M’Cheyne Bible Reading Plan
7 ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା’ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ। 2 ସଦାପ୍ରଭୁଙ୍କ ସିନ୍ଦୁକ କିରିୟଥ୍-ଯିୟାରୀମରେ କୋଡ଼ିଏ ବର୍ଷ ରହିଲା।
ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ
ଇସ୍ରାଏଲର ସମସ୍ତ ଲୋକମାନେ ପୁନର୍ବାର ସଦାପ୍ରଭୁଙ୍କୁ ଅନୁସରଣ କରିବା ଆରମ୍ଭ କଲେ। 3 ତା’ପରେ ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ପ୍ରକୃତରେ ତୁମ୍ଭେମାନେ ଯଦି ହୃଦୟର ସହିତ ସଦାପ୍ରଭୁଙ୍କ ପାଖକୁ ପ୍ରତ୍ୟାବର୍ତ୍ତନ କରିଛ, ତେବେ ତୁମ୍ଭେମାନେ ବିଦେଶୀ ପ୍ରତିମାଗୁଡ଼ିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କେବଳ ତାଙ୍କୁ ହିଁ ସେବା କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରୁ ରକ୍ଷା କରିବେ।”
4 ଇସ୍ରାଏଲୀୟମାନେ ସେମାନଙ୍କର ବାଲ୍ ଓ ଅଷ୍ଟାରୋତ ପ୍ରତିମୂର୍ତ୍ତିକୁ ଫିଙ୍ଗି ଦେଲେ। ସେମାନେ କେବଳ ସଦାପ୍ରଭୁଙ୍କର ସେବା କଲେ।
5 ଶାମୁୟେଲ କହିଲେ, “ଇସ୍ରାଏଲୀୟମାନେ ତୁମ୍ଭେମାନେ ସମସ୍ତେ ମିସ୍ପୀରେ ମିଳିତ ହୁଅ। ମୁଁ ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି।”
6 ଇସ୍ରାଏଲୀୟମାନେ ମିସ୍ପୀରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗରେ ତାହା ଢାଳିଲେ। ସେମାନେ ସେହି ଦିନ ଉପବାସ ପାଳନ କଲେ। ସେମାନେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।” ଶାମୁୟେଲ ମିସ୍ପୀରେ ଇସ୍ରାଏଲୀୟମାନଙ୍କର ବିଗ୍ଭର କଲେ।
7 ପଲେଷ୍ଟୀୟମାନେ ଶୁଣିଲେ ଯେ ଇସ୍ରାଏଲୀୟମାନେ ମିସ୍ପୀରେ ମିଳିତ ହେଉଛନ୍ତି। ତେଣୁ ପଲେଷ୍ଟୀୟର ଶାସକ ଇସ୍ରାଏଲୀୟମାନଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଯେତେବେଳେ ଇସ୍ରାଏଲୀୟମାନେ ଏହା ଶୁଣିଲେ, ସେମାନେ ଭୟ କଲେ। 8 ଇସ୍ରାଏଲୀୟମାନେ ଶାମୁୟେଲଙ୍କୁ କହିଲେ, “ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରୁ ଆମକୁ ରକ୍ଷା କରିବାକୁ ପରମେଶ୍ୱରଙ୍କୁ ଗୁହାରି କର।”
9 ଶାମୁୟେଲ ଗୋଟିଏ ମେଣ୍ଢାଛୁଆ ନେଲେ ଏବଂ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ହୋମବଳି ରୂପେ ଏହା ଉତ୍ସର୍ଗ କଲେ। ଶାମୁୟେଲ ଇସ୍ରାଏଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ। 10 ଶାମୁୟେଲ ନୈବେଦ୍ୟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ଯୁଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗରେ ଖୁବ୍ ଜୋର୍ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ୱନ୍ଦରେ ପଡ଼ିଗଲେ, ସେଥିପାଇଁ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେ। 11 ଇସ୍ରାଏଲୀୟମାନେ ମିସ୍ପୀରୁ ପଲେଷ୍ଟୀୟଙ୍କୁ ଅନୁଧାବନ କଲେ। ସେମାନେ ବୈଥ୍-କର ପର୍ଯ୍ୟନ୍ତ ସେମାନଙ୍କୁ ଅନୁଧାବନ କଲେ। ସେମାନେ ପଲେଷ୍ଟୀୟ ସୈନ୍ୟମାନଙ୍କୁ ସେହି ରାସ୍ତାରେ ହତ୍ୟା କଲେ।
