M’Cheyne Bible Reading Plan
ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ
7 ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। 2 ରାଜା ଦାଉଦ ଭବିଷ୍ୟଦ୍ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”
3 ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”
4 କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,
5 “ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। 6 ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି। 7 ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’
8 “ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି। 9 ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି। 10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ [a]।
12 “‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା’ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି। 13 ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା’ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି। 14 ମୁଁ ତା’ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି। 15 ମୁଁ କେବେ ତା’ ପ୍ରତି ମୋର କରୁଣା ଓ ପ୍ରେମ ବନ୍ଦ କରିବି ନାହିଁ। ମୁଁ ଶାଉଲଠାରୁ ମୋର ପ୍ରେମ ଓ କରୁଣା ଦୂର କଲି, କିନ୍ତୁ ମୁଁ ତୁମ୍ଭକୁ ସେପରି କରିବି ନାହିଁ। 16 ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
17 ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।
ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ
18 ତା’ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ,
ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ? 19 ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି? 20 ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ। 21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ। 22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।
23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି। 24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।
25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। 26 ତା’ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’
27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି। 28 ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। 29 ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”
1 ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ରେରିତ ପାଉଲଙ୍କର ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାରେ ମୁଁ ଜଣେ ପ୍ରେରିତ ହୋଇଛି। ଆମ୍ଭ ଭାଇ ତୀମଥି ମଧ୍ୟ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି।
କରିନ୍ଥୀଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ ଓ ସମଗ୍ର ଆଖାୟା ପ୍ରଦେଶର ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।
2 ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାନ୍ତି
3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର। 4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା। 5 ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ। 6 ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି। 7 ତୁମ୍ଭମାନଙ୍କଠାରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭେମାନେ ଆମ୍ଭ ଯାତନାରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସେହିଭିଳ ଆମ୍ଭମାନଙ୍କର ସାନ୍ତ୍ୱନାରେ ମଧ୍ୟ ତୁମ୍ଭର ଅଂଶ ଅଛି।
8 ଭାଇ ଓ ଭଉଣୀମାନେ! ଏସିଆ ଦେଶରେ ଆମ୍ଭେ ଯେଉଁ ଯାତନା ସହିଲୁ ଆମ୍ଭେ ଗ୍ଭହୁଁ ଯେପରି ସେହି ବିଷୟରେ ତୁମ୍ଭେମାନେ ମଧ୍ୟ ଜାଣ। ଆମ୍ଭେମାନେ ଭାରାକ୍ରାନ୍ତ ହୋଇ ପଡ଼ିଲୁ। ଏପରିକି ଏହା ଏତେ ଅଧିକ ଥିଲା ଯେ, ଆମ୍ଭେମାନେ ଜୀବନର ସମସ୍ତ ଆଶା ହରାଇଥିଲୁ। ସେହି ଭାର ଆମ୍ଭମାନଙ୍କର ବହନ କରିବା ଶକ୍ତିଠାରୁ ଅଧିକ ଥିଲା। 9 ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିଯିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ୟୁରୁ ଉତ୍ଥିତ କରନ୍ତି ସେହି ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍। 10 ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ। 11 ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।
ପାଉଲଙ୍କ ଯୋଜନାରେ ପରିବର୍ତ୍ତନ
12 ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ। 13 ତୁମ୍ଭେମାନେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କେବଳ ସେହି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ। 14 ଯେପରିକି ତୁମ୍ଭେମାନେ ଆମ୍ଭ ବିଷୟରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭେମାନେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭେମାନେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସେହିପରି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।
15 ମୋହର ଏହି ବିଶ୍ୱାସ ଥିବାରୁ ମୁଁ ପ୍ରଥମରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ୱାରା ତୁମ୍ଭେମାନେ ଦୁଇଥର ଆଶୀର୍ବାଦ ଲାଭ କରିବ। 16 ମାକିଦନିଆ ଯିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫେରିଲା ବେଳେ ମଧ୍ୟ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ଦେଶକୁ ପ୍ରସ୍ଥାନ କରିବି। 17 ତୁମ୍ଭେମାନେ କ’ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲାବେଳେ ମୁଁ ପ୍ରକୃତରେ ଚିନ୍ତା କରି ନ ଥିଲି? ବା ଜାଗତିକ ଜ୍ଞାନରେ କରିଥିଲି, ଯେ ଏକା ସମୟରେ “ହଁ, ହଁ” କହୁଥିବା ଓ “ନା, ନା” ମଧ୍ୟ କହୁଥିବି।
