Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରାଜାବଳୀର ଦ୍ୱିତୀୟ ପୁସ୍ତକ 4

ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କ ବିଧବା ଇଲୀଶାୟଙ୍କୁ ସାହାଯ୍ୟ ଭିକ୍ଷା କରନ୍ତି

ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଦଳର ମଧ୍ୟରୁ ଜଣକର ଭାର୍ଯ୍ୟା ଇଲୀଶାୟଙ୍କ ସମ୍ମୁଖରେ ଆସି କ୍ରନ୍ଦନ କରି କହିଲା, “ଆପଣଙ୍କର ଦାସ ଯିଏ ମୋର ସ୍ୱାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଏକ ମନୁଷ୍ୟଠାରୁ ଟଙ୍କା କରଜ କରିଥିଲେ ଓ ସେହି ମହାଜନ ମୋର ଦୁଇପୁତ୍ରଙ୍କୁ ଦାସ କରିନେବାକୁ ଆସିଅଛି।”

ତହୁଁ ଇଲୀଶାୟ କହିଲେ, “ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ଏବେ କୁହ, ତୁମ୍ଭ ଘରେ କ’ଣ ଅଛି?”

ତହୁଁ ସ୍ତ୍ରୀଲୋକଟି କହିଲା, “ଏକ ତୈଳ ପାତ୍ର ଛଡ଼ା ମୋର ଘରେ ଆଉ କିଛି ନାହିଁ।”

ତା’ପରେ ଇଲୀଶାୟ କହିଲେ, “ଯାଅ, ତୁମ୍ଭର ପଡ଼ୋଶୀମାନଙ୍କଠାରୁ ଖାଲି ପାତ୍ରଗୁଡ଼ିକ ଧାର କରି ଆଣ। ସେମାନଙ୍କର ଅନେକ ଶୂନ୍ୟ ପାତ୍ର ଥିବ, ସେଗୁଡ଼ିକୁ ସବୁ ଆଣ। ତା’ପରେ ତୁମ୍ଭ ଘରକୁ ଯାଇ ଦ୍ୱାର ବନ୍ଦ କର। କେବଳ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସେହି ଘରେ ରହିବ। ତା’ପରେ ସେହି ପାତ୍ରମାନଙ୍କରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।”

ଇଲୀଶାୟ ନିକଟରୁ ସେ ବିଧବା ସ୍ତ୍ରୀଲୋକଟି ନିଜ ଘରକୁ ଆସି ଘରର ଦ୍ୱାର ବନ୍ଦ କଲା। ଘର ଭିତରେ ସେ ଓ ତା’ର ଦୁଇପୁତ୍ର ମାତ୍ର ରହିଲେ। ତା’ର ପୁତ୍ରମାନେ ପାତ୍ରଗୁଡ଼ିକୁ ଆଣିଲେ ଓ ସେ ସେଥିରେ ତୈଳ ଢାଳିଲେ। ସେ ଅନେକ ପାତ୍ର ପୂର୍ଣ୍ଣ କଲା। ଶେଷରେ ତା’ର ପୁଅମାନଙ୍କୁ କହିଲା, “ମୋତେ ଆଉ ଗୋଟିଏ ପାତ୍ର ଦିଅ।”

ମାତ୍ର ପୁଅମାନଙ୍କ ମଧ୍ୟରୁ ଗୋଟିଏ ପୁଅ କହିଲା ସମସ୍ତ ପାତ୍ର ପୂର୍ଣ୍ଣ ହୋଇଅଛି, “ଆଉ କୌଣସି ପାତ୍ର ନାହିଁ।” ସେହି ସମୟରେ ସେ ପାତ୍ରରୁ ତୈଳ ବନ୍ଦ ହେଲା।

ତା’ପରେ ସ୍ତ୍ରୀଲୋକଟି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଯାହାସବୁ ଘଟିଥିଲା କହିଲେ। ତହୁଁ ଇଲୀଶାୟ କହିଲେ, “ଏବେ ଯାଅ, ସେ ସମସ୍ତ ତୈଳକୁ ବିକି ଋଣ ପରିଶୋଧ କର ଓ ଅବଶିଷ୍ଟ ଅର୍ଥରେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ କାଳାତିପାତ କର।”