ଇସ୍ରାଏଲରେ ଶାନ୍ତି ପ୍ରତିଷ୍ଠା
12 ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମିସ୍ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”
13 ପଲେଷ୍ଟୀୟମାନେ ପରାସ୍ତ ହେଲେ। ସେମାନେ ପୁଣି ଇସ୍ରାଏଲରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳରେ ପଲେଷ୍ଟୀୟଙ୍କ ବିରୁଦ୍ଧରେ ଗଲେ। 14 ପଲେଷ୍ଟୀୟମାନେ ଇସ୍ରାଏଲର ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସହର ଛଡ଼ାଇ ନେଇଥିଲେ? କିନ୍ତୁ ଇସ୍ରାଏଲୀୟମାନେ ସେହି ସହରଗୁଡ଼ିକୁ ଫେରାଇ ନେଲେ।
ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ହୋଇଥିଲା।
15 ଶାମୁୟେଲ ତାଙ୍କର ଜୀବନସାରା ଇସ୍ରାଏଲର ନେତୃତ୍ୱ ନେଲେ। 16 ସେ ପ୍ରତି ବର୍ଷ ଦେଶର ଚତୁର୍ଦ୍ଦିଗ ଯାତ୍ରା କରନ୍ତି। ସେ ବୈଥେଲ୍, ଗିଲ୍ଗଲ୍ ଓ ମିସ୍ପୀ ପ୍ରଭୃତି ସ୍ଥାନକୁ ଯାତ୍ରା କଲେ। ସେ ଲୋକଙ୍କୁ ଅନୁଧ୍ୟାନ କରି ଶାସନ ଚଳାଇଲେ। 17 ଶାମୁୟେଲଙ୍କ ଘର ରାମାରେ, ତେଣୁ ସେ ସେଠାକୁ ଫେରି ଆସୁଥିଲେ। ସେ ରାମାଠାରୁ ଲୋକଙ୍କୁ ଅନୁଧ୍ୟାନ କରୁଥିଲେ ଓ ସେଠାରୁ ଶାସନ କରୁଥିଲେ। ତେଣୁ ଶାମୁୟେଲ ସଦାପ୍ରଭୁଙ୍କ ପାଇଁ ରାମାରେ ଯଜ୍ଞବେଦି ନିର୍ମାଣ କରିଥିଲେ।
ଇସ୍ରାଏଲୀୟମାନଙ୍କ ରାଜାପାଇଁ ପ୍ରାର୍ଥନା
8 ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ। 2 ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେର୍ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ। 3 ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ। 4 ତେଣୁ ସମସ୍ତ ବୟସ୍କ ନେତୃବୃନ୍ଦ ଏକାଠି ହୋଇ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ଯାତ୍ରା କଲେ। 5 ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।”
6 ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। 7 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି। 8 ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଲା ସମୟରେ ଯାହା କରୁଥିଲେ, ଆଜି ପର୍ଯ୍ୟନ୍ତ ତାହା ଦୋହରାଉଛନ୍ତି। ସେମାନେ ମୋତେ ପରିତ୍ୟାଗ କଲେ ଓ ମୋ’ ବଦଳରେ ଅନ୍ୟ ଦେବତାମାନଙ୍କର ସେବା କଲେ। ସେଥିପାଇଁ ସେମାନେ ତୁମ୍ଭ ସହିତ ଏପରି ବ୍ୟବହାର କରୁଛନ୍ତି। 9 ତେଣୁ ଲୋକମାନଙ୍କ କଥା ଶୁଣ ଏବଂ ସେମାନଙ୍କ କଥା ଅନୁସାରେ କାର୍ଯ୍ୟ କର। କିନ୍ତୁ ସେମାନଙ୍କୁ ସତର୍କ କରାଇଦିଅ ଯେ, ସେମାନଙ୍କ ପାଇଁ ରାଜା କ’ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।”
