Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ପ୍ରଥମ ପୁସ୍ତକ 27

ଦାଉଦ ପଲେଷ୍ଟୀୟମାନଙ୍କ ସହିତ ବାସ କଲେ

27 କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।”

ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇସ୍ରାଏଲ ପରିତ୍ୟାଗ କଲେ। ମାୟୋକର ପୁତ୍ର ଆଖୀଶ୍ ନାମକ ଗା‌ଥ୍‌ର ରାଜା ନିକଟକୁ ଗଲେ। ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା। ଲୋକମାନେ ଶାଉଲଙ୍କୁ କହିଲେ, ଦାଉଦ ଗା‌ଥ୍‌କୁ ପଳାଇ ଅଛି। ଏ କଥା ଜାଣିବା ପରେ ସେ ଆଉ ତାଙ୍କର ଅନ୍ୱେଷଣ କଲେ ନାହିଁ।

ଦାଉଦ ଆଖୀ‌ଶ୍‌‌କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ଖୁସୀ ତେବେ ମୋତେ ତୁମ୍ଭ ସହରରେ ଏକ ସ୍ଥାନ ଦିଅ। ମୁଁ କେବଳ ତୁମ୍ଭର ଦାସ ଓ ମୁଁ ସେଠାରେ ବାସ କରିବି, କିନ୍ତୁ ତୁମ୍ଭ ସହିତ ଏ ରାଜକୀୟ ସହରରେ ନୁହଁ।”

ସେହି ଦିନ ଆଖୀଶ୍ ଦାଉଦଙ୍କୁ ସିକ୍ଳଗ୍ ନଗର ଦେଲା ଏବଂ ସିକ୍ଳଗ୍ ନଗର ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି। ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଏକ ବର୍ଷ ଗ୍ଭରି ମାସ ବାସ କଲେ।

ରାଜା ଆଖୀ‌ଶ୍‌‌କୁ ଦାଉଦ ନିର୍ବୋଧ ବନାଇଲେ

ଦାଉଦ ଏବଂ ତାଙ୍କର ଲୋକମାନେ ଗଶୂରୀୟ, ଅମାଲେକୀୟ ଓ ଗିଷରୀୟ ଲୋକମାନଙ୍କୁ ଆକ୍ରମଣ କରୁଥା’ନ୍ତି। ଶୂରର ସନ୍ନିକଟ ଓ ମିଶର ପର୍ଯ୍ୟନ୍ତ ଯେଉଁ ଦେଶ, ସେଥି ମଧ୍ୟରୁ ପୂର୍ବକାଳରେ ସେଠାରେ ସେ ଲୋକମାନେ ବାସ କରୁଥିଲେ। ଦାଉଦ ସେ ଅଞ୍ଚଳର ଲୋକମାନଙ୍କୁ ପରାସ୍ତ କରି ସେମାନଙ୍କର ମେଷ, ଗାଈ, ବଳଦ, ଗଧ, ଓଟ, ଏବଂ ସେମାନଙ୍କର ଲୁଗାପଟା ଆଣି ଆଖୀ‌ଶ୍‌‌କୁ ଦେଉଥିଲେ। କିନ୍ତୁ ଦାଉଦ ସେମାନଙ୍କ ମଧ୍ୟରୁ କୌଣସି ଲୋକଙ୍କୁ ବଞ୍ଚିବାକୁ ଅନୁମତି ଦେଲେ ନାହିଁ।

10 ଦାଉଦ ଏହିପରି ପ୍ରତ୍ୟେକ ଥର କଲେ, ପ୍ରତ୍ୟେକ ଥର ଆଖୀଶ୍ ଦାଉଦଙ୍କୁ ପଗ୍ଭରୁ ଥିଲା, ତୁମ୍ଭେ ଆଜି କେଉଁଠାକୁ ଚଢ଼ାଉ କରିବା ପାଇଁ ଗଲ? ଦାଉଦ କହିଲେ, “ଆମ୍ଭେ ଯିହୁଦାର ଦକ୍ଷିଣ ଅଞ୍ଚଳ ଓ ଯିରହମେଲୀୟଙ୍କ ଦକ୍ଷିଣ ଅଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣ ଅଞ୍ଚଳ” ବିରୁଦ୍ଧରେ ଯୁଦ୍ଧ କଲୁ। 11 ଦାଉଦ କଦାପି ଗା‌ଥ୍‌କୁ ଆଣିବାକୁ କାହାରିକୁ ଜୀବିତ ରଖୁ ନ ଥିଲେ। ସେ ଭାବୁଥିଲେ, “ଯଦି ଆମ୍ଭେ ଲୋକକୁ ଜୀବିତ ଛାଡ଼ୁ, ସେ ଲୋକମାନେ ଆଖୀ‌ଶ୍‌‌କୁ ସବୁ କହି ଦେବେ, ବାସ୍ତବରେ ମୁଁ କ’ଣ କରୁଥିଲି।”

