M’Cheyne Bible Reading Plan
ବିନ୍ୟାମୀନର ଲୋକମାନଙ୍କ ପାଇଁ ପତ୍ନୀମାନଙ୍କ ହାସଲ
21 ମିସ୍ପୀରେ ଇସ୍ରାଏଲର ସୈନ୍ୟମାନେ ଏକ ପ୍ରତିଜ୍ଞା କଲେ। ସେମାନଙ୍କର ପ୍ରତିଜ୍ଞା ଏହିପରି ଥିଲା, “ଆମ୍ଭମାନଙ୍କ ମଧ୍ୟରୁ କେହି ବିନ୍ୟାମୀନ ପରିବାରବର୍ଗକୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବେ ନାହିଁ।”
2 ଇସ୍ରାଏଲର ଲୋକମାନେ ବୈଥେଲହମକୁ ଗଲେ ଏବଂ ସେଠାରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ବସି ରହିଲେ। ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ କରୁଣ ଭାବରେ ଜୋର୍ରେ ରୋଦନ କଲେ। 3 ସେମାନେ ସଦାପ୍ରଭୁଙ୍କୁ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ଇସ୍ରାଏଲୀୟ ପ୍ରତି ଏପରି ବିପଦ କାହିଁକି ପଡ଼ିଲା? ଏବଂ କାହିଁକି ଇସ୍ରାଏଲର ପରିବାରବର୍ଗ ମଧ୍ୟରୁ ଗୋଟିଏ ହଜି ଯାଉଛି।”
4 ତା’ ପରଦିନ ଠିକ୍ ସକାଳେ ଇସ୍ରାଏଲର ଲୋକମାନେ ଏକ ଯଜ୍ଞବେଦି ସ୍ଥାପନ କଲେ। ସେମାନେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। 5 ଏହା ପରେ ସେମାନେ ପଗ୍ଭରିଲେ, “ଯେଉଁ ପରିବାରବର୍ଗଟି ଯାହା ସଦାପ୍ରଭୁଙ୍କ ଆଡ଼େ ଫେରିଲା ନାହିଁ?” ସେମାନେ ଏହି ପ୍ରଶ୍ନ ପଗ୍ଭରିଲେ କାରଣ ସେମାନେ ଏକ ଗମ୍ଭୀର ଶପଥ କରିଥିଲେ। ସେମାନେ ସେହି ଲୋକମାନଙ୍କୁ ହତ୍ୟା କରିବାକୁ ପ୍ରତିଜ୍ଞା କରିଥିଲେ, ଯେଉଁମାନେ ଦର୍ଶନ କରିବାକୁ ସଦାପ୍ରଭୁଙ୍କୁ ମିସ୍ପୀକୁ ଆସିଲେ ନାହିଁ।
6 ଇସ୍ରାଏଲର ଲୋକମାନେ ବିନ୍ୟାମୀନର ସମ୍ପର୍କୀୟମାନଙ୍କ ପାଇଁ ଦୁଃଖ କଲେ, ବିନ୍ୟାମୀନର ଲୋକମାନେ କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ପରିବାରବର୍ଗ ଉଚ୍ଛିନ୍ନ ହେଲା। 7 ଆମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଜ୍ଞା କରିଅଛୁ ଯେ ବିନ୍ୟାମୀନ ପରିବାରବର୍ଗର କୌଣସି ଲୋକଙ୍କୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବୁ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖୋଜିବା ବିଷୟରେ ଆମ୍ଭେମାନେ କ’ଣ କରିବା?”
