Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଋତର ବିବରଣ ପୁସ୍ତକ 2

ଋତ ବୋୟାଜଙ୍କୁ ସାକ୍ଷାତ କଲେ

ବୈଥିଲେହମରେ ଜଣେ ଧନୀ ବ୍ୟକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋୟାଜ। ବୋୟାଜ ଥିଲେ ଏଲିମେଲକର ପରିବାରରୁ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧୁ।

ଦିନେ ଋତ (ମୋୟାବ ଦେଶୀୟ) ନୟମୀକୁ କହିଲେ, “ମୁଁ କ୍ଷେତକୁ ଯିବା ପାଇଁ ଗ୍ଭହେଁ। କେହି ମୋତେ ଅନୁଗ୍ରହ ଦେଖାଇ ପାରନ୍ତି। ଯଦି ଯେକେହି ତା’ ପଛରେ କିଛି ଶସ୍ୟ ଛାଡ଼ି ଯାଏ ମୁଁ ତାକୁ ସାଉଁଟି ଆଣିବି।”

ନୟମୀ କହିଲେ, “ଯାଅ ମୋର କନ୍ୟା।”

ତେଣୁ ଋତ କ୍ଷେତକୁ ଗଲା। ସେ ଶ୍ରମିକମାନଙ୍କୁ ଅନୁସରଣ କରି ସମସ୍ତ ଶସ୍ୟ ସାଉଁଟିବାକୁ ଲାଗିଲା। ଯେଉଁସବୁକୁ ଶ୍ରମିକମାନେ ଛାଡ଼ି ଯାଇଥିଲେ, ସେହି ଶସ୍ୟଗୁଡ଼ିକ ସେ ସଂଗ୍ରହ କରୁଥିଲେ। ଏହି ଘଟଣା ବୋୟାଜର କ୍ଷେତରେ ଘଟିଥିଲା ଯିଏ କି ଏଲିମେଲକର ପରିବାରର ଥିଲା।

ଏହା ପରେ ବୋୟାଜ ବୈ‌ଥ୍‌ଲେହମରୁ ନିଜର କ୍ଷେତକୁ ଆସିଲା। ଏବଂ ଶ୍ରମିକମାନଙ୍କୁ ଅଭ୍ୟର୍ଥନା କଲା, “ସଦାପ୍ରଭୁ ତୁମ୍ଭମାନଙ୍କର ସହିତ ଥାଆନ୍ତୁ।”

ସେମାନେ ଉତ୍ତର ଦେଲେ, “ସଦାପ୍ରଭୁ ଆପଣଙ୍କୁ ମଧ୍ୟ ଆଶୀର୍ବାଦ କରନ୍ତୁ।”

ଏହା ପରେ ବୋୟାଜ ତା’ର ଦାସକୁ ପଗ୍ଭରିଲା, ଯିଏ କି ଶ୍ରମିକମାନଙ୍କର ଖବର ବୁଝୁଥିଲା, “ସେ କାହାର ଝିଅ?”

ତାଙ୍କର ଦାସ ଉତ୍ତର ଦେଲା, “ସେ ହେଉଛନ୍ତି ମୋୟାବ ଦେଶୀୟା ଯୁବତୀ ଯିଏ କି ନୟମୀ ସାଙ୍ଗରେ ଆସିଅଛି, ସେହି ପାର୍ବତ୍ୟମୟ ଦେଶ ମୋୟାବରୁ। ସେ ପ୍ରତ୍ୟୁଷ୍ୟରେ ଆସି ଶ୍ରମିକମାନେ ପଛରେ ଛାଡ଼ି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନୁମତି ନେଲା। ଏ ପର୍ଯ୍ୟନ୍ତ ସେ ଲଗାତର ଭାବରେ କାର୍ଯ୍ୟ କରୁଅଛି, କେବଳ ଅଳ୍ପ ସମୟ ସେ ଗୃହରେ ବିଶ୍ରାମ ନେଉଥିଲା।” [a]

