M’Cheyne Bible Reading Plan
ଦାଉଦ ଓ ତାଙ୍କ ଲୋକମାନେ ହିବ୍ରୋଣକୁ ଗଲେ
2 ଏହା ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଗ୍ଭରିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ନିୟନ୍ତ୍ରଣ କରିବାକୁ ଯିବି?”
ସଦାପ୍ରଭୁ ଉତ୍ତର ଦେଲେ, “ଯାଅ।”
ତା’ପରେ ଦାଉଦ ପଗ୍ଭରିଲେ, “ମୁଁ କେଉଁଠାକୁ ଯିବା ଉଚିତ୍?”
ସଦାପ୍ରଭୁ କହିଲେ, “ତୁମ୍ଭେ ହିବ୍ରୋଣକୁ ଯାଅ।”
2 ତେଣୁ ଦାଉଦ ଓ ତାଙ୍କର ଦୁଇ ଜଣ ସ୍ତ୍ରୀଙ୍କ ସହିତ ହିବ୍ରୋଣକୁ ଗଲେ। ତାଙ୍କର ସ୍ତ୍ରୀମାନେ ଥିଲେ ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ସ୍ତ୍ରୀ ଅବୀଗଲ। 3 ଦାଉଦ ତାଙ୍କର ଲୋକମାନଙ୍କୁ ଓ ସେମାନଙ୍କର ପରିବାରବର୍ଗମାନଙ୍କୁ ସାଙ୍ଗରେ ନେଇଗଲେ। ଏବଂ ସେମାନେ ସମସ୍ତେ ସେହି ହିବ୍ରୋଣ ସହରରେ ଓ ତା’ର ପାଖାପାଖି ସହରରେ ବାସ କଲେ।
4 ଯିହୁଦାର ଲୋକମାନେ ହିବ୍ରୋଣକୁ ଆସି ଦାଉଦଙ୍କୁ ଯିହୁଦାର ରାଜା ଭାବରେ ଅଭିଷିକ୍ତ କଲେ। ତା’ପରେ ସେମାନେ ଦାଉଦଙ୍କୁ କହିଲେ, “ଯାବେଶ୍ ଗିଲିୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।”
5 ଦାଉଦ ଯାବେଶ୍ ଗିଲିୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇଲେ ଓ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। କାରଣ ତୁମ୍ଭେମାନେ ନିଜର ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ। 6 ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରକାଶ କରନ୍ତୁ। କାରଣ ତୁମ୍ଭେମାନେ ଏହି କର୍ମ କରିଥିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟା ପ୍ରଦର୍ଶନ କରିବି। 7 ତୁମ୍ଭେମାନେ ସାହସୀ ଓ ଶକ୍ତିଶାଳୀ ହୁଅ। ତୁମ୍ଭର ରାଜା ଶାଉଲ ମୃତ, କିନ୍ତୁ ତୁମ୍ଭର ଯିହୁଦାର ପରିବାରବର୍ଗ ମୋତେ ରାଜା ଭାବରେ ଅଭିଷିକ୍ତ କରିଛନ୍ତି।”
ଈଶ୍ବୋଶତ୍ ରାଜା ହେଲେ
8 ନରର ପୁତ୍ର ଅବ୍ନର ଶାଉଲଙ୍କ ସୈନ୍ୟଦଳର ସେନାପତି ଥିଲେ। ଅବ୍ନର ଶାଉଲଙ୍କର ପୁତ୍ର ଈଶ୍ବୋଶତ୍କୁ ମହନୟିମକୁ ନେଇଗଲେ। 9 ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।
