M’Cheyne Bible Reading Plan
ଇଲୀଶାୟ ଯେହୂଙ୍କୁ ଅଭିଷିକ୍ତ କରିବାକୁ ଜଣେ ଯୁବ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ
9 ଇଲୀଶାୟ ଭବିଷ୍ୟଦ୍ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭେ କଟିରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତରେ ଧରି ରାମୋତ୍-ଗିଲିୟଦକୁ ଯାଅ। 2 ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର, ଯିହୋଶାଫଟଙ୍କ ପୁତ୍ର ଯେହୂଙ୍କର ଅନ୍ୱେଷଣ କର। ତା’ପରେ କୋଠରୀ ଭିତରକୁ ଯାଇ ତାଙ୍କର ଭାଇମାନଙ୍କ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରୀକୁ ନେଇଯାଅ। 3 ଏହି ଛୋଟ ତୈଳ ଶିଶି ନେଇ ତାଙ୍କ ମସ୍ତକରେ ତୈଳ ଢାଳି କୁହ, ‘ସଦାପ୍ରଭୁ ଏହା କହିଛନ୍ତି; ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’ ତା’ପରେ ତୁମ୍ଭେ ଦ୍ୱାର ଫିଟାଇ ଦୌଡ଼ି ଯାଅ, ଆଉ ବିଳମ୍ବ କର ନାହିଁ।”
4 ତେଣୁ ସେହି ଯୁବକ, ଭବିଷ୍ୟଦ୍ବକ୍ତା ରାମୋତ୍-ଗିଲିୟଦକୁ ଗଲେ। 5 ସେହି ଯୁବା ଉପସ୍ଥିତ ହୋଇ ସେନାପତିମାନେ ବସିଥିବାର ଦେଖିଲେ। ତହୁଁ ଯୁବକ କହିଲେ, “ହେ ସେନାପତି, ମୁଁ ତୁମ୍ଭ ପାଇଁ ଏକ ବାର୍ତ୍ତା ଆଣିଛି।”
ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ ତୁମ୍ଭର କାହାଠାରେ କାମ ଅଛି?”
ତହିଁରେ ଯୁବକ ଜଣକ କହିଲେ, “ହେ ସେନାପତି, ମୋର ପାଖରେ ତୁମ୍ଭ ପାଇଁ ଏକ ବାର୍ତ୍ତା ଅଛି।”
6 ଏଥିରେ ଯେହୂ ଉଠି ଘର ଭିତରକୁ ଗଲେ। ତା’ପରେ ଯୁବ ଭବିଷ୍ୟଦ୍ବକ୍ତା ଯେହୂଙ୍କ ମସ୍ତକରେ ସେହି ତୈଳ ଢାଳି କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କୁହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ ଅର୍ଥାତ୍ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ। 7 ତେଣୁ ତୁମ୍ଭେ ନିଶ୍ଚୟ ଆହାବର ବଂଶକୁ ବିନାଶ କରିବ। ଏହିରୂପେ ଆମ୍ଭେ ଆମ୍ଭର ସେବକ ଭବିଷ୍ୟଦ୍ବକ୍ତାଗଣଙ୍କର ମୃତ୍ୟୁ ଓ ସଦାପ୍ରଭୁଙ୍କ ଦାସ ସମୂହର ମୃତ୍ୟୁ ପାଇଁ ଈଷେବଲ ଉପରେ ପ୍ରତିଶୋଧ ନେବୁ। 8 ତେଣୁ ଆହାବ ବଂଶର ସମସ୍ତେ ବିନଷ୍ଟ ହେବେ, ଏପରିକି ଆହବ ବଂଶର ସମସ୍ତ ପୁଂସନ୍ତାନକୁ ବଦ୍ଧ ହେଉ କି ମୁକ୍ତ ହେଉ ଇସ୍ରାଏଲରେ ବିନାଶ ହେବେ, କେହି ପଳାୟନ କରି ପାରିବେ ନାହିଁ। 9 ଆଉ ମଧ୍ୟ ଆମ୍ଭେ ଆହାବର ବଂଶକୁ ନବାଟର ପୁତ୍ର ଯାରବିୟାମର ବଂଶ ତୁଲ୍ୟ ଓ ଅହିୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା। 10 କୁକୁରମାନେ ଇଷେବଲର ଶରୀରକୁ ଯିଷ୍ରିୟେଲ ଭୂମିରେ ଖାଇବେ ପୁଣି ସେ କବର ପ୍ରାପ୍ତ ହେବ ନାହିଁ।’”
ତା’ପରେ ସେହି ଯୁବା ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ଦୌଡ଼ି ପଳାଇଲେ।
ଦାସମାନେ ଯେହୂଙ୍କୁ ରାଜା ରୂପେ ଘୋଷଣା କରନ୍ତି
11 ଅନନ୍ତର ଯେହୂ ଯେତେବେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫେରିଲେ। ସେମାନଙ୍କ ମଧ୍ୟରୁ ଜଣେ ଯେହୂଙ୍କୁ ପଗ୍ଭରିଲେ, “ସବୁ ମଙ୍ଗଳ ତ? ସେହି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା?”
