Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2

ହାନ୍ନା ଧନ୍ୟବାଦ ଦେଲା

ହାନ୍ନା ପ୍ରାର୍ଥନା କରି କହିଲା,

“ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି।
    ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି।
ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି।
    ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।

ପରମେଶ୍ୱରଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ,
    କାରଣ ତୁମ୍ଭ ବ୍ୟତୀତ ଆଉ କେହି ପରମେଶ୍ୱର ନାହାନ୍ତି।
    ଆମ୍ଭର ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।

ନିଜ ବୃଥାଗର୍ବ ବନ୍ଦ କର।
    ଅହଂକାର ଭାବରେ କହିବା ବନ୍ଦ କର।
ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ
    ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି।
ବୀରମାନଙ୍କର ସମସ୍ତ ଧନୁ ଭଙ୍ଗା ଯାଇଅଛି
    ଓ ଝୁଣ୍ଟି ପଡ଼ୁଥିବା ଦୁର୍ବଳ ଲୋକମାନେ ବଳଶାଳୀ ହୋଇଛନ୍ତି।
ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ,
    ବର୍ତ୍ତମାନ ନିଶ୍ଚୟ କଠିନ ପରିଶ୍ରମ କରିବେ।
ଖାଦ୍ୟ ଅଭାବରୁ ଯେଉଁମାନେ କ୍ଷୁଧାର୍ତ୍ତ ଥିଲେ,
    ସେମାନେ ଖାଦ୍ୟ ପାଇ ଅଛନ୍ତି।
ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି
    ଓ ସ୍ତ୍ରୀଲୋକଟି ଯାହାର ବହୁତ ସନ୍ତାନ ଥିଲା
    ସେ ଦୁଃଖିତା ହୋଇଅଛି।

ସଦାପ୍ରଭୁ ଲୋକମାନଙ୍କର ମୃତ୍ୟୁର କାରଣ ହୁଅ
    ଓ ସେ ପୁନର୍ବାର ଲୋକମାନଙ୍କ ଜୀବନ ଫେରାଇ ଆଣି ପାରନ୍ତି।
ସଦାପ୍ରଭୁ ଲୋକମାନଙ୍କୁ କବରକୁ ପଠାନ୍ତି
    ଓ କବରରୁ ସେମାନଙ୍କୁ ଉଠାଇ ଆଣିପାରନ୍ତି।
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଧନ କରନ୍ତି
    ବା ଧନବାନ୍ କରାନ୍ତି।
ସେ ଲୋକମାନଙ୍କୁ ନମ୍ର କରନ୍ତି
    କିମ୍ବା ସେମାନଙ୍କୁ ଉଚ୍ଚ ସ୍ଥାନରେ ପ୍ରତିଷ୍ଠିତ କରାନ୍ତି।
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ।
ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ
    ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି
    କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।

ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସୁରକ୍ଷା କରନ୍ତି।
    ସେ ସେମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରନ୍ତି।
କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାରରେ ଝୁଣ୍ଟିପଡ଼ନ୍ତି ଓ ଧ୍ୱଂସ ହୁଅନ୍ତି।
    ସେମାନଙ୍କର ଶକ୍ତି ସେମାନଙ୍କୁ ରକ୍ଷା କରିବା ପାଇଁ ସାହାଯ୍ୟ କରେ ନାହିଁ।
10 ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ।
    ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ।
ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ
    ଓ ସେ ଆପଣା ରାଜାକୁ ବଳ ଦେବେ।
    ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”

11 ଏହା ପରେ ଇ‌ଲ୍‌କାନା ରାମାସ୍ଥିତ ଆପଣା ଘରକୁ ଗଲା। କିନ୍ତୁ ବାଳକ ଶାମୁୟେଲ ଯାଜକ ଏଲି ଅଧୀନରେ ଥାଇ ସଦାପ୍ରଭୁଙ୍କର ସେବା କଲା।

ଏଲିଙ୍କର ଦୁଷ୍ଟ ପୁତ୍ରମାନେ

12 ଏଲିଙ୍କର ପୁତ୍ରମାନେ ପାପୀ ଥିଲେ ଏବଂ ସେମାନେ ସଦାପ୍ରଭଙ୍କୁ ଜାଣନ୍ତି ନାହିଁ [a] 13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରିବା ଉଚିତ୍। ଯେତେବେଳେ କେହି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୁଳ ଧରି ଆସେ। 14 ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍। 15 କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦ‌ଗ୍‌ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।”

