M’Cheyne Bible Reading Plan
ରାଜା ଦାଉଦଙ୍କ ମୃତ୍ୟୁ
2 ଅନନ୍ତର ରାଜା ଦାଉଦଙ୍କର ମୃତ୍ୟୁ ସନ୍ନିକଟ ହେବାରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦେଇ କହିଲେ, 2 “ମୁଁ ପାର୍ଥିବ ମଣିଷ ପରି ମୃତ୍ୟୁବରଣ କରିବାକୁ ଯାଉଛି। ଏଣୁ ତୁମ୍ଭେ ବଳବାନ୍ ହୁଅ ଓ ପୁରୁଷତ୍ୱ ପ୍ରକାଶ କର। 3 ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ। 4 ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
5 ଦାଉଦ ପୁଣି କହିଲେ, “ସରୁୟାର ପୁତ୍ର ଯୋୟାବ ମୋ’ ବିରୁଦ୍ଧରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇସ୍ରାଏଲର ଦୁଇ ସେନାପତିଙ୍କୁ ହତ୍ୟା କରିଛି, ନରର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଈର୍ଷାନ୍ୱିତ ହୋଇ ହତ୍ୟା କଲା। ସେହି ରକ୍ତରେ ତା’ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମୋର ଦଣ୍ତ ଦେବାର ଉଚିତ୍ ଥିଲା। 6 ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ବୃଦ୍ଧାବସ୍ଥାରେ ତାକୁ ଶାନ୍ତିରେ ମରିବାକୁ ଦିଅ ନାହିଁ।
7 “ଗିଲିୟଦୀୟରୁ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମେଜ ନିକଟରେ ସେମାନଙ୍କ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାୟନ କଲାବେଳେ ସେମାନେ ମୋତେ ସାହାଯ୍ୟ କରିଥିଲେ।
8 “ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି। 9 ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତିରେ ଛାଡ଼ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା’ ପ୍ରତି ତୁମ୍ଭର କର୍ତ୍ତବ୍ୟ କ’ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ୟରେ ଶାନ୍ତିରେ ମରିବାକୁ ଦେବ ନାହିଁ।”
10 ତା’ପରେ ଦାଉଦଙ୍କର ମୃତ୍ୟୁ ହେଲା ଓ ସେ ଦାଉଦ ନଗରରେ କବରପ୍ରାପ୍ତ ହେଲେ। 11 ଦାଉଦ ଇସ୍ରାଏଲରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କରିଥିଲେ। ସେ ହିବ୍ରୋଣରେ ସାତ ବର୍ଷ ଓ ଯିରୁଶାଲମରେ ତେତିଶ ବର୍ଷ ରାଜତ୍ୱ କରିଥିଲେ।
ଶଲୋମନ ତାଙ୍କର ରାଜ୍ୟକୁ ନିୟନ୍ତ୍ରଣରେ ନେଲେ
12 ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲ ଉପରେ ରାଜତ୍ୱ କଲେ। ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
13 ତା’ପରେ ହଗୀତର ପୁତ୍ର ଅଦୋନିୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସିଲେ। ବତ୍ଶେବା ତାଙ୍କୁ ପଗ୍ଭରିଲେ, “ଶାନ୍ତିରେ ଆସିଲ ତ?”
ଅଦୋନିୟ ଉତ୍ତର ଦେଲେ, “ହଁ, ଶାନ୍ତିରେ ଆସିଲି। 14 ମୋର ତୁମ୍ଭକୁ କିଛି କହିବାର ଅଛି।”
ବତ୍ଶେବା କହିଲେ, “କୁହ।”
15 ଅଦୋନିୟ କହିଲେ, “ତୁମ୍ଭେ ଜାଣ ଏକ ସମୟରେ ଏ ରାଜ୍ୟ ମୋର ଥିଲା। ସମସ୍ତ ଇସ୍ରାଏଲୀୟଗଣ ମୋତେ ରାଜା ହେବା ପାଇଁ ପସନ୍ଦ କରିଥିଲେ। କିନ୍ତୁ ମୋର ଭାଇ ରାଜା ହୋଇ ଯାଇଛି। ଏହା ସଦାପ୍ରଭୁଙ୍କର ଇଚ୍ଛା। 16 ଏଣୁ ବର୍ତ୍ତମାନ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି। ମୋତେ ନାସ୍ତି କରିବ ନାହିଁ।”
ବତ୍ଶେବା କହିଲେ, “କ’ଣ ଇଚ୍ଛା କରୁଛ?”
