Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ପ୍ରଥମ ପୁସ୍ତକ 28

ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ

28 କିଛିଦିନ ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସୈନ୍ୟମାନଙ୍କୁ ଏକତ୍ରିତ କରୁଥିଲେ। ଆଖୀଶ୍ ଦାଉଦଙ୍କୁ କହିଲା, “ତୁମ୍ଭେ ବୁଝି ପାରୁଛ କି ଯେ ତୁମ୍ଭେ ଏବଂ ତୁମ୍ଭର ଲୋକମାନେ ନିଶ୍ଚିତ ମୋ’ ସହିତ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯିବ।”

ଦାଉଦ ଆଖୀ‌ଶ୍‌‌କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କ’ଣ କରିବ ଆପଣ ଜାଣିବେ।”

ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ଠିକ୍ ଅଛି, ମୁଁ ତୁମ୍ଭକୁ ଜୀବନସାରା ମୋର ଦେହରକ୍ଷୀ ସ୍ୱରୂପେ ନିଯୁକ୍ତ କରିବି।”

ଶାଉଲ ଓ ଐନଠାରେ ଥିବା ସ୍ତ୍ରୀଲୋକ

ଶାମୁୟେଲ ମରି ଯାଇଥିଲେ, ସମସ୍ତ ଇସ୍ରାଏଲୀୟବାସୀ ଶାମୁୟେଲଙ୍କର ମୃତ୍ୟୁ ପ୍ରତି ଦୁଃଖର ସହ ସମବେଦନା ଜଣାଇ ଶୋକ କରି ତାଙ୍କର ନିଜ ସ୍ଥାନ ରାମାଠାରେ କବର ଦେଇଥିଲେ।

ଶାଉଲ ଭୂତୁଡ଼ିୟା ଓ ଗୁଣିଆମାନଙ୍କୁ ଦେଶରୁ ବିତାଡ଼ିତ କରି ଦେଇଥିଲେ।

ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିଲେ। ସେମାନେ ଶୂନେମରେ ତାଙ୍କର ସେନା ଛାଉଣି ପ୍ରସ୍ତୁତ କରୁଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟବାସୀଙ୍କୁ ଏକତ୍ରିତ କରି ଗି‌ଲ୍‌ବୋୟରେ ସେନା ଛାଉଣି ସ୍ଥାପନ କଲେ। ଶାଉଲ ପଲେଷ୍ଟୀୟମାନଙ୍କର ସେନା ଛାଉଣିକି ଦେଖି ଭୟ କଲେ। ତାଙ୍କର ହୃଦୟ ଭୟରେ ଚୁ‌ର୍‌ମାର ହୋଇଗଲା। ଯେତେବେଳେ ଶାଉଲ ସଦାପ୍ରଭୁଙ୍କୁ ପଗ୍ଭରିଲେ, ସଦାପ୍ରଭୁ ତାଙ୍କୁ କିଛି ଉତ୍ତର କଲେ ନାହିଁ। ସଦାପ୍ରଭୁ ସ୍ୱପ୍ନଦ୍ୱାରା କିମ୍ବା ଊରୀମ୍ ଦ୍ୱାରା ନା ଭବିଷ୍ୟ‌ଦ୍‌ବକ୍ତାଙ୍କ ଦ୍ୱାରା ମଧ୍ୟ ତାଙ୍କୁ ଉତ୍ତର କଲେ ନାହିଁ। ତା’ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, “ମୋ’ ପାଇଁ ଏକ ସ୍ତ୍ରୀଲୋକ ଖୋଜ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହୋଇ ପାରିବ। ମୁଁ ତାକୁ ପଗ୍ଭରିବି ଯାହାସବୁ ଘଟିବାକୁ ଯାଉଛି।”

ତାଙ୍କର ଦାସମାନେ ତାଙ୍କୁ କହିଲେ, “ଐନ ନଗରରେ ଏହିପରି ଏକ ସ୍ତ୍ରୀଲୋକ ଅଛି।”

