M’Cheyne Bible Reading Plan
ଆଖନ୍ର ପାପ
7 କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।
2 ସେମାନେ ଯିରୀହୋକୁ ପରାସ୍ତ କଲାପରେ, ଯିହୋଶୂୟ ଅୟକୁ ଲୋକ ପଠାଇଲେ। ଅୟ ବୈଥେଲ୍ର ପୂର୍ବ ଦିଗସ୍ଥିତ ବୈଥାବନର ପାର୍ଶ୍ୱରେ ଅବସ୍ଥିତ। ଯିହୋଶୂୟ ସେମାନଙ୍କୁ କହିଲେ, “ଅୟକୁ ଯାଅ ଓ ସେଠାରେ ସେମାନଙ୍କର ଦୁର୍ବଳତାକୁ ଅନୁସନ୍ଧାନ କର।” ତେଣୁ ଏଥିରେ ଲୋକମାନେ ଯାଇ ଅୟରେ ଅନୁସନ୍ଧାନ କଲେ।
3 ଏହା ପରେ ଲୋକମାନେ ଯିହୋଶୂୟ ନିକଟକୁ ଫେରି ଆସିଲେ। ସେମାନେ କହିଲେ, “ଅୟ ବହୁତ ଦୁର୍ବଳ, ସେମାନଙ୍କୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସେଠାକୁ ମାତ୍ର ଦୁଇ ତିନି ହଜାର ଲୋକ ଯୁଦ୍ଧ କରିବା ପାଇଁ ପଠାନ୍ତୁ। ସେଠାରେ ସମସ୍ତ ସୈନ୍ୟ ନିୟୋଜିତର ଆବଶ୍ୟକତା ନାହିଁ। ସେଠାରେ ଖୁବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ଅଛନ୍ତି।”
4-5 ତେଣୁ ମାତ୍ର 3000 ସୈନ୍ୟ ଅୟକୁ ଗଲେ। କିନ୍ତୁ ଅୟର ଲୋକମାନେ ଛତିଶ୍ ଜଣ ଇସ୍ରାଏଲୀୟଙ୍କୁ ହତ୍ୟା କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟମାନେ ସେହି ସ୍ଥାନରୁ ଦୌଡ଼ି ପଳାଇଲେ।
ଅୟର ଲୋକମାନେ ସେମାନଙ୍କର ପଛେ ଗୋଡ଼େଇ ଗୋଡ଼େଇ ଆଣି ଶବାରୀମ ପର୍ଯ୍ୟନ୍ତ ଆଣିଲେ। ତେଣୁ ଇସ୍ରାଏଲୀୟ ଲୋକମାନେ ଭୟଭୀତ ହେଲେ ଓ ସେମାନେ ସାହସ ହରାଇଲେ। 6 ଯେତେବେଳେ ଯିହୋଶୂୟ ଏହା ଶୁଣିଲେ। ସେ ତାଙ୍କର ଦୁଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକୁ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନିକଟରେ ମଥାମାଡ଼ି ଭୂମିରେ ପଡ଼ି ରହିଲେ। ଯିହୋଶୂୟ ଇସ୍ରାଏଲର ନେତୃବର୍ଗଙ୍କ ସହିତ ସେଠାରେ ରହିଲେ, ଯେଉଁମାନେ ସନ୍ଧ୍ୟା ପର୍ଯ୍ୟନ୍ତ ଦୁଃଖ ଜଣାଇ ସେମାନଙ୍କର ମସ୍ତକରେ ଧୂଳି ଫିଙ୍ଗିଲେ।
7 ଯିହୋଶୂୟ କହିଲେ, “ହେ ମୋର ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର ହେବାକୁ ଦେଲ? କ’ଣ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ବିନାଶ କରିବାକୁ, ଏହା କଲ? ଆହା ଯଦି ଆମ୍ଭେମାନେ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ। 8 ହେ ସଦାପ୍ରଭୁ, ଇସ୍ରାଏଲ ଶତ୍ରୁଗଣଙ୍କ ଦ୍ୱାରା ପରାଜିତ ହେବା ପରେ ଆମ୍ଭେ କ’ଣ କରିବୁ? 9 କିଣାନୀୟମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷୟରେ ଶୁଣିବେ। ସେମାନେ ଆମ୍ଭକୁ ଘେରି ଆକ୍ରମଣ କରିବେ ଓ ବିନାଶ ମଧ୍ୟ କରିବେ। ତା’ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକୁ ରକ୍ଷା କରିବ?”