ଏହା ପରେ ବୋୟାଜ ଋତକୁ କହିଲେ, “ଆଗୋ ମୋର କନ୍ୟା, ମୋର କଥା ଶୁଣ। ମୋ’ କ୍ଷେତରୁ ତୁମ୍ଭେ ନିଜ ପାଇଁ ଶସ୍ୟ ସଂଗ୍ରହ କର। ତୁମ୍ଭର ଅନ୍ୟ କାହାର କ୍ଷେତକୁ ଯିବା ଦରକାର ନାହିଁ। ମାତ୍ର ମୋର ଦାସୀଗଣଙ୍କ ପଛରେ ଯାଅ। ଦେଖ ସେମାନେ କେଉଁ କ୍ଷେତକୁ ଯାଉଛନ୍ତି, ସେମାନଙ୍କୁ ଅନୁସରଣ କର। ମୁଁ ସେ ଯୁବକମାନଙ୍କୁ ସତର୍କ କରାଇ ଦେଉଛି ସେମାନେ ତୁମ୍ଭକୁ ହଇରାଣ କରିବେ ନାହିଁ। ତୁମ୍ଭେ ଯେବେ ତୃଷାର୍ତ୍ତ ଅନୁଭବ କରିବ, ତେବେ ତୁମ୍ଭେ ଯାଇ ମୋର ଲୋକମାନେ ପିଉଥିବା ପାଣିପାତ୍ରରୁ ପାଣି ପିଇପାରିବ।”

10 ଏହା ପରେ ଋତ ତାଙ୍କୁ ପ୍ରଣାମ କଲା। ସେ ବୋୟାଜଙ୍କୁ ପଗ୍ଭରିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି, ତୁମ୍ଭେ ତ ମୋତେ ଆଗରୁ କେବେବି ଦେଖି ନାହଁ। ମୁଁ ବିଦେଶୀନୀ ହେଲେବି ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇ ଅଛ।”

11 ବୋୟାଜ ତାଙ୍କୁ କହିଲେ, “ତୁମ୍ଭେ କିପରି ତୁମ୍ଭ ଶାଶୁ ନୟମୀକୁ ସାହାଯ୍ୟ କଲ, ମୋତେ ସେ ବିଷୟରେ କୁହାଗଲା। ମୁଁ ଜାଣେ ତୁମ୍ଭର ସ୍ୱାମୀର ମୃତ୍ୟୁ ପରେ ତୁମ୍ଭେ କିପରି ତାକୁ ସାହାଯ୍ୟ କଲ। ଏବଂ ମୁଁ ଏହା ମଧ୍ୟ ଜାଣେ ଯେ ତୁମ୍ଭେ ତୁମ୍ଭର ନିଜର ଦେଶ, ପିତାମାତାଙ୍କୁ ଛାଡ଼ି ପୁଣି ଯେଉଁମାନଙ୍କୁ ତୁମ୍ଭେ ପୂର୍ବରୁ ଜାଣି ନ ଥିଲ, ସେହିମାନଙ୍କ ସହିତ ରହିବା ପାଇଁ ଆସିଅଛ। 12 ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପୁରସ୍କାର ଦେବେ। ତୁମ୍ଭକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ କରନ୍ତୁ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକୁ ଫେରି ଆସିଲ ଏବଂ ସେ ତୁମ୍ଭଙ୍କୁ ରକ୍ଷା କରିବେ।”

13 ଏହା ପରେ ଋତ ତାଙ୍କୁ କହିଲେ, “ତୁମ୍ଭେ ମୋ’ ଉପରେ ବହୁତ ଦୟା ଦେଖାଇ ଅଛ। ମହାଶୟ, ମୁଁ ଆପଣଙ୍କର ଦାସୀ। ଏପରିକି ମୁଁ ଆପଣଙ୍କର ଏକ ଦାସୀ ସହିତ ସମାନ ନୁହେଁ, ତଥାପି ଆପଣ ମୋ’ ପ୍ରତି ବହୁତ ଦୟା ଓ କରୁଣା ଦେଖାଇଛନ୍ତି ଏବଂ ଆପଣ ଦୟାର କଥା ମୋତେ କହିଛନ୍ତି।”

14 ମଧ୍ୟାହ୍ନ ଭୋଜନ ସମୟରେ, ବୋୟାଜ ଋତଙ୍କୁ କହିଲେ, “ଏଠାକୁ ଆସ! ଆମ୍ଭର ରୋଟୀରୁ କିଛି ଖାଅ। ଆଉ ତୁମ୍ଭେ ରୋଟୀରୁ କିଛି ଖଣ୍ତ ନେଇ ତାହାକୁ ଅମ୍ଳରସରେ ବୁଡ଼ାଅ।”

ତେଣୁ ଋତ ବୋୟାଜଙ୍କର ଶ୍ରମିକମାନଙ୍କ ସହିତ ବସିଲେ। ବୋୟାଜ ତାଙ୍କୁ କିଛି ଭଜା ଶସ୍ୟ ଆଣି ଖାଇବାକୁ ଦେଲେ। ତହିଁରେ ସେ ତୃପ୍ତ ହେବା ପର୍ଯ୍ୟନ୍ତ ଭୋଜନ କଲା ଓ କିଛି ବଳକା ରଖିଲା। 15 ଏହା ପରେ ଋତ ଉଠି କାର୍ଯ୍ୟକୁ ଗଲା।