17 ଅଦୋନିୟ କହିଲେ, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସହିତ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”
18 ତା’ପରେ ବତ୍ଶେବା କହିଲେ, “ଭଲ କଥା, ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
19 ତେଣୁ ବତ୍ଶେବା ଅଦୋନିୟ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ୱାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
20 ବତ୍ଶେବା କହିଲେ, “ତୁମ୍ଭ ନିକଟରେ ମୋର ଏକ ଛୋଟ ନିବେଦନ ଅଛି, ମୋତେ ନାସ୍ତି କରିବ ନାହିଁ।”
ତହୁଁ ରାଜା କହିଲେ, “ହେ ମାତା, କୁହ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”
21 ତେଣୁ ବତ୍ଶେବା କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିୟ ସହିତ ବିବାହ ଦିଆଯାଉ।”
22 ରାଜା ଶଲୋମନ ତାଙ୍କ ମାତାଙ୍କୁ ପଗ୍ଭରିଲେ, “ତୁମ୍ଭେ ମୋତେ କାହିଁକି ଅବୀଶଗ ସହିତ ଅଦୋନିୟକୁ ବିବାହ ଦେବା ପାଇଁ କହୁଛ? ତୁମ୍ଭେ ମୋତେ କାହିଁକି ପଗ୍ଭରୁ ନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମୋର ବଡ଼ଭାଇ। ଯାଜକ ଅବିୟାଥର ଓ ସରୁୟାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।”
23 ରାଜା ଶଲୋମନ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରୁଛି ଯେ, ମୁଁ ଅଦୋନିୟକୁ ଏଥିପାଇଁ ମୂଲ୍ୟ ଦିଆ କରାଇବି ଏବଂ ତା’ର ଜୀବନ ନେବି। ଅଦୋନିୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ। 24 ସଦାପ୍ରଭୁ ମୋତେ ଇସ୍ରାଏଲର ରାଜା କରିଛନ୍ତି, ସେ ମୋତେ ମୋର ପିତା ଦାଉଦଙ୍କ ସିଂହାସନରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରଖିଛନ୍ତି ଓ ମୋତେ ମୋର ପରିବରକୁ ରାଜ୍ୟ ଦେଇଛନ୍ତି। ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ଯେକୌଣସି ମତେ ଅଦୋନିୟ ଆଜି ନିଶ୍ଚୟ ହତ ହେବ।”
25 ରାଜା ଶଲୋମନ ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ ଓ ସେ ଯାଇ ଅଦୋନିୟକୁ ହତ୍ୟା କଲା।
26 ତା’ପରେ ରାଜା ଯାଜକ ଅବିୟାଥରକୁ କହିଲେ, “ତୁମ୍ଭେ ଅନାଥୋତ ସ୍ଥିତ ତୁମ୍ଭର ଗୃହକୁ ଯାଅ। କାରଣ ତୁମ୍ଭେ ଯଦିଓ ମୃତ୍ୟୁ ଯୋଗ୍ୟ, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବାକୁ ଯାଉ ନାହିଁ, କାରଣ ତୁମ୍ଭେ ମୋର ପିତା ଦାଉଦଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହନ କରିଥିଲ ଓ ତୁମ୍ଭେ ମୋ’ ପିତାଙ୍କର କଠିନ ସମୟରେ ସେହି ପ୍ରକାର ବିପଦ ଗୁଡ଼ିକରେ ଭାଗୀ ହୋଇଥିଲ।” 27 ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବିୟାଥରକୁ ଯାଜକ କର୍ମରୁ ନିବୃତ୍ତ କଲେ।
