Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବିଗ୍ଭରକର୍ତ୍ତାମାନଙ୍କ ବିବରଣ 3

ସଦାପ୍ରଭୁ ସେହି ଭୂମିରେ ରହିବା ପାଇଁ ସେହି ଜାତିକୁ ଅନୁମତି ଦେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଏହିପରି ପରୀକ୍ଷା କଲେ। ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ କେହି ହେଲେ ଜଣେ ସେହି ସମୟରେ କିଣାନ ଦେଶକୁ ଯୁଦ୍ଧରେ ହରାଇବାକୁ ଲଢ଼େଇ କରି ନ ଥିଲେ। ତେଣୁ ସଦାପ୍ରଭୁ ସେହି ଭୂମିରୁ ଅନ୍ୟ ଜାତିକୁ ବିତାଡ଼ିତ କରି ନ ଥିଲେ। ସଦାପ୍ରଭୁ ଏହିପରି କଲେ, ଇସ୍ରାଏଲକୁ ଶିଖାଇଲେ ଯେଉଁମାନେ କିଣାନ ଦେଶ ବିରୁଦ୍ଧରେ ଯୁଦ୍ଧ କରି ନ ଥିଲେ। ସଦାପ୍ରଭୁ ଭୂମିକୁ ପରିତ୍ୟାଗ କରି, ଏହି ଜାତିର ଶୁଚି ଅଟେ। ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବା‌‌ଲ୍‌‌ହର୍ମୋନ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ସୀଦୋନୀୟ ଏବଂ ହିବ୍ବୀୟ ଲୋକମାନେ। ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ପରୀକ୍ଷା କରିବା ପାଇଁ ସେହି ଜାତିଗୁଡ଼ିକ ଭୂମିରେ ପରିତ୍ୟାଗ କଲେ। ସଦାପ୍ରଭୁ ଦେଖିବାକୁ ଗ୍ଭହିଁଲେ, ଯଦି ଏହି ଲୋକମାନେ ମୋଶାଙ୍କ ଦ୍ୱାରା ସେମାନଙ୍କର ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁଙ୍କ ଦ୍ୱାରା ଦେଖାଯାଇଥିବା ଆଦେଶଗୁଡ଼ିକ ମାନୁଛନ୍ତି।

ଇସ୍ରାଏଲୀୟ କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ, ଏବଂ ଯିବୂଷୀୟ ସହିତ ବାସ କଲେ। ଇସ୍ରାଏଲୀୟ ସେହି ଲୋକମାନଙ୍କର ଝିଅମାନଙ୍କୁ ବିବାହ କରିବାକୁ ଆରମ୍ଭ କଲେ। ସେମାନେ ସେମାନଙ୍କର ଝିଅମାନଙ୍କୁ ସେହି ଲୋକମାନଙ୍କର ପୁଅମାନଙ୍କ ସହିତ ବିବାହ କରିବାକୁ ଅନୁମତି ଦେଲେ। ଏହା ବ୍ୟତିତ ଇସ୍ରାଏଲୀୟ ସେହି ଲୋକମାନଙ୍କର ଦେବତାଗଣଙ୍କୁ ପୂଜା କଲେ।

ପ୍ରଥମ ବିଗ୍ଭରକ ହେଲେ ଅତ୍ନୀୟେଲ

ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲୀୟ ଲୋକମାନେ ସବୁ ପ୍ରକାର କର୍ମରେ ରତ ଥିଲେ। ଯାହାସବୁ ସଦାପ୍ରଭୁଙ୍କ ଚକ୍ଷୁରେ ପାପ ଥିଲା। ଏବଂ ବା‌‌ଲ୍‌‌ଦେଶର ଦେବତାଗଣର ଆଶେରା ଦେବିଗଣର ପୂଜା କଲେ ଏବଂ ସଦାପ୍ରଭୁଙ୍କ ବିଷୟସବୁ ପାଶୋରି ଗଲେ। ସଦାପ୍ରଭୁଙ୍କ କୋପ ଇସ୍ରାଏଲବାସୀଙ୍କ ଉପରେ ପଡ଼ିଲା। ତେଣୁ ସେ ଅରାମ ନହରୟିମର ରାଜା କୂଶନରିଶିୟାଥୟିମର ହସ୍ତରେ ଇସ୍ରାଏଲବାସୀଙ୍କୁ ପରାସ୍ତ କଲେ। ତେଣୁ ଇସ୍ରାଏଲବାସୀମାନେ ଆଠ ବର୍ଷ ପର୍ଯ୍ୟନ୍ତ ତାଙ୍କର ସେବା କଲେ। ଏହା ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସେମାନଙ୍କୁ ସାହାଯ୍ୟ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସେହି ଲୋକର ନାମ ଥିଲା ଅତ୍ନୀୟେଲ। ସେ ଥିଲେ ‌‌‌କାଲେ‌ବଙ୍କର ସାନ ଭାଇ କ‌ନ୍‌ସରର ପୁତ୍ର। 10 ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ପ୍ରବେଶ କଲାରୁ, ସେ ଇସ୍ରାଏଲର ଲୋକମାନଙ୍କର ବିଗ୍ଭର କଲେ, ଓ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିୟାଥୟିମକୁ ଅରାମୀୟର ରାଜାଙ୍କୁ ହରାଇବାରେ ଅତ୍ନୀୟେଲଙ୍କ ସାହାଯ୍ୟ କରିଥିଲେ ଓ ସେ ତାଙ୍କୁ ଆୟତ କଲେ। 11 ଅତଏବ, କ‌ନ୍‌ସର ପୁତ୍ର ଅତ୍ନୀୟେଲ ମୃତ୍ୟୁବରଣ କଲା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ସେହି ଭୂମି ଶାନ୍ତିରେ ରହିଲା।

