Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବିଗ୍ଭରକର୍ତ୍ତାମାନଙ୍କ ବିବରଣ 4

ଦବୋରା ବିଗ୍ଭର କାରିଣୀ

ଏହୂଦଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟମାନ ପୁନର୍ବାର କଲେ। ତେଣୁ ସଦାପ୍ରଭୁ ହା‌ତ୍‌ସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀ‌ନ୍‌ର ହସ୍ତରେ ଇସ୍ରାଏଲ ସନ୍ତାନଗଣକୁ ପରାସ୍ତ କରାଇଲେ। ଯାବୀ‌ନ୍‌ ହାରୋଶୋ‌ତ୍‌ରେ ରାଜତ୍ୱ କରୁଥିଲେ। ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା’ର ସେନାପତି ଥିଲା। ସୀଷରାର 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇସ୍ରାଏଲର ଲୋକମାନଙ୍କ ପ୍ରତି କୋଡ଼ିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ୟାଗ୍ଭର କଲେ। ତେଣୁ ଇସ୍ରାଏଲର ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

ସେହି ସମୟରେ ଦବୋରା ନାମକ ଜଣେ ଭବିଷ୍ୟ‌ଦ୍‌ବକ୍ତ୍ରୀ ଥିଲେ। ସେ ଲ‌ପ୍‌ପିଦୋତର ସ୍ତ୍ରୀ ଥିଲେ। ସେ ଇସ୍ରାଏଲର ଲୋକମାନଙ୍କ ଉପରେ ବିଗ୍ଭରପତି ହେଲେ। ଦିନେ, ଦବୋରା ଏକ ଖର୍ଜ୍ଜୁର ଗଛ ତଳେ ବସିଥିଲେ। ଇସ୍ରାଏଲର ଲୋକମାନେ ଗୋଟିଏ ମୀମାଂସା ପାଇଁ ତାଙ୍କ ନିକଟକୁ, ସୀଷରା ସମ୍ବନ୍ଧରେ ଆସିଲେ। ସେହି ଖର୍ଜ୍ଜୁର ଗଛଟି ରାମା ଓ ବୈଥେଲ୍ ମଧ୍ୟରେ ଇଫ୍ରୟିମ ପର୍ବତମୟ ଦେଶରେ ଅବସ୍ଥିତ ଥିଲା। ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ। ମୁଁ ଯାବୀ‌ନ୍‌ର ସେନାପତି ସୀଷରାକୁ ଆଗେଇ ନେବି, ତା’ର ରଥକୁ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖରେ ତୁମ୍ଭକୁ ଓ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି।’”

ଏହା ପରେ ବାରକ୍ ଦବୋରାଙ୍କୁ କହିଲେ, “ମୁଁ ଯାଇ ଏପରି କରିବି ଯଦି ତୁମ୍ଭେ ମୋ’ ସହିତ ଯିବ। ଯଦି ତୁମ୍ଭେ ମୋ’ ସହିତ ନ ଯିବ ତେବେ ମୁଁ ଯିବି ନାହିଁ।”

ତେଣୁ ସେ କହିଲେ, “ମୁଁ ତୁମ୍ଭ ସହିତ ଯିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡ଼କୁ ଯିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀଲୋକ ଦ୍ୱାରା ସୀଷରାକୁ ପରାସ୍ତ କରିବେ।”

ତେଣୁ ଦବୋରା ବାରକ୍ ସହିତ କେଦଶକୁ ଗଲେ। 10 ବାରକ୍ କେଦଶ ସହରର ସବୂଲୂନ୍ ପରିବାରବର୍ଗ ଓ ନପ୍ତାଲିର ଲୋକମାନଙ୍କୁ ଏକତ୍ରିତ କରିଥିଲେ। ଅତଏବ, ସେ 10,000 ସୈନ୍ୟ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।