16 ଏଥିରେ ଯେବେ ସେ ଲୋକ ତାହାକୁ କହେ, “ପ୍ରଥମେ ମେଦ ଦ‌ଗ୍‌ଧ ହେବାକୁ ଦିଅ, ତା’ପରେ ତୁମ୍ଭେ ଯେତେ ଗ୍ଭହଁ ସେତେ ନିଅ।” ତେବେ ସେ ଯାଜକର ସେବକ କହିଥାଏ। ମାତ୍ର “ଏହିକ୍ଷଣି ତାହା ମୋତେ ଦେବାକୁ ହେବ। ଯଦି ତୁମ୍ଭେ ମୋତେ ନ ଦିଅ, ତାହାହେଲେ ମୁଁ ଜୋର୍ କରି ନେଇଯିବି।”

17 ଏହିରୂପରେ, ସଦାପ୍ରଭୁଙ୍କ ବିପକ୍ଷରେ ସେହି ଏଲିଙ୍କ ପୁତ୍ରମାନଙ୍କର ପାପ ଅତି ଭାରି ହେଲା କାରଣ ସେହି ଲୋକମାନେ ସଦାପ୍ରଭୁଙ୍କର ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।

18 ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ। 19 ଆହୁରି ମଧ୍ୟ ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ସେ ଶାମୁୟେଲ ପାଇଁ ଗୋଟିଏ ସାନ ବସ୍ତ୍ର ବନାଇଥିବା, ତାହା ସେ ତାଙ୍କ ପାଖକୁ ଆଣିବ।

20 ପୁଣି ଏଲି ଇ‌ଲ୍‌କାନାକୁ ଓ ତା’ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା’ପରେ ସଦାପ୍ରଭୁଙ୍କୁ ଦେଲେ।”

ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ। 21 ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।

ଏଲି ଦୁଷ୍ଟ ପୁତ୍ରମାନଙ୍କୁ ଶାସନ କରିବାରେ ବିଫଳ ହେଲେ

22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।

23 ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣିଅଛି। 24 ନାହିଁ, ନାହିଁ, ମୋର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ଭଲ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ। 25 ଜଣେ ମନୁଷ୍ୟ ଯେବେ ଅନ୍ୟ ଜଣେ ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ହୁଏତ ସାହାଯ୍ୟ କରି ପାରନ୍ତି। କିନ୍ତ ମନୁଷ୍ୟ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପାଇଁ ପ୍ରାର୍ଥନା କରିବ?”

ତଥାପି ସେମାନେ ପିତାଙ୍କ ବାକ୍ୟ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ହତ୍ୟା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।

26 କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା।

ଏଲିଙ୍କ ପରିବାର ବିଷୟରେ ଭୟଙ୍କର ଭବିଷ୍ୟ‌ଦ୍‌ବାଣୀ

27 ଏହା ପରେ ପରମେଶ୍ୱରଙ୍କଠାରୁ ଏକ ଲୋକ ଏଲିଙ୍କ ନିକଟକୁ ଆସି କହିଲା, “ସଦାପ୍ରଭୁ ଏହା କହନ୍ତି, ‘ଯେତେବେଳେ ତୁମ୍ଭର ପୂର୍ବପୁରୁଷଗଣ ମିଶରରେ ଫାରୋର ଦାସତ୍ୱରେ ଥିଲେ। ସେ ସମୟରେ ମୁଁ ସେମାନଙ୍କ ଆଗରେ ଆବିର୍ଭାବ ହେଲି। 28 ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ। 29 ତେବେ ତୁମ୍ଭେମାନେ କାହିଁକି ମୋର ନୈବେଦ୍ୟ ଓ ବଳିଦାନକୁ ପରିତ୍ୟାଗ କରୁଛ ଯାହାକି ମୋ’ ମନ୍ଦିରରେ ଉତ୍ସର୍ଗ କରାଯିବ ବୋଲି ମୁଁ ଆଜ୍ଞା ଦେଇଅଛି? ପୁଣି କାହିଁକି ତୁମ୍ଭର ପୁତ୍ରଗଣଙ୍କୁ ମୋ’ଠାରୁ ଅଧିକ ସମ୍ମାନ ଦେଉଛ, ଇସ୍ରାଏଲୀୟମାନେ ମୋ’ ସକାଶେ ଉତ୍ସର୍ଗ କରୁଥିବା ବଳିର ଅଂଶ ଓ ମେଦ କାହିଁକି ତୁମ୍ଭ ନିଜ ପାଇଁ ନେଉଛ?’