28 ଯୋୟାବ ଯେତେବେଳେ ଏହା ଶୁଣିଲା, ସେ ଭୟଭୀତ ହୋଇ ପଡ଼ିଲା। କାରଣ ସେ ଅବଶାଲୋମର ଅନୁଗାମୀ ନ ହୋଇ ଅଦୋନିୟର ଅନୁଗାମୀ ହୋଇଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କଲା। 29 ରାଜା ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ଯଜ୍ଞବେଦି ନିକଟରେ ଅଛି। ଶଲୋମନ ଯିହୋୟାଦାର ପୁତ୍ର ବନାୟକୁ ଆଦେଶ ଦେଲେ, ଯାଅ, ତାକୁ ହତ୍ୟା କର।
30 ତା’ପରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଗଲା ଏବଂ ତାକୁ କହିଲା, “ରାଜା କହନ୍ତି, ‘ବାହାରକୁ ଆସ।’”
କିନ୍ତୁ ସେ କହିଲା, “ନା, ମୁଁ ଏଠାରେ ମରିବି।”
ତେଣୁ ବନାୟ ରାଜାଙ୍କ ପାଖକୁ ଗଲେ ଏବଂ ସେ ଯାହା କହିଥିଲେ ତାହାର ତଥ୍ୟ ଦେଲେ। 31 ତା’ପରେ ରାଜା ବନାୟକୁ ଆଦେଶ ଦେଲେ, “ସେ ଯେପରି କହିଅଛି, ସେହିପରି କର। ସେହିଠାରେ ତାକୁ ହତ୍ୟା କର ଓ କବର ଦିଅ। ତାହାହେଲେ ଯୋୟାବ ନିରୀହମାନଙ୍କର ଯେଉଁ ରକ୍ତପାତ କରିଥିଲା, ସେହି ପାପରୁ ମୁଁ ଓ ମୋର ପରିବାର ମୁକ୍ତ ହେବୁ। 32 ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ୟା କରିଥିଲେ। ସେମାନେ ହେଲେ ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା। ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ୟା କରିଥିଲା। ତେଣୁ ସେହି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦେବେ। 33 ତେଣୁ ସେମାନଙ୍କର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା’ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ୱର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ୟ ପ୍ରତି।”
34 ଏହା ପରେ ଯିହୋୟାଦାର ପୁତ୍ର ବନାୟ ଯାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହରେ ତାହାର କବର ଦିଆଗଲା। 35 ପୁଣି ରାଜା ତାହାର ସ୍ଥାନରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି ପଦରେ ନିଯୁକ୍ତ କଲେ ଓ ଅବିୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ। 36 ତା’ପରେ ରାଜା ଲୋକ ପଠାଇ ଶିମିୟିକି ଡକାଇ କହିଲେ, “ଯିରୁଶାଲମରେ ନିଜ ପାଇଁ ଏକ ଗୃହ ନିର୍ମାଣ କର। ଆଉ ଏହି ନଗର ଛାଡ଼ି କୁଆଡ଼େ ଯାଅ ନାହିଁ। 37 ଯଦି ଏହି ନଗର ପରିତ୍ୟାଗ କରି କିଦ୍ରୋଣ ନଦୀ ଅତିକ୍ରମ କରିବ, ତେବେ ତୁମ୍ଭେ ନିଶ୍ଚିତ ନିହତ ହେବ ଏବଂ ତୁମ୍ଭର ଏହି ମୃତ୍ୟୁ ପାଇଁ ତୁମ୍ଭେ ହିଁ ଦାୟୀ ରହିବ।”