11 ବର୍ତ୍ତମାନ ହେବର ନାମକ ଜଣେ ଲୋକ କେନୀୟରୁ ଥିଲେ। ସେ ଅନ୍ୟ କେନୀୟଙ୍କୁ ପରିତ୍ୟାଗ କଲେ। ସେମାନେ ହେବରର ବଂଶଧରଗଣ ଯେ କି ମୋଶାର ଶ୍ୱଶୁର ଥିଲେ। ହେବର, ସାନନ୍ନୀମ ନାମକ ଗୋଟିଏ ସ୍ଥାନ କେଦଶ ପାଖରେ ତାଙ୍କର ତମ୍ବୁ ଅଲୋନବୃକ୍ଷ ଦ୍ୱାରା ସ୍ଥାପନ କଲେ।

12 କେହି ଜଣେ ସୀଷରାକୁ କହିଲେ, ଯେ ବାରକ୍ ଅବିନୟମର ପୁତ୍ର ତାବୋର ପର୍ବତ ଉପରକୁ ଗଲେ। 13 ତେଣୁ ସୀଷରା ନିଜର 900 ରଥଗୁଡ଼ିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋ‌ତ୍‌ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଅଗ୍ରସର ହେଲେ।

14 ଏହା ପରେ ଦବୋରା ବାରକକୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହେବେ ସୀଷରାକୁ ପରାସ୍ତ କରିବା ପାଇଁ, ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତୁମ୍ଭ ଆଗେ ଆଗେ ଗଲେ।” ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କୁ ତାବୋର ପର୍ବତର ପ୍ରଦେଶକୁ ଆଣିଲେ। 15 ବାରକ୍ ଏବଂ ତାଙ୍କର ସମସ୍ତ ସୈନିକ ସୀଷରାକୁ ଆକ୍ରମଣ କଲେ, ସଦାପ୍ରଭୁ ସୀଷରାକୁ ଓ ତାଙ୍କର ସୈନ୍ୟମାନଙ୍କ ପ୍ରତି ଦ୍ୱନ୍ଦ କଲେ। ସେମାନେ କ’ଣ କରିବେ ତାହା ସ୍ଥିର କରି ପାରିଲେ ନାହିଁ। ତେଣୁ ବାରକ୍ ଏବଂ ତାଙ୍କର ସୈନ୍ୟମାନେ ସୀଷରାର ସୈନ୍ୟମାନଙ୍କୁ ପରାସ୍ତ କଲେ, କିନ୍ତୁ ସୀଷରା ରଥରୁ ଓହ୍ଲାଇ ପଡ଼ିଲେ ଏବଂ ଦୌଡ଼ି ପଳାୟନ କଲେ। 16 ବାରକ୍ ସୀଷରା ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶମୟ ପର୍ଯ୍ୟନ୍ତ ସେମାନଙ୍କୁ ପଛେ ପଛେ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଣ୍ତା ଦ୍ୱାରା ହଣା ହୋଇ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।

17 କିନ୍ତୁ ସୀଷରା ପଳାୟନ କଲା। ସେ ଯାୟେଲ ତମ୍ବୁକୁ ଦୌଡ଼ି ପଳାଇଲା। ଯାୟେଲ ହେଉଛି କେନୀୟ ହେବର ସ୍ତ୍ରୀ। ସେ ସମୟରେ ହା‌ତ୍‌ସୋରର ରାଜା ଯାବୀନ୍ ଓ କେନୀୟ ହେବରର ବଂଶ ମଧ୍ୟରେ ଐକ୍ୟ ଥିଲା। ତେଣୁ ସେ ସେଠାକୁ ଦୌଡ଼ି ପଳାଇଲା। 18 ଯାୟେଲ ଦେଖିଲେ ସୀଷରା ତାଙ୍କ ଆଡ଼କୁ ଦୌଡ଼ି ଆସୁଛନ୍ତି। ତେଣୁ ସେ ବାହାରକୁ ଆସି ତାଙ୍କୁ ଦେଖା କଲେ। ଯାୟେଲ ସୀଷରାକୁ କହିଲେ, “ମହାଶୟ, ମୋର ତମ୍ବୁକୁ ଆସନ୍ତୁ, ଭୟ କରନ୍ତୁ ନାହିଁ।” ତେଣୁ ସେ ତମ୍ବୁ ଭିତରକୁ ଯିବା ମାତ୍ରେ ତାଙ୍କୁ ଯାୟେଲ ଏକ କମ୍ବଳ ଘୋଡ଼ାଇ ଦେଲେ।

