M’Cheyne Bible Reading Plan
ଦାନ୍ ଲୟିଶ ନଗରକୁ କରଗତ କଲେ
18 ସେହି ସମୟରେ ଇସ୍ରାଏଲ ମଧ୍ୟରେ ରାଜା ନ ଥିଲେ। ସେହି ସମୟରେ ଦାନ୍ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖୋଜୁଥିଲେ। କାରଣ ସେ ପର୍ଯ୍ୟନ୍ତ ସେମାନେ ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭୂମି ପାଇ ନ ଥିଲେ।
2 ଏଣୁ ଦାନ୍ର ପରିବାରବର୍ଗ ସେମାନଙ୍କ ପରିବାରବର୍ଗରୁ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରିୟ ଓ ଇଷ୍ଟାୟୋଲଠାରୁ ପଠାଇଲେ, ସେମାନେ ସେମାନଙ୍କୁ କହିଲେ, “ଯାଅ ଏବଂ ଆଉ କିଛି ଅଧିକ ଦେଶ ଅନୁସନ୍ଧାନ କର।”
ସେହି ପାଞ୍ଚ ଜଣ ଇଫ୍ରୟିମ-ପର୍ବତମୟସ୍ଥ ଦେଶସ୍ଥିତ ମୀଖାର ଗୃହରେ ରାତ୍ରି ଯାପନ କଲେ। 3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?”
4 ସେ ଉତ୍ତରରେ କହିଲା, ମୀଖା ମୋ’ ପ୍ରତି ଏହିପରି କରିଛନ୍ତି। “ସେ ମୋତେ ବେତନ ଦେଇ ଏଠାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି”
5 ତେଣୁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ। ପରମେଶ୍ୱରଙ୍କ ନିକଟରେ ପଗ୍ଭର ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ। ତାହା ଆମ୍ଭେ ଜାଣିବାକୁ ଗ୍ଭହୁଁ।”
6 ତହୁଁ ଯାଜକ ତାଙ୍କୁ କହିଲା, “କୁଶଳରେ ଯାଅ। ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
7 ଏହା ପରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶରେ ପହଞ୍ଚିଲେ। ସେଠାରେ ସେମାନେ ଦେଖିଲେ, ସୀଦୋନୀୟମାନଙ୍କ ଶାସନରେ ଲୋକମାନେ କିପରି ନିରାପଦରେ ରହୁଥିଲେ। ସେହି ଦେଶରେ ଶାନ୍ତି ଥିଲା, ସେମାନଙ୍କର ସବୁକିଛି ଯଥେଷ୍ଟ ଥିଲା। ସେଠାରେ ଅତ୍ୟାଗ୍ଭରୀ ଶାସକ ନ ଥିଲେ। ଆଉ ସେମାନେ ସୀଦୋନଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
8 ଏହା ପରେ ସେମାନେ ସରିୟ ଓ ଇଷ୍ଟାୟୋଲରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସେମାନଙ୍କର ଭାତୃଗଣ ସେମାନଙ୍କୁ ପଗ୍ଭରିଲେ, “କ’ଣ ତୁମେ ଶିକ୍ଷା କଲ?”