ଯେହୂ ସେବକକୁ କହିଲେ, “ସେ ଲୋକକୁ ଓ ତା’ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।”
12 ମାତ୍ର ଉଚ୍ଚ ଅଧିକାରୀମାନେ ଉତ୍ତର କଲେ, “ନା! ଆମ୍ଭମାନଙ୍କୁ ସତ୍ୟକଥା କୁହ, ସେ ଲୋକ ତୁମ୍ଭଙ୍କୁ କ’ଣ କହିଲା?” ଯେହୂ ସେହି ଦାସମାନଙ୍କୁ ଯୁବା ଭବିଷ୍ୟଦ୍ବକ୍ତା ଯାହା ଯାହା କହିଥିଲେ ତାହା ସବୁ କହିଲା। ଯେହୂ କହିଲା, “ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ନୂଆ ରାଜା ଭାବେ ଅଭିଷିକ୍ତ କଲୁ।’”
13 ତା’ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କ ସମ୍ମୁଖରେ ରଖିଲେ। ତା’ପରେ ସେମାନେ ତୂରୀ ବଜାଇ ଘୋଷଣା କଲେ, “ଯେହୂ ରାଜା ହେଲେ।”
ଯେହୂ ଯିଷ୍ରିୟେଲକୁ ଗଲେ
14 ଅନନ୍ତର ନିମ୍ଶିଙ୍କର ପୌତ୍ର, ଯିହୋଶାଫଟଙ୍କ ପୁତ୍ର ଯେହୂ ଯୋରାମଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ।
ସେ ସମୟରେ ଯୋରାମ ଓ ସମସ୍ତ ଇସ୍ରାଏଲୀୟ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲିୟଦକୁ ରକ୍ଷା କରିବାକୁ ଚେଷ୍ଟା କଲେ। 15 ରାଜା ଯୋରାମ ଅରାମର ରାଜା ହସାୟେଲଙ୍କ ବିରୁଦ୍ଧରେ ଯୁଦ୍ଧ କଲାବେଳେ ଅରାମୀୟମାନେ ତାଙ୍କୁ କ୍ଷତ ବିକ୍ଷତ କରିଦେଲେ। ସେ ସେହି କ୍ଷତରୁ ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଗଲେ।