38 ତେଣୁ ଶିମିୟି ରାଜାଙ୍କୁ କହିଲା, “ଏହା ଉତ୍ତମ କଥା, ମୋର ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚୟ ପାଳନ କରିବି।” ଏଣୁ ଶିମିୟି ଦୀର୍ଘକାଳ ଯିରୁଶାଲମରେ ବାସ କଲା। 39 ତିନି ବର୍ଷ ପରେ ଶିମିୟିର ଦାସମାନଙ୍କ ମଧ୍ୟରୁ ଦୁଇଜଣ ଗାଥୀୟ ରାଜା ମାଖାର ପୁତ୍ର ଆଖୀଶ୍ ନିକଟକୁ ଗଲେ। ଲୋକମାନେ ଶିମିୟିକି ଖବର ଦେଲେ, ଦେଖ, ତୁମ୍ଭର ଦାସମାନେ ଗାଥ୍-ନଗରରେ ଅଛନ୍ତି। 40 ତେଣୁ ଶିମିୟି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ୱେଷଣରେ ଗାଥ୍-ନଗରରେ ଆଖୀଶ୍ ନିକଟକୁ ଗଲେ ଓ ସେଠାରୁ ନିଜର ଦାସମାନଙ୍କୁ ଫେରାଇ ଆଣିଲେ।
41 ତହୁଁ ଶଲୋମନଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶିମିୟି ଯିରୁଶାଲମରୁ ଗାଥ୍କୁ ଯାଇଥିଲା ଓ ପୁଣି ଫେରି ଆସିଲା। 42 ତେଣୁ ରାଜା ଲୋକ ପଠାଇ ଶିମିୟିକୁ ଡକାଇ ତାକୁ କହିଲେ, “ମୁଁ ତୁମ୍ଭକୁ ସତର୍କ କଲି ଏବଂ ଶପଥ କଲି ଯେ, ଯଦି ତୁମ୍ଭେ ଯିରୁଶାଲମ ଛାଡ଼ି ଅନ୍ୟ କୌଣସି ସ୍ଥାନକୁ ଯାଅ, ତେବେ ତୁମ୍ଭକୁ ହତ୍ୟା କରାଯିବ। ତୁମ୍ଭେ ମୋତେ ପ୍ରତିଶୃତି ଦେଇଥିଲ ଯେ, ତୁମ୍ଭେ ମୋ’ କଥା ମାନିବ। 43 ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମୋର ଆଜ୍ଞା କାହିଁକି ପାଳନ କଲ ନାହିଁ? 44 ମୋର ପିତା ଦାଉଦଙ୍କ ବିପକ୍ଷରେ ତୁମ୍ଭେ ବହୁ ମନ୍ଦ କର୍ମ କରିଛ, ଏହା ତୁମ୍ଭେ ଜାଣ। ସେହି ଦୁଷ୍ଟତା ପାଇଁ ସଦାପ୍ରଭୁ ତୁମ୍ଭ ପ୍ରତି ଶାସ୍ତି ବିଧାନ କରିବେ। 45 ମାତ୍ର ମୁଁ ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ ହେବି ଓ ସେ ଦାଉଦଙ୍କ ସିଂହାସନକୁ ଅନନ୍ତକାଳ ନିରାପଦ ରଖିବେ।”
46 ତେଣୁ ରାଜା ବନାୟକୁ ଏକ ଆଦେଶ ଦେଲେ, ଶିମିୟକୁ ମାରିବା ପାଇଁ ଏବଂ ସେ ଏହା କଲା। ତା’ପରେ ଶଲୋମନ ନିଜ ରାଜ୍ୟ ଉପରେ ପୁରା ଅଧିକାର ପାଇଲେ।
ଏକଆରେକର ସାହାଯ୍ୟ କର
6 ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ। 2 ନିଜର କର୍ତ୍ତବ୍ୟ କରିବା ସହ ପରସ୍ପରକୁ ସାହାଯ୍ୟ କର। ଏଭଳି କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତରେ ପାଳନ କରି ପାରିବ। 3 ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ। 4 ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା’ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ। 5 ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।
ଉତ୍ତମ କାର୍ଯ୍ୟ କରିବା ବନ୍ଦ ନ କର
6 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
ଜୀବନ ହେଉଛି ଜମି ଗ୍ଭଷ କରିବା ସହିତ ସମାନ
7 ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ। 8 ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ। 9 ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା’ର ଫଳ ମିଳିବ। 10 ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।
