M’Cheyne Bible Reading Plan
ଅୟ ଧ୍ୱଂସ ହେଲା
8 ଏହା ପରେ ସଦାପ୍ରଭୁ ଯିହୋଶୂୟକୁ କହିଲେ, “ଭୟ କର ନାହିଁ। ନିରାଶ ହୁଅ ନାହିଁ। ତୁମ୍ଭର ସମସ୍ତ ସୈନ୍ୟଙ୍କ ସହିତ ଅୟକୁ ଯାତ୍ରା କର। ମୁଁ ତୁମ୍ଭର ସହାୟ ହେବି, ଅୟର ରାଜାଙ୍କୁ ପରାସ୍ତ କରିବା ପାଇଁ। ମୁଁ ତୁମ୍ଭକୁ ସେହି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି। 2 ତୁମ୍ଭେ ଅୟ ପ୍ରତି ସେହିପରି କର ଯେପରି ତୁମ୍ଭେ ଯିରୀହୋ ଓ ତା’ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସେମାନଙ୍କର ଧନ, ସମ୍ପଦ ଓ ପଶୁମାନଙ୍କୁ, ତୁମ୍ଭମାନଙ୍କ ଭିତରେ ବାଣ୍ଟି ନେବ। ବର୍ତ୍ତମାନ କିଛି ସୈନ୍ୟଗଣଙ୍କୁ ନଗର ପଛପଟେ ଲୁଗ୍ଭଇ ରଖ।”
3 ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟଦଳ ଅୟକୁ ଆକ୍ରମଣ କରିବାକୁ ଆଗେଇ ନେଲେ। ଏହା ପରେ ଯିହୋଶୂୟ ତାଙ୍କର 30,000 ନିପୁଣ ସୈନ୍ୟମାନଙ୍କୁ ବାଛିଲେ। ସେମାନଙ୍କୁ ସେହି ରାତ୍ରିରେ ପଠାଇ ଦେଲେ। 4 ଯିହୋଶୂୟ ସେମାନଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ତୁମ୍ଭେମାନେ ମୋର କଥାକୁ ଭଲ ଭାବରେ ଶୁଣ। ତୁମ୍ଭେମାନେ ନଗର ବାହାରେ ଲୁଚି ରହିବ। ଆକ୍ରମଣ କରିବା ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବ। ସହରଠାରୁ ଦୂରକୁ ଯିବ ନାହିଁ। ସର୍ବଦା ପ୍ରସ୍ତୁତ ଥିବ ଓ ନଜର ରଖିଥିବ। 5 ମୋ’ ସହିତ ସମସ୍ତ ସୈନ୍ୟଗଣ ନଗର ନିକଟକୁ ଯିବୁ। ସେମାନେ ଯେତେବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭେମାନେ ବୁଲିପଡ଼ିବୁ ଓ ସେମାନଙ୍କ ନିକଟରୁ ଦୌଡ଼ି ପଲାଇବୁ ଆମ୍ଭେମାନେ ପୂର୍ବରୁ ଯେପରି କରିଥିଲୁ। 6 ସେମାନେ ଆମ୍ଭ ପଛରେ ଗୋଡ଼ାଇବେ ନଗର ବାହାରକୁ। ସେମାନେ ଭାବିବେ ଆମ୍ଭେ ସେମାନଙ୍କୁ ଭୟରେ ପୂର୍ବଥର ପରି ଡରି ପଳାଇ ଯାଉଛୁ। ତେଣୁ ଆମ୍ଭେମାନେ ଦୌଡ଼ି ପଲାଇବୁ। 7 ତୁମ୍ଭେମାନେ ତୁମ୍ଭମାନଙ୍କର ଲୁଚି ରହିଥିବା ସ୍ଥାନରୁ ବାହାରି ନଗରକୁ ନିଜ ନିୟନ୍ତ୍ରଣ ମଧ୍ୟକୁ ନେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ନଗରକୁ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦେବେ।
8 “ତୁମ୍ଭେମାନେ ନିଶ୍ଚିତ କରିବ ଯାହା ସଦାପ୍ରଭୁ ଆଦେଶ କରନ୍ତି। ମୁଁ ନଗରକୁ ଆକ୍ରମଣ କରିବା ପାଇଁ ତୁମ୍ଭମାନଙ୍କୁ ଆଜ୍ଞା କରିବି। ତୁମ୍ଭ ନିୟନ୍ତ୍ରଣକୁ ଆଣିବା ପରେ ସେହି ନଗରରେ ଅଗ୍ନି ସଂଯୋଗ କର।”
9 ଏହା ପରେ ଯିହୋଶୂୟ ସୈନ୍ୟମାନଙ୍କୁ ସେମାନଙ୍କର ଲୁଚି ରହିବା ସ୍ଥାନକୁ ପଠାଇ ଦେଲେ। ସେମାନେ ବୈଥେଲ୍ ଏବଂ ଅୟର ମଧ୍ୟସ୍ଥାନରେ ଲୁଚି ରହିଲେ। ଏହି ସ୍ଥାନଟି ଥିଲା ଅୟର ପଶ୍ଚିମ ପଟରେ। ଏବଂ ଯିହୋଶୂୟ ସୈନ୍ୟମାନଙ୍କ ସହିତ ସେଠାରେ ରାତ୍ରିଯାପନ କଲେ।
