M’Cheyne Bible Reading Plan
ଇଲ୍କାନା ଓ ତାଙ୍କ ପରିବାର ଶୀଲୋଠାରେ ଉପାସନା କଲେ
1 ଇଫ୍ରୟିମର ପର୍ବତମୟ ଦେଶର ରାମାଠାରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ଯିରୋହମର ପୁତ୍ର ଥିଲା, ଯିଏ ଇଲୀହର ପୁତ୍ର ଥିଲା, ଯିଏ ତୋହର ପୁତ୍ର ଥିଲା, ଯିଏ ସୂଫର ପୁତ୍ର ଥିଲା ଓ ଏମାନେ ଇଫ୍ରୟିମ ପରିବାରବର୍ଗର ଥିଲେ।
2 ଇଲ୍କାନାର ଦୁଇଟି ସ୍ତ୍ରୀ ଥିଲେ, ଜଣକର ନାମ ଥିଲା ହାନ୍ନା ଓ ଅନ୍ୟ ଜଣକର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।
3 ପ୍ରତି ବର୍ଷ ଇଲ୍କାନା ତା’ର ନିଜ ସହର ରାମାକୁ ଛାଡ଼ି ଶୀଲୋକୁ ଯାଉଥିଲା, ଶୀଲୋରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସେଠାକୁ ଯାଉଥିଲା। ଯେଉଁ ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କର ଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍। 4 ପ୍ରତ୍ୟେକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରୁ କିଛି ଅଂଶ ତା’ର ସ୍ତ୍ରୀ ପନିନ୍ନା ଏବଂ ତା’ର ସମସ୍ତ ପୁତ୍ରଗଣ ଓ କନ୍ୟାମାନଙ୍କୁ ଦେଉଥିଲା। 5 ଇଲ୍କାନା ମଧ୍ୟ ତା’ର ସ୍ତ୍ରୀ ହାନ୍ନାକୁ ତା’ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ।
ପନିନ୍ନା ହାନ୍ନାକୁ ଧୈର୍ଯ୍ୟଚ୍ୟୁତ କଲା
6 ସଦାପ୍ରଭୁ ହାନ୍ନା କୋଳରେ କୌଣସି ସନ୍ତାନ ଦେଇ ନ ଥିଲେ, ତେଣୁ ପନିନ୍ନା ତାକୁ ଦୁଃଖିତ କରୁଥିଲା ଏବଂ ତାକୁ ବିରକ୍ତି କରୁଥିଲା। 7 ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ। 8 ତା’ର ସ୍ୱାମୀ ଇଲ୍କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।”
ହାନ୍ନାର ପ୍ରାର୍ଥନା
9 ଖାଇପିଇ ସାରିବା ପରେ ହାନ୍ନା ଚୁପ୍ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା। 10 ହାନ୍ନା ଭାରି ଦୁଃଖିନୀ ଥିଲା। ସେ ଯେତେବେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା, ସେ ବହୁତ କାନ୍ଦୁଥିଲା। 11 ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା’ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା’ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା’ର ବାଳ କାଟିବା ପାଇଁ କୌଣସି କ୍ଷୁର ତା’ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”
12 ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା’ର ପାଟିକୁ ଦେଖୁଥିଲେ। 13 ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା’ର ଓଷ୍ଠ ହଲୁଥିଲା। ମାତ୍ର ତା’ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ। 14 ଏଲି ହାନ୍ନାଙ୍କୁ କହିଲେ, “ତୁମ୍ଭେ ଆଉ କେତେକାଳ ମାତାଲ ହେଉଥିବ? ଦ୍ରକ୍ଷାରସରୁ ଦୂରେଇ ରୁହ।”
15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି। 16 ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”
17 ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”
18 ତା’ପରେ ସେ ଉତ୍ତର ଦେଲା, “ମୁଁ ତୁମ୍ଭ ଦାସୀ ତୁମ୍ଭ ଆଖିରେ ଅନୁଗ୍ରହ ପ୍ରାପ୍ତ ହେଉ।” ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲା ଓ ଭୋଜନ କଲା ଏବଂ ତା’ର ମୁହଁ ଆଉ ବିଷର୍ଣ୍ଣ ହେଲା ନାହିଁ।
19 ତା’ ପରଦିନ ପ୍ରଭାତରେ ଇଲ୍କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ।
ଶାମୁୟେଲର ଜନ୍ମ
ତା’ପରେ ଇଲ୍କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ। 20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”
21 ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। 22 କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା’ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
23 ତା’ପରେ ତା’ର ସ୍ୱାମୀ ଇଲ୍କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ [a]।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।
ହାନ୍ନା ଶାମୁୟେଲଙ୍କୁ ଶୀଲୋଠାରେ ଏଲିଙ୍କ ନିକଟକୁ ନେଲା
24 ଏହା ପରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା’ ସହିତ ପିଲାଟିକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା। ସେତେବେଳେ ବାଳକଟି ଛୋଟ ଥିଲା।
25 ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ଗୋବତ୍ସ ବଧ କଲେ ଓ ବାଳକକୁ ଏଲି ନିକଟକୁ ଆଣିଲେ। 26 ତା’ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା। 27 ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି। 28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।”
ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ।
1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର।
ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି। 2 ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟଦ୍ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି। 3 ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ। 4 ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
5 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି। 6 ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।
7 ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ।
ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
ଧନ୍ୟବାଦ ପ୍ରାର୍ଥନା
8 ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି। 9 ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି। 10 ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ। 11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା। 12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।
13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।
14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସେବା କରିବାକୁ ଉଚିତ୍ ମନେ କରେ। 15 ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।
16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।” [a]