ଏହା ପରେ ବୋୟାଜ ତାଙ୍କର ଦାସମାନଙ୍କୁ କହିଲେ, “ବିଡ଼ା ମଧ୍ୟରୁ ମଧ୍ୟ ତାକୁ ଶସ୍ୟ ସାଉଁଟିବାକୁ ଦିଅ। ତାକୁ କେବେ ଲଜ୍ଜା ଦିଅ ନାହିଁ। 16 ତା’ର କାମକୁ ସରଳ କରିବା ପାଇଁ କିଛି ଶସ୍ୟ ପକାଇ ଯାଅ ଏବଂ ତାକୁ ଗୋଟାଇବାକୁ ଦିଅ। ତାଙ୍କୁ ବାରଣ କର ନାହିଁ।”

ନୟମୀ ବୋୟାଜଙ୍କ ବିଷୟରେ ଶୁଣିଲେ

17 ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା। 18 ଋତକୁ ଏହା ପରେ ଶସ୍ୟଗୁଡ଼ିକ ନେଇ ନଗରକୁ ଯାଇ ତା’ର ଶାଶୁକୁ ଦେଲା ଏବଂ ସାଙ୍ଗରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦେଲା।

19 ତା’ର ଶାଶୁ ତାକୁ ପଗ୍ଭରିଲେ, “ଆଜି ତୁମ୍ଭେ କେଉଁଠାରୁ ଏହି ଶସ୍ୟ ସଂଗ୍ରହ କଲ? କେଉଁଠାକୁ ତୁମ୍ଭେ ଗଲ ଓ କାମ କଲ? ଯିଏ ତୁମ୍ଭକୁ ଶସ୍ୟ ଦେଲା, ସେ ଧନ୍ୟ ହେଉ।”

ଏହା ପରେ ଋତ ଯାହାଙ୍କ ସହିତ କାର୍ଯ୍ୟ କରିଥିଲା ତା’ ବିଷୟରେ ତାକୁ କହିଲେ। “ମୁଁ ଆଜି ଯେଉଁ ଲୋକର କାର୍ଯ୍ୟ କରୁଥିଲି, ତାଙ୍କର ନାମ ଥିଲା ବୋୟାଜ।”

20 ତେଣୁ ନୟମୀ ତାଙ୍କର ପୁତ୍ରବଧୂକୁ କହିଲା, “ସେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ, ଯିଏ କି ମୃତ ଓ ଜୀବିତ ଓ ମୃତମାନଙ୍କଠାରୁ ତାଙ୍କର କରୁଣା ଦୂରେଇ ନାହାନ୍ତି।” ଏହା ପରେ ନୟମୀ ତାକୁ କହିଲା, “ସେ ହେଉଛନ୍ତି ଆମ୍ଭର ନିକଟ ସମ୍ପର୍କୀୟ ଏବଂ ଆମ୍ଭମାନଙ୍କର ରକ୍ଷାକର୍ତ୍ତା [b] ମଧ୍ୟରୁ ଜଣେ ଅଟନ୍ତି।”

21 ଏହା ପରେ ମୋୟାବ ଦେଶୀୟ ଋତ କହିଲା, “ବୋୟାଜ ଫେରି ଆସିବାକୁ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ଯ୍ୟ କରିବାକୁ ପଗ୍ଭରିଲେ, ଯେପର୍ଯ୍ୟନ୍ତ ଅମଳ ଶେଷ ହୋଇ ନାହିଁ।”

22 ଏହା ପରେ ନୟମୀ ତା’ର ପୁତ୍ରବଧୂ ଋତକୁ କହିଲେ, “ଏହା ତୁମ୍ଭ ପାଇଁ ଅତି ଉତ୍ତମ ଯେ ତୁମ୍ଭେ ସେହି ସ୍ତ୍ରୀଲୋକମାନଙ୍କ ସଙ୍ଗେ କାର୍ଯ୍ୟ କରିବ। ଯଦି ତୁମ୍ଭେ ଅନ୍ୟର କ୍ଷେତରେ କାର୍ଯ୍ୟ କର ତେବେ କେତେକ ଲୋକ ତୁମ୍ଭର ଅସୁବିଧା କରି ପାରନ୍ତି।” 23 ତେଣୁ ଋତ ବୋୟାଜଙ୍କର ସେହି ମହିଳା ଶ୍ରମିକମାନଙ୍କ ସହିତ ଘନିଷ୍ଟ ଭାବରେ କାର୍ଯ୍ୟ କରିବାକୁ ଲାଗିଲେ। ବାର୍ଲି ଅମଳ ସରିବା ପର୍ଯ୍ୟନ୍ତ ସଂଗ୍ରହ କରି ଗ୍ଭଲିଲେ। ତା’ପରେ ସେ ଗହମ ଅମଳ ଶେଷ ପର୍ଯ୍ୟନ୍ତ ସେଠାରେ କାର୍ଯ୍ୟ କଲେ, ଏବଂ ତାଙ୍କର ଶାଶୁଙ୍କ ସହିତ ରହିବାକୁ ଲାଗିଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 27