ପାଉଲଙ୍କ ପତ୍ରର ସମାପ୍ତି
11 ଦେଖ! ମୁଁ ନିଜ ହାତରେ ଓ କେତେ ବଡ଼ବଡ଼ ଅକ୍ଷରରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି। 12 କେତେକ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରୁଛନ୍ତି। ଯିହୂଦୀମାନେ ଯେପରି ସେମାନଙ୍କୁ ଗ୍ରହଣ କରି ପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସେମାନଙ୍କୁ ନିର୍ଯ୍ୟାତନା ସହିବାକୁ ହେବ, ସେଥିପାଇଁ ସେମାନେ ଭୟ କରୁଛନ୍ତି। 13 ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସେମାନେ ନିଜେ ବ୍ୟବସ୍ଥା ପାଳନ କରୁ ନାହାନ୍ତି। କିନ୍ତୁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ୟ କରି, ସେମାନେ ଗର୍ବ କରି ପାରିବେ।
14 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ। 15 ଜଣେ ମନୁଷ୍ୟ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥିରେ କିଛି ଗୁରୁତ୍ୱ ନାହିଁ। କେବଳ ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ନୂତନ ମନୁଷ୍ୟ ହେବା ଗୁରୁତ୍ୱପୂର୍ଣ୍ଣ। 16 ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।
17 ଅତଏବ ମୋତେ ଅଧିକ କଷ୍ଟ ଦିଅ ନାହିଁ। ମୋ’ ଶରୀରରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁ ଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।
18 ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।
ପରମେଶ୍ୱର ଯିହିଜିକଲଙ୍କୁ ଇସ୍ରାଏଲ ପ୍ରହରୀ ରୂପେ ନିଯୁକ୍ତ କରନ୍ତି
33 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିଜ ଲୋକମାନଙ୍କୁ କୁହ, ‘ଆମ୍ଭେ ଯେତେବେଳେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ସେ ଦେଶର ଲୋକମାନେ ନିଜ ଲୋକମାନଙ୍କ ମଧ୍ୟରୁ ଜଣଙ୍କୁ ସେତେବେଳେ ଏକ ପ୍ରହରୀ କରି ନିଯୁକ୍ତ କରନ୍ତି। 3 ଆଉ ସେ ଯଦି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିବାର ଦେଖେ, ତେବେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚେତନ କରାଏ। 4 ଯଦି କେହି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ଼୍ଗ ତାହାକୁ ହତ୍ୟା କରେ, ତେବେ ତାହାର ମୃତ୍ୟୁ ପାଇଁ ସେ ଦାୟୀ ରହିବ। 5 କାରଣ ସେ ତୂରୀଶବ୍ଦ ଶୁଣି ସତର୍କ ହେଲା ନାହିଁ ଏବଂ ଶତ୍ରୁଗଣ ତାକୁ ହତ୍ୟା କରନ୍ତି। ତେବେ ସେମାନେ ନିଜର ମୃତ୍ୟୁ ପାଇଁ ଦାୟୀ ରହିବେ। କାରଣ ସେମାନେ ସଚେତନ ହୋଇଥିଲେ ନିଜର ପ୍ରାଣ ବଞ୍ଚାଇ ଥା’ନ୍ତେ।