30 “ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ। 31 ସମୟ ଆସୁଅଛି, ଯେତେବେଳେ ମୁଁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସେହି ଦିନ ଆସୁଅଛି, ତହିଁରେ ତୁମ୍ଭ ବଂଶରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ। 32 ପୁଣି ପରମେଶ୍ୱର ଇସ୍ରାଏଲକୁ ଆଶୀର୍ବାଦ ଓ ମଙ୍ଗଳ ପ୍ରଦାନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଗୃହରେ ଦୁଃଖ ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବେ ନାହିଁ। 33 ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କୁ ଆପଣା ଯଜ୍ଞବେଦିରୁ ଆସୁଥିବା ମୁଁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୋର ଯଜ୍ଞବେଦିରେ ସେବା କରିବ। ସେମାନେ ତୁମ୍ଭର ପରିବାର ଧ୍ୱଂସ ପାଇଁ କାନ୍ଦୁଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସେମାନଙ୍କର ଯୌବନାବସ୍ଥାରେ ମରିବେ। 34 ପୁଣି ତୁମ୍ଭର ଦୁଇପୁତ୍ର ହ‌ଫ୍‌ନି ଓ ପିନହସ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ। ସେ ଦୁହେଁ ଏକ ଦିନରେ ମରିବେ। 35 ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ। 36 ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, “ଦୟାକରି ମୋତେ ଯାଜକ ଭାବରେ କିଛି କାମ ଦିଅନ୍ତୁ, ଯାହା ଫଳରେ ମୁଁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।”’”

ରୋମୀୟଙ୍କ ପ୍ରତି ପତ୍ର 2

ପରମେଶ୍ୱର ବିଗ୍ଭର କରନ୍ତୁ

ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା’ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ। ପରମେଶ୍ୱର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ୟାୟ ବିଗ୍ଭର କରନ୍ତି। ଏହା ଆମ୍ଭେମାନେ ଜାଣୁ ଯେ, ପରମେଶ୍ୱରଙ୍କର ନ୍ୟାୟ ବିଗ୍ଭର ଠିକ୍ ଅଟେ। ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ। ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।

କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ। ପରମେଶ୍ୱର ପ୍ରତ୍ୟେକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦେବେ। କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। କିନ୍ତୁ ଯେଉଁମାନେ ସ୍ୱାର୍ଥପର ଓ ସତ୍ୟକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ। ମନ୍ଦକାମ କରୁଥିବା ପ୍ରତ୍ୟେକ ଲୋକକୁ ପରମେଶ୍ୱର ଦୁଃଖ ଓ ସଙ୍କଟରେ । ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 10 କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 11 ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।

12 ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ। 13 ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।

14 ଅଣଯିହୂଦୀମାନଙ୍କର କୌଣସି ବ୍ୟବସ୍ଥା ନାହିଁ। କିନ୍ତୁ ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥା ଅନୁଯାୟୀ ନ ଜାଣି ମଧ୍ୟ କାମ କରନ୍ତି, ସେତେବେଳେ ସେଗୁଡ଼ିକ ହିଁ ବ୍ୟବସ୍ଥା ହୋଇଯାଏ। ସେମାନଙ୍କର ବ୍ୟବସ୍ଥା ନ ଥିଲେ ମଧ୍ୟ ଏହା ସତ୍ୟ। 15 ସେମାନେ ହୃଦୟରେ ଜାଣି ପାରନ୍ତି ଯେ କ’ଣ ଠିକ୍ ଓ କ’ଣ ଭୁଲ୍। ଯାହା ଠିକ୍ ତାହା ବ୍ୟବସ୍ଥା ଗ୍ଭହେଁ। ସେମାନେ ଠିକ୍ ଓ ଭୁଲ୍ ବିଷୟରେ ଯାହା ଅନୁଭବ କରନ୍ତି, ତାହା ଦେଖାଇ ମଧ୍ୟ ଦିଅନ୍ତି। ବେଳେବେଳେ ସେମାନଙ୍କ ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ମନ୍ଦ କାମ କଲେ, ସେମାନେ ଦୋଷୀ ହୁଅନ୍ତି ଓ ବେଳେବେଳେ ସେମାନଙ୍କର ବିଗ୍ଭର ସେମାନଙ୍କୁ କୁହେ ଯେ, ସେମାନେ ଉତ୍ତମ କାମ କଲେ, ସେମାନେ ନିଜକୁ ଦୋଷୀ ବିବେଚିତ କରନ୍ତି ନାହିଁ।

