M’Cheyne Bible Reading Plan
ଦାଉଦ ଶାଉଲଙ୍କୁ ଲଜ୍ଜିତ କଲେ
24 ଏହା ପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଲା ପରେ ଲୋକମାନେ ଶାଉଲଙ୍କୁ କହିଲେ ଯେ, “ଦାଉଦ ଐନଗଦୀସ୍ଥ ମରୁଭୂମିରେ ଅଛି।”
2 ତେଣୁ ଶାଉଲ ଇସ୍ରାଏଲରୁ 3000 ଜଣ ବଛା ଯାଇଥିବା ଲୋକମାନଙ୍କୁ ନେଇ ଦାଉଦ ଓ ତା’ର ଲୋକମାନଙ୍କୁ ବନଛାଗର ଶୈଳରେ ଖୋଜିଲେ। 3 ସେହି ବାଟରେ ଥିବା ମେଷଶାଳାରେ ପହଞ୍ଚି ସେଠାରେ ଥିବା ଗୁମ୍ଫା ନିକଟକୁ ଯାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା’ର ଲୋକମାନେ ଗୁମ୍ଫାର ଦୂର ପଛରେ ଲୁଚିଥିଲେ। 4 ଦାଉଦଙ୍କର ଲୋକମାନେ କହିଲେ, “ସଦାପ୍ରଭୁ ଯେଉଁ ଦିନ ବିଷୟରେ କହିଥିଲେ, ‘ଆଜି ହେଉଛି ସେହି ବିଶେଷ ଦିନ। ସଦାପ୍ରଭୁ ତୁମ୍ଭଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁକୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା’ର ପ୍ରତି କର।’”
ତା’ପରେ ଦାଉଦ ଗୁରୁଣ୍ଡି ଗୁରୁଣ୍ଡି ଶାଉଲଙ୍କ ପାଖକୁ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକୁ କାଟି ଦେଲେ। କିନ୍ତୁ ଶାଉଲ ଦାଉଦଙ୍କୁ ଦେଖି ପାରି ନ ଥିଲେ। 5 ତା’ପରେ ଦାଉଦ ଅନୁତପ୍ତ କଲେ ଶାଉଲର ଲୁଗାଧଡ଼ି କାଟି ନେଇଥିବାରୁ। 6 ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ବାରଣ କଲେ ଯେ, ମୋର ସ୍ୱାମୀ ବିରୁଦ୍ଧରେ ପୁଣି ଏପରି କରିବା ଉଚିତ୍। ମୋର ହସ୍ତ ତାଙ୍କ ବିରୁଦ୍ଧରେ ଉଠାଇବା, ଏହା ମୋ’ ପାଇଁ ଠିକ୍ ହେବ ନାହିଁ। କାରଣ ଶାଉଲ ସଦାପ୍ରଭୁଙ୍କର ମନୋନୀତ ରାଜା।” 7 ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ।
ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ। 8 ଦାଉଦ ଗୁମ୍ଫାରୁ ବାହାରିଲେ, ଶାଉଲଙ୍କୁ ପାଟି କରି କହିଲେ, “ହେ ମୋର ପ୍ରଭୁ ମହାରାଜ!”