ଶୁନେମର ଜଣେ ସ୍ତ୍ରୀଲୋକ ଇଲୀଶାୟଙ୍କୁ ଏକ କୋଠରୀ ଦିଅନ୍ତି

ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।

ସ୍ତ୍ରୀଲୋକଟି ଦିନେ ତା’ର ସ୍ୱାମୀକୁ କହିଲେ, “ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟ ଦେଇ ସର୍ବଦା ଯାତାୟାତ କରୁଛନ୍ତି, ସେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି। 10 ତେଣୁ ମୁଁ ତୁମ୍ଭକୁ ବିନୟ କରୁଛି, ତୁମ୍ଭେ ଆମ୍ଭର ଛାତ ଉପରେ ଗୋଟିଏ ଛୋଟ କୋଠରୀ ନିର୍ମାଣ କର ଓ ସେଥିରେ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖିବ, ତେଣୁ ସେ ଆମ୍ଭମାନଙ୍କ ନିକଟକୁ ଆସିଲା ବେଳେ ସେଠାରେ ରହିବ।”

11 ଦିନେ ଇଲୀଶାୟ ସେହି ସ୍ତ୍ରୀଲୋକର ଗୃହକୁ ଆସିଲେ ଓ ସେହି କୋଠରୀରେ ଯାଇ ଶୟନ କଲେ। 12 ପୁଣି ସେ ନିଜର ଦାସ ଗିହେଜୀକୁ କହିଲେ, “ସେହି ଶୁନେମୀୟା ସ୍ତ୍ରୀଙ୍କୁ ଡାକ।”

ତହିଁରେ ଦାସ ତାହାକୁ ଡାକିଲେ ଓ ସେ ଇଲୀଶାୟଙ୍କ ସମ୍ମୁଖରେ ଛିଡ଼ା ହେଲେ। 13 ପୁଣି ଇଲୀଶାୟ ତାଙ୍କ ଦାସକୁ କହିଲେ, “ବର୍ତ୍ତମାନ ସେହି ସ୍ତ୍ରୀଲୋକକୁ ଏହା କୁହ, ‘ଦେଖ, ତୁମ୍ଭେ ଆମ୍ଭମାନଙ୍କର ବହୁ ଯତ୍ନ ନେଇ ସେବା କରିଛ। ଆମ୍ଭେମାନେ ତୁମ୍ଭ ପାଇଁ କ’ଣ କରି ପାରିବୁ? ରାଜା କିମ୍ବା ସେନାପତିଙ୍କ ନିକଟରେ ତୁମ୍ଭ ସପକ୍ଷରେ କିଛି କହିବାକୁ ଇଚ୍ଛା କରୁଛ କି?’”

ତହୁଁ ସ୍ତ୍ରୀଲୋକଟି ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ଭଲରେ ବାସ କରୁଛି।”

14 ଇଲୀଶାୟ ଗିହେଜୀକୁ କହିଲେ, “ତେବେ ତା’ ପାଇଁ କ’ଣ କରାଯିବ?”

ଗିହେଜୀ ଉତ୍ତର କଲେ, “ମୁଁ ଜାଣେ ତା’ର ପୁତ୍ର ନାହିଁ ଓ ତା’ର ସ୍ୱାମୀ ବୃଦ୍ଧ।”

15 ତା’ପରେ ଇଲୀଶାୟ କହିଲେ, “ତାକୁ ଡାକ।”

ତେଣୁ ଗିହେଜୀ ତାହାକୁ ଡାକିଲେ ଓ ସେ ଆସି ଦ୍ୱାର ନିକଟରେ ଛିଡ଼ା ହେଲା। 16 ଇଲୀଶାୟ ସେହି ସ୍ତ୍ରୀଲୋକକୁ କହିଲେ, “ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବେଳକୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।”

ସ୍ତ୍ରୀଲୋକଟି ଉତ୍ତର କଲା, “ନା, ମହାଶୟ, ହେ ମୋର ପରମେଶ୍ୱରଙ୍କର ଲୋକ, ମୋତେ ମିଥ୍ୟା କୁହନ୍ତୁ ନାହିଁ, ମୁଁ ଆପଣଙ୍କର ଦାସୀ।”

ଶୁନେମୀୟାର ଏକ ପୁତ୍ର ଲାଭ

17 ସ୍ତ୍ରୀଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲା ପରି, ପର ବସନ୍ତ ଋତୁରେ ସେ ଏକ ପୁତ୍ରକୁ ଜନ୍ମ କଲା।