10 ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ସୈନ୍ୟମାନଙ୍କୁ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ନେତାଗଣ ସୈନ୍ୟମାନଙ୍କୁ ଅୟ ଆଡ଼କୁ ଆଗେଇ ନେଲେ। 11 ସମସ୍ତ ସୈନ୍ୟ ଯେଉଁମାନେ କି ଯିହୋଶୂୟଙ୍କ ସହିତ ଥିଲେ, ସେମାନେ ଅୟ ଆଡ଼କୁ ଅଗ୍ରସର ହେଲେ। ସେମାନେ ନଗରର ସମ୍ମୁଖରେ ରହିଲେ। ସୈନ୍ୟମାନେ ସେମାନଙ୍କର ଛାଉଣି ଉତ୍ତର ପଟେ ପ୍ରସ୍ତୁତ କଲେ। ସୈନ୍ୟ ଛାଉଣି ଓ ଅୟର ମଧ୍ୟରେ ଏକ ଉପତ୍ୟକା ମଧ୍ୟ ଥିଲା।
12 ଏହା ପରେ ଯିହୋଶୂୟ 5000 ସୈନ୍ୟମାନଙ୍କୁ ବାଛିଲେ ଏବଂ ସେମାନଙ୍କୁ ନଗରର ପଶ୍ଚିମ ପଟେ ଲୁଚି ରହିବାକୁ ପଠାଇ ଦେଲେ। ସେହି ସ୍ଥାନଟି ବୈଥେଲ୍ ଓ ଅୟର ମଝିରେ ଥିଲା। 13 ଏହିପରି ଭାବରେ ଯିହୋଶୂୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନଙ୍କର ମୂଖ୍ୟ ଛାଉଣି ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସେହି ରାତ୍ରିରେ ଯିହୋଶୂୟ ଉପତ୍ୟକା ମଧ୍ୟକୁ ଗଲେ।
14 ଯେତେବେଳେ ଅୟର ରାଜା ଇସ୍ରାଏଲର ସୈନ୍ୟମାନଙ୍କୁ ଦେଖିଲେ, ଅୟର ରାଜା ଏବଂ ତାଙ୍କର ସୈନ୍ୟମାନେ ଇସ୍ରାଏଲର ସୈନ୍ୟମାନଙ୍କ ସହିତ ଯୁଦ୍ଧ କରିବାକୁ ତରବର ହୋଇ ବାହାରି ଆସିଲେ। ଅୟର ରାଜା ପୂର୍ବ ପଟରେ ଥିବା ଯର୍ଦ୍ଦନ ଉପତ୍ୟକା ଆଡ଼କୁ ଅଗ୍ରସର ହେଲେ। ସେ ଲକ୍ଷ୍ୟ କରି ନ ଥିଲେ ଯେ ସୈନ୍ୟମାନେ ନଗରର ପଛ ପଟେ ଲୁଚି ଅଛନ୍ତି ବୋଲି।
15 ଯିହୋଶୂୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସେମାନଙ୍କଠାରୁ ପରାସ୍ତ ହେଲାପରି ସେମାନଙ୍କ ଆଗରେ ମରୁଭୂମି ଆଡ଼କୁ ଦୌଡ଼ିଲେ। 16 ତେଣୁ ନଗରର ସମସ୍ତ ସୈନ୍ୟ ସେମାନଙ୍କ ପଛରେ ପାଟିକରି ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛରେ ଦୌଡ଼ିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ୟାଗ କରିଥିଲେ। 17 ଅୟର ସମସ୍ତ ଲୋକ ଓ ବୈଥେଲ୍ର ସମସ୍ତ ଲୋକ ଇସ୍ରାଏଲୀୟ ସୈନ୍ୟମାନଙ୍କ ପଛରେ ଗୋଡ଼ଇ ଥିଲେ। ନଗରରେ କୌଣସି ଲୋକ ନ ଥିଲେ ଯେକି ନଗରକୁ ରକ୍ଷା କରି ପାରିବେ।
18 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ନିଜର ବର୍ଚ୍ଛା ଅୟ ନଗର ଆଡ଼କୁ ବିସ୍ତାର କର।” ଯେହେତୁ ମୁଁ ତୁମ୍ଭକୁ ସେହି ନଗର ହସ୍ତାନ୍ତର କରିବି। ତେଣୁ ଯିହୋଶୂୟ ନିଜର ବର୍ଚ୍ଛା ନଗର ଆଡ଼କୁ ବିସ୍ତାର କଲେ। 19 ଇସ୍ରାଏଲର ସୈନ୍ୟମାନେ ସେମାନଙ୍କର ଲୁଚିବା ସ୍ଥାନରୁ ସେ ବର୍ଚ୍ଛା ବିସ୍ତାର କରୁଥିବାର ଦେଖିଲେ। ସେମାନେ ନଗର ଆଡ଼କୁ ତରବର ହୋଇ ଦୌଡ଼ିଲେ। ସେମାନେ ଏହିପରି ନଗର ମଧ୍ୟକୁ ପ୍ରବେଶ କଲେ ଓ ନଗରକୁ ନିଜର ଆୟତାଧୀନ କଲେ। ଏହା ପରେ ସୈନ୍ୟମାନେ ଗ୍ଭରିଆଡ଼େ ଅଗ୍ନି ସଂଯୋଗ କଲେ।