19 ସୀଷରା ଯାୟେଲକୁ କହିଲେ, “ମୁଁ ଭାରି ତୃଷାର୍ତ୍ତ, ମୋତେ କିଛି ପାଣି ପିଇବାକୁ ଦିଅ।” ଯାୟେଲ ତାଙ୍କୁ ଏକ ଚମଡ଼ା ବୋତଲରେ କିଛି କ୍ଷୀର ପିଇବାକୁ ଦେଲେ ଓ ତା’ପରେ ତାକୁ କମ୍ବଳ ଘୋଡ଼ାଇ ଦେଲେ।

20 ତା’ପରେ ସୀଷରା ଯାୟେଲକୁ କହିଲା, “ଯାଅ, ତମ୍ବୁର ପ୍ରବେଶ ଦ୍ୱାରରେ ଠିଆ ହୁଅ। ଯଦି କେହି ଆସି ତୁମ୍ଭକୁ ପଗ୍ଭରନ୍ତି, ‘ଭିତରେ କେହି ଅଛନ୍ତି କି?’ ତୁମ୍ଭେ, କହିବା ଉଚିତ୍, ‘ନାଁ ଭିତରେ କେହି ନାହାନ୍ତି।’”

21 କିନ୍ତୁ ଯାୟେଲ ତମ୍ବୁର ଏକ ଖୁଣ୍ଟି ଓ ଏକ ହାତୁଡ଼ି ପାଇଲେ। ସୀଷରା କ୍ଳାନ୍ତରେ ଶୋଇଥିବା ସମୟରେ ଯାୟେଲ ଖୁଣ୍ଟିଟିକୁ ତା’ର ମୁଣ୍ଡରେ ଦେଇ ହାତୁଡ଼ିରେ ଆଘାତ କରନ୍ତେ ଖୁଣ୍ଟିଟି ସୀଷରାର ମୁଣ୍ଡରେ ଫୁଟି ମାଟିରେ ପଶିଗଲା! ଏହିପରି ଭାବରେ ସୀଷରା ମୃତ୍ୟୁବରଣ କଲା।

22 ଠିକ୍ ଏହା ପରେ ବାରକ୍ ସୀଷରାକୁ ଖୋଜି ଖୋଜି ତମ୍ବୁ ନିକଟରେ ପହଞ୍ଚିଲା। ଯାୟେଲ ତମ୍ବୁରୁ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲା ଏବଂ କହିଲା, “ଭିତରକୁ ଆସ, ତୁମ୍ଭେ ଯେଉଁ ଲୋକକୁ ଖୋଜୁଅଛ ମୁଁ ତୁମ୍ଭକୁ ଦେଖାଇବି।” ତେଣୁ ବାରକ୍ ଯାୟେଲ ସହିତ ତମ୍ବୁ ଭିତରକୁ ପ୍ରବେଶ କଲା! ସେଠାରେ ସେ ତମ୍ବୁ ଖୁଣ୍ଟ ମୁଣ୍ଡରେ ପଶି ମୃତ୍ୟୁବରଣ କରିଥିବା ସୀଷରାର ମୃତ ଶରୀର ପଡ଼ିଥିବାର ସେ ପାଇଲା।

23 ସେହି ଦିନ, ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ଆଗରେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ। 24 ଦିନକୁ ଦିନ ଇସ୍ରାଏଲର ଲୋକମାନେ ଅଧିକ ପରାକ୍ରମରୁ ପରାକ୍ରମଶାଳୀ ହେଲେ, ସେମାନେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ ଏବଂ ଶେଷରେ ହତ୍ୟା କଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 8

ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ।

ବିଶ୍ୱାସୀମାନଙ୍କ ଉପରେ ଉ‌ଦ୍‌ବେଗ ଅଶାନ୍ତି

ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ। ଯେଉଁମାନେ ଛିନ୍ନ­­­­­­­ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।

