Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବିଗ୍ଭରକର୍ତ୍ତାମାନଙ୍କ ବିବରଣ 12

ଯିପ୍ତହ ଏବଂ ଇଫ୍ରୟିମ

12 ଇଫ୍ରୟିମ ପରିବାରବର୍ଗ ସେମାନଙ୍କର ସୈନ୍ୟମାନଙ୍କୁ ଡାକି ଏକତ୍ରିତ କଲେ। ଏହା ପରେ ସେମାନେ ସିଫନ୍ ସହରକୁ ନଦୀ ପାରହୋଇ ଗଲେ। ସେମାନେ ଯିପ୍ତହକୁ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ, ତୁମ୍ଭେ ଆମ୍ଭକୁ କାହିଁକି ଡାକିଲ ନାହିଁ? ଆମ୍ଭେ ତୁମ୍ଭ ସହିତ ତୁମ୍ଭ ଘରକୁ ପୋଡ଼ିଦେବୁ।”

ଯିପ୍ତହ ସେମାନଙ୍କୁ ଉତ୍ତର ଦେଲେ, “ଅମ୍ମୋନୀୟମାନଙ୍କ ସହିତ ମୋର ଓ ମୋର ଲୋକମାନଙ୍କର ବଡ଼ ବିବାଦ ଥିଲା। ତେଣୁ ମୁଁ ମୋର ଲୋକମାନଙ୍କ ସହିତ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲି। ମୁଁ ତୁମ୍ଭକୁ ଡାକିଥିଲି କିନ୍ତୁ ତୁମ୍ଭେମାନେ ଆସିଲ ନାହିଁ। ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”

ଏହା ପରେ ଯିପ୍ତହ ଗିଲିୟଦର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ଏବଂ ଇଫ୍ରୟିମ ପରିବାରବର୍ଗ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, କାରଣ ସେମାନେ ଗିଲିୟଦର ଲୋକମାନଙ୍କୁ ଅପମାନିତ କରିଥିଲେ। ସେମାନେ କହିଲେ, “ହେ ଗିଲିୟଦର ଲୋକମାନେ, ତୁମ୍ଭେମାନେ ଇଫ୍ରୟିମ ଓ ମନଃଶିର ମଧ୍ୟରେ ବାସ କରୁଥିବା ଇଫ୍ରୟିମର ଶରଣାସ୍ଥି।” ଗିଲିୟଦର ଲୋକମାନେ ଇଫ୍ରୟିମର ଲୋକମାନଙ୍କୁ ପରାସ୍ତ କଲେ।

ଗିଲିୟଦର ଲୋକମାନେ ଯର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକୁ ନିଜ କବଳକୁ ନେଇଗଲେ, ଯେଉଁଠାରେ ଲୋକମାନେ ଯର୍ଦ୍ଦନ ପାର ହୁଅନ୍ତି। ଇଫ୍ରୟିମର କୌଣସି ପଳାତକ ଲୋକ ନଦୀ ପାର ହୋଇଯିବାକୁ କହିଲେ, “ମୋତେ ନଦୀ ପାର ହେବାକୁ ଦିଅ।” ଗିଲିୟଦର ଲୋକମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଇଫ୍ରୟିମ ଲୋକ?” ଯଦି ସେ କହେ “ନାଁ,” ସେମାନେ ତାଙ୍କୁ “‘ଶିବ୍ବୋଲେତ୍’ ଶବ୍ଦ ଉଚ୍ଚାରଣ କରିବା ପାଇଁ କହନ୍ତି।” ଇଫ୍ରୟିମର ଲୋକମାନେ ସେହି ଶବ୍ଦକୁ ଠିକ୍ ଭାବେ ଉଚ୍ଚାରଣ କରି ପାରନ୍ତି ନାହିଁ। ସେମାନେ ଏହାର ଭୁଲ୍ ଉଚ୍ଚାରଣ କଲେ, “ଶିବ୍ବୋଲେତ୍”, କାରଣ ସେ ଶବ୍ଦଟିକୁ ଠିକ୍ ଭାବରେ ଉଚ୍ଚାରଣ କରି ପାରିଲା ନାହିଁ। ସେମାନେ ଏହିପରି ତାଙ୍କୁ କରାୟତ୍ତ କଲେ ଓ ଯର୍ଦ୍ଦନ ନଦୀ କୂଳରେ ତାକୁ ହତ୍ୟା କଲେ। ଏହିପରି ଭାବରେ ସେମାନେ ମୋଟ 42,000 ଇଫ୍ରୟିମର ଲୋକଙ୍କୁ ହତ୍ୟା କରିଥିଲେ।