ଶାଉଲ ପଛକୁ ଗ୍ଭହିଁଲେ, ଦାଉଦ ନତମସ୍ତକ ହୋଇ ଭୂମିକୁ ଗ୍ଭହିଁ ରହିଲେ। 9 ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’ 10 ମୁଁ ଗ୍ଭହିଁ ନ ଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ୱଚକ୍ଷୁରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗୁମ୍ଫା ଭିତରେ ମାରିବା ପାଇଁ ସୁଯୋଗ ଦେଇଥିଲେ। କିନ୍ତୁ ମୁଁ ତୁମ୍ଭକୁ ମାରିବାକୁ ଇଚ୍ଛା କଲି ନାହିଁ। ମୋର ତୁମ୍ଭ ପ୍ରତି ଦୟା ଆସିଲା। ମୁଁ କହିଲି, ‘ମୁଁ ମୋର ପ୍ରଭୁଙ୍କୁ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ୱାରା ବଛା ଯାଇଥିବା ରାଜା।’ 11 ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ। 12 ସଦାପ୍ରଭୁ ମୋର ଓ ତୁମ୍ଭ ଭିତରେ ବିଗ୍ଭର କରନ୍ତୁ ଓ ତୁମ୍ଭେ ମୋ’ଠାରେ କରିଥିବା ଭୁଲ୍ ଯୋଗୁଁ ସଦାପ୍ରଭୁ ତା’ର ଦଣ୍ତ ଦିଅନ୍ତୁ। କିନ୍ତୁ ମୁଁ ତୁମ୍ଭ ସହିତ ଯୁଦ୍ଧ କରିବି ନାହିଁ। 13 ପୁରୁଣା କଥା ଅଛି,
‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’
“ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ। 14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଛନ୍ତି? ତୁମ୍ଭେ କାହା ପଛରେ ଗୋଡ଼ଉଛ? ଗୋଟିଏ ମଲା କୁକୁର ପଛରେ, ଗୋଟିଏ ଡାଆଂଶ ପଛରେ ତୁମ୍ଭେ ଗୋଡ଼ଉଛ। 15 ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।”
16 ଦାଉଦ ଶାଉଲଙ୍କୁ ଏହା କହି ସାରିବା ପରେ ଶାଉଲ କହିଲେ, “ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର କଥା,” ତା’ପରେ ଶାଉଲ କାନ୍ଦିବାକୁ ଆରମ୍ଭ କଲେ, ସେ ଜୋର୍ରେ କାନ୍ଦିଲେ। 17 ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି। 18 ତୁମ୍ଭେ ମୋତେ କହିଲ, ତୁମ୍ଭେ ଯେଉଁ ଭଲ କାର୍ଯ୍ୟ କରିଛ, ସଦାପ୍ରଭୁ ମୋତେ ତୁମ୍ଭକୁ ଦେଇଥିଲେ କିନ୍ତୁ ତୁମ୍ଭେ ମୋତେ ହତ୍ୟା କଲ ନାହିଁ। 19 ଯେତେବେଳେ ଜଣେ ମନୁଷ୍ୟ ନିଜର ଶତ୍ରୁକୁ ପାଏ ସେ ତାକୁ ଭଲରେ ଯିବାକୁ ଦିଏ ନାହିଁ। ତା’ ପ୍ରତି ଉତ୍ତମ ବ୍ୟବହାର କରେ ନାହିଁ। ଏଣୁ ଆଜି ମୋ’ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦିଅନ୍ତୁ। 20 ମୁଁ ଜାଣେ ତୁମ୍ଭେ ଇସ୍ରାଏଲର ରାଜା ହେବ। ତୁମ୍ଭେ ଇସ୍ରାଏଲକୁ ଶାସନ କରିବ। 21 ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।”
22 ତେଣୁ ଦାଉଦ ଶାଉଲଙ୍କ ନିକଟରେ ପ୍ରତିଜ୍ଞା କଲେ। ଦାଉଦ ପ୍ରତିଜ୍ଞା କରି କହିଲେ ସେ କଦାପି ଶାଉଲଙ୍କ ପରିବାରକୁ ଧ୍ୱଂସ କରିବେ ନାହିଁ। ତା’ପରେ ଶାଉଲ ଗୃହକୁ ଫେରିଲେ। ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗକୁ ପଳାଇଗଲେ।
ମଣ୍ଡଳୀରେ ନୈତିକ ସମସ୍ୟା
5 ଲୋକେ ପ୍ରକୃତରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ଯୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ୱରଙ୍କୁ ନ ଜାଣିଥିବା ଲୋକମାନଙ୍କଠାରେ ମଧ୍ୟ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି, 2 ତଥାପି ମଧ୍ୟ ତୁମ୍ଭେମାନେ ଏହିସବୁ ପାଇଁ ଗର୍ବୀ। ତୁମ୍ଭେମାନେ ଏଥିପାଇଁ ଦୁଃଖିତ ହେବା ଉଚିତ୍। ଯିଏ ଏପରି ବ୍ୟଭିଗ୍ଭର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦେବା ଉଚିତ୍। 