି, ଯେ ସୁସମାଗ୍ଭର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ। 21 କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।

22 “କଣ୍ଟାବୁଦାରେ ପଡ଼ିଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକ ଯେ ସୁସମାଗ୍ଭର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମୋହ ଲାଗି ସୁସମାଗ୍ଭରକୁ ତା’ ଭିତରେ ବଢ଼ିବାକୁ ଦିଏ ନାହିଁ, ସେ ବ୍ୟକ୍ତି କେବେ ସଫଳ ହୋଇପାରେ ନାହିଁ।

23 “ଭଲ ମାଟି ଉପରେ ପଡ଼ିଥିବା ବୀଜର ଅର୍ଥ କ’ଣ? ସେହି ଲୋକ ଭଳି ସେ ସୁସମାଗ୍ଭର ଶୁଣେ ଓ ତାକୁ ବୁଝିପାରେ। ସେ ଲୋକ ସଫଳ ହୁଏ। ସେହି ସଫଳତା ବେଳେବେଳେ ଶହେ ଗୁଣ, ଷାଠିଏ ଗୁଣ ଓ ତିରିଶ୍ ଗୁଣ ପର୍ଯ୍ୟନ୍ତ ମିଳିଥାଏ।”

ଗହମ ଓ ବାଳୁଙ୍ଗାର ଉଦାହରଣ

24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। “ସ୍ୱର୍ଗରାଜ୍ୟ ଜଣେ ବ୍ୟକ୍ତି ଭଳି ଯେ କି ନିଜ ଜମିରେ ଭଲ ବୀଜ ବୁଣିଥିଲେ। 25 କିନ୍ତୁ ସବୁ ଲୋକ ଶୋଇଥିବା ସମୟରେ ସେହି ଲୋକର ଶତ୍ରୁ ଆସିଲା। ସେ ଗହମ ମଝିରେ ବାଳୁଙ୍ଗାବୀଜ ବୁଣି ଦେଲା। ତା’ପରେ ସେ ଗ୍ଭଲିଗଲା। 26 ଗହମ ଗଛ ବଢ଼ିଲା ଓ ସେଥିରେ କେଣ୍ଡା ଫଳିଲା। ସେତିକି ବେଳକୁ ବାଳୁଙ୍ଗା ବି ଦେଖାଗଲା। 27 ସେହି ବ୍ୟକ୍ତିର ଗ୍ଭକରମାନେ ଆସିଲେ ଓ ଜମି ମାଲିକକୁ କହିଲେ, ‘ତୁମ୍ଭେ ତ ଜମିରେ ଭଲ ବୀଜ ବୁଣିଥିଲ, ତେବେ ଏତେ ବାଳୁଙ୍ଗା କେମିତି ଉଠିଲା?’

28 “ସେ ସେମାନଙ୍କୁ କହିଲେ, ‘ଏହା କୌଣସି ଶତ୍ରୁର କାର୍ଯ୍ୟ।’

“ଗ୍ଭକରମାନେ ପଗ୍ଭରିଲେ, ‘ଆମ୍ଭେ ଯାଇ ବାଳୁଙ୍ଗାତକ ଉପାଡ଼ି ଦେଉ ବୋଲି ଆପଣ ଗ୍ଭହାନ୍ତି କି?”

29 “କ୍ଷେତମାଲିକ ସେମାନଙ୍କୁ ମନାକରି କହିଲେ, ‘ତୁମ୍ଭେମାନେ ବାଳୁଙ୍ଗା ଉପାଡ଼ିଲା ବେଳେ ତା’ ସହିତ ଗହମ ମଧ୍ୟ ଉପାଡ଼ି ଦେବ। 30 ଫସଲ ପାଚିବା ପର୍ଯ୍ୟନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢ଼ନ୍ତୁ। କାଟିବା ବେଳେ ମୁଁ ‌‌କଟାଳୀମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗାଗୁଡ଼ିକୁ ଏକାଠି କରି ବିଡ଼ାବାନ୍ଧି ଜାଳି ଦିଅ, ତା’ପରେ ଗହମ ସଂଗ୍ରହ କରି ଅମାରରେ ରଖିଦିଅ।’”

ଯୀଶୁ ଅନେକ ଦୃଷ୍ଟାନ୍ତ ଦ୍ୱାରା ଶିକ୍ଷା ଦେଲେ(E)