18 ପିଲାଟି ବଢ଼ିବାକୁ ଲାଗିଲା। ଦିନେ ସେ କ୍ଷେତକୁ ଯାଇ ଲୋକମାନେ ଓ ତା’ର ପିତା ଶସ୍ୟ କାଟୁଥିବା ବେଳେ ତାଙ୍କ ନିକଟକୁ ଗଲା। 19 ପିଲାଟି ତା’ର ପିତାଙ୍କୁ କହିଲା, “ଓଃ, ମୋ’ ମୁଣ୍ତ ମୋ’ ମୁଣ୍ତ।”

ତା’ର ପିତା ଗୋଟିଏ ଦାସକୁ କହିଲା, “ପିଲାଟିକୁ ତା’ର ମାତାଙ୍କ ନିକଟକୁ ନେଇଯାଅ।”

20 ଦାସ ପିଲାଟିକୁ ତା’ର ମାତା ନିକଟକୁ ନେଇଗଲା। ପିଲାଟି ତା’ର ମାତା କୋଳରେ ମଧ୍ୟାହ୍ନ ପର୍ଯ୍ୟନ୍ତ ରହି ମରିଗଲା।

ସ୍ତ୍ରୀଲୋକଟି ଇଲୀଶାୟଙ୍କୁ ଦେଖା କରିବାକୁ ଯାଆନ୍ତି

21 ଏହା ପରେ ସ୍ତ୍ରୀଲୋକଟି ଉପର କୋଠରୀକୁ ଯାଇ ପରମେଶ୍ୱରଙ୍କ ଲୋକର ଖଟ ଉପରେ ପୁଅକୁ ଶୁଆଇ ଦେଇ ଦ୍ୱାର ବନ୍ଦ କରି ବାହାରକୁ ଆସିଲା। 22 ସେ ସ୍ତ୍ରୀଲୋକଟି ତା’ର ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗୋଟିଏ ଗର୍ଦ୍ଦଭକୁ ମୋ’ ନିକଟକୁ ପଠାନ୍ତୁ। ହେଲେ ମୁଁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଶୀଘ୍ର ଆଣି ଫେରି ଆସିବି।”

23 ଏଥିରେ ତା’ର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ଆଜି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ଯିବ? ଆଜିତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।”

ତହୁଁ ତାଙ୍କ ସ୍ତ୍ରୀ କହିଲା, “ତୁମ୍ଭେ ବ୍ୟସ୍ତ ହୁଅ ନାହିଁ, ସବୁ ଠିକ୍ ହେବ।”

24 ତା’ପରେ ସେ ଗର୍ଦ୍ଦଭ ସଜାଇ ତାଙ୍କର ସେବକକୁ କହିଲେ, “ଦ୍ରୁତଗତିରେ ଗର୍ଦ୍ଦଭକୁ ଚଲାଅ ଓ ମୋର ଆଦେଶ ନ ପାଇବା ପର୍ଯ୍ୟନ୍ତ ଗତି ଧୀର କର ନାହିଁ।”

25 ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ।

ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି। 26 ମୁଁ ବିନୟ କରୁଛି, ଦୌଡ଼ିଯାଇ ତାକୁ ଭେଟି ପଗ୍ଭର ‘ସବୁ ଠିକ୍ ଅଛି କି? ତୁମ୍ଭ ସ୍ୱାମୀର ଓ ତୁମ୍ଭ ପୁତ୍ରର ମଙ୍ଗଳ କି?’”

ଗିହୋଜୀ ଯେତେବେଳେ ସ୍ତ୍ରୀଲୋକକୁ ଏହିସବୁ ପଗ୍ଭରିଲେ ସେ ଉତ୍ତର କଲା, “ସମସ୍ତ ମଙ୍ଗଳ।”

27 ଅନନ୍ତର ସେ ପରମେଶ୍ୱରଙ୍କ ଲୋକ ନିକଟକୁ ଆସି ତାଙ୍କର ଚରଣ ତଳେ ପଡ଼ିଲା। ଏଥିରେ ଗିହେଜୀ ତାକୁ ଟାଣିବାରୁ ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ। କାରଣ ତା’ର ପ୍ରାଣ ଶୋକାକୁଳ। ମାତ୍ର ସଦାପ୍ରଭୁ ମୋତେ ଜାଣାଇଲେ ନାହିଁ କ’ଣ ବାଳକ ପ୍ରତି ଘଟିଅଛି। ସେ ଏହା ମୋ’ଠାରୁ ଗୋପନ ରଖିଲେ।”

