M’Cheyne Bible Reading Plan
ସଦାପ୍ରଭୁ ନିକଟରେ ଦାଉଦଙ୍କର ପ୍ରଶଂସାର ଗୀତ
22 ଯେଉଁ ସମୟରେ ସଦାପ୍ରଭୁ ଯାବତୀୟ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କଲେ।
2 ସଦାପ୍ରଭୁ ମୋର ଶୈଳ ଏବଂ ମୋର ଦୁର୍ଗ, ମୋର ନିରାପଦସ୍ଥାନ।
3 ସେ ମୋର ପରମେଶ୍ୱର, ଶୈଳସ୍ୱରୂପ, ମୁଁ ତାଙ୍କ ପାଖକୁ ଆଶ୍ରୟ ପାଇଁ ଦୌଡ଼ିବି,
ପରମେଶ୍ୱର ମୋର ଢାଲ, ତାଙ୍କର ଶକ୍ତି ମୋତେ ରକ୍ଷା କରିବ।
ସଦାପ୍ରଭୁ ହେଉଛନ୍ତି ମୋର ଆଶ୍ରୟ ସ୍ଥାନ, ମୋର ନିରାପଦ ସ୍ଥାନ, ଉଚ୍ଚ ଦୁର୍ଗ,
ସେ ମୋତେ ଦୁଷ୍ଟମାନଙ୍କର ଦୌରାତ୍ମ୍ୟରୁ ରକ୍ଷା କରନ୍ତି।
4 ସେମାନେ ମୋତେ ପରିହାସ କଲେ,
କିନ୍ତୁ ଯେତେବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,
ସେ ମୋତେ ମୋର ଶତ୍ରୁମାନଙ୍କଠାରୁ ରକ୍ଷା କଲେ।
5 ମୋର ଶତ୍ରୁମାନେ ସର୍ବଦା ମୋତେ ମାରିବାକୁ ଚେଷ୍ଟା କରିଛନ୍ତି।
ମୃତ୍ୟୁର ଲହରୀ ମୋତେ ବେଷ୍ଟନ କଲା, ବନ୍ୟାଜଳ ମୋତେ ମୃତ୍ୟୁର ଗହ୍ୱରକୁ ନେଇଗଲା।
6 କବରର ରଶି ମୋର ଗ୍ଭରିପଟେ ଥିଲା।
ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖରେ ପଡ଼ିଥିଲା।
7 ମୁଁ ଫାନ୍ଦରେ ପଡ଼ି ସହାୟତା ପାଇଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି।
ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି,
ସେ ଆପଣା ମନ୍ଦିରରେ ଥାଇ ମୋର ଡାକ ଶୁଣିଲେ।
ସେ ମୋର ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।
8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା,
ସ୍ୱର୍ଗ ରାଜ୍ୟର ମୂଳଦୂଆ ଟଳମଳ ଓ କମ୍ପିତ ହେଲା,
କାରଣ ସଦାପ୍ରଭୁ କ୍ରୋଧିତ ଥିଲେ।
9 ପରମେଶ୍ୱରଙ୍କର ନାକରୁ ଧୂଆଁ ନିର୍ଗତ ହେଲା,
ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କର ମୁଖରୁ ବାହାରିଲା।
ଜ୍ୱଳନ୍ତ ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା।
10 ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ।
ସେ ଘନ ଅନ୍ଧକାର ତାଙ୍କ ପାଦତଳେ ଥିଲା।
11 ସେ ଉଡ଼ୁଥିଲେ, ସେ କିରୁବଦୂତଗଣ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ।
ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
12 ସଦାପ୍ରଭୁ କଳା, ଘନ ବାଦଲ ଖଣ୍ତ ଭିତରେ ଲୁଚି ଗଲେ, ସତେ ଯେମିତି ଏକ ତମ୍ବୁ ଭିତରେ ଲୁଚି ରହିଲେ।
ସେ ଘନ ବିଜୁଳି ଯୁକ୍ତ ମେଘ ଭିତରେ ଲୁଚି ଗଲେ।
13 ତାଙ୍କର ଚତୁର୍ଦ୍ଦିଗର ଉଜ୍ଜ୍ୱଳ ଆଲୋକଗୁଡ଼ିକ
ଜ୍ୱଳନ୍ତ ଅଗ୍ନିକଣା ସଦୃଶ।
14 ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ।
ସେ ସର୍ବୋପରିସ୍ଥ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
15 ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ।
ସେ ଶତ୍ରୁମାନଙ୍କୁ ଛିନ୍ଛତ୍ର କଲେ।
ସଦାପ୍ରଭୁ ବିଜୁଳି ଦ୍ୱାରା ସେମାନଙ୍କୁ ଉଦ୍ବିଗ୍ନ କଲେ।
16 ସଦାପ୍ରଭୁଙ୍କ ଗର୍ଜନରେ
ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ
ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା,
ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।
17 ସଦାପ୍ରଭୁ ଉର୍ଦ୍ଧରୁ ମୋତେ ହସ୍ତ ବଢ଼ାଇ ଉଦ୍ଧାର କଲେ।
ସଦାପ୍ରଭୁ ସେହି ଗଭୀର ଜଳରୁ ହାତ ବଢ଼ାଇ ମୋତେ ଟେକି ଆଣିଲେ।