3 ମୁଁ ସ୍ୱଶରୀରରେ ତୁମ୍ଭମାନଙ୍କ ପାଖରେ ନାହିଁ କିନ୍ତୁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁ ଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଗ୍ଭର କରିଥା’ନ୍ତି, ସେହିପରି ମୁଁ ବିଗ୍ଭର କରି ସାରିଛି। 4 ଆମ୍ଭର ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭେମାନେ ଏକତ୍ର ହୁଅ। 5 ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭେମାନେ ପ୍ରଭୁ ଯୀଶୁଙ୍କ ଶକ୍ତିରେ ଏହି ଲୋକକୁ ଶୟତାନ ହସ୍ତରେ ସମର୍ପଣ କରିଦିଅ, ଯଦ୍ଦ୍ୱାରା ତା’ର ପାପର ଶରୀର ନଷ୍ଟ ହୋଇଯିବ। ତା’ହେଲେ ତା’ର ଆତ୍ମା ପ୍ରଭୁଙ୍କ ଦିନରେ ରକ୍ଷା ପାଇ ପାରିବ।
6 ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।” 7 ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହେବାଲାଗି ତୁମ୍ଭମାନଙ୍କ ଭିତରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭେମାନେ ସେହି ଖମୀରଶୂନ୍ୟ ନିସ୍ତାରପର୍ବର ରୋଟୀ [a] ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାରପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହୋଇ ଯାଇଛନ୍ତି। 8 ଅତଏବ, ଆସ ଆମ୍ଭେମାନେ ନିସ୍ତାରପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସେହି ପୁରୁଣା ଖମୀରଯୁକ୍ତ ରୋଟୀ ନୁହେଁ। ସେହି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସେହି ରୋଟୀ ଖାଇବା ଯେଉଁଥିରେ ଖମୀର ମିଶା ହୋଇ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ୟର ରୋଟୀ।
9 ମୋର ପୂର୍ବ ପତ୍ରରେ ମୁଁ ଲେଖିଥିଲି ଯେ, ତୁମ୍ଭେମାନେ ଯୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ। 10 କିନ୍ତୁ ମୋର କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭେମାନେ ସମ୍ପର୍କ କାଟି ଦେବ। ଜଗତର ସେହି ଲୋକମାନେ ଯୌନଗତ ପାପ କରନ୍ତି, ଯେଉଁମାନେ ସ୍ୱାର୍ଥପର ସେମାନେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହେବ, ଏହି ସଂସାରରୁ ଆମ୍ଭକୁ ବାହାରି ଯିବାକୁ ପଡ଼ିବ। 11 ମୋର ଲେଖିବାର ଅର୍ଥ ଥିଲା, ଯେ ଯେଉଁ ଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘୋଷଣା କରି ଏବେ ମଧ୍ୟ ଯୌନଗତ ପାପ କରୁଛି କିଅବା ସ୍ୱାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସେହିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ୟ ଗ୍ରହଣ କର ନାହିଁ।
12-13 ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।” [b]
3 ଅନନ୍ତର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭ ସମ୍ମୁଖରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇସ୍ରାଏଲ ବଂଶକୁ ଯାଇ ଏସବୁ କଥା କୁହ।”
2 ତେଣୁ ମୁଁ ମୁଖ ଖୋଲିଲି ଓ ସେ ସେହି ନଳାକାର ପୁସ୍ତକ ମୋତେ ଭୋଜନ କରାଇଲେ। 3 ତା’ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।”
ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା।