31 ତା’ପରେ ଯୀଶୁ ସେହି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ସ୍ୱର୍ଗରାଜ୍ୟ ଗୋଟିଏ ସୋରିଷ ଦାନା ଭଳି। ଜଣେ ତାକୁ ନେଇ ତା’ କ୍ଷେତରେ ଲଗାଏ. 32 ସେ ବୀଜ ଅନ୍ୟ ବୀଜ ତୁଳନାରେ ସବୁଠାରୁ ଛୋଟ ଥାଏ, କିନ୍ତୁ ତାହା ଯେତେବେଳେ ବଡ଼ ହୁଏ, ସେତେବେଳେ ବଗିଗ୍ଭରେ ସମସ୍ତ ଗ୍ଭରା ଅପେକ୍ଷା ବଡ଼ ହୋଇଯାଏ। ତାହା ଗଛରେ ପରିଣତ ହୁଏ। ଆକାଶର ପକ୍ଷୀମାନେ ଆସି ଏହି ଗଛର ଶାଖାରେ ବସା ବାନ୍ଧି ଆଶ୍ରୟ ନିଅନ୍ତି।”

33 ତା’ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”

34 ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ। 35 ପରମେଶ୍ୱର ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଏହା ହେଉଥିଲା। ପରମେଶ୍ୱର କହିଥିଲେ:

“ମୁଁ କାହାଣୀ ଦ୍ୱାରା କଥା କହିବି।
    ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହୋଇ ରହିଛି, ସେଗୁଡ଼ିକ ମୁଁ ପ୍ରକାଶ କରିବି।”(F)

ଗହମ ଓ ବାଳୁଙ୍ଗା ଦୃଷ୍ଟାନ୍ତର ବ୍ୟାଖ୍ୟା

36 ତା’ପରେ ଯୀଶୁ ଲୋକମାନଙ୍କୁ ପଠେଇ ଦେଇ ଘରକୁ ଗଲେ। ତାହାଙ୍କ ପାଖରେ ତାହାଙ୍କ ଶିଷ୍ୟମାନେ ପହଞ୍ଚି କହିଲେ, “ଆମ୍ଭକୁ କ୍ଷେତର ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।”

37 ଯୀଶୁ କହିଲେ, “ଯେଉଁ ଲୋକ ଜଣକ କ୍ଷେତରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ୟପୁତ୍ର [a] 38 ପୃଥିବୀ ହେଉଛି କ୍ଷେତ। ସ୍ୱର୍ଗରାଜ୍ୟରେ ଥିବା ପରମେଶ୍ୱରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର। 39 ଯେଉଁ ଶତ୍ରୁ ଜଣକ ବାଳୁଙ୍ଗା ବୁଣି ଦେଇଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ ‌‌କଟାଳୀ ହେଉଛନ୍ତି ସ୍ୱର୍ଗଦୂତମାନେ।

40 “ଯେପରି ବାଳୁଙ୍ଗାକୁ ଏକାଠି କରାହେଲା ଓ ନିଆଁରେ ପୋଡ଼ି ଦିଆଗଲା, ଠିକ୍ ସେହିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହେବ। 41 ମନୁଷ୍ୟପୁତ୍ର ତାହାଙ୍କ ସ୍ୱର୍ଗଦୂତଙ୍କୁ ପଠାଇବେ, ସେମାନେ ତାହାଙ୍କ ରାଜ୍ୟର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ୟ ବାହାରକୁ ନେଇଯିବେ। 42 ସ୍ୱର୍ଗଦୂତମାନେ ସେହି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ। 43 ଯେତେବେଳେ ଧାର୍ମିକ ଲୋକମାନେ ସୂର୍ଯ୍ୟ ଭଳି ପ୍ରକାଶମାନ ହେବେ। ସେମାନେ ତାହାଙ୍କ ପରମପିତାଙ୍କ ରାଜ୍ୟରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।

ଧନଭଣ୍ଡାର ଓ ମୋତିର ଦୃଷ୍ଟାନ୍ତ

44 “ସ୍ୱର୍ଗରାଜ୍ୟ ଜମିରେ ପୋତା ହୋଇଥିବା ଧନଭଣ୍ଡାର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସେହି ଧନକୁ ଜମି ଭିତରେ ପୋତି ଦେଲା। ସେ ବହୁତ ଖୁସୀ ହୋଇଗଲା। ସେ ସେଠାରୁ ଯାଇ ତା’ ପାଖରେ ଯାହାସବୁ ଥିଲା, ସବୁତକ ବିକି ସେହି ଜମିଟି କିଣିଲା।