ଯିପ୍ତହ ଇସ୍ରାଏଲରେ ଛଅ ବର୍ଷଧରି ବିଗ୍ଭରକ ରହିଲେ। ଏହା ପରେ ଗିଲିୟଦଠାରେ ଯିପ୍ତହ ମୃତ୍ୟୁବରଣ କରିବାରୁ ତାଙ୍କୁ ଗିଲିୟଦରେ କବର ଦିଆଗଲା।

ବିଗ୍ଭରକ ଇ‌ବ୍‌ସନ୍

ଯିପ୍ତହଙ୍କ ପରେ ଇସ୍ରାଏଲରେ ଅନ୍ୟ ଜଣେ ଲୋକ ବିଗ୍ଭରକ ହେଲେ ତାଙ୍କ ନାମ ଇ‌ବ୍‌ସନ୍। ସେ ଥିଲେ ବୈ‌ଥ୍‌ଲେହମ ସହରର ଲୋକ। ଇ‌ବ୍‌ସ‌ନଙ୍କର ତିରି‌ଶ୍‌ଟି ପୁତ୍ର ଓ ତିରି‌ଶ୍‌ଟି କନ୍ୟା ଥିଲେ। ସେ ତାଙ୍କର ତିରିଶ୍ କନ୍ୟାକୁ ସେହି ଲୋକମାନଙ୍କ ସହିତ ବିବାହ ଦେଲେ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ସେ ତିରି‌ଶ୍‌ଟି କନ୍ୟାକୁ ମନୋନୀତ କଲେ, ତାଙ୍କର ପୁତ୍ରମାନଙ୍କ ସହିତ ବିବାହ କରିବା ପାଇଁ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ଇ‌ବ୍‌ସନ୍ ସାତ ବର୍ଷ ଧରି ଇସ୍ରାଏଲର ବିଗ୍ଭରକ ହୋଇ ରହିଲେ, 10 ଯେତେବେଳେ ଇ‌ବ୍‌ସନ୍ ମୃତ୍ୟୁବରଣ କଲେ, ସେ ବୈଥଲେହ‌ମ୍‌ରେ କବର ନେଲେ।

ବିଗ୍ଭରକ ଏଲୋନ୍

11 ଇ‌ବ୍‌ସ‌ନଙ୍କ ପରେ ଏଲୋନ୍ ନାମକ ଜଣେ ଲୋକ ବିଗ୍ଭରକ ହେଲେ। ସେ ଥିଲେ ସବୂଲୂନ୍ ପରିବାରବର୍ଗର ଲୋକ। ସେ ଇସ୍ରାଏଲ ଉପରେ ଦଶ ବର୍ଷ ବିଗ୍ଭରକ ରହିଲେ। 12 ଏହା ପରେ ଏଲୋନ୍ ମୃତ୍ୟୁବରଣ କରିବାରୁ ତାଙ୍କୁ ସବୂଲୁନ୍ ପରିବାରବର୍ଗର ଅୟାଲୋନରେ କବର ଦିଆଗଲା।