ବିଗ୍ଭରକ ଏହୂଦ

12 ଏହା ପରେ ଇସ୍ରାଏଲର ଲୋକମାନେ ସେହିସବୁ କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି କହିଥିଲେ। ତେଣୁ ସଦାପ୍ରଭୁ ଇଗ୍ଲୋନ, ମୋୟାବର ରାଜା ଶକ୍ତିଶାଳୀ ଇସ୍ରାଏଲର ଲୋକମାନଙ୍କୁ ହରାଇବାକୁ ପ୍ରସ୍ତୁତ କଲେ। 13 ରାଜା ଇଗ୍ଲୋନ ଅମ୍ମୋନୀୟ ଓ ଅମାଲେକୀୟ ସହିତ ସଂଯୁକ୍ତ ତିଆରି କଲେ। ସେମାନେ ଇସ୍ରାଏଲକୁ ଆକ୍ରମଣ କଲେ। ସେମାନେ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ ଏବଂ ଖର୍ଜ୍ଜୁରପୁର (ଯିରୀହୋ)ରୁ ତଡ଼ି ଦେଲେ। ଏବଂ ଇସ୍ରାଏଲମାନଙ୍କ ଖର୍ଜ୍ଜୁରପୁରର ସହରକୁ ଅଧିକାର କଲେ। 14 ମୋୟାବର ରାଜା ଇଗ୍ଲୋନ ଇସ୍ରାଏଲ ଉପରେ ଅଠର ବର୍ଷ ଶାସନ କଲେ।

15 ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କୁ ପଠାଇଲେ। ସେହି ଲୋକ ଜଣକ ଥିଲେ ଏହୂଦ। ଏହୂଦ ଥିଲେ ବିନ୍ୟାମିନୀୟ ପରିବାରବର୍ଗର ଗେରାର ପୁତ୍ର। ସେ ତାଙ୍କର ବାମହାତରେ ଯୁଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହୋଇଥିଲେ। ଇସ୍ରାଏଲ ଲୋକମାନେ ତାଙ୍କଦ୍ୱାରା ମୋୟାବୀୟର ରାଜା ଇଗ୍ଲୋନଙ୍କ ନିକଟକୁ ଭେଟି ପଠାଇଲେ। 16 ଏହୂଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ଦୈର୍ଘ୍ୟ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ୱିଧାର ବିଶିଷ୍ଟ ଥିଲା। ଏହାକୁ ତାଙ୍କର ଦକ୍ଷିଣ ଜଂଘରେ ବସ୍ତ୍ର ଭିତରେ ବାନ୍ଧି ରଖିଲେ।

17 ତେଣୁ ସେ ମୋୟାବୀୟ ରାଜା ଇଗ୍ଲୋନ୍ ନିକଟକୁ ସେହି ଉପହାର ନେଲେ। ଇଗ୍ଲୋନ୍ ବଡ଼ ମୋଟା ଲୋକ ଥିଲେ। 18 ସେ ଭେଟୀ ନେଇସାରିବା ପରେ ସେହି ଉପହାର ବହନ କରିଥିବା ଲୋକମାନଙ୍କୁ ସେଠାରୁ ପଠାଇ ଦେଲେ। ସେମାନେ ରାଜପ୍ରାସାଦଠାରୁ ଗଲେ। 19 ଏହୂଦ ଜାଣିଲେ ଏବଂ ମୂର୍ତ୍ତୀ ନିକଟ ଗି‌‌ଲ୍‌‌ଗଲ୍ ସ୍ଥଳକୁ ଗଲେ, ତା’ପରେ ସେ ଫେରି ଆସି ରାଜାଙ୍କୁ ଭେଟି ଏହୂଦ କହିଲେ, “ମୁଁ ଆପଣାଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।”

ରାଜା ତାଙ୍କୁ ନୀରବ ରହିବା ପାଇଁ କହିଲେ ଓ ସେ ନିଜ ଲୋକମାନଙ୍କୁ ଘର ଛାଡ଼ିବାକୁ କହିଲେ। 20 ଏହୂଦ ରାଜାଙ୍କ ନିକଟକୁ ଗଲେ। ସେହି ସମୟରେ, ଇଗ୍ଲୋନ ଉଚ୍ଚ ସିଂହାସନ ମଞ୍ଚ ଉପରେ ବସିଥିଲେ, ଏହା କେବଳ ତାଙ୍କର ଥିଲା।

