Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରାଜାବଳୀର ଦ୍ୱିତୀୟ ପୁସ୍ତକ 2

ସଦାପ୍ରଭୁ ଏଲିୟଙ୍କୁ ନେବାକୁ ଯୋଜନା କରନ୍ତି

ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗି‌ଲ୍‌‌‌ଗ‌‌ଲ୍‌‌ଠାରୁ ସେମାନଙ୍କର ରାସ୍ତାରେ ଥିଲେ।

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ଏଠାରେ ରୁହନ୍ତୁ, କାରଣ ସଦାପ୍ରଭୁ ମୋତେ ବୈଥେ‌ଲ୍‌କୁ ଯିବାକୁ କହିଛନ୍ତି।”

ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ଓ ତୁମ୍ଭେ ଜୀବତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ବୈଥେ‌ଲ୍‌କୁ ଗଲେ।

ବୈଥେ‌ଲ୍‌ର ଦଳେ ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣ ନାହିଁ?”

ଇଲୀଶାୟ କହିଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ତୁନି ହୁଅ।”

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ତୁମ୍ଭେ ଏଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଛନ୍ତି।”

ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଯିରୀହୋକୁ ଗଲେ।

ଯିରୀହୋର ଦଳେ ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, “ତୁମ୍ଭେ କ’ଣ ଜାଣ ନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜି ନେଇଯିବେ?”

ଇଲୀଶାୟ ଉତ୍ତର କଲେ, “ହଁ, ମୁଁ ଏହା ଜାଣେ, କିନ୍ତୁ ତୁମ୍ଭେମାନେ ନୀରବ ହୁଅ।”

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।”

ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।

ପୁନଶ୍ଚ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ ପଗ୍ଭଶ୍ ଜଣ ତାଙ୍କର ପଶ୍ଚା‌ତ୍‌ଧାବନ କଲେ। ଏଲିୟ ଓ ଇଲୀଶାୟ ଯର୍ଦ୍ଦନ ନଦୀ ନିକଟକୁ ଯାଇ ଠିଆ ହେଲେ। ଆଉ ସେ ପଗ୍ଭଶ୍ ଲୋକ ସେମାନଙ୍କଠାରୁ ଦୂରରେ ଛିଡ଼ା ହେଲେ। ଏଲିୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଠିଆ ହୋଇ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଓ ସେ ଦୁହେଁ ଶୁଷ୍କ ଭୂମି ଦେଇ ନଦୀ ପାର ହେଲେ।

ନଦୀ ପାରି ହେଲା ପରେ ଏଲିୟ ଇଲୀଶାୟଙ୍କୁ କହିଲେ, “ପରମେଶ୍ୱର ମୋତେ ତୁମ୍ଭଠାରୁ ନେବା ପୂର୍ବରୁ, ମୋ’ଠାରୁ ତୁମ୍ଭେ କ’ଣ ଗ୍ଭହୁଁଛ ମାଗ।”

ଇଲୀଶାୟ କହିଲେ, “ମୁଁ ପ୍ରାର୍ଥନା କରେ, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।”

10 ଏଲିୟ କହିଲେ, “ତୁମ୍ଭେ ଏକ କଷ୍ଟକର ବିଷୟ ମାଗିଲ। ତଥାପି ମୁଁ ତୁମ୍ଭ ନିକଟରୁ ନେଇଯିବା ବେଳେ, ତୁମ୍ଭେ ଯଦି ମୋତେ ଦେଖିବ ତେବେ ତୁମ୍ଭ ପ୍ରତି ତାହା ଘଟିବ, କିନ୍ତୁ ତୁମ୍ଭେ ଯଦି ମୋତେ ଦେଖିବ ନାହିଁ, ତାହାହେଲେ ସେପରି ଘଟିବ ନାହିଁ।”

ପରମେଶ୍ୱର ଏଲିୟଙ୍କୁ ସ୍ୱର୍ଗକୁ ନେଲେ

11 ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା’ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।

12 ଇଲୀଶାୟ ତାହା ଦେଖି ଉଚ୍ଚ ସ୍ୱରରେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”