8 ଇସ୍ରାଏଲର ପରିବାରବର୍ଗ ମଧ୍ୟରୁ ଏପରି କେଉଁ ପରିବାରବର୍ଗ, “ମିସ୍ପୀରେ ସଦାପ୍ରଭୁଙ୍କ ନିକଟକୁ ଆସିଲା ନାହିଁ।” ଏବଂ ବାସ୍ତବରେ ସେମାନେ ଅନ୍ୟ ଇସ୍ରାଏଲମାନଙ୍କ ସହିତ ଯାବେଶ୍ ଗିଲିୟଦରୁ କେହି ମିଶିବାକୁ ଆସି ନ ଥିଲେ। 9 ଇସ୍ରାଏଲର ଲୋକମାନେ ଗଣନା କରି ଦେଖିଲେ କେଉଁମାନେ ଆସିଛନ୍ତି ଓ କେଉଁମାନେ ଆସି ନାହାନ୍ତି। ସେମାନେ ଦେଖିଲେ ଯେ ଯାବେଶ୍ ଗିଲିୟଦରୁ କେହି ଆସି ନାହାନ୍ତି। 10 ତେଣୁ ଇସ୍ରାଏଲର ଲୋକମାନେ 12,000 ସାହସୀ ସୈନ୍ୟମାନଙ୍କୁ ଯାବେଶ୍ ଗିଲିୟଦକୁ ପଠାଇଲେ। ସେମାନେ ସେହି ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦକୁ ଯାଅ ସେଠାକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ୟା କର। 11 ତୁମ୍ଭେ ନିଶ୍ଚିତ ଏହିପରି କରିବ! ତୁମ୍ଭେମାନେ ନିଶ୍ଚିତ ଯାବେଶ୍ ଗିଲିୟଦର ସମସ୍ତ ପୁରୁଷମାନଙ୍କୁ ହତ୍ୟା କରିବ ଏବଂ ପୁରୁଷ ସହିତ ସହବାସ କରିଥିବା ପ୍ରତ୍ୟେକ ସ୍ତ୍ରୀକୁ ହତ୍ୟା କରିବ। ଯେଉଁ ସ୍ତ୍ରୀଲୋକମାନଙ୍କର କୌଣସି ଯୌନ ସମ୍ପର୍କ ନ ଥିବ ସେମାନଙ୍କୁ ହତ୍ୟାକର ନାହିଁ।” ତେଣୁ ସେହି ସୈନ୍ୟମାନେ ଠିକ୍ ସେହିପରି କଲେ। 12 ସେହି 12,000 ସୈନ୍ୟମାନେ ଏପରି 400 ଯୁବତୀଙ୍କୁ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସମ୍ପର୍କ ନ ଥିଲା। ସେହି ସୈନ୍ୟମାନେ ଯାବେଶ୍ ଗିଲିୟଦରୁ ସେହି ସ୍ତ୍ରୀଲୋକମାନଙ୍କୁ ଶୀଲୋ ନିକଟର ଛାଉଣିକୁ ନେଇ ଆସିଲେ। ଯାହାକି କିଣାନ ଦେଶରେ ଥିଲା।
13 ଏହିପରି ଇସ୍ରାଏଲର ଲୋକମାନେ ବିନ୍ୟାମୀନୀୟମାନଙ୍କ ପାଖକୁ ଏକ ବାର୍ତ୍ତା ପଠାଇଲେ। ରିମ୍ମୋନ୍ ଶୈଳଠାରେ ରହୁଥିବା ବିନ୍ୟାମୀନ ଲୋକମାନଙ୍କ ସହିତ ଶାନ୍ତି ଚୁକ୍ତି ପ୍ରଦାନ କଲେ। 14 ସେହି ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ। ଇସ୍ରାଏଲର ଲୋକମାନେ ଯେଉଁମାନଙ୍କୁ ସେମାନେ ଜୀବିତ ରଖିଥିଲେ, ସେମାନଙ୍କୁ ଯାବେଶ୍ ଗିଲିୟଦର ସ୍ତ୍ରୀଲୋକମାନଙ୍କୁ ବିବାହ କରିବା ପାଇଁ ଅନୁମତି ଦେଲେ। କିନ୍ତୁ ବିନ୍ୟାମୀନର ସମସ୍ତ ଲୋକମାନଙ୍କ ପାଇଁ ଯଥେଷ୍ଟ ସ୍ତ୍ରୀଲୋକ ନ ଥିଲେ।