28 ତା’ପରେ ସ୍ତ୍ରୀଲୋକଟି କହିଲା, “ଗୁରୁ, ମୁଁ କ’ଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା କର ନାହିଁ।’”

29 ଏହା ପରେ ଇଲୀଶାୟ ଗିହେଜୀକୁ କହିଲେ, “ଯିବାକୁ ପ୍ରସ୍ତୁତ ହୁଅ। ମୋର ଯଷ୍ଟିଟିକୁ ସଙ୍ଗରେ ନିଅ। ଗଲାବେଳେ କୌଣସି ସ୍ଥାନରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କର ନାହିଁ ଓ କେହି ନମସ୍କାର କଲେ ତାକୁ ଉତ୍ତର ଦିଅ ନାହିଁ। ମୋର ଯଷ୍ଟି ନେଇ ସେହି ବାଳକର ମୁଖ ଉପରେ ରଖି ଦିଅ।”

30 ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।”

ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।

31 ଇଲୀଶାୟ ଓ ଶୁନେମୀୟା ପହଞ୍ଚିବା ପୂର୍ବରୁ ଗିହେଜୀ ସ୍ତ୍ରୀଲୋକଟିର ଘରେ ପହଞ୍ଚିଲା। ସେ ଆଶାବାଡ଼ିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶବ୍ଦ ହେଲା ନାହିଁ। ତା’ପରେ ଗିହେଜୀ ଫେରି ଆସି ଇଲୀଶାୟଙ୍କୁ ଭେଟି ଜଣାଇଲା, “ବାଳକଟି ଉଠିଲା ନାହିଁ।”

ଶୁନେମୀୟାର ପୁତ୍ର ପୁନର୍ଜୀବନ ଲାଭ କଲା

32 ଅନନ୍ତର ଇଲୀଶାୟ ଗୃହ ମଧ୍ୟରେ ପ୍ରବେଶ କରି ଦେଖିଲେ ବାଳକଟି ମୃତ ଅବସ୍ଥାରେ ଶଯ୍ୟା ଉପରେ ଶୋଇଛି। 33 ତତ୍ପରେ ଇଲୀଶାୟ ଗୃହର ଦ୍ୱାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧ୍ୟରେ ରହିଲେ। ତା’ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। 34 ଇଲୀଶାୟ ଶଯ୍ୟା ଉପରକୁ ଯାଇ ବାଳକଟିର ଉପରେ ଶୟନ କଲେ। ପୁଣି ତାହାର ମୁଖ ଉପରେ ଆପଣା ମୁଖ, ତାହାର ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହାର ହାତ ଉପରେ ଆପଣା ହାତ ରଖିଲେ। ବାଳକର ଶରୀରଟି ଉଷ୍ଣ ହେବା ପର୍ଯ୍ୟନ୍ତ ସେ ତାହା ଉପରେ ନିଜକୁ ଲମ୍ବେଇ ରଖିଲେ।

35 ତା’ପରେ ଇଲୀଶାୟ ଉଠିପଡ଼ି ଗୃହ ମଧ୍ୟରେ ଏଣେ ତେଣେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡ଼ିଲେ। ଏଥିରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖୋଲିଲା।

36 ଇଲୀଶାୟ ତାଙ୍କର ଦାସ ଗିହେଜୀକୁ ଡାକି କହିଲେ, “ଶୁନେମୀୟାକୁ ଡାକ।”

ଗିହେଜୀ ଶୁନେମୀୟାକୁ ଡାକିବାରୁ ସେ ଇଲୀଶାୟ ନିକଟକୁ ଆସିଲେ। ତହୁଁ ଇଲୀଶାୟ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”

37 ତତ୍ପରେ ଶୁନେମୀୟା ଗୃହ ମଧ୍ୟରେ ପ୍ରବେଶ କରି ଇଲୀଶାୟଙ୍କ ପାଦ ତଳେ ପଡ଼ିଲେ ଓ ତା’ପରେ ପୁଅକୁ ଧରି ବାହାରକୁ ଆସିଲେ।