ଶାଉଲ ଛଦ୍ମ ବେଶରେ ଅଲଗା ବସ୍ତ୍ର ପିନ୍ଧି ତାଙ୍କର ଦୁଇଜଣ ଲୋକଙ୍କ ସହିତ ସେହି ସ୍ତ୍ରୀଲୋକକୁ ରାତିରେ ଦେଖା କରିବାକୁ ଗଲେ। ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ମୋ’ ପାଇଁ ଗୋଟିଏ ଆତ୍ମାକୁ ଡାକ ଯିଏ କି ଭବିଷ୍ୟତରେ କ’ଣ ହେବାକୁ ଯାଉଛି ମୋତେ କହି ପାରିବ। ତୁମ୍ଭେ ଏକ ଆତ୍ମାକୁ ଆଣ ଯାହାର ନାମ ମୁଁ କହୁଅଛି।”

କିନ୍ତୁ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ଜାଣ ଶାଉଲ ଯାହା କରିଅଛି। କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଇସ୍ରାଏଲ ଦେଶରୁ ବିତାଡ଼ିତ କରିଛି। ତୁମ୍ଭେ ମୋତେ ଫାନ୍ଦରେ ପକାଇ ମାରିବା ପାଇଁ ଗ୍ଭହୁଁଛ।”

10 ଶାଉଲ ସଦାପ୍ରଭୁଙ୍କର ନାମ ନେଇ ପ୍ରତିଜ୍ଞା କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।”

11 ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।”

ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।”

12 ସେ ସ୍ତ୍ରୀଲୋକଟି ଶାମୁୟେଲଙ୍କୁ ଦେଖି ରଡ଼ି କରିବାକୁ ଲାଗିଲା। ସେ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ମୋତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।”

13 ରାଜା ସ୍ତ୍ରୀଲୋକଟିକୁ କହିଲେ, “ଭୟ କର ନାହିଁ, ତୁମ୍ଭେ କ’ଣ ଦେଖୁଛ?”

ସ୍ତ୍ରୀଲୋକ ଜଣକ କହିଲା, “ମୁଁ ଦେଖୁଛି ଏକ ଶକ୍ତି ଭୂମିରୁ ବାହାରୁଛି।”

14 ଶାଉଲ ତାଙ୍କୁ ପଗ୍ଭରିଲେ, “ସେ କିପରି ଦେଖିବାକୁ!”

ସେ ସ୍ତ୍ରୀଲୋକ ଜଣକ ଉତ୍ତର ଦେଲା, “ସେ ଜଣେ ବୃଦ୍ଧଙ୍କ ପରି ଦେଖା ଯାଉଛି ଓ ସେ ରାଜକୀୟ ପୋଷାକ ପିନ୍ଧିଛନ୍ତି।”

ତେଣୁ ଶାଉଲ ଜାଣିଲେ ଏ ହେଉଛନ୍ତି ଶାମୁୟେଲ, ତେଣୁ ସେ ଶାମୁୟେଲଙ୍କୁ ଭୂମିଷ୍ଟ ପ୍ରଣାମ କଲେ। 15 ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?”

ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟ‌ଦ୍‌ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।”

16 ଶାମୁୟେଲ କହିଲେ, “ସଦାପ୍ରଭୁ ତୁମ୍ଭକୁ ପରିତ୍ୟାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷରେ ଅଛନ୍ତି। ତେଣୁ ତୁମ୍ଭେ ମୋତେ କାହିଁକି ବ୍ୟସ୍ତ କରୁଅଛ? 17 ସଦାପ୍ରଭୁ ମୋ’ ଦ୍ୱାରା ଯେପରି କହିଥିଲେ, ସେ ନିଜ ପାଇଁ ସେହିପରି କରିଅଛନ୍ତି। ବର୍ତ୍ତମାନ ସଦାପ୍ରଭୁ ତୁମ୍ଭଠାରୁ ରାଜ୍ୟ ଛଡ଼ାଇ ନେଇ ତୁମ୍ଭର ପଡ଼ୋଶୀ ଦାଉଦଙ୍କୁ ଦେଇଛନ୍ତି। 18 ତୁମ୍ଭେ ସଦାପ୍ରଭୁଙ୍କୁ ଅମାନ୍ୟ କରିଅଛ। ତୁମ୍ଭେ ଅମାଲେକୀୟମାନଙ୍କୁ ଧ୍ୱଂସ କଲ ନାହିଁ ଏବଂ ସେମାନଙ୍କୁ ଘଟୁଥିବା ପରମେଶ୍ୱରଙ୍କ କୋପଦୃଷ୍ଟି ସେମାନଙ୍କୁ ତୁମ୍ଭେ ଦେଖାଇଲ ନାହିଁ। ସେଥିପାଇଁ ଆଜି ସଦାପ୍ରଭୁ ତୁମ୍ଭକୁ ଏପରି କରୁଛନ୍ତି। 19 ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କରାଇବେ। ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଆସନ୍ତା କାଲି ମୋ’ ସହିତ ଏହିଠାରେ ରହିବ।”