9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ। 10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
11 ତେଣୁ ଦାନ୍ ପରିବାରବର୍ଗରୁ 600 ଲୋକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇ ସରିୟ ଓ ଇଷ୍ଟାୟୋଲ ପରିତ୍ୟାଗ କଲେ। 12 ସେମାନେ ଲୟିଶକୁ ଯିବା ବାଟରେ ଯିହୁଦାର କିରିୟତ ଯିୟାରୀମ ନଗରରେ ଛାଉଣି ସ୍ଥାପନ କଲେ। ସେହି କାରଣରୁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ମହନୀଦାନ୍ ବୋଲି ପରିଚିତ। ଯାହାକି କିରିୟତ ଯିୟାରୀମର ପଶ୍ଚିମରେ ଅଛି। 13 ସେହି ସ୍ଥାନଠାରୁ 600 ଲୋକ ଇଫ୍ରୟିମ ପର୍ବତମୟ ଦେଶକୁ ଯାତ୍ରା କଲେ। ତା’ପରେ ସେମାନେ ଆସି ମୀଖାର ଘରେ ପହଞ୍ଚିଲେ।
14 ତେଣୁ ସେହି ପାଞ୍ଚ ଜଣ ଯେଉଁମାନେ ଲୟିଶ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ସେମାନଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ସେଠାରେ ଏକ ଏଫୋଦ ଅଛି। ସେଠାରେ ଗୃହ ଦେବତାଗଣ ଅଛନ୍ତି ଓ ଏକ ଖୋଦିତ ପ୍ରତିମା ଅଛି। ଏହା ତୁମ୍ଭେମାନେ କ’ଣ ଜାଣ? ତେଣୁ ବର୍ତ୍ତମାନ କ’ଣ କରିବାକୁ ହେବ ବିବେଚନା କର।” 15 ସେମାନେ ମୀଖାର ଗୃହ ପାଖରେ ଅଟକି ଗଲେ। ଯେଉଁଠାରେ ଲେବୀୟ ଲୋକ ଜଣକ ବାସ କରୁଥିଲା। ସେମାନେ ସେହି ଲେବୀୟ ଯୁବକକୁ ପଗ୍ଭରିଲେ କିପରି ଅଛନ୍ତି ବୋଲି। 16 ଦାନ୍ ପରିବାରବର୍ଗର 600 ଲୋକ ଅସ୍ତ୍ରରେ ସଜ୍ଜିତ ହୋଇଥିଲେ। ସେମାନେ ଫାଟକ ନିକଟରେ ଛିଡ଼ା ହେଲେ। 17-18 ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ। ତା’ପରେ ସେମାନେ ଭିତରକୁ ପ୍ରବେଶ କରି ଏଫୋଦକୁ, ଗୃହ ଦେବତାଙ୍କୁ ଓ ଖୋଦିତ ପ୍ରତିମାକୁ ନେଇଗଲେ। ସେହି ସମୟରେ ଯାଜକ ଫାଟକ ନିକଟରେ ଅସ୍ତ୍ରରେ ସଜ୍ଜିତ ହୋଇ ସେହି 600 ଲୋକ ସହିତ ଛିଡ଼ା ହୋଇଗଲେ। ଯାଜକ ଘରେ ପ୍ରବେଶ କରିଥିବା ପାଞ୍ଚ ଜଣଙ୍କୁ ପଗ୍ଭରିଲେ, “ତୁମ୍ଭେମାନ କ’ଣ କରୁଅଛ?”
19 ସେମାନେ ତାକୁ ଚୁପ୍ ହେବା ପାଇଁ କହିଲେ। ସେମାନେ ତାକୁ କହିଲେ, “ତୁମ୍ଭର ହାତ ତୁମ୍ଭର ପାଟିରେ ଦିଅ ଏବଂ ଆମ୍ଭମାନଙ୍କୁ ଅନୁସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହୁଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦେବତାର ଯାଜକ ହେବା ଭଲ ନା ଇସ୍ରାଏଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହେବା ଭଲ?”
