Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 17

ଦାଉଦଙ୍କ ବିଷୟରେ ଅହୀଥୋଫଲଙ୍କ ପରାମର୍ଶ

17 ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ। ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି। ତା’ପରେ ମୁଁ ସମସ୍ତ ଲୋକଙ୍କୁ ଫେରାଇ ଆଣିବି। ଯଦି ଦାଉଦ ମରିଯାଏ, ତେବେ ମୁଁ ସମସ୍ତ ଲୋକଙ୍କୁ ଶାନ୍ତିରେ ଫେରାଇ ଆଣିବି।”

ଏ କଥା ଅବଶାଲୋମ ଓ ତାଙ୍କର ସମସ୍ତ ଇସ୍ରାଏଲର ନେତୃବର୍ଗମାନଙ୍କର ମନକୁ ପାଇଲା। କିନ୍ତୁ ଅବଶାଲୋମ କହିଲେ, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହୁଅଛି ଶୁଣିବା।”

ହୂଶୟ ଅହୀଥୋଫଲଙ୍କର ପରାମର୍ଶକୁ ନଷ୍ଟ କଲେ

ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।”

ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।” ହୂଶୟ ପୁଣି କହିଲା, “ଆପଣ ନିଜର ବାପାଙ୍କୁ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସେମାନେ ବୀର ଓ କ୍ଷେତ୍ରରେ ଛୁଆ ହରା ବନ୍ୟ ଭଲ୍ଲୁକପରି। ପୁଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ। ଦେଖନ୍ତୁ, ସେ ଏବେ କୌଣସି ଗୁମ୍ଫାରେ, ରାସ୍ତାରେ କି ଅନ୍ୟ କୌଣସି ସ୍ଥାନରେ ଲୁଚୁଛନ୍ତି। ଯଦି ତୁମ୍ଭର ପିତା ଲୋକମାନଙ୍କୁ ପ୍ରଥମେ ଆକ୍ରମଣ କରନ୍ତି, ଲୋକମାନେ ଏ ଖବର ଶୁଣିବେ, ସେମାନେ ଭାବିବେ, ‘ଅବଶାଲୋମର ଅନୁସରଣକାରୀମାନେ ହତାଶ ହେଉଛନ୍ତି।’ 10 ତା’ପରେ ଯଦିଓ ସାହସୀ ଲୋକମାନଙ୍କ ପରି ଯେଉଁମାନେ ଗୋଟିଏ ସିଂହ ପରି ସାହସୀ ଅଟନ୍ତି, ଭୟଭୀତ ହେବେ। କାରଣ ସମସ୍ତ ଇସ୍ରାଏଲୀୟଗଣ ଜାଣନ୍ତି ଯେ, ତୁମ୍ଭର ପିତା ଗୋଟିଏ ସାହସୀ ଯୋଦ୍ଧା ଏବଂ ତାଙ୍କର ଲୋକମାନେ ମଧ୍ୟ ବଳଶାଳୀ ଅଟନ୍ତି।

11 “ମାତ୍ର ମୋର ମନ୍ତ୍ରଣା ଏହି ଯେ, ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲୀୟମାନେ ସମୁଦ୍ର ଓ ତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହୁଅନ୍ତୁ। ଆପଣ ସ୍ୱୟଂ ଯୁଦ୍ଧକୁ ଯାଆନ୍ତୁ। 12 ସେଥିପାଇଁ ସେମାନେ ଯେଉଁଠାରେ ଲୁଚନ୍ତୁ ନା, ଆମ୍ଭେମାନେ ସେଠାରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବାପରି ତାଙ୍କ ଉପରେ ପଡ଼ିବୁ। ଏବଂ ଆମ୍ଭେମାନେ ଦାଉଦ ଓ ତାଙ୍କର ଲୋକମାନଙ୍କୁ ହତ୍ୟା କରିବୁ ଜଣକୁ ବି ଜୀବନ୍ତ ଛାଡ଼ିବୁ ନାହିଁ। 13 ଆହୁରି ଯେବେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲୀୟମାନେ ସେହି ନଗରକୁ ଦଉଡ଼ି ନେଇ ପଳାୟନ କରିବେ ଓ ଆମ୍ଭେମାନେ ନଗରର ପ୍ରାଚୀରକୁ ଭାଙ୍ଗି ଦେବୁ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ଉପତ୍ୟକାକୁ ଟାଣିଦେବୁ।”