ତା’ପରେ ଇଲୀଶାୟ ଏଲିୟଙ୍କୁ ଆଉ ଦେଖି ପାରିଲେ ନାହିଁ। ଏଣୁ ସେ ଦୁଃଖର ପ୍ରତୀକ ସ୍ୱରୂପ ନିଜର ବସ୍ତ୍ରକୁ ଚିରି ଦୁଇଖଣ୍ତ କରିଦେଲେ। 13 ଏଲିୟଙ୍କ ବସ୍ତ୍ର ଭୂମିରେ ପଡ଼ିଲାମାତ୍ରେ ଇଲୀଶାୟ ତାକୁ ଉଠାଇ ନେଲେ। ତା’ପରେ ସେ ଯର୍ଦ୍ଦନ ନଦୀ ତୀରରେ ଛିଡ଼ା ହୋଇ ପାଣିକୁ ଆଘାତ କରି କହିଲେ, “ଏଲିୟଙ୍କର ପରମେଶ୍ୱର, ସଦାପ୍ରଭୁ କେଉଁଠାରେ ଅଛନ୍ତି?” 14 ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଏବଂ ଇଲୀଶାୟ ନଦୀ ପାର ହେଲେ।

ଭବିଷ୍ୟ‌ଦ୍‌ବକ୍ତାଙ୍କ ଏଲିୟଙ୍କୁ ଅନ୍ୱେଷଣ

15 ଯେତେବେଳେ ଯିରୀହୋ ନିବାସୀ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ୟରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, “ଏଲିୟଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। 16 ସେମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭ ସହିତ ପଗ୍ଭଶ୍ ବଳବାନ୍ ଲୋକ ଅଛନ୍ତି। ଆମ୍ଭେ ବିନୟ କରୁଛୁ, ସେମାନଙ୍କୁ ତୁମ୍ଭର ମହାଶୟଙ୍କୁ ଖୋଜିବାରେ ଯିବାକୁ ଦିଅ। ହୋଇପାରେ ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ କି ଉପତ୍ୟକା ଉପରେ ପକାଇ ଦେଇଥିବେ।”

ମାତ୍ର ଇଲୀଶାୟ କହିଲେ, “ତୁମ୍ଭେ ଏଲିୟଙ୍କୁ ଖୋଜିବକୁ ଲୋକ ପଠାଅ ନାହିଁ।”

17 ତା’ପରେ ସେ ବିହ୍ୱଳ ହେବା ପର୍ଯ୍ୟନ୍ତ ତାଙ୍କୁ ସେମାନେ ପ୍ରବର୍ତ୍ତାନ୍ତେ, ସେ କହିଲେ, “ଭଲ କଥା, ଏଲିୟଙ୍କୁ ଖୋଜିବାକୁ ଲୋକ ପଠାଅ।”

ସେମାନେ ଦଳେ ଭବିଷ୍ୟ‌ଦ୍‌ବକ୍ତାମାନେ ପଗ୍ଭଶ୍ ଜଣ ଲୋକଙ୍କୁ ପଠାଇଲେ। ସେମାନେ ତିନି ଦିନ ଖୋଜିଲେ, ମାତ୍ର ଏଲିୟଙ୍କୁ ପାଇଲେ ନାହିଁ। 18 ପୁଣି ସେମାନେ ଯିରୀହୋରେ ଇଲୀଶାୟ ନିକଟକୁ ଯାଇ କହିଲେ, “ସେମାନେ ଏଲିୟଙ୍କୁ ପାଇଲେ ନାହିଁ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭମାନଙ୍କୁ ନ ଯିବା ପାଇଁ ମୁଁ କହିଥିଲି।”

ଇଲୀଶାୟ ଜଳକୁ ନିର୍ମଳ କରନ୍ତି

19 ନଗରର ଲୋକମାନେ ଇଲୀଶାୟ ନିକଟକୁ ଯାଇ କହିଲେ, “ମହାଶୟ ତୁମ୍ଭେ ଦେଖି ପାରିବ ଯେ, ଏହି ନଗରଟି ଅତି ସୁନ୍ଦର ଭାବରେ ଅବସ୍ଥିତ ଅଛି। ମାତ୍ର ଏହାର ଜଳ ଅତ୍ୟନ୍ତ ଦୂଷିତ ହୋଇଯାଇଛି, ତେଣୁ ଭୂମି ଉତ୍ତମ ଶସ୍ୟ ଦେଉ ନାହିଁ।”

20 ଇଲୀଶାୟ କହିଲେ, “ମୋତେ ଗୋଟିଏ ନୂତନ ପାତ୍ର ଆଣି ଦିଅ ଓ ତହିଁରେ କିଛି ଲୁଣ ରଖ।”