20 ଏଥିରେ ଯାଜକର ମନ ଆନନ୍ଦିତ ହେଲା। ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମାମାନ ନେଇ ଲୋକମାନଙ୍କ ସଙ୍ଗରେ ଗ୍ଭଲିଗଲା।
21 ଏହା ପରେ ସେମାନେ ବୁଲି ପଡ଼ିଲେ ଓ ସେହି ସ୍ଥାନ ପରିତ୍ୟାଗ କଲେ। ସେମାନେ ସେମାନଙ୍କର ବାଳକ, ପଶୁଗଣ ଓ ସେମାନଙ୍କର ସମସ୍ତ ସାମଗ୍ରୀ ସେମାନଙ୍କ ଆଗରେ ରଖିଲେ।
22 ସେମାନେ ମୀଖାର ଗୃହର ଅଳ୍ପ ଦୂରରେ ଥିଲେ। ସେତେବେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦାନ୍ର ଲୋକମାନଙ୍କୁ ଗୋଡ଼ାଇଲେ ଓ ସେମାନଙ୍କୁ ଧରିଲେ। 23 ସେମାନେ ଦାନ୍ର ଲୋକମାନଙ୍କ ଉପରେ ପାଟି କଲେ। ତା’ପରେ ଦାନ୍ର ଲୋକମାନେ ବୁଲିପଡ଼ି ମୀଖାଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ ଖବର ଅଛି ଯେ, ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଏକତ୍ରିତ କରିଛ?”
24 ସେ ଉତ୍ତରରେ କହିଲେ, “ମୋର ହାତରେ ତିଆରି କରିଥିବା ପ୍ରତିମାମାନଙ୍କୁ ଓ ମୋର ଯାଜକକୁ ତୁମ୍ଭେମାନେ ନେଇ ଯାଇଛ। ମୋର ଆଉ କ’ଣ ବାକି ଅଛି? ତଥାପି ତୁମ୍ଭେ ପଗ୍ଭରୁଛ, ‘ସମସ୍ୟା କ’ଣ?’”
25 ତହିଁରେ ଦାନ୍ର ଲୋକମାନେ ତାଙ୍କୁ କହିଲେ, “ଆମ୍ଭ ସହିତ ତର୍କ ନ କରିବା ତୁମ୍ଭ ପାଇଁ ଉତ୍ତମ ଅଟେ। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ କ୍ରୋଧିତ କରିପାରେ। ଯେଉଁମାନେ କି ଗରମ ମିଜାସର ଅଟନ୍ତି ଏବଂ ସେମାନେ ତୁମ୍ଭ ସହିତ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭର ପରିବାରକୁ ଆକ୍ରମଣ କରି ପାରନ୍ତି ଓ ହତ୍ୟା କରି ପାରନ୍ତି।”
26 ଏହା ପରେ ଦାନ୍ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପୁଣି ମୀଖା ସେମାନଙ୍କୁ ନିଜଠାରୁ ଅଧିକ ବଳବାନ ଦେଖି ନିଜ ଗୃହକୁ ଫେରି ଗଲେ।
27 ତା’ପରେ ସେମାନେ ମୀଖାର ପ୍ରତିମା ଓ ତାହାର ଯାଜକକୁ ଛାଡ଼ି ଲୟିଶରେ ପହଞ୍ଚିଲେ। ସେମାନେ ସେହି ଲୋକମାନଙ୍କୁ ଆକ୍ରମଣ କଲେ, ଯେଉଁମାନେ ସେଠାରେ ଶାନ୍ତିରେ ଓ ନିରାପଦରେ ବାସ କରୁଥିଲେ। ସେମାନେ ଖଡ଼୍ଗରେ ଲୋକମାନଙ୍କୁ ହତ୍ୟା କଲେ ଓ ନଗରକୁ ଅଗ୍ନିରେ ଦଗ୍ଧ କଲେ। 28 ପୁଣି ତାଙ୍କର କେହି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରୁ ଦୂର ଥିଲା, ସେମାନଙ୍କର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନ ଥିଲା। ଲୟିଶ ବୈଥ୍ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହା ପରେ ସେମାନେ ନୂତନ ନଗର ନିର୍ମାଣ କରି ସେଠାରେ ବାସ କଲେ। 29 ଯେହେତୁ ସେମାନେ ଇସ୍ରାଏଲର ଜଣେ ପୁତ୍ର ଦାନ୍ର ଭବିଷ୍ୟଦ୍ ବଂଶଧର ଥିଲେ, ସେମାନେ ସେହି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବରେ ସେହି ନଗରର ନାମ ଲୟିଶ ଥିଲା।