ଶମିରୋଣରେ ଫିଲି‌ପ୍‌ପଙ୍କର ପ୍ରଗ୍ଭର

ଫିଲି‌ପ୍‌ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ। ସେଠାକାର ଲୋକମାନେ ଫିଲି‌ପ୍‌ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ଦେଖି ତାହାଙ୍କ କଥାରେ ଅଧିକ ମନଦେଲେ। ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲି‌ପ୍‌ପଙ୍କ ଦ୍ୱାରା ଆରୋଗ୍ୟ ହେଲେ। ଏଥି ଯୋଗୁଁ, ସେ ନଗରର ଲୋକମାନେ ବହୁତ ଖୁସୀ ହେଲେ।

ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲି‌ପ୍‌ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା। 10 ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।” 11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁ‌ଗ୍‌ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ। 12 କିନ୍ତୁ ଯେତେବେଳେ ସେମାନେ ଫିଲି‌ପ୍‌ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲି‌ପ୍‌ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ। 13 ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲି‌ପ୍‌ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ।

14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। 15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। 16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ। 17 ତା’ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।

18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, 19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”

20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। 21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। 22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। 23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।”

24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”

25 ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।

ଫିଲି‌ପ୍‌ପଙ୍କର ଇଥିଓପିଆରୁ ଆସିଥିବା ଲୋକଙ୍କୁ ଶିକ୍ଷା

26 ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଫିଲି‌ପ୍‌ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ। ଯିରୁଶାଲମରୁ ମରୁଭୂମି ଦେଇ ଯେଉଁ ରାସ୍ତା ଗ‌ଜ୍‌‌ଜାକୁ ଯାଉଅଛି, ସେହି ରାସ୍ତାରେ ଯାଅ।”

27 ଫିଲି‌ପ୍‌ପ ପ୍ରସ୍ତୁତ ହୋଇ ବାହାରିଲେ। ସେହି ରାସ୍ତାରେ ଜଣେ ନପୁଂସକ ସଙ୍ଗରେ ଦେଖା ହେଲା। ସେହି ନପୁଂସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଗ୍ଭରି ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ଥିଲେ। ନପୁଂସକ ଜଣକ ଉପାସନା କରିବା ପାଇଁ ଯିରୁଶାଲମକୁ ଯାଇଥିଲେ। 28 ସେ ରଥରେ ବସି ଫେରିବା ସମୟରେ ଭାବବାଦୀ ଯିଶାଇୟଙ୍କର ପୁସ୍ତକରୁ ପ‌ଢୁଥିଲେ।

29 ସେତେବେଳେ ପବିତ୍ରଆତ୍ମା ଫିଲି‌ପ୍‌ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।” 30 ଫିଲି‌ପ୍‌ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”

31 ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲି‌ପ୍‌ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ। 32 ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:

“ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା।
    ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁ‌ପ୍‌ହୋଇ ଠିଆ ହୁଏ,
    ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।
33 ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା।
    ଏହି ପୃଥିବୀରେ ତାହାଙ୍କର ଜୀବନକାଳ ଶେଷ ହେଲା।
    କିଏ ତାହାଙ୍କ ବଂଶ ବିଷୟରେ କଥାବାର୍ତ୍ତା କରିବ?”(A)

34 ନପୁଂସକ ଫିଲି‌ପ୍‌ପଙ୍କୁ କହିଲେ, “ମୋତେ ଦୟାକରି କୁହ, କାହା ବିଷୟରେ ଭବିଷ୍ୟ‌ଦ୍‌ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟରେ କହୁଛନ୍ତି ନା ଆଉ କାହା ବିଷୟରେ କହୁଛନ୍ତି?” 35 ତା’ପରେ ଫିଲି‌ପ୍‌ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।