15 ଲୋକମାନେ ବିନ୍ୟାମୀନର ପରିବାରବର୍ଗର ଲୋକମାନଙ୍କ ପାଇଁ ଦୁଃଖ ଅନୁଭବ କଲେ, କାରଣ ସଦାପ୍ରଭୁ ଇସ୍ରାଏଲରେ ଅନ୍ୟ ପରିବାରବର୍ଗଠାରୁ ସେମାନଙ୍କୁ ଅଲଗା କଲେ। 16 ଇସ୍ରାଏଲର ଅଧିପତିମାନେ କହିଲେ, “ବିନ୍ୟାମୀନ ପରିବାରବର୍ଗ ମଧ୍ୟରୁ ସ୍ତ୍ରୀମାନେ ମରା ଯାଇଛନ୍ତି। ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କ’ଣ କରିବା? 17 ବିନ୍ୟାମୀନ ପରିବାରବର୍ଗର ଅବଶିଷ୍ଟ ଲୋକମାନେ ସେମାନଙ୍କର ବଂଶ ରକ୍ଷା କରିବା ଉଚିତ୍। ତା’ ନ ହେଲେ ଇସ୍ରାଏଲରୁ ପରିବାରବର୍ଗ ଲୋପ ପାଇଯିବେ। 18 କିନ୍ତୁ ଆମ୍ଭେ ଆମ୍ଭର ଝିଅମାନଙ୍କୁ ସେମାନଙ୍କୁ ବିବାହ ଦେବା ନାହିଁ। ଆମ୍ଭେମାନେ ଏହିପରି ପ୍ରତିଜ୍ଞା କରିଅଛୁ, ‘ଯେକେହି ବିନ୍ୟାମୀନକୁ କନ୍ୟା ଦେବ ସେ ଶାପଗ୍ରସ୍ତ ହେବ ବୋଲି ଆମ୍ଭେ ସଦାପ୍ରଭୁଙ୍କଠାରେ ଶପଥ ନେଇଛୁ।’ 19 ସେମାନେ କହିଲେ, ଶୀଲୋରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସେଠାରେ ହୁଏ।” ଶୀଲୋ ବୈଥେଲ୍ର ଉତ୍ତରରେ ଥିଲା, ବୈଥେଲଠାରୁ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକୁ ଥିଲା।
20 ତେଣୁ ଇସ୍ରାଏଲର ନେତୃବର୍ଗ ବିନ୍ୟାମୀନଙ୍କୁ ସେମାନଙ୍କର ଯୋଜନା ବିଷୟରେ କହିଲେ। ସେମାନେ କହିଲେ, “ଦ୍ରାକ୍ଷାକ୍ଷେତ୍ରକୁ ଯାଅ ଓ ଲୁଚି ରୁହ। 21 ଆଉ ଯେତେବେଳେ ଶୀଲୋର କନ୍ୟାମାନେ ଭୋଜି ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିବେ ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକ ନିଜ ନିଜ ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ପ୍ରତ୍ୟେକ ଜଣଙ୍କୁ ଧରି ବିନ୍ୟାମୀନ ଦେଶକୁ ଗ୍ଭଲିଯାଅ। 22 ଯେତେବେଳେ ସେମାନଙ୍କ ପିତା ବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ଆପତ୍ତି କରିବାକୁ ଆସିବେ। ଆମ୍ଭେମାନେ କହିବୁ, ‘ଦୟାକରି ବିନ୍ୟାମୀନୀୟମାନଙ୍କୁ ଅନୁଗ୍ରହ କର। ଯଦିଓ ସେମାନେ ତୁମ୍ଭମାନଙ୍କର ସ୍ତ୍ରୀଲୋକମାନଙ୍କୁ ନେଇଯାଇଛନ୍ତି। ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ନାହିଁ। ତୁମ୍ଭେ ନିରୀହ ଅଟ, ଏପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ତୁମ୍ଭର କନ୍ୟାଗଣଙ୍କୁ ବିବାହ ଦେଲ, ଏଥିପାଇଁ ତୁମ୍ଭେମାନେ ତୁମ୍ଭର ସଦାପ୍ରଭୁଙ୍କ ପ୍ରତି ଶପଥ ଭାଙ୍ଗିଲ ନାହିଁ।’”