ଇଲୀଶାୟ ଓ ବିଷାକ୍ତ ପାକ

38 ଅନନ୍ତର ଇଲୀଶାୟ ପୁନର୍ବାର ଗି‌ଲ୍‌‌‌ଗ‌ଲ୍‌‌‌କୁ ଫେରିଗଲେ। ସେହି ସମୟରେ ସେଠାରେ ସେହି ଭୂମିରେ ଦୁର୍ଭିକ୍ଷ ପଡ଼ିଥିଲା। ଯେତେବେଳେ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, “ହଣ୍ତା ଚୁଲିରେ ବସାଅ ଓ ଭବିଷ୍ୟ‌ଦ୍‌ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ୟଞ୍ଜନ ପାକ କର।”

39 ତହୁଁ ଜଣେ ଲୋକ ଶାକ ସଂଗ୍ରହ କରିବାକୁ କ୍ଷେତକୁ ଗଲା। ମାତ୍ର ସେ ଏକ ବନ୍ୟଲତା ପାଇ ତାହାର ଫଳରେ ଅଣ୍ଟି ପୂର୍ଣ୍ଣ କଲା। ସେହି ଫଳକୁ ଆଣି କାଟି ପାତ୍ରରେ ଭରିଲା। କିନ୍ତୁ ସେମାନେ କି ଫଳ ବୋଲି ଜାଣି ପାରିଲେ ନାହିଁ।

40 ତହୁଁ ସେମାନେ ପାକ ପରେ ଲୋକମାନଙ୍କ ଭୋଜନ ନିମନ୍ତେ ତାହା ଢାଳିଲେ। ଯେତେବେଳେ ସେମାନେ ଭୋଜନ କରିବାକୁ ଆରମ୍ଭ କଲେ, ସେମାନେ ଇଲୀଶାୟଙ୍କୁ ଚିତ୍କାର କରି ଡାକିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ବିଷ ଅଛି।” ତେଣୁ ସେମାନେ ସେ ଖାଦ୍ୟ ଖାଇ ପାରିଲେ ନାହିଁ।

41 ମାତ୍ର ଇଲୀଶାୟ କହିଲେ, “କିଛି ମଇଦା ଆଣ।” ସେମାନେ କିଛି ମଇଦା ଆଣିଲେ ଓ ଇଲୀଶାୟ ସେହି ପାତ୍ରରେ ପକାଇଲେ। ତା’ପରେ ସେ କହିଲେ, “ଲୋକମାନଙ୍କୁ ପରସ, ବର୍ତ୍ତମାନ ସେମାନେ ଖାଇ ପାରନ୍ତି।”

ବାସ୍ତବରେ ହଣ୍ଡାରେ ଏହି ସମୟରେ କିଛି ମନ୍ଦ ରହିଲା ନାହିଁ।

ଇଲୀଶାୟ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ଖୁଆଇଲେ

42 ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳରେ ରୋଟୀ ଅର୍ଥାତ୍ କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶୀଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”

43 ତହୁଁ ଇଲୀଶାୟଙ୍କ ସେବକ କହିଲା, “ଏଠାରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦେବି?”

ମାତ୍ର ଇଲୀଶାୟ କହିଲେ, “ଏହି ଖାଦ୍ୟ ସେମାନଙ୍କୁ ଦିଅ। କାରଣ ସଦାପ୍ରଭୁ କହନ୍ତି, ‘ସେମାନେ ଭୋଜନ କରିବେ, ତଥାପି ଖାଦ୍ୟ ବଳିବ।’”

44 ତା’ପରେ ଇଲୀଶାୟଙ୍କ ସେବକ ସେହି ଲୋକମାନଙ୍କ ସମ୍ମୁଖରେ ଖାଦ୍ୟ ରଖିଲେ। ସେମାନେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଉଚ୍ଛିଷ୍ଟ ରଖିଲେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1

ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।

ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ।

ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।

ଅସତ୍ୟ ଉପଦେଶ ବିରୁଦ୍ଧରେ ସତର୍କତା

ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ। ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର। କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି। ସେହି ଲୋକମାନେ ବ୍ୟବସ୍ଥାର [a] ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।

ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ, 10 ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସ‌ତ୍‌‌ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ। 11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।

ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ

12 ମୋ’ ପ୍ରତି ଭରସା ରଖି ଏହି ସେବା କାର୍ଯ୍ୟରେ ନିଯୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ୟବାଦ ଦିଏ। ସେ ମୋତେ ଶକ୍ତି ପ୍ରଦାନ କରନ୍ତି। 13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି। 14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।