16 ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ।

ଯିହୂଦୀ ଓ ବ୍ୟବସ୍ଥା

17 ତୁମ୍ଭ ବିଷୟରେ କ’ଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ୟବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ଅଛ। 18 ତୁମ୍ଭେ ଜାଣ ଯେ, ତୁମ୍ଭେ କ’ଣ କରିବ ବୋଲି ପରମେଶ୍ୱର ଗ୍ଭହାନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟ ଗୁଡ଼ିକ ମହତ୍ତ୍ୱପୂର୍ଣ୍ଣ, କାରଣ ତୁମ୍ଭେ ବ୍ୟବସ୍ଥା ଶିଖିଛ। 19 ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ୟ ମାର୍ଗ ବିଷୟରେ ଜାଣନ୍ତି ନାହିଁ, ତୁମ୍ଭେ ସେମାନଙ୍କର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାରରେ ଅଛନ୍ତି ସେମାନଙ୍କ ପାଇଁ ତୁମ୍ଭେ ଆଲୁଅ ସଦୃଶ। 20 ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସେମାନଙ୍କୁ ସତ୍ୟ ଦେଖାଇ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ୟ ଶିଖିବା ଆବଶ୍ୟକ, ସେମାନଙ୍କର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖରେ ବ୍ୟବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁକିଛି ଜାଣିଛ ଓ ତୁମ୍ଭ ପାଖରେ ସତ୍ୟ ଅଛି। 21 ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉ ନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଗ୍ଭେରି କର ନାହିଁ। କିନ୍ତୁ ତୁମ୍ଭେ ନିଜେ ଗ୍ଭେରି କରୁଛ। 22 ତୁମ୍ଭେ କହୁଛ ଲୋକେ ବ୍ୟଭିଗ୍ଭର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସେହି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ। 23 କିନ୍ତୁ ତୁମ୍ଭେ ମନ୍ଦିରରୁ ଗ୍ଭେରି କରୁଛ। ତୁମ୍ଭେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସେହି ବ୍ୟବସ୍ଥା ଭଙ୍ଗ କରି ପରମେଶ୍ୱରଙ୍କୁ ଲଜ୍ଜା ଦେଉଛ। 24 ପବିତ୍ର-ଶାସ୍ତ୍ରରେ [a] ଲେଖା ଅଛି, “ଅଣଯିହୂଦୀମାନେ ପରମେଶ୍ୱରଙ୍କ ବିଷୟରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।” [b]

25 ଯଦି ତୁମ୍ଭେ ବ୍ୟବସ୍ଥା [c] ପାଳନ କରୁଛ, ତା’ହେଲେ ତୁମ୍ଭର ସୁନ୍ନତ [d] ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା’ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ। 26 ଅଣଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସେମାନେ ଯଦି ବ୍ୟବସ୍ଥା କହିବା ଭଳି ଆଚରଣ କରନ୍ତି, ତା’ହେଲେ ସେମାନେ ସୁନ୍ନତ ହେବା ଭଳି ହେଲେ। 27 ତୁମ୍ଭ ଯିହୂଦୀମାନଙ୍କର ଲିଖିତ ବ୍ୟବସ୍ଥା ଅଛି ଓ ସୁନ୍ନତ ମଧ୍ୟ, କିନ୍ତୁ ତୁମ୍ଭେମାନେ ବ୍ୟବସ୍ଥା ଭଙ୍ଗ କରୁଛ। ଅତଏବ ଶାରୀରିକ ଭାବେ ସୁନ୍ନତ ନ ହୋଇ ବ୍ୟବସ୍ଥା ପାଳନ କରୁଥିବା ଲୋକେ ଦେଖାଇ ଦେବେ ଯେ ତୁମ୍ଭେ ଦୋଷୀ ଅଟ।