18 ମୋର ଶତ୍ରୁମାନେ ମୋ’ଠାରୁ ଶକ୍ତିଶାଳୀ ଥିଲେ, ସେମାନେ ମୋତେ ଘୃଣା କରୁଥିଲେ।
ମୋର ଶତ୍ରୁମାନେ ମୋ’ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ।
ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।
19 ମୁଁ ଯେତେବେଳେ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ଥିଲେ।
20 ସଦାପ୍ରଭୁ ମୋତେ ଭଲ ପାଆନ୍ତି, ତେଣୁ ସେ ମୋତେ ରକ୍ଷା କଲେ,
ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।
21 ସଦାପ୍ରଭୁ ମୋତେ ପୁରସ୍କୃତ କରିବେ, କାରଣ ଯାହା ଠିକ୍ ମୁଁ ତାହା ହିଁ କଲି,
ମୁଁ କିଛି ଭୁଲ୍ କରି ନ ଥିଲି, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
22 କାରଣ ମୁଁ ସଦାପ୍ରଭୁଙ୍କ ଆଦେଶ ପାଳନ କରେ।
ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ନ ଥିଲି।
23 ମୁଁ ସବୁ ବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଅଛି।
ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।
24 ମୁଁ ତାଙ୍କ ସମ୍ମୁଖରେ ନିଜକୁ ଶୁଦ୍ଧ
ଓ ନିର୍ମଳ ରଖେ।
25 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ, କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ।
ମୁଁ କିଛି ଭୁଲ୍ କରି ନାହିଁ।
ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
26 ହେ ସଦାପ୍ରଭୁ, ଯଦି କେହି ପ୍ରକୃତରେ ତୁମ୍ଭଙ୍କୁ ଭଲପାଏ, ତା’ପରେ ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ।
ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତ ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦିଅ।
27 ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ।
କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର ଅଟ।
28 ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର
କିନ୍ତୁ ଗର୍ବୀ ଓ ଅହଂକାରୀର ଦର୍ପକୁ ଚୂର୍ଣ୍ଣ କର।
29 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଦୀପ।
ମୋର ଅନ୍ଧକାରକୁ ଆଲୋକମୟ କରିବ।
30 ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ।
ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।
31 ପରମେଶ୍ୱରଙ୍କ ଶକ୍ତି ଅତୁଳନୀୟ।
ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ,
ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
32 ସଦାପ୍ରଭୁଙ୍କ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।
ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟତୀତ ଅନ୍ୟ ଶୈଳ ନାହିଁ।
33 ପରମେଶ୍ୱର ମୋର ଦୃଢ଼ ଦୁର୍ଗ।
ସେ ପବିତ୍ର ଲୋକମାନଙ୍କୁ ଠିକ୍ ଭାବରେ ଜୀବନ ଧାରଣ କରିବାରେ ସାହାଯ୍ୟ କରନ୍ତି।
34 ପରମେଶ୍ୱର ମୋତେ ହରିଣୀଠାରୁ ଅଧିକ ବେଗରେ ଦୌଡ଼ିବାକୁ ସାହାଯ୍ୟ କରନ୍ତି।
ସେ ମୋତେ ସ୍ଥଳରେ ସୁଦୃଢ଼ କରନ୍ତି।
35 ସେ ମୋତେ ଯୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି।
ସେଥିପାଇଁ ମୋର ବାହୁଗୁଡ଼ିକ ଏକ ଶକ୍ତ ଧନୁକୁ ବଙ୍କେଇବା ପାଇଁ ଯଥେଷ୍ଟ ବଳିଷ୍ଠ।