ତେଣୁ ଏହୂଦ କହିଲେ, “ଆପଣାଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ ବାର୍ତ୍ତା ଅଛି।” ତେଣୁ ରାଜା ତାଙ୍କର ସିଂହାସନ ଉପରୁ ଉଠି ପଡ଼ିଲେ। ସେ ଏହୂଦଙ୍କର ଖୁବ୍ ନିକଟକୁ ଆସିଲେ। 21 ଯେତେବେଳେ ରାଜା ଉଠି ପଡ଼ିଲେ, ଏହୂଦ ତାଙ୍କର ବାମ ହାତରେ ବ୍ୟବହୃତ ଖଣ୍ତା ଦକ୍ଷିଣ ଜଂଘରୁ ବାହାର କଲେ ଏବଂ ରାଜାଙ୍କର ପେଟରେ ଭୂଷି ଦେଲେ। 22 ଏହୂଦ ତାଙ୍କ ପେଟରେ ‌‌ଖ‌ଡ଼୍‌ଗ ପୁରାଇଲାବେଳେ, ତାଙ୍କର ‌‌ଖ‌ଡ଼୍‌ଗ ସହିତ ମୁଠା ମଧ୍ୟ ପଶିଗଲା। ଚର୍ବ୍ବୀ ସମ୍ପୂର୍ଣ୍ଣ ଖଣ୍ଡାରେ ଲାଗି ରହିଥିଲା। ଏହୂଦ ‌‌ଖ‌ଡ଼୍‌ଗ ବାହାର କଲେ ନାହିଁ। ଇଗ୍ଲୋନ ‌‌ଖ‌ଡ଼୍‌ଗଘାତ ହେଲା ପରେ, ସେ ନିଜର କ୍ଷମତା ଅନ୍ତବୁଜୁଳା ଉପରୁ ହରାଇଥିଲା ଏବଂ ମଳ ପଦାକୁ ବାହାରି ଆସିଥିଲା।

23 ଏହା ପରେ ଏହୂଦ ଘରର ବାହାର ଓ ଭିତର କବାଟ ବନ୍ଦ କଲେ ଏବଂ ସେମାନଙ୍କୁ ତାଲା ପକାଇ ଦେଲେ। ତା’ପରେ ସେ ରାଜାଙ୍କର ସିଂହାସନ ଘର ଆଡ଼କୁ ଅଗ୍ରସର ହେଲେ ଏବଂ ନିମ୍ନରେ ଥିବା ନିଜ ପାଇଖାନାରେ ପ୍ରବେଶ କଲେ। 24 ତାହାପରେ ଏହୂଦ ମୂଖ ଛାଡ଼ିଲେ ଏବଂ ଇଗ୍ଲୋନର ଦାସମାନେ ଆସିଲେ। ଯେତେବେଳେ ସେମାନେ ଦେଖିଲେ ରାଜାଙ୍କ ସିଂହାସନ ଘରର ଫାଟକ ବନ୍ଦ ହୋଇଥିଲା, ଦାସମାନେ କହିଲେ, “ରାଜା ତାଙ୍କର ନିଜର କୋଠରୀ ମଧ୍ୟରେ ଆରାମ ନେଉଛନ୍ତି।” 25 ତେଣୁ ସେମାନେ ସେଠାରେ ବହୁତ ସମୟ ଅପେକ୍ଷା କଲେ କିନ୍ତୁ କବାଟଗୁଡ଼ିକ ଆଦୌ ଖୋଲିଲା ନାହିଁ। ସର୍ବଶେଷରେ ଦାସମାନେ ସେମାନଙ୍କର ଧୈର୍ଯ୍ୟ ହରାଇଲେ। ସେମାନେ ଗ୍ଭବି ପାଇ କବାଟ ଖୋଲିଲେ ଓ ଭିତରେ ପ୍ରବେଶ କଲେ। ଚଟାଣ ଉପରେ ରାଜା ମରି ପଡ଼ିଥିବାର ସେମାନେ ଦେଖିଲେ।

26 ଦାସମାନେ ରାଜାଙ୍କ ପାଇଁ ସେଠାରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ ସେ ସ୍ଥାନ ଛାଡ଼ି ପଳାଇଗଲେ। ଏହୂଦ ମୂର୍ତ୍ତି ବାଟଦେଇ ସିୟୀରାକୁ ପଳାଇଗଲେ। 27 ଏହୂଦ ଯେତେବେଳେ ସିୟୀରାରେ ପହଞ୍ଚିଲେ, ସେ ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ। ଇସ୍ରାଏଲ ସନ୍ତାନଗଣ ତୂରୀର ଶବ୍ଦ ଶୁଣି ପର୍ବତରୁ ଓହ୍ଲାଇ ଆସିଲେ। ଏହୂଦ ସେମାନଙ୍କର ନେତୃତ୍ୱ ନେଲେ। 28 ଏହୂଦ ଇସ୍ରାଏଲ ସନ୍ତାନଗଣଙ୍କୁ କହିଲେ, “ମୋତେ ଅନୁସରଣ କର, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟ ଲୋକମାନଙ୍କୁ, ତୁମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି।”

ତେଣୁ ଇସ୍ରାଏଲୀୟ ମୋୟାବୀୟଙ୍କ ବିରୁଦ୍ଧରେ ତାଙ୍କୁ ଅନୁସରଣ କଲେ। ସେମାନେ ଯର୍ଦ୍ଦନ ନଦୀର ଅଳ୍ପ ଗଭୀର ସ୍ଥାନରେ ଅକ୍ତିଆର କଲେ। ଯାହା ମୋୟାବକୁ ବ୍ୟାପିଗଲା ଏବଂ କାହାରିକୁ ନଦୀ ପାରି ହେବାକୁ ଅନୁମତି ଦେଲେ ନାହିଁ। 29 ଇସ୍ରାଏଲର ଲୋକମାନେ ମୋୟାବର 10,000 ସାହସୀ ଓ ବଳବାନ୍ ଯୋଦ୍ଧାମାନଙ୍କୁ ହତ୍ୟା କଲେ। କୌଣସି ଗୋଟିଏ ହେଲେ ମୋୟାବର ଲୋକଙ୍କୁ ପଳାଇ ଯିବାକୁ ସେମାନେ ଦେଲେ ନାହିଁ। 30 ଏହିପରି ମୋୟାବ ଦେଶ ସେହି ଦିନ ଇସ୍ରାଏଲ ଅଧୀନରେ ବଶିଭୂତ ହେଲା। ତେଣୁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ଶାନ୍ତିରେ ରହିଲା।