10 ଈଶ୍ବୋଶତ୍ ଥିଲେ ଶାଉଲଙ୍କର ପୁତ୍ର। ସେ ଯେତେବେଳେ ଇସ୍ରାଏଲର ରାଜା ହେଲେ ତାଙ୍କୁ ସେତେବେଳେ 40 ବର୍ଷ ବୟସ ହୋଇଥିଲା। ସେ ମାତ୍ର ଦୁଇ ବର୍ଷ ପାଇଁ ରାଜତ୍ୱ କରିଥିଲେ। କିନ୍ତୁ ଯିହୁଦାର ଲୋକମାନେ ଦାଉଦଙ୍କୁ ରାଜା ଭାବରେ ମାନୁଥିଲେ। 11 ଦାଉଦ ଥିଲେ ହିବ୍ରୋଣର ରାଜା। ସେ ଯିହୁଦାର ପରିବାରବର୍ଗ ଉପରେ ସାଢ଼େ ସାତ ବର୍ଷ ଶାସନ କଲେ।
ସାଘାଂତିକ ପ୍ରତିଦ୍ୱନ୍ଦିତା
12 ନରର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ୍ର କର୍ମଗ୍ଭରୀମାନେ ମହନୟିମରୁ ଗିବିୟୋନକୁ ଗଲେ। 13 ସରୁୟାର ପୁତ୍ର ଯୋୟାବ୍ ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ୟ ଗିବିୟୋନକୁ ଗଲେ। ସେମାନେ ଅବ୍ନର ଏବଂ ଈଶ୍ବୋଶତ୍ର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖରେ ଭେଟିଲେ। ଯୋୟାବର ଦଳ ପୋଖରୀର ଏକ ପାର୍ଶ୍ୱରେ ବସିଲା ବେଳେ ଅବ୍ନରର ଦଳ ପୋଖରୀର ଅନ୍ୟ ପାର୍ଶ୍ୱରେ ବସିଲେ।
14 ଅବ୍ନର ଯୋୟାବକୁ କହିଲେ, “ଯୁବକ ସୈନ୍ୟମାନେ ଆମ୍ଭମାନଙ୍କ ସମ୍ମୁଖରେ ପ୍ରତିଯୋଗିତା କରନ୍ତୁ।”
ଯୋୟାବ ଉତ୍ତର ଦେଲେ, “ହଁ ପ୍ରତିଯୋଗିତା ହେଉ।”
15 ତେଣୁ ଯୁବକ ସୈନ୍ୟମାନେ ଉଠିଲେ, ଦୁଇ ଦଳ ସେମାନଙ୍କର ସୈନ୍ୟମାନେ ପ୍ରତିଯୋଗିତା ପାଇଁ ଗଣତି ହେଲେ। ସେମାନେ ଶାଉଲଙ୍କର ପୁତ୍ର ଈଶ୍ବୋଶତ୍ ପାଇଁ ପ୍ରତିଯୋଗିତା କରିବା ପାଇଁ ବିନ୍ୟାମୀନ ବଂଶରୁ ବାର ଜଣଙ୍କୁ ବାଛିଲେ। ଏବଂ ସେମାନେ ଦାଉଦଙ୍କର କର୍ମଗ୍ଭରୀ ମଧ୍ୟରୁ ବାର ଜଣଙ୍କୁ ବାଛିଲେ। 16 ପ୍ରତ୍ୟେକ ସୈନ୍ୟ ଏକ ଆରେକର ମସ୍ତକ ଧରିଲେ ଏବଂ ଏକ ଆରେକକୁ ଖଡ଼୍ଗରେ ଭୂଷିଲେ। ତେଣୁ ସେମାନେ ଏକତ୍ର ପଡ଼ିଗଲେ। ତେଣୁ ସେହି ସ୍ଥାନର ନାମ “ତୀକ୍ଷ୍ଣ ଖଡ଼୍ଗ କ୍ଷେତ୍ର” ବୋଲି ଡକାଯାଏ। ସେହି ସ୍ଥାନଟି ଗିବିୟୋନରେ ଥିଲା। 17 ସେହି ପ୍ରତିଯୋଗିତା ଏକ ଭୟଙ୍କର ଯୁଦ୍ଧରେ ପରିଣତ ହେଲା। ଦାଉଦର ସୈନ୍ୟମାନେ ସେଦିନ ଅବ୍ନର ଓ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ।
ଅବ୍ନର ଅସାହେଲ୍କୁ ହତ୍ୟା କଲେ
18 ସରୁୟାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯୋୟାବ, ଅବୀଶୟ ଏବଂ ଅସାହେଲ୍। ଅସାହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ଣସାର ମୃଗପରି କ୍ଷିପ୍ର ଗତିରେ ଦୌଡ଼ି ପାରନ୍ତି। 19 ଅସାହେଲ୍ ଅବ୍ନର ପଛେ ପଛେ ଦୌଡ଼ିଗଲା। ଏବଂ ତାଙ୍କ ପଛେ ପଛେ ଯିବା ଆରମ୍ଭ କଲା। 20 ଅବ୍ନର ପଛକୁ ଅନାଇ କହିଲା, “ଅସାହେଲ୍ ଏ କି ତୁମ୍ଭେ?”