ତେଣୁ ଯେହୂ ଦାସମାନଙ୍କୁ କହିଲେ, “ଯଦି ମୁଁ ରାଜା ବୋଲି ତୁମ୍ଭେମାନେ ଏକମତ ତେବେ କାହାରିକୁ ଯିଷ୍ରିୟେଲରେ ଜଣାଇବା ପାଇଁ ନଗର ବାହାରକୁ ଛାଡ଼ିଦିଅ ନାହିଁ।”
16 ଯୋରାମ ଯିଷ୍ରିୟେଲରେ ବିଶ୍ରାମ ନେଉଥିଲେ। ତେଣୁ ଯେହୂ ଆପଣା ରଥରେ ଚଢ଼ି ଯିଷ୍ରିୟେଲ ଯାତ୍ରା କଲେ। ଯିହୁଦାର ରାଜା ଅହସିୟ ମଧ୍ୟ ଯୋରାମକୁ ଦେଖିବାକୁ ଯିଷ୍ରିୟେଲ ଆସିଥିଲେ।
17 ଜଣେ ବିଶ୍ୱାସ ଯୋଗ୍ୟ ପ୍ରହରୀ ଯିଷ୍ରିୟେଲର ଦୁର୍ଗ ଉପରେ ଛିଡ଼ା ହୋଇ ଦେଖିଲା, ଯେହୂର ବଡ଼ ଦଳ ଆସୁଅଛନ୍ତି। ସେ ଯୋରାମ ନିକଟକୁ ଯାଇ କହିଲେ, “ମୁଁ ଏକ ବଡ଼ ଦଳ ଲୋକ ଆସିବାର ଦେଖୁଛି।”
ଯୋରାମ ତାଙ୍କୁ କହିଲେ, “ଜଣେ ଅଶ୍ୱାରୋହୀକୁ ପଠାଅ ସେ ସେମାନଙ୍କୁ ସାକ୍ଷାତ କରୁ ଓ ସେମାନଙ୍କୁ ପଗ୍ଭରୁ, ଯଦି ତାଙ୍କର ପରିଭ୍ରମଣ ଶାନ୍ତିରେ ତ?”
18 ତେଣୁ ଦୂତ ଅଶ୍ୱ ପୃଷ୍ଠରେ ଯାଇ ଯେହୂଙ୍କୁ ସାକ୍ଷାତ କରି ପଗ୍ଭରିଲେ, “ରାଜା ଯୋରାମ ଜାଣିବାକୁ ଗ୍ଭହାନ୍ତି, ‘ତୁମ୍ଭେ ଶାନ୍ତି ଉଦ୍ଦେଶ୍ୟରେ ଆସିଛ ତ?’”
ତେଣୁ ଯେହୂ କହିଲେ, “ତୁମ୍ଭର କୁଶଳରେ କିଛି ଯାଏ ଆସେ ନାହିଁ। ଆମ୍ଭ ପଛେ ପଛେ ଆସ।”
ପ୍ରହରୀ ଜଣକ ଯୋରାମକୁ କହିଲେ, “ଦୂତ ସେ ଦଳଙ୍କ ନିକଟକୁ ଯାଇ ଏପର୍ଯ୍ୟନ୍ତ ଫେରିଲା ନାହିଁ।”
19 ତା’ପରେ ଯୋରାମ ଦ୍ୱିତୀୟ ଦୂତକୁ ଅଶ୍ୱ ପୃଷ୍ଠରେ ପଠାଇଲେ। ଦୂତ ସେମାନଙ୍କୁ ଭେଟିଲେ ଏବଂ କହିଲେ, “ରାଜା ପଗ୍ଭରୁଛନ୍ତି, ‘କୁଶଳ କି?’”