ପାଉଲଙ୍କର ରୋମକୁ ଜଳଯାତ୍ରା

27 ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ। ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।

ତହିଁ ଆରଦିନ ଆମ୍ଭେ ସୀଦୋନରେ ପହଞ୍ଚିଲୁ। ଯୂଲିଅ ପାଉଲଙ୍କ ପ୍ରତି ଦୟା ଦେଖେଇ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ୟକତା ପୂର୍ଣ୍ଣ କଲେ। ତା’ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ୱୀପ ନିକଟ ଦେଇ ଜଳଯାତ୍ରା କଲୁ। ତା’ପରେ ଆମ୍ଭେ କିଲିକିୟା ଓ ଫଫୁଲିଆ କୂଳେ କୂଳେ ଯାଇ ଲୁକିଆ ଦେଶର ମୁରା ନଗରୀରେ ପହଞ୍ଚିଲୁ। ସେଠାରେ ଯୂଲିଅ ଆଲେ‌କ୍‌ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ।

ଆମ୍ଭେମାନେ କିଛି ଦିନ ଧୀରେ ଧୀରେ ଯାତ୍ରା କଲୁ। ଶେଷରେ ବହୁତ ଅସୁବିଧାର ସମ୍ମୁଖୀନ ହୋଇ କ୍ନିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋ‌ର୍‌‌ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋନୀର ନିକଟ କ୍ରୀତୀ ଦ୍ୱୀପ ଉପକୂଳ ଦେଇ ଯାତ୍ରା କଲୁ। ଆମ୍ଭେ କୂଳେ କୂଳେ ବହୁତ କଷ୍ଟରେ ଯାତ୍ରା କଲୁ। ତା’ପରେ ଆମ୍ଭେ ଲାସାୟା ନଗର ପାଖ ‘ସୁନ୍ଦର ବନ୍ଦର’ ନାମକ ସ୍ଥାନରେ ପହଞ୍ଚିଲୁ।

ଏହିପରି ବହୁତ ସମୟ ବିତିଗଲା। ସେତେବେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହୋଇ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହୋଇ ଆସୁଥିଲା। ତେଣୁ ପାଉଲ ସେମାନଙ୍କୁ ସାବଧାନ କରେଇ କହିଲେ, “ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହେବ। 10 ଏହା ଦ୍ୱାରା ଯେ କେବଳ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ୟ ଗ୍ଭଲିଯାଇପାରେ।” 11 କିନ୍ତୁ ସେନାଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ୟାପଟେନ୍ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ୱାସ କଲେ। 12 ସେହି ବନ୍ଦରଟି ଶୀତ କଟେଇବା ପାଇଁ ଅନୁପଯୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୈନୀ‌କ୍‌‌ସ୍‌ରେ ପହଞ୍ଚିବା ଆଶାରେ ସେଠାରେ ଆମ୍ଭ ସହିତ ଯିବା ପାଇଁ ଓ ଶୀତଋତୁ କଟେଇବା ପାଇଁ ପରାମର୍ଶ ଦେଲେ। ଫୈନୀ‌କ୍‌ସ୍ କ୍ରୀତି ଉପଦ୍ୱୀପର ଗୋଟିଏ ନଗର। ଫୈନୀ‌କ୍‌ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।

ତୋଫାନ

13 ତା’ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜରେ ଥିବା ଲୋକମାନେ ଭାବିଲେ, “ଆମ୍ଭେ ଯେଉଁ ପବନ ବହିବା ଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ।” ତେଣୁ ଆମ୍ଭେ ଲଙ୍ଗର ଉଠେଇ କ୍ରୀତି ଉପଦ୍ୱୀପର କୂଳେକୂଳେ ଯାତ୍ରା କଲୁ। 14 ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। “ଉତ୍ତର ପୂର୍ବୀୟ” ନାମକ ପବନ, ଦ୍ୱୀପଆଡ଼ୁ ପ୍ରଚଣ୍ଡ ବେଗରେ ବୋହିବାକୁ ଲାଗିଲା। 15 ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠେଲି ନେଲା। ଜାହାଜ ପବନରେ ସ୍ଥିର ହୋଇ ରହି ନ ପାରିବାରୁ ଆମ୍ଭେ ତାକୁ ଭାସିଯିବା ପାଇଁ ଛାଡ଼ି ଦେଲୁ।