10 ଯେଉଁ ଲୋକମାନେ ରାଜା ଗ୍ଭହୁଁଥିଲେ, ଶାମୁୟେଲ ସେମାନଙ୍କୁ ସଦାପ୍ରଭୁଙ୍କ ବାଣୀ ଶୁଣାଇଲେ। 11 ଶାମୁୟେଲ କହିଲେ, “ତୁମ୍ଭ ଉପରେ ଯିଏ ରାଜତ୍ୱ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତୁମ୍ଭ ପୁତ୍ରମାନଙ୍କୁ ତା’ର ସେବା କରିବା ପାଇଁ ଓ ସୈନ୍ୟବାହିନୀର ସେବା କରିବା ପାଇଁ ବାଧ୍ୟ କରିବ। ସେମାନେ ଯୁଦ୍ଧରେ ସେନାବାହିନୀର ଯୋଦ୍ଧା ଓ ରଥାରୋହୀ ହେବେ। ତୁମ୍ଭ ପୁତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡ଼ିବେ।
12 “ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ।
“ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।
13 “ଆଉ ସେ ତୁମ୍ଭମାନଙ୍କ ଝିଅମାନଙ୍କୁ ନେଇ ସୁବାସିତ ଅତର ତିଆରି କରିବାକୁ କହିବ। ସେ ମଧ୍ୟ ତୁମ୍ଭର ଝିଅମାନଙ୍କୁ ତା’ ପାଇଁ ରୋଷେଇ କାର୍ଯ୍ୟରେ ଓ ସେକିବା କାର୍ଯ୍ୟ କରିବା ପାଇଁ ବାଧ୍ୟ କରିବ।
14 “ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା’ର ଅଧିକାରୀମାନଙ୍କୁ ବାଣ୍ଟିବେ। 15 ସେ ତୁମ୍ଭମାନଙ୍କ ବିହନ ଓ ଦ୍ରାକ୍ଷାର ଏକ-ଦଶମାଂଶ ନେଇ ଆପଣାର ଅଧିକାରୀମାନଙ୍କୁ ଓ ଦାସମାନଙ୍କୁ ଦେବ।
16 “ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ [a] ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ। 17 ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନେଇଯିବେ।
“ଏବଂ ତୁମ୍ଭେମାନେ ରାଜାଙ୍କର କ୍ରୀତଦାସ ହୋଇ ରହିବ। 18 ଦିନ ଆସିବ ଯେତେବେଳେ ତୁମ୍ଭେ ବାଛିଥିବା ରାଜାଙ୍କୁ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦେବେ ନାହିଁ।”
19 କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର। 20 ତା’ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।”
21 ଶାମୁୟେଲ ଲୋକମାନଙ୍କ କଥା ଶୁଣିଲେ ଏବଂ ସଦାପ୍ରଭୁଙ୍କୁ ସେ ସବୁ କଥାକୁ ଶୁଣାଇଲେ। 22 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।”
ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।”
ପାପ ପାଇଁ ମୃତ, କିନ୍ତୁ ଖ୍ରୀଷ୍ଟଙ୍କ ପ୍ରତି ଜୀବିତ
6 ତା’ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ? 2 ନା! ଆମ୍ଭେ ଆମ୍ଭର ପୁରାତନ ପାପ ପୂର୍ଣ୍ଣ ଜୀବନ ପ୍ରତି ମରିଯାଇଛୁ। ତା’ହେଲେ ଆମ୍ଭେ ଆଉ ପାପ କରି ଗ୍ଭଲିପାରିବା କି? 3 ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ। 4 ଅତଏବ ଆମ୍ଭେ ଯେତେବେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ଭିତରେ ସମାଧି ପ୍ରାପ୍ତ ହୋଇଗଲୁ ଓ ତାହାଙ୍କ ମୃତ୍ୟୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହେବା ଦ୍ୱାରା ଆମ୍ଭେ ପୁନରୁତ୍ଥିତ ହୋଇ ନୂତନ ଜୀବନଯାପନ କରିବା। ପରମପିତାଙ୍କର ଆଶ୍ଚର୍ଯ୍ୟ ଶକ୍ତି ଦ୍ୱାରା ଯେପରି ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେହିଭଳି ଏହା ଘଟିଲା।