23 ଏଣୁ ଏହା ଅନୁସାରେ ବିନ୍ୟାମୀନୀୟ ପରିବାରବର୍ଗର ଲୋକମାନେ କଲେ। ଯେତେବେଳେ ଯୁବତୀମାନେ ନାଚୁଥିଲେ, ପ୍ରତ୍ୟେକ ଲୋକମାନେ ଜଣେ ଜଣେ ଯୁବତୀମାନଙ୍କୁ ଧରିଲେ, ସେମାନଙ୍କୁ ନେଇଗଲେ ଏବଂ ବିବାହ କଲେ। ତା’ପରେ ସେମାନେ ସେମାନଙ୍କର ଦେଶକୁ ଫେରି ଆସିଲେ। ବିନ୍ୟାମୀନୀୟ ଲୋକମାନେ ପୁନ୍ନରାୟ ସେମାନଙ୍କର ନଗର ନିର୍ମାଣ କଲେ ଓ ସେଠାରେ ବାସ କରିବାକୁ ଆରମ୍ଭ କଲେ। 24 ଏହା ପରେ ଇସ୍ରାଏଲର ଲୋକମାନେ ସେମାନଙ୍କର ନିଜ ପରିବାରବର୍ଗକୁ ଏବଂ ସେମାନଙ୍କର ପରିବାରକୁ ଏବଂ ନିଜ ଦେଶରେ ଥିବା ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
25 ସେ ସମୟରେ ଇସ୍ରାଏଲ ଲୋକମାନଙ୍କର କେହି ରାଜା ନ ଥିଲେ। ତେଣୁ ପ୍ରତ୍ୟେକ ବ୍ୟକ୍ତି ଯାହା ସେମାନଙ୍କ ପାଇଁ ଠିକ୍ ମଣୁଥିଲେ ତାହା କରୁଥିଲେ।
ପାଉଲଙ୍କର କାଇସରୀଆ ଦେଖିବା ଇଚ୍ଛା
25 ତା’ପରେ ଫେଷ୍ଟ ରାଜ୍ୟପାଳ ହେଲେ। ସେ ସେହି ପ୍ରଦେଶରେ ତିନି ଦିନ ରହିଲେ ଓ ତା’ପରେ କାଇସରୀଆରୁ ଯିରୁଶାଲମ ଗ୍ଭଲିଗଲେ। 2 ସେଠାରେ ମୁଖ୍ୟ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ଆଗତ କଲେ। 3 ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ। 4 କିନ୍ତୁ ଫେଷ୍ଟ କହିଲେ, “ପାଉଲ କାଇସରୀଆରେ ରହିବେ ଓ ମୁଁ ଶୀଘ୍ର ଯାଇ ପହଞ୍ଚିବି। 5 ତୁମ୍ଭମାନଙ୍କ ମଧ୍ୟରୁ କେତେକ ନେତା ମଧ୍ୟ ମୋ’ ସହିତ ଗ୍ଭଲନ୍ତୁ। ଯଦି ପାଉଲ କିଛି ଭୁଲ୍ କରିଛନ୍ତି, ତେବେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣନ୍ତୁ।”
6 ତା’ପରେ ଫେଷ୍ଟ ସେମାନଙ୍କ ସହିତ ଆଠ ଦଶ ଦିନ ରହି କାଇସରୀଆକୁ ଗ୍ଭଲିଗଲେ। ତହିଁ ଆରଦିନ ସେ ବିଗ୍ଭର ଆସନରେ ବସିଲେ, ଓ ପାଉଲଙ୍କୁ ଡକାଇ ପଠାଇଲେ। 7 ପାଉଲ କୋଠରୀକୁ ଆସିବା ପରେ ଯିରୁଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସେମାନେ ତାହାଙ୍କ ଗ୍ଭରିପାଖେ ଠିଆ ହୋଇଗଲେ। ସେମାନେ ତାହାଙ୍କ ବିରୁଦ୍ଧରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରି ପାରିଲେ ନାହିଁ। 8 ପାଉଲ ଆତ୍ମରକ୍ଷାର ସୁଯୋଗ ପାଇ ଉତ୍ତର ଦେଲେ, “ମୁଁ ଯିହୂଦୀୟ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ କୌଣସି ଦୋଷ କରି ନାହିଁ।”
9 କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?”