36 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କଲ ଏବଂ ଜିତିବାରେ ସାହାଯ୍ୟ କଲ।
ତୁମ୍ଭେ ମୋତେ ତୁମ୍ଭର ଦକ୍ଷିଣ ବାହୁଦ୍ୱାରା ସାହାଯ୍ୟ କଲ।
37 ମୋର ଗୋଡ଼ ଓ ଗଣ୍ତିକୁ ଦୃଢ଼ କର,
ତେଣୁ ମୁଁ ଦୁର୍ବଳ ହେବି ନାହିଁ ଏବଂ ପଡ଼ିବି ନାହିଁ।
38 ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିବା ପାଇଁ ସେମାନଙ୍କୁ ଗୋଡ଼ାଇବି, ସେମାନଙ୍କୁ ଧ୍ୱଂସ ନ କରିବା ଯାଏ।
ସେମାନେ ବିନାଶ ନ ହେବା ପର୍ଯ୍ୟନ୍ତ ମୁଁ ଫେରିବି ନାହିଁ।
39 ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିଅଛି,
ମୁଁ ସେମାନଙ୍କୁ ପରାସ୍ତ କରିଅଛି।
ସେମାନେ ପୁନରାୟ ଉଠିପାରି ନାହାନ୍ତି।
ହଁ, ସେମାନେ ମୋର ପାଦତଳେ ପଡ଼ି ଅଛନ୍ତି।
40 ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଅଛ।
ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଅଛ।
41 ତୁମ୍ଭେ ମୋତେ ସୁଯୋଗ ଦେଇଅଛ ମୋର ଶତ୍ରୁର ବେକକୁ ଧରିବା ପାଇଁ
ଓ ମୁଁ ମୋର ଶତ୍ରୁକୁ ଧ୍ୱଂସ କରିଅଛି।
42 ସେମାନେ ସାହାଯ୍ୟ ପାଇଁ ଚିତ୍କାର କଲେ,
କିନ୍ତୁ କେହି ସେମାନଙ୍କୁ ରକ୍ଷା କରିବାକୁ ଆଗେଇ ଆସି ନ ଥିଲେ।
ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଡାକିଲେ,
କିନ୍ତୁ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।
43 ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଦଳିଲି,
ମୁଁ ସଡ଼କରେ କାଦୁଅ ପରି ସେମାନଙ୍କୁ ଦଳିଲି।
ସେମାନଙ୍କୁ ଛତରାଇ ଦେଲି।
44 ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
ମୋତେ ସେହିସବୁ ରାଜ୍ୟର ନେତା କର।
ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ।
45 ବିଦେଶୀମାନେ ମୋତେ ମାନିବେ।
ସେମାନେ ଯେତେବେଳେ ମୋର ଆଜ୍ଞା ଶୁଣିବେ, ସେମାନେ ମୋର ଆଜ୍ଞାବହ ହେବେ।
46 ସେମାନେ ଭୟରେ ଦୁର୍ବଳ ହୋଇଯିବେ।
ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।
47 ସଦାପ୍ରଭୁ ଜୀବିତ!
ମୁଁ ମୋର ଶୈଳକୁ ପ୍ରଶଂସା କରେ!
ପରମେଶ୍ୱର ମହାନ।
ସେ ହିଁ ସେଇ ଶୈଳ ଯିଏ ମୋତେ ରକ୍ଷା କରନ୍ତି।
48 ସେହି ପରମେଶ୍ୱର ମୋ’ ତରଫରୁ ପରିଶୋଧ ନିଅନ୍ତି।
ସେ ଦେଶଗୁଡ଼ିକୁ ମୋର ଶାସନାଧୀନ କରନ୍ତି।
49 ପରମେଶ୍ୱର ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି।
ଯେଉଁ ଲୋକମାନେ ମୋ’ ବିରୁଦ୍ଧରେ ଉଠିଛନ୍ତି,
ସେମାନଙ୍କୁ ପରାସ୍ତ କରିବାରେ ତୁମ୍ଭେ ମୋତେ ସାହାଯ୍ୟ କଲ।
ତୁମ୍ଭେ ମୋତେ ସେହି ନିର୍ଦ୍ଦୟଲୋକମାନଙ୍କଠାରୁ ରକ୍ଷା କଲ।
50 ହେ ସଦାପ୍ରଭୁ, ସେଥିପାଇଁ ମୁଁ ମୋର ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭର ପ୍ରଶଂସା କରେ।
ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ଗାଏ।
51 ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି।
ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି।
ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦେଖାଇଛନ୍ତି।
ଅନ୍ୟ ପ୍ରେରିତମାନେ ପାଉଲଙ୍କୁ ଗ୍ରହଣ କଲେ
2 ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣବ୍ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି। 2 ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ।