5 ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ ଓ ଆମ୍ଭେ ମଧ୍ୟ ମୃତ୍ୟୁ ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହେବା ଭଳି ଆମ୍ଭେ ମଧ୍ୟ ମୃତ୍ୟୁରୁ ଜୀବିତ ହୋଇ ତାହାଙ୍କ ସହିତ ସଂଯୁକ୍ତ ହେବା। 6 ଆମ୍ଭେ ଜାଣୁ ଯେ, ଆମ୍ଭର ପୂର୍ବ ଜୀବନ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ତାହାଙ୍କ ସହିତ ମୃତ ହୋଇ ଯାଇଛି। ଆମ୍ଭର ପାପପୂର୍ଣ୍ଣ ଶରୀର ଆମ୍ଭ ଉପରେ ରାଜତ୍ୱ ନ କରିବା ପାଇଁ ଏପରି ଘଟିଲା। ତା’ପରେ ଆମ୍ଭେ ପାପର ଦାସ ହେବୁ ନାହିଁ। 7 ଯେଉଁ ଲୋକ ମରିଯାଇଛି, ସେ ପାପର ଦାସତ୍ୱରୁ ମୁକ୍ତ ହୋଇ ଯାଇଛି।
8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା’ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା। 9 ଖ୍ରୀଷ୍ଟ ମୃତ୍ୟୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ୟୁର ତାଙ୍କ ଉପରେ ଆଉ କୌଣସି କର୍ତ୍ତୃତ୍ୱ ନାହିଁ। 10 ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି। 11 ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।
12 କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ୱ ନ କରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ତୁମ୍ଭେମାନେ ଯେପରି ଶାସିତ ନ ହୁଅ। 13 ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର। 14 ପାପ ତୁମ୍ଭମାନଙ୍କର ସ୍ୱାମୀ ହେବ ନାହିଁ। କାରଣ ତୁମ୍ଭେମାନେ ବ୍ୟବସ୍ଥାର ବନ୍ଧନରେ ନୁହଁ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କ ଅନୁଗ୍ରହରେ ଜୀବିତ ଅଛ।
ଧାର୍ମିକତାର ଦାସ
15 ତା’ହେଲେ ଆମ୍ଭେ କ’ଣ କରିବା ଉଚିତ୍? ଆମ୍ଭେ ବ୍ୟବସ୍ଥାର ଅଧୀନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧୀନ ବୋଲି କ’ଣ ପାପ କରି ଗ୍ଭଲିଥିବା? ଅବଶ୍ୟ ନୁହେଁ! 16 ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ। 17 ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭେମାନେ ସମସ୍ତ ହୃଦୟର ସହିତ ପାଳନ କଲ। 18 ତୁମ୍ଭମାନଙ୍କୁ ପାପରୁ ମୁକ୍ତ କରାହେଲା ଓ ଏବେ ତୁମ୍ଭେମାନେ ଧାର୍ମିକତାର ଦାସ ହୋଇଛ। 19 ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦେଇ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହୋଇଥିବା କାରଣରୁ ମୁଁ ଏହିଭଳି ବୁଝାଉଛି। ଅତୀତରେ ତୁମ୍ଭେମାନେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହେବାକୁ ଓ ମନ୍ଦ କର୍ମରେ ନିଯୁକ୍ତ କରିଥିଲ। ଫଳ ସ୍ୱରୂପ ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲ। ଠିକ୍ ସେହିଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତେବେ ତୁମ୍ଭେମାନେ କେବଳ ପରମେଶ୍ୱରଙ୍କ ପାଇଁ ବଞ୍ଚିବ।