20 ଅୟର ଲୋକମାନେ ପଛକୁ ବୁଲି ଦେଖିଲେ, ସେମାନଙ୍କର ନଗର ନିଆଁରେ ଜଳୁଅଛି। ସେମାନେ ଦେଖିଲେ ଧୂଆଁ ଧାର ଆକାଶକୁ ଛୁଉଁଛି, ତେଣୁ ସେମାନେ ସେମାନଙ୍କର ଶକ୍ତି ଓ ସାହସ ହରାଇଲେ। ସେମାନେ ଆଉ ଇସ୍ରାଏଲ ସୈନ୍ୟମାନଙ୍କ ପଛରେ ଗୋଡ଼ାଇଲେ ନାହିଁ। ମରୁଭୂମି ଆଡ଼କୁ ଦୌଡ଼ୁଥିବା ଇସ୍ରାଏଲର ସୈନ୍ୟମାନେ ମଧ୍ୟ ଆଉ ଆଗେଇଲେ ନାହିଁ। ସେମାନେ ବୁଲି ପଡ଼ିଲେ ଓ ଅୟର ସୈନ୍ୟମାନଙ୍କୁ ଗୋଡ଼ାଇଲେ। ଅୟର ସୈନ୍ୟମାନଙ୍କ ପାଇଁ ଦୌଡ଼ି ପଳାଇବାକୁ ଆଉ ନିରାପଦ ସ୍ଥାନ ନ ଥିଲା। 21 ଯିହୋଶୂୟ ଓ ଇସ୍ରାଏଲର ଲୋକମାନେ ଅନୁଭବ କଲେ ଯେ, ଲୁଚିଥିବା ସୈନ୍ୟମାନେ ନଗରଟିକୁ ସେମାନଙ୍କର ନିୟନ୍ତ୍ରଣ ମଧ୍ୟକୁ ନେଇ ଗଲେଣି। ସେମାନେ ଧୂଆଁର ସ୍ତମ୍ଭ ଆକାଶରେ ଦେଖିବାକୁ ପାଇଲେ। ଏଣୁ ସେମାନେ ଅୟର ସୈନ୍ୟ ଆଡ଼କୁ ଦୌଡ଼ିଗଲେ ଓ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। 22 ଏହା ପରେ ଯେଉଁ ଲୋକମାନେ ଲୁଚିଥିଲେ, ସେମାନେ ବାହାରି ଆସିଲେ ଏବଂ ଯୁଦ୍ଧ କଲେ। ଏହିପରି ଅୟର ଲୋକମାନଙ୍କର ଉଭୟ ପାର୍ଶ୍ୱରେ ଇସ୍ରାଏଲର ସୈନ୍ୟମାନେ ଜଗି ଗଲେ ଓ ସେମାନଙ୍କୁ ପରାସ୍ତ କଲେ। ଇସ୍ରାଏଲର ସୈନ୍ୟମାନେ ଅୟର ଗୋଟିଏ ସୈନ୍ୟକୁ ମଧ୍ୟ ଛାଡ଼ିଲେ ନାହିଁ। 23 କିନ୍ତୁ ଅୟର ରାଜାଙ୍କୁ ଜୀବିତ ଅବସ୍ଥାରେ ଯିହୋଶୂୟଙ୍କ ନିକଟକୁ ଆଣିଲେ।
ଯୁଦ୍ଧର ବିବରଣ
24 ଯୁଦ୍ଧ ସମୟରେ ଇସ୍ରାଏଲର ସୈନିକମାନେ ଅୟ ସୈନ୍ୟମାନଙ୍କ ପଛରେ ଗୋଡ଼ାଇ କ୍ଷେତ ଓ ମରୁଭୂମି ଅଞ୍ଚଳକୁ ଆଣିଲେ। ସେମାନେ ସେହିଠାରେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଇସ୍ରାଏଲ ସୈନ୍ୟମାନେ ଅୟକୁ ଫେରି ଆସିଲେ ଏବଂ ଅୟ ସହରରେ ଜୀବିତ ଲୋକମାନଙ୍କୁ ଓ ସୈନ୍ୟମାନଙ୍କୁ ହତ୍ୟା କଲେ। 25 ସେହି ଦିନ ଅୟର ସମସ୍ତ ଲୋକମାନେ ମଲେ। ସେମାନେ ପ୍ରାୟ ସ୍ତ୍ରୀ ଓ ପୁରୁଷ ମିଶି 12,000 ଲୋକ ହେବେ। 26 ଅୟ ନିବାସୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କରିବା ଯାଏ ଯିହୋଶୂୟ ନିଜ ହାତରେ ଧରିଥିବା ବର୍ଚ୍ଛାକୁ ବିସ୍ତାର କରିଥିଲେ। ଏହାକୁ ଯିହୋଶୂୟ ସଙ୍କୁଚିତ କଲେ ନାହିଁ। 27 ଇସ୍ରାଏଲର ଲୋକମାନେ ଅୟ ସହରରେ ସମସ୍ତ ପଶୁ ଓ ଦ୍ରବ୍ୟଗୁଡ଼ିକ ନିଜ ନିଜ ପାଇଁ ନେଲେ। ସେମାନେ ଏପରି କଲେ, କାରଣ ସଦାପ୍ରଭୁ ଏପରି କରିବାକୁ ଯିହୋଶୂୟଙ୍କୁ ଆଜ୍ଞା କରିଥିଲେ।