ବିଗ୍ଭରକ ଅ‌ବ୍‌ଦୋ‌ନ୍‌

13 ଏଲୋନଙ୍କର ମୃତ୍ୟୁପରେ ହିଲ୍ଲେଲର ପୁତ୍ର ଅ‌ବ୍‌ଦୋ‌ନ୍‌ ଇସ୍ରାଏଲର ବିଗ୍ଭରକ ହେଲେ। ସେ ଫେରିୟାଥୋନ ସହରର ଥିଲେ। 14 ଅ‌ବ୍‌ଦୋ‌ନଙ୍କର ଗ୍ଭଳି‌ଶ୍‌ଟି ପୁତ୍ର ଓ ତିରି‌ଶ୍‌ଟି ନାତି ଥିଲେ। ସେମାନେ ସତୁରିଟି ଗଧ ଉପରେ ସବାର ହେଉଥିଲେ। ସେ ଆଠ ବର୍ଷଧରି ଇସ୍ରାଏଲ ଉପରେ ରାଜତ୍ୱ କଲେ। 15 ଏହା ପରେ ସେ ମୃତ୍ୟୁବରଣ କରିବାରୁ ତାଙ୍କୁ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫେରିୟାଥୋନରେ କବର ଦିଆଗଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 16

ତୀମଥି ପାଉଲ ଓ ଶୀଲାଙ୍କ ସହିତ ଗଲେ

16 ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଶିଷ୍ୟ ଥିଲେ। ସେ ଜଣେ ବିଶ୍ୱାସିନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ। ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ। ପାଉଲ ତୀମଥିଙ୍କୁ ନିଜ ସହିତ ନେବା ପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହେତୁ ସୁନ୍ନତ କରିଦେଲେ।

ସେମାନେ ନଗରରୁ ନଗର ଭ୍ରମଣ କଲାବେଳେ ଯିରୁଶାଲମରେ ଥିବା ପ୍ରେରିତ ଓ ପ୍ରାଚୀନମାନଙ୍କର ଉପଦେଶ ଓ ନିଷ୍ପତ୍ତିଗୁଡ଼ିକ ବିଷୟରେ ବିଶ୍ୱାସୀମାନଙ୍କୁ କହୁଥିଲେ ଓ ସେହି ଉପଦେଶଗୁଡ଼ିକୁ ପାଳନ କରିବାକୁ ସେମାନଙ୍କୁ ପ୍ରବର୍ତ୍ତାଉ ଥିଲେ। ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସେଗୁଡ଼ିକ ବିଶ୍ୱାସରେ ଶକ୍ତିଶାଳୀ ହେଉଥିଲେ।

ଏସିଆରୁ ବାହାରକୁ ଯିବା ପାଇଁ ପାଉଲଙ୍କୁ ଆଦେଶ

ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇଗଲେ। ସେମାନଙ୍କୁ ପବିତ୍ରଆତ୍ମା ଏସିଆରେ ପ୍ରଭୁଙ୍କର କଥା ପ୍ରଗ୍ଭର କରିବାକୁ ଅନୁମତି ଦେଲେ ନାହିଁ। ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ। ତା’ପରେ ସେମାନେ ମୂସିଆ ଦେଶ ଛାଡ଼ି ତ୍ରୋୟା ନଗରକୁ ଆସିଲେ।

ରାତିରେ ପାଉଲ ଏକ ଦର୍ଶନ ପାଇଲେ। ସେଥିରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗରେ ଠିଆ ହୋଇ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, “ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାଯ୍ୟ କର।” 10 ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।

ଲୂଦିଆଙ୍କ ହୃଦୟ ପରିବର୍ତ୍ତନ

11 ଆମ୍ଭେ ତ୍ରୋୟା ନଗରରୁ ଜଳଯାତ୍ରାରେ ସାମଥ୍ରାକୀ ଉପଦ୍ୱୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିୟାପଲି ନଗରକୁ ଗଲୁ। 12 ସେଠାରୁ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସେହି ନଗରରେ କିଛି ଦିନ ରହିଲୁ।

13 ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ। 14 ସେଠାରେ ଲୂଦିଆ ନାମକ ଜଣେ ସ୍ତ୍ରୀଲୋକ ଥିଲା। ସେ ଥୁୟାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ୟବସାୟୀ ଥିଲା। ସେ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖୋଲି ଦେଇଥିଲେ। 15 ସେ ଓ ତା’ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା’ର ଘରକୁ ଯିବା ପାଇଁ ରାଜି କରାଇଲା।