30 ଏଣୁ ଦାନ୍ ପରିବାରବର୍ଗ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସେମାନଙ୍କର ଯାଜକରୂପେ ସେମାନେ ମୋଶାଙ୍କର ପୁତ୍ର ଗେର୍ଶୋନ ବଂଶଧର ଯୋନାଥନକୁ ନିଯୁକ୍ତ କଲେ। ଇସ୍ରାଏଲୀୟମାନେ ନିର୍ବାସିତ ହେବା ପର୍ଯ୍ୟନ୍ତ ଯୋନାଥନ ଓ ତାଙ୍କର ପୁତ୍ରମାନେ ଦାନ୍ ପରିବାରବର୍ଗର ଯାଜକ ହୋଇ ରହିଲେ। 31 ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
ପାଉଲଙ୍କ ଭାଷଣ
22 ପାଉଲ କହିଲେ, “ଭାଇମାନେ ଓ ପିତାମାନେ, ଯେହେତୁ ମୁଁ ମୋର ନିଜ ସପକ୍ଷରେ କଥା କହୁଛି, ତେଣୁ ଆପଣମାନେ ମୋ’ କଥା ଶୁଣନ୍ତୁ।”
2 ସେମାନେ ପାଉଲଙ୍କୁ ଯିହୂଦୀ ଭାଷାରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହୋଇଗଲେ। ତା’ପରେ ପାଉଲ କହିଲେ,
3 “ମୁଁ ଜଣେ ଯିହୂଦୀୟ ଲୋକ। ମୋର ଜନ୍ମ କିଲିକିଆ ଦେଶର ତାର୍ଷ ନଗରରେ। କିନ୍ତୁ ଏହି ନଗରରେ ମୋର ଲାଳନପାଳନ ହୋଇଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟରେ ଗୁରୁ ଗମଲୀୟେଲଙ୍କ ପାଖରୁ ବହୁତ ଯତ୍ନ ସହକାରେ ତାଲିମ ପାଇଛି। ତୁମ୍ଭେମାନଙ୍କ ପରି, ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି। 4 ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି।
5 “ମହାଯାଜକ ଓ ପ୍ରାଚୀନ ଲୋକମାନଙ୍କର ସମ୍ପୂର୍ଣ୍ଣ ପରିଷଦ ଏ କଥାର ସାକ୍ଷୀ ଅଟନ୍ତି। ମୁଁ ସେମାନଙ୍କଠାରୁ ଦମ୍ମେସକରେ ଥିବା ସେମାନଙ୍କର ଭାଇମାନଙ୍କ ପାଖକୁ ପତ୍ର ନେଇ ଯାଇଥିଲି। ସେଠାରେ ଥିବା ଯୀଶୁଙ୍କର ଶିଷ୍ୟମାନେ ଯେପରି ଦଣ୍ଡ ପାଇପାରନ୍ତି, ଏଥିନିମନ୍ତେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିବା ପାଇଁ ମୁଁ ଯାଉଥିଲି।
ପାଉଲ ନିଜ ମନ ପରିବର୍ତ୍ତନ ବିଷୟରେ କହିଲେ
6 “ମୁଁ ଦମ୍ମେସକର ନିକଟବର୍ତ୍ତୀ ହେଲାବେଳେ ହଠାତ୍ ଗୋଟିଏ ଘଟଣା ଘଟିଲା। ଦମ୍ମେସକରେ ପହଞ୍ଚିବା ବେଳେ ପ୍ରାୟ ଦ୍ୱିପ୍ରହର ହୋଇଥିଲା। ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ୱଳ ଆଲୋକ ମୋ’ ଗ୍ଭରିପାଖରେ ପ୍ରକାଶିତ ହେଲା। 7 ମୁଁ ତଳେ ପଡ଼ିଗଲି। ସେତେବେଳେ ମୋତେ ଗୋଟିଏ ବାଣୀ ଶୁଭିଲା, ‘ଶାଉଲ, ଶାଉଲ, ତୁମ୍ଭେ କାହିଁକି ମୋତେ ତାଡ଼ନା କରୁଛ?’