6 “‘କିନ୍ତୁ ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ ଓ ଲୋକମାନେ ସଚେତନ ନ ହୁଅନ୍ତି ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ହତ୍ୟା କରେ, ତେବେ ନିଜ ପାପ ଯୋଗୁଁ ହତ୍ୟା ହେଲା। କିନ୍ତୁ ମୁଁ ତାହାର ରକ୍ତର ପ୍ରତିଶୋଧ ସେହି ପ୍ରହରୀ ଉପରେ ନେବି।’
7 “ଏଣୁ ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛି, ତୁମ୍ଭେ ମୋର ମୁଖରୁ ଯେଉଁ ବାକ୍ୟଗୁଡ଼ିକ ମୋ’ ପକ୍ଷରୁ ସେମାନଙ୍କୁ ସଚେତନ କରିବ। 8 ମୁଁ ଯେତେବେଳେ କୌଣସି ଦୁଷ୍ଟ ଲୋକକୁ କହିବି, ‘ହେ ଦୁଷ୍ଟଲୋକ, ତୁମ୍ଭେ ନିଶ୍ଚୟ ମରିବ।’ ସେତେବେଳେ ତୁମ୍ଭେ ଯଦି ତାକୁ ସଚେତନ ନ କର ଓ ସେ ତାହାର ଜୀବନ ପଥ ପରିବର୍ତ୍ତନ ନ କରେ, ତେବେ ସେହି ଦୁଷ୍ଟଲୋକ ନିଜ ପାପରେ ମରିବ। ମୁଁ ତାହାର ରକ୍ତର ପ୍ରତିଶୋଧ ତୁମ୍ଭ ଉପରେ ନେବି। 9 କିନ୍ତୁ ଯଦି ସେହି ଦୁଷ୍ଟ ଲୋକକୁ ସଚେତନ କଲାପରେ ତା’ର ଜୀବନ ପଥ ନ ବଦଳାଏ ଓ ପାପରୁ ନିବୃତ୍ତ ନ ହୁଏ, ତେବେ ସେ ତାହାର ପାପ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ନିଜର ପ୍ରାଣ ବଞ୍ଚାଇବ।
ପରମେଶ୍ୱର ଲୋକମାନଙ୍କର ବିନାଶ ଗ୍ଭହାନ୍ତି ନାହିଁ
10 “ଆଉ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ କୁହ, ତୁମ୍ଭେମାନେ ଏ ପ୍ରକାର କହୁଅଛ, ‘ଆମ୍ଭମାନଙ୍କର ବ୍ୟବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ସେଥିରେ ହିଁ କ୍ଷୟ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି?’
11 “ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’
12 “ହେ ମନୁଷ୍ୟପୁତ୍ର, ତୁମ୍ଭର ଲୋକମାନଙ୍କୁ କୁହ, ‘ଧାର୍ମିକମାନଙ୍କର ପୁଣ୍ୟ ସେଦିନ ତାକୁ ରକ୍ଷା କରି ପାରିବ ନାହିଁ, ଯେତେବେଳେ ସେ ପାପ କରେ। ଏବଂ ଦୁଷ୍ଟ ଲୋକର ଦୁଷ୍ଟ ସ୍ୱଭାବ ତା’ର ପତନର କାରଣ ହେବ ନାହିଁ ଯେତେବେଳେ ସେ ଠିକ୍ କାର୍ଯ୍ୟ କରିବାକୁ ଆରମ୍ଭ କରେ। ଏବଂ ଯେଉଁ ଦିନ ଦୁଷ୍ଟ ଲୋକଟି ତା’ର ପାପରୁ ନିବୃତ୍ତ ହେବ, ସେ ତା’ର ପାପ ପାଇଁ ଆଉ ଯନ୍ତ୍ରଣା ଭୋଗ କରିବ ନାହିଁ। ଏବଂ ଠିକ୍ ସେହିପରି ଜଣେ ଧାର୍ମିକ ଲୋକ ପାପ କରେ, ତେବେ ତାକୁ ତା’ର ଅତୀତର ଧାର୍ମିକତା ଯୋଗୁଁ ବଞ୍ଚିବାକୁ ଅନୁମତି ଦିଆଯିବ ନାହିଁ।’
13 “ଯଦି ମୁଁ ଜଣେ ଧାର୍ମିକ ବ୍ୟକ୍ତିକୁ କୁହେ, ‘ତୁମ୍ଭେ ନିଶ୍ଚିତ ଭାବରେ ବଞ୍ଚିବ,’ ଏବଂ ସେ ତା’ର ଅତୀତର ଧାର୍ମିକତାକୁ ଭରସା କରି ପାପ କରେ, ତା’ର କୌଣସି ପୂର୍ବ ଧାର୍ମିକତା ସ୍ମରଣ କରାଯିବ ନାହିଁ ଏବଂ ସେ ତା’ର ପାପ ପାଇଁ ମରିବ।