14 ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।

ଦାଉଦଙ୍କୁ ହୂଶୟଙ୍କର ଚେତାବନୀ

15 ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି। 16 “ତେଣୁ ଶୀଘ୍ର ଲୋକମାନଙ୍କୁ ଦାଉଦଙ୍କ ନିକଟକୁ ପଠାଅ ଏବଂ ତାଙ୍କୁ କୁହ। ସେହିଠାରେ ରାତ୍ରି କଟାଅ ନାହିଁ, ଯେଉଁଠାରେ ଲୋକମାନେ ମରୁଭୂମି ଭିତରକୁ ପାର ହୋଇଥିଲେ। ଏକାଥରେ ଯର୍ଦ୍ଦନ ନଦୀ ପାର ହୋଇ ଗ୍ଭଲିଯାଅ। ନୋହିଲେ ମହାରାଜ ଓ ତାଙ୍କ ସାଙ୍ଗ ଲୋକମାନେ ସମସ୍ତେ ସଂହାରିତ ହେବେ।”

17 ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐ‌ନ୍‌ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା’ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।

18 ମାତ୍ର ଏକ ପିଲା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା। ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତା’ର ପ୍ରାଙ୍ଗଣରେ ଏକ କୂଅ ଥିବାରୁ ସେମାନେ ସେଠାରେ ଲୁଚି ଗଲେ। 19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣି ନେଇ କୂଅ ମୁହଁରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲେ। ଏଣୁ କିଛି ଜଣା ପଡ଼ିଲା ନାହିଁ। 20 ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?”

ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।”

ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।

21 ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”

22 ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।

ଅହୀଥୋଫଲଙ୍କର ଆତ୍ମହତ୍ୟା

23 ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।

ଅବଶାଲୋମ ଯର୍ଦ୍ଦନ ନଦୀ ପାର ହେଲେ

24 ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା’ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ। 25 ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ [a] ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ। 26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲିୟଦ ଦେଶରେ ଛାଉଣି ସ୍ଥାପନ କଲେ।

ଶୋବି, ମାଖୀର ଓ ବର୍ସିଲ୍ଲୟ

27 ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ। 28 ଅମ୍ମୋନୀୟମାନେ ବିଛଣା, ମାଠିଆ, ଅନ୍ୟାନ୍ୟ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଏବଂ ଭଜା ବିରି। 29 ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10

ପାଉଲ ନିଜ ସେବାକାର୍ଯ୍ୟର ପକ୍ଷସମର୍ଥନ କଲେ

10 ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବେଦନ କରେ। କେତେକ ଲୋକ କୁହନ୍ତି, ମୁଁ ତୁମ୍ଭ ମଧ୍ୟରେ ଥିଲାବେଳେ ନମ୍ର ଥାଏ କିନ୍ତୁ ଦୂରରେ ଥିଲାବେଳେ ସାହସୀ ବା ନିର୍ଭୟ ଅଟେ। ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତେବେଳେ ସେଭଳି ସାହସିକତା ଦେଖାଇବାକୁ ମୋ’ ଉପରେ ଗ୍ଭପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସେମାନଙ୍କ ପ୍ରତି ସାହସୀ ହେବି। ଆମ୍ଭେ ମଧ୍ୟ ଜଗତରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ। ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ। ଆମ୍ଭେ ପ୍ରତ୍ୟେକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହେବା ପାଇଁ ବାଧ୍ୟ କରୁ। ଆମ୍ଭେ ପ୍ରତ୍ୟେକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହେବା ପାଇଁ ବାଧ୍ୟ କରୁ। ଯେଉଁ ଲୋକ ପୂର୍ଣ୍ଣ ଭାବରେ ଯୀଶୁଙ୍କୁ ମାନେ ନାହିଁ ଆମ୍ଭେ ତାହାଙ୍କୁ ଦଣ୍ଡ ଦେବା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ପ୍ରଥମରେ ଆମ୍ଭେ ଇଚ୍ଛା କରୁ ଯେ ତୁମ୍ଭେମାନେ ପୂର୍ଣ୍ଣଭାବରେ ତାହାଙ୍କୁ ମାନ।

ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ। ଏହା ସତ୍ୟ ଯେ ମୁଁ ପ୍ରଭୁଙ୍କ ଦ୍ୱାରା ପ୍ରଦତ୍ତ ଅଧିକାର ବିଷୟରେ ଅତ୍ୟଧିକ ଗର୍ବର କଥା କହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି। ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମୋ’ ପତ୍ରଗୁଡ଼ିକ ମାଧ୍ୟମରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭେମାନେ ଭାବ ନାହିଁ। 10 କେତେକ ଲୋକ କୁହନ୍ତି “ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ତ୍ୱପୂର୍ଣ୍ଣ କିନ୍ତୁ ଯେତେବେଳେ ସେ ଆମ୍ଭ ସହିତ ଥା’ନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।” 11 ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ: ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ରରେ ଲେଖିଛୁ। କିନ୍ତୁ ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଯିବୁ ଆମ୍ଭେ ଦେଖାଇ ଦେବୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସେହି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।

12 ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସେହି ଲୋକମାନଙ୍କ ସହିତ ସମାନ ସ୍ତରରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସେମାନେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ୟବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଗ୍ଭର କରନ୍ତି, ଏତଦ୍ଦ୍ୱାରା ସେମାନେ ଯେ କେତେ ମୂର୍ଖ, ଜଣାପଡ଼େ।

13 ଆମ୍ଭକୁ ଯେଉଁ କାର୍ଯ୍ୟ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ୱରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ୟ ଅନ୍ତର୍ଭୁକ୍ତ କରେ। 14 ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟାରେ ଅତ୍ୟଧିକ ପ୍ରଶଂସା ନେଇଥା’ନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭର ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିଛୁ। 15 ଆମ୍ଭେ ଅନ୍ୟମାନଙ୍କ ଦ୍ୱାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କେବଳ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ୱାସ ବଢ଼ିବା ସହିତ ଆମ୍ଭ କାମ ବ୍ୟାପକ ଭାବରେ ବଢ଼ିବାରେ ତୁମ୍ଭେମାନେ ସାହାଯ୍ୟ କରିବ। 16 ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କରେ ମଧ୍ୟ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭର କରି ପାରିବୁ। ଅନ୍ୟ କୌଣସି ସ୍ଥାନରେ ଆଉ କାହା ଦ୍ୱାରା ଯେଉଁ କାମ ହୋଇ ସାରିଛି, ସେହି କାମରେ ଆମ୍ଭେ ଗର୍ବ କରୁ ନାହୁଁ। 17 ଯେପରି ଶାସ୍ତ୍ର କୁହେ: “ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କେବଳ ପ୍ରଭୁଙ୍କଠାରେ ଗର୍ବ କରିବା ଉଚିତ୍।” [a] 18 କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ୱାରା ଭଲ ବୋଲି ଗୃହୀତ ହୁଏ, ସେହି ଲୋକ ଭଲ ବୋଲି ସ୍ୱୀକୃତ ହୁଏ, କିନ୍ତୁ ଯିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ୱୀକୃତ ହୁଏ ନାହିଁ।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 24

ପାତ୍ର ଓ ମାଂସ

24 ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନରେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଆଜିର ତାରିଖ ଲେଖି ରଖ। ‘ଏହି ଦିନରେ ବାବିଲର ରାଜା ଯିରୁଶାଲମକୁ ଅବରୋଧ କରିବାକୁ ଅଗ୍ରସର ହେଲା।’ ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧରେ ଗୋଟିଏ ନୀତିଗଳ୍ପ କୁହ। ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି,

“‘ହଣ୍ଡା ନିଆଁରେ ବସାଅ
    ଓ ତାହା ମଧ୍ୟରେ ପାଣି ଢାଳି ଦିଅ।
ଉତ୍ତମ ମାଂସ ଖଣ୍ଡ ସବୁ ଯଥା:
    ଉରୁ ଓ ସ୍କନ୍ଧ ତହିଁ ମଧ୍ୟରେ ରଖ
ଓ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।
    ପଲ ମଧ୍ୟରୁ ଏକ ମେଷ ବାଛ।
ହଣ୍ଡାତଳ ଜାଳେଣି ଦିଅ।
    ମାଂସକୁ ଉତ୍ତମରୂପେ ସିଦ୍ଧ କର
    ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।’