20 ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ ଓ ଯାହା ଉତ୍ତମ ତାହା ତୁମ୍ଭମାନଙ୍କୁ ନିୟନ୍ତ୍ରିତ କରି ନ ଥିଲା। 21 ତୁମ୍ଭେମାନେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭେମାନେ ସେଭଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କ’ଣ ତୁମ୍ଭମାନଙ୍କୁ ସାହାଯ୍ୟ କଲା? ନା, ସେ କର୍ମ ଗୁଡ଼ିକ କେବଳ ଆଧ୍ୟାତ୍ମିକ ମୃତ୍ୟୁ ଆଣିଥାଏ। 22 କିନ୍ତୁ ଏବେ ତୁମ୍ଭେମାନେ ପାପରୁ ମୁକ୍ତ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କର ଦାସ ଓ ଏହା କେବଳ ପରମେଶ୍ୱରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦେବ। ତା’ପରେ ତୁମ୍ଭେମାନେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ। 23 ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
ମିଶରସ୍ଥିତ ଯିହୁଦୀୟମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା
44 ଯେଉଁ ଯିହୁଦୀୟମାନେ ମିଶର ଦେଶସ୍ଥ ମିଗ୍ଦୋଲରେ, ତଫନ୍ହେଷରେ, ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ ସେମାନଙ୍କ ଉଦ୍ଦେଶ୍ୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। 2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୁଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ ତାହା ତୁମ୍ଭେମାନେ ଦେଖିଅଛ। ଆଉ ସେଗୁଡ଼ିକ ଜନମାନବ ଶୂନ୍ୟ ପ୍ରସ୍ତର ଗଦାରେ ଆଜି ପରିଣତ ହୋଇଅଛି। 3 କାରଣ ସେମାନେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସେମାନେ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ଯ୍ୟ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତରେ କରୁ ନ ଥିଲେ। 4 ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, “ତୁମ୍ଭେମାନେ ଏହି ଘୃଣ୍ୟ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।” 5 ମାତ୍ର ସେମାନେ ସେମାନଙ୍କର କଥା ଶୁଣିଲେ ନାହିଁ। ସେମାନେ ଆପଣା ଦୁଷ୍କର୍ମରୁ ନିବୃତ୍ତ ହୋଇ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ନ ଜଳାଇବା ପାଇଁ ଭବିଷ୍ୟଦ୍ବକ୍ତାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ। 6 ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ଯିରୁଶାଲମର ସମସ୍ତ ପଥ ସେହି କ୍ରୋଧାଗ୍ନିରେ ପ୍ରଜ୍ୱଳିତ ହେଲା। ଆଉ ମୋର କ୍ରୋଧ ଯୋଗୁଁ ଯିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ୱଂସସ୍ତୁପରେ ପରିଣତ ହୋଇଅଛି।’
7 “ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ। 8 ତୁମ୍ଭେମାନେ ଏହି ଯେ ମିଶର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନରେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ବିନଷ୍ଟ ହେବ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହେବ। 