3 ତୀତସ ମୋ’ ସହିତ ଥିଲେ। ସେ ଜଣେ ଅଣଯିହୂଦୀ ଲୋକ ଥିଲେ। କିନ୍ତୁ ଏହି ଲୋକମାନେ ତୀତସଙ୍କୁ ମଧ୍ୟ ସୁନ୍ନତ ହେବା ପାଇଁ ବାଧ୍ୟ କଲେ ନାହିଁ। 4 ଆମ୍ଭେ ଏହି ସମସ୍ୟା ବିଷୟରେ କଥାବାର୍ତ୍ତା ହେବାକୁ ଆବଶ୍ୟକ ମନେ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁ କେତେକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲେ, ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସ୍ୱାଧୀନତା ଉପରେ ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁ ଚେଷ୍ଟା କରୁଥିଲେ। 5 କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ।
6 କିନ୍ତୁ ସେହି “ପ୍ରତିଷ୍ଠିତ” ଲୋକମାନେ ମୁଁ କହିଥିବା ସୁସମାଗ୍ଭରର ପରିବର୍ତ୍ତନ କଲେ ନାହିଁ। ମୋ’ ପାଇଁ କିଏ ପ୍ରତିଷ୍ଠିତ ବା ନୁହେଁ, ତାହାର କିଛି ଅର୍ଥ ନାହିଁ। ପରମେଶ୍ୱରଙ୍କ ନିକଟରେ ସମସ୍ତେ ସମାନ। 7 ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି। 8 ପରମେଶ୍ୱର ପିତରଙ୍କୁ ଜଣେ ପ୍ରେରିତ ରୂପରେ କାମ କରିବା ଶକ୍ତି ପ୍ରଦାନ କରିଥିଲେ। ସେ ଯିହୂଦୀମାନଙ୍କର ଜଣେ ପ୍ରେରିତ। ପରମେଶ୍ୱର ମୋତେ ମଧ୍ୟ ଜଣେ ପ୍ରେରିତ ଭାବରେ କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ରେରିତ ଅଟେ। 9 ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।” 10 ସେମାନେ ଆମ୍ଭକୁ ଗୋଟିଏ କଥା କହିବା ଉପରେ ଜୋର୍ ଦେଲେ ଯେ, ଆମ୍ଭେ ଯେପରି ଅଭାବରେ ଥିବା ଗରିବ ଲୋକମାନଙ୍କୁ ସାହାଯ୍ୟ କରିବା କଥା ମନେରଖୁ। ଏହି କାମଟି କରିବା ପାଇଁ ମୁଁ ଯେ କେବଳ ଇଚ୍ଛା କରୁଥିଲି ତା’ ନୁହେଁ, ବରଂ ଏଥିପାଇଁ ମୋର ଉଦ୍ଯୋଗ ମଧ୍ୟ ଥିଲା।
ପାଉଲ ପିତରଙ୍କ ଭୂଲ୍ ଦେଖାଇ ଦେଲେ
11 ପିତର ଆନ୍ତିୟଖିଆ ନଗରକୁ ଆସିଲେ। ସେ ସେଠାରେ କିଛି ଭୂଲ୍ କାମ କଲେ। ମୁଁ ତାଙ୍କ ବିରୁଦ୍ଧରେ ସିଧାସଳଖ କହିଲି, କାରଣ ସେ ଦୋଷୀ ଥିଲେ। ଘଟଣାଟି ଏହା: 12 ଯେତେବେଳେ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲେ, ସେ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲେ ଓ ସଂମ୍ପର୍କ ରଖିଥିଲେ। ମାତ୍ର ଯେତେବେଳେ ଯାକୁବଙ୍କ ନିକଟରୁ କେତେକ ଯିହୂଦୀଲୋକ ଆସିଲେ, ସେମାନେ ଆସିଲା ପରେ ପିତର ଅଣଯିହୂଦୀଲୋକଙ୍କ ସହିତ ଖିଆପିଆ ବନ୍ଦ କରିଦେଲେ, ଓ ସେମାନଙ୍କଠାରୁ ଦୂରରେ ରହିଲେ। ସୁନ୍ନତ [a] ହେବା କଥାରେ ବିଶ୍ୱାସ କରୁଥିବା ଲୋକମାନଙ୍କ ଭୟରେ ପିତର ଏପରି ଆଚରଣ କଲେ। 13 ଅତଏବ ପିତର ଜଣେ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ପିତରଙ୍କ ସହିତ ଅନ୍ୟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ଯୋଗଦେଲେ। ସେଠାରେ ସେମାନେ ମଧ୍ୟ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ସେଠାରେ ସେମାନେ ଯାହା କଲେ, ତଦ୍ଦ୍ୱାରା ବର୍ଣ୍ଣବ୍ବା ମଧ୍ୟ ପ୍ରଭାବିତ ହୋଇଗଲେ। 14 ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”
15 ଆମ୍ଭେମାନେ ଯିହୂଦୀ ରୂପେ ଜନ୍ମ ହୋଇଛୁ, ଏବଂ ଆମ୍ଭେମାନେ ପାପୀ ଅଣଯିହୂଦୀମାନଙ୍କ ପରି ନୋହୁଁ। 16 ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