36 ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?” 37 [a] 38 ତା’ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା’ପରେ ଫିଲି‌ପ୍‌ପ ଓ ନପୁଂସକ ଦୁହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲି‌ପ୍‌ପ ତାହାଙ୍କୁ ବାପ୍ତିସ୍ମ ଦେଲେ। 39 ସେମାନେ ଦୁହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲି‌ପ୍‌ପଙ୍କୁ ନେଇଗଲେ। ନପୁଂସକ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। ସେ ଖୁସୀରେ ତାହାଙ୍କ ବାଟରେ ଗ୍ଭଲିଗଲେ। 40 କିନ୍ତୁ ଫିଲି‌ପ୍‌ପ ଅ‌ଷ୍‌‌ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 17

ପାପ ହୃଦୟରେ ଲିଖିତ

17 “ଯିହୁଦାର ପାପ ଏପରି ଏକ ସ୍ଥାନରେ ଲିଖିତ ହୋଇଅଛି, ଯାହାକୁ ସେମାନେ ଲିଭାଇ ପାରିବେ ନାହିଁ।
    ସେମାନଙ୍କର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ୱାରା ପଥର ଫଳକରେ ଲିଖିତ ହୋଇଅଛି।
ଯେଉଁଟା କି ସେମାନଙ୍କର ହୃଦୟ।
    ଆଉ ସେମାନଙ୍କର ଯଜ୍ଞବେଦିର ଶିଙ୍ଗରେ ତାହା ଖୋଦିତ ହୋଇଅଛି।
ଯେତେବେଳେ ସେମାନଙ୍କର ସନ୍ତାନଗଣ ସେମାନଙ୍କୁ ମନେ ପକାନ୍ତି
    ସେତେବେଳେ ସେମାନେ ଉଚ୍ଚ ପର୍ବତର
ସବୁଜ ବୃକ୍ଷ ପାଖରେ ଥିବା ବଳିଦାନ
    ଯଜ୍ଞବେଦି ଓ ପବିତ୍ର କାଠଖମ୍ବ ଦେଖନ୍ତି।
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ,
    ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ
ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର
    ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହେବା ପାଇଁ ଦେବା।
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଇଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହେବ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶରେ ତୁମ୍ଭ ଶତ୍ରୁଗଣର ସେବା କରାଇବା।
    କାରଣ ତୁମ୍ଭେ ଆମ୍ଭର କ୍ରୋଧରୂପକ ଅଗ୍ନି ପ୍ରଜ୍ୱଳିତ କରିଅଛ।
ଆଉ ସେହି ଅଗ୍ନିରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହେବ।
    ସେହି ଲୋକମାନଙ୍କ ଉପରେ ଏପରି ଘଟିବ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରି ନାହାନ୍ତି।”

ଲୋକମାନଙ୍କ ଉପରେ ବିଶ୍ୱାସ ଓ ପରମେଶ୍ୱରଙ୍କ ଉପରେ ବିଶ୍ୱାସ

ସଦାପ୍ରଭୁ କହନ୍ତି,
“ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ,
    ମାଂସକୁ ଆପଣାର ବାହୁ କରେ
    ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।
ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ।
    ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ।
    ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ,
ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।

“ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ
    ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।
କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ୟ ହେବ।
    ତା’ର ମୂଳ ବିସ୍ତୃତ ହୋଇ ଜଳ ପାଇବ।
ଗ୍ରୀଷ୍ମକାଳରେ ସେ ଭୟଭୀତ ହେବ ନାହିଁ।
    ମାତ୍ର ତା’ର ପତ୍ର ସଦାକାଳ ସବୁଜ ରହିବ।
ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହେବ ନାହିଁ
    କିଅବା ସେ ଫଳ ଧାରଣରୁ ନିବୃତ୍ତ ହେବ ନାହିଁ।

“ଯାହାର ଅନ୍ତଃକରଣ ସବୁଠାରୁ କପଟମୟ
    ଓ ଯାହାର ଅନ୍ତଃକରଣ ପୀଡ଼ିତ,
    ତାହା କେହି ଜାଣି ପାରିବେ ନାହିଁ।
10 ମାତ୍ର ଆମ୍ଭେ ସଦାପ୍ରଭୁ,
    ପ୍ରତ୍ୟେକ ମନୁଷ୍ୟକୁ ତା’ର କର୍ମ ଅନୁସାରେ ଫଳ ଦେଉ।
ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ
    ଓ ତାହାର ମର୍ମ ପରୀକ୍ଷା କରୁ।
11 ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ।
    ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ।
ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ
    ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ ।”