20 ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କ କଥାରେ ତାଙ୍କର ବହୁତ ଭୟ ଜାତ ହେଲା। ଶାଉଲ ମଧ୍ୟ ବହୁତ ଦୁର୍ବଳ ଥିଲେ। କାରଣ ସେ ସେଦିନ ଓ ରାତି କିଛି ଆହାର କରି ନ ଥିଲେ।

21 ସେହି ସ୍ତ୍ରୀଲୋକଟି ଶାଉଲଙ୍କ ନିକଟକୁ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, “ଦେଖ, ମୁଁ ତୁମ୍ଭର ଦାସୀ ମୁଁ ତୁମ୍ଭକୁ ସମ୍ମାନ କରୁଛି। ମୁଁ ମୋର ଜୀବନକୁ ସଙ୍କଟାପୂର୍ଣ୍ଣ କରି ତୁମ୍ଭେ ଯାହା କହିଲ, ମୁଁ ତାହା କଲି। 22 ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା’ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।”

23 କିନ୍ତୁ ସେ କହିଲେ, ଶାଉଲ ମନା କଲେ, “ମୁଁ କିଛି ଖାଇବି ନାହିଁ।”

ଶାଉଲର ଦାସମାନେ ଓ ସେହି ସ୍ତ୍ରୀଲୋକଟି ସହ ମିଶି ତାଙ୍କୁ କିଛି ଖାଇବା ପାଇଁ ପ୍ରସ୍ତୁତ କଲେ। ଶେଷରେ ଶାଉଲ ସେମାନଙ୍କର କଥା ରକ୍ଷା କଲେ ଓ ଭୂମିରୁ ଉଠିଲେ ଓ ବସିଲେ। 24 ସେହି ସ୍ତ୍ରୀଲୋକଟାର ଏକ ସୁସ୍ଥସବଳ ବାଛୁରି ତା’ର ଗୃହରେ ଥିଲା। ସେ ତାଙ୍କୁ ମାରିଲା ଓ ଅଟା ନେଇ ଦଳିଲା ଓ ତାକୁ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲା। 25 ସେହି ସ୍ତ୍ରୀଲୋକଟି ଖାଦ୍ୟଦ୍ରବ୍ୟ ନେଇ ଶାଉଲ ଓ ତା’ର ଦାସମାନଙ୍କୁ ପରଷିଲା, ଶାଉଲ ଏବଂ ଦାସମାନେ ଖାଇଲେ। ସେହି ରାତ୍ରିରେ ସେମାନେ ସେ ସ୍ଥାନ ପରିତ୍ୟାଗ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9

ଅଧିକାର ଯାହା ପାଉଲ ବ୍ୟବହାର କଲେ ନାହିଁ

ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ। ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ।

କେତେକ ମୋର ବିଗ୍ଭର କରିବାକୁ ଇଚ୍ଛା କରନ୍ତି। ସେମାନଙ୍କ ପାଇଁ ମୋର ଉତ୍ତର ଏହି ଯେ, ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ? ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି। ଆଉ କେବଳ ବର୍ଣ୍ଣ‌ବ୍‌‌‌‌ବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ? ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ?

ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ। ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି: “ଖଳାରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।” [a] ପରମେଶ୍ୱର ଏହା କ’ଣ କେବଳ ବଳଦଙ୍କ ବିଷୟରେ କହିଲେ? ନା। 10 ଏହା ନିଶ୍ଚିତ ଯେ ଆମ୍ଭ ବିଷୟରେ ମଧ୍ୟ ଲେଖାଯାଇଛି। କାରଣ ହଳ କରୁଥିବା ଓ ଶସ୍ୟ ପାଛୁଡ଼ୁ ଥିବା ଲୋକ, ଉଭୟ ପରିଶ୍ରମ କରିଥିବା ହେତୁ, ପାଇବେ ବୋଲି ଆଶା କରିଥା’ନ୍ତି। 11 ତୁମ୍ଭମାନଙ୍କ ମଧ୍ୟରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ’ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ୟ। 12 ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ। 13 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସେବକ ସେମାନେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବେଦୀର ସେବାରେ ନିଯୁକ୍ତ ସେମାନେ ବେଦୀକୁ ଅଣାଯାଇଥିବା ନୈବେଦ୍ୟରୁ କିଛି ଭାଗ ପାଆନ୍ତି। 14 ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ।

15 କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ୟ କେବେ ହେଲେ ପ୍ରୟୋଗ କରି ନାହିଁ। ମୁଁ ମଧ୍ୟ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ୟରେ ମୁଁ ଏହା ଲେଖି ନାହିଁ। କେହି ମୋହର ଏହି ଗର୍ବର ଅଧିକାର ମୋ’ଠାରୁ ଛଡ଼ାଇ ନେଇଗଲେ ବରଂ ମୋର ମରିଯିବା ଭଲ। 16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍। 17 ତା’ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି। 18 ତା’ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। 20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି। 21 ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି। 22 ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି। 23 ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।

24 ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼। 25 ଖେଳରେ ପ୍ରତ୍ୟେକ ପ୍ରତି ଯୋଗୀକୁ କଠୋର ପ୍ରଶିକ୍ଷଣ ନେବାକୁ ହୁଏ। ସେମାନେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାୟୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ। 26 ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ। 27 ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 7

Disaster Is Coming to Jerusalem

ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟକୁ ଆସିଲା। ସେ କହିଲେ, “ହେ ମନୁଷ୍ୟ ପୁତ୍ର, ସଦାପ୍ରଭୁ ଇସ୍ରାଏଲ ଭୂମିକୁ କହନ୍ତି,

“ସମଗ୍ର ଦେଶର ସମାପ୍ତି ଆସିଯାଇଛି।
    ସମଗ୍ର ଦେଶ ଧ୍ୱଂସ ହେବାର
    ଅନ୍ତିମକାଳ ଆସିଯାଇଛି।
ବର୍ତ୍ତମାନ ତୁମ୍ଭର ଅନ୍ତିମକାଳ ଉପସ୍ଥିତ,
    ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭ କ୍ରୋଧ ପ୍ରକାଶ କରିବା।
ତୁମ୍ଭର କର୍ମ ଅନୁସାରେ ତୁମ୍ଭର ବିଗ୍ଭର କରିବା
    ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମ ପାଇଁ ଆମ୍ଭେ ତୁମ୍ଭଙ୍କୁ ଦଣ୍ଡ ଦେବା।
ଆମ୍ଭେ ତୁମ୍ଭକୁ କୌଣସି ଦୟା ଦେଖାଇବା ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ।
    କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦକାର୍ଯ୍ୟ ପାଇଁ
ଓ ତୁମ୍ଭର ସମସ୍ତ ଘୃଣ୍ୟ ପ୍ରଥା ପାଇଁ ଦଣ୍ଡିତ କରିବା।
    ଯାହା ଫଳରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।”

ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଦେଖ, ଗୋଟିଏ ପରେ ଗୋଟିଏ ଅମଙ୍ଗଳ ଆସୁଅଛି। ଅନ୍ତିମ କାଳ ଆସୁଅଛି, ଯବନିକା ଆସୁଅଛି। ଏହା ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେଉଅଛି। ଏହା ତା’ର ବାଟରେ ଆସୁଅଛି। ହେ ଦେଶର ନିବାସୀଗଣ, ତୁମ୍ଭମାନଙ୍କର ଅନ୍ତିମ ଦଣ୍ଡ ଆସିଯାଇଛି। ସେହି ସମୟ ଆସୁଅଛି, ତୁମ୍ଭର ଶେଷ ବିଗ୍ଭର ଦିନ ଅତି ନିକଟ। ସେହି ଦିନଟି ସନ୍ଦେହର ଓ ବହୁତ ଦୁଃଖପ୍ରଦ ଅଟେ। ତାହା ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ। ବର୍ତ୍ତମାନ ଆମ୍ଭେ ଆପଣା କ୍ରୋଧକୁ ତୁମ୍ଭ ଉପରେ ପ୍ରୟୋଗ କରିବା। ଯେପର୍ଯ୍ୟନ୍ତ ଏହା ପ୍ରାଧାନ୍ୟ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସାରେ ବିଗ୍ଭର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁଁ ତୁମ୍ଭକୁ ଦଣ୍ଡିତ କରିବା। ଆମ୍ଭେ ତୁମ୍ଭକୁ କୌଣସି ଦୟା ଦେଖାଇବା ନାହିଁ କି ତୁମ୍ଭକୁ ଅନୁକମ୍ପା କରିବା ନାହିଁ। ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କର୍ମ ଯୋଗୁଁ ଓ ତୁମ୍ଭ ମଧ୍ୟରେ ଥିବା ଘୃଣା ପ୍ରଥା ଯୋଗୁଁ ଦଣ୍ଡିତ କରିବା। ଏବଂ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଯିଏ ତୁମ୍ଭକୁ ଆଘାତ କରିଛନ୍ତି।

10 “ଦେଖ, ସେହି ଦିନ ଆସୁଅଛି। ତୁମ୍ଭର ଶେଷ ବିଗ୍ଭରାଜ୍ଞା ନିର୍ଗତ ହେଲା, ଯଷ୍ଟି ଅଙ୍କୁରିତ ଓ ପୁଷ୍ପିତ ହେଉଅଛି। ଅହଙ୍କାର ଅଙ୍କୁରିତ ହୋଇଅଛି। 11 ଜଣେ ଉଗ୍ର ବ୍ୟକ୍ତି ଏକ ଦୁଷ୍ଟ ଆଶାବାଡ଼ିରେ ପରିଣତ ହୋଇଅଛି, ସେ ସେମାନଙ୍କ ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ଜନଗହଳି ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ବଂଶଧରମାନଙ୍କ ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ନେତାମାନଙ୍କ ମଧ୍ୟରୁ ଜଣେ ନୁହେଁ।

12 “ସମୟ ଆସିଅଛି, ସେହି ଦିନ ନିକଟବର୍ତ୍ତୀ ହେଉଅଛି। କର୍ତ୍ତା ଆନନ୍ଦ ନ କରୁ ଓ ବିକ୍ରେତା ଶୋକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧ୍ୟରେ ଥିବା ପ୍ରତ୍ୟେକଙ୍କ ଉପରେ ଆସିଯାଇଛି। 13 ବିକ୍ରେତା ବିକ୍ରୟ କରିଥିବା ସମ୍ପତ୍ତିରୁ, ସେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କଠାରୁ ଫେରିପାଇବ ନାହିଁ। କାରଣ ଏହି ଦର୍ଶନ ସମସ୍ତ ଲୋକାରଣ୍ୟ ପାଇଁ ଉଦ୍ଧିଷ୍ଟ। ଏହା ବଦଳା ଯାଇପାରିବ ନାହିଁ। ସେମାନଙ୍କର ପାପ ସକାଶେ, କେହି ଆପଣା ଜୀବନକୁ ଧରି ରଖିବାକୁ ସକ୍ଷମ ହେବେ ନାହିଁ।