ସେ ଉତ୍ତର କଲା, “ହଁ, ମୁଁ।”
21 ଅସାହେଲ୍କୁ ହତ୍ୟା କରିବା ପାଇଁ ଅବ୍ନର ଗ୍ଭହୁଁ ନ ଥିଲେ। ତେଣୁ ଅବ୍ନର ଅସାହେଲ୍କୁ କହିଲେ, “ମୋ’ ପଛରେ ଦୌଡ଼ିବା ବନ୍ଦ କର। ତୁମ୍ଭେ ଅନ୍ୟ ଜଣକ ପଛରେ ଦୌଡ଼, ତା’ଠାରୁ ତୁମ୍ଭେ ସହଜରେ ସାଂଜୁ ଛଡ଼ାଇ ତୁମ୍ଭ ପାଇଁ ଆଣି ପାରିବ।” କିନ୍ତୁ ଅସାହେଲ୍ ମନା କଲେ ଓ ଅବ୍ନର ପଛରେ ଗୋଡ଼ାଇଲେ।
22 ଅବ୍ନର ଆଉଥରେ ଅସାହେଲ୍କୁ କହିଲେ, “ମୋ’ ପଛେ ଗୋଡ଼ାଇବା ବନ୍ଦ କର ନଚେତ୍ ମୁଁ ତୁମ୍ଭକୁ ହତ୍ୟା କରିବି। ମୁଁ ତୁମ୍ଭକୁ ହତ୍ୟା କଲେ ତୁମ୍ଭର ଭାଇ ଯୋୟାବକୁ କିପରି ମୁହଁ ଦେଖାଇବି?”
23 କିନ୍ତୁ ଅସାହେଲ୍ ଅବ୍ନର ପଛରେ ଦୌଡ଼ିବାରୁ ବିରତ ହେଲା ନାହିଁ। ତେଣୁ ଅବ୍ନର ବର୍ଚ୍ଛାର ମୁନରେ ତା’ର ପେଟକୁ ଭୂଷି ଦେବାରୁ ତାହା ପିଠି ଦେଇ ବାହାରି ଗଲା। ତେଣୁ ସେ ସେହିଠାରେ ମରିଗଲା।
ଯୋୟାବ ଓ ଅବୀଶୟ ଅବ୍ନର ପଛରେ ଗୋଡ଼ାଇଲେ
ଅସାହେଲ୍ର ମୃତ ଶରୀର ଭୂମି ଉପରେ ସେହିଠାରେ ପଡ଼ି ରହିଥିଲା। ଯେତେ ଲୋକ ସେ ବାଟ ଦେଇ ଦୌଡ଼ୁ ଥିଲେ, ସମସ୍ତେ ସେହିଠାରେ ଅଟକି ଗଲେ। 24 କିନ୍ତୁ ଯୋୟାବ ଓ ଅବୀଶୟ ଅବ୍ନର ପଛରେ ଗୋଡ଼ାଇଲେ, ସେମାନେ ଯେତେବେଳେ ଅମା ପର୍ବତ ନିକଟରେ ପହଞ୍ଚିଲେ, ସେତେବେଳକୁ ସୂର୍ଯ୍ୟାସ୍ତ ହୋଇଯାଇ ଥିଲା। ଗିବିୟୋନ ମରୁଭୂମିର ପଥ ନିକଟବର୍ତ୍ତି ଗୀଆ ପୂର୍ବରୁ ଅମା ପର୍ବତ ଉପସ୍ଥିତ। 25 ବିନ୍ୟାମୀନର ପରିବାରବର୍ଗ ଅବ୍ନର ଚତୁର୍ପାର୍ଶ୍ୱରେ ପର୍ବତର ଶିର୍ଷରେ ଘେରି ରହିଥିଲେ।
26 ଅବ୍ନର ଯୋୟାବକୁ ଡାକି କହିଲେ, “ଆମ୍ଭେ ନିଶ୍ଚିତ ଯୁଦ୍ଧ କରୁଥିବା ଓ ପରସ୍ପରକୁ ଚିରଦିନ ହତ୍ୟା କରୁଥିବା କି? ତୁମ୍ଭେ ନିଶ୍ଚିତରେ ଜାଣ ଯେ, ଏହା ଦୁଃଖଦ ପୂର୍ଣ୍ଣ ଶେଷ ହେବ। ତୁମ୍ଭମାନଙ୍କର ଲୋକମାନଙ୍କୁ କୁହ ସେମାନଙ୍କର ଭାଇମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ।”
27 ତା’ପରେ ଯୋୟାବ କହିଲା, “ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ୱର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହିପରି କହି ନ ଥା’ନ୍ତ, ଲୋକମାନେ ସେମାନଙ୍କର ନିଜର ଭାଇମାନଙ୍କ ପଛରେ ପ୍ରଭାତ ପର୍ଯ୍ୟନ୍ତ ଗୋଡ଼ାଉ ଥା’ନ୍ତେ।” 28 ତେଣୁ ଯୋୟାବ ତୂରୀ ବଜାଇଲେ ଓ ଲୋକମାନେ ଇସ୍ରାଏଲୀୟମାନଙ୍କ ପଛରେ ଦୌଡ଼ିବା ବନ୍ଦ କଲେ। ତା’ପରେ ସେମାନେ ଆଉ ଯୁଦ୍ଧ କଲେ ନାହିଁ।