45 “ସ୍ୱର୍ଗରାଜ୍ୟ ମଧ୍ୟ ଭଲ ମୋତି ଖୋଜୁଥିବା ଗୋଟିଏ ବେପାରୀ ଭଳି। 46 ଦିନେ ସେ ଅତ୍ୟନ୍ତ ମୂଲ୍ୟବାନ୍ ମୋତିଟିଏ ପାଇଗଲା, ସେ ଯାଇ ତା’ର ସମସ୍ତ ସମ୍ପତ୍ତି ବିକି ଅମୂଲ୍ୟ ମୋତିଟି କିଣିଲା।

ମାଛଧରା ଜାଲର ଦୃଷ୍ଟାନ୍ତ

47 “ସ୍ୱର୍ଗରାଜ୍ୟ ମଧ୍ୟ ହ୍ରଦରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥିରେ ବିଭିନ୍ନ ପ୍ରକାରର ମାଛ ଧରା ପଡ଼ିଲେ। 48 ଯେତେବେଳେ ଜାଲଟି ମାଛରେ ଭର୍ତ୍ତି ହୋଇଗଲା, କେଉଟମାନେ ଜାଲକୁ, କୂଳକୁ ଟାଣି ଆଣିଲେ। ସେମାନେ ବସିପଡ଼ି ଭଲ ଭଲ ମାଛ ବାଛି ଟୋକେଇରେ ଭର୍ତ୍ତି କଲେ ଓ ଖରାପ ମାଛତକ ଫୋପାଡ଼ି ଦେଲେ। 49 ସଂସାର ଶେଷ ହେବା ବେଳେ ଏହିଭଳି ଘଟିବ। ସ୍ୱର୍ଗଦୂତମାନେ ଆସିବେ। ସେମାନେ ଧାର୍ମିକ ଲୋକଙ୍କ ଭିତରୁ ପାପୀ ଲୋକଙ୍କୁ ଅଲଗା କରିଦେବେ। 50 ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”

51 ଯୀଶୁ ନିଜ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?”

ଶିଷ୍ୟମାନେ କହିଲେ, “ହଁ, ଆମ୍ଭେମାନେ ବୁଝିପାରୁଛୁ।”

52 ତା’ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।”

ଯୀଶୁ ନିଜ ଜାଗାକୁ ଫେରି ଆସିଲେ(G)

53 ଯୀଶୁ ଏହିସବୁ ଦୃଷ୍ଟାନ୍ତ କହିସାରିଲା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। 54 ସେ ଯେଉଁଠି ପ୍ରତିପାଳିତ ହୋଇଥିଲେ ସେଠାକୁ ଗଲେ। ସେଠାରେ ଯିହୂଦୀ ସମାଜଗୃହରେ ଉପଦେଶ ଦେବା ଆରମ୍ଭ କରିଦେଲେ, ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ ଏବଂ କହିଲେ, “ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା? 55 ଏ ତ ସେହି ବଢ଼େଇର ପୁଅ। ତାହାଙ୍କର ମାଙ୍କ ନାମ ତ ମରିୟମ ଏବଂ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ତ ଏହାର ଭାଇମାନେ। 56 ତା’ର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠାରେ ଅଛନ୍ତି। ତେବେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?” 57 ସେହି ଲୋକମାନେ ଯୀଶୁଙ୍କୁ ସ୍ୱୀକାର କଲେ ନାହିଁ।

ଯୀଶୁ ସେ ଲୋକମାନଙ୍କୁ କହିଲେ, “ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ ଲୋକେ ସମ୍ମାନ ଦିଅନ୍ତି, କିନ୍ତୁ ନିଜ ସହରରେ ଓ ତାହାଙ୍କ ନିଜ ପରିବାରରେ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ସମ୍ମାନ ପାଏ ନାହିଁ।” 58 ସେଠାକାର ଲୋକେ ଯୀଶୁଙ୍କ ଉପରେ ବିଶ୍ୱାସ କରି ପାରିଲେ ନାହିଁ, ତେଣୁ ଯୀଶୁ ସେଠାରେ ଅଧିକ ଆଶ୍ଚର୍ଯ୍ୟ କାର୍ଯ୍ୟ କଲେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center