18 କିନ୍ତୁ ଯଦି ତୁମ୍ଭେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଛ, ତାହାହେଲେ ତୁମ୍ଭେମାନେ ବିଶ୍ୱାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର “ହଁ” ଓ “ନା” ଉଭୟ ହୋଇ ପାରିବ ନାହିଁ। 19 ମୁଁ ଏବଂ ସିଲ୍ୱାନ୍ ଓ ତୀମଥିଙ୍କ ଦ୍ୱାରା ପ୍ରଗ୍ଭରିତ ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ ଉଭୟ “ହଁ’ ଓ “ନା’ ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠାରେ ସର୍ବଦା “ହଁ” କଥା “ହଁ” ହୁଏ। 20 କାରଣ ପରମେଶ୍ୱର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠାରେ ସେ ସବୁଗଡ଼ିକ “ହଁ” ହୋଇଛି। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମରେ “ଆମେନ୍” ବୋଲି କହିଥାଉ। 21 କେବଳ ପରମେଶ୍ୱର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠାରେ ଦୃଢ଼ କରି ରଖନ୍ତି। ପରମେଶ୍ୱର ତାହାଙ୍କର ବିଶେଷ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି। 22 ସେ ଆମ୍ଭଠାରେ ନିଜ ଅଧିକାରର ମୋହର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦେବେ।
23 ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦେବାକୁ ଇଚ୍ଛା କରୁ ନ ଥିଲି। 24 ପରମେଶ୍ୱର ଏଥିର ସାକ୍ଷୀ। ମୋ’ କହିବା ଉଦ୍ଦେଶ୍ୟ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ୱାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭେମାନେ ବିଶ୍ୱାସରେ ଦୃଢ଼ କିନ୍ତୁ ଆମ୍ଭେମାନେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।
Jerusalem, the Vine, Will Be Burned
15 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 2 “ହେ ମନୁଷ୍ୟ ପୁତ୍ର, ଦ୍ରାକ୍ଷାଲତାର ଶାଖା, ବନସ୍ଥ ବୃକ୍ଷଗଣର ଶାଖା ଅପେକ୍ଷା କ’ଣ ଅଧିକ ଶକ୍ତ? ଏବଂ ଏହା ଅନ୍ୟ କୌଣସି ଶାଖା ଅପେକ୍ଷା ଭଲ କି? 3 କୌଣସି କାର୍ଯ୍ୟ ନିମନ୍ତେ ତୁମ୍ଭେ କ’ଣ ସେହି କାଠ ନେବ? ନା! ଆଉ କୌଣସି ପାତ୍ର ଟାଙ୍ଗିବା ନିମନ୍ତେ ଲୋକେ କ’ଣ ସେଥିରୁ ମେଖ କରିବ? ନା! 4 ଲୋକେ କେବଳ ଜାଳ ହେବା ପାଇଁ ତାକୁ ଅଗ୍ନିରେ ପକାନ୍ତି। ତା’ର ଦୁଇମୁଣ୍ଡ ଅଗ୍ନିରେ ପୋଡ଼ିଯାଏ ଓ ମଝିଅଂଶ ଅର୍ଦ୍ଧଦଗ୍ଧ’ ରହେ। ତାହା କ’ଣ କୌଣସି କାର୍ଯ୍ୟରେ ଆସିବ? 5 ଅଗ୍ନିରେ ନ ପୋଡ଼ିବା ପୂର୍ବରୁ ସେ କୌଣସି କାର୍ଯ୍ୟ ପାଇଁ ଯୋଗ୍ୟ ହେଲା ନାହିଁ କି ଅଗ୍ନିରେ ଦଗ୍ଧ ହେଲା ପରେ ତାହା କୌଣସି କାର୍ଯ୍ୟ ପାଇଁ ଯୋଗ୍ୟ ହେଲା ନାହିଁ।” 6 ସଦାପ୍ରଭୁ ମୋର ପ୍ରଭୁ କହନ୍ତି: “ବନର ସମସ୍ତ ବୃକ୍ଷ ମଧ୍ୟରୁ ମୋର ଜାଳେଣି ପାଇଁ ଦ୍ରାକ୍ଷା କାଠ ଅଛି। ମୁଁ ଯିରୁଶାଲମ ନିବାସୀମାନଙ୍କୁ ଏହିପରି କରିବି। 7 ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ। 8 ଏବଂ ମୁଁ ସେ ଦେଶକୁ ଧ୍ୱଂସ କରିବି, କାରଣ ସେମାନେ ମୋ’ ପ୍ରତି ମହା ଅବିଶ୍ୱାସ କରିଛନ୍ତି।” ଏହା ମୋର ପ୍ରଭୁ, ସଦାପ୍ରଭୁ କହନ୍ତି।
ପ୍ରଧାନ ବାଦ୍ୟକର ପାଇଁ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କ ଗୀତ। ପଲେଷ୍ଟୀୟମାନେ ତାହାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ଦାଉଦଙ୍କର ଏକ ମିକ୍ତାମ୍।
56 ହେ ପରମେଶ୍ୱର, ମୋତେ ଦୟା କର।
ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ।
ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।
2 ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ,
ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।
3 ହେ ସର୍ବୋପରିସ୍ଥ ପରମେଶ୍ୱର,
ମୁଁ ଭୀତ ହେବା ସମୟରେ
ତୁମ୍ଭ ଉପରେ ନିର୍ଭର କରେ।
4 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ।
ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ ମୋତେ କ’ଣ କରି ପାରିବେ?
5 ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି।
ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
6 ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି
ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।
7 କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ।
ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ।
8 ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବି।
ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି।
ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।
9 ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ।
ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର।
10 ମୁଁ ପରମେଶ୍ୱରଙ୍କ ବାକ୍ୟର ପ୍ରଶଂସା କରିବି।
ସଦାପ୍ରଭୁ ମୋତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି।
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ ମୋର କ’ଣ କରିବେ!
12 ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି।
ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।
13 କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ,
ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ।
ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ।
ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।
57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
3 ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।
4 ମୋର ଜୀବନ ସଙ୍କଟପୂର୍ଣ୍ଣ।
ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
ସେମାନଙ୍କର ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ।
5 ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
6 ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।
7 ମୋର ହୃଦୟ ସ୍ଥିର ଅଟେ।
ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
8 ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ!
ନେବଲ ଓ ବୀଣା, ଜାଗ୍ରତ ହୁଅ!
ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
9 ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।
2010 by World Bible Translation Center