29 ଅବ୍ନର ଓ ତାଙ୍କର ଲୋକମାନେ ସେ ରାତ୍ରି ତମାମ ଯର୍ଦ୍ଦନ ଉପତ୍ୟକା ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ନଦୀ ପାର ହେଲେ ଓ ସେମାନେ ମହନୟିମକୁ ପହଞ୍ଚିବା ପର୍ଯ୍ୟନ୍ତ ଦିନସାରା ଗମନ କଲେ।
30 ଯୋୟାବ ପଶ୍ଚାଦ୍ଧାବନ ବନ୍ଦ କରି ଗଣି ଦେଖିଲେ, ଅସାହେଲ୍କୁ ମିଶାଇ ଦାଉଦଙ୍କର ସୈନ୍ୟମାନଙ୍କ ମଧ୍ୟରୁ ଊଣାଇଶ ଜଣ ନାହାନ୍ତି। 31 କିନ୍ତୁ ଦାଉଦଙ୍କର ସୈନ୍ୟମାନେ ବିନ୍ୟାମୀନ ପରିବାରରୁ 360 ଜଣ ଅବ୍ନରର ଲୋକମାନଙ୍କୁ ମାରି ଦେଇଥିଲେ। 32 ଦାଉଦର ସୈନ୍ୟମାନେ ଅସାହେଲ୍ର ଶରୀରକୁ ଆଣି ବୈଥ୍ଲେହମ ସ୍ଥିତ ତା’ର ପିତାଙ୍କର କବରରେ କବର ଦେଲେ। ପୁଣି ଯୋୟାବ ଓ ତା’ର ଲୋକମାନେ ରାତ୍ରିସାରା ପଦଗ୍ଭରଣ କରି ବୁଲିଲେ।
ଏବଂ ସକାଳ ହେଲା ବେଳକୁ ସେମାନେ ହିବ୍ରୋଣ ନିକଟରେ ପହଞ୍ଚି ଯାଇଥିଲେ।
13 ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷାରେ ବା ସ୍ୱର୍ଗଦୂତଙ୍କ ଭାଷାରେ କହିପାରେ, ମାତ୍ର ମୋ’ଠାରେ ପ୍ରେମ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ। 2 ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ’ଠାରେ ପ୍ରେମ ନାହିଁ, ତା’ହେଲେ ମୁଁ କିଛି ନୁହେଁ। 3 ଯଦି ମୁଁ ମୋର ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦେଇପାରେ, ବା ନିଜ ଶରୀରକୁ ଦଗ୍ଧ ହେବା ପାଇଁ ସମର୍ପଣ କରି ଦେଇପାରେ, ମାତ୍ର ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ପାଇବି ନାହିଁ।
4 ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ। 5 ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ। 6 ସେ ଅଧର୍ମରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ୟରେ ଆନନ୍ଦ କରେ। 7 ପ୍ରେମ ସମସ୍ତ ବିଷୟ ସହ୍ୟ କରେ। ପ୍ରେମ ସମସ୍ତ ବିଶ୍ୱାସ କରେ; ସମସ୍ତ ଭରସା କରେ, ସବୁ ବିଷୟରେ ଧୈର୍ଯ୍ୟ ଧରି ରହେ।