ବିଗ୍ଭରକ ଶ‌ମ୍‌ଗର

31 ଏହୂଦଙ୍କ ପରେ ଇସ୍ରାଏଲୀୟମାନଙ୍କୁ ଆଉ ଜଣେ ରକ୍ଷା କଲେ। ସେ ଶ‌ମ୍‌ଗର, ଅନାତର ପୁତ୍ର ଥିଲେ। ସେ 600 ପଲେଷ୍ଟୀୟ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ହତ୍ୟା କଲେ। ସେ ମଧ୍ୟ ଇସ୍ରାଏଲକୁ ରକ୍ଷା କଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7

ସ୍ତିଫାନଙ୍କ ଭାଷଣ

ମହାଯାଜକ ସ୍ତିଫାନଙ୍କୁ ପଗ୍ଭରିଲେ, “ଏସବୁ କଥା କ’ଣ ସତ୍ୟ?” ସେ ଉତ୍ତର ଦେଲେ, “ମୋର ଯିହୂଦୀ ପିତାମାନେ ଓ ଭାଇମାନେ, ମୋ’ କଥା ଶୁଣ। ଆମ୍ଭର ପିତା ଅବ୍ରହାମ ହାରୋଣ ନଗରରେ ବାସ କରିବା ପୂର୍ବରୁ ଯେତେବେଳେ ମେସପତାମିଆରେ ଥିଲେ, ସେତେବେଳେ ଗୌରବମୟ ପରମେଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ, ‘ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି, ସେ ଦେଶକୁ ଗ୍ଭଲିଯାଅ।’ [a]

“ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ୟାଗ କରି ହାରଣରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ୟୁ ପରେ ପରମେଶ୍ୱର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭେମାନେ ବର୍ତ୍ତମାନ ରହୁଛ। ପରମେଶ୍ୱର ତାହାଙ୍କୁ କିଛି ଦେଲ ନାହିଁ। ଏପରିକି ଗୋଟିଏ ଫୁଟ ଜାଗା ମଧ୍ୟ ନୁହେଁ। ସେତେବେଳେ ତାହାଙ୍କର କିଛି ପିଲାପିଲି ନ ଥିଲା। ପରମେଶ୍ୱର ତାହାଙ୍କୁ ଓ ତାହାଙ୍କର ଭବିଷ୍ୟତ୍ ଉତ୍ତରାଧିକାରୀଙ୍କୁ ଏହି ଭୂମି ଏକ ଅଧିକାର ରୂପେ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।

“ପରମେଶ୍ୱର ତାହାଙ୍କୁ ଏହିକଥା କହିଥିଲେ, ‘ତୁମ୍ଭର ସନ୍ତାନମାନେ ବିଦେଶରେ ଦାସ କର୍ମ କରିବେ। ସେମାନେ ତାହାଙ୍କୁ ଗ୍ଭରିଶହ ବର୍ଷ ପର୍ଯ୍ୟନ୍ତ ଖରାପ ବ୍ୟବହାର କରିବେ।’ [b] ପରମେଶ୍ୱର କହିଲେ, ‘ଯେଉଁମାନେ ସେମାନଙ୍କୁ ଦାସ କରି ରଖିଛନ୍ତି, ମୁଁ ସେମାନଙ୍କୁ ଦଣ୍ଡ ଦେବି। ତା’ପରେ ସେମାନେ ସେଠାରୁ ଆସି ଏହି ସ୍ଥାନରେ ମୋତେ ପୂଜା କରିବେ।’ [c]

“ଏହିପରି ପରମେଶ୍ୱର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚିହ୍ନ ପ୍ରଦାନ କଲେ। ସେ ଇ‌ସ୍‌ହାକଙ୍କର ପିତା ହେଲେ। ଇ‌ସ୍‌ହାକଙ୍କ ଜନ୍ମର ଅଷ୍ଟମ ଦିନ ଅବ୍ରହାମ ତାହାଙ୍କର ସୁନ୍ନତ କଲେ ଓ ଇ‌ସ୍‌ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।

“ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ। 10 ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରିଦେଲେ। 11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।