9 ଯିହୁଦା ନଗରର ଓ ଯିରୁଶାଲମର ରାଜପଥରେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଏବଂ ଯିହୁଦାର ରାଜାମାନେ ଓ ସେମାନଙ୍କର ସ୍ତ୍ରୀମାନେ କରିଥିବା ଅପରାଧ ଏବଂ ତୁମ୍ଭର ନିଜର କୁକର୍ମ ଓ ତୁମ୍ଭର ସ୍ତ୍ରୀମାନଙ୍କର କୁକର୍ମ, ତୁମ୍ଭେ ପାଶୋରି ଦେଇଛ କି? 10 ଏପରିକି ଏବେ ମଧ୍ୟ ସେମାନେ ନମ୍ର ହୋଇ ନାହାନ୍ତି କିଅବା ଆମ୍ଭ ପ୍ରତି ଭକ୍ତିଭାବ ଦେଖାଇ ନାହାନ୍ତି। ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ବିଧି ଓ ବ୍ୟବସ୍ଥା ଅନୁସାରେ ସେମାନେ ଆଚରଣ କରି ନାହାନ୍ତି।’
11 “ଏଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ ଓ ସମଗ୍ର ଯିହୁଦା ବିପକ୍ଷରେ ଅମଙ୍ଗଳ ଓ ଧ୍ୱଂସ ଘଟାଇବା ପାଇଁ ମନସ୍ଥ କରିଅଛୁ। 12 ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ। 13 ଆଉ ଆମ୍ଭେ ଯେପରି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୁଶାଲମକୁ ଦଣ୍ଡ ଦେଇଥିଲୁ, ସେହିପରି ମିଶର ଦେଶରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦେବୁ। 14 ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବାକୁ ଇଚ୍ଛାକରି ମିଶର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉଦ୍ଧାର କିଅବା ରକ୍ଷା ପାଇବେ ନାହିଁ। କାରଣ ପଳାତକ ଲୋକମାନଙ୍କ ବିନା ଆଉ କେହି ଫେରିଯିବେ ନାହିଁ।’”
15 ସେତେବେଳେ ବହୁ ସ୍ତ୍ରୀଲୋକ ଯିହୁଦାର ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଉଥିଲେ। ସେମାନଙ୍କର ସ୍ୱାମୀମାନେ ଏହା ଜାଣିଲେ ମଧ୍ୟ ସେମାନଙ୍କୁ ନିବୃତ୍ତ କରୁ ନ ଥିଲେ। ସେମାନଙ୍କ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ, 16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ। 17 ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା। 18 ମାତ୍ର ଆମ୍ଭେମାନେ ଯେତେବେଳେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇବା ଓ ପେୟନୈବେଦ୍ୟ ଢାଳିବା ଛାଡ଼ିଦେଲୁ, ଆମ୍ଭମାନଙ୍କ ସବୁ ବିଷୟରେ ଅଭାବ ଘଟିଲା ଓ ଆମ୍ଭେମାନେ ଖଡ଼୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେଲୁ।”
19 ତା’ପରେ ସେହି ସ୍ତ୍ରୀମାନେ ଯିରିମିୟଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କ ସ୍ୱାମୀମାନଙ୍କର ଅନୁମତିରେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇଲୁ, ପେୟନୈବେଦ୍ୟ ଢାଳିଲୁ ଓ ପୂଜା ନିମନ୍ତେ ପିଠା ପ୍ରସ୍ତୁତ କଲୁ।”
20 ତା’ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଙ୍କୁ କହିଲେ, ଯେଉଁମାନେ ତାଙ୍କୁ ପ୍ରତ୍ୟୁତ୍ତର କରିଥିଲେ। 21 “ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜାଗଣ, ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜଳାଇଲେ, ସଦାପ୍ରଭୁ କ’ଣ ତାହା ସ୍ମରଣ କଲେ ନାହିଁ ଓ ତାହା କ’ଣ ତାଙ୍କ ମନେ ପଡ଼ିଲା ନାହିଁ? 