4 ଏହା ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ଆମ୍ଭର ବାକ୍ୟସବୁ କୁହ। 5 ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ। 6 ବହୁତ ଅଲଗା ଅଲଗା ଦେଶଗୁଡ଼ିକ ନିକଟକୁ ତୁମ୍ଭମାନଙ୍କୁ ପଠାଯାଉ ନାହିଁ, ଯେଉଁମାନଙ୍କର ଭାଷାଗୁଡ଼ିକ ତୁମ୍ଭେମାନେ ବୁଝ ନାହିଁ। ପୁଣି ଯେଉଁମାନେ ତୁମ୍ଭମାନଙ୍କର ଭାଷା ବୁଝିପାରନ୍ତି ନାହିଁ। କିନ୍ତୁ ଯଦି ଆମ୍ଭେ ତୁମ୍ଭକୁ ସେପରି ଲୋକମାନଙ୍କ ପାଖକୁ ପଠାଇଥା’ନ୍ତୁ, ସେମାନେ ତୁମ୍ଭ କଥା ଶୁଣିଥା’ନ୍ତେ। 7 କିନ୍ତୁ ଇସ୍ରାଏଲ ଭବିଷ୍ୟଦ୍ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସେମାନେ ଆମ୍ଭ କଥା ଶୁଣିବା ପାଇଁ ଗ୍ଭହାନ୍ତି ନାହିଁ। ସମୁଦାୟ ଇସ୍ରାଏଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି। 8 ମାତ୍ର ଆମ୍ଭେ ସେମାନଙ୍କ ମୁଖ ପରି ଓ କପାଳି ପରି ତୁମ୍ଭର ମୁଖ ଓ କପାଳକୁ ଦୃଢ଼ କରିଅଛୁ, 9 ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସେଗୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସେମାନେ ବିଦ୍ରୋହୀ, ତୁମ୍ଭେ ସେମାନଙ୍କୁ ଭୟ କର ନାହିଁ, ଏବଂ ସେମାନଙ୍କ ଗ୍ଭହାଣିରେ ଉଦ୍ବିଗ୍ନ ହୁଅ ନାହିଁ।”
10 ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। 11 ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ ଯେ, ‘ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।’ ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚୟ ସେମାନଙ୍କୁ କୁହ।”
12 ଏହା ପରେ ଆତ୍ମା ମୋତେ ଉପରକୁ ଉଠାଇଲା, ଏବଂ ମୁଁ ମୋର ପଛରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ୱନି ଥିଲା, ଏହା ଶୁଣାଗଲା, “ଧନ୍ୟ ସଦାପ୍ରଭୁଙ୍କର ମହିମା।” 13 ସେହି ଜୀବିତ ପ୍ରାଣୀମାନଙ୍କର ଡେଣା ଦ୍ୱାରା ପରସ୍ପର ଝାଡ଼ି ହେବାର ଶବ୍ଦ ଥିଲା ଏବଂ ସେମାନଙ୍କର ଚକସବୁର ଗର୍ଜନ ଏକ ବଜ୍ରଧ୍ୱନି ସୃଷ୍ଟି କରୁଥିଲା। ଏହା ବଜ୍ରସ୍ୱର ପରି ଉଚ୍ଚ ଥିଲା। 14 ତା’ପରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲା। ମୁଁ ଦୁଃଖିତ ହୃଦୟରେ କ୍ରୋଧିତ ହୋଇ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମୋତେ ଧରିଥିଲା। 15 ତେବେ ମୁଁ ତେଲ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସେମାନେ ଯେଉଁ ସ୍ଥାନରେ ବାସ କରୁଥିଲେ, ସେ ସ୍ଥାନରେ ସେମାନଙ୍କ ମଧ୍ୟରେ ବିବ୍ରତ ଓ ନୀରବରେ ସାତ ଦିନ ବସି ରହିଲି।
The Watchman of Israel
16 ଅନନ୍ତର ସାତ ଦିନ ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟକୁ ଆସିଲା। 17 “ହେ ମନୁଷ୍ୟ ପୁତ୍ର, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ। 18 ଯଦି ଆମ୍ଭେ ସେହି ଦୁଷ୍ଟ ଲୋକଟିକୁ କହୁ, ‘ତୁମ୍ଭେ ନିଶ୍ଚିତ ଭାବରେ ମରିବ।’ ଏବଂ ଯଦି ତୁମ୍ଭେ ସେହି ଦୁଷ୍ଟ ଲୋକର କୁକର୍ମରୁ ତା’ର ଜୀବନ ରକ୍ଷା କରିବା ପାଇଁ ସତର୍କ କରିବ ନାହିଁ, ସେପରି ଦୁଷ୍ଟ ଲୋକ ତା’ର ପାପ ପାଇଁ ମରିବ କିନ୍ତୁ ତା’ର ମୃତ୍ୟୁ ପାଇଁ ମୁଁ ତୁମ୍ଭକୁ ଦାୟୀ କରିବି।
19 “ମାତ୍ର ତୁମ୍ଭେ ଯଦି ଦୁଷ୍ଟ ମନୁଷ୍ୟକୁ ସତର୍କ କରିଥାଅ ଆଉ ସେ ଆପଣା ପାପରୁ ଓ କୁପଥରୁ ନ ଫେରେ; ସେ ନିଜ ଦୋଷ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ତାକୁ ସତର୍କ କରିବା ଦ୍ୱାରା ଆପଣା ପ୍ରାଣରକ୍ଷା କର।