“‘ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି,
ଯିରୁଶାଲମ, ଏକ ରକ୍ତାକ୍ତ ନଗରୀ।
    ସେହି ହଣ୍ଡା, ଯାହା ମଧ୍ୟରେ କଳଙ୍କ ରହିଛି
ଓ ଯାହାର କଳଙ୍କ ତା’ ମଧ୍ୟରୁ ଦୂର ହୋଇ ନାହିଁ।
    ପାତ୍ର ମଧ୍ୟରୁ ପ୍ରତ୍ୟେକ ମାଂସ ଖଣ୍ଡ ବାହାର କର।
କ’ଣ ଖାଇବାକୁ ହେବ ଓ କ’ଣ ଖାଇବାକୁ ନ ହେବ ସେଥିପାଇଁ ଗୁଲିବାଣ୍ଟ କର ନାହିଁ,
    ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ୟ କରିଦିଅ।
କାରଣ ସେହି ରକ୍ତ ପାତ୍ର ମଧ୍ୟରେ ଅଛି।
    ଯିରୁଶାଲମ ଏହାକୁ ପଥର ଚଟାଣ ଉପରେ ଢାଳିଲା,
ସେ ଧୂଳି ଭୂମିରେ ନୁହେଁ,
    ଯେଉଁଠାରେ ଧୂଳି ଆଚ୍ଛାଦିତ ହେବ।
ସେ ରକ୍ତ ପ୍ରତିଶୋଧ ନେବା ପାଇଁ
    ଯେପରି ଲୋକମାନଙ୍କର କ୍ରୋଧ ଜାଗ୍ରତ କରିବ,
ଏଥିପାଇଁ ତାକୁ ଆଚ୍ଛାଦିତ ନ କରି
    ଶୁଷ୍କ ତୈଳ ଉପରେ ତାହା ରଖିଅଛୁ।

“‘ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି,
ସେହି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହେବାକୁ ଯାଉଛି।
    ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।
10 ପାତ୍ର ତଳେ ପ୍ରଚୁର କାଠ ଗଦା କରି
    ଅଗ୍ନି ସଂଯୋଗ କର।
ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ।
    ଅସ୍ଥିସବୁ ଦ‌ଗ୍‌ଧ କର।
    ଯେପର୍ଯ୍ୟନ୍ତ ସେମାନେ ପୋଡ଼ିଯାଇ ନାହାନ୍ତି।
11 ଖାଲି ହଣ୍ଡାକୁ ଜ୍ୱଳନ୍ତ ଅଙ୍କାର ଉପରେ ରଖ।
    ତହିଁରେ ହଣ୍ଡା ଉତ୍ତପ୍ତ ହେବ ଓ ପିତ୍ତଳ ଉତ୍ତପ୍ତ ଦ‌ଗ୍‌ଧ ହେବ।
ତେଣୁ ଅଶୌଚ ତରଳି ଯିବ
    ଓ କଳଙ୍କ ଉଭେଇଯିବ।

12 “‘ଅତିରିକ୍ତ ‘ମଇଳା’
    ଏଥିରୁ ବାହାରି ଆସିବ ନାହିଁ।
କେବଳ ଅଗ୍ନି କଳଙ୍କକୁ ପୋଡ଼ିବ।

13 “‘ତୁମ୍ଭର ପାପ ତୁମ୍ଭକୁ
    ଅଶୌଚ କରେ।
ମୁଁ ତୁମ୍ଭକୁ ଶୁଚି କଲେ ହେଁ
    ତୁମ୍ଭେ ଶୁଚି ହେଲ ନାହିଁ।
ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ,
    ମୁଁ ମୋର କ୍ରୋଧ ତୁମ୍ଭ ବିରୁଦ୍ଧରେ ପଠାଇବି।

14 “‘ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହେବ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫେରିବି ନାହିଁ କିମ୍ବା ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ୟ କରିବି ନାହିଁ। ମୁଁ ତୁମ୍ଭର ବିଗ୍ଭର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି। ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।’”

ଯିହିଜିକଲଙ୍କ ସ୍ତ୍ରୀର ମୃତ୍ୟୁ

15 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 16 “ହେ ମନୁଷ୍ୟ ପୁତ୍ର, ତୁମ୍ଭର ପ୍ରିୟତମା ପତ୍ନୀକୁ ହଠାତ୍ ନେଇଯିବି। ସେ ମରିଯିବ କିନ୍ତୁ ତୁମ୍ଭେ ତା’ ପାଇଁ ଶୋକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ। 17 ଦୁଃଖରେ ଦୀର୍ଘ ନିଶ୍ୱାସ ଛାଡ଼, ମାତ୍ର ଉଚ୍ଚ ସ୍ୱରରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମୋଦିତ ଖାଦ୍ୟ ଖାଅ ନାହିଁ।”