10 ତେଣୁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି ଅଧୋମୁଖ ହୋଇ ଭୂମିରେ ପଡ଼ିଅଛ? ଛିଡ଼ା ହୁଅ! 11 ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ’ଠାରୁ ଏହା ଗ୍ଭେରି କରିଛନ୍ତି। ତା’ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ। 12 ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।
13 “ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।
14 “‘ପ୍ରଭାତରେ ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବ। ସମସ୍ତ ପରିବାରବର୍ଗର ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବେ। ସଦାପ୍ରଭୁ ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାରବର୍ଗରୁ ବାଛିବେ। ଏହା ପରେ ସେହି ପରିବାରବର୍ଗଟି ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ। ସଦାପ୍ରଭୁ ସେହି ପରିବାରବର୍ଗକୁ ଗୋଟିଏ ଗୋଷ୍ଠୀକୁ ବାଛିବେ ଏବଂ ସେମାନେ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେବେ। ତା’ପରେ ସେହି ଗୋଷ୍ଠୀରୁ ସେ ଗୋଟିଏ ପରିବାରକୁ ବାଛିବେ। ତା’ପରେ ସେ ସେହି ପରିବାରର ପ୍ରତ୍ୟେକ ଲୋକଙ୍କୁ ନିରୀକ୍ଷଣ କରିବେ। 15 ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା’ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”
16 ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ଇସ୍ରାଏଲର ସମସ୍ତ ଇସ୍ରାଏଲୀୟ ଲୋକମାନଙ୍କ ପରିବାରବର୍ଗ ଅନୁଯାୟୀ ସଦାପ୍ରଭୁଙ୍କ ଆଗକୁ ଆଣିଲେ । ଏବଂ ସଦାପ୍ରଭୁ ସେଥିମଧ୍ୟରୁ ଯିହୁଦା ପରିବାରବର୍ଗକୁ ବାଛିଲେ। 17 ତା’ପରେ ସେ ଯିହୁଦାର ପରିବାରର ପରିବାରବର୍ଗକୁ ଉପସ୍ଥିତ କଲେ। ସେରହ ଗୋଷ୍ଠୀ ପରମେଶ୍ୱରଙ୍କ ଦ୍ୱାରା ନିର୍ଦ୍ଧାରିତ ହେଲା। ତା’ପରେ ସେରହ ପରିବାରର ସମସ୍ତ ସଭ୍ୟ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେଲେ। ଜିମିରିର ପରିବାର ବଛାଗଲା। 18 ଏହା ପରେ ଯିହୋଶୂୟ ସେ ପରିବାରର ସମସ୍ତ ମନୁଷ୍ୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବାକୁ କହିଲେ। ସଦାପ୍ରଭୁ କର୍ମିର ପୁତ୍ର ଆଖନ୍କୁ ମନୋନୀତ କଲେ। କାର୍ମି ଜିମିରର ପୁତ୍ର ଥିଲା ଏବଂ ଜିମିରି ସେରହର ପୁତ୍ର ଥିଲା।
19 ତା’ପରେ ଯିହୋଶୂୟ ଆଖନ୍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର, ତୁମ୍ଭେ କ’ଣ କରିଛ ମୋତେ କୁହ ସେ କଥା ଲୁଗ୍ଭଅ ନାହିଁ।”
20 ଆଖନ୍ ଉତ୍ତରରେ କହିଲା, “ଏହା ସତ୍ୟ! ମୁଁ ପାପ କରିଛି ସଦାପ୍ରଭୁଙ୍କ ସମ୍ମୁଖରେ। ମୁଁ ଏହିପରି କରିଅଛି। 21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ 200 ଶେକଲ ରୂପା ଓ ଏକ ପାଉଣ୍ତ ଓଜନର ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି। ଏବଂ ସେଗୁଡ଼ିକୁ ମୋ’ ତମ୍ବୁ ମଧ୍ୟରେ ପୋତି ଅଛି। ଆଉ ରୂପା କୋଟ୍ ତଳେ ଅଛି।”
22 ଯିହୋଶୂୟ କିଛି ଲୋକଙ୍କୁ ଛାଉଣିକୁ ପଠାଇଲେ। ସେମାନେ ସେଠାକୁ ଦୌଡ଼ିଲେ ଓ ସେଗୁଡ଼ିକ ତମ୍ବୁ ତଳେ ପୋତା ହୋଇ ଥିବାର ଦେଖିଲେ। ରୂପାଗୁଡ଼ିକ କୋଟ୍ ତଳେ ଥିଲା। 23 ଲୋକମାନେ ସେ ସମସ୍ତ ଦ୍ରବ୍ୟକୁ ତମ୍ବୁର ବାହାରକୁ ଆଣିଲେ। ସେମାନେ ସେ ସମସ୍ତ ଦ୍ରବ୍ୟକୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ସମ୍ମୁଖକୁ ଆଣିଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ଉପସ୍ଥିତିରେ ଥୋଇ ଦେଲେ।
24 ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖନ୍କୁ ଓ ତା’ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା’ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ। 25 ତା’ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା’ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ। 26 ଆଖନ୍କୁ ପୋଡ଼ି ସାରିବା ପରେ ତାହାକୁ ପଥରରେ ପୋତି ଦେଲେ, ସେହି ପଥର ଗଦା ଆଜି ପର୍ଯ୍ୟନ୍ତ ସେଠାରେ ଅଛି। ଯେହେତୁ ସଦାପ୍ରଭୁ ଆଖନ୍କୁ ସେଠାରେ ଏପରି ଦୁଃଖ ଦେଲେ, ସେଥିପାଇଁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ଆଖୋର ଉପତ୍ୟକା [a] ନାମରେ ପରିଚିତ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କ ଉପରୁ କ୍ରୋଧରୁ ନିବୃତ୍ତ ହୋଇ ଶାନ୍ତ ହେଲେ।