28 ଏହା ପରେ ଯିହୋଶୂୟ ଅୟ ସହରକୁ ପୋଡ଼ି ପାଉଁଶ କଲେ। ସେ ଏକ ଧ୍ୱଂସ ସ୍ତୁପରେ ପରିଣତ କଲେ ଏବଂ ଏହା ଆଜିଯାଏ ଅନୁର୍ବର ସ୍ଥାନ ହୋଇ ରହିଛି। 29 ଯିହୋଶୂୟ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ଗଛରେ ଝୁଲେଇ ରଖିଲେ। ସୂର୍ଯ୍ୟାସ୍ତ ପରେ ଯିହୋଶୂୟଙ୍କ ଆଜ୍ଞାନୁସାରେ ଲୋକମାନେ ସେ ଶବକୁ ଗଛରୁ ଆଣିଲେ। ସେମାନେ ସେହି ଶବକୁ ନଗରର ପ୍ରବେଶ ଫାଟକ ସମ୍ମୁଖରେ ଫୋପାଡ଼ି ଦେଲେ ଏବଂ ତା’ ଉପରେ ପଥର ଗଦା କଲେ। ତାହା ସେଠାରେ ଆଜି ପର୍ଯ୍ୟନ୍ତ ମଧ୍ୟ ଅଛି।
ଆଶୀର୍ବାଦ ଓ ଅଭିଶାପ ପଠନ
30 ଏହା ପରେ ଯିହୋଶୂୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। 31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
32 ସେହି ସ୍ଥାନରେ ଯିହୋଶୂୟ ପ୍ରସ୍ତର ଫଳକ ଉପରେ ମୋଶାଙ୍କ ବ୍ୟବସ୍ଥା ପୁସ୍ତକ ଲେଖିଲେ। କାରଣ ତାହା ଇସ୍ରାଏଲ ଲୋକମାନଙ୍କୁ ଦେଖାଇବାକୁ ଯିହୋଶୂୟ ଏହା କଲେ। 33 ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।
34 ଏହା ପରେ ବ୍ୟବସ୍ଥା ପୁସ୍ତକରେ ଲେଖାଯାଇଥିବା ଉଭୟ ଆଶୀର୍ବାଦ ଓ ଅଭିଶାପ ବିଷୟକ ବ୍ୟବସ୍ଥାର ସମସ୍ତ ଶବ୍ଦ ସେ ପାଠକଲେ। 35 ଇସ୍ରାଏଲର ସମସ୍ତ ଲୋକମାନେ ସେଠାରେ ଉପସ୍ଥିତ ଥିଲେ। ସେଠାରେ ମଧ୍ୟ ସମସ୍ତ ସ୍ତ୍ରୀଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ଉପସ୍ଥିତ ଥିଲେ। ବିଦେଶୀମାନେ ଇସ୍ରାଏଲଗଣ ସହିତ ବାସ କରୁଥିଲେ। ଏବଂ ସେଠାରେ ଯିହୋଶୂୟ ସମସ୍ତ ନିୟମ ପାଠ କରିଥିଲେ, ଯାହାକି ମୋଶାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
ମୁଁ କ’ଣ କହିବାକୁ ଯାଉଛି।
5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
ମୁଁ ତାକୁ ବୁଝିପାରେ ନାହିଁ।
7 ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ।
ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।
8 ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ।
ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।
9 ସଦାପ୍ରଭୁ, ମୁଁ ଯଦି ପୂର୍ବକୁ ଯାଏ ଯେଉଁଠାରେ ସୂର୍ଯ୍ୟ ଉଦୟ ହେଉଅଛି।
ଯଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ଯାଏ,
10 ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା
ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।
11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ,
“ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ
ମୋତେ ଆଚ୍ଛାଦନ କରିବ।”