14 “ଏବଂ ଯେତେବେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ, 15 ସେହି ଦୁଷ୍ଟଲୋକ ଯେବେ ବନ୍ଧନ ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ଯଦି ସେ ସମସ୍ତ ଜିନିଷଗୁଡ଼ିକ ପାଇଁ ପରିଶୋଧ କରେ, ଯେ ସେ ପାଦ୍ରୀ, କୌଣସି ପାପ ନ କରି ଜୀବନଦାୟକ ବିଧି ପଥରେ ଗ୍ଭଲେ, ତେବେ ସେ ନିଶ୍ଚୟ ବଞ୍ଚିବ ସେ ମରିବ ନାହିଁ। 16 ତାହାର ଅତୀତର କୌଣସି ପାପକର୍ମଗୁଡ଼ିକୁ ସ୍ମରଣ କରାଯିବ ନାହିଁ। ଯେହେତୁ ସେ ଯାହା ନ୍ୟାୟ ଓ ଧର୍ମାଚରଣ କରିଛି, ସେ ବଞ୍ଚିବ।
17 “କିନ୍ତୁ ତୁମ୍ଭର ଲୋକମାନେ କହୁଅଛନ୍ତି ଯେ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ପଥ ସରଳ ନୁହେଁ।’
“କିନ୍ତୁ ପ୍ରକୃତରେ ସେମାନଙ୍କର ନିଜ ପଥ ସରଳ ନୁହେଁ। 18 ଯଦି ଜଣେ ଧାର୍ମିକ ବ୍ୟକ୍ତି ଆପଣା ଧାର୍ମିକତାରୁ ଓହରି ପାପ କରେ ସେ ତହିଁରେ ମରିବ। 19 ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ ସେ ବଞ୍ଚିବ। 20 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକର ତା’ର ଆଗ୍ଭର ବ୍ୟବହାର ଅନୁସାରେ ବିଗ୍ଭର କରିବି।”
ଯିରୁଶାଲମ ଅଧିକୃତ ହୋଇଅଛି
21 ଅନନ୍ତର ଆମ୍ଭମାନଙ୍କ ନିର୍ବାସରେ ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୁଶାଲମରୁ ଜଣେ ପଳାତକ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
22 ସେହି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ୟା ସମୟରେ ମୋର ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଥିଲା। ପ୍ରାତଃକାଳରେ ସେହି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମୋର ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହୋଇ ରହିଲି ନାହିଁ। 23 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 24 “ହେ ମନୁଷ୍ୟ ପୁତ୍ର, ଯେଉଁମାନେ ଇସ୍ରାଏଲ ଦେଶର ସେହି ଧ୍ୱଂସପ୍ରାପ୍ତ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ‘ଅବ୍ରହାମ ଏକମାତ୍ର ଜଣେ ବ୍ୟକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭେମାନେ ଅନେକ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।’
25 “ତେଣୁ ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାଯ୍ୟ ପାଇଁ, ଆଉ ରକ୍ତପାତ କରୁଅଛ। ତେବେ ତୁମ୍ଭମାନଙ୍କୁ କାହିଁକି ଦେଶାଧିକାର ଦିଆଯିବ? 26 ତୁମ୍ଭେମାନେ ନିଜ ନିଜ ଖଡ଼୍ଗ ଉପରେ ନିର୍ଭର କରୁଅଛ। ଆଉ ପାପ ଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକ ନିଜ ନିଜ ପ୍ରତିବାସୀର ସ୍ତ୍ରୀକୁ ପାପ ବ୍ୟଭିଗ୍ଭରୀ ଦ୍ୱାରା ଅଶୁଚି କରୁଅଛ। ତେଣୁ ତୁମ୍ଭମାନଙ୍କୁ କାହିଁକି ଦେଶାଧିକାର ଦିଆଯିବ?’