15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ। 16 କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ। 17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।

18 ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା’ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ। 19 ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି। 20 ହୁମନାୟ ଓ ଆଲେକ୍‌ଜାଣ୍ଡାର ସେମାନଙ୍କ ମଧ୍ୟରୁ କେତେକ ଅଟନ୍ତି। ମୁଁ ସେମାନଙ୍କୁ ଶୟତାନ ହାତରେ ଦେଇଛି, ଯାହା ଫଳରେ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।

ଦାନିୟେଲଙ୍କ ପୁସ୍ତକ 8

ଗୋଟିଏ ମେଷ ଓ ଛାଗ ବିଷୟରେ ଦାନିୟେଲଙ୍କ ଦର୍ଶନ

ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ରାଜତ୍ୱର ତୃତୀୟ ବର୍ଷରେ ମୁଁ ଆଉ ଏକ ଦର୍ଶନ ପାଇଲି। ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି। ଆଉ ମୁଁ ଦେଖିଲି ଯେ, ନଦୀର ଗୋଟିଏ ପାର୍ଶ୍ୱରେ ଏକ ଅଣ୍ତିରା ମେଷ ଠିଆ ହୋଇଅଛି। ତାହାର ଗୋଟିଏ ଲମ୍ବା ଶିଙ୍ଗ ଓ ଗୋଟିଏ ଅନ୍ୟଠାରୁ ଅଧିକ ଲମ୍ବା। ଆଉ ଲମ୍ବା ଶିଙ୍ଗଟି ଅନ୍ୟ ଶିଙ୍ଗ ଅପେକ୍ଷା ପଛକୁ ଥିଲା। ମୁଁ ଲକ୍ଷ୍ୟ କଲି ସେହି ମେଷ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ି ଯାଉଛି। ଆଉ କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇପାରୁ ନ ଥିଲେ ଏବଂ ଆଉ କେହି ତା’ଠାରୁ ରକ୍ଷା ପାଇ ପାରିଲେ ନାହିଁ। ତେଣୁ ସେ ନିଜ ଇଚ୍ଛାନୁସାରେ କର୍ମ କରି ନିଜର ବଡ଼ିମା ପ୍ରକାଶ କରି ଶକ୍ତିଶାଳୀ ହେଲା।

ମୁଁ ସେ ଅଣ୍ତିରା ମେଷ ବିଷୟରେ ଚିନ୍ତା କରୁଥିବା ବେଳେ ଦେଖିଲି ଗୋଟିଏ ଛାଗ ପଶ୍ଚିମ ଦିଗରୁ ଆସୁଛି। ଆଉ ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ବଡ଼ ଶିଙ୍ଗ ଥିଲା ଓ ତାହା ଧ୍ୟାନାକର୍ଷଣୀୟ ଥିଲା। ସେ ଛାଗ ଏତେ ଦ୍ରୁତଗତିରେ ଦୌଡ଼ୁଥିଲା ଯେ ତା’ର ପାଦ ଭୂମିକୁ ସ୍ପର୍ଶ କରୁ ନ ଥିଲା।

ସେହି ଛାଗ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଉଲୟ ନଦୀ ନିକଟରେ ଛିଡ଼ା ହୋଇଥିବା ଦୁଇ ଶିଙ୍ଗ ବିଶିଷ୍ଟ ଅଣ୍ତିରା ମେଷ ଆଡ଼କୁ ଧାଇଁଲା। ଏବଂ ମୁଁ ଦେଖିଲି ଯେ ସେହି ଛାଗ ପ୍ରଚଣ୍ତ କ୍ରୋଧରେ ସେହି ମେଷ ନିକଟକୁ ଆସିଲା ଓ ଉତ୍ତେଜିତ ହୋଇ ମେଷକୁ ଆଘାତ କଲା ଓ ତାହାର ଦୁଇ ଶିଙ୍ଗ ଭାଙ୍ଗି ପକାଇଲା। ତେଣୁ ଅଣ୍ତିରା ମେଷ, ସେହି ଛାଗର ସମ୍ମୁଖୀନ ହୋଇ ପାରିଲା ନାହିଁ। ତା’ର ଠିଆ ହେବାକୁ ଶକ୍ତି ପାଇଲା ନାହିଁ। ସେହି ଛାଗ ତାକୁ ଭୂମିଶାୟୀ କରି ପାଦରେ ଦଳିଲା, ଆଉ ସେହି ଛାଗଠାରୁ ମେଷକୁ ରକ୍ଷା କରିବାକୁ କେହି ନ ଥିଲେ।