14 “ସେମାନେ ତୂରୀଗୁଡ଼ିକ ବଜାଇ ସମସ୍ତଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ କରିବେ। କିନ୍ତୁ ଯୁଦ୍ଧକୁ କେହି ଯିବେ ନାହିଁ କାରଣ ଆମ୍ଭର କ୍ରୋଧ ସମସ୍ତ ଜନଗହଳି ଉପରେ ଅଛି। 15 ବାହାରେ ଶତ୍ରୁର ‌‌ଖ‌ଡ଼୍‌ଗ ଓ ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି। ଯେଉଁ ଲୋକ କ୍ଷେତ୍ରକୁ ଯିବ ସେ ‌‌ଖ‌ଡ଼୍‌ଗରେ ମରିବ ଓ ଯେ ନଗର ମଧ୍ୟରେ ରହିବ, ସେ ଦୁର୍ଭିକ୍ଷ ଓ ମହାମାରୀରେ ବିନାଶ ହେବ।

16 “କିନ୍ତୁ ସେମାନଙ୍କ ମଧ୍ୟରୁ ଯେଉଁମାନେ ରକ୍ଷା ପାଇବେ, ସେମାନେ ପର୍ବତ ଆଡ଼କୁ ଦୌଡ଼ିବେ। ଏବଂ ସେମାନେ ସେମାନଙ୍କର ପାପ ପାଇଁ ଶୋକ କରିବେ ଓ ପର୍ବତ ଉପରେ କରୁଣ ଭାବରେ ବିଳାପ କରିବେ, ଉପତ୍ୟକାରେ କପୋତ ବାହୁନିବା ପରି। 17 ସମସ୍ତଙ୍କର ହସ୍ତ ଏତେ ଦୁର୍ବଳ ହେବ ଯେ, ତାହା ଉପରକୁ ଉତ୍ତୋଳିତ ହେବ ନାହିଁ। ଆଉ ମଧ୍ୟ ସମସ୍ତଙ୍କର ଅଶ୍ରୁ ଜଳପରି ତରଳ ହେବ। 18 ଏବଂ ସେମାନେ ଚଟବସ୍ତ୍ର ପରିଧାନ କରିବେ। ସେମାନେ ଭୟରେ ଥରିବେ। ସମସ୍ତଙ୍କର ମୁଖ ଲଜ୍ଜାରେ ଆଚ୍ଛାଦିତ ହେବ ଓ ଦୁଃଖର ଚିହ୍ନ ସ୍ୱରୂପ ସେମାନେ ସେମାନଙ୍କର ମସ୍ତକ ଲଣ୍ଡିତ କରିବେ। 19 ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।

20 “ସେହି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାରରେ ଘୃଣ୍ୟ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସେମାନେ ଗର୍ବ କରୁଥିଲେ ଏବଂ ସେମାନେ ସେହି ମୂର୍ତ୍ତିଗୁଡ଼ିକ ପରମେଶ୍ୱରଙ୍କ ମନ୍ଦିରରେ ରଖିଲେ। ତେଣୁ ଆମ୍ଭେ ସେଗୁଡ଼ିକ ସେମାନଙ୍କ ପାଇଁ କଳୁଷିତ ସାମଗ୍ରୀରେ ପରିଣତ କରିଦେବା। 21 ତା’ପରେ ଆମ୍ଭେ ସେହି ମନ୍ଦିରରୁ ଲୁଣ୍ଠନ ସାମଗ୍ରୀ ରୂପେ ବିଦେଶୀମାନଙ୍କ ହସ୍ତରେ ଓ ଲୁଟ ଦ୍ରବ୍ୟରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା ଓ ସେମାନେ ଏହାକୁ କଳୁଷିତ କରିବେ। 22 ଆଉ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା। ସେମାନେ ଆମ୍ଭର ନିବୃତସ୍ଥାନ ଅପବିତ୍ର କରିବେ। ଆଉ ଡକାୟତମାନେ ତାହା ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।

23 “ବନ୍ଦୀମାନଙ୍କ ପାଇଁ ଶିକୁଳି ପ୍ରସ୍ତୁତ କର। କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ହେବ। 24 ତେଣୁ ଆମ୍ଭେ ଦୁଷ୍ଟ ଜାତିମାନଙ୍କୁ ଆଣିବା। ତହିଁରେ ସେମାନେ ଏହି ଲୋକମାନଙ୍କର ଗୃହସବୁ ଅଧିକାର କରିବେ। ଆଉ ମଧ୍ୟ ଆମ୍ଭେ ବଳବାନ ଲୋକମାନଙ୍କର ଗର୍ବ ଚୂର୍ଣ୍ଣ କରିବା। ଆଉ ସେମାନଙ୍କର ପବିତ୍ର ପୂଜାସ୍ଥାନ କଳୁଷିତ ହେବ।