28 ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ। 29 ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା [e] ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 40

ଯିରିମିୟଙ୍କ ବନ୍ଦୀରୁ ମୁକ୍ତ

40 ଯିରୁଶାଲମ ଓ ଯିହୁଦାର ସମସ୍ତ ବନ୍ଦୀ ବାବିଲକୁ ନିଆ ଯାଉଥିବା ବେଳେ ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମିୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ରାମା ନଗରରେ ଯାଇ ମୁକ୍ତ କଲେ। ଏହା ପରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ସେତେବେଳେ ପ୍ରହରୀବର୍ଗର ସେନାପତି, “ଯିରିମିୟଙ୍କୁ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳକର କଥା କହିଥିଲେ। ସଦାପ୍ରଭୁ ତାଙ୍କ କହିବାନୁସାରେ ସବୁ ଘଟାଇ ଅଛନ୍ତି। ଏହା ଘଟିଲା, କାରଣ ତୁମ୍ଭର ଲୋକମାନେ ତାଙ୍କର କଥା ମାନିଲେ ନାହିଁ ଓ ପାପ କଲେ। ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ମୁକ୍ତ କଲି। ଯଦି ତୁମ୍ଭେ ମୋ’ ସହିତ ବାବିଲ ଯିବାକୁ ଇଚ୍ଛା କରୁଛ, ତେବେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନେବି। ଯଦି ତୁମ୍ଭେ ମୋ’ ସହିତ ଯିବାକୁ ଇଚ୍ଛା ନ କରୁଛ, ତେବେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେକୌଣସି ସ୍ଥାନକୁ ଯିବାକୁ ଭଲ ମନେ କରୁଛ, ସେଠାକୁ ଯାଅ। ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ନିକଟକୁ ଫେରିଯାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେକୌଣସି ସ୍ଥାନକୁ ଯିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ଯାଅ।”

ତା’ପରେ ନବୂଷରଦନ୍ ଯିରିମିୟଙ୍କୁ କିଛି ଖାଦ୍ୟ ଓ ପାରିତୋଷିକ ଦେଇ ବିଦାୟ କଲେ। ତେଣୁ ଯିରିମିୟ ମିସ୍ପାରେ ଅହୀକାମର ପୁତ୍ର ଗଦଲିୟ ନିକଟକୁ ଯାଇ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ଯିହୁଦାରେ ତାଙ୍କ ସଙ୍ଗେ ବାସ କଲେ।

ଗଦଲିୟଙ୍କ ସ୍ୱଳ୍ପ ଶାସନ

ଯେତେବେଳେ ଯିରୁଶାଲମ ଧ୍ୱଂସ ହେଲା, ସେତେବେଳେ ଯିହୁଦାର କେତେକ ସେନାପତି, ଅଧିପତି ଓ ଲୋକ ବାହାରେ ଥିଲେ। ସେମାନେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିୟକୁ ଦେଶର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛନ୍ତି। ସେ ତାଙ୍କ ଉପରେ ବାବିଲକୁ ନିଆଯାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ୟସ୍ତ କରିଅଛନ୍ତି। ଯେଉଁମାନେ ମି‌‌ସ୍‌‌ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇ‌ଶ୍‌ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତ‌‌‌ନ୍‌‌‌ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ।

ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ସେହି ସୈନ୍ୟମାନଙ୍କ ଓ ସେମାନଙ୍କର ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କ‌‌ଲ୍‌‌ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ। ବାବିଲ ରାଜାର ସେବାକାରି ଏହି ଦେଶରେ ବାସ କର। ଏଥିରେ ତୁମ୍ଭମାନଙ୍କର ମଙ୍ଗଳ ହେବ। 10 ଆଉ ଦେଖ, ଯେଉଁ କ‌‌ଲ୍‌‌ଦୀୟମାନେ ଆମ୍ଭ ନିକଟକୁ ମି‌‌ସ୍‌‌ପୀକୁ ଆସିବେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସେମାନଙ୍କୁ ଉତ୍ତର କରିବା। ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ। ଆଉ ତୁମ୍ଭେମାନେ ହସ୍ତଗତ କରିଥିବା ନଗରଗୁଡ଼ିକରେ ବାସ କର।”