16 ତା’ପରେ ଆମ୍ଭେ କ୍ଳାଉଦ ନାମକ ଉପଦ୍ୱୀପ ଉହାଡ଼ରେ ଜାହାଜ ଚଳାଇଲୁ। ସେଠାରେ ଗୋଟିଏ ଜୀବନ ରକ୍ଷକ ଡଙ୍ଗାକୁ ବହୁ କଷ୍ଟରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ। 17 କେବଳ ତାହାକୁ ଜାହାଜ ଭିତରକୁ ନେଲୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଗ୍ଭରିପଟେ ଦଉଡ଼ିରେ ବାନ୍ଧି ଦେଲେ। ନାବିକମାନେ ଗ୍ଭେରାବାଲିରେ ଜାହାଜ ଲାଗିଯିବାର ଭୟ କଲେ। ତେଣୁ ସେମାନେ ଉପର ପାଲଗୁଡ଼ିକ ଖସେଇ ପବନରେ ଜାହାଜଟିକୁ ଭସେଇ ଦେଲେ।

18 ତହିଁ ଆରଦିନ ସେମାନେ ଝଡ଼ ପ୍ରବଳ ବେଗରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ରରେ ପକେଇ ଦେଲେ। 19 ତୃତୀୟ ଦିନ ସେମାନେ ନିଜ ହାତରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ। 20 ଆମ୍ଭେ ବହୁତ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚଣ୍ଡ ଝଡ଼ ବତାସର ବେଗ କମିଲା ନାହିଁ। ଆମ୍ଭେମାନେ ଜୀବନ ରକ୍ଷା କରିବାର ସମସ୍ତ ଆଶା ହରେଇ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ୟୁ ଘଟିବ। ଅନେକ ଦିନ ପର୍ଯ୍ୟନ୍ତ ଆମ୍ଭେମାନେ କେହି କିଛି ଖାଇ ନ ଥିଲୁ।

21 ଶେଷରେ ପାଉଲ ସେମାନଙ୍କୁ କହିଲେ, “ବନ୍ଧୁଗଣ, ତୁମ୍ଭେମାନେ ଯଦି ମୋ’ କଥା ଶୁଣି କ୍ରୀତି ଉପଦ୍ୱୀପରୁ ଜାହାଜ ଛାଡ଼ି ନ ଥା’ନ୍ତ, ତେବେ ତୁମ୍ଭେମାନଙ୍କର ଏ ଜାହାଜ ନଷ୍ଟ ହୋଇ ନ ଥା’ନ୍ତା ଓ ଏତେ କ୍ଷତି ଘଟି ନ ଥା’ନ୍ତା। 22 କିନ୍ତୁ ବର୍ତ୍ତମାନ ମୋର କଥାଶୁଣ ଓ ସାହସ ଧର। କାରଣ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଜୀବନ ଯିବ ନାହିଁ। କେବଳ ଜାହାଜଟି ନଷ୍ଟ ହୋଇଯିବ। 23 ମୁଁ ଯେଉଁ ପରମେଶ୍ୱରଙ୍କର ସେବା କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତିରେ ମୋ’ ପାଖରେ ଠିଆ ହୋଇ କହିଲେ, 24 ‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’ 25 ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରେ। ତାହାଙ୍କ ଦୂତ ମୋତେ ଯେପରି କହିଛନ୍ତି, ଠିକ୍ ସେହିପରି ଘଟିବ। 26 କିନ୍ତୁ ଆମ୍ଭେ କୌଣସି ଉପଦ୍ୱୀପ କୂଳରେ ଖଣ୍ଡ ବିଖଣ୍ଡ ହୋଇ ପଡ଼ିବୁ।”