ଯେହୂ କହିଲେ, “କୁଶଳରେ ତୁମ୍ଭର ଯାଏ ଆସେ ନାହିଁ, ତୁମ୍ଭେ ଆମ୍ଭ ପଛେ ପଛେ ଆସ।”
20 ପ୍ରହରୀ ଯୋରାମଙ୍କୁ କହିଲା, “ଦ୍ୱିତୀୟ ଦୂତ ସେହି ଦଳ ନିକଟକୁ ଗଲେ କିନ୍ତୁ ଏପର୍ଯ୍ୟନ୍ତ ଫେରିଲେ ନାହିଁ। କିନ୍ତୁ ମୁଁ ଦେଖେ ଜଣେ ଲୋକ ଯେହୂ ପରି ନିମ୍ଶିର ନାତି ଗୋଟିଏ ରଥରେ ଦୂତଗୁଡ଼ିକୁ ଚଳାଉଛନ୍ତି। ସେ ପାଗଳ ମନୁଷ୍ୟ ପରି ଅତି ପ୍ରଚଣ୍ତ ବେଗରେ ରଥ ଚଳାଉଛନ୍ତି।”
21 ଏଥିରେ ଯୋରାମ କହିଲେ, “ମୋର ରଥ ପ୍ରସ୍ତୁତ କର।”
ତେଣୁ ତାଙ୍କର ଦାସମାନେ ରଥ ପ୍ରସ୍ତୁତ କଲେ। ଉଭୟେ ଇସ୍ରାଏଲର ରାଜା ଯୋରାମ ଓ ଯିହୁଦାର ରାଜା ଅହସିୟ ଆପଣା ଆପଣା ରଥରେ ବସି ଯେହୂଙ୍କୁ ସାକ୍ଷାତ କରିବାକୁ ଗଲେ। ସେମାନେ ତାଙ୍କୁ ଯିଷ୍ରିୟେଲୀୟ ନାବୋତ ଭୂମିରେ ଭେଟିଲେ।
22 ଯୋରାମ ଯେହୂଙ୍କୁ ଦେଖି ପଗ୍ଭରିଲେ, “ହେ ଯେହୂ, ତୁମ୍ଭେ ଶାନ୍ତିର ସହିତ ଆସିଛ ତ?”
ଯେହୂ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଇଷେବଲ୍ ନାନା ବ୍ୟଭିଗ୍ଭର ଓ ମାୟାବତୀ କାର୍ଯ୍ୟରେ ସଂପୃକ୍ତ ଅଛନ୍ତି, କି ଶାନ୍ତ ଏଠାରେ ଅଛି?”
23 ଏଥିରେ ଯୋରାମ ଆପଣା ରଥ ବୁଲାଇ ପଳାୟନ କଲେ। ଯୋରାମ ଅହସିୟଙ୍କୁ କହିଲେ, “ହେ ଅହସିୟ, ଶଠତା ହେଲା।”
24 ମାତ୍ର ଯେହୂ ଆପଣା ସମସ୍ତ ଶକ୍ତି ଖଟାଇ ତୀର ନିକ୍ଷେପ କଲେ ଓ ଏହା ଯୋରାମଙ୍କ ପୃଷ୍ଠ ଦେଶରେ ବିଦ୍ଧ କଲା। ତୀରଟି ପୃଷ୍ଠ ଦେଶରୁ ହୃଦୟକୁ ବିଦ୍ଧ କରି ବାହାରିଗଲା। ତହିଁରେ ଯୋରାମ ରଥ ଉପରେ ନଇଁ ପଡ଼ିଗଲେ।
25 ଯେହୂ ତାଙ୍କର ସାରଥି ବିଦ୍କରକୁ କହିଲେ, “ତାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକାରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର। 26 ସଦାପ୍ରଭୁ କହିଥିଲେ, ‘ଆମ୍ଭେ ଗତକାଲି ନାବୋତର ରକ୍ତ ଓ ତା’ର ପୁତ୍ରମାନଙ୍କ ରକ୍ତ ଦେଖିଲୁ। ତେଣୁ ମୁଁ ଆହାବକୁ ଏହି ଭୂମିରେ ପ୍ରତିଫଳ ଦେବି।’ ସଦାପ୍ରଭୁ ଏହା କହିଥିଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯୋରାମଙ୍କୁ ନେଇ ସେହି କ୍ଷେତ୍ର ଭୁମିରେ ପକାଅ।”
27 ଯିହୁଦାର ରାଜା ଅହସିୟ ଏହା ଦେଖି ପଳାୟନ କଲେ। ସେ ଉଦ୍ୟାନ ଗୃହ ଦେଇ ପଳାୟନ କରୁଥିବା ବେଳେ ଯେହୂ ତାଙ୍କ ପଛେ ପଛେ ଯାଇ କହିଲେ, “ଅହସିୟଙ୍କୁ ମଧ୍ୟ ସେହି ରଥରେ ଆଘାତ କର।”
ତେଣୁ ସେମାନେ ଯିବଲିୟମ ନିକଟସ୍ଥ ଗୂର ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ ଓ ସେ ମଗିଦ୍ଦୋକୁ ପଳାଇ ସେଠାରେ ମୃତ୍ୟୁବରଣ କଲେ। 28 ଅହସିୟଙ୍କ ଦାସମାନେ ତାଙ୍କ ମୃତ ଶରୀରକୁ ରଥରେ ଯିରୁଶାଲମକୁ ନେଇଗଲେ ଓ ଦାଉଦ ନଗରରେ ତାଙ୍କର ପୂର୍ବପୁରୁଷ ଲୋକଙ୍କ ସହିତ ତାଙ୍କ କବରରେ ତାଙ୍କୁ କବର ଦେଲେ।
29 ଆହାବଙ୍କ ପୁତ୍ର ଯୋରାମଙ୍କର ରାଜତ୍ୱର ଏକାଦଶ ବର୍ଷରେ ଅହସିୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କରିଥିଲେ।
ଇଷେବଲଙ୍କ ଦୁଃଖଦାୟକ ମୃତ୍ୟୁ