10 ପାଉଲ କହିଲେ, “ମୁଁ ବର୍ତ୍ତମାନ କାଇସରଙ୍କ ବିଗ୍ଭର ଆସନ ସମ୍ମୁଖରେ ଠିଆ ହୋଇଛି। ଏଠାରେ ହିଁ ମୋର ବିଗ୍ଭର ହେବ। ମୁଁ ଯିହୂଦୀୟମାନଙ୍କ ପ୍ରତି କୌଣସି ଭୁଲ୍ କରି ନାହିଁ, ଏହା ଆପଣ ଜାଣନ୍ତି। 11 ମୁଁ ଯଦି କୌଣସି ଦୋଷ କରିଥାଏ, ଓ ମୃତ୍ୟୁ ଯୋଗ୍ୟ କୌଣସି କାର୍ଯ୍ୟ କରିଥାଏ, ତେବେ ମୁଁ ମୃତ୍ୟୁ ବରଣ କରିବା ପାଇଁ ପ୍ରସ୍ତୁତ ଅଛି। କିନ୍ତୁ ଯଦି ଏ ଅଭିଯୋଗକାରୀ ମାନଙ୍କର କଥାରେ ସତ୍ୟତା ନାହିଁ ତେବେ ମୋତେ କେହି ସେମାନଙ୍କ ହାତରେ ସମର୍ପଣ କରି ପାରିବେ ନାହିଁ। ତେଣୁ ମୁଁ କାଇସରଙ୍କ ନିକଟରେ ବିଗ୍ଭର ପାଇଁ ଆବେଦନ କରୁଛି।”
12 ଫେଷ୍ଟ ତାହାଙ୍କ ପରାମର୍ଶ ଦାତାମାନଙ୍କ ସହିତ ଏ ବିଷୟରେ କଥା ହେଲେ। ସେ କହିଲେ, “ତୁମ୍ଭେ କାଇସରଙ୍କ ନିକଟରେ ଆବେଦନ କରିଛ। ତେଣୁ ତୁମ୍ଭେ ତାହାଙ୍କ ନିକଟକୁ ଯିବ।”
ପାଉଲ ହେରୋଦ ଆଗ୍ରିପ୍ପାଙ୍କ ସାମନାରେ ଉପସ୍ଥିତ ହେଲେ
13 କିଛି ଦିନ ପରେ ଆଗ୍ରିପ୍ପା ରାଜା ଓ ରାଣୀ ବର୍ଣ୍ଣୀକୀ ଫେଷ୍ଟଙ୍କ ସାଙ୍ଗରେ ଦେଖା କରିବାକୁ କାଇସରୀଆ ନଗରକୁ ଗଲେ। 14 ସେମାନେ ସେହି ସ୍ଥାନରେ ବହୁତ ଦିନ ରହିଲେ। ଫେଷ୍ଟ ରାଜାଙ୍କ ଆଗରେ ପାଉଲଙ୍କ ଅଭିଯୋଗ ବିଷୟରେ କହିଲେ। ସେ ତାହାଙ୍କୁ କହିଲେ, “ଏଠାରେ ଜଣେ ଲୋକ ଅଛି। ଫେଲୀକ୍ସ୍ ତାକୁ ବନ୍ଦୀ ରୂପେ ରଖି ଯାଇଛନ୍ତି। 15 ମୁଁ ଯିରୁଶାଲମରେ ରହିବା ସମୟରେ ମୁଖ୍ୟ ଯାଜକମାନେ ଓ ଯିହୂଦୀମାନଙ୍କ ପ୍ରାଚୀନମାନେ ମୋ’ ନିକଟରେ ତା’ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସେମାନେ ତା’ର ମୃତ୍ୟୁଦଣ୍ଡ ଗ୍ଭହୁଁଥିଲେ। 16 ମୁଁ ସେମାନଙ୍କୁ ଉତ୍ତର ଦେଲି, ‘ଯେତେବେଳେ କୌଣସି ବ୍ୟକ୍ତି କୌଣସି ଦୋଷ ପାଇଁ ଅଭିଯୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହେବା ପର୍ଯ୍ୟନ୍ତ ଓ ନିଜ ବିରୁଦ୍ଧରେ ଆଗତ ଅଭିଯୋଗର ଉତ୍ତର ନ ଦେବା ପର୍ଯ୍ୟନ୍ତ ରୋମୀୟମାନେ ସେହି ଲୋକକୁ ଅନ୍ୟ କାହାକୁ ବିଗ୍ଭର ପାଇଁ ଦିଅନ୍ତି ନାହିଁ।’
17 “ତେଣୁ ଏହି ଯିହୂଦୀୟମାନେ ବିଗ୍ଭର ପାଇଁ କାଇସରୀଆକୁ ଆଣିବାର ମୁଁ ସମୟ ନଷ୍ଟ ନ କରି ତହିଁ ଆରଦିନ ବିଗ୍ଭର ସ୍ଥାନରେ ବସିଲି ଓ ସେହି ଲୋକକୁ ବିଗ୍ଭରାଳୟକୁ ଆଣିବା ପାଇଁ ଆଦେଶ ଦେଲି। 18 ଯିହୂଦୀମାନେ ଠିଆ ହୋଇ ତାହାଙ୍କୁ ଦୋଷୀ କଲେ। କିନ୍ତୁ କୌଣସି ଖରାପ ଅପରାଧ ପାଇଁ ସେମାନେ ତାକୁ ଅଭିଯୁକ୍ତ କରି ପାରିଲେ ନାହିଁ। 19 ତା’ ପରିବର୍ତ୍ତେ ସେମାନେ କେବଳ ନିଜ ଧର୍ମ ଓ ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି ବିଷୟରେ ଯୁକ୍ତିତର୍କ କଲେ। କିନ୍ତୁ ପାଉଲ ଯୀଶୁଙ୍କୁ ଜୀବିତ ବୋଲି ଦାବୀ କଲେ। 