27 ଝଡ଼ର ଚଉଦ ଦିନରେ ପ୍ରାୟ ମଧ୍ୟରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିୟା ସମୁଦ୍ରର ପାଖରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗରେ ନିକଟବର୍ତ୍ତୀ ହୋଇଛନ୍ତି ବୋଲି ସନ୍ଦେହ କଲେ। 28 ସେମାନେ ଗୋଟିଏ କଡ଼ରେ ଓଜନ ଓହଳିଥିବା ଦଉଡ଼ି ସାହାଯ୍ୟରେ ମାପ କରି ସେଠାରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସେମାନେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ। 29 ସେମାନେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥରରେ ଧ‌କ୍‌କା ହୋଇଯିବ। ତେଣୁ ସେମାନେ ଜାହାଜର ପଛପଟେ ଗ୍ଭରୋଟି ଲଙ୍ଗର ପକାଇ ଦିନ ହେବା ପାଇଁ ଅପେକ୍ଷା କଲେ। 30 କେତେକ ନାବିକ ଜାହାଜ ଛାଡ଼ି ଗ୍ଭଲିଯିବାକୁ ଗ୍ଭହିଁଲେ। ତେଣୁ ସେମାନେ ଜୀବନ ରକ୍ଷକ ଡଙ୍ଗାକୁ ପାଣିରେ ଖସେଇ ଦେଲେ। ଯାହା ଫଳରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନାରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି। 31 କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।” 32 ତେଣୁ ସୈନିକମାନେ ଜୀବନ ରକ୍ଷକ ଡଙ୍ଗାର ଦଉଡ଼ି କାଟି ଦେଲେ ଓ ତାହାକୁ ପାଣିରେ ପକେଇ ଦେଲେ।

33 ପାହାନ୍ତିଆ ସମୟର ଠିକ୍ ପୂର୍ବରୁ ପାଉଲ ସେମାନଙ୍କୁ କିଛି ଖାଦ୍ୟ ଖାଇବା ପାଇଁ ଅନୁରୋଧ କଲେ। ସେ କହିଲେ, “ତୁମ୍ଭେମାନେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚଉଦ ଦିନ ଧରି ତୁମ୍ଭେମାନେ ଖାଦ୍ୟ ସ୍ପର୍ଶ କରି ନାହଁ। 34 ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ୟକ। ତୁମ୍ଭମାନଙ୍କ ମଧ୍ୟରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ୟ, ନଷ୍ଟ ହେବ ନାହିଁ।” 35 ଏତିକି କହିବା ପରେ ପାଉଲ କିଛି ରୋଟୀ ନେଇ ସମସ୍ତଙ୍କ ଆଗରେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡେଇ ଖାଇବାକୁ ଆରମ୍ଭ କଲେ। 36 ଏଥିରେ ସେମାନେ ସମସ୍ତେ ଉତ୍ସାହିତ ହେଲେ ଓ ସେମାନେ ମଧ୍ୟ ଖାଇବା ଆରମ୍ଭ କଲେ। 37 ଜାହାଜରେ ସର୍ବ ମୋଟ 276 ଜଣ ଥିଲେ। 38 ଆମ୍ଭେ ଯଥେଷ୍ଟ ପରିମାଣରେ ଖାଇବା ପରେ ଜାହାଜରେ ଥିବା ଗହମକୁ ସେମାନେ ସମୁଦ୍ରରେ ଫିଙ୍ଗି ଦେଲେ, ଯଦ୍ଦ୍ୱାରା ଜାହାଜ ହାଲୁକା ହୋଇଗଲା।

ଜାହାଜ ନଷ୍ଟ ହୋଇଗଲା

39 ଦିନ ହେଲା, ମାତ୍ର ନାବିକମାନେ ସେହି ସ୍ଥାନଟି ଚିହ୍ନି ପାରିଲେ ନାହିଁ। ସେମାନେ ଗୋଟିଏ ଉପସାଗର କୂଳରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସେହି କୂଳରେ ଜାହାଜ ଲଗେଇବା ପାଇଁ ସ୍ଥିର କଲେ। 40 ସେମାନେ ଲଙ୍ଗରଗୁଡ଼ିକ କାଟି ସମୁଦ୍ରରେ ଫିଙ୍ଗି ଦେଲେ। ସେମାନେ ମଙ୍ଗର ଦଉଡ଼ି ଫିଟେଇ ପବନରେ ସାମନା ପାଲଟି ଉଠାଇଲେ। ତା’ପରେ ସେମାନେ ବାଲିତଟ ଆଡ଼କୁ ଯାତ୍ରା କଲେ। 41 କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନରେ ଗୋଟିଏ ବାଲିଚଡ଼ାଠାରେ ଧ‌କ୍‌କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚଳ ହୋଇଗଲା ଓ ପଛ ଭାଗ ଲହରୀ ଧ‌କ୍‌କାରେ ଭାଙ୍ଗି ଖଣ୍ଡ ଖଣ୍ଡ ହୋଇଗଲା।

42 ବନ୍ଦୀମାନେ କାଳେ ପହଁରି ଖସି ଗ୍ଭଲିଯିବେ, ସେଥିପାଇଁ ସୈନ୍ୟମାନେ ଭୟରେ ସେମାନଙ୍କୁ ହତ୍ୟା କରିବା ପାଇଁ ଚିନ୍ତା କଲେ। 43 କିନ୍ତୁ ସେନା ଅଧିକାରୀ ଯୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଗ୍ଭହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦେବା ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡେଇଁ ପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ। 44 ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭେଳା ସାହାଯ୍ୟରେ କୂଳକୁ ଯିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦରେ କୂଳରେ ଆସି ପହଞ୍ଚିଲେ। କାହାର ମୃତ୍ୟୁ ହେଲା ନାହିଁ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 37