30 ତା’ପରେ ଯେହୂ ଯିଷ୍ରିୟେଲର ପଥରେ ଗଲେ। ଇଷେବେଲ ଏବିଷୟରେ ଜାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ୟାସ କରି ଝରକା ନିକଟରେ ଛିଡ଼ା ହୋଇ ବାହାରକୁ ଗ୍ଭହିଁଲେ। 31 ଯେତେବେଳେ ଯେହୂ ନଗର ଫାଟକରେ ପ୍ରବେଶ କଲେ, ଇଷେବଲ କହିଲେ, “ହେ ଆପଣା ମହାଶୟର ହତ୍ୟାକାରୀ ସିମ୍ରି [a] ତୁମ୍ଭେ ଶାନ୍ତିରେ ଅଛ କି?”
32 ଯେହୂ ଝରକା ଆଡ଼େ ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି?”
ଦୁଇ ତିନି ଜଣ ନପୁଂସକ ଯେହୂଙ୍କ ଆଡ଼େ ଗ୍ଭହିଁଲେ। 33 ଯେହୂ ସେମାନଙ୍କୁ କହିଲେ, “ଇଷେବଲକୁ ତଳକୁ ପକାଇ ଦିଅ।”
ତା’ପରେ ସେହି ନପୁଂସକମାନେ ଇଷେବଲକୁ ତଳକୁ ପକାଇ ଦେଲେ। କିଛି ରକ୍ତ ପ୍ରାଚୀର ଉପରେ ଓ କିଛି ଅଶ୍ୱ ଉପରେ ପଡ଼ିଲା। ଅଶ୍ୱଗୁଡ଼ିକ ଇଷେବଲଙ୍କୁ ଦଳି ଦେଲେ। 34 ଯେହୂ ଭିତରକୁ ଯାଇ ଭୋଜନ ପାନ କଲେ। ତା’ପରେ ସେ କହିଲେ, “ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ୟା।”
35 ଲୋକମାନେ ଇଷେବଲକୁ କବର ଦେବାକୁ ଗଲେ। ମାତ୍ର ସେମାନେ ତା’ର ମୁଣ୍ତର ଖପୁରି, ପାଦ ଓ ହାତର ପାପୁଲି ଛଡ଼ା କିଛି ପାଇଲେ ନାହିଁ। 36 ତେଣୁ ସେମାନେ ଯେହୂ ନିକଟକୁ ଫେରି ଆସି ସବୁକଥା କହିଲେ। ଯେହୂ କହିଲେ, “ସଦାପ୍ରଭୁ ଆପଣା ଦାସ ତିଶ୍ବୀୟକୁ ଏଲିୟ ଏହି ବାର୍ତ୍ତା ଦେଇଥିଲେ। ଏଲିୟ କହିଥିଲେ, ‘କୁକୁରମାନେ ଯିଷ୍ରିୟେଲୀୟ ଭୂମିରେ ଇଷେବଲର ଶରୀରକୁ ଗ୍ଭଟି ଖାଇବେ। 37 ପୁଣି ଇଷେବଲଙ୍କ ଶରୀର ଯିଷ୍ରିୟେଲୀୟ ଭୂମି ଉପରେ ଖତ ପରି ହେବ। ତହିଁରେ କେହି ଏହି ଶରୀରକୁ ଜାଣି ପାରିବେ ନାହିଁ ଏବଂ କହି ପାରିବେ ନାହିଁ ଯେ, ଏହା ଇଷେବଲ।’”
କ୍ରୀତଦାସମାନଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ
6 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ। 2 କେତେକ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ୱାସୀ ଅଟନ୍ତି। ଅତଏବ ସେହି ଦାସମାନେ ସେହି ମାଲିକମାନଙ୍କୁ ଭାଇ ବୋଲି ଭାବି ସେମାନଙ୍କୁ କମ୍ ସମ୍ମାନ ଦେଖାଇବା ଉଚିତ୍ ନୁହେଁ। ଏପରିକି ସେହି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲରେସେବା କରିବା ଉଚିତ୍। କାରଣ ସେହିପରି କରିବା ଦ୍ୱାରା ସେମାନେ ଭଲ ପାଉଥିବା ବିଶ୍ୱାସୀ ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି।
ଭଣ୍ଡ ଶିକ୍ଷା ଓ ପ୍ରକୃତ ଧନ
3 ତୁମ୍ଭେ ଲୋକମାନଙ୍କୁ ଏହି ବିଷୟ ଗୁଡ଼ିକ କରିବା ପାଇଁ ଶିକ୍ଷା ଦେବା ଓ କହିବା ଉଚିତ୍। କେତେ ଲୋକ ଭଣ୍ଡ ଶିକ୍ଷା ଦେବେ। ସେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ୟ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ୱରଙ୍କ ସେବା କରିବାର ସତ୍ମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସେମାନେ ଗ୍ରହଣ କରନ୍ତି ନାହିଁ; 4 ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ। 5 ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ୟମରେ ସୀମାହୀନ ଯୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ୟ ତାହା ଆମନ୍ତ୍ରିତ କରେ। ସେହି ଲୋକମାନେ ସତ୍ୟକୁ ହରାଇ ବସିଛନ୍ତି। ସେମାନେ ଭାବନ୍ତି ଯେ ପରମେଶ୍ୱରଙ୍କ ସେବା କରିବା ହେଉଛି ଧନୀ ହେବାର ଏକ ଉପାୟ।