25 “ତୁମ୍ଭେମାନେ ବିନାଶ ପାଇଁ ଭୟଭୀତ ହେବ ଓ ତୁମ୍ଭେମାନେ ଶାନ୍ତି ଅନ୍ୱେଷଣ କରିବ ମାତ୍ର କିଛି ପାଇବ ନାହିଁ। 26 ଗୋଟିଏ ବିପର୍ଯ୍ୟୟ ପରେ ଆଉ ଗୋଟିଏ ବିପର୍ଯ୍ୟୟ ଘଟିବ ଓ ଜନରବ ଉପରେ ଜନରବ ହେବ। ତେଣୁ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ। 27 ତୁମ୍ଭମାନଙ୍କର ରାଜା ଶୋକ କରିବେ ଓ ନେତୃବର୍ଗ ଶୋକର ବସ୍ତ୍ର ପରିଧାନ କରିବେ। ଦେଶର ଲୋକମାନଙ୍କର ହସ୍ତ କମ୍ପିତ ହେବ। ଯେହେତୁ ଆମ୍ଭେ ସେମାନଙ୍କର ନିଜ ଆଚରଣ ଓ ଆଦର୍ଶ ଅନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା। ସେମାନଙ୍କର କର୍ମ ଅନୁସାରେ ସେମାନଙ୍କର ବିଗ୍ଭର କରାଯିବ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ହୃଦୟଙ୍ଗମ କରିବେ।”

ଗୀତସଂହିତା 45

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ ସ୍ୱରରେ କୋରହ ପରିବାରର ଏହା ଏକ ପ୍ରେମର ଗୀତ।

45 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ,
    ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ।
ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ,
    ନିପୁଣ ଲେଖକର କଲମରୁ ଆସିଲା ପରି।

ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ,
    ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ,
    ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
ହେ ବୀର, ତୁମ୍ଭର ଖ‌ଡ଼୍‌ଗ ଧାରଣ କର,
    ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶୋଭା ପାଉ।
ତୁମ୍ଭେ ଆଶ୍ଚର୍ଯ୍ୟ ଦିଶୁଛ।
    ଯାଅ ନ୍ୟାୟ ଓ ଧର୍ମପାଇଁ ଯୁଦ୍ଧରେ ବିଜୟୀ ହୁଅ।
    ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅ‌ଦ୍‌ଭୂତ କାର୍ଯ୍ୟ କରିବାକୁ ପ୍ରଶିକ୍ଷିତ।
ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭେଦ କରିବାକୁ
    ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
ପରମେଶ୍ୱର, [a] ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବେ।
    ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର।
    ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ
    ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡା‌ଲ୍‌ଚିନି ମସଲାର ବାସନା ଭାସି ଆସୁଛି।
    ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି।
    ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ
    ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।

10 ହେ ରାଜକୁମାରୀ, ଶୁଣ।
    ଯଦି ତୁମ୍ଭେ ମନଦେଇ ଶୁଣ, ତେବେ ସବୁ ବୁଝିପାରିବ,
ଓ ତୁମ୍ଭର ପରିବାରକୁ ଭୁଲିଯାଅ।
11     ତୁମ୍ଭର ସୌନ୍ଦର୍ଯ୍ୟରେ ରାଜା ମୁ‌‌ଗ୍‌‌ଧ ହେବେ।
ସେ ତୁମ୍ଭର ନୂତନ ପତି ହେବେ,
    ତେଣୁ ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବା ଉଚିତ୍।
12 ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ।
    ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ।

13 ତା’ର ସମସ୍ତ ମହିମାରେ,
    ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।
14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ,
    ତା’ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।
15 ସେମାନେ ଆନନ୍ଦ ଉଲ୍ଲାସରେ ଆସିବେ।
    ସେମାନେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।

16 ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ।
    ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ।
    ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center