ଯିରିମିୟଙ୍କୁ ବନ୍ଦୀଶାଳାରେ ରଖାଗଲା

37 ଅନନ୍ତର ଯିହୋୟାକୀ‌‌‌ମ୍‌‌‌ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। ମାତ୍ର ରାଜା ସିଦିକିୟ କିଅବା ତାହାର ଦାସମାନେ କିଅବା ତାହାର ଦେଶବାସୀ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଲେ ନାହିଁ।

ପୁଣି ସିଦିକିୟ ରାଜା ଶେଲିମିୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ନିକଟକୁ ଏକ ବାର୍ତ୍ତା ଦେଇ ପଠାଇଲେ। ସେମାନେ ଯିରିମିୟଙ୍କୁ ବିନୟ କରି କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”

ସେତେବେଳେ ଯିରିମିୟ କାରାଗାରରେ ବନ୍ଦୀ ନ ଥିଲେ। ତେଣୁ ସେ ନିଜ ଇଚ୍ଛାନୁସାରେ ସ୍ୱାଧୀନ ଭାବରେ ଯାତାୟାତ କରୁଥିଲେ। ଆଉ ମଧ୍ୟ ସେହି ସମୟରେ ଫାରୋର ସୈନ୍ୟ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ଯିରୁଶାଲମ ଦଖଲ କରିଥିବା କ‌‌ଲ୍‌‌ଦୀୟମାନେ ଏ ସମ୍ବାଦ ଶୁଣି ଯିରୁଶାଲମରୁ ଗ୍ଭଲିଗଲେ।

ସେତେବେଳେ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ହେ ଯିହୁଖଲ ଓ ସିଫନିୟ, ଯିହୁଦାର ରାଜା ସିଦିକିୟ ଆମ୍ଭକୁ ପଗ୍ଭରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭେମାନେ ତାଙ୍କୁ ଯାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟମାନେ ଆସିଛନ୍ତି, ସେମାନେ ନିଜ ଦେଶ ମିଶରକୁ ଫେରିଯିବେ। ପୁଣି କ‌‌ଲ୍‌‌ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହାକୁ ଅଧିକାର କରି ଅଗ୍ନିରେ ଦ‌ଗ୍‌ଧ କରିବେ।’ ସଦାପ୍ରଭୁ ଏହି କଥା କହନ୍ତି, ‘କ‌‌ଲ୍‌‌ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଗ୍ଭଲିଯିବେ, ତୁମ୍ଭେମାନେ ଏହି କଥା କହି ନିଜକୁ ଭୁଲାଅ ନାହିଁ। “ବାବିଲର ସୈନ୍ୟ ନିଶ୍ଚୟ ଆମ୍ଭ ସହିତ ରହିବେ।” କାରଣ ସେମାନେ ଯିବେ ନାହିଁ। 10 ହେ ଯିରୁଶାଲମ ନିବାସୀ, ତୁମ୍ଭେମାନେ କ‌‌ଲ୍‌‌ଦୀୟର ସମୁଦାୟ ସୈନ୍ୟଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ୟମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।’”

11 ଯେତେବେଳେ କ‌‌ଲ୍‌‌ଦୀୟମାନେ ଫାରୋର ସୈନ୍ୟମାନଙ୍କ ଭୟରେ ଯିରୁଶାଲମରୁ ଗ୍ଭଲି ଯାଇଥିଲେ, 12 ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ୟ ଅଂଶ ପାଇବା ପାଇଁ ବିନ୍ୟାମୀନ ପ୍ରଦେଶକୁ ଯିବା ନିମନ୍ତେ ଯିରୁଶାଲମରୁ ବାହାରିଲେ। 13 କିନ୍ତୁ ଯେତେବେଳେ ଯିରିମିୟ ବିନ୍ୟାମୀନ ପ୍ରଦେଶର ନଗର ଦ୍ୱାରରେ ପହଞ୍ଚିଲେ, ସେତେବେଳେ ପ୍ରହରୀଗଣଙ୍କ ଅଧ୍ୟକ୍ଷ, ହନାନିୟର ପୌତ୍ର, ଶେଲିମିୟର ପୁତ୍ର, ଯିରିୟ ତାଙ୍କୁ ବନ୍ଦୀ କରି କହିଲା, “ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ୟାଗ କରି କ‌‌ଲ୍‌‌ଦୀୟମାନଙ୍କ ପକ୍ଷ ନେଇଅଛ।”