20 ମୁଁ ଏ ସବୁ ବିଷୟରେ ବେଶି ଜାଣି ନ ଥିଲି। ତେଣୁ ମୁଁ କିଛି ପ୍ରଶ୍ନ ପଗ୍ଭରିଲି ନାହିଁ। ମୁଁ ପାଉଲଙ୍କୁ ପଗ୍ଭରିଲି, ‘ଏହି ଅଭିଯୋଗଗୁଡ଼ିକର ବିଗ୍ଭର ପାଇଁ ତୁମ୍ଭେ ଯିରୁଶାଲମ ଯିବାକୁ ଗ୍ଭହୁଁଛ କି?’ 21 କିନ୍ତୁ ପାଉଲ ବନ୍ଦୀଗୃହରେ ରହିବା ପାଇଁ ଓ ସମ୍ରାଟଙ୍କ ଦ୍ୱାରା ବିଗ୍ଭର ହେବା ପାଇଁ ଅନୁରୋଧ କଲେ। ତେଣୁ ମୁଁ ତାହାକୁ ସମ୍ରାଟଙ୍କ ପାଖକୁ ପଠାଇବାର ବ୍ୟବସ୍ଥା କରିବା ପର୍ଯ୍ୟନ୍ତ ବନ୍ଦୀଗୃହରେ ରହିବା ପାଇଁ ଆଦେଶ ଦେଲି।”
22 ତା’ପରେ ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, “ମୁଁ ସେହି ଲୋକଠାରୁ ନିଜେ ଶୁଣିବାକୁ ଗ୍ଭହେଁ।”
ଫେଷ୍ଟ କହିଲେ, “ଆପଣ ଆସନ୍ତା କାଲି ତା’ଠାରୁ ଶୁଣିବେ।”
23 ତହିଁ ଆରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହାଆଡ଼ମ୍ବରେ ଉଚ୍ଚପଦସ୍ଥ ସାମରିକ କର୍ମଗ୍ଭରି ତଥା ନଗରର ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଗ୍ଭରାଳୟରେ ପ୍ରବେଶ କଲେ। ଫେଷ୍ଟଙ୍କ ଆଦେଶ ଅନୁଯାୟୀ ପାଉଲଙ୍କୁ ସେଠାକୁ ଅଣାଗଲା।
24 ତା’ପରେ ଫେଷ୍ଟ କହିଲେ, “ହେ ରାଜା ଆଗ୍ରିପ୍ପା ଓ ଉପସ୍ଥିତ ଭଦ୍ର ବ୍ୟକ୍ତି ବୃନ୍ଦ, ଏ ହେଉଛନ୍ତି ସେହି ଲୋକ, ଯାହାଙ୍କ ବିଷୟରେ ଉଭୟ ଯିରୁଶାଲମ ଓ ଏଠାରେ ଥିବା ସମସ୍ତ ଯିହୂଦୀୟ ଲୋକମାନେ ମୋ’ ନିକଟରେ ଚିତ୍କାର କରି ଆବେଦନ କରିଛନ୍ତି ଯେ, ତାହାକୁ ଆଉ ବଞ୍ଚିରହିବାକୁ ଦିଆ ନ ଯାଉ। 25 କିନ୍ତୁ ମୁଁ ଯେତେବେଳେ ତାହାଙ୍କର ବିଗ୍ଭର କଲି ସେତେବେଳେ ତାହାଙ୍କର କିଛି ଭୁଲ୍ ଦେଖିଲି ନାହିଁ। ତାହାଙ୍କୁ ମୃତ୍ୟୁଦଣ୍ଡ ଦେଲା ଭଳି କୌଣସି କାରଣ ଦେଖିଲି ନାହିଁ। ସେ ସମ୍ରାଟଙ୍କ ନିକଟରେ ବିଗ୍ଭରିତ ହେବା ପାଇଁ ଆବେଦନ କରିଥିବାରୁ ମୁଁ ତାହାକୁ ରୋମ୍ ପାଠାଇବା ପାଇଁ ସ୍ଥିର କଲି। 26 କିନ୍ତୁ ମୁଁ ପ୍ରକୃତରେ ଜାଣି ପାରୁ ନାହିଁ, ସମ୍ରାଟଙ୍କୁ ତା’ ବିଷୟରେ କ’ଣ ଲେଖିବି? ତେଣୁ ମୁଁ ତାକୁ ଆପଣମାନଙ୍କ ପାଖକୁ ଓ ହେ ରାଜା ଆଗ୍ରିପ୍ପା ବିଶେଷକରି ଆପଣଙ୍କ ପାଖକୁ ଆଣିଛି। ମୋର ଆଶା, ଆପଣ ତାକୁ ପ୍ରଶ୍ନ ପଗ୍ଭରି ପାରିବେ, ଓ କାଇସରଙ୍କୁ ଲେଖିବା ପାଇଁ ମୋତେ କିଛି କହିବେ। 27 ତେଣୁ ମୁଁ ଭାବୁଛି, ଜଣେ ବନ୍ଦୀ ବିରୁଦ୍ଧରେ କୌଣସି ଅଭିଯୋଗ ନ ଲେଖି ସମ୍ରାଟଙ୍କ ପାଖକୁ ପଠାଇବା ମୋର ମୂର୍ଖାମୀ ହେବ।”
ରେଖବୀୟ ବଂଶର ଉତ୍ତମ ଦୃଷ୍ଟାନ୍ତ
35 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱ କାଳରେ ସଦାପ୍ରଭୁଙ୍କ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 2 “ହେ ଯିରିମିୟ, ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କୁ ନିମନ୍ତ୍ରଣ କରି ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣ ଓ ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”