12 ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ
    ଆମ୍ଭମାନଙ୍କର ଧର୍ମଧାମ ଅଟେ।
13 ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି,
    ସେ ସମସ୍ତେ ଲଜ୍ଜିତ ହେବେ।
ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ,
    କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।

ଯିରିମିୟଙ୍କ ତୃତୀୟ ଅଭିଯୋଗ

14 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁସ୍ଥ କଲେ ମୁଁ ପ୍ରକୃତରେ ସୁସ୍ଥ ହେବି।
    ତୁମ୍ଭେ ଯଦି ମୋତେ ପରିତ୍ରାଣ କର, ତେବେ ମୁଁ ପରିତ୍ରାଣ ପାଇବି।
    କାରଣ ତୁମ୍ଭେ ମୋର ପ୍ରଶଂସାର ଭୂମି।
15 ସେମାନେ ମୋତେ କୁହନ୍ତି,
    “ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ୟ କାହିଁ?
    ତାହା ଏବେ ଉପସ୍ଥିତ ହେଉ।”

16 ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ
    ବେଗଗାମୀ ନ ଥିଲି
    କିଅବା ମୁଁ ସେହି ବିଭୀଷିକାମୟ ଦିନ
ଆସୁ ବୋଲି ଗ୍ଭହୁଁ ନାହିଁ।
    ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା,
    ତାହା ତୁମ୍ଭ ସମ୍ମୁଖରେ ଥିଲା।
17 ହେ ସଦାପ୍ରଭୁ, ମୋତେ ବିନାଶ କର ନାହିଁ,
    ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।
18 ଯେଉଁମାନେ ମୋତେ ଆଘାତ କରନ୍ତି,
ସେମାନେ ଲଜ୍ଜିତ ହୁଅନ୍ତୁ।
    ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
ସେମାନେ ନିରାଶ ହୁଅନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ।
    ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ
    ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

ବିଶ୍ରାମ ଦିନକୁ ପବିତ୍ର ରଖିବା

19 ସଦାପ୍ରଭୁ ମୋତେ ଏହା କହିଲେ, “ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠାରେ ଯିହୁଦାର ରାଜାଗଣ ଯାତାୟାତ କରନ୍ତି, ସେହି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ଯାତାୟାତ କରନ୍ତି ଓ ଯିରୁଶାଲମର ସକଳ ଫାଟକରେ ଯାଇ ଠିଆ ହୁଅ ଓ ମୋର ବାର୍ତ୍ତା ପ୍ରଗ୍ଭର କର।”

20 ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ। 21 ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ନିଜ ଜିନିଷ ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହନ କର ନାହିଁ ଏବଂ ଯିରୁଶାଲମର ଫାଟକ ଦେଇ ତାହା ଭିତରକୁ ଆଣ ନାହିଁ। 22 ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। 23 ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’” 24 ମାତ୍ର ସଦାପ୍ରଭୁ କହନ୍ତି, “‘ଯଦି ତୁମ୍ଭେମାନେ ଯତ୍ନ ସହକାରେ ମୋ’ କଥାକୁ ଧ୍ୟାନ ଦିଅ, ଯଦି ତୁମ୍ଭେମାନେ ବିଶ୍ରାମ ଦିନରେ ଯିରୁଶାଲମର ଫାଟକ ଦେଇ କୌଣସି ବୋଝ ନ ଆଣ ଏବଂ ଯଦି ତୁମ୍ଭେମାନେ ସେଇ ଦିନରେ କୌଣସି କାମ ନ କର। ମାତ୍ର ତାକୁ ପବିତ୍ର ମାର୍ଗରେ ପାଳନ କର।

25 “‘ତେବେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ୱରେ ଚଢ଼ି ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୁଶାଲମ ନିବାସୀମାନେ ଏହି ନଗରଦ୍ୱାର ମଧ୍ୟରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ। 26 ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମିନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ ସୁଗନ୍ଧି ଧୂପ ଆଉ ଧନ୍ୟବାଦାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।