8 “ମୁଁ ପଗ୍ଭରିଲି, ‘ଆପଣ କିଏ, ପ୍ରଭୁ?’ ସେ ମୋତେ କହିଲେ, ‘ମୁଁ ସେହି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।’ 9 ମୋ’ ସହିତ ଥିବା ଲୋକମାନେ ମଧ୍ୟ ସେହି ଆଲୋକ ଦେଖି ପାରିଲେ। କିନ୍ତୁ ସେମାନେ ମୋତେ କୁହାଯିବା ବାକ୍ୟ ଶୁଣି ବୁଝି ପାରିଲେ ନାହିଁ।
10 “ମୁଁ ପଗ୍ଭରିଲି, ‘ପ୍ରଭୁ ମୁଁ କ’ଣ କରିବି?’ ପ୍ରଭୁ ମୋତେ କହିଲେ, ‘ଉଠ ଦମ୍ମେସକ ନଗରକୁ ଯାଅ।’ ଯେଉଁସବୁ କାର୍ଯ୍ୟ ନିମନ୍ତେ ତୁମ୍ଭକୁ ମନୋନୀତ କରାଯାଇଛି, ତାହା ସେଠାରେ ତୁମ୍ଭକୁ କୁହାଯିବ। 11 ମୁଁ କିଛି ଦେଖି ପାରୁ ନ ଥିଲି, କାରଣ ସେହି ଆଲୋକର ତେଜ ମୋତେ ଅନ୍ଧ କରି ପକାଇଥିଲା। ସେଥିପାଇଁ ମୋର ବନ୍ଧୁମାନେ ମୋ’ ହାତ ଧରି ଦମ୍ମେସକ ନେଇଗଲେ।
12 “ହନନିୟ ନାମକ ଜଣେ ଭକ୍ତ ଦମ୍ମେସକ ନଗରରେ ଥିଲେ। ସେ ମୋଶାଙ୍କ ବ୍ୟବସ୍ଥା ମାନୁଥିଲେ। ସେଠାରେ ରହୁଥିବା ସମସ୍ତ ଯିହୂଦୀୟମାନେ ତାହାଙ୍କୁ ସମ୍ମାନ ଦେଉଥିଲେ। 13 ହନନିୟ ମୋ’ ପାଖରେ ଆସି ଠିଆ ହୋଇ କହିଲେ, ‘ହେ ଭାଇ ଶାଉଲ, ତୁମ୍ଭେ ପୁଣି ଥରେ ଦେଖିବାକୁ ପାଅ।’ ମୁଁ ସେହି ମୁହୂର୍ତ୍ତରେ ତାହାଙ୍କୁ ଦେଖି ପାରିଲି।
14 “ସେ ମୋତେ କହିଲେ, ‘ଆମ୍ଭମାନଙ୍କ ପୈତୃକ ପରମେଶ୍ୱର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି। 15 କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ। 16 ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’
17 “ତା’ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି। 18 ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’
19 “କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରତ୍ୟେକ ସମାଜଗୃହକୁ ଯାଇ ସେଠାରେ ତୁମ୍ଭକୁ ବିଶ୍ୱାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି। 20 ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସେଠାରେ ଠିଆ ହୋଇ ସେହି କାର୍ଯ୍ୟକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ୟା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସେମାନେ ଜାଣନ୍ତି।’
21 “କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”
22 ପାଉଲ ଏ କଥା କହିବା ପର୍ଯ୍ୟନ୍ତ ଯିହୂଦୀମାନେ ଶୁଣୁଥିଲେ। ତା’ପରେ ସେମାନେ ସମସ୍ତେ ମିଶି ଖୁବ୍ ଜୋର୍ରେ ପାଟି କରି କହିଲେ, “ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ୟ ନୁହଁ।” 23 ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ। 24 ତା’ପରେ ସେନାପତି ପାଉଲଙ୍କୁ ସୈନ୍ୟ ନିବାସ ଭିତରକୁ ନେଇଯିବା ପାଇଁ ଆଦେଶ ଦେଲେ। କାହିଁକି ଲୋକମାନେ ତାହାଙ୍କ ବିରୁଦ୍ଧରେ ଏଭଳି ପାଟିତୁଣ୍ଡ କରୁଥିଲେ, ତାହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ପାଉଲଙ୍କୁ ପଗ୍ଭରିବା ନିମନ୍ତେ ସେ ସୈନିକମାନଙ୍କୁ ଆଦେଶ ଦେଲେ। 25 ସେମାନେ ପାଉଲଙ୍କୁ କୋରଡ଼ା ମାରିବା ପାଇଁ ବାନ୍ଧୁଥିବା ସମୟରେ ପାଉଲ ସେଠାରେ ଠିଆ ହୋଇଥିବା ଜଣେ ସେନା ଅଧିକାରୀଙ୍କୁ କହିଲେ, “ଜଣେ ରୋମୀୟ ନାଗରିକ, ଯେ କି ଦୋଷୀ ବୋଲି ପ୍ରମାଣିତ ହୋଇ ନାହିଁ, ତାହାକୁ କୋରଡ଼ା ମାରିବା କ’ଣ ଆଇନ ସଙ୍ଗତ ଅଟେ?”