ସେ ସର୍ବଦା ଏହା କରୁଥିଲେ ସେ ଯେପର୍ଯ୍ୟନ୍ତ ପଲେଷ୍ଟୀୟ ଦେଶରେ ରହୁଥିଲେ। 12 ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି ନିଜକୁ ନିଜେ କହିଲା, “ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲେଣି, ଇସ୍ରାଏଲୀୟମାନେ ଦାଉଦଙ୍କୁ ବହୁତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମୋର ଦାସ ହୋଇ ଚିରଦିନ ରହିବ।”

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8

ମୂର୍ତ୍ତିଠାରେ ଉତ୍ସର୍ଗ ହୋଇଥିବା ପ୍ରସାଦ

ଏବେ ମୁଁ ମୂର୍ତ୍ତିଗୁଡ଼ିକଠାରେ [a] ଉତ୍ସର୍ଗୀକୃତ ମାଂସ ବିଷୟରେ କହିବି। ଆମ୍ଭେ ଜାଣୁ “ଆମ୍ଭ ସମସ୍ତଙ୍କ ପାଖରେ ଜ୍ଞାନ ଅଛି।” କିନ୍ତୁ “ଜ୍ଞାନ” ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ। କିନ୍ତୁ ପ୍ରେମ ଅନ୍ୟମାନଙ୍କୁ ବଳିଷ୍ଠ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା’ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍। କିନ୍ତୁ ଯିଏ ପରମେଶ୍ୱରଙ୍କୁ ପ୍ରେମ କରେ, ପରମେଶ୍ୱର ତାହାର ପରିଚୟ ନିଅନ୍ତି।

ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। ଆକାଶ ବା ପୃଥିବୀରେ ଅନେକଗୁଡ଼ିଏ ତଥା-କଥିତ ଦେବତା ଥାଇ ପାରନ୍ତି (ଲୋକେ ଅନେକ ବସ୍ତୁକୁ “ଦେବଗଣ” ଓ “ପ୍ରଭୁଗଣ” ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।) କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ୱର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କେବଳ ଜଣେ। ସେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ପ୍ରତ୍ୟେକ ବିଷୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦେଇଛନ୍ତି।

କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି। ଖାଦ୍ୟ ଆମକୁ ପରମେଶ୍ୱରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ୱାରା ପରମେଶ୍ୱରଙ୍କ ସହ ଆମର ସମ୍ପର୍କରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ୱାରା ଆମ୍ଭର କିଛି ଲାଭ ମଧ୍ୟ ହୁଏ ନାହିଁ।