22 ତା’ପରେ ତୁମ୍ଭମାନଙ୍କର ଦୁଷ୍କର୍ମ କୃତ ଘୃଣ୍ୟକର୍ମ ଯୋଗୁଁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ, ତେଣୁ ତୁମ୍ଭମାନଙ୍କର ଦେଶ ନିବାସ ବିହୀନ ହୋଇ ଶୂନ୍ୟ ମରୁରେ ପରିଣତ ହୋଇଅଛି। ଲୋକମାନେ ଏହାକୁ ଅଭିଶାପ ରୂପେ ବ୍ୟବହାର କରନ୍ତି। 23 ଏ ସମସ୍ତ ଅମଙ୍ଗଳ ଘଟିବାର କାରଣ ହେଉଛି, ତୁମ୍ଭେମାନେ ଅନ୍ୟ ଦେବତା ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ବାକ୍ୟରେ ଅବଧାନ କରି ନାହଁ, ପୁଣି ତାଙ୍କର ବ୍ୟବସ୍ଥା ଓ ବିଧି ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ।”
24 ତା’ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିଶର ଦେଶରେ ଥିବା ଯିହୁଦାର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। 25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ସ୍ତ୍ରୀଲୋକମାନେ କହିଥିଲ, “ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇବା ପାଇଁ ଓ ପେୟନୈବେଦ୍ୟ ଢାଳିବା ପାଇଁ ଯେଉଁ ଶପଥ କରିଅଛୁ ତାହା ଅବଶ୍ୟ ସିଦ୍ଧ କରିବୁ।” ତେଣୁ ତୁମ୍ଭେମାନେ ଆଗେଇ ଗ୍ଭଲ, ତୁମ୍ଭମାନଙ୍କର ଶପଥ ଦୃଢ଼ କର ଓ ତୁମ୍ଭମାନଙ୍କର ଶପଥ ସିଦ୍ଧ କର।’ 26 ଏଣୁ ହେ ଯିହୁଦାର ସମସ୍ତ ମିଶର ଦେଶ ନିବାସୀ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ‘ଦେଖ, ମୁଁ ଆପଣା ମହାନାମରେ ଶପଥ କରିଅଛି, ମିଶର ଦେଶସ୍ଥ ଯିହୁଦୀ ଲୋକ ମୋର ନାମର ବ୍ୟବହାର କରିବ ନାହିଁ। “ସେମାନେ କେବେ କହିବେ ନାହିଁ, ନିଶ୍ଚିତରେ ସଦାପ୍ରଭୁ ଅଛନ୍ତି।” 27 ଆଉ ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳ ନିମନ୍ତେ ନୁହେଁ, ଅମଙ୍ଗଳ ନିମନ୍ତେ ସେମାନଙ୍କୁ ଜଗି ରହିବା। ମିଶର ଦେଶସ୍ଥ ସମସ୍ତ ଯିହୁଦୀ ନିଃଶେଷ ହେବା ପର୍ଯ୍ୟନ୍ତ ଖଡ଼୍ଗ, ଓ ଦୁର୍ଭିକ୍ଷର ମୃତ୍ୟୁ ଲାଗି ରହିବ। 28 ଖଡ଼୍ଗରୁ ରକ୍ଷା ପାଇ ଅଳ୍ପ କେତେକ ଲୋକ ମିଶରରୁ ଯିହୁଦାକୁ ଫେରିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକେ, ସେମାନେ ଜାଣିବେ କାହାର ବାକ୍ୟ ବିଶ୍ୱାସ ଯୋଗ୍ୟ, ମୋର ନା ସେମାନଙ୍କର।” 29 ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। 30 ସଦାପ୍ରଭୁ ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିୟକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ,’ ସେହିପରି, ‘ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରିବା।’”
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଦାଉଦଙ୍କର ଏକ ଗୀତ।
21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
8 ହେ ପରମେଶ୍ୱର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।
13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।
2010 by World Bible Translation Center