ପାଉଲ ଓ ଶୀଲା କାରାଗାରରେ

16 ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ [a] ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା। 17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋ‌ର୍‌‌ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।” 18 ସେ ଏପରି ବହୁତ ଦିନ ପର୍ଯ୍ୟନ୍ତ କଲା, ପାଉଲ ଏଥିଲେ ବିରକ୍ତ ହୋଇପଡ଼ିଲେ। ସେ ସେହି ଆତ୍ମାକୁ କହିଲେ, “ମୁଁ ଯୀଶୁଙ୍କ ନାମରେ ଆଦେଶ ଦେଉଛି, ଏହି ଝିଅଟି ଦେହରୁ ବାହାରିଯା।” ସେହି ସମୟରେ ସେ ଆତ୍ମାଟି ବାହାରକୁ ଗ୍ଭଲିଆସିଲା।

19 ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ। 20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି। 21 ଆମ୍ଭେମାନେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସେହି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ଯୋଗ୍ୟ ନୁହେଁ। ତେଣୁ ଆମ୍ଭେ ଏସବୁ କରି ପାରିବୁ ନାହିଁ।”

22 ତା’ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ। 23 ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ। 24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।

25 ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ। 26 ହଠାତ୍ ଖୁବ୍ ଜୋ‌ର୍‌‌ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା। 27 କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି। 28 କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”

29 ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ। 30 ତା’ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”

31 ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।” 32 ପାଉଲ ଓ ଶୀଲା ତାକୁ ଓ ତା’ ଘରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ୟ ପ୍ରଗ୍ଭର କଲେ। 33 କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା’ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ। 34 ତା’ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।

35 ସକାଳ ହେବାରୁ ବିଗ୍ଭରକର୍ତ୍ତାମାନେ “ସେ ଲୋକମାନଙ୍କୁ ଛାଡ଼ିଦିଅ” ଏହି ବାର୍ତ୍ତା ଦେଇ କେତେକ ସୈନିକଙ୍କୁ ପଠାଇଲେ।

36 କାରାଧ୍ୟକ୍ଷ ପାଉଲଙ୍କୁ କହିଲେ ଯେ, “ବିଗ୍ଭରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦେବା ପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତିରେ ଯାଇପାରନ୍ତି।”

37 କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, “ସେମାନେ ଆମ୍ଭକୁ ବିନା ବିଗ୍ଭରରେ ଜନସାଧାରଣଙ୍କ ସାମନାରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାରରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସେମାନେ ଆମ୍ଭକୁ ଗୋପନରେ ଛାଡ଼ି ଦେବା ପାଇଁ କହୁଛନ୍ତି? ଏହା ଆଦୌ ହୋଇପାରିବ ନାହିଁ।” ତେଣୁ ସେମାନେ ନିଜେ ଆସି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ।

38 ସେମାନେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡରିଗଲେ। 39 ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା’ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ। 40 ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା’ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 25

ଯିରିମିୟଙ୍କ ପ୍ରଗ୍ଭରର ସାରାଂଶ

25 ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ଯିରୁଶାଲମ ନିବାସୀ ନିକଟରେ ସେହି ବାକ୍ୟ ପ୍ରଗ୍ଭର କରି କହିଲେ,

“ଆମୋନର ପୁତ୍ର ଯିହୁଦାର ରାଜା ଯୋଶିୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ୍ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି। ଆଉ ମୁଁ ପ୍ରତ୍ୟୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ। ପୁଣି ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।

ସେହି ଭବିଷ୍ୟ‌ଦ୍‌ବକ୍ତାଗଣ କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫେର। ତାହାହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତାହା ମଧ୍ୟରେ ତୁମ୍ଭେମାନେ ବାସ କରିବ। ଆଉ ଅନ୍ୟ ଦେବଗଣର ପଶ୍ଚା‌‌‌ତ୍‌‌‌ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।”