18 ମୁଁ ପ୍ରାତଃକାଳରେ ପରମେଶ୍ୱରଙ୍କ ବାକ୍ୟ ଲୋକମାନଙ୍କୁ କହିଲି। ପୁଣି ସନ୍ଧ୍ୟାବେଳେ ମୋର ପତ୍ନୀ ମଲା। ପରଦିନ ପ୍ରାତଃକାଳରେ ମୁଁ ପରମେଶ୍ୱରଙ୍କ ଆଜ୍ଞାନୁସାରେ କର୍ମ କଲି। 19 ତହୁଁ ଲୋକମାନେ ମୋତେ କହିଲେ, “ଏସବୁ ତୁମ୍ଭେ କାହିଁକି କରୁଅଛ? ଏହାର ଅର୍ଥ ଆମ୍ଭମାନଙ୍କୁ ବୁଝାଇବ କି?”

20 ସେତେବେଳେ ମୁଁ ସେମାନଙ୍କୁ କହିଲି, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ ମୋତେ କହିଲେ, 21 ଇସ୍ରାଏଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ମୁଁ ମୋର ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଗ୍ଭହଁ ଏବଂ ଯାହା ତୁମ୍ଭର ଅତି ପ୍ରିୟ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ରକନ୍ୟାଗଣଙ୍କୁ ପଛରେ ଛାଡ଼ି ଯାଇଅଛ, ସେମାନେ ‌‌ଖ‌ଡ଼୍‌ଗରେ ପତିତ ହେବେ। 22 ତୁମ୍ଭେମାନେ ମଧ୍ୟ ସେହିପରି ଜିନିଷଗୁଡ଼ିକ ମୁଁ କଲାପରି କରିବ, ତୁମ୍ଭେମାନେ ନିଜ ନିଜ ନିଶ [a] ଆଚ୍ଛାଦନ କରିବ ନାହିଁ କିମ୍ବା ଶୋକକାରୀମାନଙ୍କର ପ୍ରଥାନୁମୋଦିତ ଖାଦ୍ୟ ଖାଇବ ନାହିଁ। 23 ଏବଂ ତୁମ୍ଭେମାନେ ତୁମ୍ଭର ମସ୍ତକରେ ଶିରୋଭୂଷଣ ଆଚ୍ଛାଦନ କରିବ, ଜୋତା ପିନ୍ଧିବ। ତୁମ୍ଭେମାନେ ତୁମ୍ଭର ଶୋକ ପ୍ରକାଶ କରିବ ନାହିଁ, କ୍ରନ୍ଦନ କରିବ ନାହିଁ। କିନ୍ତୁ ତୁମ୍ଭେମାନେ ନିଜ ନିଜ ପାପ ଯୋଗୁଁ କ୍ଷୟ ହୋଇଯିବ। ଜଣେ ଅନ୍ୟ ନିକଟରେ ନୀରବରେ ବିଳାପ କରିବ। 24 ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପାଇଁ ଏକ ଉଦାହରଣ ଅଟନ୍ତି। ସେ ଯାହାକିଛି କଲେ ତୁମ୍ଭେମାନେ କରିବ। ଏହା ଯେତେବେଳେ ଘଟିବ, ସେତେବେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେମାନେ ଜାଣିବ।’”

25-26 “ହେ ମନୁଷ୍ୟ ପୁତ୍ର, ଯେଉଁ ଦିନ ମୁଁ ସେମାନଙ୍କର ବଳ, ଗୌରବ, ଆନନ୍ଦ ଓ ନୟନର ଖୁସୀ, ସେମାନେ ଭଲ ପାଉଥିବା ସ୍ଥାନ, ସେମାନଙ୍କର ସନ୍ତାନଗଣଙ୍କୁ ସେମାନଙ୍କଠାରୁ ନେଇଯିବି, ସେହି ଦିନ ସେହି ଦୁଃସମ୍ବାଦ ତୁମ୍ଭର କର୍ଣ୍ଣଗୋଚର କରାଇବା ନିମନ୍ତେ ଏକ ଉତ୍ତରାଧିକାରୀ ତୁମ୍ଭ ନିକଟକୁ ଆସିବ। 27 ସେଦିନ ସେହି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସେମାନଙ୍କ ପାଇଁ ଏକ ଦୃଷ୍ଟାନ୍ତ ହେବ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”

ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center