କିନ୍ତୁ ନିଜର ସ୍ୱାଧୀନତା ବିଷୟରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ୱାଧୀନତା, ଦୁର୍ବଳ ବିଶ୍ୱାସୀମାନଙ୍କୁ ପାପରେ ନ ପକାଉ। 10 ତୁମ୍ଭମାନଙ୍କର ହିତାହିତ ଜ୍ଞାନ ଅଛି। ତେଣୁ ତୁମ୍ଭେ ଦେବ ମନ୍ଦିର ଭୋଜନ ଶାଳାରେ ବସି ଖାଇବା ପାଇଁ ଉଚିତ୍ ମନେ କରିପାର। କିନ୍ତୁ କୌଣସି ଦୁର୍ବଳ ବିଶ୍ୱାସୀ, ସେଠାରେ ତୁମ୍ଭମାନଙ୍କୁ ଦେଖି ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ମାଂସ ଖାଇବାକୁ ସାହସ ପାଇବ। ସେ ଏପରି କରିବା ଭୁଲ୍ ଜାଣି ମଧ୍ୟ ଏହାକୁ ଖାଇବ। 11 ଅତଏବ ସେହି ଦୁର୍ବଳ ବିଶ୍ୱାସୀ ଯାହା ନିମନ୍ତେ ଯୀଶୁ ଖ୍ରୀଷ୍ଟ ପ୍ରାଣତ୍ୟାଗ କରିଛନ୍ତି, ତାହାର ଆତ୍ମିକ ପତନ ପାଇଁ ତୁମ୍ଭେ ଦାୟୀ ହେବ। 12 ତୁମ୍ଭେମାନେ ଖ୍ରୀଷ୍ଟିୟ ଭାଇ ଓ ଭଉଣୀମାନଙ୍କ ବିରୁଦ୍ଧରେ ପାପ କରୁଛ, ଓ ସେମାନେ ଭୁଲ୍ ବୋଲି ଅନୁଭବ କରୁଥିବା କାମଗୁଡ଼ିକ କରିବାକୁ ଉତ୍ସାହିତ କରି ସେମାନଙ୍କ ବିବେକକୁ ଆଘାତ ଦେଉଛ। ଏହା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ମଧ୍ୟ ପାପ କରୁଛ। 13 ଯଦି ମୋର ମାଂସ ଖାଇବା ଦ୍ୱାରା ମୋ’ ଭାଇ ପାପରେ ପଡ଼ିବ, ତା’ହେଲେ ମୁଁ ଭବିଷ୍ୟତରେ ଆଉ ମାଂସ ଖାଇବି ନାହିଁ। ଏପ୍ରକାରେ ମୁଁ ମୋ’ ଭାଇର ବିଘ୍ନର କାରଣ ହେବି ନାହିଁ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 6

Prophecies Against Israel

ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ପର୍ବତଗଣ ଆଡ଼େ ବୁଲିପଡ଼ ଓ ସେମାନଙ୍କ ପ୍ରତି ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର। କୁହ:‘ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ! ସଦାପ୍ରଭୁ, ମୋର ପ୍ରଭୁ ପର୍ବତଗୁଡ଼ିକୁ, ଉପପର୍ବତଗୁଡ଼ିକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି, ଦେଖ ଆମ୍ଭେ ନିଜେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ‌‌ଖ‌ଡ଼୍‌ଗ ଆଣିବା ଓ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କରିବା। ଆମ୍ଭେ ତୁମ୍ଭମାନଙ୍କର ହୋମବଳି ନିମନ୍ତେ ଥିବା ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିବା ଏବଂ ତୁମ୍ଭମାନଙ୍କର ସୁଗନ୍ଧ ବେଦିକୁ ମଧ୍ୟ ନଷ୍ଟ କରିବା। ପୁଣି ତୁମ୍ଭମାନଙ୍କର ନିହତ ଲୋକମାନଙ୍କର ମୃତ ଶରୀରକୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ଫୋପାଡ଼ି ଦେବା। ଆଉ ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଯଜ୍ଞବେଦିଗୁଡ଼ିକରେ ଗ୍ଭରିଆଡ଼େ ବିଞ୍ଚିଦେବା। ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆଯିବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ କରାଯିବ। ଯାହା ଫଳରେ ତୁମ୍ଭମାନଙ୍କର ଯଜ୍ଞବେଦି କେବେ ପୁଣି ବ୍ୟବହାର ହେବ ନାହିଁ ଓ ତାହା ଭଗ୍ନ ହୋଇ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହେବ। ତୁମ୍ଭର ଧୂପବେଦି ଭଙ୍ଗାଯିବ ଓ ଦୂରରେ ମନୁଷ୍ୟ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ୟାନ୍ୟ ବସ୍ତୁସବୁ ତୁମ୍ଭେ ତିଆରି କଲ, ସେଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ। ତୁମ୍ଭମାନଙ୍କର ଲୋକମାନେ ନିହତ ହେବେ, ତାହାହେଲେ ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।’”