11 ଯିହୁଦାର ଯେଉଁସବୁ ଲୋକ ମୋୟାବ, ଅମ୍ମୋନ, ଇଦୋମ ଓ ଅନ୍ୟାନ୍ୟ ସବୁ ଦେଶରେ ଥିଲେ, ସେମାନେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟକୁ ସେମାନଙ୍କୁ ଶାସନ କରିବାକୁ ନିଯୁକ୍ତ କରିଅଛି। 12 ଯେତେବେଳେ ଯିହୁଦୀମାନେ ଏହି ସମ୍ବାଦ ଶୁଣିଲେ, ସେମାନେ ବିତାଡ଼ିତ ହୋଇଥିବା ଦେଶମାନଙ୍କରୁ ଯିହୁଦାକୁ ଫେରି ଆସିଲେ। ସେମାନେ ମି‌‌ସ୍‌‌ପାରେ ଗଦଲିୟ ନିକଟକୁ ଆସିଲେ। ଆଉ ଅପାର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।

13 ଆହୁରି କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତି ସକଳ ମି‌‌ସ୍‌‌ପାରେ ଗଦଲିୟ ନିକଟକୁ ଆସିଲେ। 14 ଯୋହାନନ୍ ଓ ସେହି ଅଧିପତିଗଣ ଗଦଲିୟକୁ କହିଲେ, “ଅମ୍ମୋନ୍ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନିୟର ପୁତ୍ର ଇ‌ଶ୍‌ମାୟେଲକୁ ପଠାଇଅଛି ବୋଲି ଆପଣ ଜାଣନ୍ତି କି?” ମାତ୍ର ଅହୀକାମର ପୁତ୍ର ଗଦଲିୟ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।

15 ତାହାପରେ କାରେହର ପୁତ୍ର ଯୋହାନନ୍ ମି‌‌ସ୍‌‌ପାରେ ଗଦଲିୟକୁ ଗୋପନରେ କହିଲେ, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନିୟର ପୁତ୍ର ଇ‌ଶ୍‌ମାୟେଲକୁ ବଧ କରିବି। ଆଉ କେହି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”

16 କିନ୍ତୁ ଅହୀକାମର ପୁତ୍ର ଗଦଲିୟ କାରେହର ପୁତ୍ର ଯୋହାନ‌ନ୍‌କୁ କହିଲେ, “ତୁମ୍ଭେ ଇ‌ଶ୍‌ମାୟେଲକୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷୟରେ ଯାହା କହୁଅଛ ତାହା ସତ୍ୟ ନୁହେଁ।”

ଗୀତସଂହିତା 15-16

ଦାଉଦଙ୍କର ଗୀତ

15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
    କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
    ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
    ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
    ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
    କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
    ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
    ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
    ଆଘାତ କରି ମୁଦ୍ରା ନିଏ ନାହିଁ।

ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

ଦାଉଦଙ୍କର ମିକ୍ତାମ୍ ଗୀତ

16 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କର କାରଣ ମୁଁ ତୁମ୍ଭ ଉପରେ ନିର୍ଭର କରେ।
ମୁଁ ସଦାପ୍ରଭୁଙ୍କୁ କହିଅଛି,
    “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ।
    ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”
ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି,
    ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ।
    ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି।

କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି।
    ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ।
    ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ।
ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି।
    ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ
    ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।
ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ,
    ମୋର ଅଧିକାର ମଧ୍ୟ ଅତି ସୁନ୍ଦର।
ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି।
    ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି।

ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି।
    ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।
ତେଣୁ ମୋର ହୃଦୟ ଓ ଆତ୍ମା ଅତି ଆନନ୍ଦିତ ହେବ।
    ଏପରିକି ମୋର ଶରୀର ନିରାପଦରେ ରହିବ।
10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ।
    ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।
11 ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ।
ଯେହେତୁ ମୁଁ ତୁମ୍ଭ ସହିତ ଅଛି।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ।
    ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ମୋ’ ପାଇଁ ଚିରଦିନ ନିତ୍ୟ ସୁଖ ଭୋଗ ଆଣିଦେବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center