27 “‘ମାତ୍ର ତୁମ୍ଭେମାନେ ଯେବେ ଆମ୍ଭର ବାକ୍ୟରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହନ କରି ଯିରୁଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ସେହି ଦ୍ୱାର ସମୂହରେ ଅଗ୍ନି ଜଳାଇବା। ଏହା ଯିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ଯ୍ୟନ୍ତ ଜଳି ରହିବ।’”

ମାର୍କ ଲିଖିତ ସୁସମାଗ୍ଭର 3

ଯୀଶୁ ଜଣେ ଖଞ୍ଜ ଲୋକର ହାତ ସୁସ୍ଥ କଲେ(A)

ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା। ସେଠାରେ କେତେକ ଲୋକ ଜଗି ରହିଥିଲେ ଯେ, ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସରେ ସୁସ୍ଥ କରିଦେବେ, ତେବେ ସେମାନେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ। ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।”

ତା’ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।

ତା’ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ ତା’ ହାତ ଭଲ ହୋଇଗଲା। ତା’ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।

ଅନେକ ଲୋକ ଯୀଶୁଙ୍କୁ ଅନୁସରଣ କଲେ

ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ। ଯିହୂଦା, ଯିରୁଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ ସୋର ଓ ସୀଦୋନର ଗ୍ଭରିଆଡ଼ୁ ଅନେକ ଲୋକ ମଧ୍ୟ ଆସି ପହଞ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହାସବୁ କରୁଥିଲେ, ସେ ସମସ୍ତ ଘଟଣା ସେମାନେ ଶୁଣି ସାରିଥିଲେ।

ଯୀଶୁ ଅନେକ ଲୋକଙ୍କୁ ଦେଖିଲେ, ଭିଡ଼ ହୋଇ ଯିବାରୁ ଲୋକମାନେ ଯେପରି ତାହାଙ୍କ ଆଡ଼କୁ ମାଡ଼ି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ୟମାନଙ୍କୁ ଗୋଟିଏ ଛୋଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ। 10 ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡ଼କୁ ମାଡ଼ି ଆସୁଥିଲେ। 11 କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।” 12 କିନ୍ତୁ ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସେମାନେ ଲୋକମାନଙ୍କୁ ଯେପରି ନ କୁହନ୍ତି।

ଯୀଶୁ ବାରଜଣ ପ୍ରେରିତ [a]ଙ୍କୁ ମନୋନୀତ କଲେ(B)

13 ତା’ପରେ ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଗ୍ଭହିଁଲେ, ସେମାନଙ୍କୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସେମାନେ ଯୀଶୁଙ୍କ ପାଖକୁ ଗଲେ। 14 ଯୀଶୁ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛି ପ୍ରେରିତ ବୋଲି ନାମିତ କଲେ। ଯୀଶୁ ଗ୍ଭହୁଁଥିଲେ ଯେ ସେମାନେ ତାହାଙ୍କ ସହିତ ରହିବେ। ସେ ସେମାନଙ୍କୁ ପ୍ରଗ୍ଭର ଉଦ୍ଦେଶ୍ୟରେ ଅନ୍ୟ ସ୍ଥାନ ଗୁଡ଼ିକୁ ପଠାଇବେ ଓ 15 ଲୋକମାନଙ୍କ ଦେହରୁ ଭୁତମାନଙ୍କୁ ତଡ଼ିଦେବା ପାଇଁ ସେମାନଙ୍କର ଅଧିକାର ରହିବ। 16 ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି;

ଶିମୋନ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ (ଯେଉଁମାନଙ୍କୁ ସେ ବିନେରିଗୋଷ୍ ଅର୍ଥାତ “ମେଘ ଗର୍ଜ୍ଜନର ପୁତ୍ର” ନାମ ଦେଲେ)।

18 ଆନ୍ଦ୍ରିୟ,

ଫିଲି‌ପ୍‌ପ,

ବାର୍ଥଲମି,

ମାଥିଉ,

ଥୋମା,

ଆଲଫିଙ୍କ ପୁତ୍ର ଯାକୁବ,

ଥଦ୍ଦୀୟ,

କିଣାନୀୟ ବା ଉ‌ଦ୍‌ଯୋଗୀ ଶିମୋନ ଜିଲୋଟ [b]