3 ତହୁଁ ମୁଁ ହବତ୍ସିନିୟର ପୌତ୍ର, ଯିରିମିୟର ପୁତ୍ର ଯାଶନିୟକୁ, ତାହାର ଭ୍ରାତୃଗଣଙ୍କୁ ଓ ତାହାର ସମସ୍ତ ପୁତ୍ରଙ୍କୁ ଆଉ ସମସ୍ତ ରେଖବୀୟ ବଂଶକୁ ଏକତ୍ରିତ କରି ସଙ୍ଗରେ ନେଲି। 4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହକୁ ନେଇଗଲି। ମୁଁ ପରମେଶ୍ୱରଙ୍କ ଲୋକ ଯିଗ୍ଦଲିୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା। 5 ପୁଣି ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସ ପୂର୍ଣ୍ଣ କେତେକ ଭାଣ୍ଡ ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”
6 ମାତ୍ର ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ। କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ। 7 ଆଉ ମଧ୍ୟ ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ, କିଅବା ବୀଜ ବୁଣିବ ନାହିଁ କିଅବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ ଅବା ତହିଁର ଅଧିକାରୀ ହେବ ନାହିଁ। ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’ 8 ତେଣୁ ଆମ୍ଭେମାନେ ରେଖବୀୟ ବଂଶ ଆମ୍ଭ ପୂର୍ବପୁରୁଷ ଯିହୋନାଦବ୍ ଆମ୍ଭମାନଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଓ ଗୃହ ନିର୍ମାଣ ନ କରିବାକୁ ଯେଉଁ ଆଜ୍ଞା ଦେଇଛନ୍ତି ତାହା ପାଳନ କରି ଆସିଅଛୁ। ଆଉ ଆମ୍ଭେମାନେ, ଆମ୍ଭମାନଙ୍କର ସ୍ତ୍ରୀମାନେ ଓ ଆମ୍ଭମାନଙ୍କର ପୁତ୍ରକନ୍ୟାମାନେ କେବେ ଦ୍ରାକ୍ଷାରସ ପାନ କରୁ ନାହୁଁ। 9 ଆଉ ଆମ୍ଭେମାନେ ବାସ କରିବା ନିମନ୍ତେ ଗୃହ ନିର୍ମାଣ କରୁ ନାହୁଁ। ଦ୍ରାକ୍ଷାକ୍ଷେତ୍ର କରୁ ନାହୁଁ କି ଶସ୍ୟ ରୋପଣ କରୁ ନାହୁଁ। 10 ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ଅନୁସାରେ କାର୍ଯ୍ୟ କରି ତମ୍ବୁରେ ବାସ କରୁଅଛୁ। 11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଯିହୁଦା ଆକ୍ରମଣ କଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ଯୋଗୁଁ ଆମ୍ଭେମାନେ ଯିରୁଶାଲମ ଯିବା,’ ଏଣୁ ଆମ୍ଭେମାନେ ଯିରୁଶାଲମରେ ବାସ କରୁଅଛୁ।”