“ତୁମ୍ଭେମାନେ ଆମ୍ଭ କଥାପ୍ରତି ଧ୍ୟାନ ଦେଲ ନାହିଁ।” ତଥାପି ସଦାପ୍ରଭୁ କହନ୍ତି, “ନିଜ ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହେବ।”

ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଧ୍ୟାନ ଦେଉ ନାହଁ।” ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ। 10 ଆଉ ମଧ୍ୟ ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦ, ପ୍ରମୋଦ, ଧ୍ୱନି, ବରକନ୍ୟାଙ୍କର ସୁଖ ଓ ହର୍ଷ ଧ୍ୱନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା। 11 ତହିଁରେ ସମଗ୍ର ଦେଶ ଏକ ଶୂନ୍ୟ ମରୁଭୂମିରେ ପରିଣତ ହେବ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ଯ୍ୟନ୍ତ ଦାସ ହୋଇ ରହିବେ।

12 ପୁଣି ସଦାପ୍ରଭୁ କହନ୍ତି, “ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସେହି ଗୋଷ୍ଠୀକି ଓ କ‌‌ଲ୍‌‌ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହାକୁ ସଦାକାଳ ଧ୍ୱଂସସ୍ଥାନ କରିବା। 13 ଆଉ ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମିୟଙ୍କ ଦ୍ୱାରା ପ୍ରଗ୍ଭରିତ ଯେଉଁ ଭବିଷ୍ୟ‌ଦ୍‌ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ସେହି ଦେଶପ୍ରତି ସଫଳ ହେବ। 14 ଏବଂ ସେମାନେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହେବେ। ଆଉ ଆମ୍ଭେ ସେମାନଙ୍କ କାର୍ଯ୍ୟକଳାପନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”

ପୃଥିବୀର ଗୋଷ୍ଠୀମାନଙ୍କ ଉପରେ ବିଗ୍ଭର

15 ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁ ଏହା ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସେମାନଙ୍କୁ ତାହା ପାନ କରାଅ। 16 ତାହା ପାନ କରି ସେମାନେ ବାନ୍ତିକରି ଏଣେ ତେଣେ ଟଳମଳ ହେବେ। ପୁଣି ଆମ୍ଭେ ସେମାନଙ୍କ ବିରୁଦ୍ଧରେ ପଠାଇଥିବା ‌‌ଖ‌ଡ଼୍‌ଗ ହେତୁ ସେମାନେ ଉନ୍ମତ୍ତ ହେବେ।”

17 ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ତାଙ୍କର କହିବାନୁସାରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି। 18 ମୁଁ ଯିହୁଦା ଓ ଯିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସେହି ପାତ୍ରରୁ ପାନ କରାଇଲି। ସେହି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶୋଚନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ଯ୍ୟନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ୟବହାର କରନ୍ତି।

19 ମୁଁ ମଧ୍ୟ ମିଶରର ରାଜା ଫାରୋକୁ, ତାହାର ଦାସଗଣକୁ ତାହାର ଅଧିପତିମାନଙ୍କୁ ଓ ତାହାର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କର ସେହି କ୍ରୋଧରୂପୀ ପାତ୍ରରୁ ପାନ କରାଇଲି।

20 ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ

ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଏବଂ ଅସ୍କିଲୋନ, ଘଷା, ଇକ୍ରୋଣ ଓ ଅ‌‌ସ୍‌‌ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି।

21 ତା’ପରେ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ ସେହି ପାତ୍ରରୁ ପାନ କରାଇଲି।

22 ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି। 23 ପୁଣି ଦଦାନ୍, ଢେମା ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସେହି ପାତ୍ରରୁ ପାନ କଲେ। 24 ପୁରି ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି। 25 ମୁଁ ମଧ୍ୟ ସିମ୍ରୀ, ଐଲମ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି। 26 ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣକ ପରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ୟକୁ ପାନ କରାଇଲା ପରେ “ଶେଶକର” ରାଜା ଏହି ପାତ୍ରରୁ ପାନ କରିବେ।