19 ତଥା ଇଷ୍କାରିୟୋତ ଯିହୂଦା। ଏହି ଯିହୂଦା ପରେ ପ୍ରବଞ୍ଚନା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ଅର୍ପଣ କରିଥିଲା।

ଯୀଶୁଙ୍କ ଦେହରେ ଦୁଷ୍ଟାତ୍ମା ରହିଛି ବୋଲି କେତେକ କହିଲେ(C)

20 ତା’ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ। 21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସେମାନେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।

22 ଯିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, “ଯୀଶୁଙ୍କ ଦେହରେ ବା‌ଲ୍‌ଜିବୂଲ୍ ପଶି ଯାଇଛି। ସେଥି ଯୋଗୁଁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛନ୍ତି।”

23 ତେଣୁ ଯୀଶୁ ସେମାନଙ୍କୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ବୁଝାଇଲେ, “ଶୟତାନ କିପରି ଶୟତାନକୁ ତଡ଼ି ଦେଇ ପାରିବ?” 24 ଯଦି କୌଣସି ରାଜ୍ୟ ନିଜ ଭିତରେ ଯୁଦ୍ଧ କରେ ତେବେ ତାହା ଆଉ ତିଷ୍ଠି ରହି ପାରିବ ନାହିଁ। 25 ଯଦି କୌଣସି ପରିବାର ନିଜ ଭିତରେ ଭାଗ ଭାଗ ହୋଇ ଯାଏ, ତେବେ ସେ ପରିବାର ତିଷ୍ଠି ରହି ପାରିବ ନାହିଁ। 26 ସେହିଭଳି ଯଦି ଜଣେ ଶୟତାନ ବିଭାଜିତ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ ସେ ମଧ୍ୟ ତିଷ୍ଠି ରହି ପାରିବ ନାହିଁ ବରଂ ତାହାର ଅନ୍ତ ହୋଇଯିବ।

27 “ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘରେ ପଶି ତା’ର ସମ୍ପତ୍ତି ଲୁଟି ନେବାକୁ ଗ୍ଭହିଁବ, ତେବେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା’ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନେଇ ଯାଇପାରିବ।

28 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। 29 କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”

30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠାରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।

ଯୀଶୁଙ୍କ ଅନୁସରଣକାରୀମାନେ, ତାହାଙ୍କର ପ୍ରକୃତ ପରିବାର(D)

31 ତା’ପରେ ଯୀଶୁଙ୍କ ମା ଓ ଭାଇମାନେ ସେଠାକୁ ଆସିଲେ। ସେମାନେ ବାହାରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠେଇଲେ। 32 ସେତେବେଳେ ଯୀଶୁଙ୍କ ଗ୍ଭରିପଟେ ଲୋକମାନେ ଘରେ ବସିଥିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭ ମା ଓ ଭାଇମାନେ ତୁମ୍ଭକୁ ବାହାରେ ଅପେକ୍ଷା କରିଛନ୍ତି।”

33 ଯୀଶୁ ପଗ୍ଭରିଲେ, “କିଏ ମୋର ମା? କେଉଁମାନେ ମୋର ଭାଇ?” 34 ତା’ପରେ ଯୀଶୁ ତାହାଙ୍କ ଗ୍ଭରି ପାଖରେ ବସିଥିବା ଲୋକମାନଙ୍କ ଆଡ଼େ ଗ୍ଭହିଁଲେ। ସେ କହିଲେ, “ଏ ଲୋକମାନେ ମୋର ମା ଓ ଭାଇ। 35 ଯେଉଁମାନେ ପରମେଶ୍ୱରଙ୍କ ଇଚ୍ଛାକୁ କାର୍ଯ୍ୟକାରୀ କରନ୍ତି, ସେମାନେ ହିଁ ମୋର ଭାଇ, ଭଉଣୀ ଓ ମା।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center