6 ଯଦି ଜଣେ ଲୋକ ତା’ ପାଖରେ ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହେ, ତା’ହେଲେ ପ୍ରକୃତରେ ପରମେଶ୍ୱରଙ୍କ ସେବା ଦ୍ୱାରା ସେହି ଲୋକ ବହୁତ ଧନୀ ହୋଇଯାଏ। 7 ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ। 8 ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା। 9 ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ। 10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।
କେତୋଟି ମନେ ରଖିବା କଥା
11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। 12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। 13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। 14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। 15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। 16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।
17 ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି। 18 ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ। 19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା’ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।
20 ତୀମଥି, ପରମେଶ୍ୱର ତୁମ୍ଭ ଉପରେ ଅନେକ ବିଷୟର ଭାର ଦେଇଛନ୍ତି। ସେଗୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ୱରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ସତ୍ୟ ବିରୁଦ୍ଧରେ ଯୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ଏହାକୁ ସେମାନେ ମିଛରେ “ଜ୍ଞାନ” ବୋଲି କହିଥା’ନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ। 21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି।
ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।
ହୋଶେୟଙ୍କ ଜରିଆରେ ସଦାପ୍ରଭୁ ପରମେଶ୍ୱରଙ୍କ ବାର୍ତ୍ତା
1 ବେରିଙ୍କ ପୁତ୍ର ହୋଶେୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ୍, ଆହସ ଓ ହିଜକିୟଙ୍କ ରାଜତ୍ୱ କାଳରେ ଓ ଇସ୍ରାଏଲର ରାଜା ଯୋୟାସଙ୍କ ପୁତ୍ର ଯାରବିୟାମଙ୍କ ସମୟରେ ଆସିଥିଲା।