27 “ପୁଣି ଇସ୍ରାଏଲର ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଯିରିମିୟ, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ‌‌ଖ‌ଡ଼୍‌ଗ ପଠାଇବା, ତେଣୁ ତୁମ୍ଭେମାନେ ପତିତ ହୋଇ ଆଉ ଉଠ ନାହିଁ।’

28 “ପୁଣି ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ତାହା ପାନ କରିବ। 29 କାରଣ ଏହି ଯିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିଯାନ ଆରମ୍ଭ କରିଛି। ତାହା ମୋର ନାମକୁ ଧାରଣ କରିଛି। ତୁମ୍ଭେମାନେ କହିପାର ଆମ୍ଭେମାନେ ଦଣ୍ଡିତ ହେବୁ ନାହିଁ। ମାତ୍ର ତୁମ୍ଭେମାନେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପରେ ‌‌ଖ‌ଡ଼୍‌ଗ ଚଳାଇବା।’” ଏହା ସଦାପ୍ରଭୁ କହନ୍ତି।

30 “ହେ ଯିରିମିୟ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର। ସେମାନଙ୍କୁ କୁହ,

‘ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ହୁଙ୍କାର କରିବେ।
    ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚିତ୍କାର ଶୁଣାଇବେ।
ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପରେ ମହାରବ କରିବେ
    ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧରେ ସିଂହାସନ କରିବେ।
31 ସମଗ୍ର ପୃଥିବୀରେ ଏକ ଧ୍ୱନି ବ୍ୟାପିଯିବ।
    କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପରେ
ସଦାପ୍ରଭୁଙ୍କର କ୍ରୋଧ ଅଛି।
    ସେ ସେମାନଙ୍କର ବିଗ୍ଭର କରି ଶାସ୍ତି ଦେବେ।
ପୁଣି ସେ ଦୁଷ୍ଟାଗ୍ଭରୀମାନଙ୍କୁ ‌‌
    ଖ‌ଡ଼୍‌ଗରେ ସମର୍ପଣ କରିବେ।’”
ଏହା ସଦାପ୍ରଭୁ କହନ୍ତି।

32 ପୁରି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ଦେଖ, ଦେଶକୁ ଦେଶ
    ଅମଙ୍ଗଳ ଘଟିବ।
ସମଗ୍ର ପୃଥିବୀରେ
    ମହା ତୋଫାନ ଉଠିବ।”

33 ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ୱାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶେଷ ସୀମା ପର୍ଯ୍ୟନ୍ତ ଦେଖାଯିବ। ସେମାନଙ୍କ ପାଇଁ ବିଳାପ କରିବାକୁ କେହି ନ ଥିବେ ଓ କବର ଦେବା ପାଇଁ ମଧ୍ୟ କେହି ନ ଥିବେ। ସେମାନେ ଭୂଇଁର ଗୋବର ଖତ ହେବେ।

34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର।
    ହେ ମେଷଗଣର ଅଧିପତିମାନେ, ତୁମ୍ଭେମାନେ ଭୂମିରେ ଗଡ଼।
    କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ବର୍ତ୍ତମାନ ଆଗତ ହେଲା।
ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା।
    ତୁମ୍ଭେମାନେ ଭଗ୍ନପାତ୍ର ତୁଲ୍ୟ ବିକ୍ଷିପ୍ତ ହୋଇପଡ଼ିବ।
35 ପୁଣି ମେଷପାଳକଗଣ ପଳାୟନ କରି ଲୁଚି ପାରିବେ ନାହିଁ।
    ସେମାନଙ୍କର ଅଧିପତିଗଣ ରକ୍ଷା ପାଇବେ ନାହିଁ।
36 ମୁଁ ମେଷପାଳକମାନଙ୍କର ଚିତ୍କାର
    ଓ ମେଷପଲର ଅଧିପତିମାନଙ୍କର ସ୍ୱର ଶୁଣିଅଛି।
    କାରଣ ସଦାପ୍ରଭୁ ସେମାନଙ୍କର ବାସସ୍ଥାନ ଉଜାଡ଼ କରିଅଛନ୍ତି।
37 ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଯୋଗୁଁ
    ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ୟ ମରୁ ହୋଇଅଛି।
38 ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି।
    ତାଙ୍କର କ୍ରୋଧ ରୂପକ ‌‌ଖ‌ଡ଼୍‌ଗ ଭୟଙ୍କର ହେବ
ଓ ସେହି ପ୍ରଚଣ୍ଡ କ୍ରୋଧ ହେତୁରୁ
    ଦେଶ ଶୂନ୍ୟ ମରୁମୟ ସ୍ଥାନ ହେବ।