8 ପ୍ରେମ କଦାପି ଶେଷ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହେବ, ଅନେକ ଭାଷା କହିବା ଶକ୍ତି ବନ୍ଦ ହୋଇଯିବ; ଯଦି ଜ୍ଞାନ ଥାଏ ତାହା ଲୋପ ହେବ। 9 କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ୟଦ୍ବାଣୀ ଆଂଶିକ ହେବାରୁ ଏହା ଲୋପ ହେବ। 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହେବ।
11 ମୁଁ ଯେତେବେଳେ ଶିଶୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଗ୍ଭର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତେବେଳେ ମୁଁ ବୟସ୍କ ହେଲି, ମୁଁ ସେହି ଶିଶୁ ବେଳର କଥାଗୁଡ଼ିକୁ ଛାଡ଼ି ଦେଲି। 12 ସେହି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାଯ୍ୟରେ ଦେଖୁଛୁ, କିନ୍ତୁ ସେତେବେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କେବଳ ଆଂଶିକଭାବରେ ଜାଣିଛି, କିନ୍ତୁ ସେତେବେଳେ ପରମେଶ୍ୱର ମୋତେ ଯେପରି ଜାଣିଛନ୍ତି, ସେହିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି। 13 ଅତଏବ ବିଶ୍ୱାସ, ଭରସା ଓ ପ୍ରେମ ସ୍ଥାୟୀ ଅଟେ। ଉକ୍ତ ତିନୋଟି ମଧ୍ୟରୁ ପ୍ରେମ ହେଉଛି ସର୍ବୋତ୍କୃଷ୍ଟ।
Prophecies Against the Leaders
11 ଅନନ୍ତର ଏକ ପବନ ମୋତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ୱାର ନିକଟକୁ ମୋତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସେହି ପ୍ରବେଶ ଦ୍ୱାର ନିକଟରେ ପଚିଶ୍ ଜଣ ବ୍ୟକ୍ତି ଉପସ୍ଥିତ ଥିଲେ। ଆଉ ସେମାନଙ୍କ ମଧ୍ୟରେ ମୁଁ ଅସସୁରର ପୁତ୍ର ଯାସନିୟଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାୟର ପୁତ୍ର ପ୍ଲଟିୟକୁ ଦେଖିଲି।
2 ଏବଂ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଲୋକମାନେ ପାପପୂର୍ଣ୍ଣ ଯୋଜନା କରନ୍ତି ଓ ଏ ନଗର ମଧ୍ୟରେ କୁମନ୍ତ୍ରଣାସବୁ ଦିଅନ୍ତି। 3 ଏହି ଲୋକମାନେ କହନ୍ତି, ‘ଆମ୍ଭେମାନେ ଯଥା ଶୀଘ୍ର ଗୃହ ପୁନର୍ବାର ନିର୍ମାଣ କରିଦେବୁ। ଆମ୍ଭେମାନେ ହଣ୍ଡାରେ ମାଂସ ତୁଲ୍ୟ ଏହି ନଗରରେ ସୁରକ୍ଷିତ।’ 4 ତେଣୁ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର।”