ତହୁଁ ଲୋକମାନେ ପାତ୍ରଟିଏ ଆଣି ଇଲୀଶାୟଙ୍କୁ ଦେଲେ। 21 ତତ୍ପରେ ଇଲୀଶାୟ ଜଳ ନିର୍ଝରର ଉତ୍ପତ୍ତି ସ୍ଥଳକୁ ଯାଇ ଲବଣକୁ ଜଳରେ ପକାଇଲେ ଓ କହିଲେ, “ସଦାପ୍ରଭୁ ଏହି କଥା କୁହନ୍ତି, ‘ମୁଁ ଏହି ଜଳକୁ ଶୁଦ୍ଧ କଲି। ଏଣିକି ଆଉ ତାହା ମୃତ୍ୟୁର କାରଣ ହେବ ନାହିଁ କିଅବା ଜମିରେ ଅଙ୍ଗୁର ବଢ଼ାଇବାରେ ବାଧକ ହେବ ନାହିଁ।’”

22 ଜଳ ନିର୍ମଳ ହେଲା। ଇଲୀଶାୟଙ୍କ ବାକ୍ୟାନୁସାରେ ତାହା ଆଜି ପର୍ଯ୍ୟନ୍ତ ନିର୍ମଳ ରହିଅଛି।

କେତେକ ବାଳକ ଇଲୀଶାୟଙ୍କୁ ପରିହାସ କରନ୍ତି

23 ଅନନ୍ତର ଇଲୀଶାୟ ବୈଥେ‌ଲ୍‌କୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତେକ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, “ଆରେ ଚନ୍ଦା ମୁଣ୍ତିଆ! ଉପରକୁ ଯା, ଆରେ ଚନ୍ଦା ମୁଣ୍ତିଆ ଉପରକୁ ଯା!”

24 ଇଲୀଶାୟ ପଛକୁ ଗ୍ଭହିଁ ବାଳକମାନଙ୍କୁ ଦେଖିଲେ। ସେ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ତା’ପରେ ଦୁଇଟି ଭଲ୍ଲୁକ ଜଙ୍ଗଲରୁ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କ ମଧ୍ୟରୁ ବୟାଳିଶ୍ ଜଣଙ୍କୁ ଧରି ଚିରି ପକାଇଲେ।

25 ଏହା ପରେ ଇଲୀଶାୟ ବୈଥେ‌ଲ୍‌ରୁ କର୍ମିଲ ପର୍ବତକୁ ଓ ସେଠାରୁ ଶମରିୟାକୁ ଗଲେ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2

ମନ୍ଦ ଦୁର୍ଘଟଣାମାନ ଘଟିବ

ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବିଷୟରେ ଆମ୍ଭର କିଛି କହିବାକୁ ଅଛି। ଯେତେବେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭେଟିବା, ସେହି ସମୟ ବିଷୟରେ ଆମ୍ଭେ ତୁମ୍ଭକୁ କହିବାକୁ ଗ୍ଭହୁଁ। ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି। ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ। ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।

ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ। ମନେ ଅଛି କି? ଏବେ ମନ୍ଦବ୍ୟକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭେମାନେ ଜାଣିଛ। ଯେତେବେଳେ ଉଚିତ୍ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି। ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ, ତା’ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।

ତା’ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ ଘଟାଇବ। 10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ। 11 ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି। 12 ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।

ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ

13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।

ଦାନିୟେଲଙ୍କ ପୁସ୍ତକ 6

ଦାନିୟେଲ ଓ ସିଂହଗଣ

ଦାରିୟାବସ ଚିନ୍ତାକଲେ ସମୁଦାୟ ରାଜ୍ୟରେ ଶାସନ କରିବକୁ 120 କ୍ଷିତିପାଳ ନିଯୁକ୍ତ କଲେ ଭଲ ହେବ। ସେହି ରାଜା ତିନି ଜଣ ତଦାରଖକାରୀଙ୍କୁ ସୁବେଦାର ଉପରେ ନିଯୁକ୍ତ କଲେ, ଯେପରି ସେମାନେ ରାଜାଙ୍କୁ ଠକି ନ ପାରିବେ ଓ କ୍ଷତି ସହି ପାରିବେ। ଏହି ତିନି ଜଣ ନିରୀକ୍ଷକ ମଧ୍ୟରେ ଦାନିୟେଲ ଥିଲେ ଅନ୍ୟତମ। ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ମଧ୍ୟରେ ବିଖ୍ୟାତ ହୋଇଥିଲେ। ତେଣୁ ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ଶାସକ ଭାବରେ ନିଯୁକ୍ତ କରିବାକୁ ମନସ୍ଥ କଲେ। ଏଥିରେ ଅନ୍ୟ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ଦାନିୟେଲଙ୍କ ପ୍ରତି ଈର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷୟ ଦୋଷ ଅନୁସନ୍ଧାନ କଲେ। ମାତ୍ର ସେମାନେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କଠାରେ କୌଣସି ଭ୍ରାନ୍ତି ବା ଅପରାଧ ନ ଥିଲା। ସେ ରାଜାଙ୍କୁ ଠକୁ ନ ଥିଲେ ଓ କଠିନ ପରିଶ୍ରମ କରୁଥିଲେ।

ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।”

ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ। ତଦାରଖକାରୀଗଣ, ରାଜପ୍ରତିନିଧିଗଣ, ସୁବେଦାରଗଣ ଓ ମନ୍ତ୍ରୀଗଣ ସମସ୍ତେ ଅଜଣା ଭାବରେ ରାଜି ହେଲେ ଯେ, ଏକ ରାଜକୀୟ ଘୋଷଣା ପତ୍ର ହେବା ଉଚିତ୍। ଯଦି କେହି ତିରିଶ୍ ଦିନ ପର୍ଯ୍ୟନ୍ତ ମହାରାଜା ବିନା କୌଣସି ଦେବତା ବା ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ତେବେ ତାକୁ ସିଂହର ଗୁମ୍ଫାକୁ ଫିଙ୍ଗାଯିବ। ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।” ତେଣୁ ରାଜା ଦାରିୟାବସ ସେହି ଲେଖା ଓ ନିଷେଧ ସ୍ୱାକ୍ଷର କଲା।

10 ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଥିଲେ। ଯେତେବେଳେ ନୂତନ ବିଧି ବିଷୟରେ ଲେଖା ସ୍ୱାକ୍ଷାରିତ ହୋଇଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କୋଠରୀର ଝରକା ଯିରୁଶାଲମ ଆଡ଼େ ମେଲା ଥିଲା। ସେ ପୂର୍ବପରି ଆଣ୍ଠୁମାଡ଼ି ଦିନ ମଧ୍ୟରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କୁ ଧନ୍ୟବାଦ ପ୍ରଦାନ କଲେ।

11 ତା’ପରେ ସେହି ଲୋକମାନେ ଏକତ୍ରିତ ହୋଇ ଦାନିୟେଲ ନିକଟକୁ ଗଲେ ଓ ତାଙ୍କୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରୁଥିବାର ଦେଖିଲେ। 12 ତେଣୁ ସେମାନେ ରାଜାଙ୍କ ପାଖକୁ ଗଲେ ଓ ରାଜକୀୟ ବିଧି ବିଷୟରେ ତାଙ୍କୁ ମନେ ପକାଇ ଦେଲେ। ସେମାନେ କହିଲେ, “ହେ ମହାରାଜା, ଯେକୌଣସି ଲୋକ ତିରିଶ୍ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ। ଏପରି ଏକ ନିଷେଧ ପତ୍ରରେ ଆପଣ ସ୍ୱାକ୍ଷର କରି ନାହାନ୍ତି କି?”

ରାଜା କହିଲେ, “ହଁ, ମୁଁ ସେ ନିଷେଧ ପତ୍ରରେ ସ୍ୱାକ୍ଷର କରିଛି।’ ଆଉ ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”

13 ତା’ପରେ ସେମାନେ ରାଜାଙ୍କୁ ଉତ୍ତର ଦେଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ ସନ୍ତାନଗଣ ମଧ୍ୟରେ ଜଣେ ବ୍ୟକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ। ସେ ଏବେ ମଧ୍ୟ ଦିନରେ ତିନିଥର ତା’ର ପରମେଶ୍ୱରକୁ ପ୍ରାର୍ଥନା କରୁଛି।”

14 ତହୁଁ ରାଜା ଦୁଃଖିତ ଓ ବିବ୍ରତ ହୋଇ ପଡ଼ିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଉପାୟ ଚିନ୍ତା କଲା। 15 ତା’ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।”