26 ଏ କଥା ଅଧିକାରୀ ଶୁଣି ସେନାଧ୍ୟକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, “ତୁମ୍ଭେ ଜାଣ, ତୁମ୍ଭେ କ’ଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?”
27 ତେଣୁ ସେନାଧ୍ୟକ୍ଷ ଯାଇ ପାଉଲଙ୍କୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ କ’ଣ ପ୍ରକୃତରେ ଜଣେ ରୋମୀୟ ନାଗରିକ?”
ପାଉଲ ଉତ୍ତର ଦେଲେ, “ହଁ।”
28 ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।।”
ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।”
29 ପାଉଲ ଜଣେ ରୋମୀୟ ନାଗରିକ ବୋଲି ଜାଣିବା ପରେ ତାହାଙ୍କୁ ପ୍ରଶ୍ନ କରିବା ପାଇଁ ଯାଉଥିବା ଲୋକମାନେ ସଙ୍ଗେ ସଙ୍ଗେ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେନାଧ୍ୟକ୍ଷ ମଧ୍ୟ ତାହାଙ୍କୁ ବାନ୍ଧି ବେତ୍ରାଘାତ କରିବା ପାଇଁ ଆଦେଶ ଦେଇଥିବାରୁ ଡରିଗଲେ।
ପାଉଲ ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ହେଲେ
30 ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା’ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।
ଯିରିମିୟଙ୍କର ଏକ କ୍ଷେତ୍ର କ୍ରୟ
32 ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖଦ୍ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 2 ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ। 3 ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା। 4 ଆଉ ଯିହୁଦାର ରାଜା ସିଦିକିୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସାମ୍ନା ସାମ୍ନି ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ। 5 ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
6 ଯିରିମିୟ ବନ୍ଦୀ ଥିଲା ବେଳେ, “ସଦାପ୍ରଭୁଙ୍କର ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା: 7 ‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’
8 “ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’”
“ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।” 9 ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି। 10 ଆଉ ମୁଁ କ୍ରୟ ପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକିତିରେ ରୂପା ତୌଲି ତାହାକୁ ଦେଲି। 11 ତା’ପରେ ମୁଁ ଏହାର ଦୁଇଟି ନକଲ କଲି, ସେଥିରୁ ଗୋଟିଏରେ ସର୍ତ୍ତ ଓ ଚୁକ୍ତି ଲେଖାଯାଇଥିବାଟି ମୁଦି ଦିଆଗଲା ଏବଂ ଅନ୍ୟଟି ଖୋଲା ଥିଲା। 12 ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