5 ତା’ପରେ ସଦାପ୍ରଭୁଙ୍କର ଆତ୍ମା ମୋ’ ଉପରେ ଅଧିଷ୍ଠିତ ହେଲେ ଓ ମୋତେ କହିଲେ, “ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହିକଥା କହନ୍ତି, ହେ ଇସ୍ରାଏଲବାସୀ, ତୁମ୍ଭେ ଏହି କଥା କହୁଅଛ। କିନ୍ତୁ ତୁମ୍ଭମାନଙ୍କ ମନରେ ଯେଉଁ ବିଷୟ ଉଠୁଅଛି, ଆମ୍ଭେ ତାହା ଜାଣୁ। 6 ତୁମ୍ଭେମାନେ ଏହି ନଗରରେ ବହୁତ ଲୋକଙ୍କୁ ହତ୍ୟା କରିଅଛ ଓ ତହିଁରେ ପଥସବୁ ନିହତ ଲୋକଙ୍କ ଶବରେ ପୂର୍ଣ୍ଣ କରିଅଛ। 7 ଏଣୁ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ମୃତ ଶରୀରଗୁଡ଼ିକ ନଗରରେ ରଖିଲ ତାହା ମାଂସ ଓ ନଗର ଏକ ପାତ୍ର ଅଟେ। ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ। 8 ତୁମ୍ଭେମାନେ ଖଡ଼୍ଗକୁ ଭୟ କରିଅଛ; ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
9 “ଆମ୍ଭେ ତୁମ୍ଭମାନଙ୍କୁ ଏହି ନଗର ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତା’ପରେ ଆମ୍ଭେ ତୁମ୍ଭମାନଙ୍କର ବିଗ୍ଭର କରିବା। 10 ତୁମ୍ଭେମାନେ ଖଡ଼୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଗ୍ଭର କରିବା; ତହିଁରେ ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ। 11 ଏବଂ ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ଡା ହେବ ନାହିଁ କିଅବା ତୁମ୍ଭେମାନେ ତାହା ମଧ୍ୟରେ ମାଂସ ହେବ ନାହିଁ। ଆମ୍ଭେ ଇସ୍ରାଏଲ ସୀମା ମଧ୍ୟରେ ତୁମ୍ଭର ବିଗ୍ଭର କରିବା। 12 ଏବଂ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ଯାହାର ନିୟମ ତୁମ୍ଭେମାନେ ଅନୁସରଣ କରି ନାହଁ ଓ ଯାହାର ଶାସନ ତୁମ୍ଭେମାନେ ମାନି ନାହଁ, କିନ୍ତୁ ତୁମ୍ଭ ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକର ପ୍ରଥା ଅନୁସରଣ କରିଛ।”
13 ଏବଂ ମୁଁ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲାବେଳେ ବନାୟର ପୁତ୍ର ପ୍ଲଟିୟ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, “ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ କ’ଣ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?”