27 “‘ଏହିରୂପେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଧ୍ୱଂସପ୍ରାପ୍ତ ସ୍ଥାନରେ ରହିଥିବା ଲୋକମାନେ ଖଡ଼୍ଗରେ ପତିତ ହେବେ ଏବଂ ଯେଉଁମାନେ ଖୋଲା ପ୍ରାନ୍ତରରେ ଥିବେ ସେମାନଙ୍କୁ ପଶୁମାନେ ଭକ୍ଷ୍ୟଣ କରିବେ କିନ୍ତୁ ଯେଉଁ ଲୋକମାନେ ଦୃଢ଼ ଦୁର୍ଗ ଓ ଗୁମ୍ଫା ମଧ୍ୟରେ ଲୁଚି ରହିବେ, ସେମାନେ ମହାମାରୀରେ ମରିବେ। 28 ଏବଂ ମୁଁ ଇସ୍ରାଏଲ ଦେଶକୁ ବିନଷ୍ଟ ଓ ଶୂନ୍ୟ କରିବି। ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ। ପୁଣି ଇସ୍ରାଏଲର ପର୍ବତଗଣ ନିର୍ଜ୍ଜନ ହେବେ, ଆଉ କେହି ତାହା ମଧ୍ୟଦେଇ ଗମନାଗମନ କରିବେ ନାହିଁ। 29 ସେମାନେ ଏପରି ଘୃଣ୍ୟ ଓ ମନ୍ଦକର୍ମ କରିଅଛନ୍ତି ଯେ ଆମ୍ଭେ ଦେଶକୁ ଧ୍ୱଂସିତ ଓ ଶୂନ୍ୟସ୍ଥାନ କରାଇବା। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ ତାହା ସେମାନେ ଜାଣିବେ।”
30 “‘ପୁଣି ହେ ମନୁଷ୍ୟ ପୁତ୍ର, ତୁମ୍ଭ ଲୋକମାନଙ୍କର କାନ୍ଥ ନିକଟରେ ଠିଆ ହୋଇ ସେମାନଙ୍କର ଦ୍ୱାରଗୁଡ଼ିକରେ ଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି। ଆଉ ଜଣେ ଅନ୍ୟ ଜଣକୁ କହେ, “ଭାଇ ଆସ, ସଦାପ୍ରଭୁଙ୍କଠାରୁ ଭବିଷ୍ୟଦ୍ବାଣୀ ଶୁଣିବା।” 31 ଏବଂ ସେମାନେ ମୋ’ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମୋ’ ଲୋକପରି ସେମାନେ ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସେମାନେ ମୋ’ କଥା ମାନନ୍ତି ନାହିଁ। କାରଣ ସେମାନେ କେବଳ ତାହା କରନ୍ତି, ଯାହା ସେମାନେ କରିବାକୁ ଗ୍ଭହାନ୍ତି। ଏବଂ ସେମାନଙ୍କ ହୃଦୟ ଅସାଧୁ ଲାଭ ପାଇଁ ଲୋଭି ଅଟେ।
32 “‘ତୁମ୍ଭେ ସେମାନଙ୍କ ନିକଟରେ ମଧୁର ସଙ୍ଗୀତ ଗାନ କରୁଥିବା ଗାୟକ ସଦୃଶ ଅଟ। ତୁମ୍ଭର ମଧୁର ସ୍ୱର ଅଛି, ତୁମ୍ଭେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାର। ତେଣୁ ସେମାନେ ତୁମ୍ଭର କଥା ଶୁଣନ୍ତି, କିନ୍ତୁ ତୁମ୍ଭେ ଯାହା କୁହ ତାହା କରନ୍ତି ନାହିଁ। 33 ଏବଂ ଯେତେବେଳେ ଏହା ସତ ହୁଏ ଏବଂ ଏହା ଆସୁଛି, ତା’ପରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଥିଲେ।’”
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।
81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 ଗୀତ ଆରମ୍ଭ କର
ଓ ଦାରା ବଜାଅ,
ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
3 ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
4 କାରଣ ଏହା ଇସ୍ରାଏଲ ପାଇଁ ନିୟମ।
ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
5 ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
6 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
7 ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।”
8 “ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
9 ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
ଆମ୍ଭେ ଖୁଆଇ ଦେବା।
11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”
ଆସଫର ଗୀତ।
82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
2 ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?”
3 “ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
4 ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।
5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
6 ମୁଁ (ପରମେଶ୍ୱର) କହିଲି,
“ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”
8 ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
ସମସ୍ତ ଜାତିଗଣ ତୁମ୍ଭର ଅଟେ।
2010 by World Bible Translation Center