ସମସ୍ତେ ପାପ କରିଛନ୍ତି
18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। 19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।
20 ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
21 ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା। 22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। 23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା। 25 ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
26 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେହି ଲଜ୍ଜାଜନକ କାର୍ଯ୍ୟ କରିବା ପାଇଁ ଛାଡ଼ି ଦେଲେ। 27 ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ।
28 ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ। 29 ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି। 30 ସେମାନେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆରେକ ବିରୁଦ୍ଧରେ ମନ୍ଦକଥା କୁହନ୍ତି। ସେମାନେ ପରମେଶ୍ୱରଙ୍କୁ ଘୃଣା କରନ୍ତି। ସେମାନେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସେମାନେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥା’ନ୍ତି। 31 ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ। 32 ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି। ସେମାନେ ଜାଣନ୍ତି ଯେ ପରମେଶ୍ୱରଙ୍କ ବ୍ୟବସ୍ଥା କୁହେ, ଯେଉଁ ଲୋକ ଏହିଭଳି ଜୀବନଯାପନ କରୁଛି, ସେ ମରିବା ଉଚିତ୍। କିନ୍ତୁ ସେମାନେ ଏହି ମନ୍ଦକାର୍ଯ୍ୟ ଗୁଡ଼ିକ କରି ଗ୍ଭଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସେମାନଙ୍କୁ ମଧ୍ୟ ସେମାନେ ସମର୍ଥନ କରନ୍ତି।
ଯିରୁଶାଲମର ପତନ
39 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ। 2 ସିଦିକିୟର ରାଜତ୍ୱର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ଯିରୁଶାଲମକୁ କରଗତ କରାଗଲା। 3 ତା’ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମାଗ୍ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ।
4 ତହୁଁ ଯିହୁଦାର ରାଜା ସିଦିକିୟ ଓ ସମସ୍ତ ସୈନ୍ୟଗଣ ସେମାନଙ୍କୁ ଦେଖି ପଳାୟନ କଲେ। ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ। ପୁଣି ସେମାନେ ପ୍ରାନ୍ତର ଆଡ଼େ ଗ୍ଭଲିଲେ। 5 ମାତ୍ର କଲ୍ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ। 6 ବାବିଲ ରାଜା ରିବ୍ଲାରେ ସିଦିକିୟର ସମ୍ମୁଖରେ ସିଦିକିୟର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ୟ ତାଙ୍କର ଅଧିପତିଙ୍କୁ ବଧ କଲେ। 7 ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ।
8 କଲ୍ଦୀୟମାନେ ରାଜଗୃହ ଓ ଲୋକମାନଙ୍କର ସମସ୍ତ ଗୃହ ଅଗ୍ନିରେ ଦଗ୍ଧ କଲେ। ଆଉ ଯିରୁଶାଲମର ପ୍ରାଚୀର ସବୁ ଭାଙ୍ଗି ପକାଇଲେ। 9 ବାବିଲ ରାଜାର ନବୂଷରଦନ୍ ନାମକ ଜଣେ ପ୍ରହରୀବର୍ଗର ସେନାପତି ଯିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା। 10 କିନ୍ତୁ ସେହି ପ୍ରହରୀବର୍ଗରେ ସେନାପତି ନବୂଷରଦନ୍ କେତେକ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିଗଲା, ଆଉ ସେମାନଙ୍କୁ ସେହି ଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯିରିମିୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା ଦେଲେ। 12 “ତୁମ୍ଭେ ଯିରିମିୟଙ୍କୁ ଦେଖ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।”
13 ତେଣୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ସେନାଧ୍ୟକ୍ଷ ନବୂଶସବନ୍ ଓ ନେର୍ଗଲ-ଶରେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡକାଇଲେ। 14 ସେମାନେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟର ହସ୍ତରେ ସମର୍ପଣ କଲେ। ଗଦଲିୟ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧ୍ୟରେ ବାସ କଲେ।
ସଦାପ୍ରଭୁଙ୍କଠାରୁ ଏବଦ୍-ମେଲକଙ୍କ ପ୍ରତି ଏକ ବାର୍ତ୍ତା
15 ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। 16 “ହେ ଯିରିମିୟ, ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତରେ ସଫଳ ହେବାର ଦେଖିବ।’ 17 ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା। ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସେମାନଙ୍କ ହସ୍ତରେ ତୁମ୍ଭେ ସମର୍ପିତ ହେବ ନାହିଁ। 18 ଆଉ ହେ ଏବଦ୍-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ଖଡ଼୍ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା।
ଦାଉଦଙ୍କର ଗୀତ
13 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ?
ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ?
କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?
2 କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ?
କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି?
କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?
3 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ।
ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।
4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।”
ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।
5 ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି।
ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
6 ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି।
କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।
14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।
2 ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
3 କିନ୍ତୁ ପ୍ରତ୍ୟେକ ମଣିଷ ଆଜି
ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।
4 ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।
7 ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
ଇସ୍ରାଏଲ ବହୁତ ଖୁସୀ ହେବ।
2010 by World Bible Translation Center