“କିନ୍ତୁ ଆମ୍ଭେ କିଛି ଲୋକଙ୍କୁ ଜୀବିତ ରଖିବା। ସେମାନେ ‌‌ଖ‌ଡ଼୍‌ଗରୁ ଖସିଯାଇ ଯେତେବେଳେ ନାନା ଦେଶରେ ଛିନ୍ନଭିନ୍ନ ହୋଇ ରହିବେ। ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀୟମାନଙ୍କୁ ବନ୍ଦୀରୂପେ ନିଆଯିବ, ସେମାନେ ମୋତେ ମନେ ରଖିବେ ଏବଂ ଆମ୍ଭେ ସେମାନଙ୍କର ବ୍ୟଭିଗ୍ଭରୀ ହୃଦୟକୁ କିପରି ଦୁଃଖରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂରେଇ ଗଲା ଏବଂ ସେମାନଙ୍କର ବ୍ୟଭିଗ୍ଭରୀ ଆଖି ଯାହା ସେମାନଙ୍କର ମୂର୍ତ୍ତିସବୁକୁ ଅନୁସରଣ କଲା। ସେମାନେ ନିଜେ କରିଥିବା କୁକର୍ମ ପାଇଁ ଓ ସେମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ନିଜକୁ ଘୃଣା କରିବେ। 10 ଯେଉଁଥିପାଇଁ ସେମାନେ ହୃ‌ଦ୍‌ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ସେମାନେ ମଧ୍ୟ ହୃଦୟଙ୍ଗମ କରିବେ ଯେ, ଆମ୍ଭେ ବୃଥାରେ କହି ନ ଥିଲୁ, ଯେତେବେଳେ ଆମ୍ଭେ କହିଥିଲୁ ଯେ, ଏହା ଆମ୍ଭେ ସେମାନଙ୍କ ପ୍ରତି ଏହି ମନ୍ଦକାର୍ଯ୍ୟ କରିବା।”

11 ସଦାପ୍ରଭୁ ମୋର ପ୍ରଭୁ ମୋତେ କହିଲେ, “ତୁମ୍ଭେ ତାଳି ବଜାଅ ଓ ପଦାଘାତ କର ଓ କୁହ: ଧିକ୍! ସେମାନଙ୍କର ଘୃଣ୍ୟ ଓ ମନ୍ଦକାର୍ଯ୍ୟ ଯୋଗୁଁ ଇସ୍ରାଏଲର ଗୃହ ‌‌ଖ‌ଡ଼୍‌ଗର, ଦୁର୍ଭିକ୍ଷର ଓ ମହାମାରୀର ଶିକାର ହେବ। 12 ଦୂରବର୍ତ୍ତୀ ଲୋକମାନେ ମହାମାରୀରେ ମରିବେ। ନିକଟବର୍ତ୍ତୀ ଲୋକମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ ଓ ଅବଶିଷ୍ଟ ଲୋକମାନେ ଦୁର୍ଭିକ୍ଷରେ ମରିବେ। କେବଳ ତା’ପରେ ଆମ୍ଭେ ସେମାନଙ୍କ ଉପରେ କ୍ରୋଧିତ ହେବାରୁ ବନ୍ଦ କରିବା। 13 ସେମାନେ ଜାଣିବେ ଯେ, ଆମ୍ଭେ ହିଁ ସଦାପ୍ରଭୁ, ଯେତେବେଳେ ସେମାନେ ସେମାନଙ୍କର ମୃତ ଶରୀର ମୂର୍ତ୍ତିମାନଙ୍କ ମଧ୍ୟରେ, ଯଜ୍ଞବେଦି ଗ୍ଭରିପାଖରେ, ପର୍ବତର ଶୀର୍ଷ ଦେଶରେ, ଶୃଙ୍ଗରେ, ପ୍ରତ୍ୟେକ ସବୁଜ ହରିତବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନମାନଙ୍କରେ ସେମାନେ ନିଜ ନିଜର ସକଳ ପ୍ରତିମାଗୁଡ଼ିକୁ ସୁବାସିତ ନୈବେଦ୍ୟ ଉତ୍ସର୍ଗ କରୁଥିଲେ, ସେହି ସକଳ ସ୍ଥାନରେ ପାଇବେ। 14 ପୁଣି ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ଦି‌ବ୍‌ଲା ପ୍ରାନ୍ତର ପର୍ଯ୍ୟନ୍ତ ସେମାନଙ୍କର ସମଗ୍ର ବସତି ସ୍ଥାନକୁ ଧ୍ୱଂସ ଓ ଶୂନ୍ୟ କରିବୁ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

ଗୀତସଂହିତା 44

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।

44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
    ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
    ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
    ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
    ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
ଆମ୍ଭର ପିତୃପୁରୁଷଙ୍କ ଖ‌ଡ଼୍‌ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
    ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
    ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
    କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
    ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
    ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
    କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
    ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
    ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।

କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
    ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
    ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
    ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
    ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
    ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
    ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
    ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
    ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
    ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
    ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
    ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
    ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
    ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
    ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
    ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
    ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
    ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
    କାହିଁକି ତୁମ୍ଭେ ଶୋଇ ରହିଛ?
    ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
    ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
    ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
    ଆମ୍ଭକୁ ସାହାଯ୍ୟ କର।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center