13 ଆଉ ସମସ୍ତଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି। 14 “ସୈନ୍ୟାଧିପତି ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେ ଏହି ଦୁଇଖଣ୍ଡ କ୍ରୟ ଦଲିଲ୍ ନିଅ, ଗୋଟିଏ ମୁଦି ଦିଆଯାଇଥିବା ଓ ଅନ୍ୟଟି ଖୋଲା ଓ ତାହା ଯେପରି ଦୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’ 15 ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”
16 ନେରିୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ପରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
17 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ୟ କିଛି ନାହିଁ। 18 ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସେମାନଙ୍କ ପିଲାମାନଙ୍କ ଉପରେ ଦେଉଅଛ। ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ। 19 ତୁମ୍ଭର ମନ୍ତ୍ରଣା ଓ କ୍ରିୟା ମହାନ। ତୁମ୍ଭେ ପ୍ରତ୍ୟେକଙ୍କର କାର୍ଯ୍ୟକଳାପ ଲକ୍ଷ୍ୟ କର। ତୁମ୍ଭେ କ୍ରିୟାନୁସାରେ ସମୁଚିତ ଫଳ ସେମାନଙ୍କୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ୟକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ୟକ୍ତି ଦଣ୍ଡିତ ହୁଏ। 20 ହେ ସଦାପ୍ରଭୁ, ତୁମ୍ଭେ ମିଶରରେ ନାନା ଅଦ୍ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରିଅଛ। ଆଜି ପର୍ଯ୍ୟନ୍ତ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକମାନଙ୍କ ମଧ୍ୟରେ ସେହି ଅଦ୍ଭୂତ ଲକ୍ଷଣ ଦେଖାଉଛ। ପୁଣି ଏହିସବୁ କାର୍ଯ୍ୟ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହୋଇଅଛ। 21 ତୁମ୍ଭେ ସେହି ଅଲୌକିକ ଶକ୍ତି, ଅଦ୍ଭୂତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ।
22 “ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ। 23 ପୁଣି ଇସ୍ରାଏଲ ଲୋକମାନେ ଆସି ତାହା ଅଧିକାର କଲେ, ମାତ୍ର ସେମାନେ ତୁମ୍ଭ କଥା ପ୍ରତି ଧ୍ୟାନ ଦେଲେ ନାହିଁ। ଆଉ ତୁମ୍ଭ ବ୍ୟବସ୍ଥା ପଥରେ ଗ୍ଭଲିଲେ ନାହିଁ। ତୁମ୍ଭେ ସେମାନଙ୍କୁ ଯାହାସବୁ ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ପାଳନ କଲେ ନାହିଁ। ତେଣୁ ତୁମ୍ଭେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଲ।
24 “ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସେମାନେ ଯେପରି ଶତ୍ରୁ ନଗରକୁ ପରାସ୍ତ କରି ପାରିବେ ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧରେ ଯୁଦ୍ଧ କରୁଥିବା କଲ୍ଦୀୟମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି।
25 “ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?”