17 ଆମ୍ଭେ ଯିହୂଦୀମାନେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଭେ ମଧ୍ୟ ପାପୀ। ଏହାର ଅର୍ଥ କ’ଣ ଏହା ଯେ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା! 18 କିନ୍ତୁ ଯେଉଁ ବିଷୟ ଗୁଡ଼ିକୁ ଆମ୍ଭେ ଛାଡ଼ି ଦେଇ ସାରିଛୁ, ମୁଁ ଯଦି ସେହିଗୁଡ଼ିକର ପୁନଃ ପ୍ରଗ୍ଭର ଆରମ୍ଭ କରେ, ତା’ହେଲେ ଏହା ଭୂଲ ହେବ। 19 ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି। 20 ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି। 21 ଏହି ଅନୁଗ୍ରହ ହେଉଛି ପରମେଶ୍ୱରଙ୍କର। ଏହା ମୋ’ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ। କାରଣ ଯଦି ନିୟମ ଦ୍ୱାରା ଧାର୍ମିକ ଗଣିତ ହେବା ସମ୍ଭବ ହୋଇଥା’ନ୍ତା, ତା’ହେଲେ ଖ୍ରୀଷ୍ଟ ବିନା କାରଣରେ ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତେ।
ମିଶର ବିପକ୍ଷରେ ବାର୍ତ୍ତା
29 ଦଶମ ବର୍ଷର ଦଶମ ମାସର ଦ୍ୱାଦଶ ଦିନରେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋଙ୍କ ଆଡ଼କୁ ମୁହଁ ବୁଲାଅ, ତାଙ୍କ ବିରୁଦ୍ଧରେ ଓ ସମୁଦାୟ ମିଶର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର। 3 ଆଉ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି,
“‘ହେ ମିଶରର ରାଜା ଫାରୋ, ମୁଁ ତୁମ୍ଭର ବିପକ୍ଷ ଅଟେ।
ତୁମ୍ଭେ ଆପଣା ସ୍ରୋତ ସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ ଜୀବ କୁମ୍ଭୀର ସଦୃଶ।
ତୁମ୍ଭେ କହିଅଛ, “ଏ ନଦୀ ମୋର,
ମୁଁ ନିଜ ପାଇଁ ଏହାକୁ ସୃଷ୍ଟି କରିଅଛି।”
4-5 “‘ମାତ୍ର ମୁଁ ତୁମ୍ଭ ମାଢ଼ିରେ ଅଙ୍କୁଶ ଦେବି
ଓ ତୁମ୍ଭ ସ୍ରୋତ ସମୂହର ମତ୍ସ୍ୟ ସକଳକୁ ତୁମ୍ଭ ଦେହର କାତିରେ ଲଗାଇବି।
ଆଉ ସେହି ସ୍ରୋତ ସମୂହ ମଧ୍ୟରୁ ତୁମ୍ଭକୁ
ଓ ତୁମ୍ଭ କାତିରେ ଲାଗିଥିବା ସମସ୍ତ ମତ୍ସ୍ୟଙ୍କୁ ବାହାର କରି ଉପରକୁ ଆଣିବା।
ତୁମ୍ଭକୁ ଓ ସମସ୍ତ ମତ୍ସ୍ୟଙ୍କୁ ପ୍ରାନ୍ତରରେ ଛାଡ଼ି ଦେବି
ଓ ତୁମ୍ଭେ ପଦାରେ ପଡ଼ିରହିବ।
ତୁମ୍ଭକୁ କେହି ସଂଗ୍ରହ କରିବେ ନାହିଁ ଓ କବର ଦେବେ ନାହିଁ।
ଆଉ ତୁମ୍ଭେ ଭୂଚର ପଶୁଗଣର ଓ ଖେଚରମାନଙ୍କର ଖାଦ୍ୟ ହେବ।
6 ତେଣୁ ମୁଁ ଯେ ସଦାପ୍ରଭୁ ଅଟେ
ଏହା ମିଶର ନିବାସୀ ସମସ୍ତେ ଜାଣିବେ।
“‘କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି
ଏକ ନାଳର ଆଶାବାଡ଼ି ହୋଇଅଛନ୍ତି।
7 ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ,
ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ।
ଆଉ ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ
ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।’”
8 ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି,
“ଦେଖ ମୁଁ ତୁମ୍ଭ ବିରୁଦ୍ଧରେ ଖଡ଼୍ଗ ଆଣିବି
ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ତଥା ପଶୁମାନଙ୍କୁ ବିନାଶ କରିବି।
9 ପୁଣି ମିଶର ଧ୍ୱଂସପ୍ରାପ୍ତ ହୋଇ ଶୂନ୍ୟସ୍ଥାନ ହେବ।
ତାହାହେଲେ ସେମାନେ ଜାଣିବେ ଯେ ମୁଁ ସଦାପ୍ରଭୁ ଅଟେ।”