12 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କରି ଆମ୍ଭର ଶିକ୍ଷା ଗ୍ରହଣ କର।” 14 “ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ। 15 ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ। 16 ରେଖବର ପୁତ୍ର ଯିହୋନାଦବ୍ର ବଂଶଧରଗଣ ସେମାନଙ୍କ ପ୍ରତି ଆବିଷ୍ଟ ହୋଇଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥାରେ ଅବଧାନ କରି ନାହାନ୍ତି।’
17 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
18 ତେଣୁ ଯିରିମିୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ନିଜ ପୂର୍ବପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ, ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ।’ 19 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ହକନ୍ତି, ‘ଆମ୍ଭର ସେବା ନିମନ୍ତେ ରେଖବର ପୁତ୍ର ଯିହୋନାଦବ୍ ବଂଶୀୟ ଲୋକ ଆମ୍ଭ ସମ୍ମୁଖରେ ସର୍ବଦା ଠିଆ ହେବ।’”
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।
7 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
2 ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
ମୋତେ ସେମାନେ ବୋହି ନେଇଯିବେ।
ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।
3 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
4 ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
5 ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
ମୋର ଜୀବନକୁ ଭୂମିରେ ଦଳି ପକାଉ।
ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।
6 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
7 ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
8 ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର।
ମୋର ମଧ୍ୟ ବିଗ୍ଭର କର।
ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
ପ୍ରମାଣ କର ଯେ ମୁଁ ନିରପରାଧ।
9 ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ
ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।
10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13 ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।
14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।
17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
2010 by World Bible Translation Center