12 “ମିଶରରେ ଶସ୍ୟଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସେଠାକୁ ପଠାଇଲେ। 13 ସେମାନଙ୍କର ଦ୍ୱିତୀୟ ଥର ଯିବା ସମୟରେ ଯୋଷେଫ ନିଜ ଭାଇମାନଙ୍କ ପାଖରେ ପରିଚିତ ହେଲେ ଓ ଫାରୋ ଯୋଷେଫଙ୍କ ପରିବାର ବିଷୟରେ ଜାଣିଲେ। 14 ତେଣୁ ଯୋଷେଫ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡକେଇ ଆଣିଲେ। ସେମାନେ ସମୁଦାୟ ସତୁରି ଜଣ ଥିଲେ। 15 ତା’ପରେ ଯାକୁବ ମିଶର ଦେଶକୁ ଗଲେ। ସେଠାରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ୟୁ ବରଣ କଲେ। 16 ସେମାନଙ୍କୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରହାମ ହମୋରର ପୁତ୍ରମାନଙ୍କ ପାଖରୁ କିଛି ରୂପାଟଙ୍କା ଦେଇ କିଣିଥିଲେ।

17 “ଇତି ମଧ୍ୟରେ ମିଶର ଦେଶରେ ଇସ୍ରାଏଲ ଲୋକମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଲା। ପରମେଶ୍ୱର ଅବ୍ରହାମଙ୍କୁ ଯେଉଁସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ୟରେ ପରିଣତ ହୋଇଥିଲା। 18 ସେହି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ୱ କରିବା ପାଇଁ ଆରମ୍ଭ କଲେ। ସେ ଯୋଷେଫଙ୍କୁ ଜାଣି ନ ଥିଲେ। 19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ୟବହାର କଲେ। ରାଜା ସେମାନଙ୍କର ଶିଶୁମାନଙ୍କୁ ମାରିବା ପାଇଁ ବାହାରେ ପକେଇଦେବାକୁ ସେମାନଙ୍କୁ ବାଧ୍ୟ କଲେ।

20 “ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା। 21 ତାହାଙ୍କୁ ବାହାରେ ପକାଇ ଦେବା ବେଳେ ଫାରୋଙ୍କର କନ୍ୟା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ। 22 ମୋଶା ମିଶରବାସୀମାନଙ୍କର ସମସ୍ତ ବିଦ୍ୟାରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ୟ ଓ କାମରେ ଶକ୍ତିଶାଳୀ ଥିଲେ।

23 “ତାହାଙ୍କୁ ଗ୍ଭଳିଶ୍ ବର୍ଷ ବୟସ ହେବା ବେଳେ ସେ ନିଜ ଭାଇମାନଙ୍କୁ ତଥା ଇସ୍ରାଏଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ। 24 ମୋଶା ସେଠାରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ୟାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସେହିଠାରେ ମରିଗଲା। 25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ।

26 “ତା’ ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧ୍ୟରେ କଳି କରୁଥିବାର ଦେଖିଲେ। ସେ ସେମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବାକୁ ଚେଷ୍ଟା କଲେ ଓ କହିଲେ, ‘ହେ ଲୋକମାନେ, ତୁମ୍ଭେମାନେ ପରସ୍ପର ଭାଇ ଭାଇ। ତୁମ୍ଭେମାନେ ପରସ୍ପର ଭିତରେ କାହିଁକି କଳି କରୁଛ?’ 27 ଏହା ଶୁଣି ପଡ଼ୋଶୀ ପ୍ରତି ଅନ୍ୟାୟ କରୁଥିବା ଲୋକଟି ମୋଶାଙ୍କୁ ଠେଲିଦେଇ କହିଲା, ‘ତୁମ୍ଭକୁ ଆମ୍ଭ ଶାସକ ଓ ବିଗ୍ଭରକ ରୂପେ କିଏ ନିଯୁକ୍ତି ଦେଲା? 28 ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦେଲ ସେହିପରି କ’ଣ ମୋତେ ମାରି ଦେବା ପାଇଁ?’ [d] 29 ମୋଶା ଏହା ଶୁଣି ଅତିଶୀଘ୍ର ମିଶରରୁ ଗ୍ଭଲିଗଲେ ଓ ମିଦିୟନ ଦେଶରେ ଜଣେ ବିଦେଶୀ ହୋଇ ରହିଲେ। ସେଠାରେ ତାହାଙ୍କର ଦୁଇଟି ପୁତ୍ର ହେଲେ।

30 “ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ। 31 ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ: 32 ‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର।’ [e] ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ।

33 “ତା’ପରେ ପ୍ରଭୁ ତାହାଙ୍କୁ କହିଲେ, ‘ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହୋଇଛ ତାହା ପବିତ୍ରଭୂମି। 34 ମୁଁ ମିଶର ଦେଶରେ ମୋ’ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ୟବହାର ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଲି। ମୁଁ ସେମାନଙ୍କୁ ମୁକ୍ତି ଦେବା ପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।’ [f]

35 “ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ। 36 ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।

37 “ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’ [g] 38 ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।

39 “କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ। 40 ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’ [h] 41 ସେହି ସମୟରେ ସେମାନେ ଗୋଟିଏ ବାଛୁରିର ମୂର୍ତ୍ତି ତିଆରି କରି ସେହି ମୂର୍ତ୍ତି ଆଗରେ ବଳି ଦେଲେ। ସେମାନେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସୀ ହେଲେ। 42 କିନ୍ତୁ ପରମେଶ୍ୱର ସେମାନଙ୍କଠାରୁ ବିମୁଖ ହେଲେ। ସେ ସେମାନଙ୍କୁ ଆକାଶସ୍ଥ ଭଣ୍ଡ ଦେବତାମାନଙ୍କର ପୂଜା କରିବା ପାଇଁ ଛାଡ଼ି ଦେଲେ। ଏହି ବିଷୟରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲେଖାଅଛି,