ସେ ପୁଣି କହିଲେ, “ଏହା କାହିଁକି ଘଟିବ? କାରଣ ସେ କହିଅଛି, ‘ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।’ 10 ତେଣୁ ମୁଁ (ପରମେଶ୍ୱର) ତୁମ୍ଭର ଓ ତୁମ୍ଭ ନଦୀ ସମୂହର ପ୍ରତିକୂଳ ଅଟେ। ମୁଁ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ସମଗ୍ର ମିଶର ଦେଶକୁ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବି। 11 କୌଣସି ମନୁଷ୍ୟ କିମ୍ବା ପଶୁ ତୁମ୍ଭ ଦେଶ ମଧ୍ୟରେ ଯାତାୟାତ କରିବେ ନାହିଁ। ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମିଶର ଅପ୍ରତିଷ୍ଠିତ ହୋଇ ରହିବ। 12 ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମୁଁ ମିଶରକୁ ଅନ୍ୟାନ୍ୟ ଜନଶୂନ୍ୟ ଦେଶମାନଙ୍କ ମଧ୍ୟରେ ଏକ ଜନଶୂନ୍ୟ ରାଷ୍ଟ୍ର କରି ଦେବି ଏବଂ ଏହାର ନଗରଗୁଡ଼ିକରେ ଅନ୍ୟାନ୍ୟ ଭଗ୍ନ ନଗର ପରି ଭଗ୍ନାବଶେଷ ରହିଯିବ। ମୁଁ ମିଶରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବି ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବି।”
13 ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “କିନ୍ତୁ ଗ୍ଭଳିଶ୍ ବର୍ଷ ପରେ, ମୁଁ ମିଶରୀୟମାନଙ୍କୁ ସମସ୍ତ ଦେଶରୁ ଏକତ୍ରିତ କରିବି, ଯେଉଁ ଦେଶଗୁଡ଼ିକରେ ସେମାନେ ଛିନ୍ନଛତ୍ର ହୋଇଥିଲେ। 14 ଏବଂ ମୁଁ ମିଶରୀୟମାନଙ୍କୁ ଫେରାଇ ଆଣିବି, ମୁଁ ସେମାନଙ୍କୁ ସେମାନଙ୍କର ଜନ୍ମଭୂମି ପାଥ୍ରୋଷକୁ ଫେରାଇ ଆଣିବି। ଏବଂ ସେଠାରେ ସେମାନେ ଗୋଟିଏ ଅପ୍ରଧାନ ରାଜ୍ୟ ହୋଇ ରହିବେ। 15 ଏହା ସବୁଠାରୁ ନୀଚ ରାଷ୍ଟ୍ର ହେବ ଏବଂ ଏହା ଅନ୍ୟ ରାଷ୍ଟ୍ରମାନଙ୍କ ଉପରେ ଉଠିପାରିବ ନାହିଁ। ମୁଁ ଏହାକୁ ଏତେ ଦୁର୍ବଳ କରି ଦେବି ଯେ, ସେମାନେ କେବେ ପୁଣି ଅନ୍ୟ ରାଷ୍ଟ୍ର ଉପରେ ଶାସନ କରି ପାରିବେ ନାହିଁ। 16 ପୁଣି କେବେହେଲେ ଇସ୍ରାଏଲ ମିଶର ଉପରେ ଭରସା କରିବ ନାହିଁ, ଅପରନ୍ତୁ ଏହା ସେମାନଙ୍କର ଦୋଷ ମନେ ପକାଇ ଦେବ, ଯେତେବେଳେ ସେମାନେ ସେମାନଙ୍କର ସାହାଯ୍ୟ ପାଇଁ ମିଶର ଆଡ଼କୁ ବୁଲିବେ, ତାହାହେଲେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଓ ପ୍ରଭୁ ଅଟେ।”
ବାବିଲ ମିଶର ପାଇବ
17 ଅନନ୍ତର ସତାଇଶ୍ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 18 “ହେ ମନୁଷ୍ୟ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଅତିଶୟ ପରିଶ୍ରମ କରାଇଅଛି। ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା’ର ସୈନ୍ୟସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।” 19 ତେଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଦେଖ, ମୁଁ ବାବିଲର ରାଜା ନବୂଖଦ୍ନିତ୍ସରକୁ ମିଶର ଦେଶ ଦେବି। ସେ ତା’ର ଲୋକମାନଙ୍କୁ ଓ ତାହାର ମୂଲ୍ୟବାନ ଦ୍ରବ୍ୟସବୁ ଲୁଟି ନେଇଯିବେ। ଆଉ ତାହାର ସମ୍ପତ୍ତି ଅପହରଣ କରିବ ଏବଂ ତାହାର ସୈନ୍ୟସାମନ୍ତଙ୍କ ବେତନ ନେବ। 20 ଆମ୍ଭେ ତାହାର ପରିଶ୍ରମ ସକାଶେ ପୁରସ୍କାର ସ୍ୱରୂପ ତାକୁ ମିଶର ଦେଶ ଦେଇଅଛୁ। କାରଣ ସେମାନେ ଆମ୍ଭ ପାଇଁ କାମ କଲେ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
21 “ସେଦିନ ମୁଁ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବି। ତା’ପରେ ମୁଁ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବି। ତେଣୁ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”
ଅଫସର ମସ୍କୀଲ୍।
78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
4 ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
5 ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ।
ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ।
ପରମେଶ୍ୱର ଆମର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ,
ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ।
6 ଏପରିକି ଯେଉଁ ପିଲାମାନେ ଜନ୍ମ ହେବେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଜଣାଇବେ।
ତା’ପରେ ସେମାନେ ଯେବେ ବଡ଼ ହେବେ ସେମାନଙ୍କର ପିଲାମାନଙ୍କୁ କହିବେ।
7 ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ।
ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ।
ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।
8 ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ।
ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୋଦ୍ଧରେ ଗଲେ।
ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ।
ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା।
ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
9 ଇଫ୍ରୟିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ,
ମାତ୍ର ସେମାନେ ଯୁଦ୍ଧ ହେବା ଦିନରେ ପଳାୟନ କଲେ।
10 ସେମାନେ ପରମେଶ୍ୱରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ।
ସେମାନେ ତାଙ୍କର ବ୍ୟବସ୍ଥା ମାନିବାକୁ ଅସ୍ୱୀକାର କଲେ।
11 ସେମାନେ ପରମେଶ୍ୱର କରିଥିବା ମହତ କାର୍ଯ୍ୟ ଭୁଲିଗଲେ।
ପରମେଶ୍ୱର ସେମାନଙ୍କୁ ଦେଖାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
12 ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ
ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।
13 ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ
ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।
14 ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା
ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।
15 ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ
ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
16 ପରମେଶ୍ୱର ଶୈଳରୁ ଝର ବାହାର କରାଇଲେ
ଏବଂ ଏହାର ଜଳ ନଦୀପରି ବୋହିଲା।
17 ତଥାପି ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରି ଗ୍ଭଲିଲେ।
ସେମାନେ ମରୁଭୂମିରେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ବିଦ୍ରୋହାଚରଣ କଲେ।
18 ଏହା ପରେ ସେହି ଲୋକମାନେ ପରମେଶ୍ୱରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ।
ସେମାନେ ପରମେଶ୍ୱରଙ୍କୁ ଖାଦ୍ୟ ମାଗିଲେ,
ଯାହା ସେମାନେ ଇଚ୍ଛା କରିଥିଲେ।
19 ସେମାନେ ପରମେଶ୍ୱରଙ୍କୁ ଅଭିଯୋଗ କଲେ ଏବଂ କହିଲେ,
“କ’ଣ ପରମେଶ୍ୱର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦେଇ ପାରିବେ?
20 ଏହା ସତ୍ୟ ଯେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା,
ସେ ମଧ୍ୟ କ’ଣ ଆମ୍ଭକୁ ରୋଟୀ ଦେଇ ପାରିବେ? ସେ କ’ଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦେଇ ପାରିବେ?”