ସେହି ଛାଗ ଅତ୍ୟନ୍ତ ଶକ୍ତିଶାଳୀ ହୋଇ ନିଜର ପ୍ରତାପ ଦେଖାଉଥିଲା ବେଳେ ତା’ର ବୃହତ୍ ଶିଙ୍ଗ ଭାଙ୍ଗି ଗଲା ଓ ସେହି ସ୍ଥାନରେ ଗ୍ଭରି ଦିଗକୁ ଗ୍ଭରିଟି ବିଲକ୍ଷଣ ଶିଙ୍ଗ ଉତ୍ପନ୍ନ ହେଲା।

ତା’ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା। 10 ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା। 11 ଆଉ ସେହି ଶିଙ୍ଗଟି ଅତି ବଳିଷ୍ଠ ହୋଇ ପରମେଶ୍ୱରଙ୍କ ସ୍ୱର୍ଗୀୟ ସୈନ୍ୟମାନଙ୍କ ଦଳପତି ବିରୁଦ୍ଧରେ ଗଲା, ଏହା ତାଙ୍କଠାରୁ ଦୈନନ୍ଦିନ ହୋମାର୍ଥକ ବଳି ଛଡ଼େଇ ନେଲା ଓ ମନ୍ଦିରକୁ ଧ୍ୱଂସ କଲା। 12 ତା’ପରେ ନିତ୍ୟ ହୋମବଳି ବିରୁଦ୍ଧରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ୟକୁ ତଳେ ପକାଇ ଦେଲା, ଯାହା ଇଚ୍ଛା ତାହା କଲା।

13 ତା’ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା’ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?”

14 ଅନ୍ୟ ପବିତ୍ର ବ୍ୟକ୍ତି ଉତ୍ତର କଲେ, “ଏହା 2300 ଦିନ ପର୍ଯ୍ୟନ୍ତ ଗ୍ଭଲିବ। ତା’ପରେ ଧର୍ମଧାମ ପ୍ରତିଷ୍ଠିତ ହେବ।”

ଦାନିୟେଲଙ୍କ ଦର୍ଶନ ବ୍ୟାଖ୍ୟା କରାଗଲା

15 ଅନନ୍ତର ମୁଁ, ଦାନିୟେଲ, ଏହି ଦର୍ଶନ ପାଇଲା ପରେ ତାହା ବୁଝିବା ପାଇଁ ଚେଷ୍ଠା କଲି। ଏବଂ ଜଣେ ମନୁଷ୍ୟ ପରି ଦେଖାଯାଉଥିବା ପ୍ରାଣୀ ମୋ’ ସମ୍ମୁଖରେ ଆବିର୍ଭାବ ହୋଲା। 16 ପୁଣି ଉଲୟ ନଦୀ ମଧ୍ୟରୁ ମୁଁ ଏକ ମନୁଷ୍ୟର ସ୍ୱର ଶୁଣିଲି। ସେ ଡାକି କହିଲା, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”

17 ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।”

18 ସେ ମୋତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି, ମାତ୍ର ସେ ମୋତେ ସ୍ପର୍ଶ କରି ଠିଆ କରାଇଲେ। 19 ଗାବ୍ରିଏଲ କହିଲେ, “ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧରେ ବୁଝାଇବି, ଭବିଷ୍ୟତରେ କ’ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶେଷକାଳର କଥା ବୋଲି ଜଣାଇବି।

20 “ତୁମ୍ଭେ ମେଷର ଯେଉଁ ଦୁଇ ଶିଙ୍ଗ ଦେଖିଲ ସେଥିରୁ ଜଣେ ମାଦୀୟ ଓ ଅନ୍ୟ ଜଣେ ପାରସିକ ରାଜା। 21 ଆଉ ସେ ଛାଗ ହେଉଛି ଯବନ ଦେଶର ରାଜା। ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା। 22 ଆଉ ଯେଉଁ ଶିଙ୍ଗ ଭଗ୍ନ ହୋଇ ସେ ସ୍ଥାନରେ ଗ୍ଭରିଶିଙ୍ଗ ଉତ୍ପନ୍ନ ହେଲା, ଏଥିରୁ ସେହି ଦେଶୀୟମାନଙ୍କ ମଧ୍ୟରୁ ଗ୍ଭରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ସେଗୁଡ଼ିକ ପ୍ରଥମ ପରି ଶକ୍ତିଶାଳୀ ହେବେ ନାହିଁ।