‘ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ,
    ମୋ’ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରି ନାହଁ।
43 ତୁମ୍ଭେମାନେ ତୁମ୍ଭମାନଙ୍କ ସହିତ ମୋଲଖର ତମ୍ବୁ
    ଏବଂ ନକ୍ଷତ୍ର ଦେବତା ରମ୍ପାର ମୂର୍ତ୍ତିକୁ ମଧ୍ୟ ବୋହି ନେଇଯାଇଥିଲ।
ଏଗୁଡ଼ିକୁ ତୁମ୍ଭେମାନେ ପୂଜା କରିବା ପାଇଁ ତିଆରି କରିଥିଲ।
    ତେଣୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦେବି।’ (A)

44 “ଆମ୍ଭ ପୂର୍ବପୁରୁଷମାନଙ୍କ ପବିତ୍ର ତମ୍ବୁ ମଧ୍ୟ ପ୍ରାନ୍ତରରେ ଥିଲା। ପରମେଶ୍ୱର ମୋଶାଙ୍କୁ ଗୋଟିଏ ନ‌କ୍‌ସା ଦେଖାଇଲେ ଏବଂ ସେ ଦେଖିଥିବା ନ‌କ୍‌ସା ଅନୁସାରେ ଗୋଟିଏ ସାକ୍ଷ୍ୟ ତମ୍ବୁ ତିଆରି କରିବାକୁ ତାହାଙ୍କୁ କହିଥିଲେ। 45 ଆମ୍ଭର ପୂର୍ବପୁରୁଷମାନେ ସେହି ପବିତ୍ର ତମ୍ବୁ ସାଙ୍ଗରେ ଆଣିଥିଲେ। ସେହି ସମୟରେ ଯିହୋଶୂୟଙ୍କ ନେତୃତ୍ୱରେ ସେମାନେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନେଇଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନାରେ ବାହାର କରିଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ଯ୍ୟନ୍ତ ଥିଲା। 46 ଦାଉଦ ପରମେଶ୍ୱରଙ୍କ କୃପା ପ୍ରାପ୍ତ ହେଲେ। ସେ ଯାକୁବର ପରମେଶ୍ୱରଙ୍କ ପାଇଁ ଗୋଟିଏ ମନ୍ଦିର ତୋଳିବାକୁ ଅନୁମତି ଦେବା ପାଇଁ ପରମେଶ୍ୱରଙ୍କୁ ଅନୁରୋଧ କଲେ। 47 କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।

48 “ମାତ୍ର ସର୍ବୋପରିସ୍ଥ ପରମେଶ୍ୱର କୌଣସି ହାତ ତିଆରି ମନ୍ଦିରରେ ବାସ କରନ୍ତି ନାହିଁ। ଭବିଷ୍ୟ‌ଦ୍‌ବକ୍ତା ଏହିପରି ଲେଖନ୍ତି,

49 ‘ସ୍ୱର୍ଗ ମୋହର ସିଂହାସନ
    ପୃଥିବୀ ମୋହର ପାଦପୀଠ।
ତୁମ୍ଭେମାନେ ମୋ’ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ?
    ମୋର ବିଶ୍ରାମ ନେବା ପାଇଁ ସ୍ଥାନ କେଉଁଠି?
50 ମନେରଖ, ମୁଁ ଏସବୁ ସୃଷ୍ଟି କରିଛି।’”(B)

51 ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜି‌ଦ୍‌ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ। 52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ। 53 ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।”

ସ୍ତିଫାନଙ୍କ ହତ୍ୟା

54 ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ। 55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ। 56 ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।”

57 ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋ‌ର୍‌‌ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ। 58 ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ। 59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।” 60 ତା’ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋ‌ର୍‌‌ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 16

ବିନାଶର ଦିନ

16 ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମିୟ, ତୁମ୍ଭର ଏହି ସ୍ଥାନରେ ବିବାହ କରିବା ଉଚିତ୍ ନୁହଁ, କିଅବା ପୁତ୍ରକନ୍ୟା ଜନ୍ମ କରିବା ଉଚିତ୍ ନୁହଁ।”

କାରଣ ଏହି ସ୍ଥାନରେ ଜନ୍ମ ନେଇଥିବା ପୁତ୍ର-କନ୍ୟାମାନଙ୍କ ସମ୍ବନ୍ଧରେ, ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ ଓ ସେମାନଙ୍କ ଜନ୍ମଦାତା ପିତୃଗଣଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି। “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।”

ତେଣୁ ସଦାପ୍ରଭୁ ଏହି କଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ମୃତ୍ୟୁ ଶୋକ ପାଳିତ ହେଉଥିବା ଗୃହକୁ ଯାଅ ନାହିଁ। ତୁମ୍ଭେ ସେମାନଙ୍କୁ ବିଳାପ ଓ ଦୁଃଖ ଜଣାଇବାକୁ ଯାଅ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ଦୟା କାଢ଼ି ନେଇଅଛୁ।”

“ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ। ମୃତ ବ୍ୟକ୍ତିଙ୍କ ଦୁଃଖରେ ଶୋକ କରୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେବାକୁ କେହି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ୟୁରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ୱନା ସୂଚକ ପାତ୍ର କେହି ଦେବେ ନାହିଁ।