20 “ସେହିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହେବା ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା’ ସମ୍ମୁଖରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତେବେ ସେ ମୃତ୍ୟୁବରଣ କରିବ ଏବଂ ତା’ର ପୁଣ୍ୟକର୍ମସବୁ ହିସାବକୁ ନିଆଯିବ ନାହିଁ। ସେ ମୃତ୍ୟୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା’ର ମୃତ୍ୟୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାୟୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।
21 “କିନ୍ତୁ ଧାର୍ମିକ ଲୋକକୁ ଯଦି ତୁମ୍ଭେ ସତର୍କ କଲ ଓ ସେ ପାପ କଲା ନାହିଁ, ସେ ବଞ୍ଚିବ କାରଣ ସେ ତୁମ୍ଭର ଚେତନା ନେଲା। ଏହିପରି ତୁମ୍ଭେ ତୁମ୍ଭର ପ୍ରାଣ ରକ୍ଷା କଲ।”
22 ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା, ସେହିଠାରେ ସେ ମୋତେ କହିଲେ, “ତୁମ୍ଭେ ଉଠି ପଦା ଭୂମିକୁ ବାହାରି ଯାଅ। ଆମ୍ଭେ ସେହିଠାରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।”
23 ତେଣୁ ମୁଁ ଉଠି ପଡ଼ିଲି ଏବଂ ଉପତ୍ୟକାକୁ ଗଲି ସଦାପ୍ରଭୁଙ୍କର ମହିମା ସେ ସ୍ଥାନରେ ଠିଆ ହୋଇଥିଲା। ଏବଂ କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ଏହା ହିଁ ତାହା ଥିଲା। ତେଣୁ ମୁଁ ମୁହଁ ମାଡ଼ି ଭୂମିରେ ପଡ଼ି ରହିଲି। 24 ତା’ପରେ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କଲା ଓ ମୋର ପାଦ ଉପରକୁ ନେଇଗଲା। ତା’ପରେ ସେ ମୋତେ କହିଲା, “ଯାଅ, ଏବଂ ତୁମ୍ଭେ ଆପଣା ଗୃହ ମଧ୍ୟରେ ନିଜକୁ ରୁଦ୍ଧ କରି ରଖ, 25 ମାତ୍ର ହେ ମନୁଷ୍ୟ ପୁତ୍ର, ଲୋକମାନେ ତୁମ୍ଭକୁ ରଜ୍ଜୁରେ ବାନ୍ଧିବେ; ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ। 26 ତା’ପରେ ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ଫଳରେ ତୁମ୍ଭେ ନୀରବ ରହିବ ଓ ସେମାନଙ୍କୁ ଗାଳି ଦେବାକୁ ସମର୍ଥ ହେବ ନାହିଁ। ଯଦିଓ ସେମାନେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି। 27 କିନ୍ତୁ ତୁମ୍ଭର ପାଟି ଆମ୍ଭ ଆଜ୍ଞାରେ ଫିଟିବ। ତା’ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।’ ଯଦି ସେମାନେ ଇଚ୍ଛା କରନ୍ତି, ଶୁଣନ୍ତୁ ବା ଯଦି ସେମାନେ ଇଚ୍ଛା ନ କରନ୍ତି ବା ନ ଶୁଣନ୍ତି, ଯେହେତୁ ସେମାନେ ବିଦ୍ରୋହୀ ଜାତି ଅଟନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।
39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
ମୁଁ ମୋର ମୁଖକୁ ବନ୍ଦ ରଖିବି।”
2 ତେଣୁ ମୁଁ କିଛି କହିଲି ନାହିଁ।
ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
3 ମୁଁ ଅତି କ୍ରୋଧିତ ଥିଲି।
ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।
4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ।
6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।
7 ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
9 ମୁଁ ମୋର ପାଟି ଖୋଲି ନାହିଁ।
ମୁଁ କିଛି କହି ନାହିଁ।
ହେ ସଦାପ୍ରଭୁ ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ।
12 ହେ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।
2010 by World Bible Translation Center