21 ସେହି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ,
ପରମେଶ୍ୱର ଯାକୁବ ଉପରେ ବହୁତ କ୍ରୋଧ ହେଲେ
ଓ ପରମେଶ୍ୱର ଇସ୍ରାଏଲ ବିରୁଦ୍ଧରେ ବହୁତ କ୍ରୋଧାନ୍ୱିତ ହେଲେ।
22 କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ।
ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ ବୋଲି ସେମାନେ ବିଶ୍ୱାସ କଲେ ନାହିଁ।
23 କିନ୍ତୁ ଏହା ପରେ ପରମେଶ୍ୱର ଉପରିସ୍ଥ ମେଘମାଳାକୁ ଉନ୍ମୋଚନ କଲେ
ଓ ଆକାଶର ଦ୍ୱାର ଖୋଲିଲେ।
24 ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷା କରାଇଲେ
ଏବଂ ସେ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
25 ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ।
ପରମେଶ୍ୱର ସେମାନେ ଖାଇ ତୃପ୍ତି ହେବା ପର୍ଯ୍ୟନ୍ତ ସେହିସବୁ ପ୍ରକାର ଖାଦ୍ୟ ଯୋଗାଇଲେ।
26 ପରମେଶ୍ୱର ଆକାଶରେ ପୂର୍ବୀୟବାୟୁ ବହାଇଲେ
ଓ ସେ ତାଙ୍କର ଶକ୍ତି ଦ୍ୱାରା ଦକ୍ଷିଣବାୟୁ ଆଣିଲେ।
27 ପରମେଶ୍ୱର ତାଙ୍କର ଲୋକମାନଙ୍କ ଉପରେ ସେମାନଙ୍କର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ।
ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ୟ ବହୁତ ଥିଲେ।
28 ଏହି ପକ୍ଷୀମାନେ ସେମାନଙ୍କ ତମ୍ବୁର ଚତୁର୍ଦ୍ଦିଗରେ
ଛାଉଣି ଭିତରେ ପଡ଼ିଲେ।
29 ସେମାନେ ତୃପ୍ତି ହେବା ପର୍ଯ୍ୟନ୍ତ ଖାଇଲେ।
ସେମାନେ ଯାହା ଗ୍ଭହିଁଲେ, ପରମେଶ୍ୱର ସେମାନଙ୍କୁ ଦେଲେ।
30 ସେମାନେ ସେମାନଙ୍କର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ।
ତେଣୁ ସେମାନଙ୍କ ପାଟିରେ ଖାଦ୍ୟ ଅବିଚଳିତ ଥିଲା,
31 ପରମେଶ୍ୱର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କ୍ରୋଧ ହେଲେ,
ଏବଂ ସେମାନଙ୍କ ମଧ୍ୟରୁ ସବୁଠୁ ସ୍ୱାସ୍ଥ୍ୟବାନ ଲୋକଙ୍କୁ ହତ୍ୟା କଲେ।
ସେ ଇସ୍ରାଏଲର ଉତ୍ତମ ଯୁବକମାନଙ୍କୁ ତଳକୁ ଖସାଇ ଆଣିଲେ।
32 କିନ୍ତୁ ଏହି ଲୋକମାନେ ପୁନ୍ନରାୟ ପାପ କଲେ!
ସେମାନେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟ କାର୍ଯ୍ୟରେ ବିଶ୍ୱାସ କଲେ ନାହିଁ,
ଯାହା ପରମେଶ୍ୱର କରିଥିଲେ।
33 ପରମେଶ୍ୱର ସେମାନଙ୍କର ଦିନଗୁଡ଼ିକୁ ନିଶ୍ୱାସ ପରି ଶୀଘ୍ର ସମାପ୍ତ କଲେ।
ସେ ସେମାନଙ୍କର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।
34 ଯେତେବେଳେ ପରମେଶ୍ୱର ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଲେ, ଅନ୍ୟମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ
ଏବଂ ତାଙ୍କଠାରୁ ସାହାଯ୍ୟ ପାଇବା ପାଇଁ ଉତ୍କଣ୍ଠିତ ହେଲେ।
35 ସେମାନେ ମନେ କଲେ ଯେ, ପରମେଶ୍ୱର ସେମାନଙ୍କର ଶୈଳ ଥିଲେ
ଏବଂ ସେହି ସର୍ବୋପରିସ୍ଥ ପରମେଶ୍ୱର ସେମାନଙ୍କୁ ରକ୍ଷା କଲେ।
36 କିନ୍ତୁ ସେମାନେ ନିଷ୍କପଟ ନ ଥିଲେ,
ଏବଂ ସେମାନେ ତାଙ୍କୁ ମିଛ କହିଲେ।
37 ସେମାନଙ୍କର ହୃଦୟ ପରମେଶ୍ୱରଙ୍କ ପ୍ରତି ପ୍ରକୃତରେ ନ ଥିଲା।
ସେମାନେ ତାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
2010 by World Bible Translation Center