ମାର୍କ ଲିଖିତ ସୁସମାଗ୍ଭର 11

ଯୀଶୁ ଜଣେ ରାଜା ଭଳି ଯିରୁଶାଲମରେ ପ୍ରବେଶ କଲେ(A)

11 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମର ନିକଟବର୍ତ୍ତୀ ହେଲେ। ସେମାନେ ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ସହରରେ ପହଞ୍ଚିଲେ। ଯୀଶୁ ନିଜ ଶିଷ୍ୟମାନଙ୍କ ଭିତରୁ ଦୁଇଜଣକୁ ଏହା କହି ପଠାଇଲେ, “ଆଗରେ ଦେଖାଯାଉଥିବା ଗାଆଁକୁ ଯାଅ। ଗାଁଆ ଭିତରେ ପ୍ରବେଶ କରିବା ମାତ୍ରେ ତୁମ୍ଭେମାନେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଛୁଆ ଉପରେ କେହି ଏ ପର୍ଯ୍ୟନ୍ତ ଚଢ଼ି ନାହାନ୍ତି। ତାକୁ ଖୋଲି ମୋ’ ପାଖକୁ ନେଇ ଆସ। ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା’ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”

ସେମାନେ ଗ୍ଭଲିଗଲେ। ସେମାନେ ଗୋଟିଏ ଦ୍ୱାର ପାଖ ଦାଣ୍ଡରେ ଏକ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିଲେ। ସେମାନେ ତାହାକୁ ଖୋଲିଦେଲେ। କେତେକ ଲୋକ ସେଠାରେ ଠିଆ ହୋଇଥିଲେ। ସେମାନେ ଏହା ଦେଖି ପଗ୍ଭରିଲେ, “ତୁମ୍ଭେମାନେ ଏ ଗଧଛୁଆକୁ କାହିଁକି ଖୋଲୁଛ?” ଶିଷ୍ୟମାନଙ୍କୁ ଯୀଶୁ ଯାହା କହିବା ପାଇଁ କହିଥିଲେ, ଶିଷ୍ୟମାନେ ଲୋକମାନଙ୍କୁ ତାହା କହିଲେ। ତା’ପରେ ଲୋକମାନେ ଗଧଛୁଆ ସହ ସେମାନଙ୍କୁ ଛାଡ଼ିଦେଲେ।

ଶିଷ୍ୟମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା’ ଉପରେ ବସିଲେ। ଅନେକ ଲୋକ ଯୀଶୁଙ୍କ ପାଇଁ ସେମାନଙ୍କ ଲୁଗା ରାସ୍ତାରେ ବିଛେଇ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତାରେ ବିଛେଇ ଦେଲେ। କେତେକ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତେକ ତାହାଙ୍କ ପଛେ ପଛେ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ,

“‘ହୋଶାନ୍ନା [a]
    ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସୁଛନ୍ତି, ସେ ଧନ୍ୟ।’ (B)

10 “ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ,
    ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।”

11 ଯୀଶୁ ଯିରୁଶାଲମ ଆସି ମନ୍ଦିର [b] ଭିତରେ ପ୍ରବେଶ କଲେ। ଯୀଶୁ ମନ୍ଦିରରେ ପ୍ରତ୍ୟେକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ରେରିତଙ୍କ ସହିତ ବେଥନୀୟାକୁ ଗ୍ଭଲିଗଲେ।