“ପୁଣି ତୁମ୍ଭର ନିଶ୍ଚୟ ଭୋଜି ହେଉଥିବା ଗୃହକୁ ପାନ କିଅବା ଭୋଜନ ନିମନ୍ତେ ଯିବା ଉଚିତ୍ ନୁହେଁ। କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କ ଜୀବନକାଳ ମଧ୍ୟରେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି, ଆନନ୍ଦ ରବ ଓ ବରକନ୍ୟାଙ୍କର ଆନନ୍ଦ କୋଳାହଳ ନିବୃତ୍ତ କରାଇବା।’

10 “ହେ ଯିରିମିୟ, ତୁମ୍ଭେ ଯେତେବେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସେମାନେ ସେତେବେଳେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି? ଆମ୍ଭେମାନେ କି ଅପରାଧ କରିଅଛୁ? ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ କି ପାପ କରିଅଛୁ?’ 11 ତୁମ୍ଭେ ସେମାନଙ୍କୁ ଉତ୍ତରରେ କହିବ, ସଦାପ୍ରଭୁ କହନ୍ତି, ‘ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି।’ ପୁଣି ‘ଅନ୍ୟ ଦେବତାମାନଙ୍କର ପଶ୍ଚା‌‌ଦ୍‌‌ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। 12 କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭେମାନେ ନିଜ ନିଜ ଦୁଷ୍ଟାନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କରୁଅଛ ଓ ମୋ’ ଆଜ୍ଞା ପାଳନ କରୁ ନାହଁ। 13 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶରେ ନିକ୍ଷେପ କରିବା। ଆଉ ସେଠାରେ ତୁମ୍ଭେମାନେ ଦିବାରାତ୍ରି ଅନ୍ୟ ଦେବଗଣର ସେବା କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାଯ୍ୟ ବା ଅନୁଗ୍ରହ କରିବା ନାହିଁ।’

14 “ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,’ ସେହି ସମୟ ଆସୁଛି।” ସେହି ଜୀବିତ ସଦାପ୍ରଭୁଙ୍କ ବିଷୟରେ, “ଲୋକମାନେ ଏହି କଥା କହିବେ ନାହିଁ। 15 କିନ୍ତୁ ସମୟ ଆସୁଛି, ଯେତେବେଳେ ସେମାନେ କହିବେ, ‘ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ଯିଏ କି ଇସ୍ରାଏଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠାରେ ସେମାନେ ଥିଲେ ସେଠାରୁ ଫେରାଇ ଆଣିଥିଲେ।’ ସେତେବେଳେ ମୁଁ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲି, ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଫେରାଇ ଦେବି।

16 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଅନେକ କେଉଁଟା ଅଣାଇବା,” “ସେମାନେ ମତ୍ସ୍ୟପରି ସେମାନଙ୍କୁ ଧରିବେ। ତା’ପରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା। ସେମାନେ ପ୍ରତ୍ୟେକ ପର୍ବତରୁ, ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଶିକାର କରି ଆଣିବେ। 17 କାରଣ ସେମାନଙ୍କର ସମସ୍ତ କାର୍ଯ୍ୟରେ ଆମ୍ଭର ଦୃଷ୍ଟି ଅଛି। ସେମାନଙ୍କର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସେମାନଙ୍କର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ। 18 ଆମ୍ଭେ ସେମାନଙ୍କର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦେବା। କାରଣ ସେମାନେ ନିଜ ନିଜର ଘୃଣ୍ୟବସ୍ତୁ ସ୍ୱରୂପ ଶବରେ ଆମ୍ଭର ଦେଶକୁ ‘ଅପବିତ୍ର’ କରିଅଛନ୍ତି। ସେମାନେ ଆମ୍ଭ ଦେଶକୁ ‘ଅଶୁଚି’ କରିଅଛନ୍ତି ଓ ନିଜର ଘୃଣ୍ୟକର୍ମରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।”

19 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତି, ଦୃଢ଼ ଦୁର୍ଗ
    ଓ ବିପଦରେ ମୋର ଆଶ୍ରୟ ସ୍ୱରୂପ।
ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀୟମାନେ
    ତୁମ୍ଭ ନିକଟକୁ ଆସି କହିବେ,
“ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା
    ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
20 ମନୁଷ୍ୟ କ’ଣ ଆପଣା ନିମନ୍ତେ ପରମେଶ୍ୱର ନିର୍ମାଣ କରି ପାରିବ?
    ନା, ସେ ପ୍ରତିମା ନିର୍ମାଣ କରିବ, ମାତ୍ର ଏହା ପ୍ରକୃତ ପରମେଶ୍ୱର ନୁହନ୍ତି।”

21 ସଦାପ୍ରଭୁ କହନ୍ତି, “ତେଣୁ ଆମ୍ଭେ ସେମାନଙ୍କୁ ଜଣାଇବା।
    ବର୍ତ୍ତମାନରୁ ସେମାନଙ୍କୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା।
ତାହାହେଲେ ଆମ୍ଭର ନାମ ଯେ ସଦାପ୍ରଭୁ
    ଏହା ସେମାନେ ଜାଣିବେ।

ମାର୍କ ଲିଖିତ ସୁସମାଗ୍ଭର 2

ପକ୍ଷାଘାତ ରୋଗୀକୁ ଯୀଶୁ ସୁସ୍ଥ କଲେ(A)

କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା। ଅନେକ ଲୋକ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଜମା ହୋଇଗଲେ। ଘରଟି ପୁରିଗଲା। ଘରେ କି ବାହାରେ କେଉଁଠି ହେଲେ ଠିଆ ହେବାକୁ ଜାଗା ନ ଥିଲା। ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେହି ସମୟରେ କେତେକ ଲୋକ ତାହାଙ୍କ ପାଖକୁ ଗୋଟିଏ ପକ୍ଷାଘାତ ରୋଗଗ୍ରସ୍ତ ଲୋକକୁ ଆଣିଲେ। ରୋଗୀକୁ ଗ୍ଭରି ଜଣ ଲୋକ ବୋହି କରି ଆଣିଥିଲେ। ଲୋକ ଭିଡ଼ ହୋଇ ଯାଇଥିବାରୁ ସେମାନେ ରୋଗୀଟିକୁ ଯୀଶୁଙ୍କ ପାଖକୁ ଆଣି ପାରିଲେ ନାହିଁ। ତେଣୁ ସେମାନେ ଯୀଶୁ ଥିବା ଘରର ଛାତ କଣା କଲେ ଓ ବିଛଣାରେ ପଡ଼ିଥିବା ପକ୍ଷାଘାତ ରୋଗୀଟିକୁ ସେହି କଣା ବାଟରେ ଯୀଶୁ ଥିବା ସ୍ଥାନ ପର୍ଯ୍ୟନ୍ତ, ତଳକୁ ଝୁଲାଇ ଦେଲେ। ଯୀଶୁ ଦେଖିଲେ ଯେ, ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, “ହେ ଯୁବକ, ତୁମ୍ଭ ପାପଗୁଡ଼ିକୁ କ୍ଷମା କରାଗଲା।”

କେତେଜଣ ଧର୍ମଶାସ୍ତ୍ରୀ ସେଠାରେ ବସିଥିଲେ। ଯୀଶୁଙ୍କ କାମ ସେମାନେ ଦେଖିଲେ। ସେମାନେ ନିଜ ଭିତରେ କୁହାକୁହି ହେଲେ, “ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?”

ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ? ଏହି ପକ୍ଷାଘାତ ଲୋକଙ୍କୁ କେଉଁ କଥାଟି କହିବା ସରଳ? ‘ତୁମ୍ଭ ପାପ ଗୁଡ଼ିକୁ କ୍ଷମା କରି ଦିଆଗଲା।’ ନା’ ତାକୁ କହିବା: ‘ଠିଆ ହୁଅ ଓ ତୁମ୍ଭର ବିଛଣା ଧରି ଗ୍ଭଲ?’ 10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା’ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, 11 “ମୁଁ ତୁମ୍ଭକୁ କହୁଛି, ଠିଆ ହୁଅ, ବିଛଣା ଧର ଓ ଘରକୁ ଯାଅ।”

12 ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଆମ୍ଭେମାନେ ଏଭଳି ଆଶ୍ଚର୍ଯ୍ୟ ଘଟଣା କେବେ ହେଲେ ଦେଖି ନ ଥିଲୁ।”

ମାଥିଉ ଯୀଶୁଙ୍କୁ ଅନୁସରଣ କଲେ(B)

13 ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା’ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ। 14 ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା’ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

15 ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ। 16 ଯୀଶୁଙ୍କୁ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ, ଯୀଶୁଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯୀଶୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

17 ଯୀଶୁ ଏହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କେବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସି ନାହିଁ। ମୁଁ କେବଳ ପାପୀମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସିଛି।”

ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ(C)

18 ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି। 20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। 22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

କେତେକ ଯିହୂଦୀ ଯୀଶୁ ଓ ତାଙ୍କ ଶିଷ୍ୟମାନଙ୍କୁ ସମାଲୋଚନା କଲେ(D)

23 ବିଶ୍ରାମ ଦିବସରେ ଯୀଶୁ ଶସ୍ୟ-କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ଯାଉଥିଲେ। ଯାଉ ଯାଉ ତାହାଙ୍କ ଶିଷ୍ୟମାନେ ଖାଇବା ପାଇଁ ଶସ୍ୟକ୍ଷେତ୍ରରୁ ଶସ୍ୟ-କେଣ୍ଡା ଛିଣ୍ତେଇଲେ। 24 ଫାରୂଶୀମାନେ ତାହା ଦେଖି ଯୀଶୁଙ୍କୁ କହିଲେ, “ତୁମ୍ଭ ଶିଷ୍ୟମାନେ ଏଭଳି କାହିଁକି କରୁଛନ୍ତି? ବିଶ୍ରାମ ଦିବସରେ ଏଭଳି କାମ ଯିହୂଦୀ ନିୟମର ବିରୁଦ୍ଧାଚରଣ ଅଟେ।”

25 ଯୀଶୁ କହିଲେ, “ତୁମ୍ଭେମାନେ ଦାଉଦଙ୍କ ବିଷୟରେ ପଢ଼ିଛ ଯେ, ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲାବେଳେ ଓ ଆହାରର ଆବଶ୍ୟକ ଥିଲାବେଳେ କ’ଣ କରିଥିଲେ? 26 ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”

27 ତା’ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ। 28 ଏଣୁ ମନୁଷ୍ୟପୁତ୍ର ପ୍ରତ୍ୟେକ ଦିନର ମାଲିକ, ଏପରିକି ବିଶ୍ରାମ ଦିନର ମଧ୍ୟ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center