16 ତହୁଁ ରାଜାଙ୍କ ଆଦେଶରେ ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। କିନ୍ତୁ ରାଜା ଦାନିୟେଲଙ୍କୁ କହିଲେ, “ତୁମ୍ଭେ ଯେଉଁ ପରମେଶ୍ୱରଙ୍କର ଉପାସନା କରୁଛ, ସେ ତୁମ୍ଭକୁ ଉଦ୍ଧାର କରିବେ।” 17 ପୁଣି ଏକ ବଡ଼ ପଥର ଅଣାଯାଇ ଗର୍ତ୍ତ ମୁଖରେ ରଖାଗଲା। ପୁଣି ରାଜା ନିଜର ମୁଦ୍ରାରେ ଓ ନିଜ ଅମାତ୍ୟଗଣଙ୍କ ମୁଦ୍ରାରେ ତାହା ଅଙ୍କିତ କଲା। ଏହା କରାଗଲା କାରଣ ସେହି ଦାନିୟେଲଙ୍କୁ ଗର୍ତ୍ତରୁ ବାହାର କରିବାକୁ ପଥର ଘୁଞ୍ଚାଇବେ ନାହିଁ। 18 ତା’ପରେ ରାଜା ଆପଣା ପ୍ରାସାଦକୁ ଯାଇ ଉପବାସରେ ରାତ୍ରି ଯାପନ କଲେ। ଆଉ ବାଦ୍ୟଯନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।

19 ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ। 20 ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ୱରରେ ଡାକିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ୱରଙ୍କୁ ସେବା କରୁଅଛ, ସେହି ପରମେଶ୍ୱର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?”

21 ଦାନିୟେଲ ଉତ୍ତର କଲେ, “ହେ ରାଜା ଚିରଜୀବୀ ହୁଅନ୍ତୁ। 22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।”

23 ରାଜା ଦାରିୟାବସ ଅତ୍ୟନ୍ତ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦେଲା। ଆଉ ଦାନିୟେଲ ସେହି ଗର୍ତ୍ତରୁ ଆସିଲେ, ତାଙ୍କ ଦେହରେ କୌଣସି କ୍ଷତ ଚିହ୍ନ ନ ଥିଲା। କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥିଲେ।

24 ତା’ପରେ ରାଜା ଦାନିୟେଲଙ୍କ ବିରୁଦ୍ଧରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସେମାନଙ୍କର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫାରେ ନିକ୍ଷେପ କଲେ। ତଳେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଭକ୍ଷ୍ୟଣ କରି ସେମାନଙ୍କର ଅସ୍ଥିଗୁଡ଼ିକୁ ଚର୍ବଣ କଲେ।

25 ସେତେବେଳେ ଦାରିୟାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା।

ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟରୂପରେ ଶାନ୍ତି ହେଉ।

26 “ମୁଁ ଆଦେଶ ଦେଲି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ୱରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

ସେ ଜୀବିତ ପରମେଶ୍ୱର
    ଓ ନିତ୍ୟସ୍ଥାୟୀ ଅଟନ୍ତି।
ତାଙ୍କର ରାଜ୍ୟ ଅବିନାଶୀ
    ଓ ତାଙ୍କର ପ୍ରଭୁତ୍ୱର ଅନ୍ତ ନାହିଁ।
27 ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି।
    ସେ ସ୍ୱର୍ଗରେ ଓ ପୃଥିବୀରେ ଅ‌‌ଦ୍‌‌ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି।
ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।”

28 ଏହିରୂପେ ଦାନିୟେଲ ଦାରିୟାବସର ରାଜତ୍ୱ କାଳରେ ଓ ପାରସିକ କୋରସର ରାଜତ୍ୱକାଳରେ ସଫଳକାମୀ ହେଲେ।

ଗୀତସଂହିତା 112-113

112 ସଦାପ୍ରଭୁଙ୍କର ପ୍ରଶଂସା କର।

ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
    ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
ତା’ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
    ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
ସେହି ଲୋକର ପରିବାର ଧନଶାଳୀ ହେବେ
    ଏବଂ ତା’ର ଧର୍ମ ଚିରକାଳସ୍ଥାୟୀ ହେବ।
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
    ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
    କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ସେହି ଲୋକ କଦାପି ବିଚଳିତ ହେବ ନାହିଁ।
    ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
    ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
ସେହି ଲୋକ ସୁସ୍ଥିର ଥାଏ।
    ସେ କେବେ ଭୟ କରେ ନାହିଁ।
    ସେ ତା’ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
    ତା’ର ଧର୍ମ ଏକ। ଚିରକାଳସ୍ଥାୟୀ।
    ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
    ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
    ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।

113 ସଦାପ୍ରଭୁଙ୍କର ପ୍ରଶଂସା କର!

ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
    ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ଅଦ୍ୟାବଧି ଚିରକାଳ
    ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
    ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
    ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
    ଦେଖିବାକୁ ତଳକୁ ଗ୍ଭହିଁଲେ।
ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
    ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
    କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର!

Odia Holy Bible: Easy-to-Read Version (ERV-OR)

2010 by World Bible Translation Center