14 ସେତେବେଳେ ଯିରିମିୟ କହିଲେ, “ଏହା ମିଥ୍ୟା କଥା, ମୁଁ କ‌‌ଲ୍‌‌ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ।” ମାତ୍ର ଯିରିମିୟ ତାଙ୍କ କଥା ନ ଶୁଣି ତାଙ୍କୁ ବନ୍ଦୀ କରି ଅଧିପତିମାନଙ୍କ ନିକଟକୁ ନେଇଗଲା। 15 ଆଉ ସେହି ଅଧିପତିମାନେ ଯିରିମିୟଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାରରେ ରଖିଲେ। କାରଣ ସେମାନେ ଯୋନାଥନ୍ ଗୃହକୁ କାରାଗାରରେ ପରିଣତ କରିଥିଲେ। 16 ସେହି ଲୋକମାନଙ୍କ ଦ୍ୱାରା ଯିରିମିୟ ଖଣାକାର କୋଠରୀରେ ବନ୍ଦୀ ହେଲେ ଓ କ୍ଷୁଦ୍ର କୋଠରୀରେ ଅନେକ ଦିନ ରହିଲେ।

17 ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?”

ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।” 18 ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? 19 ଆପଣମାନେ ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବେ ନାହିଁ, ସେମାନେ ଏବେ କାହାନ୍ତି?’ 20 କିନ୍ତୁ ବର୍ତ୍ତମାନ ହେ ମୋର ପ୍ରଭୁ, ମହାରାଜ, ମୋର ଅନୁରୋଧ ରକ୍ଷାକରି ମୋର କଥା ଶ୍ରବଣ କରନ୍ତୁ, ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ପୁନର୍ବାର ପଠାନ୍ତୁ ନାହିଁ। ତାହାହେଲେ ସେଠାରେ ମୁଁ ମରିଯିବି। ମୁଁ ନିବେଦନ କରୁଛି, ମୋର ଏହି ଅନୁରୋଧ ଆପଣଙ୍କ ଛାମୁରେ ଗ୍ରାହ୍ୟ ହେଉ।”

21 ତେଣୁ ସିଦିକିୟ ରାଜାଙ୍କ ଆଜ୍ଞାନୁସାରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ। ପୁଣି ନଗରରେ ସବୁ ରୋଟୀ ଶେଷ ନ ହେବା ପର୍ଯ୍ୟନ୍ତ ରୋଟୀବାଲାଙ୍କ ପଲ୍ଲୀରୁ ଗୋଟିଏ ଲେଖାଏଁ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହି ପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

ଗୀତସଂହିତା 10

10 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ?
    ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।
ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି
    ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି
ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି।
    ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ।
    ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି।
    ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।
ମନ୍ଦ ଲୋକମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ମନ ବଳାନ୍ତି।
    ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ।
    ପରମେଶ୍ୱରଙ୍କର ଶତ୍ରୁମାନେ ତାହଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ।
    ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।”
ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି।
ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି।
    ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି।
    ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି।
    ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି।
ସେହି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ଯାଆନ୍ତି
    ସେମାନେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି।
ସେହି ନିରୀହ ଲୋକମାନେ ସହଜରେ
    ସେହି ଦୁଷ୍ଟମାନଙ୍କ ଦ୍ୱାରା ବସାଯାଇଥିବା ଯନ୍ତାରେ ପଡ଼ି ଯାଆନ୍ତି।
10 ବାରମ୍ବାର ସେହି ଦୁଷ୍ଟ ଲୋକମାନେ
    ନିରୀହ ଲୋକମାନଙ୍କର କ୍ଷତି କରନ୍ତି।
11 ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି।
    ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି।
    ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”

12 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର।
    ହେ ପରମେଶ୍ୱର ସେହି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ!
    ଗରିବ ଲୋକମାନଙ୍କୁ ଭୁଲି ଯାଅ ନାହିଁ।

13 କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଆନ୍ତି?
    କାରଣ ସେମାନେ ଭାବନ୍ତି ଯେ, ସେ ତାଙ୍କୁ ଦଣ୍ଡ ଦେବେ ନାହିଁ।
14 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ।
    ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର।
ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି।
    ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।

15 ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ୱଂସ କର।
    ସେମାନଙ୍କର କୁକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡିତ କର, ସେମାନେ ଧ୍ୱଂସ ହୋଇ ନ ଯିବା ପର୍ଯ୍ୟନ୍ତ।
16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି।
    ସେହି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ୟରୁ ବିତାଡ଼ିତ କର।
17 ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ।
    ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।
18 ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର।
    ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ।
    ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center