2 ସଦାପ୍ରଭୁଙ୍କର ହୋଶେୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, “ଯାଅ, ଏକ ଗଣିକାକୁ ବିବାହ କର, ଯାହାଫଳରେ ବେଶ୍ୟାର ପୁତ୍ର ଜନ୍ମ ହେବ। କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ଯ୍ୟ କରିଛନ୍ତି। ସଦାପ୍ରଭୁଙ୍କଠାରେ ଅବିଶ୍ୱସ୍ତ ହୋଇଛନ୍ତି।”
ଯିଷ୍ରିୟେଲଙ୍କ ଜନ୍ମ
3 ତେଣୁ ହୋଶେୟ ଦିବ୍ଲାଇମଙ୍କ କନ୍ୟା ଗୋମରଙ୍କୁ ବିବାହ କଲେ। ଗୋମରା ଗର୍ଭବତୀ ହେଲେ ଏବଂ ହୋଶେୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ। 4 ସଦାପ୍ରଭୁ ହୋଶେୟକୁ କହିଲେ, “ତା’ର ନାମ ଯିଷ୍ରିୟେଲ ଦିଅ। କାରଣ ଅଳ୍ପ ସମୟ ପରେ ମୁଁ ଯେହୂର ପରିବାରକୁ ଦଣ୍ତ ଦେବି। କାରଣ ସେ ଯିଷ୍ରିୟେଲ ଉପତ୍ୟକାରେ ରକ୍ତପାତ କରିଥିଲେ। ତା’ପରେ ମୁଁ ଇସ୍ରାଏଲ ସାମ୍ରାଜ୍ୟର ପତନ ଘଟାଇବି। 5 ମୁଁ ଇସ୍ରାଏଲର ଧନୁକୁ ସେହି ଯିଷ୍ରିୟେଲ ଉପତ୍ୟକାରେ ଭାଙ୍ଗିବି।”
ଲୋ-ରୁହାମାଙ୍କ ଜନ୍ମ
6 ତା’ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା’ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ। 7 କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦେଖାଇବା। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଯୁଦ୍ଧରେ ଅଶ୍ୱ କି ସୈନ୍ୟ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ଆମ୍ଭ ନିଜ ଶକ୍ତି ବଳରେ ରକ୍ଷା କରିବା।”
ଲୋ-ଆମୀଙ୍କ ଜନ୍ମ
8 ଗୋମରା ଲୋ-ରୁହାମାଙ୍କ ସେବା ଶେଷ କଲାପରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ। 9 ତା’ପରେ ସଦାପ୍ରଭୁ କହିଲେ, “ତା’ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ୱର ନୁହଁ।”
The Lord Speaks to the Nation of Israel
10 “ସମୁଦ୍ରର ବାଲୁକା ସଦୃଶ ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ଭବିଷ୍ୟତରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନରେ ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ଏହା ଘଟିବ। ସେମାନଙ୍କୁ ମଧ୍ୟ କୁହାଯିବ, ‘ତୁମ୍ଭେମାନେ ମୋ’ ଲୋକ ନୁହଁ। ତୁମ୍ଭେ ଜୀବନ୍ତ ପରମେଶ୍ୱରଙ୍କର ସନ୍ତାନ ଅଟ।’
11 “ତା’ପରେ ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକତ୍ରିତ ହେବେ। ସେମାନେ ସେମାନଙ୍କ ପାଇଁ ଜଣେ ରାଜା ବାଛିବେ ଏବଂ ସେମାନଙ୍କର ଦେଶ ସବୁଠାରୁ ବଡ଼ ହେବ। ଯିଷ୍ରିୟେଲର ସମୟ ପ୍ରକୃତ ବଡ଼ ହେବ।”
ଇୟୂଦ୍
73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
ତେବେ ମୁଁ ଲଜ୍ଜିତ ହେବି ନାହିଁ।
କଫ୍
81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।
ଲାମଦ୍
89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
ତୁମ୍ଭର ବ୍ୟବସ୍ଥା ଛଡ଼ା।
2010 by World Bible Translation Center