23 “ଯେତେବେଳେ ସେହି ରାଜ୍ୟଗୁଡ଼ିକର ଶେଷ ସମୟ ଆସିବ ସେତେବେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହେବେ। ଆଉ ସେ ରାଜା ଅତି କୌଶଳୀ ହେବେ ମାତ୍ର ସେତେବେଳେ ବହୁ ପାପୀଷ୍ଠ ବ୍ୟକ୍ତି ଜନ୍ମ ନେଇଥିବେ। 24 ସେ ବଳରେ ଅତି ପରାକ୍ରମୀ ହେବ। ମାତ୍ର ତାହାର ନିଜ ବଳରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହେବ ଓ ଶକ୍ତିଶାଳୀ ହୋଇ ସ୍ୱେଚ୍ଛାଗ୍ଭରୀ ଭାବରେ କାର୍ଯ୍ୟ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।

25 “ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ୟା ବଳରେ ସଫଳକାମୀ ହେବ। ସେ ନିଜ ଅନ୍ତଃକରଣରେ ନିଜକୁ ବଡ଼ ମନେ କରିବ ଓ ନିରାପଦ ସମୟରେ ଅନେକଙ୍କୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ। ମାତ୍ର ସେ ମଣିଷ ହସ୍ତରେ ବିନାଶ ହେବ ନାହିଁ।

26 “ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।”

27 ମୁଁ, ଦାନିୟେଲ ଏହା ପରେ ବିଶେଷ କ୍ଳାନ୍ତ ହୋଇ ପଡ଼ିଲି। ସେହି ଦର୍ଶନ ପରେ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି। ତା’ପରେ ମୁଁ ଉଠି ରାଜକାର୍ଯ୍ୟ କଲି। କିନ୍ତୁ ସେ ଦର୍ଶନରେ ବିବ୍ରତ ହୋଇ ପଡ଼ିଲି କାରଣ ସେ ଦର୍ଶନର ଅର୍ଥ କିଛି ବୁଝିଲି ନାହିଁ।

ଗୀତସଂହିତା 116

116 ମୁଁ ତାଙ୍କୁ ପ୍ରେମ କରେ,
    କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି।
ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ
    ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ [a] ଉତ୍ତର ଦେଲେ।
ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା।
    କବର ତା’ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା।
    ମୁଁ ସଙ୍କଟ ଓ ଦୁଃଖରେ ଥିଲି।
ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି,
    ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!”
ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି।
    ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି।
ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି।
    ମୁଁ ଯେତେବେଳେ ଦିନହୀନ ଥିଲି ସଦାପ୍ରଭୁ ମୋତେ ରକ୍ଷା କଲେ।
ହେ ମୋର ପ୍ରାଣ ବିଶ୍ରାମ କର।
    ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି।
ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ।
    ମୋର ଲୋତକ ବନ୍ଦ କଲ।
    ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କର।
ଜୀବିତମାନଙ୍କ ଦେଶରେ
    ମୁଁ ସଦାପ୍ରଭୁଙ୍କ ସେବା କରିବି।

10 ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି”
    ତଥାପି ମୁଁ ବିଶ୍ୱାସ କଲି।
11 ମୁଁ ଯେତେବେଳେ ଭୟରେ ଥିଲି, କହିଲି,
    “ସମସ୍ତ ମନୁଷ୍ୟ ମିଥ୍ୟାଗ୍ଭରୀ ଅଟନ୍ତି।”

12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ
    ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?
13 ସେ ମୋତେ ରକ୍ଷା କଲେ।
    ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି।
    ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ
    ସ‌ଦ୍‌ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ।
16 ମୁଁ ତୁମ୍ଭର ଦାସ।
    ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ।
    ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର।
17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି।
    ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି।
18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ
    ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।
19 ମୁଁ ତାଙ୍କର ଯିରୁଶାଲମରେ ଥିବା
    ମନ୍ଦିରକୁ ଯିବି।

ସଦାପ୍ରଭୁଙ୍କର ପ୍ରଶଂସା କର!

Odia Holy Bible: Easy-to-Read Version (ERV-OR)

2010 by World Bible Translation Center