26 ତାହାପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। 27 “ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟରେ ପରମେଶ୍ୱର, ଆମ୍ଭର ଅସାଧ୍ୟ ହୋଇ କିଛି ନାହିଁ।” 28 ପୁଣି ସଦାପ୍ରଭୁ ଏହା ମଧ୍ୟ କହିଲେ, “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା। ସେ ତାହା ହସ୍ତଗତ କରିବେ। 29 ଆଉ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ସେମାନଙ୍କର ଆକ୍ରମଣ ଆରମ୍ଭ କରିଦେଇଛନ୍ତି, ସେମାନେ ଖୁବଶୀଘ୍ର ଏହି ନଗରରେ ପ୍ରବେଶ କରି ଅଗ୍ନି ଲଗାଇବେ। ଯେଉଁସବୁ ଗୃହଗୁଡ଼ିକରେ ବାଲ୍ଦେବ ପାଇଁ ନୈବେଦ୍ୟ ଉତ୍ସର୍ଗ କରିଥିଲେ ଓ ଆମ୍ଭଙ୍କୁ କ୍ରୋଧିତ କରିବା ପାଇଁ ଅନ୍ୟ ଦେବତାମାନଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କଲ, ସେମାନେ ସେହିସବୁ ଗୃହଗୁଡ଼ିକୁ ଦଗ୍ଧ କରିବେ। 30 ପୁଣି ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ ତାହା ସେମାନଙ୍କ ବାଲ୍ୟକାଳରୁ କରି ଆସୁଛନ୍ତି। ଇସ୍ରାଏଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କେବଳ ଆମ୍ଭକୁ ବିରକ୍ତ କରିଛନ୍ତି।” ଏହା ସଦାପ୍ରଭୁ କହନ୍ତି। 31 “ଆଉ ସେମାନେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ କେବଳ ଆମ୍ଭର କ୍ରୋଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂରେଇ ଦେବା। 32 ଆମ୍ଭେ ଯିରୁଶାଲମକୁ ଧ୍ୱଂସ କରିବା, କାରଣ ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକ ଓ ଭବିଷ୍ୟଦ୍ବକ୍ତାଗଣ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କର୍ମ କରିଅଛନ୍ତି।
33 “ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି। 34 ପୁଣି ସେମାନେ ଆମ୍ଭ ମନ୍ଦିରରେ ସେମାନଙ୍କ ହସ୍ତଦ୍ୱାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ ‘କଳୁଷିତ’ କରିବା ପାଇଁ।
35 “ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।
36 “ତୁମ୍ଭେମାନେ କହୁଅଛ ଯେ, ‘ବାବିଲର ରାଜା ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପ୍ରୟୋଗ କରି ଏହି ରାଜ୍ୟ ଅଧିକାର କରିବ।’ ମାତ୍ର ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି। 37 ‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା। 38 ପୁଣି ଇସ୍ରାଏଲ ଓ ଯିହୁଦାର ଲୋକମାନେ ଆମ୍ଭର ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା। 39 ଆଉ ସେମାନେ ଓ ସେମାନଙ୍କର ସନ୍ତାନମାନେ ସେମାନଙ୍କ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା।
40 “‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା। 41 ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’”
42 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସେମାନଙ୍କ ପ୍ରତି ଯେଉଁପରି ଭାବରେ ମହା ଅମଙ୍ଗଳ ଘଟାଇଅଛୁ, ସେହିପରି ଭାବରେ ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା, ଏହା ଆମ୍ଭେ ପ୍ରତିଜ୍ଞା କରିଅଛୁ। 43 ପୁଣି ତୁମ୍ଭେମାନେ କହୁଅଛ, ‘ଏହା ମନୁଷ୍ୟ ଓ ପଶୁତୁଲ୍ୟ ଧ୍ୱଂସ ସ୍ଥାନ ହୋଇଅଛି ଓ କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି।’ ମାତ୍ର ଭବିଷ୍ୟତରେ ଲୋକମାନେ ଏଠାରେ କ୍ଷେତ୍ର କ୍ରୟ କରିବେ। 44 ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”
ପ୍ରଥମ ପୁସ୍ତକ
(ଗୀତସଂହିତା 1-41)
1 ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
2 ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
3 ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।
4 ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
5 ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
6 କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।
2 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
3 ସେହି ନେତାମାନେ କୁହନ୍ତି,
“ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”
4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।
7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
ଓ ତୁମ୍ଭେ ମୋର ପୁତ୍ର ହେଲ।
8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
ଧ୍ୱଂସ କରିଦେଇ ପାରିବ।”
10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।
2010 by World Bible Translation Center