137 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ
ସେଠାରେ ବସି ରୋଦନ କଲୁ।
2 ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
3 ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ।
ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ:
“ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
4 କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି
ବିଦେଶରେ ଗାନ କରି ପାରିବା!
5 ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ,
ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।
6 ହେ ଯିରୁଶାଲମ,
ଯଦି ମୁଁ ତୁମ୍ଭକୁ କେବେ ଭୁଲେ,
ତେବେ ମୋର କାମନା କି
ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।
ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
7 ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର।
ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର!
ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
8 ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ!
ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।
9 ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି,
ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।
ଦାଉଦଙ୍କର ଗୀତ
138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
1 ଏହା ହେଉଛି ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ବାକ୍ୟ। ହିଲ୍କିୟଙ୍କର ପୁତ୍ର ଯିରିମିୟ ଯାଜକମାନଙ୍କ ମଧ୍ୟରୁ ଜଣେ ଯିଏ କି ଅନାଥୋତ୍ ପ୍ରଦେଶର ବିନ୍ୟାମୀନଙ୍କର ଗୋଷ୍ଠୀର ଥିଲେ। 2 ଆମୋନଙ୍କ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 3 ଯେତେବେଳେ ଯୋଶିୟଙ୍କ ପୁତ୍ର ଯିହୋୟାକୀମ୍ ଯିହୁଦାର ରାଜା ଥିଲେ, ଯୋଶିୟଙ୍କ ପୁତ୍ର ଯିହୁଦାର ରାଜା ସିଦିକିୟଙ୍କ ରାଜତ୍ୱର ଏକାଦଶ ବର୍ଷ ପଞ୍ଚମ ମାସରେ ଓ ଯିରୁଶାଲମକୁ ନିର୍ବାସିତ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ସେହି ବାକ୍ୟ ଯିରିମିୟଙ୍କୁ ଦେଲେ।
ଯିରିମିୟଙ୍କୁ ପରମେଶ୍ୱରଙ୍କ ଡାକରା
4 ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।
5 “ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ
ଆମ୍ଭେ ତୁମ୍ଭକୁ ଜାଣିଲୁ।
ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ
ଆମ୍ଭେ ତୁମ୍ଭକୁ ଅଲଗା କଲୁ
ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟଦ୍ବକ୍ତା ରୂପେ ନିଯୁକ୍ତ କଲୁ।”
6 ତା’ପରେ ମୁଁ କହିଲି, “ହାୟ, ହାୟ, ହେ ସୈନ୍ୟାଧିପତି ସଦାପ୍ରଭୁ, ମୁଁ କଥା କହି ଜାଣେ ନାହିଁ, ମୁଁ ତ କେବଳ ବାଳକ।”
7 ମାତ୍ର ସଦାପ୍ରଭୁ ମୋତେ କହିଲେ,
“ଆମ୍ଭେ ଜଣେ ବାଳକ ବୋଲି, ‘କୁହ ନାହିଁ।’
କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ।
ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
8 ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ,
କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।”
ଏହା ସଦାପ୍ରଭୁ କହନ୍ତି।
9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ,
“ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ।
10 ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ।
ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ,
ବିନାଶ ଓ ନିପାତ କରିବ।
କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”
ଦୁଇ ଦର୍ଶନ
11 ଏହା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।
ଯଥା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?”
ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
12 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ୟ ସଫଳ କରାଯାଇଛି।”
13 ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?”
ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।”
14 ତା’ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି
ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।”
15 ସଦାପ୍ରଭୁ ପୁଣି କହିଲେ,
“ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।”
“ତେଣୁ ସେମାନେ ଆସି
ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ
ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ
ନିଜ ନିଜ ସିଂହାସନ ସ୍ଥାପନ କରିବେ।
16 ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧରେ ଆମ୍ଭର ବିଗ୍ଭର ପ୍ରକାଶ କରିବା
କାରଣ ସେମାନେ ଦୁଷ୍ଟ ପ୍ରକୃତିର ଲୋକ।
ସେମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି, ସେମାନେ ଅନ୍ୟ ଦେବତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି
ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।
17 “ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ।
ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ।
ସେମାନଙ୍କ ପାଇଁ ଉଦ୍ବିଗ୍ନ ହୁଅ ନାହିଁ।
ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
18 କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ,
ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ
ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ
ଏକ ଦୃଢ଼ ନଗର, ଲୌହସ୍ତମ୍ଭ
ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
19 ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ,
ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ।
କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି
ତୁମ୍ଭକୁ ଉଦ୍ଧାର କରିବା।”
ଏହା ସଦାପ୍ରଭୁ କହନ୍ତି।
ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼(A)
15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, 2 “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”
3 ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? 4 ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, [a] କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’ [b] 5 କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା’ଫଳରେ ଜଣେ ଲୋକ ତା’ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ 6 ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। 7 ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠିକ୍ ଭାବରେ ଏହି ଭବିଷ୍ୟଦ୍ବାଣୀ କହିଥିଲେ।
8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
କିନ୍ତୁ ସେମାନଙ୍କ ମନକଥା ମୋ’ଠାରୁ ବହୁତ ଦୂରରେ ରହିଥାଏ।
9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’” (B)
10 ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ। 11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା’ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”
12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”
13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। 14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”
15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’
16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି? 17 ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ। 18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା’ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। 19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। 20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”
ଜଣେ ଅଣଯିହୂଦୀ ସ୍ତ୍ରୀକୁ ଯୀଶୁଙ୍କ ସହାୟତା(C)
21 ଯୀଶୁ ସେ ସ୍ଥାନଛାଡ଼ି ସୋର ଓ ସୀଦୋନ ଅଞ୍ଚଳକୁ ଗ୍ଭଲିଗଲେ। 22 ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”
23 ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, “ସେ ଆମ୍ଭ ପଛେ ପଛେ ପାଟି କରି ଆସୁଛି। ତାକୁ ଗ୍ଭଲି ଯିବାକୁ କହି ଦିଅନ୍ତୁ।”
24 ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।”
25 ତା’ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।”
26 ଯୀଶୁ କହିଲେ, “ପିଲାମାନଙ୍କ ଖାଦ୍ୟନେଇ କୁକୁରଗୁଡ଼ିକୁ ଦେଇଦେବା ଠିକ୍ କାମ ହେବ ନାହିଁ।”
27 ସେହି ସ୍ତ୍ରୀ କହିଲା, “ହଁ ପ୍ରଭୁ, ଏହା ଠିକ୍ କଥା। କିନ୍ତୁ ସେମାନଙ୍କ ମାଲିକମାନଙ୍କର ଖାଇବା ଟେବୁଲ ଉପରୁ ଖସି ପଡ଼ୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡ଼ିକ ଖାଇଥା’ନ୍ତି।”
28 ତା’ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ’ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ
29 ତା’ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।
30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।
ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ(D)
32 ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”
33 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନରେ କେଉଁଠାରୁ ପାଇବା? ଆମ୍ଭେ ନଗରଠାରୁ ବହୁତ ଦୂରରେ ଅଛୁ।”
34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”
ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।”
35 ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ: 36 ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା’ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ। 37 ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା’ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ। 38 ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ। 39 ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।
2010 by World Bible Translation Center