ଯୀଶୁ କହିଲେ ଡିମ୍ବିରି ବୃକ୍ଷଟି ମରିଯିବ(C)

12 ତହିଁ ଆରଦିନ ଯେତେବେଳେ ସେମାନେ ବେଥନୀୟାରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା। 13 ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା। 14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।

ଯୀଶୁଙ୍କର ମନ୍ଦିରରେ ପ୍ରବେଶ(D)

15 ତା’ପରେ ସେ ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିରରେ ପ୍ରବେଶ କଲାମାତ୍ରେ ସେଠାରେ କିଣାବିକା କରୁଥିବା ଲୋକମାନଙ୍କୁ ବାହାରକୁ ତଡ଼ି ଦେବାକୁ ଲାଗିଲେ। ସେ ବିଭିନ୍ନ ପ୍ରକାର ମୁଦ୍ରା ବିନିମୟ କରୁଥିବା ଲୋକଙ୍କ ମେଜ ଓଲଟେଇ ଦେଲେ। ଯେଉଁମାନେ କପୋତ ବିକୁଥିଲେ ସେମାନଙ୍କର ମେଜସବୁ ମଧ୍ୟ ସେ ଓଲଟେଇ ଦେଲେ। 16 ସେ ମଧ୍ୟ କାହାରିକୁ ମନ୍ଦିର ପରିସରରୁ କିଛି ହେଲେ ନେଇ ଯିବାକୁ ଅନୁମତି ଦେଲେ ନାହିଁ। 17 ତା’ପରେ ସେ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଶାସ୍ତ୍ରରେ ଏ କଥା ଲେଖା ଅଛି ଯେ, ‘ମୋ’ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାଯିବ। [c] କିନ୍ତୁ ତୁମ୍ଭେମାନେ ତ ତାକୁ ଗ୍ଭେର ମାନଙ୍କର ଆଶ୍ରୟ ସ୍ଥଳରେ ପରିଣତ କରି ଦେଉଛ’ [d]

18 ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ। 19 ସନ୍ଧ୍ୟା ହୋଇଗଲା। ସନ୍ଧ୍ୟା ହେବାରୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ନଗରରୁ ବାହାରି ଗ୍ଭଲିଗଲେ।

ଯୀଶୁ ବିଶ୍ୱାସର ଶକ୍ତି ଦେଖାଇଲେ(E)

20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ। 21 ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”

22 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ। 23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି: ଯଦି କେହି ଲୋକ ଏହି ପର୍ବତକୁ କହିବ, ‘ତୁ ଉପୁଡ଼ି ସମୁଦ୍ରରେ ଯାଇ ପଡ଼ିଯା,’ ଏବଂ ଯଦି ଲୋକଟିର ମନରେ କୌଣସି ପ୍ରକାର ସନ୍ଦେହ ନ ଥାଇ ବିଶ୍ୱାସ କରିବ ଯେ, ସେ ଯାହା କହିଛି ତାହା ଘଟିବ, ତେବେ ପରମେଶ୍ୱର ତା’ ପାଇଁ ତାହା କରି ଦେବେ। 24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ। 25 ତୁମ୍ଭେମାନେ ଯେତେବେଳେ ପ୍ରାର୍ଥନା କରିବାକୁ ଠିଆ ହୋଇଥିବ, ସେତେବେଳେ ଯଦି ତୁମ୍ଭମାନଙ୍କର ମନେ ପଡ଼ିଯାଏ ଯେ, ତୁମ୍ଭେମାନେ କାହାରି ଉପରେ କୌଣସି କାରଣରୁ ରାଗିଛ, ତେବେ ସେହି ଲୋକକୁ କ୍ଷମା କରି ଦିଅ। ତା’ହେଲେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ୟ ତୁମ୍ଭମାନଙ୍କର ପାପ ଗୁଡ଼ିକୁ କ୍ଷମା କରିଦେବେ।” 26 [e]

ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ(F)

27 ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ। 28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”

29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି। 30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।”

31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 32 କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟ‌ଦ୍‌ବକ୍ତା।

33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।”

ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା’ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center