Prophecies Against Survivors in Jerusalem
14 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 15 “ହେ ମନୁଷ୍ୟ ପୁତ୍ର, ଯିରୁଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣ, ତୁମ୍ଭର କୁଟୁମ୍ବଗଣ ପ୍ରକୃତରେ ସମଗ୍ର ଇସ୍ରାଏଲୀୟମାନଙ୍କୁ ଯିରୁଶାଲମର ଅଧିବାସୀମାନେ କହିଲେ, ‘ସଦାପ୍ରଭୁଙ୍କଠାରୁ ଦୂରେଇ ରୁହ, ଏହି ଦେଶ ଉତ୍ତରାଧିକାରୀ ସୂତ୍ରରେ ଆମ୍ଭଙ୍କୁ ଦିଆଯାଇଛି।’
16 “ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, ‘ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଜାତିଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସେମାନଙ୍କର ମନ୍ଦିର ସ୍ଥଳ ହେବା। 17 ଏଥିପାଇଁ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ୟରୁ ଏକତ୍ରିତ କରିବା ଏବଂ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇସ୍ରାଏଲର ଭୂମି ଦେବା। 18 ପୁଣି ସେମାନେ ସେ ଦେଶକୁ ଯିବେ ଓ ତହିଁରେ ଯାବତୀୟ ପ୍ରତିମା ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେ ସ୍ଥାନରୁ ଦୂର କରିବେ। 19 ଏବଂ ଆମ୍ଭେ ସେମାନଙ୍କୁ ଏକ ହୃଦୟ ଦେବା ଓ ସେମାନଙ୍କର ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସେମାନଙ୍କଠାରୁ କଠିନ ହୃଦୟ ଦୂର କରି, ସେମାନଙ୍କୁ କୋମଳ ହୃଦୟ ଦେବା। 20 ତହିଁରେ ସେମାନେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିୟମସବୁ ରଖିବା ପାଇଁ ଯତ୍ନବାନ୍ ହେବେ ଏବଂ ସେମାନେ ମଧ୍ୟ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।’”
The Glory of the Lord Leaves Jerusalem
21 ତା’ପରେ ପରମେଶ୍ୱର କହିଲେ, “କିନ୍ତୁ ଯେଉଁମାନଙ୍କର ହୃଦୟ ଘୃଣ୍ୟ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସେମାନଙ୍କୁ ସେମାନଙ୍କର କୁକର୍ମ ଅନୁସାରେ ଦଣ୍ଡିତ କରିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହିଛନ୍ତି। 22 ଅନନ୍ତର କିରୁବଗଣ ନିଜ ନିଜ ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା। ଆଉ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଊର୍ଦ୍ଧ୍ୱରେ ବିଦ୍ୟମାନ ଥିଲା। 23 ଏହା ପରେ ସଦାପ୍ରଭୁଙ୍କର ମହିମା ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା। 24 ତା’ପରେ ଗୋଟିଏ ପବନ ମୋତେ ଉଠାଇଲା ଏବଂ ନିର୍ବାସିତରୂପେ ମୋତେ ବାବିଲକୁ ନେଇଗଲା। ପରମେଶ୍ୱରଙ୍କର ଆତ୍ମା ଦ୍ୱାରା ମୁଁ ଦର୍ଶନରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା’ପରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଗ୍ଭଲିଗଲା। 25 ତା’ପରେ ସଦାପ୍ରଭୁ ମୋତେ ଯାହା ଯାହା ବିଷୟ ଦେଖାଇ ଥିଲେ, ସେହି ସମସ୍ତ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।
ଆସଫ୍ର ଗୋଟିଏ ଗୀତ।
50 ସଦାପ୍ରଭୁ ପରମେଶ୍ୱର କହିଛନ୍ତି।
ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
2 ପରମ ସୌନ୍ଦର୍ଯ୍ୟମୟୀ [a] ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ।
ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
3 ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ।
ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
4 ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ,
ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
5 ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ।
ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”
6 ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା।
ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ।
7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ,
ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ।
ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର।
8 ମୁଁ ତୁମ୍ଭର ବଳିଦାନ ବିଷୟରେ ଅଭିଯୋଗ କରୁ ନାହିଁ,
ତୁମ୍ଭେ ଇସ୍ରାଏଲର ଅଧିବାସୀଗଣ ପ୍ରତିଦିନ ମୋ’ ପାଇଁ ହୋମବଳି ଆଣୁଅଛ, ତୁମ୍ଭେ ତାହାକୁ ମୋତେ ପ୍ରତିଦିନ ଅର୍ପଣ କରୁଅଛ।
9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ
କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।
10 ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ।
ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି।
ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ।
ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି।
ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
13 ମୁଁ ଷଣ୍ଢର ମାଂସ ଖାଏ ନାହିଁ।
ମୁଁ ଛେଳିର ରକ୍ତ ପିଏ ନାହିଁ।”
14 ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ।
ତୁମ୍ଭର ବଳି ଉତ୍ସର୍ଗ କର।
15 ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ,
ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା’ପରେ ତୁମ୍ଭେ ଆମ୍ଭର ମହିମା କରିବ।”
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା’ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନିରବିଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
2010 by World Bible Translation Center