12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ।
ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ।
ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ।
13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
19 ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର।
ହେ ହତ୍ୟାକାରୀଗଣ, ମୋ’ଠାରୁ ତୁମ୍ଭେ ଦୂରେଇ ଯାଅ।
20 ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିଷୟରେ ଖରାପ ମନ୍ତବ୍ୟ ଦେଉଛନ୍ତି।
ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ୟବହାର କରନ୍ତି।
21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ।
ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ।
ତୁମ୍ଭର ଶତ୍ରୁ ମଧ୍ୟ ମୋର ଶତ୍ରୁ ଅଟନ୍ତି।
23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼।
ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।
24 ଏହା ନିଶ୍ଚିତ କର ଯେ, ମୁଁ କୌଣସି ଦୁଷ୍ଟତାର ବାଟରେ ଯାଇ ନାହିଁ।
ମୋତେ ସେହି ବାଟରେ ଆଗେଇ ନିଅ, ଯାହା ସବୁଦିନ ପାଇଁ ସତ୍ୟ ହୋଇଅଛି।
ଯିହୁଦା ବିଶ୍ୱସ୍ତ ନ ଥିଲା
2 ଆଉ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା: 2 “ହେ ଯିରିମିୟ, ଯାଅ, ଯିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଗ୍ଭର କରି ଏହିକଥା କୁହ, ସଦାପ୍ରଭୁ ଏହିକଥା କହିଲେ:
“‘ତୁମ୍ଭେମାନେ ଯୌବନ କାଳରେ ଅତ୍ୟନ୍ତ ବିଶ୍ୱସ୍ତ ଥିଲ,
ବିବାହ ସମୟରେ ପ୍ରେମ କଲ, ମୋ’ ପଛେ ପଛେ ଧାଉଁଥିଲ
ଏବଂ ତୁମ୍ଭେମାନେ ମୋତେ ପ୍ରାନ୍ତରରେ ଅନୁସରଣ କଲ,
ଯେଉଁ ଭୂମିରେ କିଛି ଜନ୍ମେ ନାହିଁ।
3 ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲର ଲୋକମାନେ ପବିତ୍ର।
ସେମାନେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହୀତ ଫଳ।
ଯେଉଁମାନେ ସେମାନଙ୍କୁ ଗ୍ରାସ କରନ୍ତି ସେମାନେ ଦୋଷୀ ଗଣାଯିବେ
ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”’
ଏହା ସଦାପ୍ରଭୁ କହନ୍ତି
4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ,
ସଦାପ୍ରଭୁଙ୍କର ବାକ୍ୟ ଶୁଣ।
5 ସଦାପ୍ରଭୁ ଏହି କଥା କହନ୍ତି,
“ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ,
ସେମାନେ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି
ଓ ଅସାର ଦେବତାମାନଙ୍କର ପଶ୍ଚାଦ୍ଗମନ କରି
ଅସାର ହୋଇଅଛନ୍ତି?
6 ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ,
‘ଯେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ,
ଯେ ପ୍ରାନ୍ତରରେ ମରୁଭୂମି
ଓ ଗର୍ତ୍ତମୟ ଦେଶରୁ
ଆଉ ନିର୍ଜନ ଓ ମୃତ୍ୟୁଛାୟାରୂପ ଦେଶରୁ,
ପୁଣି ପଥିକବିହୀନ
ଓ ନିବାସୀଶୂନ୍ୟ ଦେଶ ମଧ୍ୟରୁ
ଆମ୍ଭମାନଙ୍କୁ କଢ଼ାଇ ଆଣିଲେ,
ସେହି ସଦାପ୍ରଭୁ କାହାନ୍ତି?’
7 ପୁଣି ସଦାପ୍ରଭୁ କହନ୍ତି, “ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି,
ଯେଉଁଠାରେ ତୁମ୍ଭେମାନେ ଅତି ଉତ୍ତମ ଖାଦ୍ୟ
ଓ ଫଳ ଭୋଜନ କରିବ।
ମାତ୍ର ତୁମ୍ଭେମାନେ ପ୍ରବେଶ କଲାପରେ
ମୋ’ ଦେଶକୁ ‘ଅଶୁଚି’
ଓ ମୋର ବିରୁଦ୍ଧାଚରଣ କଲ।
8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’
ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ,
ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ,
ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ
ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ
ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।”
9 ତେଣୁ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ନାତି-ନାତୁଣୀମାନଙ୍କର ବିରୁଦ୍ଧରେ
ଆମ୍ଭେ ଏକ ମକଦ୍ଦମା କରିବା।
10 ସାଗର ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପ ସମୂହକୁ ଯାଅ।
ଆଉ କେଦରକୁ ଲୋକ ପଠାଅ
ଓ ଉତ୍ତମ ରୂପେ ବିବେଚନା କରି ଦେଖ,
ସେଠାରେ କେହି ଏପରି କାର୍ଯ୍ୟ କେବେ କରିଅଛି କି?
11 କୌଣସି ଦେଶର ଲୋକମାନେ ସେମାନଙ୍କର ଦେବଗଣଙ୍କୁ ପରିତ୍ୟାଗ କରିଅଛନ୍ତି କି,
ଯଦିଓ ସେମାନେ ମୂର୍ତ୍ତି ଥିଲେ
ଏବଂ ପ୍ରକୃତ ପରମେଶ୍ୱର ନୁହନ୍ତି?
ମାତ୍ର ମୋର ଲୋକମାନେ ସେମାନଙ୍କର ମହିମାମୟ ପରମେଶ୍ୱରଙ୍କୁ ନିଷ୍ଫଳ ବସ୍ତୁ ବଦଳରେ ପରିତ୍ୟାଗ କରିଅଛନ୍ତି,
ଯାହାର ସେମାନଙ୍କୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।
12 “ହେ ସ୍ୱର୍ଗ, ଚକିତ
ଓ ଭୟରେ କମ୍ପିତ ହୁଅ।”
ସଦାପ୍ରଭୁ ଏହା କହିଲେ।
13 “କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି।
ପ୍ରଥମତଃ ସେମାନେ ମୋତେ ପରିତ୍ୟାଗ କରିଅଛନ୍ତି
ଯଦିଓ ମୁଁ ଏକ ଜୀବନଦାୟୀନୀ ନିର୍ଝର ଅଟେ
ଓ ଦ୍ୱିତୀୟରେ ନିଜ ପାଇଁ ସେମାନେ ବହୁ ଜଳକୁଣ୍ଡ ଖୋଳିଅଛନ୍ତି।
ମାତ୍ର ସେହି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
14 “ଇସ୍ରାଏଲୀୟମାନେ କ’ଣ କ୍ରୀତଦାସ?
ସେମାନେ କ’ଣ ଆଜନ୍ମ କିଙ୍କର?
ତେବେ ସେମାନେ କାହିଁକି ଲୁଣ୍ଠିତ ଦ୍ରବ୍ୟ ସ୍ୱରୂପ ହୋଇଅଛନ୍ତି?
15 ଯୁବା ସିଂହାସନ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି।
ସେମାନେ ତାହାର ଦେଶସବୁ ଧ୍ୱଂସ କରିଅଛନ୍ତି।
ତାହାର ନଗରଗୁଡ଼ିକ ଦଗ୍ଧ କରିଅଛନ୍ତି
ଓ ତାହାକୁ ଜନଶୂନ୍ୟ କରିଅଛନ୍ତି।
16 ଅଧିକନ୍ତୁ ନୋଫର ଓ ତଫନ୍ହେଷର ସନ୍ତାନଗଣ
ତୁମ୍ଭ ମସ୍ତକର ମୁକୁଟ ଭାଙ୍ଗି ପକାଇ ଅଛନ୍ତି।
17 ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି।
କାରଣ ପରମେଶ୍ୱର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନେବା ବେଳେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିଅଛ।
18 ଆଉ ଏବେ ଶୀହୋରର ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ?
ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ
ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
19 ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ।
ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ।
ତୁମ୍ଭେ ଉତ୍ତମ ରୂପେ ବିବେଚନା କର।
ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ।
ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ
ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।”
ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
20 “ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି
ତୁମ୍ଭର ବନ୍ଧନ ସବୁ ଚ୍ଛେଦନ କରିଅଛୁ।
ଆଉ ତୁମ୍ଭେ କହିଛ, ‘ଆମ୍ଭେ ତୁମ୍ଭର ଦାସତ୍ୱ କର୍ମ କରିବୁ ନାହିଁ।’
ପ୍ରକୃତରେ ତୁମ୍ଭେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ
ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ୟଭିଗ୍ଭର କରି ଗ୍ଭଲିଅଛ।
21 ହେ ଯିହୁଦା, ମୁଁ ତୁମ୍ଭକୁ ସ୍ୱତନ୍ତ୍ର ବୀଜରୁ ଉତ୍ପନ୍ନ
ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି।
ତେବେ ତୁମ୍ଭେ କାହିଁକି
ବନ୍ୟ ଦ୍ରାକ୍ଷାଲତା ହେଲ?
22 ଯଦିଓ ତୁମ୍ଭେ ସୋଢ଼ାରେ ନିଜକୁ ଧୌତ କରିଅଛ
ଓ ବହୁତ ସାବୁନ ବ୍ୟବହାର କରିଅଛ,
ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟିରେ କ୍ଷାରିତ ନ ହୋଇ ସେହିପରି ରହିଅଛି।”
ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
23 “ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ,
‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ?’
ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର।
ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
24 ଆଉ ତୁମ୍ଭେ ପ୍ରାନ୍ତରରେ ବାସ କରୁଥିବା ବନ୍ୟ ଗର୍ଦ୍ଦଭୀ ପରି ଅଟ।
ସେ ନିଜର ଋତୁ ସମୟରେ ବାୟୁ ଆଘ୍ରାଣ କରେ।
କିଏ ତା’ର କାମ ଲିପ୍ସାରୁ ଅବରୋଧ କରି ପାରିବେ?
ତାହାର ଅନ୍ୱେଷଣକାରୀମାନଙ୍କର ଆପଣାମାନଙ୍କ କ୍ଳାନ୍ତ କରିବାର ଦରକାର ନାହିଁ।
ସେମାନେ ତାଙ୍କର ନିୟମିତ ମାସରେ ତାକୁ ସହଜରେ ପାଇପାରିବେ।
25 ହେ ଯିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦେବଗଣଙ୍କ ପଶ୍ଚାଦ୍ଗମନରୁ ନିବୃତ୍ତ ହେବା ଉଚିତ୍
ଓ ସେ ଦେବଗଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ।
ମାତ୍ର ତୁମ୍ଭେ କହିଲ, ‘ଆଉ ଦରକାର ନାହିଁ,
କାରଣ ଆମ୍ଭେ ସେହି ବିଦେଶୀୟ ଦେବଗଣଙ୍କୁ ପୂଜା କରିଅଛୁ
ଓ ସେମାନଙ୍କର ପଶ୍ଚାଦ୍ଗାମୀ ହେବୁ, ସେମାନଙ୍କୁ ଆମ୍ଭେ ଛାଡ଼ିବୁ ନାହିଁ।’
26 “ଗ୍ଭେର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ,
ସେହିପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ,
ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ
ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି।
27 ସେମାନେ ଏକ କାଠ ମୁଣ୍ଡାକୁ କହନ୍ତି,
‘ତୁମ୍ଭେ ଆମ୍ଭର ପିତା’
ଓ ଖଣ୍ଡେ ପଥରକୁ କହନ୍ତି,
‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।’
ସେମାନେ ସେଥିପାଇଁ ଲଜ୍ଜିତ ହେବେ।
ପୁଣି ସେମାନେ ଆମ୍ଭ ଆଡ଼କୁ ମୁଖ ନ କରି,
ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି।
ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ,
‘ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।’
28 ମାତ୍ର ତୁମ୍ଭେମାନେ ନିଜ ପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସେମାନେ କାହାନ୍ତି?
ସେମାନେ ଆସନ୍ତୁ ଓ ଯଦି ପାରନ୍ତି
ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ।
କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ୟାନୁସାରେ ତୁମ୍ଭର ଦେବତାମାନେ ଅଛନ୍ତି
29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଅଛ?
ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ପାପ କରିଅଛ।”
ଏହା ସଦାପ୍ରଭୁ କହନ୍ତି।
30 “ଆମ୍ଭେ ବୃଥାରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦେଇଅଛୁ।
ମାତ୍ର ଏହାର ଫଳ କିଛି ହେଲା ନାହିଁ।
କାରଣ ତୁମ୍ଭେମାନେ ଠିକ୍ ବାଟକୁ ଫେରିଲ ନାହିଁ।
ତୁମ୍ଭେମାନେ ତୁମ୍ଭ ଖଡ଼୍ଗରେ
ତୁମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କୁ ହତ୍ୟା କରିଅଛ।
ଆଉ ଭୟଙ୍କର ସିଂହ ତୁଲ୍ୟ ସେମାନଙ୍କୁ ଗ୍ରାସ କରିଅଛ।”
31 ହେ ବର୍ତ୍ତମାନ ସମୟର ଲୋକମାନେ,
ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟପ୍ରତି ଧ୍ୟାନ ଦିଅ।
“ଆମ୍ଭେ କ’ଣ ଇସ୍ରାଏଲ ପ୍ରତି ପ୍ରାନ୍ତରସ୍ୱରୂପ
କିଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ?
ଆମ୍ଭର ଲୋକମାନେ କାହିଁକି କହୁଛନ୍ତି,
‘ଆମ୍ଭେମାନେ ବନ୍ଧନମୁକ୍ତ ହୋଇଅଛୁ,
ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’
32 ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ?
ଜଣେ କନ୍ୟା କ’ଣ ତା’ର ପୋଷାକକୁ ଭୁଲି ପାରିବ?
କିନ୍ତୁ ମୋର ଲୋକମାନେ
ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି।
33 “ହେ ଯିହୁଦା, ତୁମ୍ଭେ ତୁମ୍ଭ ପ୍ରେମିକମାନଙ୍କୁ ଖୋଜିବାରେ ନିପୁଣା।
ଏପରିକି ତୁମ୍ଭେ ଦୁଷ୍ଟା ସ୍ତ୍ରୀମାନଙ୍କୁ କିପରି ଏହା କରିବାକୁ ହୁଏ ଶିକ୍ଷା ଦେଲ।
34 ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର
ରକ୍ତ ଦେଖାଯାଏ।
ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ।
ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।
35 ତୁମ୍ଭେ କହିବାକୁ ଲାଗୁଛ, ‘ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ,
ପରମେଶ୍ୱର ତାଙ୍କର କ୍ରୋଧକୁ ଆମଠାରୁ ଦୂରେଇ ନେବେ।’
ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଗ୍ଭର କରିବା
କାରଣ ତୁମ୍ଭେ କହୁଛ, ‘ଆମ୍ଭେ ନିର୍ଦ୍ଦୋଷୀ।’
36 ତୁମ୍ଭେ କାହିଁକି ଆପଣା ମନ
ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ?
ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ,
ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ।
37 ଆଉ ତୁମ୍ଭେ ମିଶରରୁ ମଧ୍ୟ ବାହାରି ଯିବ
ଓ ଲଜ୍ଜାରେ ତୁମ୍ଭେ ଆପଣା ମୁହଁ ଲୁଗ୍ଭଇବ,
କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ
ପ୍ରତ୍ୟାଖ୍ୟାନ କରିଅଛନ୍ତି।
ତୁମ୍ଭେମାନେ ସେମାନଙ୍କ ସାହାଯ୍ୟ ଦ୍ୱାରା ଉନ୍ନତି କରି ପାରିବ ନାହିଁ।
ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା(A)
16 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।
2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। 3 ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ। 4 ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ [a] ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା’ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।
ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ(B)
5 ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ। 6 ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”
7 ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”
8 ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। 9 ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ। 10 ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି? 11 ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”
12 ତା’ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ(C)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର [b] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ [c] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ [d] ବା ଭବିଷ୍ୟଦ୍ବକ୍ତା [e]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର [f] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି [g] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ(D)
21 ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।
22 ତା’ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”
23 ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”
24 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା’ପରେ ସେ ମୋର ଅନୁସରଣ କରିବା ଉଚିତ୍। 25 ଯେଉଁ ଲୋକ ତା’ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହୁଁଥିବ, ସେ ଏହାକୁ ହରେଇ ବସିବ। ମୋ’ ପାଇଁ ଜୀବନ ଦେଉଥିବା ପ୍ରତ୍ୟେକ ଲୋକ ଏହାକୁ ରକ୍ଷା କରିବ। 26 ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ। 27 ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା’ର କର୍ମ ଅନୁସାରେ ଫଳ ଦେବେ। 28 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”
2010 by World Bible Translation Center